ରାଜ୍ୟ |

ସରପଞ୍ଚ ବହିଷ୍କୃତ: ଅପରାଧିକ ମାମଲା ରୁଜୁ ପାଇଁ ଜିଲାପାଳଙ୍କ ନିର୍ଦ୍ଦେଶ

ସରପଞ୍ଚ ବହିଷ୍କୃତ: ଅପରାଧିକ ମାମଲା ରୁଜୁ ପାଇଁ ଜିଲାପାଳଙ୍କ ନିର୍ଦ୍ଦେଶ

ହାଟଡିହୀ,୭।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ମରେଇଗାଁ ସରପଞ୍ଚ ନକୁଳ ଚନ୍ଦ୍ର ଦାସଙ୍କୁ ତାଙ୍କ ପଦବୀରୁ ବହିଷ୍କାର କରାଯାଇଛି। ନିର୍ବାଚନ ସମୟରେ ଜାଲ ଜାତିଗତ ପ୍ରମାଣପତ୍ର ଦେଇଥିବା ଅଭିଯୋଗରେ ଏହି ପଦକ୍ଷେପ ନିଆଯାଇଛି। ତାଙ୍କ ବିରୁଦ୍ଧରେ ଅପରାଧିକ ମାମଲା ରୁଜୁ କରିବା ପାଇଁ କେନ୍ଦୁଝର ଜିଲାପାଳ, ଜିଲା ପଞ୍ଚାୟତ ଅଧିକାରୀ(ଡି.ପି.ଓ.) ଏବଂ ଡି.ଡବ୍ଲ୍ୟୁ.ଓ.ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଗତ ପଞ୍ଚାୟତ ନିର୍ବାଚନରେ ଉକ୍ତ ପଞ୍ଚାୟତ ଏସ୍‌.ସି. ବର୍ଗଙ୍କ ପାଇଁ ସଂରକ୍ଷିତ ଥିଲା। ନକୁଳ ଏହି ବର୍ଗର ବୋଲି ଜାତିଗତ ପ୍ରମାଣପତ୍ର ଦେଇଥିଲେ। ମାତ୍ର ନକୁଳ ସେହି ଜାତିର ନୁହଁନ୍ତି ବୋଲି ନିର୍ମଳ ମଲ୍ଲିକ ନାମକ ଜଣେ ବ୍ୟକ୍ତି ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ।

All Right Reserved By

ରାଜ୍ୟ |

ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇନାହିଁ: ଏସ୍‌ଆର୍‌ସି

ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇନାହିଁ: ଏସ୍‌ଆର୍‌ସି

ଭୁବନେଶ୍ୱର,୨୨।୭(ବ୍ୟୁରୋ): ସାମ୍ପ୍ରତିକ ଲଗାଣ ବର୍ଷା ସତ୍ତ୍ୱେ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇନାହିଁ। ନଦୀଗୁଡ଼ିକର ଜଳସ୍ତର ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି।

ଲଗାଣ ବର୍ଷାରେ ଘର ଭାଙ୍ଗିଲା, ବେସାହାରା ହେଲେ ସ୍ବାମୀ ପରିତ୍ୟକ୍ତା

ଲଗାଣ ବର୍ଷାରେ ଘର ଭାଙ୍ଗିଲା, ବେସାହାରା ହେଲେ ସ୍ବାମୀ ପରିତ୍ୟକ୍ତା

ଗଞ୍ଜାମ,୨୨।୭(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ବିଶେଷ କ୍ଷୟକ୍ଷତି ଘଟିଛି। କଇଁଚପୁର ପଞ୍ଚାୟତ ମାଳୀ ଜଗନ୍ନାଥପୁର ଗ୍ରାମର ଅପି ମହାପାତ୍ରଙ୍କ ଝାଟିମାଟି ଘର ଶନିବାର ସନ୍ଧ୍ୟାରେ ଭାଙ୍ଗି ଯାଇଥିବା ଜଣାପଡ଼ିଛି। ଅପି ଜଣେ ସ୍ବାମୀ ପରିତ୍ୟକ୍ତା ମହିଳା ହୋଇଥିବାରୁ ତାଙ୍କୁ ପ୍ରଶାସନ ପକ୍ଷରୁ ସାହାଯ୍ୟ କରାଯିବାକୁ ଗ୍ରାମବାସୀ ଦାବି କରିଛନ୍ତି।

ଲଗାଣ ବର୍ଷାରେ ହନ୍ତସନ୍ତ ନନ୍ଦନକାନନ ଜୀବଜନ୍ତୁ, ଏନ୍‌କ୍ଲୋଜରରେ ପଶିଲା ପାଣି

ଲଗାଣ ବର୍ଷାରେ ହନ୍ତସନ୍ତ ନନ୍ଦନକାନନ ଜୀବଜନ୍ତୁ, ଏନ୍‌କ୍ଲୋଜରରେ ପଶିଲା ପାଣି

ଭୁବନେଶ୍ୱର,୨୨।୭(ବ୍ୟୁରୋ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏପରି ସ୍ଥିତିରେ ବିଭିନ୍ନ ସଂରକ୍ଷିତ ଜଙ୍ଗଲରେ ଜୀବଜନ୍ତୁ ବି ବାଦ ପଡ଼ୁନାହାନ୍ତି। ଏହି କ୍ରମରେ ନନ୍ଦନକାନନର ହାଲ ବେହାଲ୍‌ ହୋଇଛି। ବଟାନିକାଲ୍‌ ଗାର୍ଡେନ୍‌କୁ ଯୋଗାଯୋଗ ବାଧାପ୍ରାପ୍ତ ହୋଇଥିବା ବେଳେ ବିଭିନ୍ନ ଏନ୍‌କ୍ଲୋଜର ମଧ୍ୟରେ ପାଣି ପଶିଛି। ଏଣୁ ଜନ୍ତୁମାନେ ହନ୍ତସନ୍ତ ହେଉଛନ୍ତି।

ସିଂହଦ୍ୱାରରେ ତାଳଧ୍ୱଜ: ଗହଳ ଲଗାଇ ଆସୁଛନ୍ତି ଜଗନ୍ନାଥ

ସିଂହଦ୍ୱାରରେ ତାଳଧ୍ୱଜ: ଗହଳ ଲଗାଇ ଆସୁଛନ୍ତି ଜଗନ୍ନାଥ

ପୁରୀ ଅଫିସ,୨୨।୭: ସିଂହଦ୍ୱାରରେ ପହଞ୍ଚିଛି ବଡ଼ଠାକୁର ବଳଭଦ୍ରଙ୍କ ରଥ। ମାଉସୀ ମା’ ମନ୍ଦିରଠାରେ ପୋଡ଼ପିଠା ଖାଇ ଯାତ୍ରା ଆରମ୍ଭ କରିବା ପରେ ଅପରାହ୍ନ ୩.୩୦ରେ ତାଳଧ୍ୱଜ ସିଂହଦ୍ୱାର ସମ୍ମୁଖରେ ପହଞ୍ଚିଛି।

୪ ଫୁଟ ଲମ୍ବ ସୁଡ଼ଙ୍ଗ କରି ଜୁଏଲାରୀ ଦୋକାନରୁ ଚୋରି

୪ ଫୁଟ ଲମ୍ବ ସୁଡ଼ଙ୍ଗ କରି ଜୁଏଲାରୀ ଦୋକାନରୁ ଚୋରି

ଜଟଣୀ,୨୨।୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଟଣୀ ଥାନା ଅନ୍ତର୍ଗତ ରାଜବଜାର ଅଞ୍ଚଳରେ ଥିବା ଗୋଲ୍ଡ ପ୍ଲାଜା ନାମକ ଜୁଏଲାରି ଦୋକାନରୁ ଶନିବାର ବିଳମ୍ବିତ ରାତିରେ ବଡ ଧରଣର ଚୋରୀ ହୋଇଛି। ନିକଟରେ ଥିବା ଡ୍ରେନ୍‌ ଭିତରୁ ଜୁଏଲାରୀ ଦୋକାନ ପର୍ଯ୍ୟନ୍ତ ୪ ଫୁଟ ଲମ୍ବର ସୁଡଙ୍ଗ କରି ଦୁର୍ବୃତ୍ତମାନେ ଏହି ଚୋରି କରିଥିବା ଜଣାପଡ଼ିଛି।

ଦବିଥିବା ଲୁଣାବନ୍ଧ ମରାମତି ଆରମ୍ଭ

ଦବିଥିବା ଲୁଣାବନ୍ଧ ମରାମତି ଆରମ୍ଭ

କାକଟପୁର,୨୨।୭(ଡି.ଏନ୍‌.ଏ.): ଲଘୁଚାପ ପ୍ରଭାବରେ ବର୍ଷା ଲାଗି ରହିଥିବାରୁ ବେଳଙ୍ଗ-କେଉଟଜଙ୍ଗା ଲୁଣାବନ୍ଧର ବିଭିନ୍ନ ସ୍ଥାନ ଦବିଯାଇଥିଲା। ଫଳରେ ନଦୀ ତଟବର୍ତ୍ତୀ ଗ୍ରାମର ଗ୍ରାମବାସୀମାନେ ଭୟଭୀତ ହୋଇପଡ଼ିଥିଲେ।

ଜଳବନ୍ଦି ଗ୍ରାମ ପରିଦର୍ଶନ କଲେ କାକଟପୁର ବିଧାୟକ

ଜଳବନ୍ଦି ଗ୍ରାମ ପରିଦର୍ଶନ କଲେ କାକଟପୁର ବିଧାୟକ

କାକଟପୁର,୨୨।୭(ଡି.ଏନ୍‌.ଏ.): ଲଘୁଚାପ ପ୍ରଭାବରେ ବଙ୍ଗୋପସାଗର ଉପକୂଳବର୍ତ୍ତୀ ଅସ୍ତରଙ୍ଗ ଓ କାକଟପୁର ଅଞ୍ଚଳରେ ପ୍ରବଳ ବର୍ଷା ହୋଇଥିଲା। ଫଳରେ ଏହାର ଅନେକ ଅଞ୍ଚଳ ଜଳବନ୍ଦି ହୋଇ ରହିଥିବା ବେଳେ ବ୍ୟାପକ କ୍ଷୟକ୍ଷତି ହୋଇଛି। ରବିବାର କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ, ବ୍ଲକ ଅଧ୍ୟକ୍ଷା ମନୋରମା ସ୍ବାଇଁ, କାକଟପୁର ବିଡିଓ ସୁଧିର କୁମାର ନାୟକ ପ୍ରମୁଖ ଜଳବନ୍ଦି ହୋଇଥିବା ବିଭିନ୍ନ ଗାଁ ପରିଦର୍ଶନ କରିଥିଲେ।

ବଡ଼ଦାଣ୍ଡରେ ଗଡୁଛି ତିନି ରଥ

ବଡ଼ଦାଣ୍ଡରେ ଗଡୁଛି ତିନି ରଥ

ପୁରୀ ଅଫିସ,୨୨।୭: ନିର୍ଦ୍ଧାରିତ ସମୟର ୨ ଘଣ୍ଟା ପୂର୍ବରୁ ମହାପ୍ରଭୁଙ୍କ ଆରମ୍ଭ ହୋଇଛି ରଥଟଣା। ବିଗତ ବର୍ଷମାନଙ୍କ ତୁଳନାରେ ଚଳିତ ବର୍ଷ ସଅଳ ରଥଟଣା ହୋଇଛି। ଛେରାପହଁରା ନୀତି ବଢ଼ିବା ପରେ ରଥରୁ ଚାରମାଳ ଫିଟାଯାଇ ଘୋଡାଗୁଡ଼ିଙ୍କୁ ଲଗାଯାଇଥିଲା।

ଜଳିଗଲା ଟ୍ରାନ୍ସପୋର୍ଟ କମ୍ପାନୀ ଗୋଦାମ: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ଜଳିଗଲା ଟ୍ରାନ୍ସପୋର୍ଟ କମ୍ପାନୀ ଗୋଦାମ: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

କଟକ ରୋଡ,୨୨।୭(ଡି.ଏନ୍‌.ଏ.): ଲକ୍ଷ୍ମୀସାଗର ଥାନା ଅଧୀନ ଝାରପଡ଼ା ଓଭରବ୍ରିଜ ନିକଟରେ ଥିବା ଏକ ଘରୋଇ ଟ୍ରାନ୍ସପୋର୍ଟ କମ୍ପାନୀରେ ରବିବାର ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଫଳରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଛି।

ଜାତୀୟ ରାଜପଥ ଜଳମଗ୍ନ

ଜାତୀୟ ରାଜପଥ ଜଳମଗ୍ନ

ବଅଁରପାଳ,୨୨।୭(ଡି.ଏନ୍‌.ଏ.): ନାଲ୍‌କୋ ନିକଟ କାଣ୍ଡସର ପେଟ୍ରୋଲ ଟାଙ୍କିଠାରେ ୫୫ ନମ୍ବର ଜାତୀୟ ରାଜପଥ ଜଳ ମଗ୍ନ ହୋଇଛି। ଲଗାଣ ବର୍ଷା ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି।

ଜଳବନ୍ଦିରେ ଲେଣ୍ଡୋ ପଞ୍ଚାୟତ: ଭାଙ୍ଗିଲା ଘର, ବାତ୍ୟା ଆଶ୍ରୟସ୍ଥଳରେ ଦିନ କାଟୁଛନ୍ତି ଗ୍ରାମବାସୀ

ଜଳବନ୍ଦିରେ ଲେଣ୍ଡୋ ପଞ୍ଚାୟତ: ଭାଙ୍ଗିଲା ଘର, ବାତ୍ୟା ଆଶ୍ରୟସ୍ଥଳରେ ଦିନ କାଟୁଛନ୍ତି ଗ୍ରାମବାସୀ

ନିରାକାରପୁର,୨୨।୭(ଡି.ଏନ୍‌.ଏ.): ଶୁକ୍ରବାରଠାରୁ ଲାଗି ରହିଛି ଲଘୁଚାପ ଜନିତ ଲଗାଣ ବର୍ଷା। ଏଥିଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଖୋର୍ଦ୍ଧା ଜିଳା ଟାଙ୍ଗି ବ୍ଲକ ଲେଣ୍ଡୋ ପଞ୍ଚାୟତର ପ୍ରାୟ ସମସ୍ତ ଗାଁ ପାଣି ଘେରରେ ରହିଛି।

ଟ୍ରକ୍‌ ଧକ୍କାରେ ୫ ସ୍କୁଲ ଛାତ୍ରୀଛାତ୍ରଙ୍କ ମୃତ୍ୟୁ ଘଟଣା: ଡ୍ରାଇଭର ଗିରଫ

ଟ୍ରକ୍‌ ଧକ୍କାରେ ୫ ସ୍କୁଲ ଛାତ୍ରୀଛାତ୍ରଙ୍କ ମୃତ୍ୟୁ ଘଟଣା: ଡ୍ରାଇଭର ଗିରଫ

ଭଦ୍ରକ ଅଫିସ,୨୨।୭: ଭଦ୍ରକ ରାହାଞ୍ଜ ନିକଟରେ ଗୁରୁବାର ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ର ଡ୍ରାଇଭର ଶନିବାର ବିଳମ୍ବିତ ରାତିରେ ଗିରଫ ହୋଇଛନ୍ତି। ଗ୍ରାମାଞ୍ଚଳ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ତାଙ୍କୁ ଆନ୍ଧ୍ରପ୍ରଦେଶରୁ ଗିରଫ କରିଛି।

Watch Live Broadcast of Rath Yatra Puri, Odisha Here

Model This Week

ରୂପେଶ