ଉପକୂଳ ଓଡିଶା

ବନ୍ଧୁକ, ଛୁରୀ ଦେଖାଇ ଲୁଟ୍‌

ବନ୍ଧୁକ, ଛୁରୀ ଦେଖାଇ ଲୁଟ୍‌
ପାଟକୁରା,୧୦।୧୨(ଡି.ଏନ୍‌.ଏ.)- ଗରଦପୁର ବ୍ଲକ ପାଟକୁରା ପଞ୍ଚାୟତ ଅନ୍ତର୍ଗତ ନୂଆପଡା ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ବଡ ଧରଣର ଡକାୟତି ହୋଇଛି। ଗ୍ରାମର ଅଜୟ କୁମାର ସ୍ବାଇଁଙ୍କ ଘର କବାଟ ଭାଙ୍ଗି ୬ ଜଣ ଦୁର୍ବୃତ୍ତ ବନ୍ଧୁକ ଓ ଛୁରୀ ଦେଖାଇ ଲୁଟ୍‌ କରିଛନ୍ତି। ସେମାନେ ଘର ଆଲମାରି ଭାଙ୍ଗି ୬ ଭରି ସୁନା ଅଳଙ୍କାର ସମେତ ପ୍ରାୟ ୧୧ହଜାର ଟଙ୍କା ଲୁଟି ନେଇଛନ୍ତି। ଲୁଟ୍‌ ସମୟରେ ଅଜୟଙ୍କ ସ୍ତ୍ରୀ କାନ୍ଦିବାରୁ ଦୁର୍ବୃତ୍ତମାନେ ଉଭୟ ସ୍ବାମୀ ଓ ସ୍ତ୍ରୀଙ୍କୁ ମାଡ଼ମାରି ବାହାରପଟୁ କବାଟ ବନ୍ଦ କରି ଚାଲିଯାଇଥିଲେ। ଖବରପାଇ ପାଟକୁରା ପୋଲିସ ରବିବାର ଘଟଣା ସ୍ଥଳରେ ପହଞ୍ଚି ଅନୁସନ୍ଧାନ ଜାରି ରଖିଛି। ଏନେଇ ଥାନାରେ ୨୪୭/୧୭ରେ ଏକ ମାମଲା ରୁଜୁ ହୋଇଛି।
All Right Reserved By

ଉପକୂଳ ଓଡିଶା

ଦାମୋଦର ବେଶରେ ଦର୍ଶନ ଦେଲେ ଶ୍ରୀନୀଳମାଧବ ଜୀୟୁ

ଦାମୋଦର ବେଶରେ ଦର୍ଶନ ଦେଲେ ଶ୍ରୀନୀଳମାଧବ ଜୀୟୁ

ଖଣ୍ଡପଡ଼ା,୨୦।୧୦(ସ୍ବ.ପ୍ର)- ନୀଳମାଧବ ଜୀୟୁ ଦାମୋଦର ବେଶରେ ଶ୍ରଦ୍ଧାଳୁ ଭକ୍ତଙ୍କୁ ଶନିବାର ଦର୍ଶନ ଦେଇଛନ୍ତି। ଏହି ଅବସରରେ ଶ୍ରୀଜୀଉଙ୍କ ସ୍ବତନ୍ତ୍ର ନୀତି ଅନୁଷ୍ଠିତ ହୋଇଛି। ପ୍ରଥମେ ଦ୍ୱାର ଫିଟା ପରେ ମଙ୍ଗଳ ଆଳତୀ, ମଇଲମ ଓ ଅବକାଶ ନୀତି ଅନୁଷ୍ଠିତ ହୋଇଥିଲା। ପରେ ଠାକୁରଙ୍କ ଦାମୋଦର ବେଶ ସମ୍ପନ୍ନ ହୋଇଥିଲା। 

ମା’ ଦୁର୍ଗାଙ୍କ ଭସାଣି ଆରମ୍ଭ

ମା’ ଦୁର୍ଗାଙ୍କ ଭସାଣି ଆରମ୍ଭ

ରାଜନଗର,୨୦।୧୦(ଡିଏନଏ)- କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକରେ ଗଣପର୍ବ ଶାରଦୀୟ ଦୁର୍ଗାପୂଜା ଆନନ୍ଦ ଉଲ୍ଲାସର ସହ ଶେଷ ହୋଇଛି। ଶନିବାର ପୋଲିସ ପ୍ରଶାସନ ସହାୟତାରେ ଭସାଣି ଆରମ୍ଭ ହୋଇଛି।

ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ, ପୋଲିସ ପକ୍ଷରୁ ମାମଲା ରୁଜୁ

ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ, ପୋଲିସ ପକ୍ଷରୁ ମାମଲା ରୁଜୁ

ଯାଜପୁର ରୋଡ,୨୦।୧୦(ନି.ପ୍ର.)- ଯାଜପୁର ଜିଲା ବ୍ୟାସନଗର ପୌରପରିଷଦର ଏକ ଦୁର୍ଗାମଣ୍ଡପ ନିକଟରେ ଜନୈକା ନାବାଳିକାଙ୍କୁ ଜଣେ ଗୁପ୍‌ଚୁପ୍‌ ବିକାଳୀ ବଳାତ୍କାର ଉଦ୍ୟମ କରି ଗିରଫ ହୋଇଥିବା ଜଣାପଡ଼ିଛି। 

ସ୍ତ୍ରୀଙ୍କ ଆତ୍ମହତ୍ୟା ଘଟଣା: ସ୍ବାମୀ ଗିରଫ

ସ୍ତ୍ରୀଙ୍କ ଆତ୍ମହତ୍ୟା ଘଟଣା: ସ୍ବାମୀ ଗିରଫ

ଯାଜପୁର ରୋଡ, ୨୦।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଯାଜପୁର ରୋଡ଼ ଥାନା ଅନ୍ତର୍ଗତ ରାଛିପୁର ଗ୍ରାମରେ ସ୍ତ୍ରୀଙ୍କ ହତ୍ୟା ଅଭିଯୋଗରେ ସ୍ବାମୀ ସମୀର ରାଉତଙ୍କୁ ପୋଲିସ ଶନିବାର ଗିରଫ କରିଛି। 

ପାରାଦୀପ ରାଜନୀତିରେ ଭିନ୍ନ ସମୀକରଣ

ପାରାଦୀପ,୧୯।୧୦(ସ୍ବ.ପ୍ର.)- ପାରାଦୀପ ନିର୍ବାଚନମଣ୍ଡଳୀର ୩ ରାଜନୈତିକ ଦଳ ମଧ୍ୟରେ ଭିନ୍ନ ସମୀକରଣ ହେବାରେ ଲାଗିଛି। ଗତ ସେପ୍ଟେମ୍ବର ୧୨ରେ ବିଜେଡି ନେତା ଦାମୋଦର ରାଉତ ବହିଷ୍କାର ହେବା ପରେ ଏପରି ହୋଇଛି। ତେବେ ୨୦୧୯ ନିର୍ବାଚନ ପାଇଁ କିଏ ବିଜେଡି ପ୍ରାର୍ଥୀ ହେବ, ସେ ନେଇ ଚର୍ଚ୍ଚା ହେଉଥିଲା।

ରାବଣ ପୋଡ଼ିକୁ ନେଇ ବିବାଦ, ପ୍ରଶାସନ ଭାଙ୍ଗିଲା ଦାମଙ୍କ ମଞ୍ଚ

ରାବଣ ପୋଡ଼ିକୁ ନେଇ ବିବାଦ, ପ୍ରଶାସନ ଭାଙ୍ଗିଲା ଦାମଙ୍କ ମଞ୍ଚ

ଏରସମା,୧୯।୧୦(ସ୍ବ.ପ୍ର.)- ଏରସମାରେ ରାବଣ ପୋଡ଼ିକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଏକ ଭିନ୍ନ ମୋଡ଼ ନେଇଛି। ଏ ନେଇ ପ୍ରଶାସନ ଶୁକ୍ରବାର ପାରାଦୀପ ବିଧାୟକ ଦାମୋଦର ରାଉତଙ୍କ ସ୍ବାଭିମାନ ସମାବେଶର ମଞ୍ଚକୁ ଭାଙ୍ଗିଦେଇଛି। ଏହା ଏକ ବିଶାଳ ଗୋଷ୍ଠୀ ସଂଘର୍ଷର ରୂପ ନେବାକୁ ଯାଉଛି। ଗୁରୁବାର ବିଳମ୍ବିତ ରାତିରେ ଏରସମା ଥାନା ପରିସରରେ ବସିଥିବା ଶାନ୍ତି କମିଟି ଦ୍ୱାରା ଏହି ବିବାଦର ସମାଧାନ ହୋଇପାରିଲା ନାହଁି।

ଯୁବକଙ୍କ ଆତ୍ମହତ୍ୟା

ଯୁବକଙ୍କ ଆତ୍ମହତ୍ୟା

ଓଡ଼ଗଁ। ,୧୯। ୧୦(ସ୍ବ.ପ୍ର.)- ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଭୁକ୍ତ ଜାରିଙ୍ଗି ମୌଜାରେ ଗୁରୁବାର ସନ୍ଧ୍ୟାରେ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ ବେକରେ ଲୁଗା ଦେଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତକ ହେଲେ ଦୁତିକୃଷ୍ଣ ସାହୁ(୨୭)।

ଦଶମୀ ଅବସରରେ ଅପରାଜିତା ପୂଜା

ଦଶମୀ ଅବସରରେ ଅପରାଜିତା ପୂଜା

ମାର୍ଶାଘାଇ,୧୯।୧୦(ଡି.ଏନ୍‌.ଏ)- କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ବଜାର ଦୁର୍ଗା ମଣ୍ଡପରେ ଶୁକ୍ରବାର ଦଶମୀ ଅବସରରେ ଅପରାଜିତା ପୂଜା ଓ ପୂର୍ଣ୍ଣାହୁତୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଟ୍ରକ୍‌-ବାଇକ ଧକ୍କା, ଜଣେ ମୃତ

ଟ୍ରକ୍‌-ବାଇକ ଧକ୍କା, ଜଣେ ମୃତ

ଯାଜପୁରରୋଡ,୧୯। ୧୦(ନି.ପ୍ର.)- ୨୦ନଂ. ଜାତୀୟ ରାଜପଥର ଏକ ବାଇକ୍‌ ଶୋ’ରୁମ୍‌ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏକ ମୋଟର ସାଇକେଲ ଭାରସାମ୍ୟ ହରାଇ ଟ୍ରକ୍‌ ପଛକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହଁି ବାଇକ୍‌ ଅରୋହୀଙ୍କର ମୃତ୍ୟୁ ହୋଇଥିଲା।

ଖଣ୍ଡାପୂଜା ଉତ୍ସବ

ଖଣ୍ଡାପୂଜା ଉତ୍ସବ

ମାର୍ଶାଘାଇ,୧୯।୧୦(ଡି.ଏନ୍‌.ଏ)- କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ କୁସୁନପୁର ଆଖଣ୍ଡଳମଣୀ ମନ୍ଦିର ପରିସରରେ ଶୁକ୍ରବାର ବିଜୟା ଦଶମୀ ଅବସରରେ ଖଣ୍ଡାୟତ ସମାଜ ପକ୍ଷରୁ ଖଣ୍ଡାପୂଜା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। 

ଖସିଲା ଅତଡ଼ା, ୩୦ରୁ ଊର୍ଦ୍ଧ୍ୱ ପରିବାର ଆତଙ୍କିତ

ଖସିଲା ଅତଡ଼ା, ୩୦ରୁ ଊର୍ଦ୍ଧ୍ୱ ପରିବାର ଆତଙ୍କିତ

ଆଳି,୧୯।୧୦(ଡି.ଏନ୍‌.ଏ)- କେନ୍ଦ୍ରାପଡ଼ା ଜିଲା ଆଳି ଧୋୟାଞ୍ଚଳରେ ପ୍ରବାହିତ ଖରସ୍ରୋତା ନଦୀରୁ ଶୁକ୍ରବାର ଅତଡ଼ା ଖସିବା ଯୋଗୁ ନଦୀକୂଳରେ ଥିବା ମଧୁସୂଦନ ଗ୍ରାମର ୩୦ରୁ ଊର୍ଦ୍ଧ୍ୱ ପରିବାର ଆତଙ୍କିତ ହୋଇପଡ଼ିଛନ୍ତି। ଗ୍ରାମର ଅଭିଳାଷ ଦାସ, କୁନି ସାହୁ, ଜୟୀରାମ ରାଉତ, ଶ୍ରୀନିବାସ ରାଉତଙ୍କ ସମେତ ଅନେକ ପରିବାର ଭୟଭୀତ ହୋଇପଡ଼ିଛନ୍ତି।

ଶାନ୍ତିମୈତ୍ରୀ ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ପୋଖରୀ ସଫା

ଶାନ୍ତିମୈତ୍ରୀ ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ପୋଖରୀ ସଫା

ପାଟକୁରା,୧୯।୧୦(ଡି.ଏନ୍‌.ଏ)- ଗରଦପୁର ବ୍ଲକ ବଧୀନ ବେଡ଼ାରୀ ପଞ୍ଚାୟତ ଦଳୁଆଣି ବାୟାଣି ପୋଖରୀରୁ ଶାନ୍ତିମୈତ୍ରୀ ସ୍ବେଚ୍ଛାସେବୀ ସଙ୍ଗଠନ ସହାୟତାରେ ଶୁକ୍ରବାର ଦଳ ସଫା କରାଯାଇଛି।