Dharitri News
ରାୟଗଡା

ଅଜଣା ରୋଗ ଆତଙ୍କ, ୨ ଦିନରେ ୩ ମୃତ

ଅଜଣା ରୋଗ ଆତଙ୍କ, ୨ ଦିନରେ ୩ ମୃତ ଦଶମନ୍ତପୁର, ୧୨।୧୨ (ଡି.ଏନ୍‌.ଏ.)- କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଗିର୍ଲିଗୁମ୍ମା ପଞ୍ଚାୟତର ରହିଆମ୍ବ ଗ୍ରାମରେ ଗତ ୨ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଗ୍ରାମବାସୀଙ୍କ କହିବାନୁସାରେ ଏହି ରୋଗରେ ଆକ୍ରାନ୍ତ ହେଲେ କିଛି ସମୟ ମଧ୍ୟରେ ଜ୍ୱର ହେଉଛି। ପରେ ପୀଡିତ ବ୍ୟକ୍ତିଙ୍କ ହଠାତ୍‌ ମୃତ୍ୟୁ ହେଉଛି । ରାଧାକୃଷ୍ଣ ଆଦିବାସୀ ମହାବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଛାତ୍ରୀ ରୁତ ଖୋରାଙ୍କୁ ଗତ ଶନିବାର ରାତିରେ ଅଳ୍ପ ଜ୍ୱର ହୋଇଥିଲା। ପରେ ହଠାତ୍‌ ତାଙ୍କର ମୃତ୍ୟୁ ହୋଇଥିଲା। ସେହିପରି ମଙ୍ଗଳବାର ସାବିନା ବାଘ ଓ ମଙ୍ଗଳୁ ବେନ୍ୟାଙ୍କୁ ଜ୍ୱର ହୋଇଥିଲା। ଜ୍ୱର ହେବାର କିଛି ସମୟ ପରେ ଉଭୟଙ୍କର ମୃତ୍ୟୁ ହୋଇଥିଲା। ଏନେଇ ସମ୍ପୃକ୍ତ ଗ୍ରାମ ଓ ପଞ୍ଚାୟତରେ ଏପରି ଅଜଣା ରୋଗ ନେଇ ଭୟର ବାତାବରଣ ଖେଳିଯାଇଛି। ଆମ ଗ୍ରାମରେ ଏଭଳି କେବେ ବି ହୋଇ ନ ଥିଲା। ଏହା ଅଜଣା ରୋଗ ବୋଲି ଗ୍ରାମର ରମେଶ ଖୋସ୍ଲା, ପବିତ୍ର ଟାକ୍ରି, ଈଶ୍ୱର ଦାନ ଖରା, ଗଗନ ବାଘ, ପ୍ରେମାନନ୍ଦ ବାଘ, ହିରଦ୍‌ ବାଘଙ୍କ ସମେତ ମୃତକଙ୍କ ପରିବାର ଲୋକେ କହିଛନ୍ତି। ଏହିପରି ସ୍ଥଳେ ସ୍ଥାନୀୟ ଚିକିତ୍ସାଳୟ ଅଧିକାରୀଙ୍କୁ ବହୁବାର ଯୋଗାଯୋଗ କରିଥିଲୁ ମାତ୍ର କୌଣସି ପଦକ୍ଷେପ ନିଆଯାଇନାହିଁ ବୋଲି ସେମାନେ ପ୍ରକାଶ କରିଛନ୍ତି। ବ୍ଲକଠାରୁ ଅତି ନିକଟରେ ଥିବା ଏହି ରହିଆମ୍ବ ଗ୍ରାମକୁ ଯାତାୟାତ ପାଇଁ ଭଲ ରାସ୍ତାଟିଏ ନ ଥିବାରୁ ବ୍ଲକ ପ୍ରଶାସନ ଏବଂ ଜିଲା ପ୍ରଶାସନର କୌଣସି ଅଧିକାରୀଙ୍କ ପାଦ ଏହି ଗ୍ରାମରେ ପଡିନାହିଁ। ରାସ୍ତା ଯୋଗୁ ୧୦୮ ଆମ୍ବୁଲାନ୍ସ ମଧ୍ୟ ଆବଶ୍ୟକ ସମୟରେ ଗ୍ରାମକୁ ଆସିପାରୁନାହିଁ। ଗ୍ରାମର ୩ ଜଣଙ୍କ ମୃତ୍ୟୁକୁ ନେଇ ଦଶମନ୍ତପୁର ସ୍ବାସ୍ଥ୍ୟ ଅଧିକାରୀ ଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ତାଙ୍କ ମୋବାଇଲ ଫୋନ ସୁଇଚ ଅପ୍‌ ଥିବାରୁ ତାଙ୍କର କୌଣସ ପ୍ରତିକ୍ରିୟା ମିଳିନାହିଁ ା ଜିଲା ସ୍ବାସ୍ଥ୍ୟ ଅଧିକାରୀ ଲଳିତ କୁମାର ରଥଙ୍କୁ ଏନେଇ ଜଣାଇବାରୁ ସେ ଖୁବ୍‌ ଶୀଘ୍ର ଏକ ସ୍ବାସ୍ଥ୍ୟ ଟିମ୍‌ ପଠାଇ ସ୍ଥିତି ଅନୁଧ୍ୟାନ କରାଯିବ ବୋଲି କହିଥିଲେ।

ରାୟଗଡା

ଟ୍ରେନ୍‌ ଆଗକୁ ଡେଇଁ ଜୀବନ ହାରିଲେ ପୂର୍ତ୍ତ ବିଭାଗ କର୍ମଚାରୀ

ରାୟଗଡା ଅଫିସ, ୧୭।୧- ଗୋଟିଏ ଦିନ ତଳୁ ନିଖୋଜ ଥିବା ପୂର୍ତ୍ତ ବିଭାଗର ଜଣେ କର୍ମଚାରୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ବୁଧବାର ସକାଳେ ରାୟଗଡ଼ା ଷ୍ଟେଶନ ନିକଟରୁ ମିଳିଛି । ସେ ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି । ମୃତକ ଜଣକ ହେଲେ ରାୟଗଡ ସହରସ୍ଥିତ ପିଡବ୍ଲ୍ୟୁଡି କଲୋନୀର ବାସିନ୍ଦା ସତ୍ୟ ନାରାୟଣ ବିଶୋଇ (୫୭) ।

ଜୟପୁର ପୌରପାଳିକରେ ଜାଲ ଟିଡିଆର: ଠିକାଦାର ଗୀତାଞ୍ଜଳି ଗିରଫ

ଜୟପୁର,୧୭। ୧ (ନି .ପ୍ର.)- କୋରାପୁଟ ଜିଲା ଜୟପୁର ପୌରପାଳିକାରେ ଜାଲ ଟିଡିଆର ଦାଖଲ କରିଥିବା ମାମଲାରେ ଜଡିତ ଥିବା ଠିକାଦାର ଗୀତାଞ୍ଜଳି ନାୟକ (୪୦)ଙ୍କୁ ଟାଉନ ଥାନା ପୋଲିସ ପୁରୀ ଜିଲା ନିମାପଡା ଅଞ୍ଚଳରୁ ଗିରଫ କରିଛି ।

ନାଗାବଳୀରେ  ମାଆ, ପୁଅ, ଝିଅ ବୁଡିବା ଘଟଣା: ନିଖୋଜ ଅଖିଳଙ୍କ ମୃତଦେହ ଉଦ୍ଧାର

ନାଗାବଳୀରେ ମାଆ, ପୁଅ, ଝିଅ ବୁଡିବା ଘଟଣା: ନିଖୋଜ ଅଖିଳଙ୍କ ମୃତଦେହ ଉଦ୍ଧାର

ରାୟଗଡା ଅଫିସ୍‌, ୧୭।୧- ମଙ୍ଗଳବାର ନାଗାବଳୀ ନଦୀରେ ଆନ୍ଧ୍ରର ପାର୍ବତୀପୁରମ୍‌ ଅଞ୍ଚଳର ଗୋଟିଏ ପରିବାରର ତିନିଜଣ ବୁଡି ଯାଇଥିଲେ । ସେଥିରେ ମା’ ଜେ.ଶାନ୍ତି ଙ୍କ ମୃତ୍ୟୁ ହୋଇଯାଇଥିବା ବେଳେ ଛଅ ବର୍ଷର ଝିଅ ଜେ.ଇନ୍ଦୁଙ୍କୁ ଗୁରୁତର ଅବସ୍ଥାରେ ପୋଲିସ ଓ ଅଗ୍ନିଶମ ବିଭାଗ ଉଦ୍ଧାର କରିଥିଲା । ପୁଅ ଜେ. ଅଖିଳ ନିଖୋଜ ଥିଲେ । ବୁଧବାର ତାଙ୍କ ମୃତଦେହ ପୋଲିସ ଓ ଅଗ୍ନିଶମ ବିଭାଗ ଉଦ୍ଧାର କରିଛି ।

ନାଗାବଳୀ ନଦୀରେ ବୁଡ଼ି ମାଆ ମୃତ: ଝିଅ ଗୁରୁତର,ପୁଅ ନିଖୋଜ

ନାଗାବଳୀ ନଦୀରେ ବୁଡ଼ି ମାଆ ମୃତ: ଝିଅ ଗୁରୁତର,ପୁଅ ନିଖୋଜ

ରାୟଗଡା ଅଫିସ୍‌, ୧୬।୧- ରାୟଗଡା ସହରର ଚେକାଗୁଡା ନିକଟ ନାଗାବଳୀ ନଦୀରେ ମଙ୍ଗଳବାର ଗୋଟିଏ ପରିବାରର ମାଆ,ଝିଅ ଓ ପୁଅ ଭାସିଯାଇଛନ୍ତି । ଖବରପାଇ ରାୟଗଡା ପୋଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ ମାଆ ଓ ଝିଅକୁ ଉଦ୍ଧାର କରିଥିଲେ । ହେଲେ ସେତେବେଳକୁ ମାଆଙ୍କ ମୃତ୍ୟୁ ହୋଇଯାଇଥିଲା । ଝିଅ ଗୁରୁତର ଅଛି । ପୁଅର କୌଣସି ପତ୍ତା ମିଳି ନାହିଁ ।

ଲୁଲେର ଜଙ୍ଗଲରେ ଗୁଳି ବିନିମୟ:ରୋଲର ପୋଡ଼ି ଫେରିବା ବେଳେ ପୋଲିସ ହାବୁଡ଼ରେ ପଡ଼ିଲେ ମାଓବାଦୀ

ଲୁଲେର ଜଙ୍ଗଲରେ ଗୁଳି ବିନିମୟ:ରୋଲର ପୋଡ଼ି ଫେରିବା ବେଳେ ପୋଲିସ ହାବୁଡ଼ରେ ପଡ଼ିଲେ ମାଓବାଦୀ

ମାଲକାନଗିରି/ମାଥିଲି,୧୬।୧(ଡି.ଏନ୍‌.ଏ.) ମାଲକାନଗିରି ଜିଲା ମାଥିଲି ଥାନା ଲୁଲେର ଗ୍ରାମରେ ମଙ୍ଗଳବାର ମାଓବାଦୀମାନେ ରାସ୍ତାକାମରେ ନିୟୋଜିତ ରୋଲରକୁ ପୋଡ଼ି ଦେଇଛନ୍ତି। ସେଠାରୁ ଫେରିବାବେଳେ ପୋଲିସ ସହ ସାମ୍ନାସାମ୍ନି ହେବାରୁ ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି।

ଋଣ ନାଁରେ ୫୦ ଲକ୍ଷର ଜାଲିଆତି:ଚାଷୀଙ୍କ ପରେ ଏସ୍‌ଏଚ୍‌ଜି ଠକେଇର ଶିକାର

ଋଣ ନାଁରେ ୫୦ ଲକ୍ଷର ଜାଲିଆତି:ଚାଷୀଙ୍କ ପରେ ଏସ୍‌ଏଚ୍‌ଜି ଠକେଇର ଶିକାର

ମାଲକାନଗିରି,୧୬।୧(ଡି.ଏନ୍‌.ଏ.) ଆଦିବାସୀ ଅଧ୍ୟୁଷିତ ମାଲକାନଗିରି ଜିଲାରେ ପ୍ରଥମେ ଚାଷୀଙ୍କ ପରେ ଏବେ ସ୍ବୟଂ ସହାୟକ ଗୋଷ୍ଠୀଙ୍କ ପାଇଁ ଋଣ ନାଁରେ ଆର୍ଥତ୍କ ଜାଲିଆତି ଅଭିଯୋଗ ହୋଇଛି। ଜିଲାର ପ୍ରାୟ ୧୨ଟି ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଋଣ କରାଇଦେଇ ପ୍ରାୟ ୫୦ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ଜଣାପଡ଼ିଛି। କେତେକ ସ୍ବାର୍ଥନ୍ବେଷୀ ବ୍ୟାଙ୍କ କର୍ମଚାରୀ ଓ ଦଲାଲଙ୍କ ଭିତରେ ମଧୁଚନ୍ଦ୍ରିକା ଏଭଳି ଜାଲିଆତିକୁ ରୂପ ଦେଇଛି। ମାଲକାନଗିରି ସଦର ବ୍ଲକ ମାଉଲିଗୁଡ଼ାର ଜୟ ହନୁମାନ ସ୍ବୟଂ ସହାୟକ ଗୋଷ୍ଠୀ ଏହି ଅଭିଯୋଗ ଆଣିଛି।

ପୋଲିସ- ଜନତା ମଧ୍ୟରେ ଭୟ ଦୂର କରିବାକୁ ପ୍ରୟାସ

ପୋଲିସ- ଜନତା ମଧ୍ୟରେ ଭୟ ଦୂର କରିବାକୁ ପ୍ରୟାସ

ଝରିଗାଁ,୧୬।୧(ସ୍ବ.ପ୍ର.)- ଝରିଗାଁ ସଦରଠାରେ ରାଜ୍ୟ ପୋଲିସ ହାଉସିଙ୍ଗ ବୋର୍ଡ ଦ୍ୱାରା ୨କୋଟି ୫ଲକ୍ଷ ଟଙ୍କା ଅଟକଳ ମୂଲ୍ୟରେ ନିର୍ମାଣ ହୋଇଥିବା ନୂତନ ପୋଲିସ କାର୍ଯ୍ୟାଳୟ ଗୃହର ମଙ୍ଗଳବାର ଉଦ୍‌ଘାଟନ ହୋଇଛି।

ଆମ୍ବୁଲାନ୍ସରୁ ୧୬୦ଲିଟର ମଦ ଜବତ

ଆମ୍ବୁଲାନ୍ସରୁ ୧୬୦ଲିଟର ମଦ ଜବତ

ପାପଡ଼ାହାଣ୍ଡି,୧୬।୧(ଡି.ଏନ.ଏ.)- ପାପଡ଼ାହାଣ୍ଡି ସଦରରେ ଏକ ୧୦୨ ଆମ୍ବୁଲାନ୍ସରୁ ମଦ ଚାଲାଣବେଳେ ଧରାପଡ଼ି ଡ୍ରାଇଭର ଗିରଫ। ଗିରଫ ଡ୍ରାଇଭର ଜଣଙ୍କ ହେଲେ ଟୁଟୁ ହରିଜନ।

ଫେସବୁକ୍‌ରେ ହିନ୍ଦୁ ଓ ବ୍ରାହ୍ମଣ ବିରୋଧୀ ମନ୍ତବ୍ୟ ଘଟଣା: ୧୨ ଘଣ୍ଟିଆ ଡାବୁଗଁ। ବନ୍ଦ

ଫେସବୁକ୍‌ରେ ହିନ୍ଦୁ ଓ ବ୍ରାହ୍ମଣ ବିରୋଧୀ ମନ୍ତବ୍ୟ ଘଟଣା: ୧୨ ଘଣ୍ଟିଆ ଡାବୁଗଁ। ବନ୍ଦ

ଡାବୁଗାଁ,୧୬।୧(ଡି.ଏନ.ଏ.)-ଜଣେ ଯୁବକ ନିଜ ଫେସବୁକରେ ହିନ୍ଦୁ ଓ ବ୍ରାହ୍ମଣ ବିରୋଧୀ ମନ୍ତବ୍ୟ ଦେବା ଘଟଣାକୁ ନେଇ ମଙ୍ଗଳବାର ଡାବୁଗାଁ ବ୍ଲକ ସଦରଠାରେ ବନ୍ଦ ପାଳନ କରାଯାଇଛି।

୩ ଜିଲାପାଳଙ୍କ ବଦଳି

କୋରାପୁଟ,୧୬।୧(ସ୍ବ.ପ୍ର.)-କୋରାପୁଟ ଜିଲାପାଳ ଅନୁପମ ଶାହାଙ୍କ ମଙ୍ଗଳବାର ଗଜପତି ଜିଲାକୁ ବଦଳି ହୋଇଥିବାବେଳେ ମାଲକାନଗିରି ଜିଲାପାଳ କେ.ଚକ୍ରବର୍ତ୍ତିଙ୍କୁ କୋରାପୁଟ ଜିଲାକୁ ବଦଳି କରାଯାଇଛି।

ବାଇକ୍‌କୁ ପିଟିଲା ବସ୍‌, ୧ ଗୁରୁତର

ବାଇକ୍‌କୁ ପିଟିଲା ବସ୍‌, ୧ ଗୁରୁତର

ନବରଙ୍ଗପୁର,୧୬।୧(ବି.ପ୍ର.)-ନବରଙ୍ଗପୁର ୨୬ନଂ ଜାତୀୟ ରାଜପଥ ଏସ୍‌ବିଆଇ ବଜାର ବ୍ରାଞ୍ଚ ସମ୍ମୁଖରେ ବସ୍‌ ଏବଂ ମୋଟର ସାଇକେଲ୍‌ ମଧ୍ୟରେ ଦୁର୍ଘଟଣା। ଏଥିରେ ମୋଟରସାଇକେଲ୍‌ ଆରୋହୀ ଗୁରୁତର ଥିବା ଜଣାପଡ଼ିଛି।

କୋଟିଆ ବିବାଦ: ସ୍ଥିତି ଅନୁଧ୍ୟାନ କଲା କଂଗ୍ରେସ ଟିମ୍‌

କୋରାପୁଟ,୧୬।୧(ସ୍ବ.ପ୍ର.)-ଆନ୍ଧ୍ର-ଓଡ଼ିଶା ସୀମାନ୍ତ ପଟାଙ୍ଗି ବ୍ଲକ୍‌ର ବିବାଦୀୟ କୋଟିଆ ଗ୍ରାମ ପଞ୍ଚାୟତକୁ ମଙ୍ଗଳବାର ସ୍ଥିତି ଅନୁଧ୍ୟାନ ପାଇଁ କଂଗ୍ରେସର ଏକ ଟିମ୍‌ ଗସ୍ତ କରିଛି।