ରାଜ୍ୟ |

ଦ୍ରୁତଗତିରେ ପରିବର୍ତ୍ତନ ହେଉଛି ବିଜ୍ଞାନ: ମୁଖ୍ୟମନ୍ତ୍ରୀ

ଦ୍ରୁତଗତିରେ ପରିବର୍ତ୍ତନ ହେଉଛି ବିଜ୍ଞାନ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୩।୧୨(ବ୍ୟୁରୋ)- ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ସମାଜକୁ ଦ୍ରୁତଗତିରେ ପରିବର୍ତ୍ତିତ କରୁଛି। ନୂତନ ଜ୍ଞାନକୌଶଳ ଆମକୁ ଆଗକୁ ବଢିବାରେ ସାହାଯ୍ୟ କରୁଛି। ତେଣୁ ବର୍ତ୍ତମାନ ସମୟରେ ବିଜ୍ଞାନ କ୍ଷେତ୍ରରେ ଆଗରେ ରହିବା ଏକାନ୍ତ ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଟାଟା ଷ୍ଟିଲ ଓ ପଠାଣି ସାମନ୍ତ ପ୍ଲାନେଟାରିୟମ୍‌ର ମିଳିତ ଉଦ୍ୟମରେ ବୁଧବାର ପ୍ଲାନେଟାରିୟମ୍‌ ପରିସରରେ ଆୟୋଜିତ ଏକାଦଶ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ ପ୍ରତିଯୋଗିତାରେ ମୁଖ୍ୟଅତିଥିଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି। ଛାତ୍ରୀଛାତ୍ରଙ୍କୁ ସେମାନଙ୍କ ପ୍ରତିଭା ଚହ୍ନିଟ ଓ ବିକାଶ ପାଇଁ ଏହି କାର୍ଯ୍ୟକ୍ରମ ଉପଯୁକ୍ତ ମଞ୍ଚ ପ୍ରଦାନ କରୁଛି। ଏହାସହ ଓଡ଼ିଶାର ବିକାଶରେ ଯୋଗଦାନ କରିବା ଭଳି ଏକ ବିଦ୍ୱାନ ଗୋଷ୍ଠୀ ସୃଷ୍ଟି କରିବାରେ ସହଯୋଗ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଅବସରରେ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ ୨୦୧୭-୧୮ର ଶ୍ରେଷ୍ଠ ୨୦ ଯୁବ ଜ୍ୟୋତିର୍ବିଜ୍ଞାନୀଙ୍କୁ ମୁଖ୍ୟମନ୍ତ୍ରୀ ସମ୍ମାନିତ କରିଥିଲେ। ଏହାସହ ମହାକାଶଯାନ ଡିଜାଇନର ଓ ମହାକାଶ ଉଦ୍ୟୋଗୀ ଡ. ସୁସ୍ମିତା ମହାନ୍ତିଙ୍କୁ ମୁଖ୍ୟମନ୍ତ୍ରୀ ସମ୍ମାନିତ କରିଥିଲେ। କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥିଭାବେ ବିଦ୍ୟାଳୟ ଓ ଗଣଶିକ୍ଷା, ବିଜ୍ଞାନ ଓ ବୈଷୟିକ ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ଯୋଗଦେଇ କହିଲେ, ରାଜ୍ୟ ସରକାର ଓଡ଼ିଶାର ଅଧିକରୁ ଅଧିକ ଯୁବବର୍ଗଙ୍କୁ ବିଭିନ୍ନ କ୍ଷେତ୍ରରେ ଅଗ୍ରଣୀ ଭୂମିକାରେ ଦେଖିବାକୁ ଚାହଁୁଛନ୍ତି। ଏଥିପାଇଁ ସ୍କୁଲ୍‌ ଓ କଲେଜସ୍ତରରେ ବିଜ୍ଞାନ, କ୍ରୀଡ଼ା ଓ ବିଭିନ୍ନ ଶିକ୍ଷାଭିତ୍ତିକ କାର୍ଯ୍ୟକ୍ରମରେ ପିଲାଙ୍କୁ ପ୍ରୋତ୍ସାହାନ ଦିଆଯାଉଛି। ଅନ୍ୟତମ ଅତିଥିଭାବେ ଟାଟା ଷ୍ଟିଲର ପରିଚାଳନା ନିର୍ଦ୍ଦେଶକ ଟି. ଭି. ନରେନ୍ଦ୍ରନ୍‌ ଯୋଗଦେଇ ବିଜେତାମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେ କହିଥିଲେ, ଓଡ଼ିଶାର ବିଦ୍ୟାଳୟ ଓ ମହାବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ପାଇଁ ଟାଟାଷ୍ଟିଲ୍‌ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରୁଛି। ଯାହାକି ସେମାନଙ୍କୁ ନିଜର ଭାବନା ଓ କଳ୍ପନାର ପରିପ୍ରକାଶ ସହିତ ଜ୍ଞାନ ବାଣ୍ଟିବାର ସୁଯୋଗ ଦେଉଛି। ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱର ଏମ୍‌ପି ପ୍ରସନ୍ନ ପାଟଶାଣୀ, ବିଜ୍ଞାନ ଓ ବୈଷୟିକ ବିଭାଗ ସଚିବ ନିକୁଞ୍ଜ ବିହାରୀ ଧଳ, ଟାଟା ଷ୍ଟିଲ ଗୋପାଳପୁର ପ୍ରକଳ୍ପ ଓ ଟାଟା ଷ୍ଟିଲ ସ୍ବତନ୍ତ୍ର ଅର୍ଥନୈତିକ କ୍ଷେତ୍ରର ପରିଚାଳନା ନିର୍ଦ୍ଦେଶକ ଅରୁଣ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ରାଜ୍ୟରୁ ୨୦ ଶ୍ରେଷ୍ଠ ଯୁବ ମହାକାଶ ବିଜ୍ଞାନୀ ଚୟନ ପାଇଁ ଗତ ୪ମାସ ଧରି ଚାଲିଥିବା ଏହି ପ୍ରତିଯୋଗିତାରେ ଓଡ଼ିଶାର ୩୦ଟି ଜିଲାର ୩୦୦ ବିଦ୍ୟାଳୟରୁ ପ୍ରାୟ ୩୨,୦୦୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଶ୍ରେଷ୍ଠ ୨୦ ପ୍ରତିଯୋଗୀଙ୍କୁ ଆଗାମୀ ଦିନରେ ମହାକାଶ ଗବେଷଣା କେନ୍ଦ୍ର(ଇସ୍ରୋ)ର ଯେକୌଣସି ଗବେଷଣା ସଂସ୍ଥାକୁ ପରିଦର୍ଶନରେ ନିଆଯିବ। ଏହି ଅବସରରେ ଭୁବନେଶ୍ୱରସ୍ଥିତ ପଠାଣି ସାମନ୍ତ ପ୍ଲାନେଟାରିୟମ୍‌ରେ ନ୍ୟୁକ୍ଲିୟର ପାୱାର କର୍ପୋରେଶନ୍‌ ଅଫ୍‌ ଇଣ୍ଡିଆ ଲିମିଟେଡ୍‌(ଏଫ୍‌ପିସିଆଇଏଲ୍‌) ତରଫରୁ ଏକ ୨ ଦିନିଆ ସୂଚନାତ୍ମକ ପ୍ରଦର୍ଶନୀର ଆୟୋଜନ କରାଯାଇଛି। ଏହି ପ୍ରଦର୍ଶନୀ ୧୩ ଓ ୧୪ ତାରିଖ ଦୁଇଦିନ ଧରି ଚାଲିବ।
All Right Reserved By

ରାଜ୍ୟ |

ନଦୀବାଲିରୁ ନିଖୋଜ ବାଳକର ମୁଣ୍ଡ ଗଣ୍ଡି ଅଲଗା ମୃତଦେହ ଉଦ୍ଧାର: ବଳି ଚର୍ଚ୍ଚା ଜୋର ଧରିଲା

ନଦୀବାଲିରୁ ନିଖୋଜ ବାଳକର ମୁଣ୍ଡ ଗଣ୍ଡି ଅଲଗା ମୃତଦେହ ଉଦ୍ଧାର: ବଳି ଚର୍ଚ୍ଚା ଜୋର ଧରିଲା

ବଲାଙ୍ଗୀର ଅଫିସ/ବଙ୍ଗୋମୁଣ୍ଡା, ୧୬ା୧୦(ଡି.ଏନ୍‌.ଏ.): ତିନିଧରି ନିଖୋଜ ଥିବା ଜଣେ ୯ ବର୍ଷର ବାଳକଙ୍କ ମୁଣ୍ଡ ଗଣ୍ଡି ଅଲଗା ଥିବା ମୃତଦେହ ଉନ୍ଦେର ନଦୀ ବାଲିରେ ଅଧା ପୋତା ଅବସ୍ଥାରେ ମଙ୍ଗଳବାର ଉଦ୍ଧାର ହୋଇଛି ।  ଟିଟିଲାଗଡ ଏସଡିପିଓଙ୍କ ଉପସ୍ଥିତିରେ ସିନ୍ଧେକେଲା ପୋଲିସ ଟିମ୍‌ ଉକ୍ତ ମୃତଦେହକୁ ଉଦ୍ଧାର କଲାପରେ ବ୍ୟବଚ୍ଛେଦ ପାଇଁ ପଠାଇଛି ।

ବିନା ସଂଯୋଗରେ ବିଦ୍ୟୁତ୍‌ ବିଲ:  କାର୍ଯ୍ୟାଳୟରେ ପ୍ରତିବାଦ କଲେ ଉପଭୋକ୍ତା

ବିନା ସଂଯୋଗରେ ବିଦ୍ୟୁତ୍‌ ବିଲ: କାର୍ଯ୍ୟାଳୟରେ ପ୍ରତିବାଦ କଲେ ଉପଭୋକ୍ତା

ପରଜଙ୍ଗ, ୧୬।୧୦(ଡି.ଏନ.ଏ.)-ଘରକୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇନି। ଅଥଚ ଆସିଛି ବିଲ୍‌। ଏହାର ପ୍ରତିବାଦ କରିଛନ୍ତି ପରଜଙ୍ଗ ବ୍ଲକ ଜୟପୁରାକାଟେଣୀ ପଞ୍ଚାୟତ ଅଧୀନ ଶୁଣ୍ଢିକାଟେଣୀ ଗ୍ରାମରେ ୩୦ରୁ ଊର୍ଦ୍ଧ୍ୱ ଉପଭୋକ୍ତା। ତୁରନ୍ତ ବିଦ୍ୟୁତ୍‌ ସଂଯୋଗ ପ୍ରଦାନ ଏବଂ ବିଲ୍‌ ସଂଶୋଧନ କରିବାକୁ ସମ୍ପୃକ୍ତ ଉପଭୋକ୍ତାମାନେ ମଙ୍ଗଳବାର ବିଭାଗୀୟ କାର୍ଯ୍ୟାଳୟ ଆଗରେ ପ୍ରତିବାଦ କରିଥିଲେ।

ଖୋର୍ଦ୍ଧାରେ ପାର୍ବଣର ମହକ: ଶୋଭା ପାଉଛି ୯ ମେଢ

ଖୋର୍ଦ୍ଧାରେ ପାର୍ବଣର ମହକ: ଶୋଭା ପାଉଛି ୯ ମେଢ

ଖୋର୍ଦ୍ଧା ଅଫିସ,୧୬।୧୦: ପାର୍ବଣର ମହକରେ ମହକି ଉଠିଛି ଖୋର୍ଦ୍ଧା ସହର। ସହରର କଣ୍ଟାବଜାର ଦୁର୍ଗା ପୂଜା କମିଟି, ଦୁର୍ଗାମାଧବ ପୂଜା କମିଟି, ପୁରୁଣା ଫାୟାର ଷ୍ଟେଶନ, ଇଗଲ କ୍ଲବ ପୂଜା କମିଟି, ଗୁରୁଜଙ୍ଗ  ଦୁର୍ଗାପୂଜା କମିଟି ପକ୍ଷରୁ ମା’ ଦୁର୍ଗାଙ୍କୁ ପୂଜା କରାଯାଉଛି। ସହରର ବାକି ୪ ଟି ମଣ୍ଡପ ଖୋର୍ଦ୍ଧା ଦୁଲଣାଛକ, ମାଛ ମାର୍କେଟ, ଟାଉନ ହଲ ନିକଟ ଓ ରାଜସ୍ବ ଡାକ ବଙ୍ଗଳା ରାସ୍ତାର ୪୦୭ ଟ୍ରକ ପାର୍କିଂ ଛକରେ ହର ପାର୍ବତୀଙ୍କ ପୂଜା ଅନୁଷ୍ଠିତ ହେଉଛି। 

ବ୍ରାହ୍ମଣୀ ନଦୀରେ ବୁଡ଼ି ବୃଦ୍ଧ ନିଖୋଜ

ବ୍ରାହ୍ମଣୀ ନଦୀରେ ବୁଡ଼ି ବୃଦ୍ଧ ନିଖୋଜ

ଯାଜପୁର ଅଫିସ, ୧୬।୧୦: ଯାଜପୁର ଜିଲା ବରୀ ବ୍ଲକ ଅନ୍ତର୍ଗତ ରାମଚନ୍ଦ୍ରପୁର ଦୁର୍ଗା ପଡ଼ିଆ ନିକଟ ବ୍ରାହ୍ମଣୀ ନଦୀରେ ମଙ୍ଗଳବାର ପୂର୍ବାହ୍ନରେ ଗାଧୋଇବାକୁ ଯାଇ ଜଣେ ବୃଦ୍ଧ ନିଖୋଜ ହୋଇଯାଇଛନ୍ତି। ସେ ହେଲେ ଦଶରଥ ଜେନା(୬୫)। ଯାଜପୁର ଓଡ୍ରାଫ ଟିମ୍‌ ଓ ବରୀ ଅଗ୍ନିଶମ ବିଭାଗ ପକ୍ଷରୁ ଖୋଜାଖୋଜି ଚାଲିଛି। 

କଣ୍ଟାପଡାର ୩୧ ମଣ୍ଡପରେ ପୂଜା ପାଉଛନ୍ତି ହରପାର୍ବତୀ, ମା’ଦୁର୍ଗା

କଣ୍ଟାପଡାର ୩୧ ମଣ୍ଡପରେ ପୂଜା ପାଉଛନ୍ତି ହରପାର୍ବତୀ, ମା’ଦୁର୍ଗା

କଣ୍ଟାପଡା,୧୬।୧୦(ଡି.ଏନ୍‌.ଏ.): କଟକ ଜିଲା କଣ୍ଟାପଡା ବ୍ଲକରେ ଚଳିତ ଶାରଦୀୟ ଦୁର୍ଗାପୂଜା ଅବସରରେ ୩୧ ମଣ୍ଡପରେ ହରପାର୍ବତୀ ଓ ମା’ଦୁର୍ଗାଙ୍କ ମୃଣୟୀ ମୂର୍ତ୍ତି ପୂଜା ପାଉଛନ୍ତି। 

ମା’ ମଙ୍ଗଳାଙ୍କ ମନ୍ଦିରରେ ମହାଷ୍ଟମୀ ପୂଜା ପାଳିତ

ମା’ ମଙ୍ଗଳାଙ୍କ ମନ୍ଦିରରେ ମହାଷ୍ଟମୀ ପୂଜା ପାଳିତ

କାକଟପୁର, ୧୬।୧୦(ଡି.ଏନ.ଏ.): ଶାରଦୀୟ ପାର୍ବଣ ପୂଜା ପାଇଁ କାକଟପୁରର ମା’ ମଙ୍ଗଳାଙ୍କ ମନ୍ଦିର ଉତ୍ସବମୁଖର ହୋଇପଡିଛି। 

ଆଜି ମହାମାୟାଙ୍କ ମହାସପ୍ତମୀ

ଆଜି ମହାମାୟାଙ୍କ ମହାସପ୍ତମୀ

ଭୁବନେଶ୍ୱର,୧୬ା୯(ବ୍ୟୁରୋ): ସମସ୍ତ ପ୍ରତୀକ୍ଷାର ଅନ୍ତଘଟାଇ ଧରାବତରଣ କରିଛନ୍ତି ମା’ ମହିଷାମର୍ଦ୍ଦିନୀ। ନବରାତ୍ରୀ ପୂଜା ସବୁଠାରେ ଆରମ୍ଭ ହୋଇସାରିଛି। ରୀତି ମୁତାବକ ମଙ୍ଗଳବାର ପୀଠରେ ଦେବୀ ଦୁର୍ଗାଙ୍କ ଅଷ୍ଟମୀ ପୂଜା ହେଉଥିବା ବେଳେ ମଣ୍ଡପରେ ସପ୍ତମୀ ପୂଜା ପାଳନ କରାଯାଉଛି। 

୭୩ ବର୍ଷରେ ନବୀନ ପଟ୍ଟନାୟକ

୭୩ ବର୍ଷରେ ନବୀନ ପଟ୍ଟନାୟକ

ଭୁବନେଶ୍ୱର, ୧୬।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ମଙ୍ଗଳବାର ୭୩ତମ ଜନ୍ମଦିନ। ହେଲେ ବାତ୍ୟା ତିତ୍‌ଲି ଓ ଏହା ପରେ ହୋଇଥିବା ବନ୍ୟାରେ ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଥିବାରୁ ନବୀନ ଜନ୍ମଦିନ ପାଳିବେ ନାହିଁ ବୋଲି ଜଣାପଡ଼ିଛି। 

ଚଢାଉ ବେଳେ ପୋଲିସ-ଜୁଆଡି ଧସ୍ତାଧସ୍ତି, ୧୮ ଗିରଫ:୫୦ ହଜାରୁ ଉର୍ଦ୍ଧ୍ୱ ଟଙ୍କା ଓ ତାସ ଜବତ

ଚଢାଉ ବେଳେ ପୋଲିସ-ଜୁଆଡି ଧସ୍ତାଧସ୍ତି, ୧୮ ଗିରଫ:୫୦ ହଜାରୁ ଉର୍ଦ୍ଧ୍ୱ ଟଙ୍କା ଓ ତାସ ଜବତ

ଭୁବନେଶ୍ୱର,୧୬-୧୦(ବ୍ୟୁରୋ)- କ୍ୟାପିଟଲ ଥାନା ଅଞ୍ଚଳରେ ଚାଲିଥିବା ବେଆଇନ ଜୁଆ ଆଡ୍ଡା ଉପରେ ସୋମବାର ଚଢାଉବେଳେ ପୋଲିସ ଓ ଜୁଆଡିଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛି। ଘଟଣାସ୍ଥଳରୁ ୧୮ଜଣ ଜୁଆଡିଙ୍କୁ ଗିରଫ କରାଯାଇଥିବାବେଳେ  ସେମାନଙ୍କ ନିକଟରୁ ୫୧ ହଜାର ୬୩୦ଟଙ୍କା, ୩ ସେଟ୍‌ ତାସ ଓ କାଲକୁଲେଟର ଜବତ କରାଯାଇଛି। 

ମରଣଜନ୍ତା ପାଲଟିଛି ରାଜଧାନୀ ରାସ୍ତା:ଖାଲ ପାଇଁ ଗଲା ୨ ଜୀବନ, ୩ ଆହତ

ମରଣଜନ୍ତା ପାଲଟିଛି ରାଜଧାନୀ ରାସ୍ତା:ଖାଲ ପାଇଁ ଗଲା ୨ ଜୀବନ, ୩ ଆହତ

ଭୁବନେଶ୍ୱର,୧୬-୧୦(ବ୍ୟୁରୋ)- ଭୁବନେଶ୍ୱରରେ ଏବେ ଅଣ୍ଡରଗ୍ରାଉଣ୍ଡ୍‌ କେବୁଲ ବିଛା ଚାଲିଛି। ଏଥିପାଇଁ ରାଜଧାନୀର ବିଭିନ୍ନ ରାସ୍ତାକୁ ଖୋଲି ଦିଆଯିବା ପରେ ଭଲ ଭାବେ ପୋତା ଯାଉନି। କାମ ସରିଯିବା ପରେ ଠିକାଦାର ମରାମତିର ନାଁ ଗନ୍ଧ ଧରୁନି। ଫଳରେ ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଖାଲ ସୃଷ୍ଟି ହୋଇଛି। 

ନଭେମ୍ବର ୧ରୁ ଦୁବାଇକୁ ସିଧାସଳଖ ବିମାନ ସେବା

ନଭେମ୍ବର ୧ରୁ ଦୁବାଇକୁ ସିଧାସଳଖ ବିମାନ ସେବା

ଭୁବନେଶ୍ୱର, ୧୬-୧୦(ବ୍ୟୁରୋ)- ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ସିଧାସଳଖ ଦୁବାଇକୁ ବିମାନ ସେବା ଆରମ୍ଭ ହେବ। ବିମାନ ଉଡ଼ାଣକାରୀ ସଂସ୍ଥା ଇଣ୍ଡିଗୋ ପକ୍ଷରୁ ଏହି ସେବା ପ୍ରଦାନ କରାଯିବ। ଆସନ୍ତା ନଭେମ୍ବର ୧ରୁ ଦୁବାଇକୁ ସିଧାସଳଖ ବିମାନ ଉଡ଼ାଣ ପାଇଁ ସମସ୍ତ ପ୍ରସ୍ତୁତି ସରିଛି।

ଗର୍ଭବତୀ, ନବଜାତ ଶିଶୁଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ସଚେତନ କରିବେ କିନ୍ନର

ଗର୍ଭବତୀ, ନବଜାତ ଶିଶୁଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ସଚେତନ କରିବେ କିନ୍ନର

ଭୁବନେଶ୍ୱର, ୧୬।୧୦(ବ୍ୟୁରୋ)- କିନ୍ନରଙ୍କୁ ସମାଜରେ ଅଧିକ ଗ୍ରହଣୀୟ କରାଇବା ଏବଂ ସମାଜସେବାରେ ସେମାନଙ୍କୁ ସାମିଲ କରାଇବା ପାଇଁ କିସ୍‌, ଅଜିମ୍‌ ପ୍ରେମଜୀ ଫିଲାନ୍‌ଥ୍ରୋପିକ ଇନିସିଏଟିଭ୍‌ ଓ ସଖା ମିଳିତ ଭାବେ ପ୍ରୟାସ ଆରମ୍ଭ କରିଛି।