ସମ୍ପାଦକୀୟ |

ସମ୍ପାଦକୀୟ/ ଜଳ ଅସରନ୍ତି ନୁହେଁ

ସମ୍ପାଦକୀୟ/ ଜଳ ଅସରନ୍ତି ନୁହେଁ

କୃଷି ପାଇଁ ଭାରତର କୃଷକ ଭୂପୃଷ୍ଠ ଜଳ ଅପେକ୍ଷା ଭୂତଳ ଜଳ ଉପରେ ଅଧିକ ନିର୍ଭରଶୀଳ ହେଉଛନ୍ତି। ନିକଟରେ କେନ୍ଦ୍ର ସରକାରଙ୍କ କ୍ଷୁଦ୍ର ଜଳସେଚନ ସର୍ଭେରୁ ଏହି ତଥ୍ୟ ଜଣାପଡିଛି। ୨୦୦୬-୦୭ରୁ ୨୦୧୩-୧୪ ମଧ୍ୟରେ କରାଯାଇଥିବା ସର୍ଭେରୁ ଜାଣିବାକୁ ମିଳିଛି ଯେ, ଏହି ସମୟ ମଧ୍ୟରେ ଭୂତଳ ଜଳସେଚନ ଯୋଜନାରେ କ୍ଷୁଦ୍ର ସେଚ ପ୍ରକଳ୍ପ ସଂଖ୍ୟା ୧୯.୭୫ ନିୟୁତରୁ ୨୦.୫ ନିୟୁତକୁ ବୃଦ୍ଧିପାଇଛି। ମୂଳକଥା ହେଉଛି ଭୂପୃଷ୍ଠ ଜଳସେଚନ କ୍ଷେତ୍ରରେ ସରକାର କୃଷକମାନଙ୍କୁ ଆବଶ୍ୟକ ସୁବିଧା ଯୋଗାଇବାରେ ବିଫଳ ହେଉଥିବାରୁ ଭୂତଳ ଜଳ ଉପରେ କୃଷି ନିର୍ଭରଶୀଳତା ବୃଦ୍ଧି ଘଟୁଛି। ଭୂପୃଷ୍ଠ ଜଳସେଚନ ପ୍ରକଳ୍ପ ଯଥା-ନଦୀବନ୍ଧ ନିର୍ମାଣ କରି କେନାଲ ଜରିଆରେ ଚାଷୀଙ୍କୁ ଜଳ ଯୋଗାଇଦେବା ପ୍ରକ୍ରିୟା ନିଶ୍ଚିତ ଭାବେ ସମୟ ଓ ବ୍ୟୟସାପେକ୍ଷ। ସେହି ଦୃଷ୍ଟିରୁ ଦେଖିଲେ ଭୂତଳ ଜଳସେଚନ ବ୍ୟବସ୍ଥା ସ୍ବଳ୍ପ ଖର୍ଚ୍ଚ ଓ କମ୍‌ ସମୟ ମଧ୍ୟରେ ସମ୍ଭବ। କୃଷକ ନିଜ ଜମିରେ ଉଠା ଜଳସେଚନ ପ୍ରକଳ୍ପ ଗଢ଼ି ଚାଷ କରିପାରୁଛନ୍ତି। କିନ୍ତୁ ମନେରଖିବା ଉଚିତ ଯେ, ଭୂତଳ ଜଳ ଅସରନ୍ତି ନୁହେଁ। ମାଟି ଉପର ଜଳ ଯଦି ଭୂତଳକୁ ଭେଦିବାର ସୁଯୋଗ ସୃଷ୍ଟି କରା ନ ଯାଏ ତେବେ ଏହି ଜଳସ୍ତର ମଧ୍ୟ ଶୁଖିଯିବ। ଏଭଳି ଅନେକ ଉଦାହରଣ ଦେଖିବାକୁ ମିଳିଛି। ସରକାରଙ୍କ ପକ୍ଷରୁ ସୃଷ୍ଟି କରାଯାଇଥିବା ବହୁ ଉଠା ଜଳସେଚନ ପ୍ରକଳ୍ପ ଅକାମୀ ହୋଇଯାଇଛି। ଭୂପୃଷ୍ଠରେ ବର୍ଷାଜଳକୁ ସଂରକ୍ଷଣ କରାଯାଇପାରୁ ନ ଥିବାରୁ ତାହା ସମୁଦ୍ରକୁ ଚାଲିଯାଉଛି, ମାଟିତଳକୁ ଭେଦୁନାହିଁ। ଯାହା ଫଳରେ ଭୂତଳ ଜଳସ୍ତର କ୍ରମଶଃ ହ୍ରାସ ପାଉଛି। ପୂର୍ବରୁ ଯେଉଁ ସ୍ଥାନରେ ନଳକୂପଟିଏ ଖୋଳିଲେ ୨୦ରୁ ୬୦ ଫୁଟ ଗଭୀରରେ ଜଳଉତ୍ସର ସନ୍ଧାନ ମିଳୁଥିଲା, ଏବେ ସେଠାରେ ୨୦୦ ଫୁଟ ଖୋଳିଲେ ମଧ୍ୟ ଜଳସ୍ତର ମିଳୁନାହିଁ। ଭୂତଳ ଜଳସ୍ତର ହ୍ରାସର ବିଭିନ୍ନ କାରଣ ରହିଛି। ଜନସଂଖ୍ୟା ବୃଦ୍ଧି କାରଣରୁ ଅନେକ ସ୍ଥାନରେ ଭୂପୃଷ୍ଠ ଜଳାଶୟ, ଯଥା ଗାଡ଼ିଆ, ପୋଖରୀ ପୋତି ଘର କରିଦିଆଯାଉଛି। ବର୍ଷାଦିନ ବ୍ୟତୀତ ଅନ୍ୟ ସମୟରେ ନଦୀ ନାଳରେ ପାଣି ରହୁନାହିଁ। ବୈଜ୍ଞାନିକ ପ୍ରଣାଳୀରେ ଭୂତଳ ଜଳ ରିଚାର୍ଜ ପାଇଁ ପଦ୍ଧତି ବାହାରିଥିଲେ ମଧ୍ୟ ସେଥିପ୍ରତି ଲୋକଙ୍କର ଆଗ୍ରହ ପ୍ରକାଶ ପାଉନାହିଁ। ଯାହାଫଳରେ ମାଟିତଳ ଜଳସ୍ତର ଯେଉଁ ପରିମାଣରେ ରିଚାର୍ଜ ହେବା କଥା ତାହା ହୋଇପାରୁନାହିଁ। ଅନ୍ୟପକ୍ଷରେ କୃଷି, ଶିଳ୍ପ ସଂସ୍ଥା, ଘରୋଇ ବ୍ୟବହାର ସକାଶେ ଭୂତଳ ଜଳ ଉପରେ ନିର୍ଭରଶୀଳତା ବଢୁଥିବାରୁ ଏହାର ସ୍ତର କ୍ରମଶଃ ହ୍ରାସପାଇ ଚାଲିଛି। ଅନ୍ୟ ଏକ କାରଣ ହେଉଛି କୃଷି ପାଇଁ ବ୍ୟବହାର କରାଯାଉଥିବା ରାସାୟନିକ ସାର ଓ କୀଟନାଶକ। ଚାଷରେ ଏହାର ବହୁଳ ବ୍ୟବହାର ଯୋଗୁ ପୂର୍ବରୁ ବିଲବାଡ଼ିରେ ଦେଖାଯାଉଥିବା ଜିଆ ଆଉ ଦେଖିବାକୁ ମିଳୁନାହାନ୍ତି। ଜଳ ସଂରକ୍ଷଣ କ୍ଷେତ୍ରରେ ଏହି କ୍ଷୁଦ୍ର ଜୀବର ଅବଦାନ ଯଥେଷ୍ଟ ରହୁଥିଲା। ମାଟିତଳେ ରହୁଥିବା ଜିଆ ବର୍ଷାଦିନେ ଉପରକୁ ଆସିବା ଫଳରେ ଭୂପୃଷ୍ଠରେ ଛିଦ୍ର ସୃଷ୍ଟି କରି ମାଟି ତଳକୁ ଜଳ ଭେଦିବାରେ ସହାୟକ ହେଉଥିଲା। ରାସାୟନିକ ସାର ଓ ବିଷ ଜିଆ ବଂଶକୁ ଲୋପ କରିସାରିଲାଣି। ଏକ ପରୀକ୍ଷାରୁ ଜଣାପଡ଼ିଛି ଯେ, ଗୋଟିଏ ବୁନ୍ଦା ଜଳ ମାଟି ତଳକୁ ୬ ଇଞ୍ଚ ଭେଦିବା ସକାଶେ ଅନେକ ମାସ ସମୟ ନେଇଥାଏ। ଏହି ଦୀର୍ଘ ପ୍ରକ୍ରିୟା ଜିଆ ଭଳି କ୍ଷୁଦ୍ର ସରୀସୃପ ଦ୍ୱାରା ସ୍ବଳ୍ପ ସମୟରେ ପୂର୍ବରୁ ସମ୍ଭବ ହୋଇପାରୁଥିଲା। ଏହା ବ୍ୟତୀତ ଅନ୍ୟ ଏକ ତଥ୍ୟ ଅନୁଯାୟୀ ଏକ ହେକ୍ଟର ଜମି ଉପରେ ଏକ ସେଣ୍ଟିମିଟର ବର୍ଷାଜଳ ସଂରକ୍ଷିତ ରଖାଯାଇ ପାରିଲେ ତାହା ଏକ ଲକ୍ଷ ଲିଟର ଜଳ ବୋଲି ହିସାବ କରାଯାଇଛି । ଅର୍ଥାତ୍‌ ଓଡ଼ିଶା ଭଳି ରାଜ୍ୟର ଭୌଗୋଳିକ ଅଞ୍ଚଳକୁ ଦେଖିଲେ ଯଦି ବର୍ଷାଋତୁରେ ୪୦ ପ୍ରତିଶତ ଜଳ ସଂରକ୍ଷିତ ରଖାଯାଇପାରିବ ତେବେ ଲୋକଙ୍କର ପିଇବା ପାଣି, କୃଷିରେ ବ୍ୟବହୃତ ଜଳ ଏବଂ ଶିଳ୍ପର ଚାହିଦା ମେଣ୍ଟାଇବା ପାଇଁ ଯଥେଷ୍ଟ ଜଳ ମିଳିପାରିବ । ଭୂତଳ ଜଳ ଉପରେ ନିର୍ଭର କରିବା ଶୁଭସଙ୍କେତ ନୁହେଁ । ଭୂପୃଷ୍ଠରେ ଯେତେ ଅଧିକ ପରିମାଣର ଜଳ ସଞ୍ଚୟ କରାଯାଇପାରିବ ତାହା କେବଳ ଓଡ଼ିଶାର ନୁହେଁ ସମଗ୍ର ଦେଶ ପାଇଁ ମଙ୍ଗଳମୟ ହେବ । ଏଥିସହିତ ବର୍ଷାଦିନେ ହେଉଥିବା ମୃତ୍ତିକା କ୍ଷୟକୁ ମଧ୍ୟ ଅନେକାଂଶରେ ରୋକିପାରିବ। ସହରାଞ୍ଚଳରେ କୋଠା ଛାତ ଉପରେ ଜଳ ଅମଳ କରି ଏହାକୁ ପାଇପ ସାହାଯ୍ୟରେ ଭୂଗର୍ଭକୁ ଛାଡିବାର ବ୍ୟବସ୍ଥା କରିବା ସକାଶେ ସରକାରୀ ନିୟମ ରହିଛି। ମାତ୍ର ଏହି ନିୟମକୁ ଓଡ଼ିଶାରେ କେହି ପାଳନ କଲାଭଳି ଦେଖାଯାଉନାହିଁ । କୋଠାବାଡି ନିର୍ମାଣ ସକାଶେ ଛାତ ଉପରେ ଜଳ ଅମଳକୁ ପ୍ଲାନ୍‌ ଅନୁମୋଦନର ଏକ ମାନଦଣ୍ଡ ଭାବେ ରଖାଯାଇଛି। ଉପଯୁକ୍ତ ତଦାରଖ ଅଭାବରୁ ଏଥିରେ ମଧ୍ୟ ଠକାମି କରାଯାଉଛି। ଏହା ବ୍ୟତୀତ ଆମ ରାଜ୍ୟରେ ଭୂତଳ ଜଳର ଅବିଚାରିତ ବ୍ୟବହାର ପ୍ରାୟ ସବୁ ଶିଳ୍ପାନୁଷ୍ଠାନରେ କରାଯାଉଥିବାର ପରିଲକ୍ଷିତ ହେଉଛି । ଏଥିପ୍ରତି କର୍ତ୍ତୃପକ୍ଷ ନୀରବ ଏବଂ ଅନ୍ଧ ହୋଇ ରହୁଥିବାରୁ ରାଜ୍ୟର ଦୀର୍ଘମିଆଦୀ କ୍ଷତି ଘଟୁଛି।

All Right Reserved By

Model This Week

ନିକିତା

ସମ୍ପାଦକୀୟ |

ଶିଶୁ ବଳାତ୍କାର: ଦଣ୍ଡ କାହିଁ

ଶିଶୁ ବଳାତ୍କାର: ଦଣ୍ଡ କାହିଁ

୨୦୧୨ ନିର୍ଭୟା ଗଣବଳାତ୍କାର ଘଟଣା ପରେ ଭାରତରେ ମହିଳା ନିର୍ଯାତନା ନିରୋଧୀ ସ୍ବର ଯେଭଳି ସର୍ବୋଚ୍ଚରେ ପହଞ୍ଚତ୍ଥିଲା, ଏବେ ସେଭଳି ପରିସ୍ଥିତିର ପୁନରାବୃତ୍ତି ଘଟିଛି। ନିର୍ଭୟାଙ୍କ ବୟସ ୨୩ ହୋଇଥିବା ବେଳେ ଏବେ ଶିଶୁକନ୍ୟାଙ୍କ ଉପରେ ପାଶବିକ ଅତ୍ୟାଚାର ଯେପରି ଭାବେ ବଢ଼ିଚାଲିଛି ତାକୁ ଦେଖିଲେ ବ୍ୟସ୍ତ ଲାଗୁଛି। ଜମ୍ମୁ-କଶ୍ମୀର କଠୁଆର ୮ ବର୍ଷୀୟା କନ୍ୟା, ଗୁଜରାଟ ସୁରଟର ୧୧ ବର୍ଷୀୟା ଝିଅ, ଓଡ଼ିଶା ନୀଳଗିରିର ୪ ବର୍ଷୀୟା ଶିଶୁକନ୍ୟା, ନିଶ୍ଚିନ୍ତକୋଇଲିର ୬ ବର୍ଷୀୟା ଝିଅଠାରୁ ଆରମ୍ଭ କରି ମଧ୍ୟପ୍ରଦେଶ ଇନ୍ଦୋରର ୪ ମାସର ଶିଶୁକନ୍ୟାଙ୍କୁ ବଳାତ୍କାର ଓ ହତ୍ୟା ପର୍ଯ୍ୟନ୍ତ ଅସଂଖ୍ୟ ଘଟଣା ଘଟିଗଲାଣି। ସବୁଠାରୁ ଅତ୍ୟନ୍ତ ସମ୍ବେଦନଶୀଳ ଇନ୍ଦୋର ଘଟଣାକୁ ଦେଖିଲେ ଯେ କେହି ବିବ୍ରତ ହେବା ସ୍ବାଭାବିକ। ଇନ୍ଦୋର ଶିଶୁକୁ ବଳାତ୍କାର କରିଥିବା ବ୍ୟକ୍ତି ହେଉଛନ୍ତି ସମ୍ପର୍କୀୟ ମାମୁ। ଦେଖିବାକୁ ଗଲେ ୪ ମାସ ଶିଶୁର ବେକ ଟାଣ ହୋଇ ନ ଥାଏ। ଯିଏ ତା’ ସହ ଏପରି ଜଘନ୍ୟ କାଣ୍ଡ ଘଟାଇଥାଆନ୍ତି ତାଙ୍କ ମାନସିକତା ବୁଝିବା ଅସମ୍ଭବ। ଏଠାରେ ସାମାଜିକ ବିଶ୍ଳେଷଣର ପ୍ରୟୋଜନ ଉଠିଲାଣି। ମନେହେଉଛି, ଯେପରି ଏହା କେବଳ ଘୋର ଯୌନ ଲାଳସାର ପରିଣତି ନୁହେଁ। ସହଜ ଭାଷାରେ କହିବାକୁ ଗଲେ ଏହା ଅତ୍ୟନ୍ତ ଜଘନ୍ୟ ଆପରାଧିକ ମାନସିକତାର ପ୍ରତିଫଳନ।

ରେଭେନ୍‌ସା ଯୁଗର ଅବସାନ

ରେଭେନ୍‌ସା ଯୁଗର ଅବସାନ

ଶରତ ଚନ୍ଦ୍ର ମିଶ୍ର/ରେଭେନ୍‌ସା କଲେଜ ଓଡ଼ିଶାର ସର୍ବପୁରାତନ ଉଚ୍ଚ ଶିକ୍ଷାନୁଷ୍ଠାନ। ଦେଢ଼ଶହ ବର୍ଷ (୧୮୬୮) ପୂର୍ବେ ନଅଙ୍କ ଦୁର୍ଭିକ୍ଷର ଦୁଇବର୍ଷ ପରେ ଏ କଲେଜ ସ୍ଥାପିତ ହୋଇଥିଲା। କଟକ କଲେକ୍ଟୋରେଟ୍‌ ପାଖରେ ଏହି ଅନୁଷ୍ଠାନଟି ପଚାଶ ବର୍ଷ ରହିବା ପରେ ଚାଉଳିଆଗଞ୍ଜର ରେସ୍‌କୋର୍ସ ପଡିଆକୁ ଉଠିଆସିଲା ଓ ଗତ ଶହେବର୍ଷ ଧରି ସେହିଠାରେ ଗର୍ବୋନ୍ନତ ଶିର ଉତ୍ତୋଳନ କରି ବିଦ୍ୟମାନ।

ଲୁଣା ଜଙ୍ଗଲ ଓ ଉପକୂଳ ସୁରକ୍ଷା

ଲୁଣା ଜଙ୍ଗଲ ଓ ଉପକୂଳ ସୁରକ୍ଷା

ହିମାଂଶୁ ଶେଖର ଫତେସିଂହ/ପୃଥିବୀର ନିରକ୍ଷୀୟ ଓ ଉପନିରକ୍ଷୀୟ ଅଞ୍ଚଳ ଅନ୍ତର୍ଗତ ୨୪ଂ ଉ.ଅକ୍ଷାଂଶରୁ ୩୮ଂ ଦ.ଅକ୍ଷାଂଶ ମଧ୍ୟବର୍ତ୍ତୀ ଅଞ୍ଚଳରେ ସମୁଦ୍ର ତଟବର୍ତ୍ତୀ ଜୁଆରିଆ ଆର୍ଦ୍ର, ବାଲିଆ ଭୂମିରେ ଏକ ନିର୍ଦ୍ଦିଷ୍ଟ ପ୍ରଜାତିର ଉଦ୍ଭିଦ ଦେଖାଯାଆନ୍ତି। ଏହି ଅଞ୍ଚଳରେ ୨୬ଂରୁ ୩୫ଂ ସେଲ୍‌ସିୟସ୍‌ ପର୍ଯ୍ୟନ୍ତ ଉଚ୍ଚ ବାୟୁମଣ୍ଡଳୀୟ ତାପମାତ୍ରା, ୧୦୦୦ ମିମିରୁ ୩୦୦୦ ମିମି ବୃଷ୍ଟିପାତ, ଉଚ୍ଚ ଲବଣତା, ଜୁଆରିଆ ଜଳ ପ୍ଳାବନ ସତ୍ତ୍ୱେ ଏହି ଉଦ୍ଭିଦଗୁଡ଼ିକ ଜୀବନ ଧାରଣ କରି ବଂଶବୃଦ୍ଧି କରିଥାନ୍ତି।

ଏଇ ଭାରତରେ

ଏଇ ଭାରତରେ

ଲୋକଙ୍କଠାରୁ ମାନବିକତା କ୍ରମେ ହଜିଯାଉଛି। ଅର୍ଥ ଓ ବସ୍ତୁବାଦୀ ହୋଇପଡୁଥିବା ମଣିଷ ଅନ୍ୟ ପ୍ରତି ସହାନୁଭୂତି, ଦୟା ଆଦି ଗୁଣକୁ ହରାଇବସୁଛି। ବିପଦରେ ପଡିଥିବା ଲୋକଙ୍କୁ ସାହାଯ୍ୟ କରିବା ପରିବର୍ତ୍ତେ ସୁଯୋଗର କିଭଳି ଫାଇଦା ଉଠାଇହେବ ସେଥିପ୍ରତି ଆଗ୍ରହ ଦେଖାଉଛି। ଗତ ଶୁକ୍ରବାର ବିଳମ୍ବିତ ରାତିରେ ଦିଲ୍ଲୀ ନିକଟବର୍ତ୍ତୀ ଗାଜିଆବାଦରେ ଘଟିଥିବା ଏକ ଘଟଣା ସମ୍ପର୍କରେ ଶୁଣିଲେ ମଣିଷ ନିକଟରୁ ମାନବିକତାର ଗୁଣ କିପରି ହଜିଯାଉଛି ତାହା ସ୍ପଷ୍ଟ ହୁଏ।

ସଂଖ୍ୟାଗୁରୁ ମାନସିକତା

ସଂଖ୍ୟାଗୁରୁ ମାନସିକତା

ଆକାର ପଟେଲ ଭାରତୀୟ ଉପମହାଦେଶର ଉପନିବେଶୀୟ ପର ପରମ୍ପରା ମୁଖ୍ୟତଃ ଧାର୍ମିକ ରହିଆସିଛି ଏବଂ ସଂଖ୍ୟାଗୁରୁ ଧାର୍ମିକ ଗୋଷ୍ଠୀ ସଂଖ୍ୟାଲଘୁମାନଙ୍କ ବିରୋଧୀ ସାଜିଛନ୍ତି। ଶ୍ରୀଲଙ୍କାରେ ସଂଖ୍ୟାଗୁରୁ ବୌଦ୍ଧ ସିଂହଳୀମାନେ ଧର୍ମ ଓ ଭାଷାକୁ ନେଇ ତାମିଲମାନଙ୍କ ବିରୋଧରେ ଲଢ଼େଇ କରିଛନ୍ତି। ଭାରତରେ ବୌଦ୍ଧ ଓ ହିନ୍ଦୁମାନଙ୍କ ଭିତରେ ଘୃଣା ଭାବ ରହିଛି, ଯାହା ସଂଖ୍ୟାଗୁରୁତ୍ୱର ସ୍ବଭାବ। ଶ୍ରୀଲଙ୍କାର ଗୃହଯୁଦ୍ଧ ପ୍ରାୟ ୨୫ ବର୍ଷ ଧରି ଲାଗିରହିଥିଲା, ଯାହା ଫଳରେ ଶ୍ରୀଲଙ୍କାର ଅନେକ ନେତା ଓ ଭାରତର ରାଜୀବ ଗାନ୍ଧୀଙ୍କ ସମେତ ଲକ୍ଷାଧିକ ଲୋକ ମଲେ। ବାଂଲାଦେଶରେ ପ୍ରାଥମିକ ଜାତୀୟତାବାଦ ଭାଷା ଭିତ୍ତିରେ ଗଢ଼ିଉଠିଥିଲା ଏବଂ ଏହା ବଙ୍ଗାଳୀ ମୁସଲମାନ ଓ ହିନ୍ଦୁମାନଙ୍କୁ ପଶ୍ଚିମ ପାକିସ୍ତାନୀଙ୍କ ଦ୍ୱାରା ସେମାନଙ୍କ ଉପରେ ଜୋରଜବରଦସ୍ତ ଉର୍ଦ୍ଦୁଭାଷାକୁ ଲଦିଦିଆଯିବା ବିରୋଧରେ ଏକତ୍ରିତ କରିଥିଲା। ଆଶ୍ଚର୍ଯ୍ୟର କଥା ମହମ୍ମଦ ଅଲି ଜିନ୍ନା ଜଣେ ...

ବୋହୂଯୋଗ୍ୟା କନ୍ୟା

ବୋହୂଯୋଗ୍ୟା କନ୍ୟା

ପ୍ରକାଶ ତ୍ରିପାଠୀ ଗତ ରବିବାର ସାରେ ଆମେ କିଛି ବନ୍ଧୁ ପୁରୀ ବେଳାଭୂମିରେ ବସିଥିଲୁ। କର୍ମମୟ ଜୀବନରୁ କିଛି ମୁହୂର୍ତ୍ତ ବାହାର କରି ବନ୍ଧୁମାନଙ୍କ ସହ ଦୁଃଖସୁଖ ହେବା କେବଳ ଏହି ଛୁଟିଦିନମାନଙ୍କରେ ହିଁ ସମ୍ଭବ ହୋଇଥାଏ। ତାହା ପୁଣି ଅନିୟମିତ। ସେ ଯାହାହେଉ, ମଝିରେ ମଝିରେ ଏପରି ବନ୍ଧୁମିଳନ ମନରେ ପ୍ରସନ୍ନତା ଭରିଦିଏ ଓ ଆଳାପ ଆଲୋଚନା ଦ୍ୱାରା ମନ ବି ହାଲ୍‌କା ହୋଇଯାଏ। ସେଦିନ କଥାପ୍ରସଙ୍ଗରେ ଜଣେ ବନ୍ଧୁ କହିଲେ ଯେ, ଆଜି ତାଙ୍କ ଘରେ ଝିଅ ଓ ତା’ ମାଆ ମଧ୍ୟରେ ଝଗଡା ହୋଇଯାଇଛି। ଆମେ ଜାଣୁ ଯେ ବନ୍ଧୁଙ୍କ ପତ୍ନୀ ଅତି ସରଳ ଓ ଶାନ୍ତ ସ୍ବଭାବର। ...

 ‘ଲେସ୍‌’ର ଲେଖକ

‘ଲେସ୍‌’ର ଲେଖକ

ବ୍ୟକ୍ତିତ୍ୱ/ଜିତେନ୍ଦ୍ର ଆମେରିକାରେ ଖବରକାଗଜ, ପତ୍ରିକା, ଅନ୍‌ଲାଇନ୍‌ ଜର୍ନାଲିଜିମ୍‌, ସାହିତ୍ୟ ଓ ସଙ୍ଗୀତ ସଂଯୋଜନା କ୍ଷେତ୍ରରେ ‘ପୁଲିଜର ପୁରସ୍କାର’ ମର୍ଯ୍ୟାଦାଜନକ ସମ୍ମାନ ଭାବେ ପରିଚିତ। ହଙ୍ଗେରିଜନ୍ମିତ ଆମେରିକୀୟ ଖବରକାଗଜ ପ୍ରକାଶକ ତଥା ସାମ୍ବାଦିକ ଯୋଶେଫ୍‌ ପୁଲିଜରଙ୍କ ନାମାନୁଯାୟୀ ୧୯୧୭ ମସିହାରୁ ଏହି ସମ୍ମାନ ପ୍ରତିବର୍ଷ କଲମ୍ବିଆ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରଦାନ କରାଯାଇଆସୁଛି। ୨୧ଟି କ୍ଷେତ୍ରରେ ଏହି ପୁରସ୍କାର ଦିଆଯାଉଥିବା ବେଳେ ୨୦୧୮ ପାଇଁ କାଳ୍ପନିକ ଲେଖା ସକାଶେ ଆଣ୍ଡ୍ର୍ୟୁ ସିଏନ ଗ୍ରୀର୍‌ ଯୋଗ୍ୟ ବିବେଚିତ ହୋଇଛନ୍ତି।...

ଏଇ ଭାରତରେ

ଏଇ ଭାରତରେ

ପୋଲିସ ପାଖକୁ ଗଲେ ପଇସା ନ ଦେଲେ କୌଣସି କାମ ହୁଏନାହିଁ। ଏହା ବାରମ୍ବାର ପ୍ରମାଣିତ ହୋଇଆସୁଛି। ଖାକି ବର୍ଦ୍ଦି ପିନ୍ଧିଥିବା ଅଧିକାଂଶ ବାବୁ ଅଭିଯୋଗକାରୀଙ୍କ ଆର୍ଥିକ କ୍ଷମତାକୁ ନ ଦେଖି ଅର୍ଥ ଦାବି କରନ୍ତି, ଯାହା ପୈଠ କରିବା କାଠିକର ପାଠ ହୋଇଯାଏ। ନିକଟରେ ବିହାର ବୈଶାଳୀ ଜିଲାର ଜଣେ ଅନାଥ ବାଳକ ଥାନାବାବୁଙ୍କ ଚାହିଦା ପୂରଣ ପାଇଁ ଭିକ୍ଷା କରିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ବୈଶାଳୀ ଜିଲା କଟହରାର ଚେହରାକଳା ଗ୍ରାମର ଜଣେ ଅନାଥ ବାଳକ ବିବେକଙ୍କଠାରୁ ସମ୍ପୃକ୍ତ ଅଞ୍ଚଳର ଜଣେ ଗୁଣ୍ଡା ଶ୍ରେଣୀୟ ବ୍ୟକ୍ତି ଜୋର୍‌ କରି ଜମି ନେଇଯାଇଥିଲେ। ବିବେକ ଏ ସମ୍ପର୍କରେ ପୋଲିସରେ ଅଭିଯୋଗ କରିବାକୁ ଥାନାକୁ ଗଲେ। ମାତ୍ର ଥାନାବାବୁ ତାଙ୍କୁ ଏଥିପାଇଁ ଦଶ ହଜାର ଟଙ୍କା ଦାବି କରିଥିଲେ। ...

 ଭବିଷ୍ୟତ ଗତିବିଧି

ଭବିଷ୍ୟତ ଗତିବିଧି

ଦିଲ୍ଲୀକା ବାବୁ/ ଦିଲୀପ ଚେରିଏନ୍‌ କେନ୍ଦ୍ରୀୟ ପ୍ରତ୍ୟକ୍ଷ କର ପରିଷଦ (ସିବିଡିଟି)ର ଅଧ୍ୟକ୍ଷ ସୁଶୀଲ ଚନ୍ଦ୍ରଙ୍କ ଭବିଷ୍ୟତକୁ ନେଇ ଦିଲ୍ଲୀରେ ନାନା କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଆସନ୍ତା ମେ ଶେଷ ସୁଦ୍ଧା ଚନ୍ଦ୍ର ଅବସର ନେବାକୁ ଥିବାବେଳେ ସରକାର ତାଙ୍କ କାର୍ଯ୍ୟକାଳ ପୁଣିଥରେ ବୃଦ୍ଧି କରିପାରନ୍ତି ବୋଲି ଶୁଣିବାକୁ ମିଳୁଛି। ଏଠାରେ ସ୍ମରଣଯୋଗ୍ୟ ଯେ, ଗତବର୍ଷ ମେ ମାସରେ ଚନ୍ଦ୍ର ଅବସର ନେବାର ଥିଲା। କିନ୍ତୁ ତାଙ୍କ ଅବସରର କିଛିଦିନ ପୂର୍ବରୁ ମୋଦି ସରକାର ତାଙ୍କୁ ସିବିଡିଟିର ଅଧ୍ୟକ୍ଷ ଭାବେ ପୁନର୍ନିଯୁକ୍ତ କରିଥିଲେ। ସମ୍ପ୍ରତି ସରକାର ସିବିଡିଟିର ଦୁଇଟି ସଦସ୍ୟ ପଦ ପୂରଣ କରିବା ପାଇଁ ପ୍ରକ୍ରିୟା ଆରମ୍ଭ କରିଥିବାବେଳେ ଚନ୍ଦ୍ରଙ୍କ ଅବସର ପରେ ଖାଲି ହେବାକୁ ଥିବା ଅଧ୍ୟକ୍ଷ ପଦ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ କରି ନ ଥିବାରୁ ଏପରି କଳ୍ପନାଜଳ୍ପନାକୁ ଖୋରାକ ମିଳିଯାଇଛି। ତେବେ ଆଉ କିଛି ଲୋକଙ୍କ ଅନୁମାନ ଅନୁସାରେ ଚନ୍ଦ୍ରଙ୍କୁ ୧୯୮୪ ବ୍ୟାଚ୍‌ ଆଇପିଏସ୍‌ ଅଫିସର କର୍ନଲ ସିଂଙ୍କ ସ୍ଥାନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ମୁଖ୍ୟ କରାଯାଇପାରେ।...

ବିଶ୍ୱାସ ନିକିତିରେ ଦେଶର ତଉଲ

ବିଶ୍ୱାସ ନିକିତିରେ ଦେଶର ତଉଲ

ସରଳ କୁମାର ଦାସ ଯେ କୌଣସି ସମାଜର ଉନ୍ନତି ଓ ପ୍ରଗତି ପାଇଁ ଦୃଢ଼ ଭାବେ ସଂସ୍ଥାପିତ, ବିଶ୍ୱସନୀୟ, ଉତ୍ତରଦାୟୀ, ପ୍ରଭାବୀ ଅନୁଷ୍ଠାନଗୁଡ଼ିକର ଆବଶ୍ୟକତା ଗୁରୁତ୍ୱପୂର୍ଣ୍ଣ। ଅନୁଷ୍ଠାନଗୁଡ଼ିକ ସମାଜକୁ ତିଆରି କରୁଥିବା ଇଟାଖଣ୍ଡ ସଦୃଶ। ଜନସାଧାରଣଙ୍କର ସଂସ୍ଥା ଓ ବ୍ୟବସ୍ଥା ପ୍ରତି ଆସ୍ଥା ନ ରହିଲେ ଅରାଜକତା ଦେଖାଦେଇ ତାହା ସମାଜ ଓ ଦେଶର ସଂହତି ପ୍ରତି ବିପଦ ସୃଷ୍ଟି କରିବାର ସମ୍ଭାବନା ଥାଏ। ଲୋକଙ୍କ ଆସ୍ଥା ବିନା ଗୋଟିଏ ଦେଶ ତିଷ୍ଠି ରହିବା ଅସମ୍ଭବ ବୋଲି ବହୁ ଶତାବ୍ଦୀ ପୂର୍ବରୁ ଚୀନ ଦାର୍ଶନିକ କନ୍‌ଫୁସିଅସ୍‌ କହିଥିଲେ।...

ସାହିତ୍ୟ କାହିଁକି

ସାହିତ୍ୟ କାହିଁକି

ଶିବରାମ ଶତପଥୀ ସହିତ ଶବ୍ଦରେ ୟ ପ୍ରତ୍ୟୟ ଯୋଗ କରି ସାହିତ୍ୟ ଶବ୍ଦ ସୃଷ୍ଟ। ପଣ୍ଡିତମାନେ ବ୍ୟାଖ୍ୟା କରି କହିଛନ୍ତି ଯାହା ଜୀବାତ୍ମାକୁ ପରମାତ୍ମାଙ୍କ ସହିତ ମିଶାଏ ତାହା ସାହିତ୍ୟ। ତେବେ ଯୁଗେ ଯୁଗେ ସାହିତ୍ୟ ସୃଷ୍ଟି କରନ୍ତି ଅଳ୍ପକିଛି ସ୍ଥିତଧୀ ବ୍ୟକ୍ତି ଓ ସେଥିରେ ଆପ୍ୟାୟିତ ହୁଅନ୍ତି ଅସଂଖ୍ୟ ପାଠକଳ୍‌। ଯେପରି ଜଣେ ଭଗୀରଥ ଗଙ୍ଗାଙ୍କୁ ସ୍ବର୍ଗରୁ ଅବତରଣ କରାଇଥିଲେ। କେବଳ ଷାଠିଏ ସହସ୍ର ସଗର ପୁତ୍ର ନୁହନ୍ତି କୋଟି କୋଟି ବ୍ୟକ୍ତି ସେ ଜଳରେ ଅବଗାହନ ଓ ପାନ କରି ଉପକୃତ ହେଉଛନ୍ତି। ସାହିତ୍ୟ ସୃଷ୍ଟି ସେପରି ଶାଶ୍ୱତ ଓ ସାର୍ବଜନୀନ ହେବା ଆବଶ୍ୟକ।...

ଏଇ ଭାରତରେ

ଏଇ ଭାରତରେ

ବିବାହ ପୂର୍ବରୁ କନ୍ୟା ତା’ର ପ୍ରେମିକ ସହ ଫେରାର ହୋଇଯିବା ଫଳରେ ବରକୁ ଶିଶୁପାଳ ହୋଇ ଫେରିବାର ଉଦାହରଣ ଅନେକ ରହିଛି। କିନ୍ତୁ ବର ମଦ୍ୟପାନ କରି ବାହା ହେବାକୁ ଆସିଥିବାରୁ କନ୍ୟା ବିନା ଘରକୁ ଫେରିବା ଘଟଣା ଖୁବ୍‌ କମ୍‌ ଦେଖିବାକୁ ମିଳେ। ଏମିତି ଏକ ଘଟଣା ଗତ ମଙ୍ଗଳବାର ଦେଖିବାକୁ ମିଳିଛି ଉତ୍ତରପ୍ରଦେଶର ଇଟାଓ୍ବା ଜିଲା ଶେଖପୁର ସରୌୟା ଗ୍ରାମରେ। କନ୍ୟା କୁମ୍‌କୁମ୍‌ ଖୁବ୍‌ ସାହସ ଦେଖାଇ ମଦ୍ୟପ ବରକୁ ଫେରାଇ ଦେଇଛନ୍ତି। କୁମ୍‌କୁମ୍‌ଙ୍କ ପରିବାର ରୁହନ୍ତି ଶେଖପୁର ସରୌୟା ଗ୍ରାମରେ। ତାଙ୍କର ବିବାହ ସ୍ଥିର ହୋଇଥିଲା ସେହି ଜିଲାର ଯଶଓ୍ବନ୍ତନଗର କସ୍‌ବେ ଗ୍ରାମର ଗୁଲ୍‌ଶନ୍‌ ଯାଦବଙ୍କ ସହ। କୁମ୍‌କୁମ୍‌ ଗୋଟିଏ ସର୍ତ୍ତ ରଖିଥିଲେ ଯେ, ବାହାଘରକୁ କେହି ମଦ ପିଇ ଆସିବେ ନାହିଁ। ବରଯାତ୍ରୀମାନଙ୍କୁ ଏଥିସକାଶେ ବାରଣ ମଧ୍ୟ କରାଯାଇଥିଲା। ...