ଖେଳ |

ଆଜାରେଙ୍କାଙ୍କୁ ଅଷ୍ଟ୍ରେଲିଆନ୍‌ ଓପନ୍‌ ଓ୍ବାଇଲ୍ଡ କାର୍ଡ

ଆଜାରେଙ୍କାଙ୍କୁ ଅଷ୍ଟ୍ରେଲିଆନ୍‌ ଓପନ୍‌ ଓ୍ବାଇଲ୍ଡ କାର୍ଡ
ମେଲବର୍ନ, ୧୩।୧୨(ଏଏଫ୍‌ପି)- ଅଷ୍ଟ୍ରେଲିଆନ୍‌ ଓପନ୍‌ ଟୁର୍ନାମେଣ୍ଟର ପୂର୍ବ ଚାମ୍ପିୟନ୍‌ ଭିକ୍ଟୋରିଆ ଆଜାରେଙ୍କାଙ୍କୁ ଜାନୁୟାରୀରୁ ଆରମ୍ଭ ହେବାକୁ ଥିବା ସଂସ୍କରଣ ପାଇଁ ଓ୍ବାଇଲ୍ଡ କାର୍ଡ ପ୍ରଦାନ କରାଯାଇଛି। ”ମହିଳା ସିଙ୍ଗଲ୍ସ ବର୍ଗର ପୂର୍ବତନ ଶୀର୍ଷ ର଼୍ୟାଙ୍କଧାରୀ ଖେଳାଳି ଆଜାରେଙ୍କାଙ୍କୁ ମେଲବର୍ନଠାରେ ଖେଳିବା ପାଇଁ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯିବ। ତାଙ୍କର ବର୍ତ୍ତମାନ ସ୍ଥିତି ଭଲ ନାହିଁ। ଏଣୁ ତାଙ୍କୁ ଆମେ ସମର୍ଥନ କରୁଛୁ। ପୂର୍ବରୁ ଦୁଇଥର ଅଷ୍ଟ୍ରେଲିଆନ୍‌ ଓପନ୍‌ ଚାମ୍ପିୟନ୍‌କୁ ଆମେ ଓ୍ବାଇଲ୍ଡ କାର୍ଡ ପ୍ରଦାନ କରିଛୁ ଏବଂ ସେ ମେଲବର୍ନ କୋର୍ଟକୁ ଫେରିବେ ବୋଲି ଆଶା ରଖିଛୁ“ ବୋଲି ଟୁର୍ନାମେଣ୍ଟ ନିର୍ଦ୍ଦେଶକ କ୍ରେଗ ଟିଲେ କହିଛନ୍ତି। ଅନ୍ୟପକ୍ଷରେ ଆଜାରେଙ୍କା କହିଛନ୍ତି, ଅଷ୍ଟ୍ରେଲିଆନ୍‌ ଓପନ୍‌ରେ ଖେଳିବା ପାଇଁ ମୁଁ ଉତ୍ସୁକ ଅଛି। ଏହା ମୋର ପସନ୍ଦର ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ। ପୂର୍ବରୁ ଏହି ଟୁର୍ନାମେଣ୍ଟରେ ମୁଁ ଟାଇଟଲ ଜିତିସାରିଛି ଏବଂ ଏଠାରେ ଖେଳିବା ପାଇଁ ମୁଁ ସୁବିଧା ଅନୁଭବ କରେ। ଚଳିତ ବର୍ଷ ମୋ ପାଇଁ ଏକ କଠିନ ବର୍ଷ ଥିଲା। ଅଷ୍ଟ୍ରେଲିଆନ୍‌ ଓପନ୍‌ରେ ମତେ ଫେରିବାକୁ ସୁଯୋଗ ମିଳିଥିବାରୁ ମୁଁ ଆନନ୍ଦିତ। ଏଥିପାଇଁ ଟୁର୍ନାମେଣ୍ଟ ନିର୍ଦ୍ଦେଶକ କ୍ରେଗଙ୍କୁ ମୁଁ ଧନ୍ୟବାଦ ଜଣାଉଛି। ଆଗାମୀ ସିଜନର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ୍‌ ଓପନ୍‌ ଜାନୁୟାରୀ ୧୫ରୁ ୨୮ ତାରିଖ ପର୍ଯ୍ୟନ୍ତ ଖେଳାଯିବ। ଉଲ୍ଲେଖଯୋଗ୍ୟ ଯେ, ଚଳିତ ବର୍ଷ ମାତୃତ୍ୱ ଲାଭ କରିବା ପରେ ଆଜାରେଙ୍କା କୋର୍ଟକୁ ଫେରିଥିଲେ। ମାତ୍ର ଅଗଷ୍ଟରେ ତାଙ୍କ ପୁତ୍ର ସନ୍ତାନକୁ ନେଇ ଚାଲିଥିବା ମାମଲା ପାଇଁ ତାଙ୍କୁ କାଲିଫର୍ନିଆ ଛାଡ଼ିବାକୁ ଅନୁମତି ମିଳି ନ ଥିଲା। ଏଥିଯୋଗୁ ସେ ୟୁଏସ୍‌ ଓପନ୍‌ରୁ ଓହରି ଯାଇଥିଲେ। ଏହି କାରଣରୁ ତାଙ୍କ ବିଶ୍ୱ ମାନ୍ୟତା ୨୧୦କୁ ଖସି ଯାଇଛି।
All Right Reserved By

ଖେଳ |

ଦିନିକିଆରେ ପଦାର୍ପଣ କରିବେ ପନ୍ତ

ଦିନିକିଆରେ ପଦାର୍ପଣ କରିବେ ପନ୍ତ

ଗୁଆହାଟି,୨୦।୧୦- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ପ୍ରଥମ ଦିନିକିଆ ଲାଗି ଶନିବାର ୧୨ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ୨୦ ବର୍ଷୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଶଭ ପନ୍ତ ଏଥିରେ ସ୍ଥାନ ମିଳିଛି। 

ମହିଳା କରନୀ ସେନା ମୁଖ୍ୟ ଜାଡେଜାଙ୍କ ପତ୍ନୀ

ମହିଳା କରନୀ ସେନା ମୁଖ୍ୟ ଜାଡେଜାଙ୍କ ପତ୍ନୀ

ରାଜକୋଟ,୨୦।୧୦- କ୍ଷେତ୍ରୀୟ ରାଜପୁତ ସମୁଦାୟ କରନି ସେନା ନିର୍ଦ୍ଧିଷ୍ଟ ଭାବେ ଗୁଜରାଟ ଓ ରାଜସ୍ଥାନରେ ସକ୍ରିୟ ଅଛନ୍ତି। ଏହି ଗ୍ରୁପ ଗତବର୍ଷ ରିଲିଜ୍‌ ହୋଇଥିବା ଫିଲ୍ମ ‘ପଦ୍ମାବତ’କୁ ସର୍ବଭାରତୀୟ ସ୍ତରରେ କଡ଼ା ବିରୋଧ କରିଥିଲେ। 

ଡେନମାର୍କ ଓପନ: ସେମିରେ ସାଇନା, କିଡାମ୍ବି

ଡେନମାର୍କ ଓପନ: ସେମିରେ ସାଇନା, କିଡାମ୍ବି

ଓଡେନ୍‌ସେ(ଡେନମାର୍କ),୨୦।୧୦(ପି.ଟି.)- ଭାରତୀୟ ଷ୍ଟାର ଶଟଲର ସାଇନା ନେହ୍ବାଲ ଓ କିଡାମ୍ବି ଶ୍ରୀକାନ୍ତ ଏଠାରେ ଚାଲିଥିବା ଡେନମାର୍କ ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ସେମିଫାଇନାଲରେ ପ୍ରବେଶ କରିଛନ୍ତି। 

ମୁମ୍ବାଇ ଇଣ୍ଡିଆନ୍ସ ଦଳରେ ଡିକକ୍‌

ମୁମ୍ବାଇ ଇଣ୍ଡିଆନ୍ସ ଦଳରେ ଡିକକ୍‌

ମୁମ୍ବାଇ,୨୦।୧୦- ଦକ୍ଷିଣ ଆଫ୍ରିକା ଉଇକେଟକିପର ବ୍ୟାଟ୍ସମ୍ୟାନ କ୍ୱିଣ୍ଟନ ଡି କକ୍‌ ନିଲାମ ପ୍ରକ୍ରିୟା ପୂର୍ବରୁ ପ୍ରଥମ ଖେଳାଳି ଭାବେ ଦଳ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଡି କକ୍‌ଙ୍କୁ ଗତ ଅକଶନରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗଲୋର (ଆର୍‌ସିବି) ଦଳ ୨.୮ କୋଟି ଟଙ୍କାର କିଣିଥିଲା।

ପ୍ରବୀଣ କୁମାରଙ୍କ ଅବସର

ପ୍ରବୀଣ କୁମାରଙ୍କ ଅବସର

ଲକ୍ଷ୍ନୌ,୨୦।୧୦- ଭେଟେରାନ ପେସର ପ୍ରବୀଣ କୁମାର ଶନିବାର ସମସ୍ତ ପ୍ରକାର କ୍ରିକେଟରୁ ଅବସର ନେଇଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିବାର ଦୀର୍ଘ ୧୧ ବର୍ଷ ପରେ ସେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। 

ଆବୁଧାବି ଟେଷ୍ଟ ଜିତିଲା ପାକିସ୍ତାନ

ଆବୁଧାବି ଟେଷ୍ଟ ଜିତିଲା ପାକିସ୍ତାନ

ଆବୁଧାବି,୧୯।୧୦- ପେସର ମହମ୍ମଦ ଆବାସଙ୍କ ଘାତକ ବୋଲିଂ ଆଗରେ ଅଷ୍ଟ୍ରେଲିଆ ବ୍ୟାଟିଂ ଲାଇନ୍‌ ଅଫ୍‌ ଛତ୍ରଭଙ୍ଗ ଦେଇଛି। ଆବାସ ଏହି ମ୍ୟାଚ୍‌ର ଉଭୟ ଇନିଂସ୍‌ରେ ୫ ଉଇକେଟ ପାଇଛନ୍ତି। 

ସଚିନଙ୍କୁ ଚକିତ କଲେ ଲାରା

ସଚିନଙ୍କୁ ଚକିତ କଲେ ଲାରା

ମୁମ୍ବାଇ,୧୯।୧୦- କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ଓ୍ବେଷ୍ଟଇଣ୍ଡିଜ୍‌ ପୂର୍ବତନ ଅଧିନାୟକ ବ୍ରାୟନ ଲାରା ଚକିତ କରି ଦେଇଛନ୍ତି। ଲାରା ଶୁକ୍ରବାର ହଠାତ ମୁମ୍ବାଇ ଗସ୍ତ କରିବା ସହ ସଚିନଙ୍କୁ ଭେଟିଛନ୍ତି। 

ଅନ୍ତର୍ଜାତୀୟ କ୍ରିକେଟର ବୁକି ପ୍ରାୟତଃ ଭାରତୀୟ

ଅନ୍ତର୍ଜାତୀୟ କ୍ରିକେଟର ବୁକି ପ୍ରାୟତଃ ଭାରତୀୟ

ନୂଆଦିଲ୍ଲୀ,୧୯।୧୦- ଅନ୍ତର୍ଜାତୀୟ କ୍ରିକେଟର ବୁକିମାନେ ପ୍ରାୟତଃ ଭାରତୀୟ ବୋଲି ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ (ଆଇସିସି)ର ଜଣେ ବରିଷ୍ଠ କର୍ମକର୍ତ୍ତା କହିଛନ୍ତି। 

ମେଡିକାଲରେ ସର୍ଫରାଜ

ମେଡିକାଲରେ ସର୍ଫରାଜ

ଆବୁଧାବି,୧୯।୧୦- ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ୨ୟ ଟେଷ୍ଟରେ ପାକିସ୍ତାନ ଅଧିନାୟକ ଅହମ୍ମଦ ସର୍ଫାରାଜ ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ମ୍ୟାଚ୍‌ର ୩ୟ ଦିବସରେ ତାଙ୍କ ମୁଣ୍ଡରେ ବଲ ବାଜିଥିଲା। 

ପାକିସ୍ତାନ ଗସ୍ତରୁ ଗୁପଟିଲ ବାଦ୍‌

ପାକିସ୍ତାନ ଗସ୍ତରୁ ଗୁପଟିଲ ବାଦ୍‌

ଅକ୍‌ଲାଣ୍ଡ,୧୯।୧୦- ପାକିସ୍ତାନ ବିପକ୍ଷରେ ୟୁଏଇଠାରେ ହେବାକୁ ଥିବା ଦିନିକିଆ ସିରିଜ୍‌ରୁ ନ୍ୟୁଜିଲାଣ୍ଡର ଓପନର ମାର୍ଟିନ ଗୁପଟିଲ ବାଦ୍‌ ପଡ଼ିଛନ୍ତି। ପ୍ଲଙ୍କେଟ ଶିଲ୍ଡ ଘରୋଇ ପ୍ରତିଯୋଗିତାରେ ଖେଳୁଥିବାବେଳେ ତାଙ୍କ ମାଂସପେଶୀ ଟାଣି ହୋଇଯାଇଥିଲା।

ଲିଓନଙ୍କ ନାମରେ ବିରଳ ରେକର୍ଡ

ଲିଓନଙ୍କ ନାମରେ ବିରଳ ରେକର୍ଡ

ଆବୁଧାବି,୧୯।୧୦- ଅଷ୍ଟ୍ରେଲିଆ ସ୍ପିନର ନାଥନ ଲିଓନ ଶୁକ୍ରବାର ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସ୍ଥାନୀୟ ଶେଖ ଜାୟେଦ ଷ୍ଟାଡିୟମଠାରେ ଚାଲିଥିବା ପାକିସ୍ତାନ ବିପକ୍ଷ ୨ୟ ଟେଷ୍ଟରେ ସେ ବିନା ନୋ ବଲ ପକାଇ ୨୦ ହଜାର ବଲ ପକାଇଛନ୍ତି। 

ଦେଓଧର ଟ୍ରଫିରେ ଖେଳିବେ ପପୁ ରୟ

ଦେଓଧର ଟ୍ରଫିରେ ଖେଳିବେ ପପୁ ରୟ

ଭୁବନେଶ୍ୱର,୧୯।୧୦(ସ୍ପୋଟର୍‌ସ ବ୍ୟୁରୋ)- ଆଗାମୀ ଦେଓଧର ଟ୍ରଫି ଲାଗି ବିସିସିଆଇ ପକ୍ଷରୁ ଗୁରୁବାର ଭାରତ ଏ, ବି ଓ ସି’ ଦଳ ଘୋଷିତ ହୋଇଯାଇଛି। ଓଡ଼ିଆ ସ୍ପିନର ପପୁ ରୟ ଭାରତ ସି’ ଦଳରେ ସ୍ଥାନ ପାଇଛନ୍ତି।