ରାଜ୍ୟ |

ଡିପ୍‌ ଡିପ୍ରେଶନ୍‌ରେ ପରିଣତ ହେଲା ଲଘୁଚାପ, ପ୍ରବଳ ବର୍ଷିବ

ଡିପ୍‌ ଡିପ୍ରେଶନ୍‌ରେ ପରିଣତ ହେଲା ଲଘୁଚାପ, ପ୍ରବଳ ବର୍ଷିବ
ଭୁବନେଶ୍ୱର, ୮।୧୨(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଡିପ୍‌ ଡିପ୍ରେଶନରେ ପରିଣତ ହୋଇଛି। ଏହାର ପ୍ରଭାବରେ ଶୁକ୍ରବାରଠାରୁ ରାଜ୍ୟରେ ଝିପି ଝିପି ବର୍ଷା ଆରମ୍ଭ ହୋଇଛି। ୯ ତାରିଖଠାରୁ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ରାଜ୍ୟର ସମସ୍ତ ବନ୍ଦରରେ ୩ନଂ ବିପଦ ସଙ୍କେତ ଦିଆଯାଇଛି। ଏଥିସହ ୧୦ ତାରିଖ ପର୍ଯ୍ୟନ୍ତ ମତ୍ସଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି।
All Right Reserved By

ରାଜ୍ୟ |

ରାବଣ ପୋଡି ଉତ୍ସବ

ରାବଣ ପୋଡି ଉତ୍ସବ

ଭୁବନେଶ୍ୱର,୧୯।୧୦: ସରିଛି ପାର୍ବଣର ଋତୁ। ଅଧର୍ମ ଉପରେ ଧର୍ମର ବିଜୟକୁ ନେଇ ମହାମାୟା ଧରାବତରଣ କରିଥିଲେ। ଶୁକ୍ରବାର ବିଜୟା ଦଶମୀ ଅବସରରେ ପରାକ୍ରମୀ ରାବଣର ପୁତ୍ତଳିକା ଦାହ କରି ମେଲାଣି ନେଇଛନ୍ତି ଯୋଗମାୟା।

ଦୁଇ ବନ୍ଧୁକ ବେପାରୀ ଗିରଫ

ଦୁଇ ବନ୍ଧୁକ ବେପାରୀ ଗିରଫ

ଭୁବନେଶ୍ୱର,୧୯।୧୦- ଭୁବନେଶ୍ୱର ନିକଟସ୍ଥ ତମାଣ୍ଡୋ ଅଞ୍ଚଳରୁ ଶୁକ୍ରବାର ଦୁଇ ବନ୍ଧୁକ ବେପାରୀ ଗିରଫ ହୋଇଥିବା ଜଣାପଡିଛି । ଖବର ଅନୁଯାୟୀ, କୌଣସି ସୂତ୍ରରୁ କ୍ୟୁଏଟି ଖବର ପାଇ ତମାଣ୍ଡୋରେ ଥିବା ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଥିବା ସୂଚନା ମିଳିଛି ।

ବିଭିନ୍ନ ପୂଜାମଣ୍ଡପ ବୁଲି ଦେଖିଲେ ଅର୍ଥମନ୍ତ୍ରୀ

ବିଭିନ୍ନ ପୂଜାମଣ୍ଡପ ବୁଲି ଦେଖିଲେ ଅର୍ଥମନ୍ତ୍ରୀ

ବାଲିଅନ୍ତା,୧୯।୧୦- ମା’ ଦୁର୍ଗାପୂଜାଙ୍କ ମହାଦଶମୀ ଅବସରରେ ରାଜ୍ୟ ଅର୍ଥ ଓ ଅବକାରୀ ମନ୍ତ୍ରୀ ଶଶିଭୂଷଣ ବେହେରା ଶୁକ୍ରବାର ବାଲିଅନ୍ତା ବ୍ଲକ ଅଞ୍ଚଳକୁ ଆସି ବିଭିନ୍ନ ପୂଜାମଣ୍ଡପ ବୁଲି ଦେଖିଥିଲେ।

ବିଜୟାଦଶମୀରେ କ୍ଷତ୍ରୀୟଙ୍କ ଖଣ୍ଡା ଶୋଭାଯାତ୍ରା

ବିଜୟାଦଶମୀରେ କ୍ଷତ୍ରୀୟଙ୍କ ଖଣ୍ଡା ଶୋଭାଯାତ୍ରା

କଣ୍ଟାପଡା,୧୯।୧୦(ଡି.ଏନ୍‌.ଏ.)- ରାଜ୍ୟ ସାରା ଦଶହରା ପର୍ବ ମହାସମାରୋହରେ ପାଳିିତ ହେଉଥିବା ବେଳେ କଣ୍ଟାପଡାର ଗୋବିନ୍ଦପୁର ଅଞ୍ଚଳରେ ନିଆରା ପର୍ବ ଆୟୋଜନ ହେଉଥିବା ଦେଖାଯାଇଛି । ଶୁକ୍ରବାର ବିଜୟାଦଶମୀ ଅବସରରେ ଉକ୍ତ ଗ୍ରାମରେ କ୍ଷତ୍ରୀୟମାନଙ୍କ ପାରମ୍ପରିକ ଖଣ୍ଡା ଶୋଭାଯାତ୍ରା  ଅନୁଷ୍ଠିତ ହୋଇଯାଇଛି। 

ବୋଲଗଡରେ ନିଆରା ଦଶହରା: କନକଦୁର୍ଗାଙ୍କ ଆଖିରେ ବନ୍ଧା ହେବ ଅନ୍ଧପୁଟୁଳି, ମୁସଲମାନ ଦଳବେହେରା ଦେବେ ହୋମରେ ଘୃତାହୁତି

ବୋଲଗଡରେ ନିଆରା ଦଶହରା: କନକଦୁର୍ଗାଙ୍କ ଆଖିରେ ବନ୍ଧା ହେବ ଅନ୍ଧପୁଟୁଳି, ମୁସଲମାନ ଦଳବେହେରା ଦେବେ ହୋମରେ ଘୃତାହୁତି

ଖୋର୍ଦ୍ଧା ଅଫିସ,୧୯ା୧୦:ଖୋର୍ଦ୍ଧାର ବୋଲଗଡ ବ୍ଲକର ମାଣିକାଗୋଡା ଗଁାରେ ହିନ୍ଦୁ ମୁସଲମାନ ମିଳିମିଶି ନିଆରା ଢଙ୍ଗରେ ପାଳନ କରାଯାଏ ଦଶହରା ପର୍ବ । ଉକ୍ତ ଗାଁର ଥିବା ମା’ କନକଦୁର୍ଗାଙ୍କ ଆରମ୍ଭ ହୋଇଥିବା ଆଶ୍ୱିନ ଶୁକ୍ଳପକ୍ଷ ସପ୍ତମୀରୁ ଅନ୍ଧପୁଟୁଳି ଖୋଲିବା ପରେ ମହାଦଶମୀରେ ପୁଣି ମା’ଙ୍କ ଆଖିରେ ବନ୍ଧା ହେବ  ।

ବୀରମହାରାଜପୁରରେ ପାର୍ବଣର ମହକ: ମନମୋହୁଛି ଲୋକନୃତ୍ୟ

ବୀରମହାରାଜପୁରରେ ପାର୍ବଣର ମହକ: ମନମୋହୁଛି ଲୋକନୃତ୍ୟ

ବୀରମହାରାଜପୁର,୧୯।୧୦(ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ପୂର୍ବ ବର୍ଷ ଭଳି ଏଥର ମଧ୍ୟ ୩ଟି ପୂଜା କମିଟି ଆନୁକୂଲ୍ୟରେ ସାର୍ବଜନୀନ ଦୁର୍ଗାପୂଜା ଆୟୋଜନ କରାଯାଇଛି। ଉଫୁଲାସ୍ଥିତ ଶୈଲସୂତା କ୍ଲବ ପୂଜା କମିଟି ପକ୍ଷରୁ ପାଳିତ ହୋଇଆସୁଥିବା ଶାରଦୀୟ ପୂଜା ଉତ୍ସବ ସର୍ବପୁରାତନ ହୋଇଥିବା ବେଳେ ମୁଖ୍ୟବସ୍ତିର ତ୍ରିବେଣୀଛକ ଦୁର୍ଗାପୂଜା ୨୧ବର୍ଷରେ ପହଞ୍ଚିଛି।

ଆଦିବାସୀଙ୍କ ନିଆରା ପରମ୍ପରା : ୨୦ରୁ ଊର୍ଦ୍ଧ୍ୱ ଲାଠି ପୂଜା ପାଇଲେ

ଆଦିବାସୀଙ୍କ ନିଆରା ପରମ୍ପରା : ୨୦ରୁ ଊର୍ଦ୍ଧ୍ୱ ଲାଠି ପୂଜା ପାଇଲେ

କୋରାପୁଟ,୧୯।୧୦(ସ୍ବ.ପ୍ର)-କେଉଁ ଆବାହାନକାଳୁ ଜୟପୁର ମହାରାଜାଙ୍କ ଉଧ୍ୟମରେ ଆଦିବାସୀମାନେ ଲାଠିଯାତ୍ରା ପାଳନ କରିଆସୁଥିବା ନଜିର ରହିଛି । ଦଶହରା ଅବସରରେ କୋରାପୁଟଠାରେ ଆଦିବାସୀମାନଙ୍କ ନିଆରା ପରମ୍ପରା ସ୍ବରୂପ ଲାଠି ଶୋଭାଯାତ୍ର ପାଳନ ହୋଇଥାଏ । ଏଠାରେ ଲାଠିକୁ ଦେବୀଦେବାଭାବେ ସେମାନେ ପୂଜା କରିଥାନ୍ତି ।

ବ୍ରହ୍ମପୁର ରେଳ ଷ୍ଟେଶନ୍‌ରେ ଅଭାବନୀୟ ଘଟଣା: ବ୍ଲେଡରେ ବେକ କାଟିଲେ ବୃଦ୍ଧ

ବ୍ରହ୍ମପୁର ରେଳ ଷ୍ଟେଶନ୍‌ରେ ଅଭାବନୀୟ ଘଟଣା: ବ୍ଲେଡରେ ବେକ କାଟିଲେ ବୃଦ୍ଧ

ବ୍ରହ୍ମପୁର ଅଫିସ,୧୯ା୧୦-ବ୍ରହ୍ମପୁର ରେଳ ଷ୍ଟେଶନ୍‌ରେ ଶୁକ୍ରବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ବୃଦ୍ଧା ଏକ ବ୍ଲେଡ୍‌ରେ ନିଜ ବେକକୁ କାଟି ଦେଇଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ବଡ଼ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଆସିକା ବ୍ଲକ ସିଦ୍ଧନଇ ପଞ୍ଚାୟତ ମହାରାଜା ଗ୍ରାମର ଟୁଙ୍ଗୁରୁ ବେହେରା ସୁରତ୍‌ରେ କାମ କରୁଛନ୍ତି । 

ମହାଦଶମୀ ଅବସରରେ ମା’ ମଙ୍ଗଳା ମନ୍ଦିରରେ ଭକ୍ତଙ୍କ ଭିଡ଼

ମହାଦଶମୀ ଅବସରରେ ମା’ ମଙ୍ଗଳା ମନ୍ଦିରରେ ଭକ୍ତଙ୍କ ଭିଡ଼

କାକଟପୁର,୧୯।୧୦(ଡି.ଏନ୍‌.ଏ.)- ଶୁକ୍ରବାର ମହାଦଶମୀ ଅବସରରେ ପ୍ରାତଃରୁ ବିଭିନ୍ନ ସ୍ଥାନରୁ ଭକ୍ତଙ୍କ ସୁଅ ଛୁଟିଥିଲା କାକଟପୁରର ମା’ ମଙ୍ଗଳା ମନ୍ଦିରକୁ। ମା’ଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିବା ପାଇଁ  ଭକ୍ତଙ୍କ ଭିଡ଼ରେ ଚଳଚଞ୍ଚଳ ହୋଇ ପଡିଥିଲା ମଙ୍ଗଳା ମନ୍ଦିର । 

ଅନାଥଙ୍କ ସହ କଟକ ମେଢ଼ ବୁଲିଲେ ପଦ୍ମାଳୟା

ଅନାଥଙ୍କ ସହ କଟକ ମେଢ଼ ବୁଲିଲେ ପଦ୍ମାଳୟା

କଟକ ଅଫିସ,୧୯।୧୦- ଓଡ଼ିଶାର ଯେକୌଣସି ଅଞ୍ଚଳରେ ବୁଲିଲେ ମଧ୍ୟ ଦୁର୍ଗାପୂଜା ପାଇଁ କଟକ ସହର ବେଶ ଜଣାଶୁଣା। ସେଠାକାର ମଣ୍ଡପରେ ହୋଇଥିବା ଆକର୍ଷଣୀୟ ମୂର୍ତ୍ତି ହେଉ କି ସୁସଜ୍ଜିତ ତୋରଣ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି । 

ବନ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ ମିଳିବ ଇନ୍‌ପୁଟ୍‌ ସବ୍‌ସିଡି, ପ୍ରଭାବିତ ଅଞ୍ଚଳ ବୁଲି ରିପୋର୍ଟ ଦେବାକୁ ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ବନ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ ମିଳିବ ଇନ୍‌ପୁଟ୍‌ ସବ୍‌ସିଡି, ପ୍ରଭାବିତ ଅଞ୍ଚଳ ବୁଲି ରିପୋର୍ଟ ଦେବାକୁ ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ବାତ୍ୟା ଓ ବନ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ ଇନ୍‌ପୁଟ୍‌ ସବ୍‌ସିଡି ମିଳିବ। ଜଳସେଚିତ ଜମି ପାଇଁ ହେକ୍ଟର ପିଛା ୧୩,୫୦୦ଟଙ୍କା ସବ୍‌ସିଡି ମିଳିବ। ସେହିଭଳି ଅଣ ଜଳସେଚିତ ଜମି ପାଇଁ ହେକ୍ଟର ପିଛା ୬,୮୦୦ ଟଙ୍କା ଦିଆଯିବ ବୋଲି ଏସ୍‌ଆର୍‌ସି ବିଷ୍ଣୁପଦ ସେଠୀ ସୂଚନା ଦେଇଛନ୍ତି।