ଉପକୂଳ ଓଡିଶା

ବିଜୟ କାନ୍ଧପକା ଭାଇ : ଦାମ

ବିଜୟ କାନ୍ଧପକା ଭାଇ : ଦାମ
ପାରାଦୀପ,୧୪।୧୨(ସ୍ବ.ପ୍ର.) ସମ୍ପ୍ରତି ମହାନଦୀ ପ୍ରସଙ୍ଗକୁ ନେଇ ଭାଜପା-ବିଜେଡି ମଧ୍ୟରେ ଟଣାଓଟରା ଚାଲିଛି। ସେହି ମହାନଦୀ ପ୍ରସଙ୍ଗରେ ଭାଜପାର ବରିଷ୍ଠ ନେତା ବିଜୟ ମହାପାତ୍ର ଦଳର କେନ୍ଦ୍ରୀୟ ନେତାଙ୍କ ପ୍ରତି ତେରେଛା ବାଣ ଛାଡ଼ି ଏବେ ଚର୍ଚ୍ଚାରେ ରହିଛନ୍ତି। ଏଭଳି ସ୍ଥିତିରେ ଗୁରୁବାର ମହାପାତ୍ର ପାରାଦୀପରେ ଅନୁଷ୍ଠିତ କୃଷିମନ୍ତ୍ରୀ ଡା. ଦାମୋଦର ରାଉତଙ୍କ ଜନ୍ମ ଦିବସ ସମାରୋହରେ ଯୋଗଦେବା ଆହୁରି ରୋଚକ ପରିସ୍ଥିତି ସୃଷ୍ଟି କରିଛି। ଏହାକୁ ନେଇ ସ୍ଥାନୀୟ ଭାଜପା ଓ ବିଜେଡି କର୍ମକର୍ତ୍ତାଙ୍କ ମଧ୍ୟରେ ଚାପା ଗୁଞ୍ଜରଣ ସୃଷ୍ଟି ହୋଇଛି। ଯଦିଓ ମହାପାତ୍ର ଏଥିରେ କୌଣସି ରାଜନୈତିକ ବକ୍ତବ୍ୟ ଦେଇନାହାନ୍ତି, ତେବେ ଦାମଙ୍କ ବକ୍ତବ୍ୟ ଆଲୋଚ୍ୟର ବିଷୟ ହୋଇଛି। ଅଠରବାଙ୍କୀ ପୌର ବଜାରଠାରେ ସନ୍ଧ୍ୟାରେ ଦାମଙ୍କ ୭୬ତମ ଜୟନ୍ତୀ ଉତ୍ସବ ଆୟୋଜିତ ହୋଇଥିଲା। ଏଥିରେ ଦାମଙ୍କ ପୁରୁଣା ବନ୍ଧୁ ମହାପାତ୍ରଙ୍କ ସହ ପୂର୍ବତନ ମନ୍ତ୍ରୀ ପଞ୍ଚାନନ କାନୁନ୍‌ଗୋ ଯୋଗ ଦେଇଥିଲେ। ପଞ୍ଚାନନ ତାଙ୍କ ବକ୍ତବ୍ୟରେ ପୁରୁଣା ବନ୍ଧୁ ଏକାଠି ହେବା ଆତ୍ମ ସନ୍ତୋଷ ଦେଉଛି ବୋଲି କହି ଭିନ୍ନ ଇସାରା ଦେଇଥିଲେ। ଦାମ ତାଙ୍କ ବକ୍ତବ୍ୟରେ ବିଜୟଙ୍କୁ କାନ୍ଧପକା ଭାଇ ବୋଲି ସମ୍ବୋଧିତ କରିଥିଲେ। ଏଥିସହ ମହାନଦୀ ପ୍ରସଙ୍ଗ ଓ ସ୍ଥାନୀୟ ଭାଜପା ଠିକାଦାର ନେତାଙ୍କ ବାଲି ଚୋରି ପ୍ରସଙ୍ଗ ଉଠାଇଥିଲେ। ଅଭିଜିତ ସହଯୋଗ ସମିତି ପକ୍ଷରୁ ଆୟୋଜିତ ଏହି ସମାରୋହରେ ପୂର୍ବତନ ଏମ୍‌ପି ପ୍ରଭାତ ସାମନ୍ତରାୟ, ପୌରାଧ୍ୟକ୍ଷ ବସନ୍ତ ବିଶ୍ୱାଳଙ୍କ ସମେତ ବିଜେଡି ନଗର ସଭାପତି ସୁମନ୍ତ ବିଶ୍ୱାଳ, ଦଳୀୟ କାଉନସିଲର, କର୍ମୀ ଓ ଶୁଭେଚ୍ଛୁମାନେ ଉପସ୍ଥିତ ଥିଲେ। ମହାପାତ୍ରଙ୍କ ଏଭଳି ପାରାଦୀପ ଗସ୍ତ ମଧ୍ୟରେ ଚର୍ଚ୍ଚାରେ ଥିଲା। ୩୦୦ରୁ ଊର୍ଦ୍ଧ୍ୱ ସମର୍ଥକ ତାଙ୍କୁ ଭୁତମୁଣ୍ଡାଇଠାରୁ ବାଇକ ଶୋଭାଯାତ୍ରାରେ ଆଣି ରଙ୍ଗିଆଗଡ଼ ବାଟେ ଅଠରବାଙ୍କୀ ଆସିଥିଲେ। ସୂଚନାଯୋଗ୍ୟ ଯେ, ରଙ୍ଗିଆଗଡ଼ର ଠିକାଦାର ନିର୍ମଳ ସ୍ବାଇଁ ୨୦୧୪ ନଭେମ୍ବରଠାରୁ ଭାଜପାରେ ସାମିଲ ହେବା ସହ ଏବେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅଛନ୍ତି। ସେ ଦଳ ପକ୍ଷରୁ ନିର୍ବାଚନ ମଣ୍ଡଳୀର ନେତୃତ୍ୱ ନେଉଛନ୍ତି। ତାଙ୍କର ଏକାଧିକ କାର୍ଯ୍ୟକ୍ରମରେ ବିଜୟ ଯୋଗ ଦେଇଥିଲେ। ଗୁରୁବାର ସେହି ବାଟେ ଶୋଭାଯାତ୍ରା ଆସିବାକୁ ନେଇ ମଧ୍ୟ ଭିନ୍ନ ଚର୍ଚ୍ଚା ହେଉଛି।
All Right Reserved By

ଉପକୂଳ ଓଡିଶା

ପାରାଦୀପ ରାଜନୀତିରେ ଭିନ୍ନ ସମୀକରଣ

ପାରାଦୀପ,୧୯।୧୦(ସ୍ବ.ପ୍ର.)- ପାରାଦୀପ ନିର୍ବାଚନମଣ୍ଡଳୀର ୩ ରାଜନୈତିକ ଦଳ ମଧ୍ୟରେ ଭିନ୍ନ ସମୀକରଣ ହେବାରେ ଲାଗିଛି। ଗତ ସେପ୍ଟେମ୍ବର ୧୨ରେ ବିଜେଡି ନେତା ଦାମୋଦର ରାଉତ ବହିଷ୍କାର ହେବା ପରେ ଏପରି ହୋଇଛି। ତେବେ ୨୦୧୯ ନିର୍ବାଚନ ପାଇଁ କିଏ ବିଜେଡି ପ୍ରାର୍ଥୀ ହେବ, ସେ ନେଇ ଚର୍ଚ୍ଚା ହେଉଥିଲା।

ରାବଣ ପୋଡ଼ିକୁ ନେଇ ବିବାଦ, ପ୍ରଶାସନ ଭାଙ୍ଗିଲା ଦାମଙ୍କ ମଞ୍ଚ

ରାବଣ ପୋଡ଼ିକୁ ନେଇ ବିବାଦ, ପ୍ରଶାସନ ଭାଙ୍ଗିଲା ଦାମଙ୍କ ମଞ୍ଚ

ଏରସମା,୧୯।୧୦(ସ୍ବ.ପ୍ର.)- ଏରସମାରେ ରାବଣ ପୋଡ଼ିକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଏକ ଭିନ୍ନ ମୋଡ଼ ନେଇଛି। ଏ ନେଇ ପ୍ରଶାସନ ଶୁକ୍ରବାର ପାରାଦୀପ ବିଧାୟକ ଦାମୋଦର ରାଉତଙ୍କ ସ୍ବାଭିମାନ ସମାବେଶର ମଞ୍ଚକୁ ଭାଙ୍ଗିଦେଇଛି। ଏହା ଏକ ବିଶାଳ ଗୋଷ୍ଠୀ ସଂଘର୍ଷର ରୂପ ନେବାକୁ ଯାଉଛି। ଗୁରୁବାର ବିଳମ୍ବିତ ରାତିରେ ଏରସମା ଥାନା ପରିସରରେ ବସିଥିବା ଶାନ୍ତି କମିଟି ଦ୍ୱାରା ଏହି ବିବାଦର ସମାଧାନ ହୋଇପାରିଲା ନାହଁି।

ଯୁବକଙ୍କ ଆତ୍ମହତ୍ୟା

ଯୁବକଙ୍କ ଆତ୍ମହତ୍ୟା

ଓଡ଼ଗଁ। ,୧୯। ୧୦(ସ୍ବ.ପ୍ର.)- ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଭୁକ୍ତ ଜାରିଙ୍ଗି ମୌଜାରେ ଗୁରୁବାର ସନ୍ଧ୍ୟାରେ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ ବେକରେ ଲୁଗା ଦେଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତକ ହେଲେ ଦୁତିକୃଷ୍ଣ ସାହୁ(୨୭)।

ଦଶମୀ ଅବସରରେ ଅପରାଜିତା ପୂଜା

ଦଶମୀ ଅବସରରେ ଅପରାଜିତା ପୂଜା

ମାର୍ଶାଘାଇ,୧୯।୧୦(ଡି.ଏନ୍‌.ଏ)- କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ବଜାର ଦୁର୍ଗା ମଣ୍ଡପରେ ଶୁକ୍ରବାର ଦଶମୀ ଅବସରରେ ଅପରାଜିତା ପୂଜା ଓ ପୂର୍ଣ୍ଣାହୁତୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଟ୍ରକ୍‌-ବାଇକ ଧକ୍କା, ଜଣେ ମୃତ

ଟ୍ରକ୍‌-ବାଇକ ଧକ୍କା, ଜଣେ ମୃତ

ଯାଜପୁରରୋଡ,୧୯। ୧୦(ନି.ପ୍ର.)- ୨୦ନଂ. ଜାତୀୟ ରାଜପଥର ଏକ ବାଇକ୍‌ ଶୋ’ରୁମ୍‌ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏକ ମୋଟର ସାଇକେଲ ଭାରସାମ୍ୟ ହରାଇ ଟ୍ରକ୍‌ ପଛକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହଁି ବାଇକ୍‌ ଅରୋହୀଙ୍କର ମୃତ୍ୟୁ ହୋଇଥିଲା।

ଖଣ୍ଡାପୂଜା ଉତ୍ସବ

ଖଣ୍ଡାପୂଜା ଉତ୍ସବ

ମାର୍ଶାଘାଇ,୧୯।୧୦(ଡି.ଏନ୍‌.ଏ)- କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ କୁସୁନପୁର ଆଖଣ୍ଡଳମଣୀ ମନ୍ଦିର ପରିସରରେ ଶୁକ୍ରବାର ବିଜୟା ଦଶମୀ ଅବସରରେ ଖଣ୍ଡାୟତ ସମାଜ ପକ୍ଷରୁ ଖଣ୍ଡାପୂଜା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। 

ଖସିଲା ଅତଡ଼ା, ୩୦ରୁ ଊର୍ଦ୍ଧ୍ୱ ପରିବାର ଆତଙ୍କିତ

ଖସିଲା ଅତଡ଼ା, ୩୦ରୁ ଊର୍ଦ୍ଧ୍ୱ ପରିବାର ଆତଙ୍କିତ

ଆଳି,୧୯।୧୦(ଡି.ଏନ୍‌.ଏ)- କେନ୍ଦ୍ରାପଡ଼ା ଜିଲା ଆଳି ଧୋୟାଞ୍ଚଳରେ ପ୍ରବାହିତ ଖରସ୍ରୋତା ନଦୀରୁ ଶୁକ୍ରବାର ଅତଡ଼ା ଖସିବା ଯୋଗୁ ନଦୀକୂଳରେ ଥିବା ମଧୁସୂଦନ ଗ୍ରାମର ୩୦ରୁ ଊର୍ଦ୍ଧ୍ୱ ପରିବାର ଆତଙ୍କିତ ହୋଇପଡ଼ିଛନ୍ତି। ଗ୍ରାମର ଅଭିଳାଷ ଦାସ, କୁନି ସାହୁ, ଜୟୀରାମ ରାଉତ, ଶ୍ରୀନିବାସ ରାଉତଙ୍କ ସମେତ ଅନେକ ପରିବାର ଭୟଭୀତ ହୋଇପଡ଼ିଛନ୍ତି।

ଶାନ୍ତିମୈତ୍ରୀ ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ପୋଖରୀ ସଫା

ଶାନ୍ତିମୈତ୍ରୀ ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ପୋଖରୀ ସଫା

ପାଟକୁରା,୧୯।୧୦(ଡି.ଏନ୍‌.ଏ)- ଗରଦପୁର ବ୍ଲକ ବଧୀନ ବେଡ଼ାରୀ ପଞ୍ଚାୟତ ଦଳୁଆଣି ବାୟାଣି ପୋଖରୀରୁ ଶାନ୍ତିମୈତ୍ରୀ ସ୍ବେଚ୍ଛାସେବୀ ସଙ୍ଗଠନ ସହାୟତାରେ ଶୁକ୍ରବାର ଦଳ ସଫା କରାଯାଇଛି।

ମା’ଙ୍କ ମଣ୍ଡପରେ ମାଲକାନଗିରି ପୂର୍ବତନ ବିଧାୟକଙ୍କ ପୂଜାର୍ଚ୍ଚନା

ମା’ଙ୍କ ମଣ୍ଡପରେ ମାଲକାନଗିରି ପୂର୍ବତନ ବିଧାୟକଙ୍କ ପୂଜାର୍ଚ୍ଚନା

ମହାକାଳପଡ଼ା,୧୯।୧୦(ଡି.ଏନ୍‌.ଏ)- ମହାକାଳପଡ଼ା ବ୍ଲକର ବିଭିନ୍ନ ସ୍ଥାନରେ ଶ୍ରଦ୍ଧାଳୁମାନେ ମା’ ଦୁର୍ଗାଙ୍କ ପୂଜାର୍ଚ୍ଚନା କରୁଥିବା ଦେଖିବାକୁ ମିଳିଛି। ଏହି ପୂଜା ମଣ୍ଡପରେ ବିଭିନ୍ନ ରାଜନେତା ମା’ଙ୍କ ଦର୍ଶନ କରିଛନ୍ତି।

ଆଳିରେ ବିଜୟାଦଶମୀ

ଆଳିରେ ବିଜୟାଦଶମୀ

ଆଳି,୧୯।୧୦(ଡି.ଏନ୍‌.ଏ. ): କେନ୍ଦ୍ରାପଡ଼ା ଜିଲା ଆଳିରେ ରାଷ୍ଟ୍ରୀୟ ସ୍ବଂୟ ସେବକ ସଂଘ ପକ୍ଷରୁ ନିଆଳ ହାଟଠାରେ ଥିବା ହେଲିପ୍ୟାଡ୍‌ ପଡ଼ିଆରେ ଶୁକ୍ରବାର ବିଜୟାଦଶମୀ ଉତ୍ସବ ପାଳିତ ହୋଇଯାଇଛି। 

ପୋଖରୀରେ ବୁଡ଼ି ଜଣେ ମୃତ

ପୋଖରୀରେ ବୁଡ଼ି ଜଣେ ମୃତ

ଚଣ୍ଡୀଖୋଲ, ୧୮।୧୦(ଡି.ଏନ.ଏ.)-ବାଲିକନ୍ଦରପୁର ଥାନା ଅନ୍ତର୍ଗତ ପତରାଜପୁର ଗାଁର ସୁରେନ୍ଦ୍ର ସେନାପତିଙ୍କ ପୁଅ ସୂର୍ଯ୍ୟକାନ୍ତ ପୋଖରୀରେ ବୁଡ଼ି ପ୍ରାଣ ହରାଇଛନ୍ତି। 

ପୁରାତନ ଛାତ୍ର ସଂସଦର ବାର୍ଷିକ ଉତ୍ସବ

ମାର୍ଶାଘାଇ, ୧୮।୧୦(ଡି.ଏନ୍‌.ଏ.)- କେନ୍ଦ୍ରାପଡା ଜିଲା ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ମାର୍ଶଘାଇ ସ୍କୁଲ ପରିସରରେ ଗୁରୁବାର ପୁରାତନ ଛାତ୍ର ସଂସଦର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରତି ବର୍ଷ ପରି ଚଳିତ ବର୍ଷ ନବମୀ ତଥିରେ ନିରଞ୍ଜନ ବସ୍ତିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା।