Dharitri News
ଖେଳ |

ଅଷ୍ଟ୍ରେଲିଆ ସ୍ବର୍ଣ୍ଣ, ଆର୍ଜେଣ୍ଟିନା ରୌପ୍ୟ, ଭାରତକୁ ବ୍ରୋଞ୍ଜ

ଅଷ୍ଟ୍ରେଲିଆ ସ୍ବର୍ଣ୍ଣ, ଆର୍ଜେଣ୍ଟିନା ରୌପ୍ୟ, ଭାରତକୁ ବ୍ରୋଞ୍ଜ ଭୁବନେଶ୍ୱର, ୧୧।୧୨(କ୍ରୀଡ଼ା ପ୍ରତିନିଧି)- ଅଲିମ୍ପିକ୍ସ ଚାମ୍ପିୟନକୁ ହରାଇଲା ବିଶ୍ୱ ଚାମ୍ପିୟନ। ହକିରେ ନିଜ ଆଧିପତ୍ୟ ବଜାୟ ରଖିଲା ଅଷ୍ଟ୍ରେଲିଆ। ରବିବାର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହକି ୱାଲର୍‌ଡ ଲିଗ୍‌ ଫାଇନାଲରେ ଆର୍ଜେଣ୍ଟିନାକୁ ୨-୧ ଗୋଲରେ ହରାଇ ଅଷ୍ଟ୍ରେଲିଆ ଟାଇଟଲ ବଜାୟ ରଖିଲା ଏଥିସହ ଗତ ୧୦ ଦିନଧରି କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ହକି ମହାମେଳାର ସଫଳ ଉଦ୍‌ଯାପନ ହୋଇଛି। ଅଷ୍ଟ୍ରେଲିଆ ସ୍ବର୍ଣ୍ଣ ପଦକ ପାଇଥିବବେଳେ ଆର୍ଜେଣ୍ଟିନା ରୌପ୍ୟ ଏବଂ ଭାରତ ବ୍ରୋଞ୍ଜ ପଦକ ହାସଲ କଲା। ଟୁର୍ନାମେଣ୍ଟରେ ମିଶ୍ରିତ ପ୍ରଦର୍ଶନ କରି ଟାଇଟଲ ମୁକାବିଲାରେ ପହଞ୍ଚତ୍ଥିବା ଆର୍ଜେଣ୍ଟିନାକୁ ଭାଗ୍ୟଦେବୀ ସହାୟ ହେଲେନି। ଶେଷ ୨ ମିନିଟରେ ୩ଟିି ପେନାଲ୍ଟ କର୍ନର ମିସ୍‌ ଏହି ନମ୍ବରୱାନ ଦଳ ପାଇଁ ମହଙ୍ଗା ପଡ଼ିଲା। ତୃତୀୟ ସ୍ଥାନ ପାଇଁ ଅନୁଷ୍ଠିତ ମ୍ୟାଚରେ ଭାରତ ୨-୧ ଗୋଲରେ ଜର୍ମାନୀକୁ ପରାସ୍ତ କରିଥିଲା। କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ ରାଜ୍ୟବର୍ଦ୍ଧନ ସିଂ ରାଠୋର, ରାଜ୍ୟପାଳ ଏସ.ସି. ଜମିର, କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜ୍ୟ କ୍ରୀଡ଼ାମନ୍ତ୍ରୀ ଚନ୍ଦ୍ରସାରଥୀ ବେହେରା ଅତିଥିଭାବେ ଯୋଗଦେଇ ପୁରସ୍କାର ବିତରଣ କରିଥିଲେ। ପୂର୍ବରୁ ତୃତୀୟ ସ୍ଥାନ ପାଇଁ ଅନୁଷ୍ଠିତ ମ୍ୟାଚ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅତିଥିଭାବେ ଯୋଗଦେଇ ଭାରତୀୟ ଦଳକୁ ପୁରସ୍କୃତ କରିଥିଲେ। ଅନ୍ତର୍ଜାତୀୟ ହକି ଫେଡେରେଶନ ସଭାପତି ନରିନ୍ଦର ବାତ୍ରା ଓ ହକି ଇଣ୍ଡିଆ ମୁଖ୍ୟ କାର୍ଯ୍ୟନିର୍ବାହୀ ଏଲିନା ନର୍ମାନ ପ୍ରମୁଖ ଉପସ୍ଥିତ ଥିଲେ। ଶ୍ରେଷ୍ଠ ଜୁନିୟର ପ୍ଲେୟର ବିବେଚିତ ହୋଇଥିଲେ ବେଲଜିୟମର ଭିକ୍ଟର ୱେଗନେଜ। ଶ୍ରେଷ୍ଠ ଗୋଲକିପର ପୁରସ୍କାର ପାଇଥିଲେ ଆର୍ଜେଣ୍ଟିନାର ଜୁଆନ ଭିଭାଲ୍ଡି। ଟୁର୍ନାମେଣ୍ଟରେ ମୋଟ ୮ଟି ଗୋଲ ଦେଇ ଶ୍ରେଷ୍ଠ ଗୋଲ ସ୍କୋରର ଭାବେ ବେଲଜିୟମର ଲୋଇକ୍‌ ଲୁଇପର୍ଟ ପୁରସ୍କୃତ ହୋଇଥିଲେ। ଏ ସମସ୍ତ ଖେଳାଳିଙ୍କୁ ପୁରସ୍କାର ଆକାରରେ ୧ ଲକ୍ଷ ଟଙ୍କା ଲେଖାଏ ପ୍ରଦାନ କରାଯାଇଥିଲା। ଟୁର୍ନାମେଣ୍ଟର ଶ୍ରେଷ୍ଠ ଖେଳାଳିଭାବେ ଜର୍ମାନୀ ଅଧିନାୟକ ମ୍ୟାଟ୍ସ ଗ୍ରାମବସ୍କ ୫ ଲକ୍ଷ ଟଙ୍କାର ପୁରସ୍କାରରାଶି ଗ୍ରହଣ କରିଥିଲେ। ପୁରସ୍କାର ବିତରଣ ଉତ୍ସବପରେ ଆତସବାଜୀ କାର୍ଯ୍ୟକ୍ରମ ବେଶ୍‌ ଆକର୍ଷକ ହୋଇଥିଲା।

ଖେଳ |

ଶାରାପୋଭାଙ୍କ ଅଭିଯାନ ଶେଷ

ଶାରାପୋଭାଙ୍କ ଅଭିଯାନ ଶେଷ

ମେଲବୋର୍ନ, ୨୦।୧- ଚଳିତ ଅଷ୍ଟ୍ରେଲିଆନ୍‌ ଓପନ୍‌ରେ ପୂର୍ବତନ ଚାମ୍ପିୟନ୍‌ ମାରିଆ ଶାରାପୋଭାଙ୍କ ଅଭିଯାନ ଶନିବାର ଶେଷ ହୋଇଛି। ପାଞ୍ଚ ଥର ଗ୍ରାଣ୍ଡସ୍ଲାମ ଟାଇଟଲ ଅଧିକାରୀ ଶାରାପୋଭାଙ୍କୁ ୨୧ତମ ସିଡ୍‌ ଜର୍ମାନୀର ଆଞ୍ଜେଲିନ୍‌ କର୍ବର ୬-୧, ୬-୩ ସେଟ୍‌ରେ ପରାସ୍ତ କରିଛନ୍ତି।

ଅଷ୍ଟ୍ରେଲିଆନ୍‌ ଓପନ୍‌: ପ୍ରି-କ୍ୱାର୍ଟରରେ ପେସ୍‌

ଅଷ୍ଟ୍ରେଲିଆନ୍‌ ଓପନ୍‌: ପ୍ରି-କ୍ୱାର୍ଟରରେ ପେସ୍‌

ମେଲବୋର୍ନ, ୨୦।୧(ପି.ଟି.)- ଭେଟେରାନ ଟେନିସ୍‌ ଖେଳାଳି ଲିଆଣ୍ଡର ପେସ୍‌ ଓ ତାଙ୍କ ଯୋଡ଼ିଦାର ପୂରବ ରାଜା ଚଳିତ ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ୍‌ ଓପନ୍‌ର ପୁରୁଷ ଡବଲ୍ସ ବର୍ଗରେ ପ୍ରି-କ୍ୱାର୍ଟର୍‌ରେ ସ୍ଥାନ ପକ୍କା କରିଛନ୍ତି।

ଆଜିଠାରୁ ରାଜ୍ୟ କୁସ୍ତି ପ୍ରତିଯୋଗିତା

ଭୁବନେଶ୍ୱର, ୨୦।୧ ଓଡ଼ିଶା କୁସ୍ତି ସଂଘ ଆନୁକୂଲ୍ୟରେ ଖୋର୍ଦ୍ଧା କୁସ୍ତି ସଂଘ ପକ୍ଷରୁ ସ୍ଥାନୀୟ ଉତ୍କଳ କରାଟେ ସ୍କୁଲ ପ୍ରାଙ୍ଗଣରେ ୨୦ ଓ ୨୧ ତାରିଖରେ ରାଜ୍ୟ (ଆନ୍ତଃ ଜିଲା) କୁସ୍ତି ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତାରେ ବିଭିନ୍ନ ଜିଲାର ୧୫୦ ପ୍ରତିଯୋଗୀ ଓ ୫୦ ଜଣ ଅଫିସିଆଲ୍‌ ଅଂଶଗ୍ରହଣ କରିବେ।

ହାଇପରଆଣ୍ଡ୍ରୋଜେନିଜମ ନିୟମ, ଆଉ ୬ ମାସ ପାଇଁ ସସ୍‌ପେଣ୍ଡ

ହାଇପରଆଣ୍ଡ୍ରୋଜେନିଜମ ନିୟମ, ଆଉ ୬ ମାସ ପାଇଁ ସସ୍‌ପେଣ୍ଡ

ନୂଆଦିଲ୍ଲୀ, ୧୯।୧ (ପି.ଟି.)-କୋର୍ଟ ଅଫ୍‌ ଆର୍ବିଟ୍ରେଶନ ଫର୍‌ ସ୍ପୋଟର୍‌ସ (କାସ୍‌) ଶୁକ୍ରବାର ଇଣ୍ଟରନ୍ୟାଶନାଲ ଆଥଲେଟିକ ଫେଡେରେଶନ (ଆଇଏଏଏଫ୍‌)ର ବିବାଦୀୟ ହାଇପରଆଣ୍ଡ୍ରୋଜେନିଜମ ନିୟମକୁ ଆଉ ୬ ମାସ ପାଇଁ ସସ୍‌ପେଣ୍ଡ କରିଛନ୍ତି। ଫଳରେ ଏହାର ଶିକାର ହୋଇଥିବା ଓଡ଼ିଶାର ଅନ୍ତର୍ଜାତୀୟ ସ୍ପ୍ରିଣ୍ଟର ଦୂତୀ ଚାନ୍ଦଙ୍କୁ ସାମୟିକ ଆଶ୍ୱସ୍ତି ମିଳିଛି।

ଶରନ, ବୋପାନ୍ନା ତୃତୀୟ ରାଉଣ୍ଡରେ

ଶରନ, ବୋପାନ୍ନା ତୃତୀୟ ରାଉଣ୍ଡରେ

ମେଲବୋର୍ନ, ୧୯।୧(ପି.ଟି.)- ଭାରତର ଡିଭିଜ ଶରନ ଓ ରୋହନ ବୋପାନ୍ନା ନିଜ ପାର୍ଟନରଙ୍କ ସହ ଅଷ୍ଟ୍ରେଲିଆନ ଓପନ ଟେନିସ ଗ୍ରାଣ୍ଡସ୍ଲାମ ପୁରୁଷ ଡବଲ୍ସ ତୃତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି।

ଅଷ୍ଟ୍ରେଲିଆନ ଓପନ ଗ୍ରାଣ୍ଡସ୍ଲାମ ଟେନିସ: କୋଷ୍ଟ୍ୟୁକଙ୍କୁ ରୋକିଲେ ସ୍ବିତୋଲିନା

ଅଷ୍ଟ୍ରେଲିଆନ ଓପନ ଗ୍ରାଣ୍ଡସ୍ଲାମ ଟେନିସ: କୋଷ୍ଟ୍ୟୁକଙ୍କୁ ରୋକିଲେ ସ୍ବିତୋଲିନା

ମେଲବୋର୍ନ, ୧୯।୧(ଏଏଫପି)- ଟିନ୍‌ ଏଜ୍‌ ସେନସେଶନ ୧୫ ବର୍ଷୀୟା ମାର୍ତା କୋଷ୍ଟ୍ୟୁକଙ୍କ ବିଜୟରେ ବ୍ରେକ୍‌ ଲଗାଇଛନ୍ତି ୪ର୍ଥ ସିଡ୍‌ ଏଲିନା ସ୍ବିତୋଲିନା। ଅଷ୍ଟ୍ରେଲିଆନ ଓପନ ଗ୍ରାଣ୍ଡସ୍ଲାମ ଟେନିସର ଶୁକ୍ରବାର ଅନୁଷ୍ଠିତ ଏକ ତୃତୀୟ ରାଉଣ୍ଡ ମ୍ୟାଚରେ ନିଜ ଦେଶର କୋଷ୍ଟ୍ୟୁକଙ୍କୁ ସିଧାସଳଖ ୬-୨, ୬-୨ ସେଟ୍‌ରେ ହରାଇ ପ୍ରି-କ୍ୱାର୍ଟର ଫାଇନାଲରେ ପହଞ୍ଚତ୍ଛନ୍ତି ୟୁକ୍ରେନର ସ୍ବିତୋଲିନା।

ନ୍ୟୁଜିଲାଣ୍ଡର କ୍ଲିନ୍‌ ସୁଇପ୍‌

ନ୍ୟୁଜିଲାଣ୍ଡର କ୍ଲିନ୍‌ ସୁଇପ୍‌

ଓ୍ବେଲିଂଟନ, ୧୯।୧(ଏଏଫପି)- ସ୍ଥାନୀୟ ବେସିନ ରିଜର୍ଭ ଗ୍ରାଉଣ୍ଡରେ ଶୁକ୍ରବାର ଅନୁଷ୍ଠିତ ୫ମ ତଥା ଅନ୍ତିମ ଦିନିକିଆ କ୍ରିକେଟ ମ୍ୟାଚରେ ନ୍ୟୁଜିଲାଣ୍ଡ ୧୫ ରନରେ ପାକିସ୍ତାନକୁ ହରାଇ ଦେଇଛି। ଏଥି ସହିତ ପାକିସ୍ତାନ ବିପକ୍ଷ ସିରିଜକୁ ନ୍ୟୁଜିଲାଣ୍ଡ ବିରଳ ୫-୦ରେ କ୍ଲିନ୍‌ ସୁଇପ୍‌ କରିଛି।

ଜିମ୍ବାଓ୍ବେକୁ ୧୦ ଉଇକେଟରେ ହରାଇଲା ଭାରତ

ଜିମ୍ବାଓ୍ବେକୁ ୧୦ ଉଇକେଟରେ ହରାଇଲା ଭାରତ

ମାଉଣ୍ଟ ମାଉନଗାନୁଇ(ନ୍ୟୁଜିଲାଣ୍ଡ), ୧୯।୧(ପି.ଟି.)- ଏଠାରେ ଚାଲିଥିବା ୧୯ ବର୍ଷରୁ କମ୍‌ କ୍ରିକେଟ ବିଶ୍ୱକପର ଶୁକ୍ରବାର ଅନୁଷ୍ଠିତ ଲିଗ୍‌ ମ୍ୟାଚରେ ଭାରତ ୧୦ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଏଥିସହ ଭାରତ ଗ୍ରୁପ‘ବି’ରେ ଶୀର୍ଷସ୍ଥାନ ପକ୍କା କରିଛି।

ତୃତୀୟ ରାଉଣ୍ଡରେ ଜୋକୋଭିଚ୍‌, ଫେଡେରର, ଶାରାପୋଭା, ହାଲେପ

ତୃତୀୟ ରାଉଣ୍ଡରେ ଜୋକୋଭିଚ୍‌, ଫେଡେରର, ଶାରାପୋଭା, ହାଲେପ

ମେଲବୋର୍ନ,୧୮ା୧(ଏ.ଏଫ୍‌.ପି.)- ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ୍‌ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ ଓପନ ଟେନିସ ଚତୁର୍ଥ ଦିନରେ ପହଞ୍ଚିଛି। ଉଭୟ ପୁରୁଷ ଓ ମହିଳା ସିଙ୍ଗଲ୍ସରେ କେତୋଟି ବିପର୍ଯ୍ୟୟକୁ ବାଦ ଦେଲେ ସିଡେଡ ଖେଳାଳିମାନଙ୍କ ବିଜୟ ଅଭିଯାନ ଜାରି ରହିଛି।

ଆଇସିସି ପୁରସ୍କାରରେ କୋହଲିଙ୍କ ଆଧିପତ୍ୟ

ଆଇସିସି ପୁରସ୍କାରରେ କୋହଲିଙ୍କ ଆଧିପତ୍ୟ

ଦୁବାଇ,୧୮ା୧(ପି.ଟି.)- ଆନ୍ତର୍ଜାତିକ କ୍ରିକେଟ କାଉନସିଲ୍‌ (ଆଇସିସି) ବାର୍ଷିକ ପୁରସ୍କାରରେ ଭାରତୀୟ ଅଧିନାୟକ ତଥା ରନ ମେଶିନ ବିରାଟ କୋହଲିଙ୍କ ଆଧିପତ୍ୟ ଦେଖିବାକୁ ମିଳିଛି।

ହକି ଗାଙ୍ଗପୁର ସେମିଫାଇନାଲରେ

ହକି ଗାଙ୍ଗପୁର ସେମିଫାଇନାଲରେ

ଭୁବନେଶ୍ୱର, ୧୮।୧(କ୍ରୀଡ଼ା ପ୍ରତିନିଧି)- ହରିୟାଣାର ହିସାରଠାରେ ଚାଲିଥିବା ଜାତୀୟ ସବ୍‌ଜୁନିୟର ମହିଳା ହକି ଟୁର୍ନାମେଣ୍ଟର ସେମିଫାଇନାଲରେ ହକି ଗାଙ୍ଗପୁର-ଓଡ଼ିଶା ପ୍ରବେଶ କରିଛି।

ପୂର୍ବାଞ୍ଚଳ ଏଜି ହକି: ଝାଡ଼ଖଣ୍ଡକୁ ହରାଇ ଫାଇନାଲରେ ଓଡ଼ିଶା

ପୂର୍ବାଞ୍ଚଳ ଏଜି ହକି: ଝାଡ଼ଖଣ୍ଡକୁ ହରାଇ ଫାଇନାଲରେ ଓଡ଼ିଶା

ଭୁବନେଶ୍ୱର, ୧୮।୧(କ୍ରୀଡ଼ା ପ୍ରତିନିଧି)- ସ୍ଥାନୀୟ ପ୍ରଧାନ ମହାଲେଖାକାର କାର୍ଯ୍ୟାଳୟ ଆନୁକୂଲ୍ୟରେ କଳିଙ୍ଗ ଷ୍ଟାଡିୟମରେ ଗୁରୁବାର ପୂର୍ବାଞ୍ଚଳ ଆକାଉଣ୍ଟ୍ସ ଓ ଅଡିଟ୍‌ ହକି ଟୁର୍ନାମେଣ୍ଟ ଆରମ୍ଭ ହୋଇଛି। ପ୍ରଥମ ମ୍ୟାଚରେ ଗତବର୍ଷର ରନର୍ସଅପ୍‌ ଏଜି ଝାଡ଼ଖଣ୍ଡକୁ ୭-୨ ଗୋଲରେ ପରାସ୍ତ କରି ଓଡ଼ିଶା ଫାଇନାଲରେ ପ୍ରବେଶ କରିଛି।