Dharitri News
ଖେଳ |

ରୋନାଲ୍ଡୋଙ୍କ ଡବଲ୍‌ ଗୋଲ୍‌

ରୋନାଲ୍ଡୋଙ୍କ ଡବଲ୍‌ ଗୋଲ୍‌ ମାଡ୍ରିଡ୍‌, ୧୦।୧୨- ନିକଟରେ ପଞ୍ଚମ ଥର ପାଇଁ ବାଲନ ଡି’ ଅର ପୁରସ୍କାର ପାଇଥିବା କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଡବଲ୍‌ ଗୋଲ୍‌ ଯୋଗୁ ରିୟଲ ମାଡ୍ରିଡ୍‌ ଦଳକୁ ବୃହତ ବିଜୟ ମିଳିଛି। ଏଠାରେ ଶନିବାର ଖେଳାଯାଇଥିବା ସେଭିଲା ଦଳ ବିପକ୍ଷ ମ୍ୟାଚ୍‌କୁ ମାଡ୍ରିଡ୍‌ ଦଳ ୦-୫ ବ୍ୟବଧାନରେ ଜିତିନେଇଛି। ସମାନ ପଏଣ୍ଟ ସହ ଯୁଗ୍ମ ୪ର୍ଥ ସ୍ଥାନରେ ଥିବା ଉଭୟ ଦଳ ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌ଟି ସମ୍ପୂର୍ଣ୍ଣ ଏକତରଫା ଭାବେ ଶେଷ ହୋଇଛି। ଏପରି କି ମ୍ୟାଚ୍‌ର ପ୍ରଥମାର୍ଦ୍ଧ ପୂର୍ବରୁ ମାଡ୍ରିଡ୍‌ ଦଳ ସମସ୍ତ ୫ଟି ଗୋଲ୍‌ ସ୍କୋର କରିଥିଲା। ଏହାର ଆରମ୍ଭ କରିଥିଲେ ନାଚୋ। ସେ ମ୍ୟାଚ୍‌ର ୩ୟ ମିନିଟ୍‌ରେ ଦଳ ପାଇଁ ପ୍ରଥମ ସଫଳତା ଆଣିଥିଲେ। ତାଙ୍କ ପରେ ରୋନାଲ୍ଡୋ (୨୩ ଓ ୩୧ ତମ) ଡବଲ୍‌ ଗୋଲ୍‌ ଦେଇଥିଲେ। ସେହିଭଳି ଟୋନି କ୍ରୁଜ (୩୮ତମ) ଓ ଆଚରାଫ ହାକିମି (୪୨ତମ) କ୍ରମାଗତ ବ୍ୟବଧାନରେ ଗୋଟିଏ ଲେଖାଏ ସ୍କୋର କରିଥିଲେ। ଫଳରେ ମାଡ୍ରିଡ୍‌ ଦଳ ପ୍ରଥମାର୍ଦ୍ଧ ସୁଦ୍ଧା ୫-୦ ଗୋଲ୍‌ର ଅଗ୍ରଣୀ ହାତେଇ ନେଇଥିଲା। ଦ୍ୱିତୀୟାର୍ଦ୍ଧରେ ଉଭୟ ଦଳ ମଧ୍ୟରେ ସଂଘର୍ଷ ହୋଇଥିଲେ ହେଁ କୌଣସି ଖେଳାଳି ଗୋଲ୍‌ ଦେବାକୁ ସକ୍ଷମ ହୋଇ ନ ଥିଲେ। ଏହି ବିଜୟ ଯୋଗୁ ମାଡ୍ରିଡ୍‌ ଦଳର ପଏଣ୍ଟ ସଂଖ୍ୟା ୩୧କୁ ବୃଦ୍ଧି ପାଇବା ସହିତ ଟେବୁଲର ୩ୟ ସ୍ଥାନକୁ ଉଠିଛି। ଅନ୍ୟପକ୍ଷରେ ୩୬ ପଏଣ୍ଟ ସହ ବାର୍ସିଲୋନା ଟେବୁଲ ଶୀର୍ଷରେ ରହିଛି।

ଖେଳ |

ଶରନ, ବୋପାନ୍ନା ତୃତୀୟ ରାଉଣ୍ଡରେ

ଶରନ, ବୋପାନ୍ନା ତୃତୀୟ ରାଉଣ୍ଡରେ

ମେଲବୋର୍ନ, ୧୯।୧(ପି.ଟି.)- ଭାରତର ଡିଭିଜ ଶରନ ଓ ରୋହନ ବୋପାନ୍ନା ନିଜ ପାର୍ଟନରଙ୍କ ସହ ଅଷ୍ଟ୍ରେଲିଆନ ଓପନ ଟେନିସ ଗ୍ରାଣ୍ଡସ୍ଲାମ ପୁରୁଷ ଡବଲ୍ସ ତୃତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି।

ଅଷ୍ଟ୍ରେଲିଆନ ଓପନ ଗ୍ରାଣ୍ଡସ୍ଲାମ ଟେନିସ: କୋଷ୍ଟ୍ୟୁକଙ୍କୁ ରୋକିଲେ ସ୍ବିତୋଲିନା

ଅଷ୍ଟ୍ରେଲିଆନ ଓପନ ଗ୍ରାଣ୍ଡସ୍ଲାମ ଟେନିସ: କୋଷ୍ଟ୍ୟୁକଙ୍କୁ ରୋକିଲେ ସ୍ବିତୋଲିନା

ମେଲବୋର୍ନ, ୧୯।୧(ଏଏଫପି)- ଟିନ୍‌ ଏଜ୍‌ ସେନସେଶନ ୧୫ ବର୍ଷୀୟା ମାର୍ତା କୋଷ୍ଟ୍ୟୁକଙ୍କ ବିଜୟରେ ବ୍ରେକ୍‌ ଲଗାଇଛନ୍ତି ୪ର୍ଥ ସିଡ୍‌ ଏଲିନା ସ୍ବିତୋଲିନା। ଅଷ୍ଟ୍ରେଲିଆନ ଓପନ ଗ୍ରାଣ୍ଡସ୍ଲାମ ଟେନିସର ଶୁକ୍ରବାର ଅନୁଷ୍ଠିତ ଏକ ତୃତୀୟ ରାଉଣ୍ଡ ମ୍ୟାଚରେ ନିଜ ଦେଶର କୋଷ୍ଟ୍ୟୁକଙ୍କୁ ସିଧାସଳଖ ୬-୨, ୬-୨ ସେଟ୍‌ରେ ହରାଇ ପ୍ରି-କ୍ୱାର୍ଟର ଫାଇନାଲରେ ପହଞ୍ଚତ୍ଛନ୍ତି ୟୁକ୍ରେନର ସ୍ବିତୋଲିନା।

ନ୍ୟୁଜିଲାଣ୍ଡର କ୍ଲିନ୍‌ ସୁଇପ୍‌

ନ୍ୟୁଜିଲାଣ୍ଡର କ୍ଲିନ୍‌ ସୁଇପ୍‌

ଓ୍ବେଲିଂଟନ, ୧୯।୧(ଏଏଫପି)- ସ୍ଥାନୀୟ ବେସିନ ରିଜର୍ଭ ଗ୍ରାଉଣ୍ଡରେ ଶୁକ୍ରବାର ଅନୁଷ୍ଠିତ ୫ମ ତଥା ଅନ୍ତିମ ଦିନିକିଆ କ୍ରିକେଟ ମ୍ୟାଚରେ ନ୍ୟୁଜିଲାଣ୍ଡ ୧୫ ରନରେ ପାକିସ୍ତାନକୁ ହରାଇ ଦେଇଛି। ଏଥି ସହିତ ପାକିସ୍ତାନ ବିପକ୍ଷ ସିରିଜକୁ ନ୍ୟୁଜିଲାଣ୍ଡ ବିରଳ ୫-୦ରେ କ୍ଲିନ୍‌ ସୁଇପ୍‌ କରିଛି।

ଜିମ୍ବାଓ୍ବେକୁ ୧୦ ଉଇକେଟରେ ହରାଇଲା ଭାରତ

ଜିମ୍ବାଓ୍ବେକୁ ୧୦ ଉଇକେଟରେ ହରାଇଲା ଭାରତ

ମାଉଣ୍ଟ ମାଉନଗାନୁଇ(ନ୍ୟୁଜିଲାଣ୍ଡ), ୧୯।୧(ପି.ଟି.)- ଏଠାରେ ଚାଲିଥିବା ୧୯ ବର୍ଷରୁ କମ୍‌ କ୍ରିକେଟ ବିଶ୍ୱକପର ଶୁକ୍ରବାର ଅନୁଷ୍ଠିତ ଲିଗ୍‌ ମ୍ୟାଚରେ ଭାରତ ୧୦ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଏଥିସହ ଭାରତ ଗ୍ରୁପ‘ବି’ରେ ଶୀର୍ଷସ୍ଥାନ ପକ୍କା କରିଛି।

ତୃତୀୟ ରାଉଣ୍ଡରେ ଜୋକୋଭିଚ୍‌, ଫେଡେରର, ଶାରାପୋଭା, ହାଲେପ

ତୃତୀୟ ରାଉଣ୍ଡରେ ଜୋକୋଭିଚ୍‌, ଫେଡେରର, ଶାରାପୋଭା, ହାଲେପ

ମେଲବୋର୍ନ,୧୮ା୧(ଏ.ଏଫ୍‌.ପି.)- ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ୍‌ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ ଓପନ ଟେନିସ ଚତୁର୍ଥ ଦିନରେ ପହଞ୍ଚିଛି। ଉଭୟ ପୁରୁଷ ଓ ମହିଳା ସିଙ୍ଗଲ୍ସରେ କେତୋଟି ବିପର୍ଯ୍ୟୟକୁ ବାଦ ଦେଲେ ସିଡେଡ ଖେଳାଳିମାନଙ୍କ ବିଜୟ ଅଭିଯାନ ଜାରି ରହିଛି।

ଆଇସିସି ପୁରସ୍କାରରେ କୋହଲିଙ୍କ ଆଧିପତ୍ୟ

ଆଇସିସି ପୁରସ୍କାରରେ କୋହଲିଙ୍କ ଆଧିପତ୍ୟ

ଦୁବାଇ,୧୮ା୧(ପି.ଟି.)- ଆନ୍ତର୍ଜାତିକ କ୍ରିକେଟ କାଉନସିଲ୍‌ (ଆଇସିସି) ବାର୍ଷିକ ପୁରସ୍କାରରେ ଭାରତୀୟ ଅଧିନାୟକ ତଥା ରନ ମେଶିନ ବିରାଟ କୋହଲିଙ୍କ ଆଧିପତ୍ୟ ଦେଖିବାକୁ ମିଳିଛି।

ହକି ଗାଙ୍ଗପୁର ସେମିଫାଇନାଲରେ

ହକି ଗାଙ୍ଗପୁର ସେମିଫାଇନାଲରେ

ଭୁବନେଶ୍ୱର, ୧୮।୧(କ୍ରୀଡ଼ା ପ୍ରତିନିଧି)- ହରିୟାଣାର ହିସାରଠାରେ ଚାଲିଥିବା ଜାତୀୟ ସବ୍‌ଜୁନିୟର ମହିଳା ହକି ଟୁର୍ନାମେଣ୍ଟର ସେମିଫାଇନାଲରେ ହକି ଗାଙ୍ଗପୁର-ଓଡ଼ିଶା ପ୍ରବେଶ କରିଛି।

ପୂର୍ବାଞ୍ଚଳ ଏଜି ହକି: ଝାଡ଼ଖଣ୍ଡକୁ ହରାଇ ଫାଇନାଲରେ ଓଡ଼ିଶା

ପୂର୍ବାଞ୍ଚଳ ଏଜି ହକି: ଝାଡ଼ଖଣ୍ଡକୁ ହରାଇ ଫାଇନାଲରେ ଓଡ଼ିଶା

ଭୁବନେଶ୍ୱର, ୧୮।୧(କ୍ରୀଡ଼ା ପ୍ରତିନିଧି)- ସ୍ଥାନୀୟ ପ୍ରଧାନ ମହାଲେଖାକାର କାର୍ଯ୍ୟାଳୟ ଆନୁକୂଲ୍ୟରେ କଳିଙ୍ଗ ଷ୍ଟାଡିୟମରେ ଗୁରୁବାର ପୂର୍ବାଞ୍ଚଳ ଆକାଉଣ୍ଟ୍ସ ଓ ଅଡିଟ୍‌ ହକି ଟୁର୍ନାମେଣ୍ଟ ଆରମ୍ଭ ହୋଇଛି। ପ୍ରଥମ ମ୍ୟାଚରେ ଗତବର୍ଷର ରନର୍ସଅପ୍‌ ଏଜି ଝାଡ଼ଖଣ୍ଡକୁ ୭-୨ ଗୋଲରେ ପରାସ୍ତ କରି ଓଡ଼ିଶା ଫାଇନାଲରେ ପ୍ରବେଶ କରିଛି।

ଗୋଆରେ ପ୍ଲେ-ଅଫ୍‌ ପାଇଁ ଓଡ଼ିଶା ପ୍ରସ୍ତୁତ

ଗୋଆରେ ପ୍ଲେ-ଅଫ୍‌ ପାଇଁ ଓଡ଼ିଶା ପ୍ରସ୍ତୁତ

ଭୁବନେଶ୍ୱର, ୧୮।୧(କ୍ରୀଡ଼ା ପ୍ରତିନିଧି)- ଜୁନିୟର ବର୍ଗର ଆଇ-ଲିଗ୍‌ ଫୁଟବଲରେ ପଦାର୍ପଣ କରିଥିବା ଓଡ଼ିଶା(କ୍ରୀଡ଼ା ଛାତ୍ରାବାସ ଦଳ) ଗୋଆରେ ପ୍ଲେ-ଅଫ୍‌ ଖେଳିବ।

ଚତୁଃରାଷ୍ଟ୍ରୀୟ ହକି ସିରିଜ୍‌ ବେଲଜିୟମଠୁ ହାରିଲା ଭାରତ

ଚତୁଃରାଷ୍ଟ୍ରୀୟ ହକି ସିରିଜ୍‌ ବେଲଜିୟମଠୁ ହାରିଲା ଭାରତ

ଟୌରାଙ୍ଗ (ନ୍ୟୁଜିଲାଣ୍ଡ), ୧୮।୧(ପି.ଟି.)- ଏଠାରେ ଚାଲିଥିବା ଚତୁଃରାଷ୍ଟ୍ରୀୟ ଆମନ୍ତ୍ରଣୀୟ ହକି ସିରିଜ୍‌ର ୨ୟ ମ୍ୟାଚ୍‌ରେ ଭାରତୀୟ ଦଳକୁ ପରାଜୟର ସାମ୍ନା କରିବାକୁ ପଡ଼ିଛି। ବୃହତ୍‌ ବିଜୟରୁ ଅଭିଯାନ ଆରମ୍ଭ କରିଥିବା ଭାରତକୁ ୨ୟ ମ୍ୟାଚ୍‌ରେ ୨-୦ ଗୋଲ୍‌ରେ ବେଲଜିୟମ ପରାସ୍ତ କରିଛି।

ବ୍ରିସ୍‌ବେନ ଦିନିକିଆରୁ ହାଜେଲଉଡ୍‌ ବାଦ୍‌

ବ୍ରିସ୍‌ବେନ ଦିନିକିଆରୁ ହାଜେଲଉଡ୍‌ ବାଦ୍‌

ସିଡ୍‌ନୀ, ୧୮।୧-ଅଷ୍ଟ୍ରେଲିଆ ଦଳ ଦ୍ରୁତ ବୋଲର ଜୋଶ ହାଜେଲଉଡ୍‌ ଭ୍ରମଣକାରୀ ଇଂଲଣ୍ଡ ବିପକ୍ଷ ୨ୟ ଦିନିକିଆରୁ ବାଦ୍‌ ପଡ଼ିଛନ୍ତି। ଅସୁସ୍ଥତା କାରଣରୁ ବ୍ରିସ୍‌ବେନ ଦିନିକିଆରେ ସେ ଖେଳିବେ ନାହିଁ। ଏ ନେଇ ଅଷ୍ଟ୍ରେଲିଆ ଦଳୀୟ ମ୍ୟାନେଜମେଣ୍ଟ ପକ୍ଷରୁ କୁହାଯାଇଛି। ତାଙ୍କ ବଦଳରେ ଝେ ରିଚାର୍ଡସନଙ୍କୁ ପଦାର୍ପଣ କରିବାର ସୁଯୋଗ ମିଳିପାରେ।

ଅଷ୍ଟ୍ରେଲିଆନ୍‌ ଓପନ୍‌: ୩ୟ ରାଉଣ୍ଡରେ ଶାରାପୋଭା-କର୍ବର

ଅଷ୍ଟ୍ରେଲିଆନ୍‌ ଓପନ୍‌: ୩ୟ ରାଉଣ୍ଡରେ ଶାରାପୋଭା-କର୍ବର

ମେଲବୋର୍ନ, ୧୮।୧- ଚଳିତ ସିଜନ୍‌ର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ୍‌ ଓପନ୍‌ର ମହିଳା ସିଙ୍ଗଲ୍ସ ବର୍ଗରେ ମାରିଆ ଶାରାପୋଭା ଓ ଆଞ୍ଜେଲିକ କର୍ବର ୩ୟ ରାଉଣ୍ଡ ମୁକାବିଲାରେ ପରସ୍ପରକୁ ଭେଟିବେ। ଗୁରୁବାର ଖେଳାଯାଇଥିବା ୨ୟ ରାଉଣ୍ଡ ମୁକାବିଲାକୁ ପୂର୍ବତନ ଚାମ୍ପିୟନ୍‌ ଶାରାପୋଭା ସିଧାସଳଖ ସେଟ୍‌ରେ ଜିତି ନିଜର ଅଭିଯାନ ଜାରି ରଖିଛନ୍ତି।