ଉପକୂଳ ଓଡିଶା

ଆଇଏମ୍‌ଏର ଶ୍ରେଷ୍ଠ କ୍ୟାଡେଟ୍‌ ହେଲେ ଓଡ଼ିଆ ପୁଅ ଚନ୍ଦ୍ରକାନ୍ତ

ଆଇଏମ୍‌ଏର ଶ୍ରେଷ୍ଠ କ୍ୟାଡେଟ୍‌ ହେଲେ ଓଡ଼ିଆ ପୁଅ ଚନ୍ଦ୍ରକାନ୍ତ
ଜଗତ୍‌ସିଂହପୁର ଅଫିସ,୧୧।୧୨ ଡେରାଡୁନସ୍ଥିତ ଇଣ୍ଡିଆନ ମିଲିଟାରୀ ଏକାଡେମୀ (ଆଇଏମ୍‌ଏ)ରେ ରବିବାର ଓଡ଼ିଆ ପୁଅ ଚନ୍ଦ୍ରକାନ୍ତ ଆଚାର୍ଯ୍ୟ ବେଷ୍ଟ ଅଲ୍‌ରାଉଣ୍ଡର ସୋଡ୍‌ ଅଫ୍‌ ଅନର ସମ୍ମାନରେ ସମ୍ମାନିତ ହୋଇଛନ୍ତି। ସେଠାରେ ଅନୁଷ୍ଠିତ ପାଶିଂ ଆଉଟ୍‌ ପରେଡରେ ଯୋଗଦେଇ ବାଂଲାଦେଶ ସେନାମୁଖ୍ୟ ଆବୁ ବଲାଲ ମହମ୍ମଦ ସାଫିଉଲ ହକ୍‌ ତାଙ୍କୁ ସ୍ବର୍ଣ୍ଣ ପଦକ ପ୍ରଦାନ ସ୍ବରୂପ ଏହି ସମ୍ମାନରେ ସମ୍ମାନିତ କରିଛନ୍ତି। ପ୍ରକାଶ ଯେ, ୨୦୧୭ ଜାନୁୟାରୀରୁ ଡିସେମ୍ବର ପର୍ଯ୍ୟନ୍ତ ଚନ୍ଦ୍ରକାନ୍ତ ଆଇଏମ୍‌ଏରେ ତାଲିମ ଗ୍ରହଣ କରିଥିଲେ। ଏଥିରେ ସେ ସର୍ବ ଭାରତୀୟସ୍ତରରେ ଶ୍ରେଷ୍ଠତ୍ୱ ପ୍ରଦର୍ଶନ କରିଥିଲେ, ଯେଉଁଥିପାଇଁ ତାଙ୍କୁ ଏହି ସମ୍ମାନ ମିଳିଛି। ସୂଚନାଯୋଗ୍ୟ, ଚନ୍ଦ୍ରକାନ୍ତ ଡେରାଡୁନସ୍ଥିତ ରାଷ୍ଟ୍ରୀୟ ଇଣ୍ଡିଆନ ମିଲିଟାରୀ କଲେଜରେ ୮ମ ଶ୍ରେଣୀରୁ ନାମ ଲେଖାଇ ଥିଲେ। ସେଠାରେ ସେ ଯୁକ୍ତ ୨ ପର୍ଯ୍ୟନ୍ତ ପଢିଥିଲେ। ପରେ ଏନ୍‌ଡିଏ (ନ୍ୟାଶନାଲ ଡିଫେନ୍ସ ଏକାଡେମୀ)ରେ ୨୦୧୩ ରୁ ୨୦୧୬ ପର୍ଯ୍ୟନ୍ତ ପଢ଼ି ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଥିଲେ। ସେଠାରେ ସେ ୩ୟ ସ୍ଥାନ ଅଧିକାର କରିଥିଲେ। ଏଥିପାଇଁ ସେ ୨୦୧୬ ଡିସେମ୍ବରରେ ପ୍ରେସିଡେଣ୍ଟ ଗୋଲ୍ଡ ମେଡାଲ ପାଇଥିଲେ। ଚନ୍ଦ୍ରକାନ୍ତଙ୍କ ପରିବାର ବର୍ତ୍ତମାନ କଟକରେ ରହୁଛନ୍ତି। ତାଙ୍କ ମା’ଙ୍କ ନଁା ସୁକୃତୀ ରଥ ଓ ବାପାଙ୍କ ନଁ। ଅଜୟ କୁମାର ଆଚାର୍ଯ୍ୟ। ଅଜୟ ଏବେ ଜଗତ୍‌ସିଂହପୁରସ୍ଥିତ ସ୍ବାମୀ ବିବେକାନନ୍ଦ ମେମୋରିଆଲ (ଏସ୍‌ଭିଏମ୍‌) କଲେଜର ଉଦ୍ଭିଦ ବିଜ୍ଞାନ ବିଭାଗ ସହକାରୀ ପ୍ରଫେସର ଭାବେ କାର୍ଯ୍ୟ କରୁଛନ୍ତି।
All Right Reserved By

ଉପକୂଳ ଓଡିଶା

ବାର୍ଡ ଫ୍ଲୁ: ମଧ୍ୟାହ୍ନ ଭୋଜନରୁ ଅଣ୍ଡା ବାଦ : ସମସ୍ତ ଫାର୍ମରୁ କୁକୁଡ଼ା ମାରିବା ପାଇଁ ନିର୍ଦ୍ଦେଶ

ବାର୍ଡ ଫ୍ଲୁ: ମଧ୍ୟାହ୍ନ ଭୋଜନରୁ ଅଣ୍ଡା ବାଦ : ସମସ୍ତ ଫାର୍ମରୁ କୁକୁଡ଼ା ମାରିବା ପାଇଁ ନିର୍ଦ୍ଦେଶ

କୃଷ୍ଣପ୍ରସାଦ,୧୩ା୧୨(ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ୍‌ରେ ଗତ ୧ ସପ୍ତାହ ମଧ୍ୟରେ ଶହ ଶହ କୁକୁଡ଼ା ମରିପଡ଼ିଥିବା ଦେଖାଯାଇଛି। ‘ଧରିିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରାଣୀ ଚିକିତ୍ସା ବିଭାଗ ପକ୍ଷରୁ କୁକୁଡ଼ା ରକ୍ତ ନମୁନା ପରୀକ୍ଷା  କରିବା  ପରେ ବାର୍ଡ ଫ୍ଲୁ’ପଜିଟିଭ୍‌ ସୂଚନା ମିଳିଛି। ଏହାପରେ ଜିଲା ପ୍ରଶାସନ ପକ୍ଷରୁ ବିଶେଷ ସତର୍କତା ଅବଲମ୍ବନ କରାଯାଇଛି। ବ୍ଲକର ମାଲୁଦ, ପଥରଗଞ୍ଜ ଓ ସାନସାହିରେ ଥିବା କୁକୁଡ଼ା ଫାର୍ମରୁ ନମୁନା ସଂଗ୍ରହ କରାଯାଇଥିଲା। 

ପିଠା ଯୋଜନା କାର୍ଯ୍ୟକାରିତା ପ୍ରସ୍ତୁତି ବୈଠକ

ପିଠା ଯୋଜନା କାର୍ଯ୍ୟକାରିତା ପ୍ରସ୍ତୁତି ବୈଠକ

ମାର୍ଶାଘାଇ, ୧୩।୧୨ (ଡି.ଏନ୍‌.ଏ.)- ମାର୍ଶାଘାଇ ବ୍ଲକ ସମ୍ମଳନୀ କକ୍ଷରେ ରାଜ୍ୟ ସରକାରଙ୍କ ପିଠା ଯୋଜନାର କାର୍ଯ୍ୟକାରିତା ନିମନ୍ତେ ଗୁରୁବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। 

ଆଶ୍ରୟସ୍ଥଳ ରକ୍ଷଣାବେକ୍ଷଣ ସମ୍ପର୍କିତ ସଚେତନତା

ଆଶ୍ରୟସ୍ଥଳ ରକ୍ଷଣାବେକ୍ଷଣ ସମ୍ପର୍କିତ ସଚେତନତା

ମହାକାଳପଡ଼ା, ୧୩।୧୨ (ଡି.ଏନ୍‌.ଏ.)- ମହାକାଳପଡ଼ା ବ୍ଲକ ମହାକାଳପଡ଼ା ପଞ୍ଚାୟତସ୍ଥିତ ଜଅଁରା ଗ୍ରାମସ୍ଥିତ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳଠାରେ ଆଶ୍ରୟସ୍ଥଳ ରକ୍ଷଣାବେକ୍ଷଣ ସମ୍ପର୍କିତ ପଥପ୍ରାନ୍ତ ନାଟକ କଳାଯାଥା ଗୁରୁବାର ଅନୁଷ୍ଠିତ ହୋଇଥିଲା। 

ବସ ଧକ୍କାରେ ବାଇକ ଆରୋହୀଙ୍କ ମୃତ୍ୟୁ

ବସ ଧକ୍କାରେ ବାଇକ ଆରୋହୀଙ୍କ ମୃତ୍ୟୁ

ଯାଜପୁର ଅଫିସ, ୧୩।୧୨: ଯାଜପୁର ଜିଲା ୨୦ ନମ୍ବର ଜାତୀୟ ରାଜପଥର ଜହ୍ନାଛକ ନିକଟରେ ଗୁରବାର ଅପରାହ୍ନ ୧ଟା ସମୟରେ ଏକ ଯାତ୍ରୀବାହୀ ବସ ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। 

ଛେଳି ଚୋରକୁ କାବୁ କରି ନିର୍ଧୁମ ଛେଚିଲେ ଗ୍ରାମବାସୀ

ଛେଳି ଚୋରକୁ କାବୁ କରି ନିର୍ଧୁମ ଛେଚିଲେ ଗ୍ରାମବାସୀ

ନିଶ୍ଚିନ୍ତକୋଇଲି,୧୩।୧୨(ସ୍ବ.ପ୍ର.): ନିଶ୍ଚିନ୍ତକୋଇଲି ଥାନା ଅଧୀନ ବୁହାଳ ଗ୍ରାମରେ ବୁଧବାର ଛେଳି ଚୋରି କରିବାକୁ ଉଦ୍ୟମ କରୁଥିବା ଜଣେ ଯୁବକଙ୍କୁ ଗ୍ରାମବାସୀ କାବୁ କରିଥିଲେ। ପରେ ତାଙ୍କୁ ଏକ ଆମ୍ବ ଗଛରେ ବାନ୍ଧି ମାଡ଼ ମାରିଥିବା ଜଣାପଡ଼ିଛି। ଯୁବକଜଣଙ୍କ ହେଲେ କେନ୍ଦ୍ରାପଡ଼ାର ମିଟୁ ଦାସ(୨୮)। ବୁଧବାର ସକାଳେ ମିଟୁଙ୍କୁ ଥାନାକୁ ହସ୍ତାନ୍ତର କରାଯାଇଛି।

ରାଜନଗରରେ ଗଡ଼ିଲା ନିଯୁକ୍ତି ରଥ

ରାଜନଗରରେ ଗଡ଼ିଲା ନିଯୁକ୍ତି ରଥ

ରାଜନଗର,୧୩।୧୨(ଡି.ଏନ୍‌.ଏ.): ରାଜନଗର ବ୍ଲକରେ ଆସନ୍ତା ୧୫ ତାରିଖ ଶନିବାର ନିଯୁକ୍ତି ମେଳା ଅନୁଷ୍ଠିତ ହେବ। ଏଥିରେ ଅଞ୍ଚଳର ବେକାରୀ ଯୁବତୀଯୁବକ ଅଂଶଗ୍ରହଣ କରି ବିଭିନ୍ନ ରାଷ୍ଟ୍ରାୟତ୍ତ କମ୍ପାନୀରେ ଯୋଗଦେଇପାରିବେ।

ଟ୍ରାନ୍ସଫର୍ମର ଫାଟି ୩ ଗୁରୁତର

ଟ୍ରାନ୍ସଫର୍ମର ଫାଟି ୩ ଗୁରୁତର

ଯାଜପୁର ଅଫିସ, ୧୩।୧୨: ଯାଜପୁର ରୋଡ ଦଳାଛକସ୍ଥିତ ଏକ ୩୩ କେଭି ଟ୍ରାନ୍ସଫର୍ମର ଗୁରୁବାର ପୂର୍ବାହ୍ନ ୯ଟାରେ ଫାଟିଯିବାରୁ ୩ ଜଣ ଗୁରୁତର ଆହତ ହୋଇଛନ୍ତି।

ବରିଷ୍ଠ ନାଗରିକଙ୍କୁ କମ୍ବଳ ବଣ୍ଟନ

ବରିଷ୍ଠ ନାଗରିକଙ୍କୁ କମ୍ବଳ ବଣ୍ଟନ

ବୋଲଗଡ଼,୧୩ା୧୨(ଡି.ଏନ.ଏ.)-ବୋଲଗଡ଼ ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥ ଦେଉଳିଠାରେ ବୁଧବାର ୧୦୫ ବରିଷ୍ଠ ନାଗରିକଙ୍କୁ କ୍ଲବ ରେଡ୍‌ରୋଜ୍‌ ସୌଜନ୍ୟରୁ କମ୍ବଳ ବଣ୍ଟନ କରାଯାଇଛି।

ରାସ୍ତା ଅବସ୍ଥା ଶୋଚନୀୟ, ମରାମତି ଦାବି

ରାସ୍ତା ଅବସ୍ଥା ଶୋଚନୀୟ, ମରାମତି ଦାବି

ବୋଲଗଡ଼,୧୩ା୧୨(ଡି.ଏନ.ଏ.)-ବୋଲଗଡ଼ ବ୍ଲକ ଅସରଳା ଦଳ ପଞ୍ଚାୟତସ୍ଥ ପୁଆଣିଆ ଗ୍ରାମର ଦାସସାହିକୁ ପ୍ରବେଶ କରିଥିବା ରାସ୍ତାଟି ଶୋଚନୀୟ ହୋଇପଡିଛି । ସାହି ମୁଣ୍ଡରେ ଥିବା ଡ୍ରେନ ଉପରେ ସମ୍ପୂର୍ଣ୍ଣ ଢାଙ୍କୁଣି ବ୍ୟବସ୍ଥା ନାହଁି। 

ଛାତ୍ରୀମାନଙ୍କ ଆମତ୍ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ

ଛାତ୍ରୀମାନଙ୍କ ଆମତ୍ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ

ରଣପୁର,୧୩ା୧୨(ସ୍ବ.ପ୍ର.)-ନୟାଗଡ଼ ଜିଲା ରଣପୁର ବ୍ଲକ ମୟୁରଝାଲିଆ ପଞ୍ଚାୟତସ୍ଥ ଅର୍ଜ୍ଜୁନ ରାଉତ ସ୍ମାରକୀ ମହାବିଦ୍ୟାଳୟରେ ଚାଲିଥିବା ଛାତ୍ରୀମାନଙ୍କ ପାଇଁ ଆମତ୍ସୁରକ୍ଷା ତାଲିମ ଶିବିର ବୁଧବାର ଉଦ୍‌ଯାପିତ ହୋଇଯାଇଛି।

୧୪ରୁ ଧନୁପୂଜା ମହୋତ୍ସବ,ଲାଖବିନ୍ଧା ପ୍ରତିଯୋଗିତା

୧୪ରୁ ଧନୁପୂଜା ମହୋତ୍ସବ,ଲାଖବିନ୍ଧା ପ୍ରତିଯୋଗିତା

ଖଣ୍ଡପଡ଼ା,୧୩ା୧୨(ସ୍ବ.ପ୍ର.)-ଶ୍ରୀନୀଳମାଧବ ଜୀଉଙ୍କ ଆଦ୍ୟ ସେବକ ଶବର ରାଜା ବିଶ୍ୱାବସୁଙ୍କ ଗଡ଼ ଭାବେ ଭାପୁର ବ୍ଲକ୍‌ ଅନ୍ତର୍ଗତ କାଳିଆପଲ୍ଲୀ ଗ୍ରାମ ପରିଚିତ। ଧାନଚେଙ୍ଗଡ଼ା ପଞ୍ଚାୟତସ୍ଥ ଏହି ଗ୍ରାମରେ ପ୍ରତିବର୍ଷ ଧନୁ ସଂକ୍ରାନ୍ତିରେ ଧନୁପୂଜା ମହୋତ୍ସବ ପାଳନ କରାଯାଉଛି। 

ମରି ପଡ଼ୁଛନ୍ତି କାଉ, କୁକୁଡା : ରକ୍ତ ନମୁନା ସଂଗ୍ରହ

ମରି ପଡ଼ୁଛନ୍ତି କାଉ, କୁକୁଡା : ରକ୍ତ ନମୁନା ସଂଗ୍ରହ

କୃଷ୍ଣପ୍ରସାଦ,୧୨ା୧୨(ଡି.ଏନ.ଏ.)-କୃଷ୍ଣପ୍ରସାଦ ବ୍ଲକ୍‌ରେ ବର୍ତ୍ତମାନ ଶହ ଶହ କାଉ ଓ କୁକୁଡ଼ାଙ୍କ ମୃତ୍ୟୁ ଘଟୁଥିବା ଜଣାପଡ଼ିଛି। ଏକ ସପ୍ତାହ ଧରି ଏଠାରେ କୁକୁଡାଗୁଡ଼ିକ ମରି ପଡ଼ୁଥିବା ଯୋଗୁ ବ୍ୟବସାୟୀମାନେ ଏବେ ମୁଣ୍ଡରେ ହାତଦେଇ ବସିଛନ୍ତି।