Dharitri News
ରାୟଗଡା

ପୁଣି ମାତିଲେ ମାଓବାଦୀ: ପ୍ରଜାକୋର୍ଟରେ ୩ଜଣଙ୍କୁ ନିସ୍ତୁକ ମାଡ଼

ପୁଣି ମାତିଲେ ମାଓବାଦୀ: ପ୍ରଜାକୋର୍ଟରେ ୩ଜଣଙ୍କୁ ନିସ୍ତୁକ ମାଡ଼ ମାଲକାନଗିରି,୧୧।୧୦(ସ୍ବ.ପ୍ର.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ୍‌ ବିଚ୍ଛିନ୍ନାଞ୍ଚଳରେ ଥିବା ପଣସପୁଟ ଜଙ୍ଗଲ ନିକଟରେ ରବିବାର ମାଓବାଦୀମାନେ ପ୍ରଜାକୋଟ କରି ୩ଜଣଙ୍କୁ ନିସ୍ତକୁ ମାଡ଼ ମାରିଛନ୍ତି। ସେମାନେ ହେଲେ ପୂର୍ବତନ ସରପଞ୍ଚ ଅର୍ଜୁନ ହନ୍ତାଳ ଓ ତାର ଦୁଇଜଣ ସହଯୋଗୀ। ଅର୍ଜୁନ ପୋଲିସକୁ ସହଯୋଗ କରୁଥିବା ନେଇ ସନ୍ଦେହ ପ୍ରକାଶ କରି ମାଓବାଦୀ ସଂଗଠନ ଏହି ପ୍ରଜାକୋଟ ବସାଇଥିଲେ। ସେଥିରେ ଉପଯୁକ୍ତ ପ୍ରମାଣ ନମିଳିବାରୁ ତାଙ୍କୁ ପ୍ରବଳ ମାଡ଼ ମାରି ଛାଡ଼ିବା ସହ ପୋଲିସକୁ ସହଯୋଗ କଲେ ମୃତ୍ୟୁଦଣ୍ଡ ଦିଆଯିବ ବୋଲି କହିଥିବା ସୂଚନା ମିଳିଛି। ୨ ବର୍ଷ ପୂର୍ବେ ଅର୍ଜୁନଙ୍କୁ ମାଓବାଦୀମାନେ ପ୍ରଜାକୋଟ କରି ଗଁାରୁ ଚାଲିଯିବାକୁ କହିଥିଲେ । କିନ୍ତୁ କିଛିଦିନ ତଳେ ତାଙ୍କୁ ପୁନର୍ବାର ଗଁାରେ ଆସି ରହିବାକୁ ଅନୁମତି ଦେଇଥିଲେ। ସେହିଦିନ ଠାରୁ ଅର୍ଜୁନ ଗଁାକୁ ଯାଇ ଘରେ ରହିଥିଲେ ହେଲେ ଘରୁ ବାହାରୁ ନଥିଲେ। ପ୍ରଜାକୋର୍ଟରେ ଏହି ଘଟଣା ପରେ ଆଖପାଖ ଗଁା ମାନଙ୍କରେ ଆତଙ୍କ ଖେଳିଯାଇଛି। ବର୍ତ୍ତମାନ ସୁଦ୍ଧା ଉପାନ୍ତ ଅଞ୍ଚଳ ହୋଇଥିବାରୁ ଅର୍ଜୁନଙ୍କ ସମେତ ଅନ୍ୟ ଦୁଇ ଜଣଙ୍କ ଅବସ୍ଥା କିପରି ଅଛି ସମ୍ପୂର୍ଣ୍ଣ ତଥ୍ୟ ପହଞ୍ଚତ୍ ପାରିନାହିଁ। ମାଓବାଦୀମାନେ ଗତ କିଛି ଦିନ ଧରି ବଚ୍ଛିନ୍ନାଞ୍ଚଳରେ ଆତଙ୍କ ଖେଳାଇଥିବାବେଳେ ରବିବାର ରାଲେଗଡା ପଞ୍ଚାୟତର ପୁରୁଣାଟେକପଦର ଗ୍ରାମର ସୀତାରାମ ଖେୁମୁଡୁଙ୍କୁ ହତ୍ୟା କରିଥିଲେ। ବିଏସେଫ୍‌, ଏସଓଜି ଓ ଆନ୍ଧ୍ର ପୋଲିସର କୋମ୍ବିଂକୁ ଯୋରଦାର କରାଯାଇଛି। ମାଓବାଦୀମାନେ ସେମାନଙ୍କ ସ୍ଥିତି ଜାହିର କରିବାକୁ ଏଭଳି ନାରକୀୟ କାଣ୍ଡ କରୁଥିବା ପୋଲିସ୍‌ ସୂଚନା ଦେଇଛି।

ରାୟଗଡା

ବୋଟ୍‌ ଚାଳକଙ୍କ ଦିନିକିଆ ଧର୍ମଘଟ

ବୋଟ୍‌ ଚାଳକଙ୍କ ଦିନିକିଆ ଧର୍ମଘଟ

ମାଲକାନଗିରି,୨୨।୧(ଡି.ଏନ୍‌.ଏ): ମାଲକାନଗିରି ଜିଲା ଚିତ୍ରକୋଣ୍ଡାରେ ବୋଟ୍‌ ଚାଳକମାନେ ସୋମବାର ଦିନିକିଆ ଧର୍ମଘଟ କରିଛନ୍ତି। ଫଳରେ ବିଛିନ୍ନାଞ୍ଚଳର ସମସ୍ତ ଅଞ୍ଚଳକୁ ବୋଟ୍‌ ସେବା ବାଧାପ୍ରାପ୍ତ ହୋଇଛି।

ଟ୍ରେନ ଧକ୍କାରେ ଦାଦନ ଶ୍ରମିକଙ୍କ ମୃତ୍ୟୁ

ଗୁଣପୁର,୨୧।୧(ଡି.ଏନ.ଏ)- ଦାଦନ ଖଟିବାକୁ ଯାଇଥିବା ରାୟଗଡା ଜିଲା ଗୁଣପୁର ବ୍ଲକ ପୁଟାସିଂ ପଞ୍ଚାୟତ ପୁଟା ଗ୍ରାମର ଜଣେ ଯୁବକଙ୍କ ବିଶାଖାପାଟଣା ଷ୍ଟେଶନଠାରେ ଟ୍ରେନ ଧକ୍କାରେ ମୃତ୍ୟୁ ହୋଇଛି ।

ଜିଲାପାଳଙ୍କ ଅଚାନକ ଡାକ୍ତରଖାନା ପରିଦର୍ଶନ

ଜିଲାପାଳଙ୍କ ଅଚାନକ ଡାକ୍ତରଖାନା ପରିଦର୍ଶନ

ନବରଙ୍ଗପୁର,୨୧।୧ (ବି.ପ୍ର.)- ବିଷାକ୍ତ ଖାଦ୍ୟ ଖାଇ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ମେଦନା ପଞ୍ଚାୟତ ଅଧିନ ମାଳିଗୁଡା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ଆଶ୍ରମ ବିଦ୍ୟାଳୟର ଷଷ୍ଠ ଶ୍ରେଣୀ ଛାତ୍ର ଗୁରୁବନ୍ଧୁ ଭତ୍ରାଙ୍କ ମୃତ୍ୟ ସହ ୧୪ ଛାତ୍ରୀଛାତ୍ର ଗୁରୁତର ହୋଇଥିଲେ ।

ବାଇକ-ସ୍କୁଟି ମୁହାଁମୁହିଁ ଧକ୍କା, ଜଣେ ମୃତ

ବାଇକ-ସ୍କୁଟି ମୁହାଁମୁହିଁ ଧକ୍କା, ଜଣେ ମୃତ

ନବରଙ୍ଗପୁର,୨୧।୧ (ଡି.ଏନ.ଏ.)- ନବରଙ୍ଗପୁର ଜିଲା ମାଝିଗୁଡା ଛକ ପେଟ୍ରୋଲ ପମ୍ପ ନିକଟରେ ମୋଟର ସାଇକଲ ଓ ସ୍କୁଟି ମୁହାମୁହିଁ ଧକ୍କା ହୋଇ ବାଇକ ଚାଳକର ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି ।

୮ ଏକର ଜମିରେ ଗଞ୍ଜେଇ ଚାଷ ପୋଡ଼ାଗଲା

୮ ଏକର ଜମିରେ ଗଞ୍ଜେଇ ଚାଷ ପୋଡ଼ାଗଲା

ମାଲକାନଗିରି,୨୧।୧(ଡି.ଏନ୍‌.ଏ.) -ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଆର.ଏସ୍‌.ଇ-୪, ବଡ଼ପୁଟ ଓ ଡାଇକ-୨ ଗ୍ରାମରେ ଚାଷ କରାଯାଇଥିବା ପ୍ରାୟ ୧୮ ହଜାର ଗଞ୍ଜେଇ ଗଛ ରବିବାର ନଷ୍ଟ କରାଯାଇଛି।

ଝିଅକୁ ଦେଖିବାକୁ ଯାଇ ଆଉ ଫେରିଲେନି

ଝିଅକୁ ଦେଖିବାକୁ ଯାଇ ଆଉ ଫେରିଲେନି

ରାୟଗଡ଼ା ଅଫିସ୍‌ ,୨୧।୧-ଏ ବେବି ମନେପଡ଼ିଲେ ସେ ଦିନର କଥା ଲୁହ ସମ୍ଭାଳି ପାରେନି। ଆଖିରୁ ପାଣି ଗଡ଼ିଆସେ। ଏଭଳି କୋହ ଭରା କଣ୍ଠରେ କହିଛନ୍ତି ବର୍ଷେ ତଳେ ହୀରାଖଣ୍ଡ ଟ୍ରେନ ଦୁର୍ଘଟଣାରେ ନିଜ ସ୍ବାମୀଙ୍କୁ ହରାଇଥିବା ରାୟଗଡ଼ାରେ ରହୁଥିବା ସୁକାନ୍ତୀ ମହାପାତ୍ର। ସନ୍ଧ୍ୟା ବେଳେ ଘରେ ପୂଜା ହୋଇଥିଲା।

ହୀରାଖଣ୍ଡ ଟ୍ରେନ ଦୁର୍ଘଟଣା ଘଟଣା, ବର୍ଷେ ପରେ ବି କାରଣ ଅସ୍ପଷ୍ଟ

ହୀରାଖଣ୍ଡ ଟ୍ରେନ ଦୁର୍ଘଟଣା ଘଟଣା, ବର୍ଷେ ପରେ ବି କାରଣ ଅସ୍ପଷ୍ଟ

ରାୟଗଡ଼ା ଅଫିସ୍‌,୨୧।୧- ଗୋଟିଏ ବର୍ଷ ବିତିଗଲା। କିନ୍ତୁ ଆଜିବି ମନେପଡ଼େ ସେଇ କାଳ ରାତିର କଥା। ୨୦୧୭ ଜାନୁୟାରୀ ୨୧ ତାରିଖ ରାତି ୧୧ଟା ସମୟରେ କୁନେର ଷ୍ଟେସନଠାରେ ଘଟିଥିବା ରେଳ ଦୁର୍ଘଟଣା ଆଜି ବି ମନେପଡ଼େ।

ଜଳିଗଲା ୪ଟି ଧାନ ଗଦା

ଜଳିଗଲା ୪ଟି ଧାନ ଗଦା

ଡାବୁଗାଁ,୨୧।୧(ଡ.ଏନ.ଏ.)- ଡାବୁଗାଁ ବ୍ଲକ ଜୁନାପାଣି ପଞ୍ଚାୟତ ଅଧୀନ ରାବଣାଗୁଡା ଗ୍ରାମରେ ରବିବାର ଅପରାହ୍ନ ୨ଟା ସମୟରେ ନିଆଁ ଲାଗି ୪ ଟି ଧାନ ଗଦା ପୋଡିଯାଇଛି । ସୂଚନାଯୋଗ୍ୟ, ରାବନାଗୁଡା ଗ୍ରାମର ପର୍ଶୁ ଭତ୍ରା,ଧବଳୁ ଭତ୍ରା,ମନୁରାମ ଭତ୍ରା ଓ ଧନସିଂ ଭତ୍ରାଙ୍କ ଖଳାରେ ଥିବା ଧାନ ଗଦାରେ ହଠାତ ନିଆଁ ଲାଗିଯାଇଥିଲା ।

ଜାନୁଆରୀ ୨୬କୁ କଳା ଦିବସ ପାଳନ ପାଇଁ ମାଓବାଦୀଙ୍କ ଆହ୍ବାନ

ଜାନୁଆରୀ ୨୬କୁ କଳା ଦିବସ ପାଳନ ପାଇଁ ମାଓବାଦୀଙ୍କ ଆହ୍ବାନ

ଜୟପୁର ୨୧। ୧ (ନି.ପ୍ର.)- ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ସୁଙ୍କ, ନାରାୟଣପାଟଣା ଠାରେ ମାଓବାଦୀମାନେ ପୋଷ୍ଟର ମାଧ୍ୟମରେ ୨୬ ଜାନୁଆରୀ ସାଧାରଣତନ୍ତ୍ର ଦିବସକୁ କଳା ଦିବସଭାବେ ପାଳନ କରିବାକୁ ଆହ୍ବାନ ଦେଇଛନ୍ତି।

ନୂତନ ରୂପରେ ସଜ୍ଜିତ ହେବ ପ୍ରେମ ପାହାଡ଼

ନୂତନ ରୂପରେ ସଜ୍ଜିତ ହେବ ପ୍ରେମ ପାହାଡ଼

ରାୟଗଡା ଅଫିସ୍‌, ୨୧।୧- ରାୟଗଡା ଜିଲାର ବିଭିନ୍ନ ଅଞ୍ଚଳ ଏବଂ ରାୟଗଡା ସହରର ଉପକଣ୍ଠରେ ଅନେକ ପର୍ଯ୍ୟଟନସ୍ଥଳ ରହିଛି ା ଉକ୍ତ ପର୍ଯ୍ୟଟନସ୍ଥଳିଗୁଡିକ ମଧ୍ୟରୁ ରାୟଗଡା ସହରର ଉପକଣ୍ଠରେ ରହିଛି ପ୍ରେମପାହାଡ।

ମହେନ୍ଦ୍ରତନୟା ପାଣି ନେବାକୁ ଆନ୍ଧ୍ରର ଚକ୍ରାନ୍ତ

ମହେନ୍ଦ୍ରତନୟା ପାଣି ନେବାକୁ ଆନ୍ଧ୍ରର ଚକ୍ରାନ୍ତ

ପାରଳାଖେମୁଣ୍ଡି, ୨୧।୧(ସ୍ବ.ପ୍ର.)-ପୂର୍ବରୁ ବିଭିନ୍ନ ସମୟରେ ଓଡ଼ିଶାର ବାଲି, ନଦୀ, ଜଙ୍ଗଲ ଓ ଖଣିଜ ସମ୍ପଦ ଉପରେ ଲୋଲୁପ ଦୃଷ୍ଟି ରଖିଆସିଥିବା ଆନ୍ଧ୍ର ସରକାର ଏବେ ପୁଣି ମହେନ୍ଦ୍ରତନୟା ଉପରେ ଆଖି ପକାଇଛନ୍ତି।

ଅପହରଣ ପରେ ପ୍ରଜାକୋର୍ଟରେ ୪ଜଣଙ୍କୁ ମାଡ଼ମାରି ଛାଡ଼ିଲେ ମାଓବାଦୀ

ଅପହରଣ ପରେ ପ୍ରଜାକୋର୍ଟରେ ୪ଜଣଙ୍କୁ ମାଡ଼ମାରି ଛାଡ଼ିଲେ ମାଓବାଦୀ

ମାଥିଲି,୨୧।୧(ଡି.ଏନ.ଏ.)- କିଛି ଦିନର ନିରବତା ପରେ ପୁଣି ମାଓବାଦୀ ସଂଗଠନ ସକ୍ରିୟ ହୋଇପଡିଥିବା ଜଣାପଡ଼ିଛି। ମାଓବାଦୀଙ୍କ ଅତ୍ୟାଚାରର ଶିକାର ହୋଇଥିବା ଗ୍ରାମବାସୀଙ୍କ ମଧ୍ୟରେ ଏବେ ଭୟର ବାତାବରଣ ଖେଳିଯାଇଛି।