ସମ୍ପାଦକୀୟ |

ସ୍ବାଭିମାନୀ ସାହିତ୍ୟିକା

ସ୍ବାଭିମାନୀ ସାହିତ୍ୟିକା
ବ୍ୟକ୍ତିତ୍ୱ/ଜିତେନ୍ଦ୍ର ଭାରତୀୟ ସାହିତ୍ୟରେ ବ୍ୟାସ ସମ୍ମାନ ଅନ୍ୟତମ। କେ.କେ. ବିର୍ଲା ଫାଉଣ୍ଡେଶନ ଦ୍ୱାରା ପ୍ରତିଷ୍ଠିତ ଏହି ସମ୍ମାନ ୧୯୯୧ ମସିହାରୁ ହିନ୍ଦୀ ଭାଷାରେ ରଚିତ କୃତି ଉପରେ ପ୍ରଦାନ କରାଯାଇଆସୁଛି। ଏହି ସମ୍ମାନ ଲାଗି ବିଜେତାଙ୍କୁ ସାଢ଼େ ତିନି ଲକ୍ଷ ଟଙ୍କା ଅର୍ଥରାଶି ଦିଆଯାଉଛି। ୨୦୧୭ ପାଇଁ ବିଶିଷ୍ଟ ସାହିତି୍ୟକା ମମତା କାଲିଆ ତାଙ୍କ ଉପନ୍ୟାସ ‘ଦୁଃଖମ୍‌ ସୁଖମ୍‌’ ପାଇଁ ଏହି ସମ୍ମାନ ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ସାହିତ୍ୟ ଏକାଡେମୀ ନିର୍ଦ୍ଦେଶକ ତଥା ଲେଖକ ବିଶ୍ୱନାଥ ପ୍ରସାଦ ତିଓ୍ବାରିଙ୍କ ଅଧ୍ୟକ୍ଷତାରେ ଗଠିତ ଚୟନ କମିଟି ମମତାଙ୍କ ନାମ ଡିସେମ୍ବର ୮ରେ ଘୋଷଣା କରିବା ପରେ ତାଙ୍କ ବ୍ୟକ୍ତିତ୍ୱ ଚର୍ଚ୍ଚାର ବଳୟକୁ ଆସିଛି। ମମତା ଉତ୍ତରପ୍ରଦେଶର ବୃନ୍ଦାବନଠାରେ ୧୯୪୦ ମସିହାରେ ଜନ୍ମଗ୍ରହଣ କରିଥିଲେ। ଉଭୟ ଇଂଲିଶ ଓ ହିନ୍ଦୀ ଭାଷାରେ ସିଦ୍ଧହସ୍ତ ମମତାଙ୍କୁ ଯେତେବେଳେ ୧୯ ବର୍ଷ ହୋଇଥିଲା ସେ ଲେଖାଲେଖି ଆରମ୍ଭ କରିଥିଲେ। ତାଙ୍କ ହିନ୍ଦୀ ଭାଷାରେ ରଚିତ କୃତିକୁ ଆକଳନ କଲେ ଏକାଧିକ ଉପନ୍ୟାସ, କବିତା ଏବଂ ୨୦୦ରୁ ଊର୍ଦ୍ଧ୍ୱ କ୍ଷୁଦ୍ର ଗଳ୍ପ ଲେଖି ସେ ଭାରତୀୟ ସାହିତ୍ୟରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ ଦଖଲ କରିପାରିଛନ୍ତି। ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଇଂଲିଶ ସାହିତ୍ୟରେ ସ୍ନାତକୋତ୍ତର ଡିଗ୍ରୀ ହାସଲ ପରେ ଦିଲ୍ଲୀ ଓ ବମ୍ବେସ୍ଥିତ କଲେଜରେ ଇଂଲିଶ ଅଧ୍ୟାପିକା ଭାବେ କାର୍ଯ୍ୟ କରିଥିଲେ। ୧୯୭୩ରେ ଆଲ୍ଲାହାବାଦସ୍ଥିତ ମହିଳା ସେବା ସଦନ ଡିଗ୍ରୀ କଲେଜରେ ସେ ଅଧ୍ୟକ୍ଷା ହୋଇ ୨୦୦୧ରେ ସେବାନିବୃତ୍ତ ହୋଇଥିଲେ। ଲିଙ୍ଗଗତ ଅସମାନତା, ଚିରାଚରିତ ଘରୋଇ ଜୀବନ ଏବଂ ସାମାଜିକ କଳଙ୍କ ବିରୋଧରେ ହାସ୍ୟଦ୍ୟୋପକ କଟାକ୍ଷ କରି ସମାଜକୁ ସଚେତନ କଲା ଭଳି ସର୍ଜନା କରିବା ହେଉଛି ମମତାଙ୍କ ଲେଖାର ବିଶେଷତ୍ୱ । ସାଧାରଣ ଲୋକଙ୍କ ସମସ୍ୟାକୁ ଅତି ସରଳ ଭାଷାରେ ବୁଝାଇ ହେବା ଭଳି ଲେଖି ସେ ପାଠକୀୟ ଆଦୃତି ପାଇପାରିଛନ୍ତି। ଇଂଲିଶ ଭାଷାରେ ପାଠ ପଢ଼ାଇ ଛାତ୍ରୀଛାତ୍ରଙ୍କ ନିକଟତର ହୋଇଥିବା ମମତା ଇଂଲିଶରେ ଲେଖାଲେଖି କଲା ବେଳେ ବହୁ ସମାଲୋଚନାର ଶିକାର ହୋଇଥିବା ସାକ୍ଷାତ୍‌କାର ସମୟରେ ପ୍ରକାଶ କରିଛନ୍ତି। ଆଲ୍ଲାହାବାଦ ଅନ୍ୟତମ ହିନ୍ଦୀ ଭାଷା କେନ୍ଦ୍ର ଭାବେ ପରିଚିତ ଏକ ସ୍ଥାନ ହୋଇଥିବାରୁ ସେଠାରେ ଇଂଲିଶ ଭାଷାରେ ଲେଖିଲା ବେଳେ ବରିଷ୍ଠ ଲେଖକମାନେ ତାଙ୍କୁ ସମାଲୋଚନା କରିଥିଲେ। ହେଲେ ଇଚ୍ଛାଶକ୍ତି ବଳରେ ସେ ଇଂଲିଶରେ କବିତା ଲେଖି ଚହଳ ପକାଇଥିଲେ। ତାଙ୍କ ଲେଖାରେ କମଳା ଦାସଙ୍କ ପ୍ରଭାବ ରହିଥିବା ସେ ବହୁବାର କହି ଆସିିଛନ୍ତି। ଜୀବନର ସତ୍ୟତାକୁ କମଳା ଯେଭଳି ଢଙ୍ଗରେ ଲେଖା ମାଧ୍ୟମରେ ପ୍ରକାଶ କରୁଥିଲେ, ସେହିଭଳି ଭାବେ ମମତା ତାଙ୍କ ପାଠିକାପାଠକଙ୍କୁ କବିତା ମାଧ୍ୟମରେ ଭେଟି ଦେବାକୁ ଚାହିଁଥିଲେ। ସମୟେ ସମୟେ ପରିସ୍ଥିତି ତାଙ୍କ ପାଇଁ ଏଭଳି ଅସହ୍ୟ ହୋଇଥିଲା ଯେ ସେ ସେମାନଙ୍କୁ କାମୁଡ଼ିବା ସ୍ଥିତିକୁ ଆସିଯାଇଥିଲେ, ଯେକେହି ଏଭଳି ଅନୁଭବ ତାଙ୍କ କବିତାରୁ ପାଇପାରିବେ ବୋଲି ସେ କହିଥାନ୍ତି। ଇଂଲିଶରେ କବିତା ପୁସ୍ତକ ପ୍ରକାଶ ପାଇ ଯେତେବେଳେ ପାଠକୀୟ ଆଦୃତି ପାଇଲା ସେତେବେଳେ ତାଙ୍କ ବନ୍ଧୁ ଓ ବରିଷ୍ଠମାନେ ନୀରବ ହୋଇଯାଇଥିଲେ। ଆହ୍ବାନକୁ ସ୍ବାଭିମାନ ଓ ଧୈର୍ଯ୍ୟର ସହ ସମ୍ମୁଖୀନ ହୋଇ ନିଜ ଲକ୍ଷ୍ୟପଥରେ ଆଗେଇଲେ ବିଜୟ ସମ୍ଭବ ହୋଇଥାଏ ବୋଲି ତାଙ୍କ ଅଧ୍ୟବସାୟରୁ ଶିଖିବାକୁ ମିଳିଛି। ‘ବେଘର’, ‘ଯାଞ୍ଚ ଅଭି ଜାରି ହୈ’, ‘ନିର୍ମୋହି’ ଓ ‘ବୋଲ୍‌ନଓ୍ବୋଲି ଓ୍ବରତ୍‌’ ଆଦି ତାଙ୍କ ପ୍ରସିଦ୍ଧ ଲେଖା ଭାବେ ପରିଚିତ। ଜୀବନବ୍ୟାପୀ ଲେଖା ପାଇଁ ସେ ଯଶପାଲ ସମ୍ମାନ, ମହାଦେବୀ ବର୍ମା ସ୍ମୃତି ସମ୍ମାନ, ସାହିତ୍ୟ ଭୂଷଣ ସମ୍ମାନ, ଜାହ୍ନବୀ ସମ୍ମାନ, ସୀତା ସ୍ମୃତି ପୁରସ୍କାର ଭଳି ସମ୍ମାନ ପାଇପାରିଛନ୍ତି। ହେଲେ ପାଠକୀୟ ଗ୍ରହଣୀୟତା ତାଙ୍କ ପାଇଁ ସବୁଠାରୁ ବଡ଼ ପୁରସ୍କାର ବୋଲି ବ୍ୟାସ ସମ୍ମାନ ସକାଶେ ନାମ ଘୋଷଣା ପରେ ସେ ପ୍ରକାଶ କରିଛନ୍ତି।
All Right Reserved By

ସମ୍ପାଦକୀୟ |

ବିରୋଧୀଙ୍କ ପାଇଁ ମଉକା

ବିରୋଧୀଙ୍କ ପାଇଁ ମଉକା

ଆକାର ପଟେଲ

ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ଦ୍ୱିତୀୟ ଦୀର୍ଘତମ ଅବଧି ଲାଗି ଅର୍ଥନୈତିକ ଅଭିବୃଦ୍ଧି ଜାରି ରହିଥିବାରୁ ଆମେରିକାର ରାଷ୍ଟ୍ରପତି ଡୋନାଲ୍‌ଡ ଟ୍ରମ୍ପ କିଛି ଲୋକପ୍ରିୟତା ଅର୍ଜନ କରିଛନ୍ତି। ଗତ ତ୍ରିମାସୀରେ ଆମେରିକାର ଅର୍ଥନୀତି ୪ ପ୍ରତିଶତ ହାରରେ ଅଭିବୃଦ୍ଧି କରିଥିଲା। ତେବେ ଆମେ ଭାରତୀୟମାନେ ଏଥିରେ ପ୍ରଭାବିତ ନ ହୋଇପାରୁ। କିନ୍ତୁ ସତକଥା ହେଲା, ଆମେରିକା ଅର୍ଥନୀତିର ଆକାର ହେଉଛି ଭାରତର ୧୦ ଗୁଣ, ଯଦିଚ ଏହାର ଲୋକସଂଖ୍ୟା ଭାରତର ୪ ଭାଗରୁ ଭାଗେ। ଏହାର ଅର୍ଥ ଜଣେ ହାରାହାରି ଆମେରିକୀୟ ଜଣେ ହାରାହା...

ଶୀତଳ ସମ୍ପ୍ରଦାୟ

ଶୀତଳ ସମ୍ପ୍ରଦାୟ

ଚିତ୍ରଚରିତ୍ର/ ନିରଞ୍ଜନ ପାଢ଼ୀ

ଯେଉଁ ସମ୍ପ୍ରଦାୟ ସମ୍ପର୍କରେ କଥାଟି କୁହାଯାଉଛି, ସେମାନଙ୍କ ପାଇଁ ‘ଶୀତଳ’ ଶବ୍ଦଟି ବୋଧହୁଏ ସବୁଠାରୁ ସଂଭ୍ରାନ୍ତ ଓ ମାର୍ଜିତ ବିଶେଷଣ। ଏମାନଙ୍କୁ ଶୀତଳ କୁହାଗଲେ ବି ଏମାନେ ଯେ କେବେ ଉଷ୍ମ ହୁଅନ୍ତି ନାହିଁ, ତାହା ନୁହେଁ। ଏମାନେ ଉଷ୍ମ ହୁଅନ୍ତି, ନିଜ ଭିତରେ ଜଳନ୍ତି ଓ ଅନ୍ୟମାନଙ୍କୁ ଜଳାଇବାର ବି ସାମର୍ଥ୍ୟ ରଖନ୍ତି। ୟେ ଉଷ୍ମତା କେବଳ ସୁରକ୍ଷିତ ଥାଏ ନିଜ ପାଇଁ ଓ ନିଜର ଯାବତୀୟ ସ୍ବାର୍ଥସାଧନ ଲାଗି। ମାତ୍ର ଆଖପାଖର ଦୁନିଆରେ ଆତଯାତ ହେଉଥିବା ଅନ୍ୟମାନଙ୍କ ପାଇଁ ଯେତେବେଳେ ଲୋଡ଼ାପଡ଼େ ତାତିଲାପଣ, ସେତେବେଳେ ଏମାନଙ୍କ ଉଷ୍ମ ପୌରୁଷ ଅଚାନକ ଛୁଟିରେ ଚାଲିଯାଏ ଓ ବଦଳରେ ପ୍ରତିଭାତ ହୁଏ ଏକ ହିମ ଶୀତଳ ନିର୍ଜୀବ ବ୍ୟକ୍ତିସତ୍ତା। ମନେହୁଏ, ସତେ ଯେମିତି ମଣିଷଟିଏ ନୁହେଁ ନିଥର କାଠ ଗଣ୍ଡିଟାଏ!...

‘ମିଲ୍‌କମ୍ୟାନ୍‌’ର ରୂପକାର

‘ମିଲ୍‌କମ୍ୟାନ୍‌’ର ରୂପକାର

ବ୍ୟକ୍ତିତ୍ୱ/ଜିତେନ୍ଦ୍ର

ମୋ ଚରିତ୍ରଗୁଡ଼ିକ ମୋ ପାଖକୁ ଆସି ଗପ ଲେଖିବାକୁ ମୋତେ କହନ୍ତି। ଯେତେବେଳ ଯାଏ ସେମାନେ ଆସି ନ ଥାନ୍ତି ସେତେବେଳ ପର୍ଯ୍ୟନ୍ତ ମୁଁ କିଛି ଲେଖିପାରେ ନାହିଁ। ’ ୨୦୧୮ ‘ମ୍ୟାନ୍‌ ବୁକର’ ପାଇବା ଲାଗି ଉତ୍ତର ଆୟର୍ଲାଣ୍ଡ ଲେଖିକା ଆନ୍ନା ବନର୍‌ସଙ୍କ ନାମ ଘୋଷଣା ହେବା ପରେ ସାମ୍ବାଦିକଙ୍କୁ ସେ ନିଜ ପ୍ରତିକ୍ରିୟାରେ ଉପରିଲିଖିତ ଉକ୍ତି ବାଢ଼ିଥିଲେ। ମ୍ୟାନ୍‌ ବୁକର ପାଇବାରେ ଆନ୍ନା ହେଉଛନ୍ତି ଉତ୍ତର ଆୟାର୍ଲାଣ୍ଡର ପ୍ରଥମ ଲେଖିକ। ଉପନ୍ୟାସ ‘ମିଲ୍‌କମ୍ୟାନ୍‌’ ପାଇଁ ସେ ଏହି ସମ୍ମାନ ପାଇବାକୁ ଯାଉଥିବାରୁ ତାଙ୍କୁ ବିଶ୍ୱବ୍ୟାପୀ ...

ଏଇ ଭାରତରେ

ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ବଳରେ ଅସାଧ୍ୟ ସାଧନ କରିହୁଏ। ପିଲାଦିନରୁ କୌଣସି କାର୍ଯ୍ୟରେ ରୁଚି ଓ ଅଭ୍ୟାସ ରଖିଥିଲେ ଭବିଷ୍ୟତରେ ଏଥିରେ ସଫଳତା ଲାଭ କରିହୁଏ। ପ୍ରଶଂସା ଓ ପୁରସ୍କାର ବି ମିଳେ। ସେହିପରି ଉଲ୍ଲେଖନୀୟ କୃତିତ୍ୱ ହାସଲ କରିଥିବା ୧୦ବର୍ଷର ବାଳକ ...

ମାଛଦ୍ୱାରା ପାଦ ଚିକିତ୍ସା

ମାଛଦ୍ୱାରା ପାଦ ଚିକିତ୍ସା

ପରିବେଶ ପରିଚିନ୍ତା/ ମାନେକା ଗାନ୍ଧୀ

କିଛିମାସ ତଳେ ଜଣେ ଯୁବତୀ ନ୍ୟୁୟର୍କରେ ତାଙ୍କ ଡାକ୍ତରଙ୍କ ପାଖକୁ ଯାଇଥିଲେ। ଛଅମାସ ହେଲା ତାଙ୍କ ପାଦ ନଖଗୁଡ଼ିକ କଳାପଡ଼ି ଝଡ଼ିଯାଉଥିଲା। ତାଙ୍କ ପରିବାରରେ ଏମିତି ସମସ୍ୟା ଆଉ କାହାର ନାହିଁ ଏବଂ ତାଙ୍କର ମଧ୍ୟ ଅନ୍ୟ କୌଣସି ରୋଗ ନାହିଁ ବା ଏପରି ଭାବେ ନଖ ପଚିବାର ପାରିବାରିକ ଇତିହାସ ନାହିଁ। ପରୀକ୍ଷାରୁ ଜଣାପଡ଼ିଲା ଯେ, ଛଅମାସ ତଳେ ସେ ମାଛ ଦ୍ୱାରା ପାଦ ଚିକିତ୍ସା (ଫିଶ୍‌ ପେଡିକିଓର) କରାଇଥିଲେ। ମାଛ ହିଁ ତାଙ୍କ ନଖର ମଞ୍ଜଭାଗରେ (ଯେଉଁଠୁ ନଖ କଅଁଳେ) କ୍ଷତ ସୃଷ୍ଟି କରିଛି। ଫଳରେ ଓନିକୋମାଡେସିସ୍‌ (ନଖପଚା ରୋଗ) ସୃଷ୍ଟି ହୋଇଛି ଓ ନଖ କଳାପଡ଼ି ଝଡ଼ିଯାଉଛି। ଆଗକୁ ପରିସ୍ଥିତି ଆହୁରି ଖରାପ ହୋଇପାରେ। ପଚାନଖ ତଳେ ...

ରାଜନେତା ଓ ନାଗରିକ ସମାଜ

ରାଜନେତା ଓ ନାଗରିକ ସମାଜ

ଡ. ସୁବାସ ଚନ୍ଦ୍ର ପାତ୍ର

ଓଡ଼ିଶାର ରାଜନେତାମାନେ ଏକ ସୁସ୍ଥ, ସୁନ୍ଦର ନାଗରିକ ସମାଜ ଗଠନ ସେମାନଙ୍କର ଦାୟିତ୍ୱ ବୋଲି କେବେ ଭାବନ୍ତି ନାହିଁ। କରତାଳି, ପତାକା ଧାରଣ, ମାଗଣା ଇନ୍ଧନରେ ମୋଟର ସାଇକେଲ ଚାଳନା ପାଇଁ ଯୁବଗୋଷ୍ଠୀ ସଂଗ୍ରହ ଏବଂ ଏ ସବୁ ମାଧ୍ୟମରେ ଭୋଟ ସଂଗ୍ରହ ଓ କ୍ଷମତା ଦଖଲ ସେମାନଙ୍କ ମୁଖ୍ୟ କାମ ବୋଲି ସେମାନେ ବିଚାର କରନ୍ତି। ସଂହତିପୂର୍ଣ୍ଣ, ଆଦର୍ଶଭରା ଏକ ତ୍ୟାଗପୂତ ସମାଜ ନିର୍ମାଣ ମଧ୍ୟ ଏକ ରାଜନୈତିକ କର୍ତ୍ତବ୍ୟ ବୋଲି ସେମାନେ ଚିନ୍ତା କରନ୍ତି ନାହିଁ। ତା’ର ପ୍ରମୁଖ କାରଣ କ୍ଷମତାମନସ୍କତା, ସମାଜମନସ୍କତା ବା ରାଷ୍ଟ୍ରମନସ୍କତା ନୁହେଁ।...

ଚନ୍ଦ୍ରରେ ଚିତ୍ରକର

ଚନ୍ଦ୍ରରେ ଚିତ୍ରକର

ଡ. ତୁଷାରକାନ୍ତି ଦାସ

ଦୁଇ ହାତ ପାପୁଲିରେ ଆଞ୍ଜୁଳାଏ ପାଣିରେ ଜହ୍ନକୁ ସେ ଧରିଛି। ସତେ ବା ସେ ଆଞ୍ଜୁଳାଏ ପାଣିରେ ଜହ୍ନଟା ଚିକ୍‌ମିକ୍‌ କରୁଛି- ଚିତ୍ରକରଟିଏ ଆଞ୍ଜୁଳାଏ ପାଣିରେ ଜହ୍ନର ପ୍ରତିବିମ୍ବକୁ କାନ୍‌ଭାସରେ ଉତାରୁଥିବାବେଳେ କେବେ ବି କ’ଣ ଭାବିଥିବ ଜହ୍ନକୁ ଯାଇ ସେଠାରେ ଜହ୍ନର ଛବି ଆଙ୍କିବ ବୋଲି? ହଁ ଆଜ୍ଞା, ଚିତ୍ରକରର ଏ ଭାବନା ସତ୍ୟ ହେବାକୁ ଯାଉଛି। ଆଉ ଆପଣ କହିପାରିବେନି ‘କବି କଳପନା ସରଗ ସିନା ଲୋ ମନ ଭୁଲାଇବା ପାଇଁ’। କାରଣ ଏ କଳ୍ପନା ବାସ୍ତବରେ ପରିଣତ ହେବାକୁ ଯାଉଛି। ଜାପାନୀ କୋଟିପତି ବ୍ୟବସାୟୀ ୟୁସାକୁ ମେଜାଓ୍ବା ୬ ...

ଏଇ ଭାରତରେ

ଏଇ ଭାରତରେ

ଧର୍ମନିରପେକ୍ଷ ଗଣତନ୍ତ୍ର ଦେଶ ଭାରତ । ଏହାର ପ୍ରତିଟି ପର୍ବପର୍ବାଣିରେ ଦେଖିବାକୁ ମିଳେ ସାମ୍ପ୍ରଦାୟିକ ସଦ୍‌ଭାବନାର ନିଆରା ନମୁନା। ବର୍ତ୍ତମାନ ଦେଶର କୋଣ ଅନୁକୋଣରେ ଦଶହରା ଯାକଜମକରେ ପାଳନ କରାଯାଉଛି। ଏଭଳି ସମୟରେ ସର୍ବଧର୍ମ ସମନ୍ବୟର ବାର୍ତ୍ତାବାହକ ସାଜିଛନ୍ତି ପୂର୍ବୋତ୍ତର ରାଜ୍ୟ ଆସାମରେ ହାସିମ୍‌ ଅଲି। ଡାରାଙ୍ଗ୍‌ ଜିଲାର ଡାଲଗାଓଁ ଅଞ୍ଚଳର ହାସିମ୍‌ ଇସଲାମ ଧର୍ମାବଲମ୍ବୀ...

ସମ୍ପାଦକୀୟ/ଚନ୍ଦକା ବଞ୍ଚାଅ

ସମ୍ପାଦକୀୟ/ଚନ୍ଦକା ବଞ୍ଚାଅ

କଟକ ମୁଣ୍ଡଳୀ ନିକଟ ମହାନଦୀରେ ୫ଟି ହାତୀ ଭାସି ଯାଉଥିବା ଖବର ଅକ୍ଟୋବର ୧୫ ସକାଳୁ ବ୍ୟାପିଯିବା ପରେ ଏହି ଦୃଶ୍ୟ ଦେଖିବାକୁ ସ୍ଥାନୀୟ ଅଞ୍ଚଳର ଲୋକଙ୍କ ମଧ୍ୟରେ ଭିଡ଼ ହୋଇଥିଲା। ଏ ବିଷୟରେ ସୂଚନା ପାଇବାରୁ ଆଠଗଡ଼ ଓ ଚନ୍ଦକା ବନଖଣ୍ଡ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ସଙ୍ଗେ ସଙ୍ଗେ ମୁଣ୍ଡଳୀ ବ୍ୟାରେଜ୍‌ର ୪ଟି ଗେଟ୍‌ ବନ୍ଦ କରିଦିଆଯିବାରୁ ଜଳସ୍ରୋତ ହ୍ରାସ ପାଇଥିଲା ଓ ପାଣିରେ ଭାସୁଥିବା ହାତୀ ଉପରକୁ ଉଠି ଆସିଥିଲେ। ...

ପଶୁବଳି : ଏକ ଅମାନବୀୟ ପରମ୍ପରା

ପଶୁବଳି : ଏକ ଅମାନବୀୟ ପରମ୍ପରା

ଡ. ପ୍ରଫୁଲ୍ଲ କୁମାର ସାହୁ

ଆମ ରାଜ୍ୟରେ ପ୍ରମୁଖ ଦେବୀମନ୍ଦିରଗୁଡ଼ିକରେ ଶାରଦୀୟ ପୂଜାର ଏକ ବିଶେଷ ଅଙ୍ଗ ଥିଲା ପଶୁବଳିପ୍ରଥା। ପ୍ରତିବର୍ଷ ଦଶହରା ବେଳେ ଏସବୁ ଶକ୍ତିପୀଠରେ ଲକ୍ଷ ଲକ୍ଷ ପଶୁପକ୍ଷୀଙ୍କୁ ହତ୍ୟା କରାଯାଉଥିଲା ଅତି ବୀଭତ୍ସ ଭାବରେ। ଏଭଳି ଏକ ଅମାନବୀୟ ପରମ୍ପରା ଉପରେ ନ୍ୟାୟାଳୟର ପ୍ରତିବନ୍ଧକ ଲାଗିବା ପରେ ଅଧିକାଂଶ ଦେବୀ ପୀଠରେ ଏବେ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି ପଶୁବଳି। ଅନ୍ୟ କେତେକ ସ୍ଥାନରେ ଏହା ଲୁଚାଛପାରେ ଚାଲିଛି ପରମ୍ପରା ଦାୟରେ। କାରଣ ସଭ୍ୟତା ଯେତେ ଆଗକୁ ଗଲେ ବି ଅନ୍ଧବିଶ୍ୱାସର ଅନ୍ଧଗଳିରୁ ମୁକୁଳିପାରୁନି ...

ଆସ ମା’ ଦୁର୍ଗେ

ଆସ ମା’ ଦୁର୍ଗେ

ଡ. ଭାଗ୍ୟଲିପି ମଲ୍ଲ

କାଶତଣ୍ଡୀର ଶୁଭ୍ର ମେଳଣରେ ଏବେ ସୃଜନର ମୂର୍ଚ୍ଛନା। ପତଳା କୁହୁଡ଼ିଆ ଆକାଶରେ ଜହ୍ନ ପିନ୍ଧିଛି ଧଳାବଉଦର ମାଳ। ଅଧା ଛାଇ ଅଧା ଆଲୁଅର ଖେଳରେ ଆସକ୍ତ ଧରିତ୍ରୀର ଛାତି। ଆକାଶ ଦେଖୁଛି ମୁହଁ ମାଟିଦର୍ପଣରେ। ଠିକ୍‌ ଏଇ ସମୟରେ ଧରାବତରଣ କରୁଛନ୍ତି ମା’ ଦୁର୍ଗା, ଦୁର୍ଗତିନାଶିନୀ। ତାଙ୍କ ଆଗମନର ଆବାହନୀରେ ଭୂମିରୁ ଆକାଶ, ସବୁଠି ଶୁଭ୍ରତାର ସମାରୋହ। ସକଳ ସୃଷ୍ଟିରେ ଶରତର ମଧୁର ଆଶ୍ଳେଷ। ସେହି ଆଶ୍ଳେଷରେ ସମାହିତ ଶକ୍ତି ଏକ ଦିବ୍ୟ ଅନୁଭବ। ସେ ଶକ୍ତି ଜନ୍ମ ଓ ମୃତ୍ୟୁ, ଯନ୍ତ୍ରଣା ଓ ଆନନ୍ଦର କାରଣ। ତା’ ବିନା କିଛି ସମ୍ଭବ ନୁହେଁ। ତେଣୁ କୁହାଯାଏ ସେ ଜନ୍ମ ଓ ମୃତ୍ୟୁର ଊର୍ଦ୍ଧ୍ୱସ୍ଥ ଏକ ଦିବ୍ୟ ସତ୍ତା। ସକଳ ଚେତନାର ଉତ୍ସ। ଆମେ ଆଜି ସେଇ ଉତ୍ସକୁ ଆହ୍ବାନ କରୁଛୁ। ...

ଏଇ ଭାରତରେ

ଏଇ ଭାରତରେ

ଅନ୍ନଚିନ୍ତା ଚମତ୍କାରା। କ୍ଷୁଧା ଓ ଦାରିଦ୍ର୍ୟରେ ପେଷି ହେଉଥିବା ବ୍ୟକ୍ତି ହିତାହିତ ଜ୍ଞାନ ହରାଇବସେ। କ୍ଷୁଧା ପ୍ରପୀଡ଼ିତ ମା’ ପାଖରେ ସ୍ନେହମମତାର ମୂଲ୍ୟ କିଛି ନାହିଁ। ପିଲାଙ୍କ ଭୋକିଲା ପେଟକୁ ଆହାର ଯୋଗାଇପାରୁ ନ ଥିବା ମା’ ସେମାନଙ୍କ ଦୁଃଖକଷ୍ଟ ସହ୍ୟ କରି ନ ପାରି ବିନାଶ କରିଦେବାକୁ ବି ଇଚ୍ଛାକରେ। ଏପରି ଏକ ଦୁଃଖଦ ଘଟଣା ଗୁଜରାଟର ଅହମଦାବାଦଠାରେ ଘଟିଛି। ଗୁଜରାଟର ଭାବନଗର...