ରାଜ୍ୟ |

ପାଠ୍ୟକ୍ରମରେ ସାମିଲ ହେବେ ମହାପ୍ରଭୁ

ପାଠ୍ୟକ୍ରମରେ ସାମିଲ ହେବେ ମହାପ୍ରଭୁ
କଟକ ଅଫିସ, ୮।୧୨- ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଓ ସଂସ୍କୃତି ବହୁ ପୁରାତନ। ୪ହଜାର ବର୍ଷ ତଳ ମେସୋପୋଟାମିଆର ବେବିଲୋନିଆ ସଭ୍ୟତା ସହିତ ଜଗନ୍ନାଥ ସଂସ୍କୃତି ସମକକ୍ଷ। କିନ୍ତୁ ପରିତାପର ବିଷୟ ହେଉଛି ଏହି ପ୍ରାଚୀନ ସଂସ୍କୃତିର ଯେଉଁଭଳି ଭାବେ ପ୍ରଚାର ପ୍ରସାର ହେବା କଥା ତାହା ହୋଇପାରି ନାହିଁ। କେବଳ ମନ୍ଦିର ଓ ମନ୍ଦିର ସହିତ ଜଡ଼ିତ ଅନୁଷ୍ଠାନ ମାଧ୍ୟମରେ ଏହି ମହାନ୍‌ ସଂସ୍କୃତିକୁ ବ୍ୟାପକ କରାଯାଇଛି। ତେଣୁ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ନିମନ୍ତେ ଅଧିକ ଉଦ୍ୟମ କରାଯିବାର ଆବଶ୍ୟକତା ରହିଛି। ହାଇସ୍କୁଲ (ନବମ, ଦଶମ) ପାଠ୍ୟକ୍ରମରେ ଜଗନ୍ନାଥଙ୍କୁ ନେଇ ବିଷୟବସ୍ତୁ ପ୍ରଚଳନ କରାଯିବା ଉଚିତ। ଉକ୍ତ ବିଷୟବସ୍ତୁରେ ଜଗନ୍ନାଥ ସଂସ୍କୃତି, ଐତିହ୍ୟ, କିମ୍ବଦନ୍ତୀକୁ ସ୍ଥାନିତ କରାଯିବା ଜରୁରୀ। ଏହାଦ୍ୱାରା ପିଲାମାନେ ସ୍ବଳ୍ପ ବୟସରୁ ଏହି ପ୍ରାଚୀନ ସଂସ୍କୃତି ବାବଦରେ ଜାଣିବା ସହିତ ଅନ୍ୟମାନଙ୍କୁ ଜଣାଇବାର ସୁଯୋଗ ପାଇବେ। ଜଗନ୍ନାଥ ମନ୍ଦିର ତଦନ୍ତ କମିଶନର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟରେ ଏହିସବୁ ଗୁରୁତ୍ୱପୂର୍ଣ୍ଣ ଦିଗ ଉପରେ ବର୍ଣ୍ଣନା କରାଯାଇ ଏହାକୁ କାର୍ଯ୍ୟକାରୀ କରିବାକୁ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଛି। ରାଜ୍ୟ ସରକାରଙ୍କୁ ଦିଆଯାଇଥିବା ଅନ୍ତରୀଣ ରିପୋର୍ଟ ସମ୍ପର୍କରେ ସୂଚନା ଦେଇ କମିଶନ ଅଧ୍ୟକ୍ଷ ଜଷ୍ଟିସ ବିମଳ ପ୍ରସାଦ ଦାସ କହିଛନ୍ତି ଯେ, ଜଗନ୍ନାଥ ସଂସ୍କୃତି ସମ୍ପର୍କିତ ଏକ ମେଧା ବୃତ୍ତି (ସ୍କଲାରଶିପ) ପ୍ରଚଳନ କରାଯାଉ। ଯଦ୍ଦ୍ବାରା ସଂସ୍କୃତି ସମ୍ପର୍କରେ ଜାଣିବା ପାଇଁ ପିଲାମାନଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ସୃଷ୍ଟି ହେବ। ସେହିପରି ମନ୍ଦିର ଭିତରକୁ ପ୍ରବେଶ କରିପାରୁ ନ ଥିବା ପର୍ଯ୍ୟଟକ ଓ ଭକ୍ତମାନଙ୍କ ପାଇଁ ପୁରୀରେ ବ୍ୟବସ୍ଥା କରାଯିବା ଉଚିତ। ଏଥିପାଇଁ ଶ୍ରୀମନ୍ଦିର ସମେତ ପୁରୀ ସହରରେ ଥିବା ଅନ୍ୟ ଦେବଦେବୀଙ୍କ ମନ୍ଦିରର ଚିତ୍ରକୁ ପ୍ରଦର୍ଶନ କରାଯିବା ନିତାନ୍ତ ଆବଶ୍ୟକ। ଏହାଦ୍ୱାରା ଅଧିକାଂଶ ଲୋକ ମନ୍ଦିର ଭିତରକୁ ନ ଯାଇ ମଧ୍ୟ ବାହାରୁ ଅନେକ ତଥ୍ୟ ଓ ସୂଚନା ପାଇପାରିବେ। ଅନ୍ୟପକ୍ଷରେ ପୁରୀରେ ବହୁ ପୁରାତନ ମଠ ଓ ମନ୍ଦିର ରହିଛି। ଜଗନ୍ନାଥ ମନ୍ଦିରରେ ପୂଜା ପଦ୍ଧତି ସହିତ ମଠ ମନ୍ଦିରଗୁଡ଼ିକରେ କ’ଣ ସବୁ ସାମଗ୍ରୀ ବ୍ୟବହାର କରାଯାଉଛି। କେଉଁ ବାସନକୁସନରେ ଠାକୁରଙ୍କ ଭୋଗଲାଗି ହେଉଛି। ମଠ ସଂସ୍କୃତି କ’ଣ ଓ ଏହାକୁ କିଭଳି ପାଳନ କରାଯାଏ ସେ ସମ୍ପର୍କରେ ମଧ୍ୟ ସବିଶେଷ ସୂଚନା ଥିବା ଫଟୋ ତଥ୍ୟ ଇତ୍ୟାଦି ରଖାଯାଉ। ଏଥିନିମନ୍ତେ ପୁରୀରେ ଏକ ସଂଗ୍ରହାଳୟ କରିବା ପାଇଁ କମିଶନ ତାଙ୍କ ରିପୋର୍ଟରେ ସୁପାରିସ କରିଛନ୍ତି। ରାଜ୍ୟର ୩ଟି ରାଜସ୍ବ ଡିଭିଜନ (ଆର୍‌ଡିସି)ରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କରାଯାଉ। ଉକ୍ତ ମନ୍ଦିର ପରିଚାଳନା ନିମନ୍ତେ ଉପପ୍ରଶାସକ ନିଯୁକ୍ତି ଦେବା ସହିତ ଜଗନ୍ନାଥ ସଂସ୍କୃତି ରୀତିନୀତି ଆଧାରରେ କର୍ମଚାରୀ ନିଯୁକ୍ତି କରିବାକୁ କମିଶନ ନିଜ ରିପୋର୍ଟରେ ଗୁରୁତ୍ୱ ଦେଇଛନ୍ତି। ସେହିପରି ଜଗନ୍ନାଥ ସମ୍ପତ୍ତିର ରକ୍ଷଣାବେକ୍ଷଣ ଉପରେ ମଧ୍ୟ କମିଶନ ମତ ଦେଇଛନ୍ତି। ତୃତୀୟ ଅନ୍ତରୀଣ ରିପୋର୍ଟ ସମ୍ପର୍କରେ ପ୍ରତିକ୍ରିୟା ରଖି କମିଶନ କହିଲେ ଯେ, ଟର୍ମ ଅଫ ରେଫରେନ୍ସ ଅନୁଯାୟୀ ତୃତୀୟ ଅନ୍ତରୀଣ ରିପୋର୍ଟ ପ୍ରସ୍ତୁତି ଆରମ୍ଭ ହେବ। ଏଥିରେ ସମ୍ବିଧାନର ବିଧିବ୍ୟବସ୍ଥା ଓ ମନ୍ଦିରର ଉତ୍ତମ ପରିଚାଳନା ଦିଗରେ କେତେକ ମହତ୍ତ୍ବପୂର୍ଣ୍ଣ ପ୍ରସଙ୍ଗ ସ୍ଥାନ ପାଇବ। ଏହି ରିପୋର୍ଟ କେବେ ପ୍ରଦାନ କରାଯିବ ତାହା କହିହେବ ନାହିଁ। ଏହା ଲମ୍ବା ପ୍ର୍ରକ୍ରିୟା। ଏଥିସହିତ କମିଶନ ତାଙ୍କର କାର୍ଯ୍ୟକାଳ ବୃଦ୍ଧି ନିମନ୍ତେ ପ୍ରସ୍ତାବ ଦେବେ ବୋଲି ମଧ୍ୟ ଜଷ୍ଟିସ ଦାସ କହିଛନ୍ତି। ସୂଚନାଥାଉକି, କମିଶନଙ୍କ ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ଗୁରୁବାର ରାଜ୍ୟ ସରକାରଙ୍କୁ ପ୍ରଦାନ କରିଥିଲେ। ଏହା ପୂର୍ବରୁ ଗତ ଏପ୍ରିଲରେ ପ୍ରଥମ ରିପୋର୍ଟ ପ୍ରଦାନ କରାଯାଇଥିଲା। ଏଥିରେ ମନ୍ଦିରର ନିରାପତ୍ତା ଓ ସୁରକ୍ଷା ଉପରେ କେତେକ ପ୍ରସ୍ତାବ ଦିଆଯାଇଥିଲା।
All Right Reserved By

ରାଜ୍ୟ |

ବଙ୍ଗୀୟ ଯୁବତୀଙ୍କୁ ୧୦ ଦିନ ଗଣବଳାତ୍କାର: ବନ୍ଦ କୋଠରୀରୁ ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ବଙ୍ଗୀୟ ଯୁବତୀଙ୍କୁ ୧୦ ଦିନ ଗଣବଳାତ୍କାର: ବନ୍ଦ କୋଠରୀରୁ ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

କୋଣାର୍କ, ୧୭।୧୦(ଡି.ଏନ.ଏ.)- ଅର୍କକ୍ଷେତ୍ର କୋଣାର୍କରେ ଘଟିଛି କଳଙ୍କିତ ଘଟଣା। ଜଣେ ବଙ୍ଗୀୟ ଯୁବତୀଙ୍କୁ ୧୦ ଦିନ ଧରି ଏକ ବନ୍ଦ କୋଠରୀରେ ରଖି ଗଣବଳାତ୍କାର କରାଯାଇଛି।

ଏସିଆନ ପାରା ଆଥଲେଟ ଜୟନ୍ତୀଙ୍କୁ ଜନ୍ମମାଟିରେ ସମ୍ବର୍ଦ୍ଧନା

ଏସିଆନ ପାରା ଆଥଲେଟ ଜୟନ୍ତୀଙ୍କୁ ଜନ୍ମମାଟିରେ ସମ୍ବର୍ଦ୍ଧନା

ସାକ୍ଷୀଗୋପାଳ,୧୭।୧୦(ଡି.ଏନ୍‌.ଏ): ଏସିଆନ ପାରା ଆଥଲେଟିକ୍ସରେ ଭାଗନେଇ ରୌପ୍ୟ ଓ ବ୍ରୋଞ୍ଜ ପଦକ ବିଜେତା ଜୟନ୍ତୀ ବେହେରାଙ୍କୁ  ତାଙ୍କ ଜନ୍ମମାଟି ପୁରୀ ଜିଲା ସତ୍ୟବାଦୀରେ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। 

ବାତ୍ୟା, ବନ୍ୟା ବର୍ଷାରେ ମୃତ୍ୟୁ ସଂଖ୍ୟା ୫୨କୁ ବୃଦ୍ଧି: ୨୨ ଶହ କୋଟି କ୍ଷୟକ୍ଷତି

ବାତ୍ୟା, ବନ୍ୟା ବର୍ଷାରେ ମୃତ୍ୟୁ ସଂଖ୍ୟା ୫୨କୁ ବୃଦ୍ଧି: ୨୨ ଶହ କୋଟି କ୍ଷୟକ୍ଷତି

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ବାତ୍ୟା ଓ ଏହାର ପରବର୍ତ୍ତୀ ବର୍ଷା ଯୋଗୁ ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲା ଛାରଖାର ହୋଇଯାଇଛି। ଏହି ଜିଲାଗୁଡିକରେ ଏ ପର୍ଯ୍ୟନ୍ତ ୫୨ ଜଣଙ୍କର ଜୀବନ ହାନି ହୋଇଛି। ୨୨ ଶହ କୋଟି ଟଙ୍କାର କ୍ଷୟକ୍ଷତି ହୋଇଛି। ବୁଧବାର ସଚିବାଳୟଠାରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଏହି ସୂଚନା ମିଳିଛି। 

ବାତ୍ୟା ତିତ୍‌ଲି, ବନ୍ୟା ମୃତକଙ୍କ ଅନୁକମ୍ପା ରାଶି ବୃଦ୍ଧି: ପ୍ରତ୍ୟେକ ପରିବାରକୁ ମିଳିବ ୧୦ ଲକ୍ଷ

ବାତ୍ୟା ତିତ୍‌ଲି, ବନ୍ୟା ମୃତକଙ୍କ ଅନୁକମ୍ପା ରାଶି ବୃଦ୍ଧି: ପ୍ରତ୍ୟେକ ପରିବାରକୁ ମିଳିବ ୧୦ ଲକ୍ଷ

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ବାତ୍ୟା ତିତ୍‌ଲି ଓ ଏହାର ପରବର୍ତ୍ତୀ ବର୍ଷାରେ ପ୍ରାଣ ହରାଇଥିବା ଲୋକଙ୍କ ସହାୟତା ରାଶିକୁ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି। ମୃତକଙ୍କ ପରିବାରବର୍ଗଙ୍କୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ସକାଶେ ପୂର୍ବରୁ ସରକାର ଘୋଷଣା କରିଥିବା ବେଳେ ଏହାକୁ ୧୦ ଲକ୍ଷକୁ ବୃଦ୍ଧି କରାଯାଇଛି।

ଗାଡ଼ି ସହ ୬୦ ବସ୍ତା କୋଇଲା ଜବତ, ୩ ଗିରଫ

ଗାଡ଼ି ସହ ୬୦ ବସ୍ତା କୋଇଲା ଜବତ, ୩ ଗିରଫ

ତିହିଡ଼ି,୧୭।୧୦(ଡି.ଏନ୍‌.ଏ.): ଭଦ୍ରକ-ଚାନ୍ଦବାଲି ରାସ୍ତାର କାନପୁର ନିବଟରୁ ବୁଧବାର ସକାଳେ ତିହିଡ଼ି ପୋଲିସ ଏକ ଡେଲିଭରି ଭ୍ୟାନ୍‌ରୁ ୬୦ ବସ୍ତା କୋଇଲା ଜବତ କରିଛି। ଏହି ଘଟଣାରେ ପୋଲିସ ଏକ ମାମଲା ରୁଜୁ କରି ୩ଜଣଙ୍କୁ ଗିରଫ କରିଛି। 

ହେଲିକପ୍ଟରରେ ଯାତ୍ରା କରି ଫସିଗଲି; ୨୨ରେ ଓଡ଼ିଶା ଯିବି: ଅଭିଜିତ୍‌

ହେଲିକପ୍ଟରରେ ଯାତ୍ରା କରି ଫସିଗଲି; ୨୨ରେ ଓଡ଼ିଶା ଯିବି: ଅଭିଜିତ୍‌

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ଓଡ଼ିଶାର କୋଣାର୍କ ମନ୍ଦିର ଓ ବିଧାୟକମାନଙ୍କ ପ୍ରତି ଅରୁଚିକର ମନ୍ତବ୍ୟ ଦେଇଥିବା ଅଭିଜିତ୍‌ ଆୟାର ମିତ୍ର ପୁଣି ଥରେ କ୍ଷମା ମାଗିଛନ୍ତି। ହେଲିକପ୍ଟର ବସି ସେ ଫସିଗଲେ ବୋଲି ବୁଧବାର ମତ ରଖିଛନ୍ତି। ସେ କହିଛନ୍ତି, ଓଡ଼ିଶାରେ ହେଲିକପ୍ଟର ଯାତ୍ରା କରି ପଶ୍ଚାତାପ କରୁଛି। 

ମା’ ବୁଢୀ ଜାଗୁଳେଇଙ୍କ ପୀଠରେ ୬୧ ବୋଦା ବଳି

ପଟ୍ଟାମୁଣ୍ଡାଇ,୧୭।୧୦(ସ୍ବ.ପ୍ର.)-ପ୍ରଶାସନ ଓ ପୋଲିସର କଟକଣା ସତ୍ତ୍ୱେ ଚଳିତବର୍ଷ ଦୁର୍ଗାଷ୍ଟମୀରେ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଓସଙ୍ଗରା ଗ୍ରାମର ଆରାଧ୍ୟା ଦେବୀ ମା’ ବୁଢୀ ଜାଗୁଳେଇଙ୍କ ପୀଠରେ ୬୧ ବୋଦା ବଳି ପଡିଛି। 

ମହାମାୟାଙ୍କ ମହାଷ୍ଟମୀ, ମହାଗୌରୀ ବେଶରେ ଦର୍ଶନ ଦେଉଛନ୍ତି ଦଶଭୂଜା

ମହାମାୟାଙ୍କ ମହାଷ୍ଟମୀ, ମହାଗୌରୀ ବେଶରେ ଦର୍ଶନ ଦେଉଛନ୍ତି ଦଶଭୂଜା

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ପବିତ୍ର ଦୁର୍ଗାପୂଜାକୁ ନେଇ ଚଳଚଞ୍ଚଳ ପୂରପଲ୍ଲୀ। ଧରାପୃଷ୍ଠରେ ଅବତରଣ କରିଛନ୍ତି ଦୁର୍ଗତିନାସିନୀ ମା’ ଦୁର୍ଗା। ମହାମାୟାଙ୍କୁ ନଅ ଦିନ ଧରି ଉପାସନା କରାଯାଉଥିବା ବେଳେ ବୁଧବାର ମହାଷ୍ଟମୀ ଉପଲକ୍ଷେ ପୂଜା ମଣ୍ଡପଗୁଡ଼ିକ ଲୋକାରଣ୍ୟ ହୋଇପଡ଼ିଛି। ତେବେ ପୀଠଗୁଡ଼ିକରେ ଆଜି ମା’ଙ୍କ ମହାନବମୀ ପୂଜା କରାଯାଉଛି। 

ଅସହାୟ ବୃଦ୍ଧାଙ୍କ ଶବସତ୍କାର କଲେ ମନ୍ତ୍ରୀ ସୁଶାନ୍ତ ସିଂହ

ଅସହାୟ ବୃଦ୍ଧାଙ୍କ ଶବସତ୍କାର କଲେ ମନ୍ତ୍ରୀ ସୁଶାନ୍ତ ସିଂହ

ସୋହେଲା,୧୭।୧୦(ଡି.ଏନ.ଏ.)- ଆଜି ବି ବଞ୍ଚିଛି ମାନବିକତା । ବରଗଡ ଜିଲାର ସୋହେଲା ସାହୁଟିକିରାଠାରେ କିଛିମାସ ହେବ ମାଟି ଭୁଏ ନାମ୍ନୀ ଜଣେ ବୃଦ୍ଧା ଏକ କୁଡିଆରେ ଆଶ୍ରୟ ନେଇଥିଲେ ।

ଟ୍ରକ୍‌ ସହ ଧକ୍କା ହେଲା ବୋଲେରୋ, ୧୦ ଯାତ୍ରୀଙ୍କ ଜୀବନ ଚାଲିଗଲା

ଟ୍ରକ୍‌ ସହ ଧକ୍କା ହେଲା ବୋଲେରୋ, ୧୦ ଯାତ୍ରୀଙ୍କ ଜୀବନ ଚାଲିଗଲା

ନୂଆପଡା ଅଫିସ,୧୭।୧୦-ନୂଆପଡା ସହରର ମାତ୍ର ୪/୫ କି.ମି ଦୂର ୩୫୩ ନଂ. ଜାତୀୟ ରାଜପଥର ସିଲଦା ନାଲା ନିକଟରେ ବିଳମ୍ବିତ ରାତିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ୧୦ ଜଣ ତୀର୍ଥ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଛତିଶଗଡ଼ ରାଜ୍ୟ ମହାସମୁଦ ଜିଲା ସାଁକରା ଗାଁରୁ ଏମାନେ ନୂଆପଡା ଜିଲା କୋମନାରେ ଥିବା ବୈଷ୍ଣୋଦେବୀ ମନ୍ଦିରକୁ ମା’ଙ୍କୁ ଦର୍ଶନ ଲାଗି ଆସିଥିଲେ। ଫେରିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଟ୍ରକ୍‌ ସହ ମୁହଁାମୁହିଁ ପିଟି ହୋଇଯିବାରୁ ବୋଲେରୋରେ ଥିବା ୯ ଜଣ ତୀର୍ଥ ଯାତ୍ରୀଙ୍କ ସମେତ ଚାଳକଙ୍କ ଜୀବନ ଦୀପ ମଧ୍ୟ ଲିଭି ଯାଇଛି।

ସରକାର ମାନିଲେ; ବାତ୍ୟା, ବନ୍ୟାରେ ୨୬ ଜଣଙ୍କ ମୃତ୍ୟୁ ହୋଇଛି, ୩ ଦିନରେ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ

ସରକାର ମାନିଲେ; ବାତ୍ୟା, ବନ୍ୟାରେ ୨୬ ଜଣଙ୍କ ମୃତ୍ୟୁ ହୋଇଛି, ୩ ଦିନରେ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୭।୧୦(ବ୍ୟୁରୋ)-ସାମୁଦ୍ରିକ ଝଡ ‘ତିତଲି’ ଓ ଏହାର ପରବର୍ତ୍ତୀ ବର୍ଷାରେ ଘଟିଥିବା ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସରକାରୀ ଭାବେ ସୋମବାର ମୃତ୍ୟୁସଂଖ୍ୟା ୧୫ ଥିବାବେଳେ ୩ ଜଣ ନିଖୋଜ ଥିବା କୁହାଯାଇଥିଲା। ମଙ୍ଗଳବାର ମୃତ୍ୟୁସଂଖ୍ୟା ୨୬ରେ ପହଞ୍ଚିଛି। ସେଥିମଧ୍ୟରେ ଗଜପତି ଜିଲାରେ ସର୍ବାଧିକ ୧୮ ଜଣଙ୍କ ମୃତ୍ୟୁ ହୋଇଛି।

#ମିଟୂ: ଚିତ୍ରଶିଳ୍ପୀ ଯତୀନ୍‌ ଦାସଙ୍କ ନାଁରେ ଅଭିଯୋଗ

#ମିଟୂ: ଚିତ୍ରଶିଳ୍ପୀ ଯତୀନ୍‌ ଦାସଙ୍କ ନାଁରେ ଅଭିଯୋଗ

ଭୁବନେଶ୍ୱର,୧୭।୧୦(ବ୍ୟୁରୋ)- ସାରା ଦେଶରେ ଏବେ #ମିଟୂ ଅଭିଯାନ ଚହଳ ସୃଷ୍ଟି କରିଥିବାବେଳେ ଜଣକ ପରେ ଜଣେ ବିଶିଷ୍ଟ ଲୋକ ଅଭିଯୁକ୍ତଙ୍କ ତାଲିକାରେ ଯୋଡ଼ି ହୋଇଯାଉଛନ୍ତି। ନାନା ପାଟେକର, ଏମ୍‌.ଜେ. ଆକବର, ଚେତନ ଭଗତ, ବିନୋଦ ଦୁଆଙ୍କ ଭଳି ବହୁଚର୍ଚ୍ଚିତ ଚେହେରାଙ୍କ ପରେ ଏବେ ଓଡ଼ିଶା ଜନ୍ମିତ ବିଶିଷ୍ଟ ଚିତ୍ରଶିଳ୍ପୀ ପଦ୍ମଭୂଷଣ ଯତୀନ ଦାସଙ୍କ ନାଁରେ ଯୌନ ନିର୍ଯାତନା ଭଳି ସଙ୍ଗିନ ଅଭିଯୋଗ ଆସିଛି।