Dharitri News
ଖେଳ |

ଟେଲରଙ୍କ ରେକର୍ଡ ଶତକ

ଟେଲରଙ୍କ ରେକର୍ଡ ଶତକ ହାମିଲ୍‌ଟନ, ୧୧।୧୨ (ପି.ଟି.)- ନ୍ୟୁଜିଲାଣ୍ଡ ଦଳର ବରିଷ୍ଠ ବ୍ୟାଟ୍ସମ୍ୟାନ ରସ୍‌ ଟେଲର ଏଠାରେ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷରେ ଚାଲିଥିବା ଟେଷ୍ଟ ମ୍ୟାଚ୍‌ର ୨ୟ ଇନିଂସ୍‌ରେ ରେକର୍ଡ ଶତକୀୟ ପାଳି ଖେଳିଛନ୍ତି। ଏହା ତାଙ୍କ କ୍ୟାରିୟରର ୧୭ତମ ଶତକ। ଏଥିସହ ନ୍ୟୁଜିଲାଣ୍ଡ ଖେଳାଳି ଭାବେ ସର୍ବାଧିକ ଶତକ କରିିଥିବା ଖେଳାଳି ମାର୍ଟିନ କ୍ରିଓ ଓ ଅଧିନାୟକ କେନ ଓ୍ବିଲିୟମସନ୍‌ଙ୍କ ସହ ସମକକ୍ଷ ହୋଇଛନ୍ତି। ସେ ନିଜ କ୍ୟାରିୟରର ୮୩ତମ ମ୍ୟାଚ୍‌ରେ ଏହି ମାଇଲଖୁଣ୍ଟ ସ୍ପର୍ଶ କରିଛନ୍ତି। ଏହି ମ୍ୟାଚ୍‌ ପୂର୍ବରୁ ନିଜ ଘରୋଇ ଗ୍ରାଉଣ୍ଡରେ ଦେଶର ସର୍ବାଧିକ ଶତକ ହାସଲକାରୀଙ୍କ ସହ ସମକକ୍ଷ ହେବା ନେଇ ଲକ୍ଷ୍ୟ ରଖିଥିବା କହିଥିଲେ। ତାଙ୍କର ୧୦୭ ରନ୍‌ର ଅପରାଜିତ ପାଳି ଯୋଗୁ ନ୍ୟୁଜିଲାଣ୍ଡ ଦଳ ୨ୟ ଇନିଂସ୍‌ରେ ୮ ଉଇକେଟ ବିନିମୟରେ ୨୯୧ ରନ୍‌ କରି ପାଳି ସମାପ୍ତି ଘୋଷଣା କରିଛି। ପୂର୍ବରୁ ପ୍ରଥମ ଇନିଂସ୍‌ରେ ଘରୋଇ ଦଳ ୩୭୩ ରନ୍‌ କରିଥିବା ବେଳେ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ୍‌ ତା’ର ଅସମାପ୍ତ ବ୍ୟାଟିଂ ଆରମ୍ଭ କରି ୨୨୧ ରନ୍‌ରେ ସୀମିତ ରହିଥିଲା। ଫଳରେ ନ୍ୟୁଜିଲାଣ୍ଡ ୧୫୨ ରନ୍‌ର ଅଗ୍ରଣୀ ହାସଲ କରିଥିଲା। ଏହାପରେ ୪୪୪ ରନ୍‌ ବିଜୟଲକ୍ଷ୍ୟ ନେଇ ଓହ୍ଲାଇଥିବା ଓ୍ବେଷ୍ଟଇଣ୍ଡିଜ୍‌ ୩ୟ ଦିବସ ଶେଷ ପର୍ଯ୍ୟନ୍ତ ବ୍ୟାଟିଂ କରି ୨ ଉଇକେଟ ହରାଇ ୩୦ ରନ୍‌ କରିଛି। ଓ୍ବେଷ୍ଟଇଣ୍ଡିଜ୍‌କୁ ବଳକା ୮ ଉଇକେଟରେ ୪୧୪ ରନ୍‌ର ଆବଶ୍ୟକତା ରହିଛି। ମ୍ୟାଚ୍‌ରେ ଆହୁରି ୨ ଦିନ ବାକି ଥିବାରୁ ଫଳାଫଳ ବାହାରିବା ନିଶ୍ଚିତ। ଷ୍ଟମ୍ପ୍ସ ଅପସାରଣ ବେଳକୁ କେଗ୍ର ବ୍ରାଥଓ୍ବେଟ ୧୩ ଓ ଶିମରୋନ ହେଟମେର ୧୫ ରନ୍‌ କରି ଅପରାଜିତ ରହିଛନ୍ତି।

ଖେଳ |

ବମ୍ବେରେ ଉଦ୍‌ଘାଟନୀ, ଉଦ୍‌ଯାପନୀ

ବମ୍ବେରେ ଉଦ୍‌ଘାଟନୀ, ଉଦ୍‌ଯାପନୀ

ନୂଆଦିଲ୍ଲୀ, ୨୨।୧(ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)ର ୧୧ତମ ସଂସ୍କରଣ ଏପ୍ରିଲ ୭ରୁ ଆରମ୍ଭ ହେବ। ଏହା ମେ ୨୭ ପର୍ଯ୍ୟନ୍ତ ଚାଲିବ ବୋଲି ସୋମବାର ଆଇପିଏଲ ଗଭର୍ନିଂ କାଉନ୍‌ସିଲ୍‌ ପକ୍ଷରୁ ପ୍ରକାଶ କରାଯାଇଛି। ଏହି ଅର୍ଥକରୀ ଟି୨୦ ଲିଗ୍‌ର ଉଦ୍‌ଘାଟନୀ ସମାରୋହ ଏପ୍ରିଲ ୬ରେ ଓ ଉଦ୍‌ଯାପନୀ ବମ୍ବେରେ ଅନୁଷ୍ଠିତ ହେବ।

ଜୋକୋଭିଚ୍‌ଙ୍କ ବିପର୍ଯ୍ୟୟ, କ୍ୱାର୍ଟରରେ ଫେଡେରର, ହାଲେପ୍‌

ଜୋକୋଭିଚ୍‌ଙ୍କ ବିପର୍ଯ୍ୟୟ, କ୍ୱାର୍ଟରରେ ଫେଡେରର, ହାଲେପ୍‌

ମେଲବୋର୍ନ,୨୨ା୧(ଏ.ଏଫ୍‌.ପି)- ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଅଷ୍ଟ୍ରେଲିଆନ ଓପନ ଟେନିସ୍‌ ଟୁର୍ନାମେଣ୍ଟରେ ଅଷ୍ଟମ ଦିନରେ ପହଞ୍ଚିଛି। ସୋମବାର ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପୂର୍ବତନ ଏକ ନମ୍ବର ଖେଳାଳି ୧୪ତମ ସିଡ ମାନ୍ୟତା ପାଇଥିବା ସର୍ବିୟାର ନୋଭାକ ଜୋକୋଭିଚ୍‌ ପୁରୁଷ ସିଙ୍ଗଲ୍ସ ଇଭେଣ୍ଟର ଚତୁର୍ଥ ରାଉଣ୍ଡ ମ୍ୟାଚରେ ପରାସ୍ତ ହୋଇ ବିଦାୟ ନେଇଛନ୍ତି।

୪୯ ବଲରେ ଶତକ ମାରିଲେ ରାଇନା

୪୯ ବଲରେ ଶତକ ମାରିଲେ ରାଇନା

କୋଲକାତା, ୨୨।୧(ପି.ଟି.)- ଜାତୀୟ ଦଳରୁ ଅଲୋଡ଼ା ହୋଇଥିବା ତଥା ସୀମିତ ଓଭର କ୍ରିକେଟରେ ଜଣେ ବିଶେଷଜ୍ଞ ଭାବେ ପରିଚିତ ହୋଇଥିବା ଷ୍ଟାର ବ୍ୟାଟ୍ସମ୍ୟାନ ସୁରେଶ ରାଇନା ଦୀର୍ଘ ଦିନର ବ୍ୟବଧାନ ପରେ ଫର୍ମକୁ ଫେରିଛନ୍ତି।

ଅଷ୍ଟ୍ରେଲିଆନ୍‌ ଓପନ୍‌: ବୋପାନ୍ନା, ଶରନ ହାରିଲେ

ଅଷ୍ଟ୍ରେଲିଆନ୍‌ ଓପନ୍‌: ବୋପାନ୍ନା, ଶରନ ହାରିଲେ

ମେଲବୋର୍ନ, ୨୨।୧(ପି.ଟି.)- ଦୁଇ ଭାରତୀୟ ଖେଳାଳି ରୋହନ ବୋପାନ୍ନା ଓ ଡିଭିଜ ଶରନ ଅଷ୍ଟ୍ରେଲିଆନ୍‌ ଓପନ୍‌ ପୁରୁଷ ଡବଲ୍ସର ତୃତୀୟ ରାଉଣ୍ଡ ହର୍ଡଲ୍ସ ଅତିକ୍ରମ କରିବାରେ ବିଫଳ ହୋଇଛନ୍ତି।

ସ୍ମିଥ୍‌ଙ୍କୁ ବିଶ୍ରାମ, ଓ୍ବାର୍ନର ଅଧିନାୟକ

ସ୍ମିଥ୍‌ଙ୍କୁ ବିଶ୍ରାମ, ଓ୍ବାର୍ନର ଅଧିନାୟକ

ମେଲବୋର୍ନ, ୨୨।୧(ଏଏଫ୍‌ପି)- ଅଷ୍ଟ୍ରେଲିଆ, ଇଂଲଣ୍ଡ ନ୍ୟୁଜିଲାଣ୍ଡକୁ ନେଇ ଏକ ତ୍ରି-ରାଷ୍ଟ୍ରୀୟ ଟି୨୦ ସିରିଜ ଆସନ୍ତା ଫେବୃୟାରୀ ୩ରୁ ଆରମ୍ଭ ହେବ। ଏଥିଲାଗି ଘରୋଇ ଅଷ୍ଟ୍ରେଲିଆ ଦଳ ସୋମବାର ଘୋଷଣା କରାଯାଇଛି। ଦଳର ନିୟମିତ ଅଧିନାୟକ ଷ୍ଟିଭ ସ୍ମିଥଙ୍କୁ ଏହି ସିରିଜରୁ ବିଶ୍ରାମ ଦିଆଯାଇଥିବାବେଳେ

ପ୍ରଥମ ଟି୨୦ରେ ନ୍ୟୁଜିଲାଣ୍ଡ ବିଜୟୀ

ପ୍ରଥମ ଟି୨୦ରେ ନ୍ୟୁଜିଲାଣ୍ଡ ବିଜୟୀ

ଓ୍ବେଲିଂଟନ, ୨୨।୧(ଏଏଫ୍‌ପି)- ଭ୍ରମଣକାରୀ ପାକିସ୍ତାନ ବିପକ୍ଷରେ ଏଠାରେ ଅନୁଷ୍ଠିତ ପ୍ରଥମ ଟି୨୦ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ବିଜୟୀ ହୋଇଛି। ସ୍ଥାନୀୟ ଓ୍ବେଷ୍ଟପାକ୍‌ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଏହି ମ୍ୟାଚ୍‌ରେ ପାକିସ୍ତାନ ପକ୍ଷରୁ ଧାର୍ଯ୍ୟ ୧୦୬ ରନର ଲକ୍ଷ୍ୟକୁ ଟିମ୍‌ ସୌଦୀଙ୍କ ଦଳ ୭ ଉଇକେଟ୍‌ ଓ ୨୫ଟି ବଲ ସୁରକ୍ଷିତ ଥାଇ ହାସଲ କରିନେଇଥିଲା।

ବ୍ୟାଡ୍‌ମିଣ୍ଟନ ପ୍ରିମିୟର ଲିଗ୍‌: ପୁରୀ ସ୍ମାସ୍‌ କିଙ୍ଗ୍‌ ଚାମ୍ପିୟନ

ବ୍ୟାଡ୍‌ମିଣ୍ଟନ ପ୍ରିମିୟର ଲିଗ୍‌: ପୁରୀ ସ୍ମାସ୍‌ କିଙ୍ଗ୍‌ ଚାମ୍ପିୟନ

କଟକ ଅଫିସ,୨୧ା୧-ଓଡ଼ିଶା ରାଜ୍ୟ ବ୍ୟାଡ୍‌ମିଣ୍ଟନ ଆସୋସିଏଶନ ଓ କଟକ କ୍ଲବର ମିଳିତ ଆନୁକୂଲ୍ୟରେ ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମଠାରେ ଚାଲିଥିବା ପ୍ରିମିୟର ବ୍ୟାଡ୍‌ମିଣ୍ଟନ ଲିଗ୍‌ ରବିବାର ଉଦ୍‌ଯାପିିତ ହୋଇଯାଇଛି।

ରାଜ୍ୟସ୍ତରୀୟ କୁସ୍ତି ଉଦ୍‌ଯାପିତ

ରାଜ୍ୟସ୍ତରୀୟ କୁସ୍ତି ଉଦ୍‌ଯାପିତ

ଭୁବନେଶ୍ୱର, ୨୧।୧(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ ଉତ୍କଳ କରାଟେ ସ୍କୁଲଠାରେ ଗତ ଦୁଇଦିନ ଧରି ଚାଲିଥିବା ରାଜ୍ୟ କୁସ୍ତି ପ୍ରତିଯୋଗିତା ରବିବାର ଉଦ୍‌ଯାପିତ ହୋଇଯାଇଛି।

ନାଡାଲ- ସିଲିକ, ଓଜନିଆକି- ନାଭାରୋ କ୍ୱାର୍ଟର ଫାଇନାଲ

ନାଡାଲ- ସିଲିକ, ଓଜନିଆକି- ନାଭାରୋ କ୍ୱାର୍ଟର ଫାଇନାଲ

ମେଲବୋର୍ନ,୨୧ା୧(ପି.ଟି.)- ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଅଷ୍ଟ୍ରେଲିଆନ୍‌ ଓପନ ଟେନିସ ଟୁର୍ନାମେଣ୍ଟ ସପ୍ତମ ଦିନରେ ପହଞ୍ଚିଛି। ପୁରୁଷ ସିଙ୍ଗଲ୍ସରେ ବିଶ୍ୱର ଏକ ନମ୍ବର ଖେଳାଳି ସ୍ପେନାର ରାଫେଲ ନାଡାଲ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି।

ଆଶେସ ପରାଜୟର ପ୍ରତିଶୋଧ ଦିନିକିଆ ସିରିଜରେ

ଆଶେସ ପରାଜୟର ପ୍ରତିଶୋଧ ଦିନିକିଆ ସିରିଜରେ

ସିଡନୀ,୨୧ା୧(ପି.ଟି.)- ଭ୍ରମଣକାରୀ ଇଂଲଣ୍ଡ ଆଶେସ ପରାଜୟର ପ୍ରତିଶୋଧ ଦିନିକିଆ ସିରିଜରେ ନେଇଛି। ସ୍ଥାନୀୟ ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ଅନୁଷ୍ଠିତ ତୃତୀୟ ଦିନିକିଆ ମ୍ୟାଚରେ ଇଂଲଣ୍ଡ ଉଇକେଟ କିପର ବ୍ୟାଟ୍ସମ୍ୟାନ ଜୋସ ବଟଲରଙ୍କ ଅପରାଜିତ ଶତକ ସହାୟତାରେ ଅଷ୍ଟ୍ରେଲିଆକୁ ୧୬ ରନରେ ପରାସ୍ତ କରିଛି।

ଅଷ୍ଟ୍ରେଲିଆନ୍‌ ଓପନ୍‌: କ୍ୱାର୍ଟରରେ ନାଡାଲ

ଅଷ୍ଟ୍ରେଲିଆନ୍‌ ଓପନ୍‌: କ୍ୱାର୍ଟରରେ ନାଡାଲ

ମେଲବୋର୍ନ, ୨୧।୧- ଚଳିତ ସିଜନ୍‌ର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ୍‌ ଓପନ୍‌ର ପୁରୁଷ ସିଙ୍ଗଲ୍ସ ବର୍ଗରେ ରାଫାଲ ନାଡାଲ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶୀର୍ଷ ର଼୍ୟାଙ୍କଧାରୀ ଏହି ଖେଳାଳି ୬-୩, ୬-୭(୪/୭), ୬-୩, ୬-୩ ସେଟ୍‌ରେ ଆର୍ଜେଣ୍ଟିନାର ଡିଆଇଗୋ ସ୍କଓ୍ବାର୍ଟଜମ୍ୟାନଙ୍କୁ ହରାଇ ଦେଇଛନ୍ତି।

ପ୍ରି-କ୍ୱାର୍ଟରରେ ହାରିଲେ ପେସ୍‌-ପୂରବ

ପ୍ରି-କ୍ୱାର୍ଟରରେ ହାରିଲେ ପେସ୍‌-ପୂରବ

ମେଲବୋର୍ନ, ୨୧।୧- ଭେଟେରାନ ଲିଆଣ୍ଡର ପେସ୍‌ ଓ ପୂରବ ରାଜାଙ୍କ ଯୋଡ଼ି ଚଳିତ ଅଷ୍ଟ୍ରେଲିଆନ୍‌ ଓପନ୍‌ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟର ଡବଲ୍ସ ବର୍ଗର ପ୍ରି-କ୍ୱାର୍ଟର ରାଉଣ୍ଡରେ ପରାଜିତ ହୋଇ ଅଭିଯାନ ଶେଷ କରିଛନ୍ତି। ରବିବାର ଖେଳାଯାଇଥିବା ମୁକାବିଲାରେ ଅଣସିଡ୍‌ ଭାରତୀୟ ଯୋଡ଼ି ୧-୬, ୨-୬ ସେଟ୍‌ରେ କଲମ୍ବିଆର ଜୁଆନ ସେବେଷ୍ଟିଆନ କାବାଲ ଓ ରବର୍ଟ ଫରାହଙ୍କ ଯୋଡ଼ିଠାରୁ ପରାସ୍ତ ହୋଇଛନ୍ତି।