Dharitri News
ରାୟଗଡା

ଗାଙ୍ଗନିଗୁଡ଼ାରେ ଲାଗୁନି ବିକାଶର ରଙ୍ଗ

ଗାଙ୍ଗନିଗୁଡ଼ାରେ ଲାଗୁନି ବିକାଶର ରଙ୍ଗ ମାଲକାନଗିରି,୧୧।୧୨(ସ୍ବ.ପ୍ର.)-ଗାଁର ନାଁ ଗାଙ୍ଗନିଗୁଡ଼ା। କିନ୍ତୁ ଅଞ୍ଚଳରେ ବିକାଶର ରଙ୍ଗ ଏଯାଏଁ ଆଖିରେ ପଡୁନାହିଁ। ଅବହେଳା ଓ ଅବ୍ୟବସ୍ଥା ଭିତରେ ରହିଆସିଛି ମାଲକାନଗିରି ଜିଲା ଅଧୀନରେ ଥିବା ଏହି ଗ୍ରାମ। ସରକାର ସେଠାରେ ଏପର୍ଯ୍ୟନ୍ତ ସ୍ବାସ୍ଥ୍ୟସେବା, ପାନୀୟ ଜଳ, ବିଦ୍ୟୁତ, ଜଳସେଚନ, ରାସ୍ତା ଭଳି ମୌଳିକ ସୁବିଧା ଉପଲବ୍ଧ କରାଇପାରି ନାହାନ୍ତି। ପଡିଆ ବ୍ଲକ ଗିରକାନପାଲି ପଞ୍ଚାୟତଠାରୁ ୫ କିମି ଦୂରରେ ରହିଛି ଗାଙ୍ଗନିଗୁଡ଼ା ଗାଁ। ଜିଲା ଗଠନ ହେବା ସମୟରେ ନିର୍ମାଣ ହୋଇଥିବା ରାସ୍ତାଟି ମରାମତି ଅଭାବରୁ ଏବେ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଗାଁରେ ୧୦୨ଟି ପରିବାର ରହୁଛନ୍ତି। ୫ କିମି ଦୂରରେ ଥିବା ଉପସ୍ବାସ୍ଥ୍ୟକେନ୍ଦ୍ରରେ ସବୁବେଳେ ତାଲା ଝୁଲୁଥାଏ। ତେଣୁ ଏହି ଅଞ୍ଚଳର ପ୍ରାୟ ଏକ ହଜାର ପରିବାର ସୁଲଭ ସ୍ବାସ୍ଥ୍ୟସେବାରୁ ବଞ୍ଚତ୍ତ। ଦେହ ଖରାପ ହେଲେ ସେମାନଙ୍କୁ ୩୦ କିଲୋମିଟର ଦୂର କାଲିମେଳା ନଚେତ୍‌ ୭୦ କିମି ଦୂର ମାଲକାନଗିରି ମୁଖ୍ୟ ଡାକ୍ତରଖାନା ଯିବାକୁ ପଡ଼େ। ୨୧ ବର୍ଷ ତଳେ ଏହି ଅଞ୍ଚଳରେ ଜଳସେଚନ ବ୍ୟବସ୍ଥାର ଉନ୍ନତି ଲାଗି ପୋଟେରୁ ଜଳସେଚନ ପ୍ରକଳ୍ପ ଦ୍ୱାରା ଏକ ପ୍ରଶାଖା କେନାଲ ନିର୍ମାଣ ହୋଇଥିଲେ ମଧ୍ୟ ଏଯାବତ୍‌ ଏହାର ମରାମତି ଅଭାବରୁ ଟୋପାଏ ଜଳ ଜମିକୁ ଯାଇପାରି ନାହିଁ। ରାଙ୍ଗନିଗୁଡ଼ା ଗାଁରେ କିଛି ବର୍ଷ ହେଲା ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପ ସମାପ୍ତ ହେବାର ନାଁ ନେଉନାହିଁ। କାଲିମେଳା ବିଦ୍ୟୁତ ସବ୍‌ସେଣ୍ଟର ଦ୍ୱାରା କିଛିଦିନ ହେବ ଏହି ଗାଁକୁ ଖୁଣ୍ଟ ପୋତାଯାଇ ଅସ୍ଥାୟୀ ଭାବରେ ବିଦ୍ୟୁତ ସେବା ଯୋଗାଇ ଦେଉଥିଲେ ମଧ୍ୟ ଲୋକେ ଏହାର ସଦ୍‌ବିନିଯୋଗ ପାଇପାରୁ ନାହାନ୍ତି। ଲୋକଙ୍କ ଗାଧୁଆ ପାଧୁଆ ପାଇଁ ପୋଖରୀ ହିଁ ଏକମାତ୍ର ଭରସା। କିନ୍ତୁ ପଚିଶ ବର୍ଷ ଧରି ଏହାର ପୁନରୁଦ୍ଧାର ହୋଇନଥିବା ଯୋଗୁ ଏହାର ଜଳ ପ୍ରଦୂଷିତ ହୋଇସାରିଲାଣି। ଗୃହପାଳିତ ପଶୁଙ୍କ ସହ ଗ୍ରାମବାସୀ ଏହି ପୋଖରୀରେ ହିଁ ଗାଧୋଇବାକୁ ବାଧ୍ୟ ହେଉଛନ୍ତି। ୧୯୯୭ରେ କେବିକେ ଯୋଜନା ଦ୍ୱାରା ଏକ ସର୍ଭେ କରାଯାଇ ଜଳସେଚନର ସୁବିଧା ଲାଗି ହାତୁଲଗୁଡ଼ା ପାହାଡ଼ ନିକଟରେ ଉକ୍ତ ନାଳକୁ ଆନିକଟ ବାନ୍ଧି ୭ ହଜାର ହେକ୍ଟର ଜମିକୁ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ମାଧ୍ୟମରେ ଜଳ ଯୋଗାଣ ଲାଗି ଘୋଷଣା କରାଯାଇଥିଲା। କିନ୍ତୁ ତାହା ଏଯାବତ୍‌ କାର୍ଯ୍ୟକାରୀ ହୋଇପାରିଲା ନାହିଁ। ତେଣୁ ଏ ଦିଗରେ ସ୍ବତନ୍ତ୍ର ପଦକ୍ଷେପ ନିଆଯାଉ ବୋଲି ସରପଞ୍ଚ ଦୁଲେ ମାଢ଼ି, କାହ୍ନା ମାଢ଼ି, ଜଗା କାମରାମ ଏବଂ ଗଙ୍ଗା ମାଢ଼ି ପ୍ରମୁଖ ଦାବି ଜଣାଇଛନ୍ତି।

ରାୟଗଡା

ବୋଟ୍‌ ଚାଳକଙ୍କ ଦିନିକିଆ ଧର୍ମଘଟ

ବୋଟ୍‌ ଚାଳକଙ୍କ ଦିନିକିଆ ଧର୍ମଘଟ

ମାଲକାନଗିରି,୨୨।୧(ଡି.ଏନ୍‌.ଏ): ମାଲକାନଗିରି ଜିଲା ଚିତ୍ରକୋଣ୍ଡାରେ ବୋଟ୍‌ ଚାଳକମାନେ ସୋମବାର ଦିନିକିଆ ଧର୍ମଘଟ କରିଛନ୍ତି। ଫଳରେ ବିଛିନ୍ନାଞ୍ଚଳର ସମସ୍ତ ଅଞ୍ଚଳକୁ ବୋଟ୍‌ ସେବା ବାଧାପ୍ରାପ୍ତ ହୋଇଛି।

ଟ୍ରେନ ଧକ୍କାରେ ଦାଦନ ଶ୍ରମିକଙ୍କ ମୃତ୍ୟୁ

ଗୁଣପୁର,୨୧।୧(ଡି.ଏନ.ଏ)- ଦାଦନ ଖଟିବାକୁ ଯାଇଥିବା ରାୟଗଡା ଜିଲା ଗୁଣପୁର ବ୍ଲକ ପୁଟାସିଂ ପଞ୍ଚାୟତ ପୁଟା ଗ୍ରାମର ଜଣେ ଯୁବକଙ୍କ ବିଶାଖାପାଟଣା ଷ୍ଟେଶନଠାରେ ଟ୍ରେନ ଧକ୍କାରେ ମୃତ୍ୟୁ ହୋଇଛି ।

ଜିଲାପାଳଙ୍କ ଅଚାନକ ଡାକ୍ତରଖାନା ପରିଦର୍ଶନ

ଜିଲାପାଳଙ୍କ ଅଚାନକ ଡାକ୍ତରଖାନା ପରିଦର୍ଶନ

ନବରଙ୍ଗପୁର,୨୧।୧ (ବି.ପ୍ର.)- ବିଷାକ୍ତ ଖାଦ୍ୟ ଖାଇ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ମେଦନା ପଞ୍ଚାୟତ ଅଧିନ ମାଳିଗୁଡା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ଆଶ୍ରମ ବିଦ୍ୟାଳୟର ଷଷ୍ଠ ଶ୍ରେଣୀ ଛାତ୍ର ଗୁରୁବନ୍ଧୁ ଭତ୍ରାଙ୍କ ମୃତ୍ୟ ସହ ୧୪ ଛାତ୍ରୀଛାତ୍ର ଗୁରୁତର ହୋଇଥିଲେ ।

ବାଇକ-ସ୍କୁଟି ମୁହାଁମୁହିଁ ଧକ୍କା, ଜଣେ ମୃତ

ବାଇକ-ସ୍କୁଟି ମୁହାଁମୁହିଁ ଧକ୍କା, ଜଣେ ମୃତ

ନବରଙ୍ଗପୁର,୨୧।୧ (ଡି.ଏନ.ଏ.)- ନବରଙ୍ଗପୁର ଜିଲା ମାଝିଗୁଡା ଛକ ପେଟ୍ରୋଲ ପମ୍ପ ନିକଟରେ ମୋଟର ସାଇକଲ ଓ ସ୍କୁଟି ମୁହାମୁହିଁ ଧକ୍କା ହୋଇ ବାଇକ ଚାଳକର ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି ।

୮ ଏକର ଜମିରେ ଗଞ୍ଜେଇ ଚାଷ ପୋଡ଼ାଗଲା

୮ ଏକର ଜମିରେ ଗଞ୍ଜେଇ ଚାଷ ପୋଡ଼ାଗଲା

ମାଲକାନଗିରି,୨୧।୧(ଡି.ଏନ୍‌.ଏ.) -ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଆର.ଏସ୍‌.ଇ-୪, ବଡ଼ପୁଟ ଓ ଡାଇକ-୨ ଗ୍ରାମରେ ଚାଷ କରାଯାଇଥିବା ପ୍ରାୟ ୧୮ ହଜାର ଗଞ୍ଜେଇ ଗଛ ରବିବାର ନଷ୍ଟ କରାଯାଇଛି।

ଝିଅକୁ ଦେଖିବାକୁ ଯାଇ ଆଉ ଫେରିଲେନି

ଝିଅକୁ ଦେଖିବାକୁ ଯାଇ ଆଉ ଫେରିଲେନି

ରାୟଗଡ଼ା ଅଫିସ୍‌ ,୨୧।୧-ଏ ବେବି ମନେପଡ଼ିଲେ ସେ ଦିନର କଥା ଲୁହ ସମ୍ଭାଳି ପାରେନି। ଆଖିରୁ ପାଣି ଗଡ଼ିଆସେ। ଏଭଳି କୋହ ଭରା କଣ୍ଠରେ କହିଛନ୍ତି ବର୍ଷେ ତଳେ ହୀରାଖଣ୍ଡ ଟ୍ରେନ ଦୁର୍ଘଟଣାରେ ନିଜ ସ୍ବାମୀଙ୍କୁ ହରାଇଥିବା ରାୟଗଡ଼ାରେ ରହୁଥିବା ସୁକାନ୍ତୀ ମହାପାତ୍ର। ସନ୍ଧ୍ୟା ବେଳେ ଘରେ ପୂଜା ହୋଇଥିଲା।

ହୀରାଖଣ୍ଡ ଟ୍ରେନ ଦୁର୍ଘଟଣା ଘଟଣା, ବର୍ଷେ ପରେ ବି କାରଣ ଅସ୍ପଷ୍ଟ

ହୀରାଖଣ୍ଡ ଟ୍ରେନ ଦୁର୍ଘଟଣା ଘଟଣା, ବର୍ଷେ ପରେ ବି କାରଣ ଅସ୍ପଷ୍ଟ

ରାୟଗଡ଼ା ଅଫିସ୍‌,୨୧।୧- ଗୋଟିଏ ବର୍ଷ ବିତିଗଲା। କିନ୍ତୁ ଆଜିବି ମନେପଡ଼େ ସେଇ କାଳ ରାତିର କଥା। ୨୦୧୭ ଜାନୁୟାରୀ ୨୧ ତାରିଖ ରାତି ୧୧ଟା ସମୟରେ କୁନେର ଷ୍ଟେସନଠାରେ ଘଟିଥିବା ରେଳ ଦୁର୍ଘଟଣା ଆଜି ବି ମନେପଡ଼େ।

ଜଳିଗଲା ୪ଟି ଧାନ ଗଦା

ଜଳିଗଲା ୪ଟି ଧାନ ଗଦା

ଡାବୁଗାଁ,୨୧।୧(ଡ.ଏନ.ଏ.)- ଡାବୁଗାଁ ବ୍ଲକ ଜୁନାପାଣି ପଞ୍ଚାୟତ ଅଧୀନ ରାବଣାଗୁଡା ଗ୍ରାମରେ ରବିବାର ଅପରାହ୍ନ ୨ଟା ସମୟରେ ନିଆଁ ଲାଗି ୪ ଟି ଧାନ ଗଦା ପୋଡିଯାଇଛି । ସୂଚନାଯୋଗ୍ୟ, ରାବନାଗୁଡା ଗ୍ରାମର ପର୍ଶୁ ଭତ୍ରା,ଧବଳୁ ଭତ୍ରା,ମନୁରାମ ଭତ୍ରା ଓ ଧନସିଂ ଭତ୍ରାଙ୍କ ଖଳାରେ ଥିବା ଧାନ ଗଦାରେ ହଠାତ ନିଆଁ ଲାଗିଯାଇଥିଲା ।

ଜାନୁଆରୀ ୨୬କୁ କଳା ଦିବସ ପାଳନ ପାଇଁ ମାଓବାଦୀଙ୍କ ଆହ୍ବାନ

ଜାନୁଆରୀ ୨୬କୁ କଳା ଦିବସ ପାଳନ ପାଇଁ ମାଓବାଦୀଙ୍କ ଆହ୍ବାନ

ଜୟପୁର ୨୧। ୧ (ନି.ପ୍ର.)- ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ସୁଙ୍କ, ନାରାୟଣପାଟଣା ଠାରେ ମାଓବାଦୀମାନେ ପୋଷ୍ଟର ମାଧ୍ୟମରେ ୨୬ ଜାନୁଆରୀ ସାଧାରଣତନ୍ତ୍ର ଦିବସକୁ କଳା ଦିବସଭାବେ ପାଳନ କରିବାକୁ ଆହ୍ବାନ ଦେଇଛନ୍ତି।

ନୂତନ ରୂପରେ ସଜ୍ଜିତ ହେବ ପ୍ରେମ ପାହାଡ଼

ନୂତନ ରୂପରେ ସଜ୍ଜିତ ହେବ ପ୍ରେମ ପାହାଡ଼

ରାୟଗଡା ଅଫିସ୍‌, ୨୧।୧- ରାୟଗଡା ଜିଲାର ବିଭିନ୍ନ ଅଞ୍ଚଳ ଏବଂ ରାୟଗଡା ସହରର ଉପକଣ୍ଠରେ ଅନେକ ପର୍ଯ୍ୟଟନସ୍ଥଳ ରହିଛି ା ଉକ୍ତ ପର୍ଯ୍ୟଟନସ୍ଥଳିଗୁଡିକ ମଧ୍ୟରୁ ରାୟଗଡା ସହରର ଉପକଣ୍ଠରେ ରହିଛି ପ୍ରେମପାହାଡ।

ମହେନ୍ଦ୍ରତନୟା ପାଣି ନେବାକୁ ଆନ୍ଧ୍ରର ଚକ୍ରାନ୍ତ

ମହେନ୍ଦ୍ରତନୟା ପାଣି ନେବାକୁ ଆନ୍ଧ୍ରର ଚକ୍ରାନ୍ତ

ପାରଳାଖେମୁଣ୍ଡି, ୨୧।୧(ସ୍ବ.ପ୍ର.)-ପୂର୍ବରୁ ବିଭିନ୍ନ ସମୟରେ ଓଡ଼ିଶାର ବାଲି, ନଦୀ, ଜଙ୍ଗଲ ଓ ଖଣିଜ ସମ୍ପଦ ଉପରେ ଲୋଲୁପ ଦୃଷ୍ଟି ରଖିଆସିଥିବା ଆନ୍ଧ୍ର ସରକାର ଏବେ ପୁଣି ମହେନ୍ଦ୍ରତନୟା ଉପରେ ଆଖି ପକାଇଛନ୍ତି।

ଅପହରଣ ପରେ ପ୍ରଜାକୋର୍ଟରେ ୪ଜଣଙ୍କୁ ମାଡ଼ମାରି ଛାଡ଼ିଲେ ମାଓବାଦୀ

ଅପହରଣ ପରେ ପ୍ରଜାକୋର୍ଟରେ ୪ଜଣଙ୍କୁ ମାଡ଼ମାରି ଛାଡ଼ିଲେ ମାଓବାଦୀ

ମାଥିଲି,୨୧।୧(ଡି.ଏନ.ଏ.)- କିଛି ଦିନର ନିରବତା ପରେ ପୁଣି ମାଓବାଦୀ ସଂଗଠନ ସକ୍ରିୟ ହୋଇପଡିଥିବା ଜଣାପଡ଼ିଛି। ମାଓବାଦୀଙ୍କ ଅତ୍ୟାଚାରର ଶିକାର ହୋଇଥିବା ଗ୍ରାମବାସୀଙ୍କ ମଧ୍ୟରେ ଏବେ ଭୟର ବାତାବରଣ ଖେଳିଯାଇଛି।