Dharitri News
ମେଟ୍ରୋ |

୨ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

୨ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ନିରାକାରପୁର,୧୪।୧୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ରାମେଶ୍ୱର ପଞ୍ଚାୟତ ପଦ୍ମପୁର ଗାଁ ମୁଣ୍ଡରେ ଗୁରୁବାର ବୋଡ଼ଙ୍ଗରା ଗ୍ରାମର ୬ ଯୁବକ ବଡ଼ପୋଖରୀ ଗ୍ରାମର ୨ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି। ଏ ନେଇ ଥାନାରେ ଅଭଯୋଗ ହୋଇଛି। ଆକ୍ରମଣକାରୀମାନେ ଆହତ ଯୁବକଙ୍କ ମୋଟରସାଇକେଲ ଭାଙ୍ଗି ଦେଇଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଗାଡ଼ି ଉଦ୍ଧାର କରିବା ସହ ଆହତ ଦ୍ୱୟଙ୍କ ଚିକିତ୍ସା କରାଇଛି।

ମେଟ୍ରୋ |

ନେତାଜୀ ଜୟନ୍ତୀ ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ପତାକା ଉତ୍ତୋଳନ

ନେତାଜୀ ଜୟନ୍ତୀ ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ପତାକା ଉତ୍ତୋଳନ

କଟକ ଅଫିସ,୨୩।୧: ନେତାଜୀଙ୍କ ଜନ୍ମସ୍ଥାନ ସଂଗ୍ରହାଳୟରେ ଆୟୋଜିତ ନେତାଜୀ ଜୟନ୍ତୀ ସମାରୋହରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ପତାକା ଉତ୍ତୋଳନ କରିବାସହ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି।

ନେତାଜୀ ମ୍ୟୁଜିୟମ ସମ୍ମୁଖରେ ବିକ୍ଷୋଭ

ନେତାଜୀ ମ୍ୟୁଜିୟମ ସମ୍ମୁଖରେ ବିକ୍ଷୋଭ

ପୁରୀ ଅଫିସ,୨୩।୧: ନେତାଜୀ ସୁଭାଷ ବୋଷ ମ୍ୟୁଜିୟମ ଖୋଲିବା ଦାବି ନେଇ ସ୍ଥାନୀୟ ଗୋପାଳବଲ୍ଲଭ ରୋଡ଼ସ୍ଥିତ ନେତାଜୀ ସ୍ମୃତି ମ୍ୟୁଜିୟମ ସମ୍ମୁଖରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନେତାଜୀ ଜୟନ୍ତୀ କମିଟି ପକ୍ଷରୁ ମ୍ୟୁଜିୟମ ଫାଟକ ସମ୍ମୁଖରେ ଏହି ବିକ୍ଷୋଭ କରାଯିବା ସହ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି।

ହୋଟେଲ ଅନନ୍ୟାରେ ଅଗ୍ନିକାଣ୍ଡ

ହୋଟେଲ ଅନନ୍ୟାରେ ଅଗ୍ନିକାଣ୍ଡ

ପୁରୀ ଅଫିସ,୨୩।୧: ସ୍ଥାନୀୟ ଭିଆଇପି ରୋଡ଼ସ୍ଥିତ ହୋଟେଲ ପ୍ରାଇଡ଼ ଅନନ୍ୟାରେ ମଙ୍ଗଳବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟିଛି। ହୋଟେଲର ଚତୁର୍ଥ ମହଲାରେ ଥିବା ପ୍ୟାଣ୍ଟ୍ରି ଷ୍ଟୋରରେ କୌଣସି କାରଣରୁ ନିଆଁ ଲାଗିଯିବାରୁ ଏହି ଅଘଟଣ ଘଟିଛି।

ମହାପ୍ରଭୁଙ୍କ ବେଣ୍ଟ ନୀତି ସମ୍ପନ୍ନ

ମହାପ୍ରଭୁଙ୍କ ବେଣ୍ଟ ନୀତି ସମ୍ପନ୍ନ

ପୁରୀ ଅଫିସ, ୨୨।୧: ଶ୍ରୀମନ୍ଦିରରେ ସୋମବାର ମହାପ୍ରଭୁଙ୍କ ଚାଚେରି ବେଶ ଓ ଭୋଗ ପରେ ଶ୍ରୀଦେବୀ, ଭୂଦେବୀ ଏବଂ ଦୋଳଗୋବିନ୍ଦ ଆଜ୍ଞାମାଳ ପାଇ ବେଣ୍ଟ(ଶିକାର) ନୀତି ନିମନ୍ତେ ବିମାନରେ ବିଜେ ହୋଇଥିଲେ।

ଛତିଶା ନିଯୋଗ ବୈଠକ: ଚନ୍ଦ୍ରଗ୍ରହଣ ନୀତି ଚୂଡ଼ାନ୍ତ

ଛତିଶା ନିଯୋଗ ବୈଠକ: ଚନ୍ଦ୍ରଗ୍ରହଣ ନୀତି ଚୂଡ଼ାନ୍ତ

ପୁରୀ ଅଫିସ, ୨୨।୧: ଆସନ୍ତା ୩୧ ତାରିଖରେ ମାଘ ପୂର୍ଣ୍ଣିମା। ଏହିଦିନ ମହାପ୍ରଭୁଙ୍କ ଗଜଉଦ୍ଧାରଣ ବେଶ ସାଙ୍ଗକୁ ରାହୁ ଗ୍ରସ୍ତୋଦୟ ଚନ୍ଦ୍ରଗ୍ରହଣ ମଧ୍ୟ ପଡୁଛି। ତେଣୁ ସୋମବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ଏହିଦିନର ନୀତି ନିର୍ଘଣ୍ଟ କରାଯାଇଛି।

ପଲିଥିନଜନିତ ପ୍ରଦୂଷଣକୁ ନେଇ ଏନ୍‌ଜିଟିଙ୍କ ଅସନ୍ତୋଷ

ପଲିଥିନଜନିତ ପ୍ରଦୂଷଣକୁ ନେଇ ଏନ୍‌ଜିଟିଙ୍କ ଅସନ୍ତୋଷ

ପୁରୀ ଅଫିସ, ୨୨।୧: ପୁରୀ ସହରରେ ପଲିଥିନ ଏବଂ ପ୍ରଦୂଷଣକୁ ନେଇ ଅସନ୍ତୋଷ ବ୍ୟକ୍ତି କରିଛନ୍ତି ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ (ଏନ୍‌ଜିଟି)। ପଲିଥିନ ବ୍ୟବହାର ରୋକିବା ସହ ଉଲ୍ଲଂଘନକାରୀଙ୍କ ବିରୋଧରେ ଆଇନ ଅନୁଯାୟୀ ଦୃଢ଼ ପଦକ୍ଷେପ ନେବାକୁ ପୁରୀ ପୌରସଂସ୍ଥାକୁ ଏନ୍‌ଜିଟି ନିର୍ଦ୍ଦେଶ ଦେଇଛନ୍ତି।

ଆପଣଙ୍କ ଭଲପାଇବା ମୋତେ ଋଣୀ କରିଛି: ମୁଖ୍ୟମନ୍ତ୍ରୀ

ଆପଣଙ୍କ ଭଲପାଇବା ମୋତେ ଋଣୀ କରିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୧(ବ୍ୟୁରୋ)- ପୁନେର ଏମ୍‌ଆଇଟି-ଡବ୍ଲ୍ୟୁପିୟୁ କ୍ୟାମ୍ପସ୍‌ରେ ୮ମ ଭାରତୀୟ ଛାତ୍ର ସଂସଦ ଅବସରରେ ରବିବାର ଦେଶର ଆଦର୍ଶ ମୁଖ୍ୟମନ୍ତ୍ରୀ ସମ୍ମାନ ପାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା ଫେରିଛନ୍ତି।

ନିର୍ବାଚନ କମିଶନଙ୍କୁ ଦିଲ୍ଲୀ ହାଇକୋର୍ଟଙ୍କ ପ୍ରଶ୍ନ: କାହିଁକି ପ୍ରକାଶ ପାଉନାହିଁ ବିଜେପୁର ଉପନିର୍ବାଚନ ବିଜ୍ଞପ୍ତି

ନିର୍ବାଚନ କମିଶନଙ୍କୁ ଦିଲ୍ଲୀ ହାଇକୋର୍ଟଙ୍କ ପ୍ରଶ୍ନ: କାହିଁକି ପ୍ରକାଶ ପାଉନାହିଁ ବିଜେପୁର ଉପନିର୍ବାଚନ ବିଜ୍ଞପ୍ତି

ନୂଆଦିଲ୍ଲୀ,୨୨।୧(ସ୍ବ.ପ୍ର.): ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ଉପନିର୍ବାଚନ ପାଇଁ ଏ ପର୍ଯ୍ୟନ୍ତ କାହିଁକି ବିଜ୍ଞପ୍ତି ପ୍ରକାଶ ପାଇନାହିଁ। ଏହି ଉପନିର୍ବାଚନକୁ କାହିଁକି ବିଳମ୍ବିତ କରାଯାଉଛି ବୋଲି ସୋମବାର ନିର୍ବାଚନ କମିଶନଙ୍କୁ ପ୍ରଶ୍ନ କରିଛନ୍ତି ଦିଲ୍ଲୀ ହାଇକୋର୍ଟ।

କୋକେଇ ହଲିଲା, ଶୁଣାଗଲା କଥା: ୧୧ ଘଣ୍ଟା ପରେ ଆଖି ବୁଜିଲେ

କୋକେଇ ହଲିଲା, ଶୁଣାଗଲା କଥା: ୧୧ ଘଣ୍ଟା ପରେ ଆଖି ବୁଜିଲେ

କଟକ ଅଫିସ, ୨୨।୧- କୋକେଇ ବନ୍ଧା ସରିଥିଲା। ପରିଜନଙ୍କ ମଧ୍ୟରେ କାନ୍ଦ ବୋବାଳି ପଡ଼ିଯାଇଥିଲା। ହେଲେ ଶ୍ମଶାନ ଅଭିମୁଖେ କୋକେଇ ଉଠିଲା ବେଳକୁ ତାହା ହଲିବା ସହ କଥାସ୍ବର ଶୁଣାଯାଇଥିଲା।

ମହାପ୍ରଭୁଙ୍କ ଚାଚେରି ବେଶ

ମହାପ୍ରଭୁଙ୍କ ଚାଚେରି ବେଶ

ପୁରୀ ଅଫିସ, ୨୨।୧: ପବିତ୍ର ବସନ୍ତ ପଞ୍ଚମୀରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚାଚେରି ବେଶ ଅନୁଷ୍ଠିତ ହୋଇଛି। ହଜାର ହଜାର ଭକ୍ତ ଏହି ବେଶରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ମଇଲମ ହୋଇଥିଲା।

‘ଜଗନ୍ନାଥ ମନ୍ଦିର ସହ ଗୋବର୍ଦ୍ଧନ ପୀଠ ଓତପ୍ରୋତ ଭାବେ ଜଡ଼ିତ’

‘ଜଗନ୍ନାଥ ମନ୍ଦିର ସହ ଗୋବର୍ଦ୍ଧନ ପୀଠ ଓତପ୍ରୋତ ଭାବେ ଜଡ଼ିତ’

ଭୁବନେଶ୍ୱର,୨୨।୧(ବ୍ୟୁରୋ)/ପୁରୀ ଅଫିସ: ପୁରୀ ଗୋବର୍ଦ୍ଧନ ପୀଠାଧୀଶ ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ପଟ୍ଟାଭିଷେକର ପଞ୍ଚବିଂଶତି ବର୍ଷ ପୂର୍ତ୍ତି ମହୋତ୍ସବ ସୋମବାର ଉଦ୍‌ଘାଟିତ ହୋଇଯାଇଛି।

ମହିଳା ସାମାଜିକ କର୍ମୀଙ୍କ ଜୀବନ ପ୍ରତି ବିପଦ:  ଏସିଡ୍‌ ପକାଇବାକୁ ଧମକ ଦେଲେ ଅଭିଯୁକ୍ତ

ମହିଳା ସାମାଜିକ କର୍ମୀଙ୍କ ଜୀବନ ପ୍ରତି ବିପଦ: ଏସିଡ୍‌ ପକାଇବାକୁ ଧମକ ଦେଲେ ଅଭିଯୁକ୍ତ

ଭୁବନେଶ୍ୱର,୨୨।୧ (ବ୍ୟୁରୋ)- ନ୍ୟାୟ ପାଇବା ଆଶା ହରାଇ ଶେଷରେ ଆତ୍ମହତ୍ୟା କଲେ କୁନ୍ଦୁଲି ବଳାତ୍କାର ପୀଡିତା। ଏହି ଘଟଣା ରାଜ୍ୟରେ ମହିଳାଙ୍କ ସୁରକ୍ଷା ନେଇ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଥିବାବେଳେ ଖୋଦ୍‌ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ମହିଳା ନିଜକୁ ଅସୁରକ୍ଷିତ ମଣୁଛନ୍ତି।