Dharitri News
ରାଜ୍ୟ |

ବରଗଡ଼ ଧନୁଯାତ୍ରା କଳାକାରଙ୍କ ହାତ ଭାଙ୍ଗିଲା, ବଦଳିବେ ଉଗ୍ରସେନ ଅଭିନେତା

ବରଗଡ଼ ଧନୁଯାତ୍ରା କଳାକାରଙ୍କ ହାତ ଭାଙ୍ଗିଲା, ବଦଳିବେ ଉଗ୍ରସେନ ଅଭିନେତା ବରଗଡ଼ ଅଫିସ୍‌,୧୬।୧୨- ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଗୋଟିଏ ସପ୍ତାହ ବାକି ରହିଛି। କିନ୍ତୁ ଯାହାଙ୍କ ଅଭିନୟରୁ ଧନୁଯାତ୍ରା ଆରମ୍ଭ ଓ ଶେଷ ହୁଏ, ସେହି ଉଗ୍ରସେନ ଚରିତ୍ର ଅଭିନେତା ଆର୍ତ୍ତତ୍ରାଣ ମହାପାତ୍ରଙ୍କୁ ଏଥର ଆଉ ସେହି ଭୂମିକାରେ ଦେଖିବାକୁ ମିଳିବ ନାହିଁ। କାରଣ ଶନିବାର ସଂଧ୍ୟାରେ ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ବୀର ସୁରେନ୍ଦ୍ର ସାଏ ହାଇସ୍କୁଲର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଯାପନୀ ଦିବସରେ ପିଲାଙ୍କ ସହ ଭଲିବଲ୍‌ ଖେଳୁଥିବାବେଳେ ଆର୍ତ୍ତତ୍ରାଣଙ୍କ ଡାହାଣ ହାତ ଭାଙ୍ଗିଯାଇଛି। ସେ ସହରର ଏକ ଘରୋଇ ନର୍ସିଂହୋମରେ ଚିକିତ୍ସିତ ହୋଇଥିବାବେଳେ ଏକ ମାସ ପର୍ଯ୍ୟନ୍ତ ବିଶ୍ରାମ ନେବା ପାଇଁ ଡାକ୍ତର ତାଙ୍କୁ ପରାମର୍ଶ ଦେଇଛନ୍ତି। ବରଡ଼ୋଲସ୍ଥିତ ବୀର ସୁରେନ୍ଦ୍ର ସାଏ ହାଇସ୍କୁଲରେ କିରାଣିଭାବେ କାର୍ଯ୍ୟରତ ତୁରୁଙ୍ଗା ଗ୍ରାମର ଆର୍ତ୍ତତ୍ରାଣ ମହାପାତ୍ର ୨୦୦୯ରୁ ବରଗଡ଼ ଧନୁଯାତ୍ରାର ଉଗ୍ରସେନ ଭୂମିକାରେ ଅଭିନୟ କରିଆସୁଛନ୍ତି। ଏଥର କଂସ ଅଭିନେତା ବଦଳିଥିବାବେଳେ ଆର୍ତ୍ତତ୍ରାଣ ଆହତ ହୋଇଥିବାରୁ ଏବେ ଉଗ୍ରସେନ ଅଭିନେତା ମଧ୍ୟ ବଦଳିବେ। ଏ ସମ୍ପର୍କରେ ଧନୁଯାତ୍ରା ମହୋତ୍ସବ ସମିତି ସମ୍ପାଦକ ସୁରେଶ୍ୱର ଶତପଥୀ କହିଛନ୍ତି, ଉଗ୍ରସେନ ଭୂମିକାରେ ଯେଉଁ କଳାକାର ଭଲ ଅଭିନୟ କରିବେ, ସେଭଳି ଜଣେ କଳାକାରଙ୍କୁ ଏହି ଚରିତ୍ର ପାଇଁ ଚୟନ କରାଯିବ। ମହୋତ୍ସବର ସହଆବାହକ ଅଶୋକ ବେହେରା କହିଛନ୍ତି, ଗତ ୬ ତାରିଖରୁ ରିହର୍ସଲ ଚାଲିଥିଲା। ରିହର୍ସଲ ଶେଷ ପର୍ଯ୍ୟାୟରେ ପହଞ୍ଚିଥିବାବେଳେ ଆର୍ତ୍ତତ୍ରାଣ ଆହତ ହେବା ଓ ଏଥର ମହୋତ୍ସବରେ ତାଙ୍କ ଅନୁପସ୍ଥିତି ନିଶ୍ଚିତଭାବେ ପ୍ରଭାବ ପକାଇବ। ତଥାପି ଧନୁଯାତ୍ରାର ମାନ ଯେଭଳି ହ୍ରାସ ନ ପାଇବ, ସେଥିପ୍ରତି ଦୃଷ୍ଟିଦେଇ ଜଣେ କଳାକାରଙ୍କୁ ସେହି ଚରିତ୍ର ପାଇଁ ମନୋନୀତ କରାଯିବ। ସେହିପରି ଆର୍ତ୍ତତ୍ରାଣ କହିଛନ୍ତି, ହାତ ଭାଙ୍ଗିବ ବୋଲି କେବେ ଭାବି ନ ଥିଲି। ପିଲାଙ୍କ ସହ ଖେଳକୁଦ ବେଳେ ତଳେ ପଡ଼ିଯିବାରୁ ହାତ ଭାଙ୍ଗିଗଲା। ଏଥିପାଇଁ ଚଳିତବର୍ଷ ଅଭିନୟରୁ ବଞ୍ଚିତ ହେଉଥିବାରୁ ସେ ମର୍ମାହତ ବୋଲି କହିଛନ୍ତି।

ରାଜ୍ୟ |

ଜୁଏଲଙ୍କୁ ରମେଶଙ୍କ ଚିଠି

ଜୁଏଲଙ୍କୁ ରମେଶଙ୍କ ଚିଠି

ଭୁବନେଶ୍ୱର,୧୬।୧(ବ୍ୟୁରୋ): ପୋଲାଭରମ ପ୍ରକଳ୍ପ ନେଇ ରାଜ୍ୟ ସଭାରେ ଏମ୍‌ପି ଡି. ରାଜାଙ୍କ ପ୍ରଶ୍ନରେ କେନ୍ଦ୍ର ଜନଜାତି କଲ୍ୟାଣ ମନ୍ତ୍ରୀ ଜୁଏଲ ଓରାମ ଦେଇଥିବା ଉତ୍ତର ତଥ୍ୟଭିତ୍ତିକ ନୁହେଁ। ଏ ସଂକ୍ରାନ୍ତରେ ସୋମବାର ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ମନ୍ତ୍ରୀ ରମେଶ ମାଝୀ କେନ୍ଦ୍ରମନ୍ତ୍ରୀ ଜୁଏଲଙ୍କୁ ଚିଠି ଲେଖି ଜଣାଇଛନ୍ତି।

ପ୍ରଶାସନିକସ୍ତରରେ ଅଦଳବଦଳ

ପ୍ରଶାସନିକସ୍ତରରେ ଅଦଳବଦଳ

ଭୁବନେଶ୍ୱର,୧୬।୧(ବ୍ୟୁରୋ): ରାଜ୍ୟରେ ପ୍ରଶାସନିକସ୍ତରରେ ଅଦଳବଦଳ ହେବାନେଇ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, କୋରାପୁଟ ଜିଲାପାଳ ଭାବେ କେ.ଏସ. ଚକ୍ରବର୍ତ୍ତୀଙ୍କୁ ଦାୟିତ୍ୱ ଦିଆଯାଇଥିବାବେଳେ ମନୀଷ ଅଗ୍ରୱାଲଙ୍କୁ ମାଲକାନଗିରି ଜିଲାପାଳ ଦାୟିତ୍ୱ ଦିଆଯାଇଛି।

ପ୍ରି, ପାରା କ୍ଲିନିକାଲ ପାଠ୍ୟକ୍ରମରେ ପିଜି କରୁଥିବା ଡାକ୍ତରଙ୍କୁ ଆର୍ଥିକ ପ୍ରୋତ୍ସାହନ

ପ୍ରି, ପାରା କ୍ଲିନିକାଲ ପାଠ୍ୟକ୍ରମରେ ପିଜି କରୁଥିବା ଡାକ୍ତରଙ୍କୁ ଆର୍ଥିକ ପ୍ରୋତ୍ସାହନ

ଭୁବନେଶ୍ୱର,୧୬।୧(ବ୍ୟୁରୋ): ରାଜ୍ୟର ସରକାରୀ କଲେଜମାନଙ୍କରେ ପ୍ରି ଏବଂ ପାରା କ୍ଲିନିକାଲ ପାଠ୍ୟକ୍ରମରେ ପିଜି କରୁଥିବା ଡାକ୍ତରମାନଙ୍କୁ ମାସିକ ୧୮ହଜାର ଟଙ୍କା ଆର୍ଥିକ ପ୍ରୋତ୍ସାହନ ପ୍ରଦାନ କରାଯିବ।

ଏନ୍‌ସିସିର ସର୍ବଭାରତୀୟ ଉପକୂଳ ଯାତ୍ରା ଶୁଭାରମ୍ଭ

ଏନ୍‌ସିସିର ସର୍ବଭାରତୀୟ ଉପକୂଳ ଯାତ୍ରା ଶୁଭାରମ୍ଭ

ପୁରୀ ଅଫିସ, ୧୬।୧: ପୁରୀ ୬ଷ୍ଟ ବାଟାଲିୟନ୍‌ ଆନୁକୂଲ୍ୟରେ ଏନ୍‌ସିସି ପକ୍ଷରୁ ସର୍ବଭାରତୀୟ ଉପକୂଳ ଯାତ୍ରା(କୋଷ୍ଟାଲ ଟ୍ରେକିଙ୍ଗ୍‌ କ୍ୟାମ୍ପ) ୨୦୧୮ ଉଦ୍‌ଘାଟିତ ହୋଇଯାଇଛି।

୨ ଗାଁ ମଧ୍ୟରେ ସଂଘର୍ଷ: ପୋଲିସକୁ ଆକ୍ରମଣ

୨ ଗାଁ ମଧ୍ୟରେ ସଂଘର୍ଷ: ପୋଲିସକୁ ଆକ୍ରମଣ

ବାଲେଶ୍ୱର ଅଫିସ,୧୬।୧: ବାଲେଶ୍ୱର ଜିଲା ସୀମା ସହଦେବ ଖୁଣ୍ଟା ଥାନା ଅଧୀନ ବାଙ୍କିତିରା ଗାଁ ଏବଂ ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ କଳମା ଗାଁ ଭିତରେ କିଛିଦିନ ହେବ ଲାଗି ରହିଥିବା ବିବାଦ ମଙ୍ଗଳବାର ଉଗ୍ରରୂପ ଧାରଣ କରିଛି। ସଂଘର୍ଷରେ ୪ ଗ୍ରାମବାସୀ ଆହତ ହୋଇ ବାଲେଶ୍ୱର ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।

ଖଣ୍ଡଗିରିକୁ ଅସ୍ଥାୟୀ ସ୍ଥାନାନ୍ତର ହେବ ବରମୁଣ୍ଡା ବସ୍‌ଷ୍ଟାଣ୍ଡ

ଖଣ୍ଡଗିରିକୁ ଅସ୍ଥାୟୀ ସ୍ଥାନାନ୍ତର ହେବ ବରମୁଣ୍ଡା ବସ୍‌ଷ୍ଟାଣ୍ଡ

ଭୁବନେଶ୍ୱର,୧୫।୧(ବ୍ୟୁରୋ)-ଭୁବନେଶ୍ୱର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ଖଣ୍ଡଗିରି ପାଦଦେଶକୁ ଅସ୍ଥାୟୀ ଭାବେ ସ୍ଥାନାନ୍ତର କରାଯିବ । ଆନ୍ତଃ ରାଜ୍ୟ ବସ୍‌ ଟର୍ମିନାଲ (ଆଇଏସବିଟି) ନିର୍ମାଣ ପାଇଁ ଏହି ସ୍ଥାନାନ୍ତର ହେବ। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ଖଣ୍ଡଗିରି ପାଦଦେଶରେ ୨ ଏକର ଜମି ଚିହ୍ନଟ କରିଛି।

ନାବାଳିକା ବଳାତ୍କାର ମାମଲା: ୪ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ନାବାଳିକା ବଳାତ୍କାର ମାମଲା: ୪ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ଫୁଲବାଣୀ ଅଫିସ, ୧୫।୧ କନ୍ଧମାଳ ଜିଲା ଫୁଲବାଣୀ ପୋକ୍‌ସୋ କୋର୍ଟରେ ସୋମବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର ଶେଷ ହୋଇ ରାୟ ପ୍ରକାଶ ପାଇଛି । ଅତିରିକ୍ତ ଦୌରାଜଜ୍‌ ତଥା ପୋକ୍‌ସୋ କୋର୍ଟ ବିଚାରପତି ସୁଶାନ୍ତ ପଟେଲ ଘଟଣାରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ଦେଇଛନ୍ତି । ଏଥିସହ ପ୍ରତ୍ୟେକଙ୍କୁ ୨୦ହଜାର ଟଙ୍କା ଲେଖାଏ ଜରିମାନା କରିଛନ୍ତି । ଜରିମାନା ଅନାଦାୟ ଅଧିକ ୧ ବର୍ଷ ସଶ୍ରମ କାରାଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି ।

ରାଜଭବନରେ କୁଳପତି ସମ୍ମିଳନୀ: ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ରାଜନୈତିକ ଅଶାନ୍ତିକୁ ନେଇ ରାଜ୍ୟପାଳଙ୍କ ଉଦ୍‌ବେଗ

ରାଜଭବନରେ କୁଳପତି ସମ୍ମିଳନୀ: ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ରାଜନୈତିକ ଅଶାନ୍ତିକୁ ନେଇ ରାଜ୍ୟପାଳଙ୍କ ଉଦ୍‌ବେଗ

ଭୁବନେଶ୍ୱର, ୧୫।୧(ବ୍ୟୁରୋ)- ରାଜଭବନଠାରେ ସୋମବାର କୁଳପତି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟ କୁଳାଧିପତି ତଥା ରାଜ୍ୟପାଳ ଡ.ଏସ୍‌.ସି. ଜମିର ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରି ଉଚ୍ଚଶିକ୍ଷା କ୍ଷେତ୍ରରେ ସମୟ ଉପଯୋଗୀ ସଂସ୍କାର ଆଣିବାକୁ କୁଳପତିମାନଙ୍କୁ ପରାମର୍ଶ ଦେଇଛନ୍ତି।

ଭିନ୍ନକ୍ଷମ ଶିକ୍ଷାର୍ଥୀଙ୍କ ପାଇଁ ଖୋଲିବ ସ୍ବତନ୍ତ୍ର ସହାୟତା କେନ୍ଦ୍ର

ଭିନ୍ନକ୍ଷମ ଶିକ୍ଷାର୍ଥୀଙ୍କ ପାଇଁ ଖୋଲିବ ସ୍ବତନ୍ତ୍ର ସହାୟତା କେନ୍ଦ୍ର

ଭୁବନେଶ୍ୱର, ୧୫।୧(ବ୍ୟୁରୋ)- ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ଓଡ଼ିଶା ପ୍ରାଥମିକ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓପେପା) ପକ୍ଷରୁ ଭିନ୍ନକ୍ଷମ ଶିକ୍ଷାର୍ଥୀଙ୍କ ପାଇଁ ସ୍ବତନ୍ତ୍ର ସହାୟତା କେନ୍ଦ୍ର ସ୍ଥାପନ ହେବ। ଭୁବନେଶ୍ୱର ୟୁନିଟ୍‌-୯ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଏହି କେନ୍ଦ୍ର ଖୋଲାଯିବ।

କେରଳରେ ଦାଦନ ତ୍ରିଲୋଚନ ସୁନାନୀଙ୍କ ମୃତ୍ୟୁ ଘଟଣା : ମାନବାଧିକାର କମିଶନଙ୍କ ହସ୍ତକ୍ଷେପ

ଭବାନୀପାଟଣା,୧୫।୧(ଡି.ଏନ୍‌.ଏ.)- କେରଳ ରାଜ୍ୟ ପାଲ୍ଲକଡ ଜିଲା ତଳକାସେରିଠାରେ ଶ୍ରମିକ ଭାବରେ କାମ କରୁଥିବା ଭବାନୀପାଟଣା ସଦର ବ୍ଲକ ବିଜେପୁର ଗ୍ରାମର ତ୍ରିଲୋଚନ ସୁନାନୀଙ୍କ ୨୦୧୭ ନଭ୍ଟେମ୍ବର ୧ ତାରିଖରେ ମାଟି ଅତଡ଼ା ଧସି ମୃତ୍ୟୁ ଘଟିଥିଲା।

୫୦ ହଜାର କଳାକାରଙ୍କୁ ସହାୟତା ଦିଆଯିବ: ମୁଖ୍ୟମନ୍ତ୍ରୀ

୫୦ ହଜାର କଳାକାରଙ୍କୁ ସହାୟତା ଦିଆଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୫।୧(ବ୍ୟୁରୋ): ରାଜ୍ୟର କଳା ଓ ସଂସ୍କୃତିର ପ୍ରଚାର, ପ୍ରସାର ଦିଗରେ କାର୍ଯ୍ୟରତ ୫୦ ହଜାର କଳାକାରଙ୍କୁ ସହାୟତା ଦିଆଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ସଚିବାଳୟରେ ଏହା ଘୋଷଣା କରିଛନ୍ତି।

କାଶୀବାହାଲରେ କିଡ୍‌ନୀ ରୋଗ : ସ୍ଥିତି ଅନୁଧ୍ୟାନ କରିବେ ବିଶେଷଞ ଦଳ

ଭବାନୀପାଟଣା,୧୫।୧( ଡିଏନ୍‌ଏ)- କଳାହାଣ୍ଡି ଜିଲା କୋକସରା ବ୍ଲକ କାଶୀବାହାଲ ଗାଁରେ କିଡନୀ ରୋଗ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ନେଇ ଏକ ବିଶେଷଜ୍ଞ ଦଳ ସେଠାକୁ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିବାକୁ ଡାକ୍ତରୀ ଶିକ୍ଷା ଓ ତାଲିମ ବିଭାଗକୁ ଓଡିଶା ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚିଠି କରାଯାଇଛି।