ମେଟ୍ରୋ |

କୋଣାର୍କରେ ଚାଲିଥିବା ୪ ଅପେରା ଦଳକୁ ବନ୍ଦ ନିର୍ଦ୍ଦେଶ

କୋଣାର୍କରେ ଚାଲିଥିବା ୪ ଅପେରା ଦଳକୁ ବନ୍ଦ ନିର୍ଦ୍ଦେଶ
ପୁରୀ ଅଫିସ,୪।୧୨: କୋଣାର୍କ ଉତ୍ସବ ପରିପ୍ରେକ୍ଷୀରେ କୋଣାର୍କରେ ପଡ଼ିଥିବା ୪ ଯାତ୍ରାପାର୍ଟିର ଅନୁମତିକୁ ଜିଲା ପ୍ରଶାସନ ପ୍ରତ୍ୟାହାର କରିଛି। ଉକ୍ତ ପାର୍ଟି ଗୁଡ଼ିକରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ତଥା ବିଦ୍ୟୁତ୍‌ ନିରାପତ୍ତା ବ୍ୟବସ୍ଥା ଆଦି ସମସ୍ୟା ରହିଥିବାରୁ ଦିଆଯାଇଥିବା ଅନୁମତିକୁ ଉପ ଜିଲାପାଳ ପ୍ରତ୍ୟାହାର କରିଛନ୍ତି। ଏଥିସହ ବିଦ୍ୟୁତ କାଟି ଯାତ୍ରା ବନ୍ଦ କରିବାକୁ କୋଣାର୍କ ଥାନା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
All Right Reserved By

ମେଟ୍ରୋ |

ଶ୍ରୀନଅରରେ ଗଜପତିଙ୍କ ପୁଷ୍ୟାଭିଷେକ

ଶ୍ରୀନଅରରେ ଗଜପତିଙ୍କ ପୁଷ୍ୟାଭିଷେକ

ପୁରୀ ଅଫିସ,୨୨ା୧: ପୁଷ୍ୟା ନକ୍ଷତ୍ର ଯୋଗରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ପୁଷ୍ୟାଭିଷେକ ଶ୍ରୀନଅରଠାରେ ସୋମବାର ସନ୍ଧ୍ୟାରେ ସମ୍ପନ୍ନ ହୋଇଛି। ଏଥିରେ ବରୁଣ ପୂଜା, ପଞ୍ଚଦେବତା ପୂଜା, ବର୍ଦ୍ଧନି କଳସ ପୂଜା ଏବଂ ରାମାଭିଷେକ ପଟି ପୂଜା ଅନୁଷ୍ଠିତ ହୋଇଥିଲା। 

ଶାଢ଼ି ବନ୍ଧାଇଲେ ମୁଦିରସ୍ତ

ଶାଢ଼ି ବନ୍ଧାଇଲେ ମୁଦିରସ୍ତ

ପୁରୀ ଅଫିସ,୨୨ା୧: ପବିତ୍ର ପୁଷ୍ୟାଭିଷେକ ଅବସରରେ ସୋମବାର ଶ୍ରୀନଅରରେ ଶାଢି ବନ୍ଧା ଅନୁଷ୍ଠିତ ହୋଇଛି। ମୁଦିରସ୍ତ ଭାବେ ଆଦିତ୍ୟ ନାରାୟଣ ମୁଦିରସ୍ତ (୧୫ବର୍ଷ) ଶାଢି ବନ୍ଧାଇଛନ୍ତି।

ଶ୍ରୀମନ୍ଦିରରେ ପୁଷ୍ୟାଭିଷେକ ନୀତି:ରତ୍ନସିଂହାସନରେ ଦାରୁଦିଅଁଙ୍କ ସୁନାବେଶ

ଶ୍ରୀମନ୍ଦିରରେ ପୁଷ୍ୟାଭିଷେକ ନୀତି:ରତ୍ନସିଂହାସନରେ ଦାରୁଦିଅଁଙ୍କ ସୁନାବେଶ

ପୁରୀ ଅଫିସ,୨୨ା୧: ପୌଷପୂର୍ଣ୍ଣମୀ ଅବସରରେ ସୋମବାର ଶ୍ରୀମନ୍ଦିରରେ ପୁଷ୍ୟାଭିଷେକ ନୀତି ସମ୍ପନ୍ନ ହୋଇଛି। ରତ୍ନସିଂହାସନରେ ଦାରୁଦିଅଁ ରାଜରାଜେଶ୍ୱର ବା ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି।

ଶାଳପତ୍ର ଉପରୁ ରୟାଲିଟି ଛାଡ଼ କଲେ ରାଜ୍ୟ ସରକାର, ଉପକୃତ ହେବେ ୨୫ ଲକ୍ଷ ଶ୍ରମିକ

ଶାଳପତ୍ର ଉପରୁ ରୟାଲିଟି ଛାଡ଼ କଲେ ରାଜ୍ୟ ସରକାର, ଉପକୃତ ହେବେ ୨୫ ଲକ୍ଷ ଶ୍ରମିକ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଶାଳ ପତ୍ର ଉପରୁ ରୟାଲିଟି ଛାଡ଼ କରିବାକୁ ଘୋଷଣା କରିଛନ୍ତି। ଫଳରେ ପୂର୍ବରୁ କୁଇଣ୍ଟାଲ ପିଛା ଦେଉଥିବା ୮୬ଟଙ୍କା ରୟାଲିଟି ଆଉ ଦେବାକୁ ପଡ଼ିବ ନାହିଁ। ମୁଖ୍ୟମନ୍ତ୍ରୀ ଏ ନେଇ ନିଷ୍ପତ୍ତି ନେବା ପରେ ଶାଳପତ୍ର ଶ୍ରମିକଙ୍କ ମଧ୍ୟରେ ଆନନ୍ଦର ଲହରୀ ଖେଳିଯାଇଛି। 

କଜଳକଣା ନିକଟରେ ଓଲଟିଲା ବସ୍‌: ୨ ମୃତ, ୫ ଗୁରୁତର, ୧୫ରୁ ଊର୍ଦ୍ଧ୍ୱ ଆହତ

କଜଳକଣା ନିକଟରେ ଓଲଟିଲା ବସ୍‌: ୨ ମୃତ, ୫ ଗୁରୁତର, ୧୫ରୁ ଊର୍ଦ୍ଧ୍ୱ ଆହତ

ଚୌଦ୍ୱାର,୨୧।୧(ଡି.ଏନ୍‌.ଏ.): କଟକ ଚୌଦ୍ୱାରସ୍ଥିତ କଜଳକଣା ନିକଟରେ ସେମବାର ଏକ ଘରୋଇ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ‘ନୀଳକଣ୍ଠ’ ନାମକ ଏହି ବସ୍‌ଟି ଅନୁଗୋଳରୁ କଟକ ଆସୁଥିବା ବେଳେ ଉକ୍ତ ସ୍ଥାନରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। 

ଜେଜେମା’ଙ୍କ ଦଶାହ ତୁଠରେ ନାତି ନିଖୋଜ ଘଟଣା: ୪ଦିନ ପରେ ପୋଖରୀରୁ ମୃତଦେହ ଉଦ୍ଧାର

ଜେଜେମା’ଙ୍କ ଦଶାହ ତୁଠରେ ନାତି ନିଖୋଜ ଘଟଣା: ୪ଦିନ ପରେ ପୋଖରୀରୁ ମୃତଦେହ ଉଦ୍ଧାର

ସାକ୍ଷୀଗୋପାଳ,୨୧।୧ (ଡି.ଏନ.ଏ.): ସତ୍ୟବାଦୀ ବଜାର ଉପକଣ୍ଠ କମାରସାହିରେ ସୋମବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଜେଜେମା’ଙ୍କ ଦଶାହ ତୁଠରେ ଗାଧୋଇବା ବେଳେ ଶୁକ୍ରବାରଠାରୁ ନାତି ସୁବାଶିଷ ମହାନ୍ତି ନିଖୋଜ ଥିଲେ। ସକାଳେ ମୃତଦେହ ପୋଖରୀରେ ଭାସୁଥିବା ଗ୍ରାମବାସୀ ଓ ପରିବାର ଲୋକେ ଦେଖି ଅଗ୍ନିିଶମ କର୍ମଚାରୀଙ୍କୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିିଶମ କର୍ମଚାରୀ ମୃତଦେହ ଉଦ୍ଧାର କରିଛି। 

ନବୀନ ନିବାସ ଘେରାଉ ଉଦ୍ୟମ ବେଳେ ଭାଜପା ମହିଳା ମୋର୍ଚ୍ଚା କର୍ମୀଙ୍କୁ ଉଠାଇ ନେଲା ପୋଲିସ

ନବୀନ ନିବାସ ଘେରାଉ ଉଦ୍ୟମ ବେଳେ ଭାଜପା ମହିଳା ମୋର୍ଚ୍ଚା କର୍ମୀଙ୍କୁ ଉଠାଇ ନେଲା ପୋଲିସ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ରାଜ୍ୟରେ ମହିଳାଙ୍କ ଉପରେ ଅତ୍ୟାଚାର ବଢ଼ିବାରେ ଲାଗିଛି। ନାରୀ ନିଯ୍ୟାତନା ଓ ବଳାତ୍କାର ଆଦି ଘଟଣା ରାଜ୍ୟରେ ବଢ଼ି ବଢ଼ି ଚାଲିଥିବାରୁ ଭାଜପା ମହିଳା ମୋର୍ଚ୍ଚାର କର୍ମୀମାନେ ଏହାକୁ ବିରୋଧ କରୁୁଛନ୍ତି। 

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା : ୫ ଲକ୍ଷ ଭୋଟର ବୃଦ୍ଧି

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା : ୫ ଲକ୍ଷ ଭୋଟର ବୃଦ୍ଧି

ଭୁବନେଶ୍ୱର,୨୧।୧(ବ୍ୟୁରୋ): ସୋମବାର ରାଜ୍ୟର  ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି।  ଏହି ତାଲିକାର ସଂଶୋଧନ କରାଯିବା ପରେ ୫ ଲକ୍ଷ ୩୯ ହଜାର ୪୫୪ ଭୋଟର ସଂଖ୍ୟା ବୃଦ୍ଧି ପାଇଛି । 

ବ୍ରଜ-ଖାରବେଳଙ୍କ ନୂଆ ସାମ୍ମୁଖ୍ୟ: ଓଡ଼ିଶା ଗଣତାନ୍ତ୍ରିକ ସାମ୍ମୁଖ୍ୟ

ବ୍ରଜ-ଖାରବେଳଙ୍କ ନୂଆ ସାମ୍ମୁଖ୍ୟ: ଓଡ଼ିଶା ଗଣତାନ୍ତ୍ରିକ ସାମ୍ମୁଖ୍ୟ

ଭୁବନେଶ୍ୱର, ୨୧।୧(ବ୍ୟୁରୋ): ଓଡ଼ିଶା ରାଜନୀତିରେ ଜନ୍ମ ନେଇଛି ନୂଆ ସାମ୍ମୁଖ୍ୟ। ବ୍ରଜ ତ୍ରିପାଠୀଙ୍କ ସମତା କ୍ରାନ୍ତି ଦଳ ଓ ଖାରବେଳ ସ୍ବାଇଁଙ୍କ ଉତ୍କଳ ଭାରତ ମିଳିତ ଭାବେ ଓଡ଼ିଶା ଗଣତାନ୍ତ୍ରିକ ସାମ୍ମୁଖ୍ୟ ଗଠନ କରିବାକୁ ଘୋଷଣା କରିଛନ୍ତି।

ପାଠିକାପାଠକ ଆମର ସମ୍ପତ୍ତି

ପାଠିକାପାଠକ ଆମର ସମ୍ପତ୍ତି

ଭୁବନେଶ୍ୱର, ୨୧।୧(ବ୍ୟୁରୋ): ‘ଧରିତ୍ରୀ ପୂଜା କୁଇଜ୍‌-୨୦୧୮’ର ପୁରସ୍କାର ବିତରଣ ଉତ୍ସବ ରବିବାର ମାଷ୍ଟରକ୍ୟାଣ୍ଟିନସ୍ଥିତ ପ୍ରେସ୍‌ କ୍ଲବ ଅଫ୍‌ ଓଡ଼ିଶାଠାରେ ଅନୁଷ୍ଠିତ ହୋଇଯାଇଛି। ୨୦୧୮ର ମେଗା ଓ୍ବିନରମାନଙ୍କୁ ‘ଟିଭିଏସ୍‌’ ପକ୍ଷରୁ ଦୁଇଚକିଆ ଗାଡ଼ି ପ୍ରଦାନ କରାଯାଇଛି।

ଦିନରେ ମାଡ଼ିଆସିଲା ଘନ କୁହୁଡ଼ି

ଦିନରେ ମାଡ଼ିଆସିଲା ଘନ କୁହୁଡ଼ି

କୋଣାର୍କ,  ୨୧ା୧(ଡି.ଏନ୍‌.ଏ.):ପର୍ଯ୍ୟଟନ କ୍ଷେତ୍ର କୋଣାର୍କ ଓ ରାମଚଣ୍ଡୀରେ ରବିବାର ଅପରାହ୍ନ ୩ ଘଟିକା ସମୟରେ ହଠାତ୍‌ ଘନ କୁହୁଡ଼ି ମାଡ଼ିଆସିଥିଲା। ରାମଚଣ୍ଡୀ ସମୁଦ୍ର ପଟୁ କୁହୁଡ଼ି ଧୀରେ ଧୀରେ କୋଣାର୍କ ଆଡ଼କୁ ଯାଇଥିଲା। 

ଠିକାରେ ଚାଲିଛି ଓଡ଼ିଶା ମୁକ୍ତ ବିଶ୍ୱବିଦ୍ୟାଳୟ

ଠିକାରେ ଚାଲିଛି ଓଡ଼ିଶା ମୁକ୍ତ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୨୧ା୧(ବ୍ୟୁରୋ):ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ(ଓଏସ୍‌ଓୟୁ) ସମ୍ପର୍କିତ ବିଲ୍‌ ବିଧାନସଭାରେ ଗୃହୀତ ହେଲା। ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ଉକ୍ତ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଗଲା। ହେଲେ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ହେବାର ସାଢେ ତିନି ବର୍ଷ ବିତିଯାଇଥିଲେ ମଧ୍ୟ ଏହାର  ନିଜସ୍ବ ଗୃହ, ଲାବୋରେଟୋରି ଏବଂ ସ୍ଥାୟୀ ଅଧ୍ୟାପକ ଓ କର୍ମଚାରୀ ନିଯୁକ୍ତ ହୋଇନାହାନ୍ତି।