ସମ୍ବଲପୁର

କୋକସରା ବ୍ଲକ: ମାତ୍ର ୩୦ଜଣକୁ ମିଳିଛି ୧୦୦ଦିନର କାମ

କୋକସରା ବ୍ଲକ: ମାତ୍ର ୩୦ଜଣକୁ ମିଳିଛି ୧୦୦ଦିନର କାମ
କୋକସରା,୧୩।୧୨(ଡି.ଏନ.ଏ.)-କଳାହାଣ୍ଡି ଜିଲା କୋକସରା ବ୍ଲକରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା ୨୦୧୭-୧୮ର ଜନ ଶୁଣାଣି ଶିବିର ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି ା ଅନୁଷ୍ଠିତ ଶିବିରରେ ସଂପୃକ୍ତ ଯୋଜନାରେ ବର୍ଷକ ମଧ୍ୟରେ କାର୍ଯ୍ୟକାରୀ ହୋଇଥିବା ବିଭିନ୍ନ ପ୍ରକଳ୍ପର ସଫଳତା ଓ ଶ୍ରମସୃଷ୍ଟି ଉପରେ ୨୨ଟି ପଞ୍ଚାୟତର ଅଧିକାରୀମାନେ ବିଶଦ ଭାବେ ଉପସ୍ଥାପନ ଓ ଆଲୋଚନା କରିଥିଲେ। କାର୍ଯ୍ୟନିର୍ବାହୀ ଅଧିକାରୀ ଓ ଗ୍ରାମ ରୋଜଗାର ସେବକମାନେ କାର୍ଯ୍ୟ ଖସଡା ଉପସ୍ଥାପନ କରିଥିଲେ। ଉପସ୍ଥାପନ ହୋଇଥିବା ତଥ୍ୟରେ କୋକସରା ବ୍ଲକରେ ୨୭୨.୫୮ଲକ୍ଷ ଖର୍ଚ୍ଚ ହୋଇଥିବା ଜଣାପଡିଥିଲା। ଲକ୍ଷ ଲକ୍ଷ ଟଙ୍କା ବ୍ୟୟ କରାଯାଇ ଶତାଧିକ ପ୍ରକଳ୍ପ କାର୍ଯ୍ୟକାରୀ ହୋଇଥିବା ସୂଚନା ମିଳିଥିବା ବେଳେ ମାତ୍ର ୩୦ଜଣ ବ୍ୟକ୍ତିକୁ ୧୦୦ଦିନର କାମ ଯୋଗାଇବା ସାଧାରଣରେ ଅସନ୍ତୋଷ ଦେଖା ଦେଇଛି। ଅନ୍ୟପଟେ ଏହି ଯୋଜନାରେ କୋଟି କୋଟି ଟଙ୍କା ବ୍ୟୟବରାଦ ହୋଇଥିଲେ ବି ବାହାର ରାଜ୍ୟକୁ ଶ୍ରମିକ ଚାଲାଣ ସମସ୍ୟା କିପରି ବଢିବାରେ ଲାଗୁଛି ତାହା ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଛି। ଜିଲା ପ୍ରଶାସନ ସ୍ବତନ୍ତ୍ର ଦୃଷ୍ଟି ନ ଦେଲେ ଏହି ଯୋଜନା ଆସନ୍ତା ଦିନରେ ବେବଳ ସରକାରୀ ସ୍ଲୋଗାନରେ ରହିଯିବ ବୋଲି ଆଶଙ୍କା କରାଯାଉଛି। କୋକସରା ବ୍ଳକ ଅଧ୍ୟକ୍ଷା ଶବ୍ୟାରାଣୀ ବାଗଙ୍କ ସଭାପତିତ୍ୱରେ ଏହି ଶିବିର ଆୟୋଜିତ ହୋଇଥିଲା ା ଉକ୍ତ ଶିବିରରେ ବ୍ଲକ୍‌ ଉପାଧ୍ୟକ୍ଷ ଧିରାମଣି ଦାସ, ଜିଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପର ବୈଷୟିକ ବିଭାଗ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ହୃଷୀକେଶ ଦଣ୍ଡସେନା, ବ୍ଲକ ସହକାରୀ ଯନ୍ତ୍ରୀ ତିଳୋତ୍ତମା ମାଝି, ଏନଆରଇଜିଏସ ପ୍ରୋଗ୍ରାମ ସହାୟକ ଉପେନ୍ଦ୍ର ବାଗ, ବ୍ଲକ ସମାଜ ମଙ୍ଗଳ ଅଧିକାରୀ ଦୀପକ କୁମାର ବେହେରା, ବ୍ଲକ ପଞ୍ଚାୟତ ସଂପ୍ରସାରଣ ଅଧିକାରୀ ସଦାଶିବ ସାହୁ, ସ୍ବେଚ୍ଛାସେବୀ ସଂଗଠନ ’ମଦତ’ର ସୁବ୍ରତ ବେହେରା, ଘାସିରାମ ପାଟ୍ଟଯୋଷୀ, ବ୍ଲକ ଲେଭଲ ପବ୍ଲିକ ହିଅରିଂ କମିଟି ସଭ୍ୟ ପଞ୍ଚକ ପୋଡ ପ୍ରମୁଖ ଏଥିରେ ଉପସ୍ଥିତ ଥିଲେ ା ତେବେ ୨୦୧୬-୧୭ ଅର୍ଥିକ ବର୍ଷରେ ମୋଟ ୨୭୨.୫୮ଲକ୍ଷ ଟଙ୍କା ଅନୁଦାନ ପାଇ ଖର୍ଚ୍ଚ କରାଯାଇଥିଲା। ଉକ୍ତ ଅନୁଦାନରେ ୧୨୯୧ଟି ପ୍ରକଳ୍ପ କାର୍ଯ୍ୟ ଜାରି ରହିଛି ା ଏହା ସହ ୨୬୬୦ଟି ସେଲ୍‌ଫ ପ୍ରୋଜେକ୍ଟ ରହିବା ସହ ବିଭିନ୍ନ ବିଭାଗ ତରଫରୁ ତାହାର କାର୍ଯ୍ୟକାରିତା ଓ ବ୍ୟୟ କରାଯାଇଛି। ଫଳରେ ମୋଟ ୧୮୨ପ୍ରକଳ୍ପର କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି। ୧୯୬୨୫ ପରିବାର ପାଇଁ ଜବ କାର୍ଡ ରେଜିଷ୍ଟ୍ରେସନ କରାଯାଇଛି। ୧୯୬୨୫ଜଣଙ୍କୁ ଜବକାର୍ଡ ପ୍ରଦାନ କରାଯାଇଛି ା ପୁଣି ଚଳିତ ବର୍ଷ ୬୪୪୨ ଜଣ ହିତାଧିକାରୀ କାମ ପାଇଁ ଆବେଦନ କରିଛନ୍ତି। ଏଥିରୁ ୬୪୩୪ ଜଣଙ୍କୁ କାମ ଯୋଗାଇ ଦେଇ ୧୬୦୫୧୪ ଶ୍ରମ ଦିବସ ସୃଷ୍ଟି ହୋଇଛି। ତେବେ ଶିବିରରେ ଶ୍ରମିକମାନଙ୍କର ଉପସ୍ଥିତି କମ ଥିବାରୁ ଯୋଜନାର କାର୍ଯ୍ୟ ଖସଡା ଓ କାର୍ଯ୍ୟକାରିତା ଉପରେ ପ୍ରଶ୍ନ ଉଠିଛି।
All Right Reserved By

ସମ୍ବଲପୁର

ଟ୍ରକ୍‌ ଧକ୍କାରେ ବାଇକ୍‌ ଚାଳକ ମୃତ

ଟ୍ରକ୍‌ ଧକ୍କାରେ ବାଇକ୍‌ ଚାଳକ ମୃତ

ଜମନକିରା,୨୩।୧(ଡି.ଏନ୍‌.ଏ):ସମ୍ବଲପୁର ଜିଲା ଜମନକିରା ଥାନା ଅଧୀନ ଟିକିଲିପଡ଼ା ନିକଟରେ ବୁଧବାର ଅପରାହ୍ନ ସାଢ଼େ ୨ଟାରେ ଦୁର୍ଘଟଣା ଘଟି ଜଣକର ମୃତ୍ୟୁ ଘଟିଛି। ଏକ ଟ୍ରକ୍‌ ଜଣେ ବାଇକ୍‌ ଚାଳକଙ୍କୁ ଧକ୍କା ଦେଇ ଖସି ପଳାଇଛି। 

ଭୟାବହ ଅଗ୍ନିକାଣ୍ଡ: ଯୁବକ ଜୀବନ୍ତ ଦଗ୍ଧ

ଭୟାବହ ଅଗ୍ନିକାଣ୍ଡ: ଯୁବକ ଜୀବନ୍ତ ଦଗ୍ଧ

ବୀରମହାରାଜପୁର,୨୩।୧(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଲୁଟୁପଙ୍କ ପଞ୍ଚାୟତ ଘିଚାପାଲି ଗ୍ରାମରେ ମଙ୍ଗଳବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର  ରଞ୍ଜନ ବିଭାର(୨୯) ଶୋଇଥିବା ବେଳେ କୌଣସି କାରଣରୁ  ଘରେ ନିଆଁ ଲାଗିଯାଇଥିଲା।

ମଠଖାଇ ମହୋତ୍ସବ: ନାଟକ ଏକ ଧୋତ୍ରାଚି ଗୋଷ୍ଠ ମଞ୍ଚସ୍ଥ

ମଠଖାଇ ମହୋତ୍ସବ: ନାଟକ ଏକ ଧୋତ୍ରାଚି ଗୋଷ୍ଠ ମଞ୍ଚସ୍ଥ

ବଲାଙ୍ଗୀର ଅଫିସ, ୨୩ା୧-ବଲାଙ୍ଗୀର କୋଶଳକଳା ମଣ୍ଡଳ ନୂଆ ରଙ୍ଗମଞ୍ଚରେ ଅନୁଷ୍ଠିତ ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବର ମଙ୍ଗଳବାର  ତୃତୀୟ ସନ୍ଧ୍ୟାରେ  ମୁମ୍ବାଇର ସଲାମ ବମ୍ବେ ଫାଉଣ୍ଡେଶନ୍‌ ରଙ୍ଗମଣ୍ଡଳ ଏବଂ ସୃଜନ ଫାଉଣ୍ଡେଶନ୍‌ ତରଫରୁ ମରାଠୀ ଓ ହିନ୍ଦୀ ନାଟକ ଏକ ଧୋତ୍ରାଚି ଗୋଷ୍ଠ ମଞ୍ଚସ୍ଥ ହୋଇଥିଲା| 

ସଫଳତା ପାଇଁ କଠିନ ପରିଶ୍ରମର ବିକଳ୍ପ ନାହିଁ

ସଫଳତା ପାଇଁ କଠିନ ପରିଶ୍ରମର ବିକଳ୍ପ ନାହିଁ

ବୀରମହାରାଜପୁର, ୨୩।୧ (ଡି.ଏନ.ଏ.)- ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର କଲେଜର ୩୭ତମ ବାର୍ଷିକ ଉତ୍ସବ ମଙ୍ଗଳବାର ପାଳିତ ହୋଇଯାଇଛି । ଏଥିରେ ଯୋଗଦେଇଥିବା ଅତିଥିମାନେ ଉଦ୍‌ବୋଧନ ପ୍ରସଙ୍ଗରେ ମତପ୍ରକାଶ କରିଥିଲେ ଯେ, କଠିନ ପରିଶ୍ରମର ବିକଳ୍ପ ନାହିଁ। 

ଜୋଙ୍କ ଜଳ ବିବାଦ ଘଟଣା  ଜିଲାପାଳ, ଏସପିଙ୍କ ମାରାଥନ ବୈଠକ  ଆଗକୁ ଆସିଛନ୍ତି ଦୁଇ ପକ୍ଷ

ଜୋଙ୍କ ଜଳ ବିବାଦ ଘଟଣା ଜିଲାପାଳ, ଏସପିଙ୍କ ମାରାଥନ ବୈଠକ ଆଗକୁ ଆସିଛନ୍ତି ଦୁଇ ପକ୍ଷ

ନୂଆପଡା ଅଫିସ,୨୩ା୧-ଜୋଙ୍କ ଜଳ ସେଚନ ପ୍ରକଳ୍ପରୁ ରବି ଚାଷ ସକାଶେ ପାଣି ବଣ୍ଟନ ବିବାଦ ଚରମ ସୀମାରେ ପହଞ୍ଚତ୍ଥିବା ବେଳେ ଜିଲା ପ୍ରଶାସନ ତରଫରୁ ଜିଲାପାଳ  ଏବଂ ଏସପି ତପତ୍ରତା ପ୍ରକାଶ କରି ମାରାଥନ ବୈଠକ ଚଳାଇଛନ୍ତି। 

ପରିବାରକେ ଆହାର ଯୁଗଉଛନ୍‌ ନାବାଲିକା ଚନ୍ଦ୍ରକଳା

ପରିବାରକେ ଆହାର ଯୁଗଉଛନ୍‌ ନାବାଲିକା ଚନ୍ଦ୍ରକଳା

ଳଡୁଗାଁ,୨୩।୧(ଡି.ଏନ.ଏ):  କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ଭିରକାପଡ଼ାର ଚନ୍ଦ୍ରକଳା ଧଙ୍ଗଡାମାଝୀ(୧୭)। 

ସୁଖାମୁଣ୍ଡା, ଗୋଛାଗୋରାରେ ପୁଷ୍‌ପୁନି ଯାତ୍‌ରା

ସୁଖାମୁଣ୍ଡା, ଗୋଛାଗୋରାରେ ପୁଷ୍‌ପୁନି ଯାତ୍‌ରା

ଘଣ୍ଟାପଡା,୨୩ା୧(ଡି.ଏନ.ଏ): ବୌଦ୍ଧ ଜିଲା କଣ୍ଟାମାଲ ବ୍ଲକ ଖୁଣ୍ଟିଗୋରା ପଁଚେତ୍‌ ସୁଖାମୁଣ୍ଡାରେ କୃଷି ଭିତିକ୍‌ ଗଣପରବ୍‌ ଭୀମ ଯାତ୍‌ରା ଆର ଥାନୀୟ ଭାଷାରେ ପୁଷ୍‌ପୁନି ପରବ୍‌ ଜାକ୍‌ଜମକ୍‌ରେ ପାଲିତ ହେଇଯାଇଛେ। 

ସବୁଜ ପତ୍ରିକାଧାରୀ ପରିବାର କନ୍‌ଠେସା

ସବୁଜ ପତ୍ରିକାଧାରୀ ପରିବାର କନ୍‌ଠେସା

ଲାଠୋର,୨୩ା୧(ଡି.ଏନ.ଏ.):  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ଗଁାର ସବୁଜ ପ୍ରତିକାଧାରୀ ପରିବାରମାନକୁ ସରକାରୀ ହିସାବେ ଯେନ୍‌ସବୁ ସୁବିଧା ସୁଯୋଗ ମିଲବାର କଥା ନାଇଁ ମିଲୁଥିବାର ଅଭିଯୋଗ ହେଇଛେ।

ସୁସ୍ଥ ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ସୁସ୍ଥ ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ବଲାଙ୍ଗୀର ଅଫିସ, ୨୨ା୧: ବଲାଙ୍ଗୀର ଆର୍ଯ୍ୟ ମନ୍ଦିର ପରିସରରେ ନିଖିଳ ଉତ୍କଳ ଶିକ୍ଷକ କଂଗ୍ରେସ ବଲାଙ୍ଗୀର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଛି । ଧର୍ମବ୍ରତ ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମ୍ମିଳନୀରେ ମୁଖ୍ୟଅତିଥିଭାବେ ବଲାଙ୍ଗୀର ବିଧାୟକ ତଥା ବିରୋଧୀଦଳ ନେତା ନରସିଂହ ମିଶ୍ର ଯୋଗଦାନ କରିଥିଲେ । ସମ୍ମିଳନୀ ଆବାହକ ତଥା ସଂଯୋଜକ ବାମଦେବ ମିଶ୍ର ସଭାରେ  ସଂଯୋଜନା କରିଥିଲେ। 

ଜୈବିକ କୃଷି ସମୟର ଆହ୍ବାନ

ଜୈବିକ କୃଷି ସମୟର ଆହ୍ବାନ

ସୋନପୁର,୨୨।୨(ନି.ପ୍ର.)ଖାଦ୍ୟ ସଙ୍କଟକୁ ଦୂର କରିବା ତଥା ଚାଷୀର ଅର୍ଥନୈତିକ ସ୍ଥିତିର ଉନ୍ନତି ପାଇଁ ଆଧୁନିକ ପ୍ରଣାଳୀରେ ଚାଷ କରାଯାଉଛି। କମ୍‌ ଜମିରୁ ଅଧିକ ଅମଳ ପାଇଁ ପ୍ରତିଯୋଗିତା ଚାଲିଛି। 

ଜୋଙ୍କ ସେଚ ପ୍ରକଳ୍ପ

ଜୋଙ୍କ ସେଚ ପ୍ରକଳ୍ପ

ନୂଆପଡା ଅଫିସ,୨୨ା୧ଜୋଙ୍କ ଜଳ ସେଚନ ପ୍ରକଳ୍ପରୁ ତଳମୁଣ୍ଡ ଚାଷୀଙ୍କୁ ପାଣି ଯୋଗାଇଦେବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବାକୁ ନୂଆପଡା ଜିଲା ପୋଲିସ ପ୍ରଶାସନ ଡ୍ୟାମକୁ ସଦଳବଳ ଯାଇଥିଲେ ହେଁ ଆନ୍ଦୋଳନକାରୀଙ୍କ ଅହିଂସା ନୀତି ନିକଟରେ ନଇଁଯାଇଛି । 

ଧଂଗଡା ଧାଂଗଡିକର ଉସ୍‌ନାକ୍‌ର ଦିନ ଧାଙ୍ଗଡି ଦୋଲା

ଧଂଗଡା ଧାଂଗଡିକର ଉସ୍‌ନାକ୍‌ର ଦିନ ଧାଙ୍ଗଡି ଦୋଲା

କଲମପୁର,୨୨।୧(ଡି.ଏନ.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ ବରଦୋଳି ଗଁାରେ ରଏବାର ଟୋକି ପରବ୍‌ ପାଲନ ହେଇଥିଲା। ସେନ୍‌ତା ଧୁମଧାମରେ ସୋମବାର ଦାଙ୍ଗଡି ଦୋଲା ପାଲନ କରାଯାଇଛେ।