Dharitri News
ରାଜ୍ୟ |

ଗଠନ ହେବ ଗୃହ କମିଟି

ଗଠନ ହେବ ଗୃହ କମିଟି ଭୁବନେଶ୍ୱର,୭।୧୨(ବ୍ୟୁରୋ)-ମହାନଦୀ ଜଳ ବିବାଦ ବେଳକୁ ବେଳ ଗୋଳିଆ ହେବାରେ ଲାଗିଛି। ମହାନଦୀର ଉପରମୁଣ୍ଡରେ ଛତିଶଗଡ ବ୍ୟାରେଜ ନିର୍ମାଣ କାର୍ଯ୍ୟ ଅବ୍ୟାହତ ରଖିଥିବା ବେଳେ କେନ୍ଦ୍ର ସରକାର ଟ୍ରିବ୍ୟୁନାଲ ଗଠନକୁ ଅଗ୍ରାହ୍ୟ କରିଛନ୍ତି। ଏଭଳି ପରିସ୍ଥିତିରେ ଆଇନର ଆଶ୍ରୟ ଛଡା ଅନ୍ୟ କୌଣସି ବିକଳ୍ପ ରାଜ୍ୟ ସରକାରଙ୍କ ପାଖରେ ନାହିଁ। ମହାନଦୀ ପ୍ରସଙ୍ଗରେ ଆଗକୁ କି ରଣନୀତି ପ୍ରସ୍ତୁତ କରାଯିିବ ସେ ବିଷୟ ନିର୍ଣ୍ଣୟ କରିବ ବିଧାନସଭା ଗୃହ କମିଟି। ଗୁରୁବାର ବିଧାନସଭା ପରିସରରେ ବାଚସ୍ପତି ପ୍ରଦୀପ କୁମାର ଅମାତଙ୍କ ଅଧ୍ୟକ୍ଷତାରେ ବସିଥିବା ସର୍ବଦଳୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବାଚସ୍ପତି ଖୁବ୍‌ଶୀଘ୍ର ଗୃହ କମିଟି ଗଠନ କରିବେ। ଏ ନେଇ ସର୍ବସମ୍ମତ ମତପ୍ରକାଶ ପାଇଛି। ବୈଠକ ଶେଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଣମାଧ୍ୟମକୁ କହିଛନ୍ତି ଯେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ମହାନଦୀ ସମସ୍ୟା ପାଇଁ ଏକ ଗୃହ କମିଟି ଗଠନ କରାଯିବ। ମହାନଦୀ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ ମୁଖ୍ୟମନ୍ତ୍ରୀ ମଧ୍ୟ କଡା ସମାଲୋଚନା କରିଛନ୍ତି। ବୁଧବାର ଏହି ପ୍ରସଙ୍ଗରେ କେନ୍ଦ୍ର ସରକାର ଯେଭଳି ସତ୍ୟପାଠ ଦାଖଲ କଲେ ସେ କେବେ ନିରପେକ୍ଷ ରେଫରି ହୋଇପାରିବେ ନାହିଁ। ବିଭିନ୍ନ ରାଜନୈତିକ ଦଳ ସହ ଆଲୋଚନା କରି ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମହାନଦୀ ବିବାଦ ସମାଧାନ ପାଇଁ ଟ୍ରିବ୍ୟୁନାଲ ଗଠନ ନ କରିବା ନେଇ କେନ୍ଦ୍ର ସରକାର ନିଜର ଆଭିମୁଖ୍ୟ ସ୍ପଷ୍ଟ କରିବା ପରେ ବିଧାନସଭାରେ ଝଡ ସୃଷ୍ଟି ହୋଇଥିଲା। ଏହି ବିବାଦର ସମାଧାନ ପାଇଁ ସର୍ବଦଳୀୟ ବୈଠକ ଡାକିବାକୁ ଉଭୟ ଶାସକ ଓ ବିରୋଧୀ ଦାବି କରିଥିଲେ। ଗୃହ କାର୍ଯ୍ୟକୁ ସ୍ଥଗିତ କରି ଗୁରୁବାର ଅପରାହ୍ନ ୫ଟାରେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକରେ ମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ନେତା ନରସିଂହ ମିଶ୍ର, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସରକାରୀ ଦଳ ମୁଖ୍ୟ ସଚେତକ ଅମର ଶତପଥୀ, ଭାଜପା ବିଧାୟକ ଦଳ ନେତା କନକ ବର୍ଦ୍ଧନ ସିଂଦେଓ, ବିଜେଡି ବିଧାୟକ ସଞ୍ଜୟ ଦାସବର୍ମା, ଦେବୀ ପ୍ରସାଦ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ। ୧ ଘଣ୍ଟା ମାନସମନ୍ଥନ ପରେ ଗୃହ କମିଟି ଗଠନ କରିବାକୁ ନିଷ୍ପତ୍ତି ହୋଇଛି। ମହାନଦୀ ପ୍ରସଙ୍ଗରେ ସବୁ ଦଳ ମିଳିତ ଭାବେ ଲଢେଇ କରିବାକୁ ସଂକଳ୍ପ କରିଛନ୍ତି। ତେବେ ସରକାର ବିରୋଧୀ ଦଳକୁ ସାଙ୍ଗରେ ନେଇ ଏହି ଲଢେଇକୁ କେତେଦୂର ଆଗକୁ ନେବ ସେ ନେଇ ମଧ୍ୟ ଆଶଙ୍କା ସୃଷ୍ଟି ହୋଇଛି। ପୂର୍ବରୁ ବିରୋଧୀ ଦଳ ନେତା ନରସିଂହ ମିଶ୍ର ମହାନଦୀ ପ୍ରସଙ୍ଗରେ ସର୍ବଦଳୀୟ ବୈଠକ ଡାକିଥିଲେ। ସେଥିରେ ବିଜେଡି ଯୋଗ ଦେଇ ନ ଥିଲା। ଏହାଛଡା ଏହି ପ୍ରସଙ୍ଗରେ ଭାଜପା ସରକାରଙ୍କୁ କେତେଦୂର ସହଯୋଗ କରିବ ତାହା ସମୟ କହିବ।

ରାଜ୍ୟ |

  ଅଧା ରହିଗଲା ଚାକିରି ସ୍ବପ୍ନ: ସନ୍ତରଣ ଅଭ୍ୟାସ ବେଳେ ଯୁବକଙ୍କ ମୃତ୍ୟୁ

ଅଧା ରହିଗଲା ଚାକିରି ସ୍ବପ୍ନ: ସନ୍ତରଣ ଅଭ୍ୟାସ ବେଳେ ଯୁବକଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୧।୧(ଡି.ଏନ.ଏ)- ଚାକିରି କରିବାର ସ୍ବପ୍ନ ଥିଲା। ଆଗକୁ ଏକ ସରକାରୀ ଚାକିରି ପାଇଁ ସନ୍ତରଣ ପରୀକ୍ଷା ମଧ୍ୟ ଥିଲା। ଏଥିପାଇଁ ସାଙ୍ଗ ସହ ମିଶି ଜୋରଦାର ପ୍ରସ୍ତୁତି ଚଳାଇଥିଲେ।

ଡାକ୍ତର ସ୍ବାମୀଙ୍କ ପରକୀୟା ପ୍ରୀତିକୁ ଧରାଇଲେ ଗୁପ୍ତଚର: ହୋଟେଲରେ ପହଞ୍ଚତ୍ ଛେଚିଲେ ସ୍ତ୍ରୀ

ଡାକ୍ତର ସ୍ବାମୀଙ୍କ ପରକୀୟା ପ୍ରୀତିକୁ ଧରାଇଲେ ଗୁପ୍ତଚର: ହୋଟେଲରେ ପହଞ୍ଚତ୍ ଛେଚିଲେ ସ୍ତ୍ରୀ

ଭୁବନେଶ୍ୱର, ୨୧।୧(ବ୍ୟୁରୋ)- ଘରେ ସ୍ତ୍ରୀ ଥାଇ ଅନ୍ୟ ମହିଳାଙ୍କ ସହ ପରକୀୟା ପ୍ରୀତିରେ ଡାକ୍ତର ସ୍ବାମୀ ବ୍ୟସ୍ତ ରହୁଥିଲେ। ଶେଷରେ ତାଙ୍କ ସ୍ତ୍ରୀ ଗୁପ୍ତଚର ଲଗାଇ ତାଙ୍କୁ ଧରିବାରେ ସଫଳ ହୋଇଛନ୍ତି।

ଟ୍ରେନରୁ ଲୁଟ୍‌ ଉଦ୍ୟମ ବିଫଳ: ୫ ଗିରଫ

ଟ୍ରେନରୁ ଲୁଟ୍‌ ଉଦ୍ୟମ ବିଫଳ: ୫ ଗିରଫ

ବ୍ରହ୍ମପୁର ଅଫିସ,୨୧।୧-ଖୋର୍ଦ୍ଧା ରେଳ ଡିଭିଜିନ ଅନ୍ତର୍ଗତ ଜଟଣୀଠାରୁ ଏକ ଟ୍ରେନରେ ଲୁଟ୍‌ ଯୋଜନା କରୁଥିବା ୫ ଯୁବକଙ୍କୁ ଖୋର୍ଦ୍ଧା ଜିଆରପି ପୋଲିସ ଗିରଫ କରିଛି। ସେମାନେ ହେଲେ ନୂଆଦିଲ୍ଲୀ ସୁଲତାନପୁରୀ ଅଞ୍ଚଳର ସୁନୀଲ କୁମାର, ହରିୟାଣାର ଭନାବୀ ବେହେରା, ପଶ୍ଚିମ ନୂଆଦିଲ୍ଲୀର ବିଜେନ୍ଦ୍ର କୁମାର, ରାଜେଶ କୁମାର ଓ ସୁଲତାନପୁରୀର ରବୀନ୍ଦ୍ର। ସେମାନଙ୍କ ନିକଟରୁ ଭୁବନେଶ୍ୱରରୁ ବ୍ରହ୍ମପୁର ଯାଉଥିବା ରେଳ ଟିକେଟ୍‌, ଖଣ୍ଡା, ଛୁରି, ଲଙ୍କାଗୁଣ୍ଡ ପ୍ୟାକେଟ୍‌ ଓ ନଗଦ ଟଙ୍କା ୨୦ ହଜାର ୭୦୦ ଟଙ୍କା ଜବତ କରାଯାଇଛି।

ବ୍ରହ୍ମପୁରରେ ଓପନ୍‌ ଡଗ୍‌ ଶୋ’

ବ୍ରହ୍ମପୁରରେ ଓପନ୍‌ ଡଗ୍‌ ଶୋ’

ବ୍ରହ୍ମପୁର ଅଫିସ,୨୧।୧-ଗଞ୍ଜାମ କେନାଇନ୍‌ ସଂଘ ତରଫରୁ ଖଲ୍ଲିକୋଟ କଲେଜ ଷ୍ଟାଡିୟମ୍‌ଠାରେ ରବିବାର ପ୍ରଥମ ଥର ପାଇଁ ଅଲ୍‌ ବ୍ରିଡ଼୍‌ ଓପନ୍‌ ଡଗ୍‌ ଶୋ’ ଅନୁଷ୍ଠିତ ହୋଇଥିଲା। ଏଥିରେ ବ୍ରହ୍ମପୁର, ସମ୍ବଲପୁର, କଟକ, ଭୁବନେଶ୍ୱର ଏବଂ ଇଚ୍ଛାପୁରରୁ ୨୫ପ୍ରଜାତିର କୁକୁର ଭାଗନେଇଥିଲେ।

ବାର୍‌ହା ଶିକାର: ୨ ଶିକାରୀ ଗିରଫ

ବାର୍‌ହା ଶିକାର: ୨ ଶିକାରୀ ଗିରଫ

ଆସିକା,୨୧।୧ (ଡି.ଏନ୍‌.ଏ.)-ଆସିକା ବନାଞ୍ଚଳର ଧରାକୋଟ ବ୍ଲକ ଅନ୍ତର୍ଗତ ଝରପାରୀ ଗ୍ରାମ ନିକଟରୁ ରବିବାର ସକାଳ ପ୍ରାୟ ୮ଟାରେ ବନ ବିଭାଗ କର୍ମଚାରୀମାନେ ଗୋଟିଏ ମୃତ ବାର୍‌ହା ସହ ଦୁଇଜଣ ଶିକାରୀଙ୍କୁ ଗିରଫ କରିଛନ୍ତି। ସେମାନେ ହେଲେ କଳାସୁତା ଗ୍ରାମର ସତ୍ୟବାନ ପ୍ରଧାନ ଓ ବୁଗୁଡା ବନାଞ୍ଚଳର ବାଲିପଦର ନିକଟସ୍ଥ ମହୁଲପଲ୍ଲୀ ଗ୍ରାମର ରମେଶ ସ୍ବାଇଁ। ସେମାନେ ଝରପାରୀ ଗ୍ରାମ ମାଛଖାଇ ଚିହ୍ନଟ ଜଙ୍ଗଲରେ ଖାଦ୍ୟରେ ବିସ୍ଫୋରକ ଦେଇ ବାର୍‌ହା ଶିକାର କରିଥିଲେ।

ସ୍ପଷ୍ଟ ଦିବାଲୋକରେ ଡକାୟତି ଘଟଣାର ପର୍ଦ୍ଦାଫାସ

ସ୍ପଷ୍ଟ ଦିବାଲୋକରେ ଡକାୟତି ଘଟଣାର ପର୍ଦ୍ଦାଫାସ

ସମ୍ବଲପୁର, ୨୧।୧(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ଫାଟକସ୍ଥିତ ମୁଥୁଟ୍‌ ଫାଇନାନ୍ସ କମ୍ପାନୀରୁ ଡକାୟତି ଘଟଣାର ପର୍ଦ୍ଦାଫାଶ ହୋଇଛି। ବିହାର ପୋଲିସ ସହାୟତାରେ ମୁଖ୍ୟ ଅଭିଯୁକ୍ତ ସୁବୋଧ କାଣ୍ଡ ସିଂଙ୍କ ସହ ଅନ୍ୟ ୫ଜଣଙ୍କୁ ଶନିବାର ବିଳମ୍ବିତ ରାତିରେ ବିହାରରୁ ଗିରଫ କରାଯାଇଛି।

ଶ୍ରେଷ୍ଠ ପ୍ରଶାସକ ପରେ ‘ଆଦର୍ଶ ମୁଖ୍ୟମନ୍ତ୍ରୀ’

ଶ୍ରେଷ୍ଠ ପ୍ରଶାସକ ପରେ ‘ଆଦର୍ଶ ମୁଖ୍ୟମନ୍ତ୍ରୀ’

ଭୁବନେଶ୍ୱର,୨୧।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଖ୍ୟାତି ତାଲିକାରେ ରବିବାର ଯୋଡି ହୋଇଛି ଆଉ ଏକ ନୂଆ ସମ୍ମାନ ‘ଆଦର୍ଶ ମୁଖ୍ୟମନ୍ତ୍ରୀ ସମ୍ମାନ’। ମହାରାଷ୍ଟ୍ରର ପୁନେର ଏମ୍‌ଆଇଟି-ଡବ୍ଲ୍ୟୁପିୟୁ କ୍ୟାମ୍ପସ୍‌ରେ ୮ମ ଭାରତୀୟ ଛାତ୍ର ସଂସଦ ଅବସରରେ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି।

ନବୀନଙ୍କ ପ୍ରତି ଲୋକଙ୍କ ଆସ୍ଥା ଓ ଭରସା ଅତୁଟ: ଉପନିର୍ବାଚନରେ ବିଜେଡିର ଜିତାପଟ

ନବୀନଙ୍କ ପ୍ରତି ଲୋକଙ୍କ ଆସ୍ଥା ଓ ଭରସା ଅତୁଟ: ଉପନିର୍ବାଚନରେ ବିଜେଡିର ଜିତାପଟ

ଭୁବନେଶ୍ୱର,୨୧।୧(ବ୍ୟୁରୋ)- ରାଜ୍ୟ ସରକାରଙ୍କ ଲୋକାଭିମୁଖୀ ଯୋଜନା ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ମଳ ଭାବମୂର୍ତ୍ତିର ପ୍ରଭାବ ଜାରି ରହିଛି। ବିଭିନ୍ନ ସ୍ଥାନରେ ପଞ୍ଚାୟତସ୍ତରୀୟ ଉପନିର୍ବାଚନରେ ଦଳ ସଫଳତା ହାସଲ କରିଛି। ମାତ୍ର ବର୍ଷକ ତଳେ ହୋଇଥିବା ପଞ୍ଚାୟତ ନିର୍ବାଚନରେ ଦଳ କେତେକ ସ୍ଥାନରେ ପରାଜିତ ହୋଇଥିଲା। ହେଲେ ବର୍ତ୍ତମାନ ଆସିଥିବା ଫଳାଫଳରୁ ଦଳ ନିଜର ସ୍ଥିତି ସୁଧାରି ପାରିଥିବାର ସଙ୍କେତ ଦେଇଛି ବୋଲି ମୁଖପାତ୍ର ପ୍ରତାପ ଦେବ କହିଛନ୍ତି।

ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ବାତିଲ: ଡିଆରଏମ୍‌ଙ୍କ ଅନୁପସ୍ଥିତି ନେଇ ପ୍ରଶ୍ନ ଉଠାଇଲା ବିଜେଡି

ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ବାତିଲ: ଡିଆରଏମ୍‌ଙ୍କ ଅନୁପସ୍ଥିତି ନେଇ ପ୍ରଶ୍ନ ଉଠାଇଲା ବିଜେଡି

ଭୁବନେଶ୍ୱର,୨୧।୧(ବ୍ୟୁରୋ)-ନିକଟରେ ରେଳରାଷ୍ଟ୍ରମନ୍ତ୍ରୀ ରାଜେନ୍‌ ଗୋହେନ୍‌ ଓଡ଼ିଶା ଗସ୍ତ କରଥିଲେ। ଏହି ଗସ୍ତ ସମୟରେ ଖୁବ୍‌ଶୀଘ୍ର ଭୁବନେଶ୍ୱର ରେଳଷ୍ଟେଶନକୁ ଆଧୁନିକୀକରଣ ପାଇଁ ଏମ୍‌ଓୟୁ କରାଯିବ ବୋଲି ମତ ରଖିଥିଲେ। ଯାହାକୁ ଆଖି ଆଗରେ ରଖି ଶନିବାର ବା ଜାନୁୟାରୀ ୨୦ରେ ରେଲଓ୍ବେ ପକ୍ଷରୁ ରାଜ୍ୟ ସରକାରଙ୍କ ସହିତ ଏମ୍‌ଓୟୁ କରିବା ପାଇଁ ସ୍ଥିର କରାଯାଇଥିଲା।

ମିଶ୍ରଣ ପର୍ବରେ ରାଜ୍ୟ ସରକାରଙ୍କୁ ଧର୍ମେନ୍ଦ୍ରଙ୍କ ସମାଲୋଚନା: ଦୃଢ ପ୍ରତିଜବାବ ରଖିଲା ବିଜେଡି

ମିଶ୍ରଣ ପର୍ବରେ ରାଜ୍ୟ ସରକାରଙ୍କୁ ଧର୍ମେନ୍ଦ୍ରଙ୍କ ସମାଲୋଚନା: ଦୃଢ ପ୍ରତିଜବାବ ରଖିଲା ବିଜେଡି

ଭୁବନେଶ୍ୱର,୨୧।୧(ବ୍ୟୁରୋ)- ଦଳୀୟ କାର୍ଯ୍ୟାଳୟରେ ଆୟୋଜିତ ହୋଇଥିବା ଏକ ମିଶ୍ରଣ ପର୍ବରେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ନିକଟରେ ମନ୍ତ୍ରିମଣ୍ଡଳରୁ ବିଦା ହୋଇଥିବା ଦାମୋଦର ରାଉତଙ୍କୁ ଢାଲ କରି ସେ କହିଛନ୍ତି ଯେ, ମୃତ୍ତିକା ସଂରକ୍ଷଣ ଦୁର୍ନୀତିର ଚେର ତୃତୀୟ ମହଲାକୁ ଲମ୍ବିଥିବାରୁ ରାଉତଙ୍କୁ ମନ୍ତ୍ରିମଣ୍ଡଳରୁ ବହିଷ୍କାର କରାଯାଇଛି। ରାଜ୍ୟ ସରକାରଙ୍କ ଭଙ୍ଗା ମାଠିଆର ବେଳ ସରି ଆସୁଛି। ପୁଣେ ଯାଇ ଆଦର୍ଶ ମୁଖ୍ୟମନ୍ତ୍ରୀର ଡିଣ୍ଡିମ ପିଟିବା ପୂର୍ବରୁ ଓଡ଼ିଆ ଭାବାବେଗ ସହ ଜଡିତ ଥିବା ପ୍ରଶ୍ନର ଉତ୍ତର ଦେବାକୁ ଧର୍ମେନ୍ଦ୍ର କହିଛନ୍ତି।

ଅର୍ଥ ତୋସରପାତ: ବିଡିଓ, ଯନ୍ତ୍ରୀଙ୍କ ସମେତ ୩ ଗିରଫ

କଟକ ଅଫିସ, ୨୦।୧- ଗ୍ରାମ ସଡ଼କ ନିର୍ମାଣ କ୍ଷେତ୍ରରେ ଦୁର୍ନୀତି। ୧କୋଟି ୩୨ଲକ୍ଷ ଟଙ୍କାର ପ୍ରକଳ୍ପକୁ ଟେଣ୍ଡର ନ କରି ବିଭାଗ ପକ୍ଷରୁ କରାଯାଇ ୪୨ଲକ୍ଷ ଟଙ୍କା ତୋସରପାତ କରାଯାଇଛି। ଏହି ଅଭିଯୋଗରେ ଭିଜିଲାନ୍ସ ସେଲ୍‌ ପକ୍ଷରୁ ସୁନ୍ଦରଗଡ ଜିଲାର ଲାଠିକଟା ବିଡିଓ ପୂର୍ଣ୍ଣଚନ୍ଦ୍ର ଭୋଇ, ସହକାରୀ ନିର୍ବାହୀ ଯନ୍ତ୍ରୀ ରାଜକିଶୋର ସାହୁ ଓ ବ୍ଲକର ପୂର୍ବତନ ସହକାରୀ ଯନ୍ତ୍ରୀ ବୁଦ୍ଧେଶ୍ୱର ସାହୁଙ୍କୁ ଶନିବାର ଗିରଫ କରାଯାଇଛି।

୨୪ ପୋଲିସ ଅଧିକାରୀ ସମ୍ବର୍ଦ୍ଧିତ

୨୪ ପୋଲିସ ଅଧିକାରୀ ସମ୍ବର୍ଦ୍ଧିତ

କଟକ ଅଫିସ, ୨୦।୧- ଅଦାଲତ ଅଭିଯୁକ୍ତଙ୍କୁ ଦଣ୍ଡବିଧାନ କଲେ ମାମଲାର ତଦନ୍ତ ଅଧିକାରୀ ପୁରସ୍କୃତ ହେବେ। ଓଡିଶା ପୋଲିସ ପକ୍ଷରୁ ଏଭଳି ଅଭିନବ ଯୋଜନା ଶନିବାର କାର୍ଯ୍ୟକାରୀ ହୋଇଛି। ପ୍ରଥମ ଥର ପାଇଁ ରାଜ୍ୟର ୨୪ ଜଣ ପୋଲିସ ଅଧିକାରୀଙ୍କୁ କ୍ରାଇମବ୍ରାଞ୍ଚ ମୁଖ୍ୟ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଡିଜିପି ଡ. ରାଜେନ୍ଦ୍ର ପ୍ରସାଦ ଶର୍ମା ପ୍ରଶଂସାପତ୍ର ସହ ପ୍ରୋତ୍ସାହନ ରାଶି ଦେଇ ସମ୍ବର୍ଦ୍ଧିତ କରିଛନ୍ତି।