ସମ୍ପାଦକୀୟ |

ଭାରତର ଜଳବାୟୁ ପରିବର୍ତ୍ତନ ନୀତି

ଭାରତର ଜଳବାୟୁ ପରିବର୍ତ୍ତନ ନୀତି

ବର୍ତ୍ତମାନ ସବୁଠାରୁ ଗୁରୁତର ପାରିବେଶିକ ସମସ୍ୟା ହେଉଛି ବିଶ୍ୱତାପନ ଓ ଜଳବାୟୁ ପରିବର୍ତ୍ତନ। ତେଣୁ ପୃଥିବୀର ତାପମାତ୍ରା ବୃଦ୍ଧି ଉପରେ ଅଙ୍କୁଶ ଲଗାଇବା ପାଇଁ ଚେଷ୍ଟା କରାଯାଉଛି। ତାପମାତ୍ରା ବୃଦ୍ଧିର ମୁଖ୍ୟ କାରଣ ହେଉଛି ବାୟୁମଣ୍ଡଳରେ ସବୁଜଗୃହ ଗ୍ୟାସ୍‌ର ପରିମାଣ ବୃଦ୍ଧି। ବିଶେଷକରି ଅଙ୍ଗାରକାମ୍ଳ ଗ୍ୟାସ୍‌ର ବୃଦ୍ଧି ଅତ୍ୟନ୍ତ ଚିନ୍ତାଜନକ। କଳକାରଖାନା ଓ ତାପଜ ବିଦ୍ୟୁତ୍‌ କେନ୍ଦ୍ରଗୁଡିକରେ କୋଇଲା, ପେଟ୍ରୋଲିୟମ୍‌ ତୈଳ ଓ ପ୍ରାକୃତିକ ଗ୍ୟାସ୍‌ ଆଦି ଦହନ ହୋଇ ବାୟୁମଣ୍ଡଳକୁ ଅଙ୍ଗାରକାମ୍ଳ ନିର୍ଗତ ହେଉଛି। ଏଥିପାଇଁ ଅନ୍ତର୍ଜାତୀୟ ସ୍ତରରେ ସମସ୍ତ ଦେଶ ସମ୍ମିଳିତ ହୋଇ ବିହିତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଆଲୋଚନା କରାଯାଇଛି। ୨୦୧୫ ଡିସେମ୍ବରରେ ପ୍ୟାରିସ୍‌ଠାରେ ଏକ ଗୁରୁତ୍ୱପୂର୍ଣ୍ଣ ସମ୍ମିଳନୀରେ କେତେକ ନିଷ୍ପତ୍ତି ନିଆଯାଇଥିଲା। ଏହି ଶତାବ୍ଦୀ ଶେଷ ସୁଦ୍ଧା ପୃଥିବୀର ତାପମାତ୍ରାକୁ ଶିଳ୍ପସଭ୍ୟତା ପୂର୍ବରୁ ଥିବା ତାପମାତ୍ରାଠାରୁ ଦୁଇ ଡିଗ୍ରୀ ସେଣ୍ଟିଗ୍ରେଡ୍‌ ଅଧିକ ମଧ୍ୟରେ ସୀମିତ ରଖିବାକୁ ସ୍ଥିର ହୋଇଛି। ଏଥିପାଇଁ ପ୍ରତ୍ୟେକ ଦେଶ ନିଜ ନିଜର ଅଙ୍ଗାରକାମ୍ଳ ଉତ୍ସର୍ଜନକୁ ଏକ ନିର୍ଦ୍ଦିଷ୍ଟ ପରିମାଣରେ ହ୍ରାସ କରିବାକୁ ବଦ୍ଧପରିକର ହୋଇଛନ୍ତି।
ଭାରତ ପ୍ୟାରିସ୍‌ ରାଜିନାମାରେ ସ୍ବାକ୍ଷର କରିବା ସହ ଏହାକୁ କାର୍ଯ୍ୟକାରୀ କରିବା ପାଇଁ ବିଭିନ୍ନ ପଦକ୍ଷେପ ନେଉଛି। ଏହି ରାଜିନାମା ଅନୁଯାୟୀ ଭାରତ ୨୦୩୦ ମସିହା ସୁଦ୍ଧା ଅଙ୍ଗାରକାମ୍ଳ ଉତ୍ସର୍ଜନକୁ ୨୦୦୫ ମସିହାର ସ୍ତରଠାରୁ ୩୦ରୁ ୩୫ ପ୍ରତିଶତ କମ୍‌ କରିବା, ଅଣ-ଜୀବାଶ୍ମ ଇନ୍ଧନରୁ ଉତ୍ପାଦିତ ବିଦ୍ୟୁତ୍‌ ଉତ୍ପାଦନ କ୍ଷମତାକୁ ୪୦ ପ୍ରତିଶତ ବୃଦ୍ଧି କରିବା ଏବଂ ଅତିରିକ୍ତ ଜଙ୍ଗଲ ସୃଷ୍ଟି କରି ୨.୫ରୁ ୩ ଗିଗାଟନ୍‌ ଅଙ୍ଗାରକାମ୍ଳ ସମତୁଲ୍ୟ ଅଙ୍ଗାର ଶୋଷକ ସୃଷ୍ଟି କରିବା ପାଇଁ ପ୍ରତିଶ୍ରୁତିବଦ୍ଧ ହୋଇଛି। ଏଥିପାଇଁ ଭାରତ ଡ୍ରାଫ୍ଟ ଜାତୀୟ ବିଦ୍ୟୁତ୍‌ ନୀତି ଘୋଷଣା କରିଛି।
ଅଙ୍ଗାରକାମ୍ଳ ଉତ୍ସର୍ଜନରେ ଚାଇନା ଓ ଆମେରିକା ପଛକୁ ଭାରତର ସ୍ଥାନ ହେଉଛି ପୃଥିବୀରେ ତୃତୀୟ। ଅଙ୍ଗାରକାମ୍ଳ ହ୍ରାସର ଅର୍ଥ ହେଉଛି କମ୍‌ କୋଇଲା ଜାଳିବା। ଅନ୍ୟ ଅର୍ଥରେ ଆମର ତାପଜ ବିଦ୍ୟୁତ୍‌ ଉତ୍ପାଦନକୁ ହ୍ରାସ କରି ପବନଶକ୍ତି ଓ ସୌରଶକ୍ତି ଉପରେ ଅଧିକ ନିର୍ଭର କରିବା। ଭାରତ ୨୦୨୨ ମସିହା ସୁଦ୍ଧା ଅକ୍ଷୟ ଶକ୍ତି ଉତ୍ସରୁ ୧,୭୫,୦୦୦ ମେଗାଓ୍ବାଟ୍‌ ବିଦ୍ୟୁତ୍‌ ଉତ୍ପାଦନ ପାଇଁ ଯୋଜନା କରିଛି। ଏଥିମଧ୍ୟରେ ସୌର ବିଦ୍ୟୁତ୍‌ ହେଉଛି ୧,୦୦,୦୦୦ ମେଗାଓ୍ବାଟ୍‌, ପବନ ବିଦ୍ୟୁତ୍‌ ୬୦,୦୦୦ ମେଗାଓ୍ବାଟ୍‌ ଓ ଅନ୍ୟ ଅକ୍ଷୟ ଶକ୍ତି ୧୫,୦୦୦ ମେଗାଓ୍ବାଟ୍‌ ଅନ୍ତର୍ଭୁକ୍ତ।
ଭାରତରେ ଅଙ୍ଗାରକାମ୍ଳ ହ୍ରାସ ନୀତିର ମୂଳରେ ଅଛି ସୌରଶକ୍ତି। ସୌରଶକ୍ତି ଉପରେ ଆମେ ସମ୍ପୂର୍ଣ୍ଣ ରୂପେ ଭରସା କରିପାରିବା। ବର୍ଷକର ୮୦ ପ୍ରତିଶତରୁ ଅଧିକ ଦିନରେ ଆମେ ଉଜ୍ଜ୍ୱଳ ସୂର୍ଯ୍ୟାଲୋକ ପାଇଥାଉ। ଭାରତ ୨୦୧୦ରେ ଜବାହରଲାଲ ନେହେରୁ ଜାତୀୟ ସୌର ମିଶନ ଗଠନ କରି ୨୦୨୨ ସୁଦ୍ଧା ୨୦,୦୦୦ ମେଗାଓ୍ବାଟ୍‌ ସୌରଶକ୍ତି ଉତ୍ପାଦନ ପାଇଁ ଯୋଜନା କରିଥିଲା। ତିନିବର୍ଷ ତଳେ ଏହି ଲକ୍ଷ୍ୟ ୧,୦୦,୦୦୦ ମେଗାଓ୍ବାଟ୍‌କୁ ବୃଦ୍ଧି କରାଯାଇଛି। ଏଥିରୁ ୨୦୧୭ ସେପ୍ଟେମ୍ବର ସୁଦ୍ଧା ୧୪,୭୭୦ ମେଗାଓ୍ବାଟ୍‌ କ୍ଷମତା ହାସଲ ହେଲାଣି ଏବଂ ଯେତେ ପ୍ରକଳ୍ପ ନିର୍ମାଣାଧୀନ ଅଛି ସେଥିରୁ ଜଣାପଡୁଛି ଯେ ଆମେ ଏହି ଲକ୍ଷ୍ୟକୁ ମଧ୍ୟ ଟପିଯାଇପାରିବା। ଏହାର କାରଣ ହେଉଛି ସୌରଶକ୍ତିର ଉତ୍ପାଦନ ଖର୍ଚ୍ଚ କମ୍‌ ହେବାରେ ଲାଗିଛି। ବର୍ତ୍ତମାନ ଏହା ୟୁନିଟ୍‌ ପିଛା ୨.୪୪ ଟଙ୍କା ଅଛି, ଯାହା ତାପଜ ବିଦ୍ୟୁତ୍‌ଠାରୁ ମଧ୍ୟ କମ୍‌। ଡ୍ରାଫ୍ଟ ଜାତୀୟ ବିଦ୍ୟୁତ୍‌ ନୀତି ଅନୁଯାୟୀ ୨୦୪୦ ମସିହା ସୁଦ୍ଧା ଆମର ମୋଟ ବିଦ୍ୟୁତ୍‌ ଉତ୍ପାଦନ କ୍ଷମତାର ୬୦ ପ୍ରତିଶତ ଅକ୍ଷୟ ଶକ୍ତି ଉତ୍ସରୁ ଆସିବ।
୨୦୨୨ ମସିହା ପରେ ଦେଶରେ ନୂତନ ତାପଜ ବିଦ୍ୟୁତ୍‌ କେନ୍ଦ୍ର ପ୍ରତିଷ୍ଠା ନ କରିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ନିର୍ମାଣାଧୀନ ଥିବା ୫୦,୦୦୦ ମେଗାଓ୍ବାଟ୍‌ କ୍ଷମତାର ତାପଜ ବିଦ୍ୟୁତ୍‌ କେନ୍ଦ୍ର ୨୦୨୨ ସୁଦ୍ଧା ଉତ୍ପାଦନ ଆରମ୍ଭ କରିବ। ଏଣୁ ଆଉ ନୂତନ ତାପଜ ବିଦ୍ୟୁତ୍‌ ପ୍ରକଳ୍ପ ଆରମ୍ଭ କରାଯାଉନାହିଁ। ଏପରିକି ଯୋଜନା କରାଯାଇଥିବା ୧୪,୦୦୦ ମେଗାଓ୍ବାଟ୍‌ କ୍ଷମତାର କେତୋଟି ବୃହତ୍‌ ତାପଜ ବିଦ୍ୟୁତ୍‌ ପ୍ରକଳ୍ପକୁ ବାତିଲ କରାଯାଇଛି।
ପରିବହନ କ୍ଷେତ୍ରରେ ଗାଡି ମୋଟରରୁ ବିପୁଳ ଅଙ୍ଗାରକାମ୍ଳ ନିର୍ଗତ ହୋଇଥାଏ। ଏ କ୍ଷେତ୍ରରେ ମଧ୍ୟ ପରିବେଶ ସୁରକ୍ଷା ପାଇଁ ଭାରତ ନେତୃତ୍ୱ ନେଉଛି। ୨୦୩୦ ପରେ ଡିଜେଲ କିମ୍ବା ପେଟ୍ରୋଲଚାଳିତ ଯାନବାହନ ବିକ୍ରି ନିଷେଧ କରିବା ପାଇଁ ସରକାର ଘୋଷଣା କରିଛନ୍ତି।
ଏହିସବୁ କାର୍ଯ୍ୟକ୍ରମର ସଫଳ ରୂପାୟନ ହେଲେ ଭାରତ ୨୦୩୦ ସୁଦ୍ଧା କାର୍ବନ ଉତ୍ସର୍ଜନର ପରିମାଣକୁ ୨୦୦୫ର ସ୍ତର ଅପେକ୍ଷା ୫୧ରୁ ୫୩ ପ୍ରତିଶତ ହ୍ରାସ କରିପାରିବ, ଯାହା ପ୍ୟାରିସ୍‌ ରାଜିନାମା ଅନୁଯାୟୀ ଭାରତ ଦେଇଥିବା ପ୍ରତିଶ୍ରୁତିଠାରୁ ଅଧିକ। ଏହା ନିଶ୍ଚିତ ଭାବେ ଭାରତ ପାଇଁ ଗୌରବର ବିଷୟ ଏବଂ ଭାରତ ପୃଥିବୀରେ ଜଳବାୟୁ ସଂକ୍ରାନ୍ତରେ ନେତୃତ୍ୱ ନେବା ସମ୍ଭବ ହେବ।
ଅନ୍ତର୍ଜାତୀୟ ସ୍ତରରେ ଦେଖିଲେ ଆମେରିକା ଗତ ଜୁନ୍‌ରେ ପ୍ୟାରିସ ରାଜିନାମାରୁ ଓହରିଯାଇ ଏହାକୁ ଏକ ଶକ୍ତ ଧକ୍କା ଦେଇଛି। ଅନୁମାନ କରାଯାଉଥିଲା, ଅନେକ ଦେଶ ଏହାକୁ ଅନୁସରଣ କରିବେ। ମାତ୍ର ଖୁସିର କଥା ଏପର୍ଯ୍ୟନ୍ତ ଅନ୍ୟ କୌଣସି ଦେଶ ଏଭଳି ପଦକ୍ଷେପ ନେଇନାହିଁ। ବିଶେଷକରି ଏ କ୍ଷେତ୍ରରେ ଭାରତର ଦ୍ରୁତ ଅଗ୍ରଗତିକୁ ବିଶ୍ୱ ସମୁଦାୟ ପ୍ରଶଂସା କରିଛନ୍ତି।
୭୦, ଲକ୍ଷ୍ମୀବିହାର, ଫେଜ୍‌ -୧, ଭୁବନେଶ୍ୱର, ମୋ-୯୪୩୮୬୯୩୭୨୪

All Right Reserved By

ସମ୍ପାଦକୀୟ |

ଆଜିର ଅର୍ଥନୀତି/ ସ୍ବପ୍ନମୁଖା ଏଲ୍‌ଆଇସି

ଆଜିର ଅର୍ଥନୀତି/ ସ୍ବପ୍ନମୁଖା ଏଲ୍‌ଆଇସି

ଗତମାସରେ ବୀମା ନିୟାମକ ଓ ଉନ୍ନୟନ କର୍ତ୍ତୃପକ୍ଷ (ଆଇଆର୍‌ଡିଏ)ଠାରୁ ଅନୁମତି ପାଇବା ପରେ ଜୀବନବୀମା ନିଗମ (ଏଲ୍‌ଆଇସି) ବୋର୍ଡ କ୍ଷତିରେ ଚାଲୁଥିବା ଆଇଡିବିଆଇ ବ୍ୟାଙ୍କରେ ନିଜର ଅଂଶଧନ ୫୧ ପ୍ରତିଶତକୁ ବୃଦ୍ଧି କରିବା ଲାଗି ସରକାରଙ୍କୁ ପ୍ରସ୍ତାବ ଦେଇଛି। ଆଉ କେତେଟା ପ୍ରକ୍ରିୟା ଶେଷହେବା ପରେ ଉକ୍ତ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଏଲ୍‌ଆଇସିର ଅଧୀନ ହୋଇଯିବ। ଆଇଡିବିଆଇ ବ୍ୟାଙ୍କରେ ଜୀବନବୀମା ନିଗମର ବର୍ତ୍ତମାନ ୭.୯୮ ପ୍ରତିଶତ ଅଂଶଧନ ରହିଛି, ଯାହା ମାର୍ଚ୍ଚ ୨୦୧୮ ସୁଦ୍ଧା ୧୦.୮୨ ପ୍ରତିଶତ ଥିଲା। ରୁଗ୍ଣ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକୁ ସୁସ୍ଥ କରିତୋଳିବା ଦୀର୍ଘଦିନ ହେଲା ସରକାରଙ୍କର ଏକ ନୀତି ...

 ସଙ୍କଟରେ ଭବିଷ୍ୟତ

ସଙ୍କଟରେ ଭବିଷ୍ୟତ

ଉପେନ୍ଦ୍ର ବିଶ୍ୱାଳ ପାଗଳପ୍ରାୟ ଘୂରି ବୁଲୁଥାନ୍ତି ମହାମାନ୍ୟ ମଦନମୋହନ ମାଲବ୍ୟ। ନିଶା ଘାରିଥାଏ ବନାରସରେ ବିଶ୍ୱସ୍ତରୀୟ ହିନ୍ଦୁ ବିଶ୍ୱବିଦ୍ୟାଳୟଟିଏ ପ୍ରତିଷ୍ଠା କରିବାକୁ। ହାତ ପତଉଥାନ୍ତି ସମସ୍ତଙ୍କୁ। ଏପରିକି ମୃତଦେହ ଶୋଭାଯାତ୍ରାରେ ଫିଙ୍ଗାଯାଉଥିବା ପଇସା କଉଡ଼ିକୁ ମଧ୍ୟ ସାଉଁଟି ରଖୁଥାନ୍ତି। ବଡ଼ ଆଶା ନେଇ ପହଞ୍ଚତ୍ଲେ ଦିନେ ଘନଶ୍ୟାମ ଦାସ ବିର୍ଲାଙ୍କ ବାସଭବନରେ। ବୈଠକଖାନାରେ ଟିକିଏ ବସିବାକୁ କହି ଠାକୁର ପୂଜା ପାଇଁ ଗଲେ ସେ। ଦୀପଟି ଜଳାଇଲାବେଳେ ପ୍ରଥମ ପରେ ଦ୍ୱିତୀୟ ଦିଆସିଲିକାଠିଟି ଲିଭିଗଲା। ତୃତୀୟ କାଠିଟି ବି ଲିଭିଗଲା ସାମାନ୍ୟ ଅସାବଧାନତାବଶତଃ। ଗର୍ଜିଉଠି ବର୍ଷିଗଲେ ପୂଜକ ଉପରେ। ଆଚମ୍ବିତ ହେଲେ ...

ପ୍ରାଣବନ୍ତ, ପ୍ରଣବସ୍ବରୂପ

ପ୍ରାଣବନ୍ତ, ପ୍ରଣବସ୍ବରୂପ

ଡା. ଅଂଶୁମାନ୍‌ କର ଗତ ସ୍ନାନପୂର୍ଣ୍ଣିମା ଦିନ ଗଜପତି ମହାରାଜ ପ୍ରଭୁ ଜଗନ୍ନାଥଙ୍କ ଆଳତି କରିବା ସମୟରେ ପ୍ରଭୁଙ୍କ ଶିରରୁ ଫୁଲମାଳ ଖସିବାକୁ ନେଇ ଅନେକ ଚର୍ଚ୍ଚା ଚାଲିଛି। ଆଜିର ସୋସିଆଲ ମିଡିଆ ଯୁଗରେ ଏହି ଘଟଣାର ଭୂରି ଭୂରି ପ୍ରଚାର ଓ ପ୍ରସାର ଚାଲିଛି। ଜଗନ୍ନାଥ ଓ ପୁରୀ ଶ୍ରୀମନ୍ଦିରର ପ୍ରାଣବନ୍ତ ଅସ୍ତିତ୍ୱର ଏହା ଏକ ଦିବ୍ୟ ପ୍ରମାଣ ବୋଲି ଅନେକେ ମତ ବ୍ୟକ୍ତ କରୁଛନ୍ତି। କେତେଜଣ କହୁଛନ୍ତି, ଏହାଦ୍ୱାରା ପ୍ରଭୁ ନିଜ ପ୍ରତ୍ୟକ୍ଷ ଉପସ୍ଥିତିର ପ୍ରମାଣ ଦେଉଛନ୍ତି।...

ଏଇ ଭାରତରେ

ଏଇ ଭାରତରେ

ଜଣେ ନବଜାତ ଶିଶୁ କ୍ଷୀର ପାନ କରିବା ପରେ କୋମା ଅବସ୍ଥାରେ ଥିବା ତା’ ମା’ଙ୍କର ଚେତା ଫେରିଆସିଛି। ଏପରି ଏକ ଘଟଣା କେରଳରେ ଘଟିଛି। ବେଟିନା ନାମ୍ନୀ ଜଣେ ମହିଳା ଶିଶୁପୁତ୍ରର କାନ୍ଦ ଶୁଣି ଧୀରେ ଧୀରେ ପ୍ରତିକ୍ରିୟା ପ୍ରକାଶ କରିଥିଲେ। ଜୁନ୍‌ ୧୪ରେ ଶିଶୁଟି ଜନ୍ମଗ୍ରହଣ କରିଥିଲା। ଶିଶୁଟି ସ୍ତନ୍ୟପାନ କରିବା ପରେ ମହିଳାଙ୍କର ସ୍ନାୟୁଗତ ସମସ୍ୟା ଧୀରେ ଧୀରେ ସୁଧୁରିବାରେ ଲାଗିଥିଲା ବୋଲି ହସ୍ପିଟାଲ୍‌ର ଇଣ୍ଟେନ୍‌ସିଭ୍‌ କେୟାର ୟୁନିଟ୍‌ର ମୁଖ୍ୟ ଡକ୍ଟର ଆର. ବିବେକ ପ୍ରକାଶ କରିଛନ୍ତି। ...

ପଞ୍ଚଗବ୍ୟ: ଏକ ଟନିକ୍‌ ଓ ଔଷଧ

ପଞ୍ଚଗବ୍ୟ: ଏକ ଟନିକ୍‌ ଓ ଔଷଧ

ପରିବେଶ ପରିଚିନ୍ତା/ ମାନେକା ଗାନ୍ଧୀ ପୂର୍ବରୁ ଏହି ସ୍ତମ୍ଭରେ ଶସ୍ୟକ୍ଷେତ୍ରରେ ପଞ୍ଚଗବ୍ୟର ବ୍ୟବହାର ଉପରେ ଏକ ନିବନ୍ଧ ଲେଖିଥିଲି। ବହୁବର୍ଷର ଗବେଷଣା ପରେ ଉକ୍ତ ପୁସ୍ତକ ଲେଖିଥିବା ଡ. କେ. ନଟରାଜନ୍‌ ଏଥିରେ ପ୍ରାଣୀମାନଙ୍କ ଉପରେ ପଞ୍ଚଗବ୍ୟର ପ୍ରଭାବ ସମ୍ବନ୍ଧରେ ମଧ୍ୟ ଏକ ଅଧ୍ୟାୟ ଲେଖିଛନ୍ତି। ଗଛଲତା ଉପରେ ଅଧ୍ୟୟନ ପରେ ତାଙ୍କ ଗବେଷକ ଦଳ ପ୍ରାଣୀ ଓ ମନୁଷ୍ୟ ଉପରେ ଅଧ୍ୟୟନ ଆରମ୍ଭ କରିଦେଇଥିଲେ। ପୂର୍ବ ନିବନ୍ଧଟି ଯେଉଁମାନେ ପଢ଼ି ନ ଥିବେ ସେମାନଙ୍କ ପାଇଁ ଏହାର ପ୍ରସ୍ତୁତି ପ୍ରଣାଳୀ ନିମ୍ନରେ ଆଉ ଥରେ ଲେଖୁଛି।...

ଅଭାବର ଚିତ୍ରପଟ

ଅଭାବର ଚିତ୍ରପଟ

ଡ. ସୁବାସ ଚନ୍ଦ୍ର ପାତ୍ର ଦାରିଦ୍ର୍ୟର ମାତ୍ରା ତଥା କିସମ ଅଛି। ବିଭିନ୍ନ ପ୍ରକାର ଦାରିଦ୍ର୍ୟରେ ମଣିଷ ହନ୍ତସନ୍ତ କିନ୍ତୁ ଅର୍ଥନୈତିକ ଦାରିଦ୍ର୍ୟ ମଣିଷକୁ ବେଶି ନିପୀଡ଼ିତ କରେ କାରଣ ତା’ର ପ୍ରଭାବ ଦୃଶ୍ୟମାନ। ସବୁ ଦରିଦ୍ରତା ପଛରେ ଥାଏ ଏକ ଅଭାବବୋଧ ଏବଂ ଏହି ଅଭାବ ଯେତେବେଳେ ସର୍ବବ୍ୟାପୀ ଓ ସର୍ବଗ୍ରାସୀ ହୋଇଯାଏ ସେଇଠି ଦାରିଦ୍ର୍ୟ ହୋଇପଡ଼େ ଦୁର୍ବିଷହ।...

ପତିତପାବନ ଯାତ୍ରା

ପତିତପାବନ ଯାତ୍ରା

ପଣ୍ଡିତ ଡ. ଅନ୍ତର୍ଯ୍ୟାମୀ ମିଶ୍ର ପୁରୁଷୋତ୍ତମ ଜଗନ୍ନାଥ ଦିବ୍ୟ ନୀଳାଚଳରେ ଅନାଦିକାଳରୁ ଦାରବୀ ଲୀଳା ସଂରଚନା କରିଛନ୍ତି। ତାଙ୍କ ଦିବ୍ୟ ଲୀଳାକୁ ଦୁଇଭାଗରେ ବିଭକ୍ତ କରାଯାଇଛି- ଶ୍ରୀମନ୍ଦିର ରତ୍ନସିଂହାସନରେ ଚତୁର୍ଦ୍ଧାମୂର୍ତ୍ତି ସ୍ବରୂପରେ ଐଶ୍ୱର୍ଯ୍ୟଲୀଳା ଏବଂ ରଥଯାତ୍ରାରେ ଅଗଣିତ ଭକ୍ତଙ୍କ ସହିତ ମାଧୁର୍ଯ୍ୟଲୀଳା। ତାଙ୍କର ଏହି ମାଧୁର୍ଯ୍ୟଲୀଳା ଶତାବ୍ଦୀ ଶତାବ୍ଦୀ ଧରି ବିଶ୍ୱମାନସକୁ ଉଦ୍‌ବୁଦ୍ଧ କରିଆସିଛି। ବିଶ୍ୱର କୋଣ ଅନୁକୋଣରୁ ଲକ୍ଷ ଲକ୍ଷ ଭକ୍ତ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଦର୍ଶନ କରିବାକୁ ଶ୍ରୀକ୍ଷେତ୍ର ଆଗମନ କରିଥାନ୍ତି। ଏହି ଯାତ୍ରାରେ ପ୍ରଭୁ ...

ଏଇ ଭାରତରେ

ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ଦିନେ ନା ଦିନେ ସଫଳତା ଆଣି ଦେଇଥାଏ। ଯାହାକି ପୂର୍ବ ବାଙ୍ଗାଲୋରର ଲିଙ୍ଗରାଜପୁରମ୍‌ ଅଞ୍ଚଳରେ ବାସ କରୁଥିବା ଜଣେ ମହିଳାଙ୍କ କ୍ଷେତ୍ରରେ ଦେଖିବାକୁ ମିଳିଛି। ସ୍ବାମୀଙ୍କ କ୍ଷଣିକ ରାଗର ଶିକାର ହୋଇ ନିଜର ମୁଖମଣ୍ଡଳର ସୌନ୍ଦର୍ଯ୍ୟକୁ ହରାଇଥିବା ଅନୀଥା ପାର୍କର ମେରୀ ନାମ୍ନୀ ଜଣେ ମହିଳା ଦୀର୍ଘ ୧୮ବର୍ଷ ଧରି ସଂଘର୍ଷ କରିବା ପରେ ଏବେ ସ୍ବାବଲମ୍ବୀ ହୋଇପାରିଛନ୍ତି। ସ୍ବାମୀଙ୍କ ମୃତ୍ୟୁ ପରେ ଏକ ସ୍ବେଚ୍ଛାସେବୀ ସଂଗଠନର କର୍ମକର୍ତ୍ତାଙ୍କ ସହଯୋଗରେ ଅନୀଥା ଏକ ଦୋକାନ କରି ନିଜର ଆର୍ଥିକ ସ୍ଥିତିକୁ ସୁଦୃଢ଼ କରିପାରିଛନ୍ତି। ସାମାନ୍ୟ କଥାକୁ କେନ୍ଦ୍ର କରି ୧୮ବର୍ଷ ତଳେ ଅନୀଥାଙ୍କ ସ୍ବାମୀ ଏକ ଜଳନ୍ତା ଲଣ୍ଠନକୁ ତାଙ୍କ ଉପରକୁ ଫିଙ୍ଗି ଦେଇଥିଲେ। ଏଥିରେ ଅନୀଥାଙ୍କ ମୁହଁ ଓ ଶରୀରର ବିଭିନ୍ନ ଅଂଶ ପୋଡ଼ି ଯାଇଥିଲା। ଦୀର୍ଘଦିନ ଧରି ଚିକିତ୍ସିତ...

ସାମରିକ ପ୍ରଶିକ୍ଷିତ ଯୁବକ

ସାମରିକ ପ୍ରଶିକ୍ଷିତ ଯୁବକ

ସମ୍ପାଦକୀୟ/ତଥାଗତ ସତପଥୀ ଭାରତର ବିରାଟ ଯୁବଶକ୍ତିକୁ କାର୍ଯ୍ୟରେ ଲଗାଇବା ସକାଶେ କେନ୍ଦ୍ର ସରକାର ଜାତୀୟ ଯୁବ ସଶକ୍ତୀକରଣ ଯୋଜନା (ଏନ୍‌-ଓ୍ବାଇଇଏସ୍‌) ସୃଷ୍ଟି ଲାଗି ଚିନ୍ତା କରିଛନ୍ତି। ଏଥିରେ ପ୍ରତିବର୍ଷ ୧୦ ଲକ୍ଷ ଯୁବତୀଯୁବକ ବିଶେଷକରି ଦଶମ ଓ ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କୁ ସାମରିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଯୋଗଦେବାର ବ୍ୟବସ୍ଥା କରାଯାଇପାରେ। ଏମାନଙ୍କୁ ୧୨ ମାସ ପାଇଁ ଷ୍ଟାଇପେଣ୍ଡ୍‌ ଦିଆଯାଇ ସାମରିକ ତାଲିମ ଦିଆଗଲେ ସେମାନେ ପ୍ରତିରକ୍ଷା, ଅର୍ଦ୍ଧସାମରିକ ବଳ ଏବଂ ପୋଲିସ ବାହିନୀରେ ନିଯୁ....

 ବୋଲକରା ବୋଲ୍‌ ବମ୍‌

ବୋଲକରା ବୋଲ୍‌ ବମ୍‌

ବୈଷ୍ଣବ ଚରଣ ମହାନ୍ତି ‘ବୋଲ୍‌ ବମ୍‌...ହର ହର ବମ୍‌...ଭୋଲା ବାବା ପାର୍‌ କରେଗା...ଜଟିଆ ବାବା ପାର୍‌ କରେଗା...’- ଏ ଡାକ ହେଉଛି କାଉଡ଼ିଆମାନଙ୍କର। ଦିନ ଥିଲା କାଉଡ଼ିଆ ଶବ୍ଦଟାର ଅର୍ଥ କାଢ଼ିବାକୁ ଅଭିଧାନ ଖେଳେଇବାକୁ ପଡ଼ୁଥିଲା। କିନ୍ତୁ ବର୍ତ୍ତମାନ ଏ ଶବ୍ଦଟା ଖୁବ୍‌ ସାଧାରଣ ହୋଇଯାଇଛି ଏବଂ ଓଡ଼ିଶାର ଗଁାଗହଳିଠାରୁ ସହର ବଜାର ପର୍ଯ୍ୟନ୍ତ ସବୁଆଡ଼େ ସବୁରି ତୁଣ୍ଡରେ ଆସ୍ଥାନ ଜମେଇ ବସିଛି। ଏଇମାତ୍ର କୋଡ଼ିଏ ପଚିଶ ବର୍ଷ ତଳେ କାଉଡ଼ିଆ କ’ଣ କେହି ଜାଣି ନ ଥିଲେ। ପ୍ରଥମେ ଜଣେ ଦି’ଜଣ ପାଣିଭାର ଧରି ରାସ୍ତାରେ ଯାଉଥିବାର ଦେଖି ଲୋକେ କୌତୂହଳୀ ହେଇ ଚାହଁୁଥିଲେ, ଏବେ ତ ପିମ୍ପୁଡ଼ି ଧାର ପରି ରାସ୍ତାସାରା କାଉଡ଼ିଆଙ୍କ ...

ଅମର୍ତ୍ତ୍ୟର ପାରିଜାତ: ନୀଳାଦ୍ରିନାଥ

ଅମର୍ତ୍ତ୍ୟର ପାରିଜାତ: ନୀଳାଦ୍ରିନାଥ

ଡ. ଶରତ ଚନ୍ଦ୍ର ରଥ ହେ ନୀଳାଦ୍ରିନାଥ! ତୁମକୁ ସହସ୍ର ପ୍ରଣାମ। ତୁମେ ଅନନ୍ତ, ତୁମ ମହିମା ଅନନ୍ତ। ତୁମ ମହିମାର ଲଳିତ ସଙ୍ଗୀତ ଝରିପଡେ ବିହଙ୍ଗ ଗାନରେ, ଝରଣାର ଝର୍ଝର ତାନରେ। ତୁମ ଅଙ୍ଗର ସୁବାସ ଫୁଟିପଡେ ଫୁଲର ସୁରଭିରେ, ତୁମ ସ୍ମିତହାସ୍ୟର ମଧୁରିମା ଫିଟିପଡେ ଜୋଛନାର ଲାବଣ୍ୟରେ। ତୁମେ ସର୍ବମୟ କର୍ତ୍ତା, ବିଶ୍ୱବିଧାତା, ତୁମକୁ କଳିବାକୁ ମୁଁ ଶକ୍ତିହୀନ, ତୁମେ ବିଶାଳ ନୀଳସିନ୍ଧୁ, ମୁଁ କ୍ଷୀଣ ଏକ ଜଳାଧାର।...

ଏଇ ଭାରତରେ

ଏଇ ଭାରତରେ

ବର୍ତ୍ତମାନ ପରିବେଶକୁ ବହୁ ଭାବରେ ପ୍ରଦୂଷଣ କରୁଛି ପ୍ଲାଷ୍ଟିକ୍‌। ଏହାଦ୍ୱାରା ଜଳ, ସ୍ଥଳ, ମୃତ୍ତିକା ପ୍ରଦୂଷଣ ହେଉଛି। ପ୍ଲାଷ୍ଟିକ୍‌ ଜରିରେ ବାସିଖାଦ୍ୟ ରଖି ବାହାରେ ଫିଙ୍ଗାଯାଉଥିବାରୁ ଏହାକୁ ଖାଇ ବହୁ ଗୋରୁ, ଛେଳି, କୁକୁର ଅସୁସ୍ଥ ହେଉଛନ୍ତି। ଅନେକ ପ୍ରାଣୀ ମୃତ୍ୟୁବରଣ କରୁଛନ୍ତି। ସମୁଦ୍ରରେ ପ୍ଲାଷ୍ଟିକ୍‌ ବୋତଲ, ପଲିଥିନ୍‌, ଜରି ପ୍ରଭୃତିର ଭାସମାନ ପାହାଡ଼ ସୃଷ୍ଟି ହେଉଛି। ଏହା ଜଳଜନ୍ତୁଙ୍କ ପାଇଁ ବଇରୀ ସାଜିଛି। ଏଣୁ ସମ୍ପ୍ରତି ପ୍ଲାଷ୍ଟିକ୍‌ ଓ ପଲିଥିନ୍‌ର ବ୍ୟବହାରକୁ ହ୍ରାସ କରିବା ପାଇଁ ସବୁ ରାଜ୍ୟ ସରକାର ଉଦ୍ୟମ କରୁଛନ୍ତି...

Model This Week

ରୂପେଶ