Dharitri News
ଅନଗୁଳ-ଢେଙ୍କାନାଳ

ଜାନୁୟାରୀ ୧୪ରୁ ଜିଲା ମହୋତ୍ସବ

 ଜାନୁୟାରୀ ୧୪ରୁ ଜିଲା ମହୋତ୍ସବ ଅନୁଗୋଳ ଅଫିସ,୧୨।୧୨- ଅନୁଗୋଳ ଜିଲା ମହୋତ୍ସବ ଆସନ୍ତା ଜାନୁୟାରୀ ୧୪ରୁ ଆରମ୍ଭ ହେବ। ଏହା ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅବସରରେ ହେବାକୁ ଥିବା ପଲ୍ଲିଶ୍ରୀ ମେଳା ୫ଦିନ ଧରି ଅନୁଷ୍ଠିତ ହେବ। ମହୋତ୍ସବ ଶୁଭାରମ୍ଭ କାର୍ଯ୍ୟ ତଥା ମଶାଲ ଶୋଭାଯାତ୍ରା ଚଳିତ ମାସ ୨୨ ତାରିଖରେ ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଟିକରପଡ଼ା, ଆଠମଲ୍ଲିକର ଦେଉଳଝରୀ ଓ ପାଲଲହଡ଼ାର ଖୁଲୁଡ଼ିରୁ ଏକ ସମୟରେ ବାହାରିବ। ସଂସ୍କୃତି ପରିଷଦର ଏହି ଷଷ୍ଠ ଜିଲା ମହୋତ୍ସବକୁ ସଫଳତାର ସହ ପାଳନ ନିମନ୍ତେ ମଙ୍ଗଳବାର ଜିଲାପାଳ ଅନିଲ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ଜିଲା କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲାର ଲୋକ କଳା ଓ ସଂସ୍କୃତିକୁ ଲୋକଲୋଚନକୁ ଆଣିବା ସହ ବିଭିନ୍ନ ସରକାରୀ ଯୋଜନାର ପ୍ରଚାର ପ୍ରସାର ପାଇଁ ମହୋତ୍ସବକୁ ସଫଳତାର ସହ ଆୟୋଜନ ନିମନ୍ତେ ଜିଲାପାଳ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ଜିଲାରେ ପାଇଲଟ ପ୍ରକଳ୍ପ ବିଜୁ କନ୍ୟାରତ୍ନ ଯୋଜନାର ‘ଆମ କନ୍ୟା ଆମ ରତ୍ନ’କୁ ଜିଲା ମହୋତ୍ସବର ବାର୍ତ୍ତା କରାଯିବାକୁ ବୈଠକରେ ନିଷ୍ପତ୍ତି ହୋଇଥିଲା। ସ୍ଥାନୀୟ ଷ୍ଟାଡିୟମ ପଡ଼ିଆରେ ଏହି ମହୋତ୍ସବ ନିମନ୍ତେ ମଙ୍ଗଳବାର ବିଭିନ୍ନ ଉପକମିଟିମାନ ଗଠନ କରାଯାଇ ଦାୟିତ୍ୱ ପ୍ରଦାନ କରାଯାଇଛି। ମହୋତ୍ସବ ଉପଲକ୍ଷେ ସ୍ମରଣିକା ପାଇଁ ଲେଖା ଦେବାର ସମୟ ସୀମାକୁ ଚଳିତ ମାସ ୨୦ ତାରିଖ ପର୍ଯ୍ୟନ୍ତ ବଢ଼ାଯାଇଛି। ଚଳିତବର୍ଷ ବ୍ଲକ, ପୌରପାଳିକା ଓ ବିଜ୍ଞାପିତ ଅଞ୍ଚଳ ପରିଷଦସ୍ତରରେ ମହୋତ୍ସବ ଆୟୋଜନ କରାଯାଇ ଶ୍ରେଷ୍ଠ ବିବେଚିତ ସାଂସ୍କୃତିକ ଦଳଗୁଡ଼ିକୁ ଜିଲା ମହୋତ୍ସବକୁ ପ୍ରେରଣ କରାଯିବ। ମହୋତ୍ସବର ପ୍ରତ୍ୟେକ ସନ୍ଧ୍ୟାରେ ସଭାକାର୍ଯ୍ୟ ସହ ସାଂସ୍କୃତିକ ବିଚିତ୍ରାରେ ଜିଲା, ରାଜ୍ୟ ଓ ରାଜ୍ୟ ବାହାରର ପ୍ରତିଷ୍ଠିତ ଦଳଗୁଡ଼ିକ ଭାଗ ନେବେ। ତେଣୁ ଜିଲା ମହୋତ୍ସବକୁ ସଫଳ କରିବା ପାଇଁ ବ୍ୟାପକ ପ୍ରଚାର ଓ ପ୍ରସାର ଉପରେ ଜିଲାପାଳ ଗୁରୁତ୍ୱାରୋପ କରିଥିଲେ। କାର୍ଯ୍ୟସୂଚୀ ଅନୁଯାୟୀ, ୩ଟି ସ୍ଥାନରୁ ମଶାଲ ଆସି ହିଙ୍ଗୁଳା ପୀଠରେ ଏକତ୍ରିତ ହେବାପରେ ଶୈଳଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କରାଯାଇ ସ୍ଥାପନ କରାଯିବ। ମହୋତ୍ସବ ଦିନ ସାଂସ୍କୃତିକ ଦଳଗୁଡ଼ିକ ସହରରେ ଶୋଭାଯାତ୍ରା କରି ମଶାଲ ସହ ଉତ୍ସବ ସ୍ଥଳରେ ପହଞ୍ଚତ୍ବେ। ଉତ୍ସବକୁ ଅଧିକ ଆକର୍ଷଣୀୟ କରିବା ପାଇଁ ପତଞ୍ଜଳି ଯୋଗ ସମିତି ଦ୍ୱାରା ଦୈନିକ ଯୋଗ ଓ ପ୍ରାଣାୟମ ଶିବିର କରାଯିବ। ଚିତ୍ରକଳା ପ୍ରଦର୍ଶନୀ, କବି ଓ ଲେଖକ ସମ୍ମିଳନୀ, ଜିଲା ଉନ୍ନୟନ ପ୍ରଦର୍ଶନୀ ଅନୁଷ୍ଠିତ ହେବ। ଏହାଛଡ଼ା ବାଲୁକା କଳା ଓ ପୁସ୍ତକ ମେଳା ଉପରେ ମଣ୍ଡପ ପ୍ରତିଷ୍ଠା କରାଯିବ। ପଲ୍ଲିଶ୍ରୀ ମେଳାରେ ରାଜ୍ୟ ତଥା ରାଜ୍ୟ ବାହାରର କାରିଗରମାନେ ସେମାନଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀ ପ୍ରଦର୍ଶନ ଓ ବିକ୍ରିବଟା କରିବେ। ସେଥିପାଇଁ ୧୫୦ଟି ପ୍ରଦର୍ଶନୀ ମଣ୍ଡପ ପ୍ରତିଷ୍ଠା କରାଯିବ। ଅତିରିକ୍ତ ଜିଲାପାଳ ଶ୍ରୀନିବାସ ବେହେରା ବୈଠକର କାର୍ଯ୍ୟସୂଚୀ ଉପରେ ଆଲୋଚନା କରିଥିଲେ। ଜିଲା ସଂସ୍କୃତି ପରିଷଦର ସାଂସ୍କୃତିକ ସଂଯୋଜିକା ଡ. ଇନ୍ଦିରା ଦାସ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ। ଜିଲା ସଂସ୍କୃତି ଅଧିକାରୀ ମହେନ୍ଦ୍ର କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ବୈଠକରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ, ଉପଜିଲାପାଳ ସରୋଜକାନ୍ତ ମହାନ୍ତି, ଆଠମଲ୍ଲିକ ଉପଜିଲାପାଳ ସୁବାସ ଚନ୍ଦ୍ର ରାୟ, ଡିଏସ୍‌ପି (ଡିଆଇବି) ପ୍ରକାଶ ଚନ୍ଦ୍ର ପରିଡ଼ାଙ୍କ ସମେତ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀ, ସାଂସ୍କୃତିକ ଓ ସ୍ବେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତା, ବୁଦ୍ଧିଜୀବୀ ଓ ଜିଲା ସଂସ୍କୃତି ପରିଷଦର ସଦସ୍ୟାସଦସ୍ୟ ଯୋଗ ଦେଇଥିଲେ।

ଅନଗୁଳ-ଢେଙ୍କାନାଳ

ସ୍କୁଲ ପ୍ରତିଷ୍ଠାର ୩୩ ବର୍ଷ ପରେ ପ୍ରଥମ ସରସ୍ବତୀ ପୂଜା

ସ୍କୁଲ ପ୍ରତିଷ୍ଠାର ୩୩ ବର୍ଷ ପରେ ପ୍ରଥମ ସରସ୍ବତୀ ପୂଜା

ବଅଁରପାଳ,୨୨।୧(ଡି.ଏନ୍‌.ଏ.): ନାଲକୋ ଡିପିଏସ୍‌ ସ୍କୁଲ ପ୍ରତିଷ୍ଠା ହେବାର ୩୩ ବର୍ଷ ପରେ ସୋମବାର ପ୍ରଥମ କରି ସ୍କୁଲରେ ସରସ୍ବତୀ ପୂଜା ଆରମ୍ଭ ହୋଇଛ। ଏହି ସ୍କୁଲ ୧୯୮୪ ମସିହାରେ ପ୍ରତିଷ୍ଠା ହୋଇଥିଲେ ମଧ୍ୟ କେବେହେଲେ ଗଣେଶ ପୂଜା କିମ୍ବା ସରସ୍ବତୀ ପୂଜା ଆୟୋଜିତ ହୋଇ ନ ଥିଲା।

ଠିକା ଶ୍ରମିକଙ୍କ ବିକ୍ଷୋଭ

ଠିକା ଶ୍ରମିକଙ୍କ ବିକ୍ଷୋଭ

ବଅଁରପାଳ,୨୨।୧(ଡି.ଏନ୍‌.ଏ.): ନାଲକୋ ସ୍ମେଲ୍‌ଟର ପ୍ଲାଣ୍ଟରେ ଠିକା ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ଅର୍ଦ୍ଧ କୁଶଳୀ ଶ୍ରମିକଙ୍କୁ କୁଶଳୀ ମାନ୍ୟତା ଦାବି ନେଇ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।

ଓଲଟିଲା ଗୋରୁ ବୋଝେଇ ଟ୍ରକ: ୧ ଗୋରୁ ମୃତ

ଓଲଟିଲା ଗୋରୁ ବୋଝେଇ ଟ୍ରକ: ୧ ଗୋରୁ ମୃତ

ଭୁବନ,୨୨।୧(ଡି.ଏନ୍‌.ଏ.): ଭୁବନ ଥାନା ଅନ୍ତର୍ଗତ ନୀଳକଣ୍ଠପୁର ଗ୍ରାମ ନିକଟରେ ସୋମବାର ଏକ ଗୋରୁ ବୋଝେଇ ଟ୍ରକ ଓଲଟି ପଡ଼ିଛି। ଫଳରେ ଟ୍ରକରେ ଥିବା ଗୋଟିଏ ଗୋରୁର ମୃତ୍ୟୁ ହୋଇଥିବାବେଳେ ୩ଟି ଗୁରୁତର ଆହତ ହୋଇଛନ୍ତି।

୭ମ ରାଜ୍ୟସ୍ତରୀୟ ଫୁଟବଲ୍‌ କପ୍‌ ଉଦ୍‌ଘାଟିତ

୭ମ ରାଜ୍ୟସ୍ତରୀୟ ଫୁଟବଲ୍‌ କପ୍‌ ଉଦ୍‌ଘାଟିତ

ଅନୁଗୋଳ ଅଫିସ,୨୧।୧- ଅନୁଗୋଳ ଟାଉନ ହାଇସ୍କୁଲ ଖେଳ ପଡ଼ିଆରେ ରବିବାର ପ୍ରିନ୍ସ ଆଣ୍ଡ ପ୍ରିନ୍ସ କ୍ଲବ ତରଫରୁ ୭ମ ରାଜ୍ୟସ୍ତରୀୟ ହେମସୁରପଡ଼ା ଫୁଟବଲ କପ୍‌ ୨୦୧୮ ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟନୀ ମ୍ୟାଚ ଅନୁଗୋଳ ମା’ ବୁଢ଼ୀ ଫୁଟବଲ କ୍ଲବ ଓ ଢେଙ୍କାନାଳ ନରଣପୁର ମଧ୍ୟରେ ଅନୁଷ୍ଠିତ ହୋଇଥିଲା।

ଯୁବକଙ୍କ ମୃତଦେହ ଉଦ୍ଧାର

ଅନୁଗୋଳ ଅଫିସ,୨୧।୧- ଅନୁଗୋଳ ଥାନା ଆଙ୍କୁଲା ଗ୍ରାମର ପ୍ରଶାନ୍ତ ସାହୁଙ୍କ ଝୁଲନ୍ତା ମୃତଦେହ ରବିବାର ପୋଲିସ ଉଦ୍ଧାର କରିଛି।

ଚାନ୍ଦା ନ ଦେବାରୁ ଚାଳକଙ୍କୁ ମାଡ଼ ଅଭିଯୋଗ

ଅନୁଗୋଳ ଅଫିସ,୨୧।୧- ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ନୂଆପଡ଼ା ଗଁାରେ ରବିବାର ଏକ ଟ୍ରକ୍‌ (ନଂ. ଓଡି୧୬ସି-୬୨୯୮) ଅଟକାଇ ଗ୍ରାମର ରିତେଶ ମହାପାତ୍ରଙ୍କ ସହିତ ୧୫ ଜଣ ଯୁବକ ଚାନ୍ଦା ମାଗିବା ସହ ମାଡ଼ ମାରିଥିବା ଚାଳକ କୁଣ୍ଢେଇଗୋଳା ଥାନା ଉଟୁସିଆ ଗ୍ରାମର ବିଷ୍ଣୁଚରଣ ସାହୁ ଅଭିଯୋଗ କରିଛନ୍ତି।

୨ ବାଇକ୍‌ ଧକ୍କା, ୩ ଗୁରୁତର

ବଅଁରପାଳ,୨୧।୧(ଡି.ଏନ.ଏ.)- ୫୫ନଂ. ଜାତୀୟ ରାଜପଥର ନାଲ୍‌କୋ ଥାନା କୁଲାଡ଼ ହାଇସ୍କୁଲ ସମ୍ମୁଖରେ ରବିବାର ରାତି ୯ଟାରେ ୨ ବାଇକ୍‌ ମଧ୍ୟରେ ମୁହଁାମୁହିଁ ଧକ୍କା ହୋଇଥିଲା।

ଧାନଗଦା ଜଳିଗଲା

ଧାନଗଦା ଜଳିଗଲା

ଛେଣ୍ଡିପଦା, ୨୧ା୧(ଡି.ଏନ.ଏ.)- ଛେଣ୍ଡିପଦା ଥାନା ବରପଦା ଗ୍ରାମରେ ରବିବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟି ତ୍ରିଲୋଚନ ନାଏକଙ୍କ ଧାନଗଦା ସହ ପାଳଗଦା ଜଳିଯାଇଛି।

ଲୋକଙ୍କ ସହଯୋଗରେ ଅପରାଧ କମିବ

ଲୋକଙ୍କ ସହଯୋଗରେ ଅପରାଧ କମିବ

ବଇଣ୍ଡା,୨୧।୧(ଡି.ଏନ.ଏ.)- ଦିନକୁ ଦିନ ସମାଜରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହେଉଥିବାବେଳେ ଅପରାଧ ବଢିବାରେ ଲାଗିଛି। ତେଣୁ ଏଥିରେ ରୋକ ଲଗାଇବା ଦିଗରେ ପୋଲିସ ପ୍ରଶାସନ ସର୍ବଦା ସଜାଗ ରହିବା ଆବଶ୍ୟକ। ଏଥିସହ ପୋଲିସ ସହ ଜନତାଙ୍କ ମଧ୍ୟରେ ଭଲ ସମ୍ପର୍କ ରହିଲେ ଲୋକଙ୍କ ସହଯୋଗରେ ଅପରାଧ ବହୁ ପରିମାଣରେ କମିପାରିବ ବୋଲି ରବିବାର କିଶୋରନଗର ବ୍ଲକ ନାକିଚି ଗ୍ରାମରେ ହଣ୍ଡପା ପୋଲିସ ପକ୍ଷରୁ ଅନୁଷ୍ଠିତ ଆମ ପୋଲିସ ସମିତି ବୈଠକରେ ମତ ପ୍ରକାଶ ପାଇଛି।

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ

ଭୁବନ, ୨୧ା୧(ଡି.ଏନ୍‌.ଏ.)-ଭୁବନ ଥାନା ନୀଳକଣ୍ଠପୁର ଛକରେ ଶନିବାର ରାତିରେ ଟ୍ରାକ୍ଟର ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।

ଜାଡ଼ରେ ଥରିଲେ ୧୪ ଚକ୍ଷୁ ରୋଗୀ

ଜାଡ଼ରେ ଥରିଲେ ୧୪ ଚକ୍ଷୁ ରୋଗୀ

ଢେଙ୍କାନାଳ ଅଫିସ, ୨୧ା୧-ଢେଙ୍କାନାଳ ଦକ୍ଷିଣକାଳୀ ରୋଡସ୍ଥିତ କଳିଙ୍ଗ ଘରୋଇ ଚକ୍ଷୁ ଚିକିତ୍ସାଳୟ କର୍ତ୍ତୃପକ୍ଷଙ୍କ ମନମୁଖୀ କାର୍ଯ୍ୟ ପାଇଁ କଟକ ଜିଲା ଆଠଗଡ଼ ଉପଖଣ୍ଡ ଅଞ୍ଚଳରୁ ଆସିଥିବା ୧୪ ରୋଗୀ ରବିବାର ହୀନସ୍ତା ହୋଇଛନ୍ତି। ବିନା ରହିବା ବ୍ୟବସ୍ଥାରେ ସେମାନଙ୍କୁ ଅଣାଯାଇଥିଲା। ଫଳରେ ରାତିରେ ପ୍ରବଳ ଜାଡ଼ରେ ଥରିଥରି ସେମାନଙ୍କୁ ନିରାଶରେ ଘରକୁ ଫେରିବାକୁ ପଡ଼ିଛି।

ପ୍ରଶାସନ, ପୋଲିସର ମିଳିତ ଚଢ଼ାଉ: ସିଲ୍‌ ହେଲା ନର୍ସିଂ ହୋମ୍‌

ପ୍ରଶାସନ, ପୋଲିସର ମିଳିତ ଚଢ଼ାଉ: ସିଲ୍‌ ହେଲା ନର୍ସିଂ ହୋମ୍‌

ଢେଙ୍କାନାଳ ଅଫିସ, ୨୧ା୧-ଢେଙ୍କନାଳ ସହରସ୍ଥିତ ବିଭିନ୍ନ ନର୍ସିଂହୋମ୍‌ରେ ରବିବାର ପୋଲିସ ଏବଂ ପ୍ରଶାସନ ପକ୍ଷରୁ ମିଳିତ ଚଢ଼ାଉ କରାଯାଇଛି।