ସମ୍ବଲପୁର

ଆଉ ଜଣେ ଚାଷୀ ଜୀବନ ହାରିଲେ

ଆଉ ଜଣେ ଚାଷୀ ଜୀବନ ହାରିଲେ
ବରଗଡ଼ ଅଫିସ୍‌/ଭଟଲି,୧୬।୧୨(ଡି.ଏନ୍‌.ଏ.)-ବରଗଡ଼ ଜିଲାରେ ଚାଷୀ ଆତ୍ମହତ୍ୟା ଅଭିଯୋଗ ଧାରା ଥମୁନାହିଁ। ଶନିବାର ଭୋର୍‌ ସମୟରେ ଜିଲାର ଭଟଲି ଥାନା ଅନ୍ତର୍ଗତ ଖର୍ସଲ ଗ୍ରାମର ଜଣେ ଚାଷୀ କୀଟନାଶକ ପିିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଚାଷୀ ହେଲେ ରୋହିତ ଭୋଇ (୪୦)। ଚକଡ଼ା ପୋକ ଉପଦ୍ରବ ଯୋଗୁ ଫସଲ ସମ୍ପୂର୍ଣ୍ଣ ଉଜୁଡ଼ିଯିବାରୁ ରୋହିତ ଆତ୍ମହତ୍ୟା କରିଥିବା ତାଙ୍କ ବାପା କୁଞ୍ଜ ବିହାରୀ ଭୋଇ ଅଭିଯୋଗ କରିଛନ୍ତି। ଏ ନେଇ ଭଟଲି ଥାନା ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ.୧୯/୧୭) ରୁଜୁ କରିଛି। ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ମୃତଦେହ ବ୍ୟବଚ୍ଛେଦ କରାଇ ପୋଲିସ ଅଧିକ ତଦନ୍ତ ଚଳାଇଛି। ରୋହିତ ପ୍ରାୟ ୬ଏକର ଜମିରେ ଧାନଚାଷ କରିଥିଲେ। ମାତ୍ର ଚକଡ଼ା ପୋକ ଉପଦ୍ରବ ଯୋଗୁ ଫସଲ ସମ୍ପୂର୍ଣ୍ଣ ଉଜୁଡ଼ିଯାଇଥିଲା। ଏଥିପାଇଁ ରୋହିତ ସବୁବେଳେ ଚିନ୍ତିତ ରହୁଥିଲେ ବୋଲି କୁଞ୍ଜବିହାରୀ କହିଛନ୍ତି। ଶନିବାର ଭୋର୍‌ ପ୍ରାୟ ୪ଟାରେ ସମସ୍ତେ ଶୋଇଥିବାବେଳେ ରୋହିତ ଘରେ ଥିବା କୀଟନାଶକ ପିଇ ଦେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଶନିବାର ସକାଳେ ଭଟଲି ପୋଲିସ, ତହସିଲଦାର ବିଶ୍ୱନାଥ ସାହୁ, ଅତିରିକ୍ତ ତହସିଲଦାର ଅନୀଲ ହୋତା ପ୍ରମୁଖ ଡାକ୍ତରଖାନାରେ ପହଞ୍ଚି ରୋହିତଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଇବା ସହ ଆତ୍ମହତ୍ୟା ସମ୍ପର୍କରେ ପଚରାଉଚରା କରିଥିଲେ। ସେହିପରି ତହସିଲଦାର ସାହୁ ଓ ଭଟଲି ଥାନା ଅଧିକାରୀ ନିରୋଦ କୁମାର ଦାଶ ରୋହିତଙ୍କ ଘରକୁ ଯାଇ ତଦନ୍ତ କରିଛନ୍ତି। ପରିବାର ଲୋକଙ୍କୁ ହରିଶ୍ଚନ୍ଦ୍ର ଯୋଜନାରୁ ୨ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି। ଏ ନେଇ ଯୁଗ୍ମ ତଦନ୍ତ ଚାଲିଛି। ତଦନ୍ତ ପରେ ଆତ୍ମହତ୍ୟାର କାରଣ ଜଣାପଡ଼ିବ ବୋଲି ତହସିଲଦାର ସାହୁ କହିଛନ୍ତି।
All Right Reserved By

ସମ୍ବଲପୁର

ବିଜେଡିରେ ଯୋଗଦେଲେ ନବ ଦାସ

ବିଜେଡିରେ ଯୋଗଦେଲେ ନବ ଦାସ

ଝାରସୁଗୁଡା ଅଫିସ୍‌/ଭୁବନେଶ୍ୱର, ୨୪।୧(ବ୍ୟୁରୋ): ଝାରସୁଗୁଡାର କଂଗ୍ରେସ ବିଧାୟକ ନବ ଦାସ ଓ ତାଙ୍କ ସମର୍ଥକମାନେ ବିଜେଡିରେ ଯୋଗଦେଇଛନ୍ତି।

ଛାତ୍ରୀଙ୍କୁ ଆତ୍ମସୁରକ୍ଷା ତାଲିମ

ଛାତ୍ରୀଙ୍କୁ ଆତ୍ମସୁରକ୍ଷା ତାଲିମ

ଅତାବିରା, ୨୪।୧(ଡି.ଏନ.ଏ): ବରଗଡ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କାଦୋବାହାଲ କଲେଜରେ ୧୭ଦିନ ଧରି ଚାଲିଥିବା ଛାତ୍ରୀଙ୍କ ଆତ୍ମସୁରକ୍ଷା ଓ କୋଶଳ ତାଲିମ ଶିବିର ଉଦଯାପିତ ହୋଇଯାଇଛି। 

‘ନାରୀର ପ୍ରଗତି ହେଲେ ଦେଶର ପ୍ରଗତି ସମ୍ଭବ’

‘ନାରୀର ପ୍ରଗତି ହେଲେ ଦେଶର ପ୍ରଗତି ସମ୍ଭବ’

ଅତାବିରା, ୨୪।୧(ଡି.ଏନ.ଏ): ବରଗଡ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ପୋଡବାଡି ନେତାଜୀ କ୍ଲବ ପରିସରରେ ୪୦ତମ କ୍ଲବର ବାର୍ଷିକୋତ୍ସବ ଓ ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁବାଷ ବୋଷଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। 

ଅଧାକଟା ଗଛ ଉପରେ ଚଢ଼ି ଓଲଟିଲା ବୋଲେରୋ: ବୌଦ୍ଧ ଜିଲା କୃଷି ଉପନିର୍ଦ୍ଦେଶକଙ୍କ ମୃତ୍ୟୁ; ଡ୍ରାଇଭର, ପିଅନ ଗୁରୁତର

ଅଧାକଟା ଗଛ ଉପରେ ଚଢ଼ି ଓଲଟିଲା ବୋଲେରୋ: ବୌଦ୍ଧ ଜିଲା କୃଷି ଉପନିର୍ଦ୍ଦେଶକଙ୍କ ମୃତ୍ୟୁ; ଡ୍ରାଇଭର, ପିଅନ ଗୁରୁତର

ବୌଦ୍ଧ,୨୪।୧(ସ୍ବ.ପ୍ର.): ବୌଦ୍ଧ ଜିଲା କୃଷି ଉପନିର୍ଦ୍ଦେଶକଙ୍କ ବୁଧବାର ରାତିରେ ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଡ୍ରାଇଭର ଓ ପିଅନ ଗୁରୁତର ହୋଇଥିବା ଜଣାପଡ଼ିଛି। 

ଜୋଙ୍କ ଜଳ ସେଚନ ବିବାଦ ତୁଟିଲା:  ୩୦ ଦିନ ପରେ ଧାରଣା ହଟିଲା;  ତଳମୁଣ୍ଡ ପାଇଁ ପାଣି ଛଡାଗଲା

ଜୋଙ୍କ ଜଳ ସେଚନ ବିବାଦ ତୁଟିଲା: ୩୦ ଦିନ ପରେ ଧାରଣା ହଟିଲା; ତଳମୁଣ୍ଡ ପାଇଁ ପାଣି ଛଡାଗଲା

ନୂଆପଡା ଅଫିସ,୨୪ା୧: ନୂଆପଡା ଜିଲାର ଭାତହାଣ୍ଡି କୁହାଯାଉଥିବା ଜୋଙ୍କ ଜଳ ସେଚନ ପ୍ରକଳ୍ପରୁ ରବି ଚାଷ ସକାଶେ ପାଣି ବଣ୍ଟନକୁ ନେଇ ଲାଗି ରହିଥିବା ବିବାଦର ସମାଧାନ ହୋଇଛି । ମଙ୍ଗଳବାର ବିଳମ୍ବିତ ରାତିର ନିଷ୍ପତ୍ତି ପରେ ଜିଲାପାଳ, ଏସପି ଦୁହେଁ ବୁଧବାର ମଧ୍ୟାହ୍ନରେ ଧାରଣାସ୍ଥଳରେ ପହଞ୍ଚତ୍ ନିର୍ଭର ପ୍ରତିଶ୍ରୁତି ପରେ ଚାଷୀମାନେ ଆନ୍ଦୋଳନରୁ ଓହରିଛନ୍ତି । 

ପଞ୍ଚାୟତ ଜମି ଜବରଦଖଲ:  ସରକାରୀ କୂଅ, ନଳକୂଅ ବି ଜବରଦଖଲରେ

ପଞ୍ଚାୟତ ଜମି ଜବରଦଖଲ: ସରକାରୀ କୂଅ, ନଳକୂଅ ବି ଜବରଦଖଲରେ

ନୂଆଗାଁ, ୨୪।୧ (ଡି.ଏନ.ଏ)- ସୁନ୍ଦରଗଡ ଜିଲାର ଉପାନ୍ତ ତଥା ଆଦିବାସୀ ବହୁଳ ନୂଆଗାଁ ବ୍ଲକରେ ରହିଛି ମୋଟ ୨୦ଟି ପଞ୍ଚାୟତ। ସେଥିମଧ୍ୟରୁ ସଦର ନୂଆଗାଁ ପଞ୍ଚାୟତ ଅନ୍ୟତମ। ସଦର ପଞ୍ଚାୟତ ହୋଇଥିବାରୁ ଏହା ନିଶ୍ଚିତ ରୂପେ ବ୍ଲକରେ ଏକ ପ୍ରମୁଖ ପଞ୍ଚାୟତ ଭାବରେ ରହିଛି।

ହାତୀ ଆକ୍ରମଣରେ ମହିଳା ମୃତ

ହାତୀ ଆକ୍ରମଣରେ ମହିଳା ମୃତ

ସୁନ୍ଦରଗଡ଼,୨୪।୧(ଡି.ଏନ୍‌.ଏ.) ସୁନ୍ଦରଗଡ଼ ସଦର ବ୍ଲକ ଅନ୍ତର୍ଗତ କଇଁସରା ଗ୍ରାମରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାଙ୍କ ନାମ କିଆବତୀ ଭୈଁଷାଲ (୬୫)। ମଙ୍ଗଳବାର ବିଳମ୍ବିତ ରାତିରେ ନିକଟସ୍ଥ ଜାମତଲିଆ ଜବତି ଜଙ୍ଗଲରୁ ଏକ ବଣୁଆ ଦନ୍ତା ହାତୀ ଗାଁକୁ ଚାଲିଆସିଥିଲା।

ଟ୍ରକ୍‌ ଧକ୍କାରେ ବାଇକ୍‌ ଚାଳକ ମୃତ

ଟ୍ରକ୍‌ ଧକ୍କାରେ ବାଇକ୍‌ ଚାଳକ ମୃତ

ଜମନକିରା,୨୩।୧(ଡି.ଏନ୍‌.ଏ):ସମ୍ବଲପୁର ଜିଲା ଜମନକିରା ଥାନା ଅଧୀନ ଟିକିଲିପଡ଼ା ନିକଟରେ ବୁଧବାର ଅପରାହ୍ନ ସାଢ଼େ ୨ଟାରେ ଦୁର୍ଘଟଣା ଘଟି ଜଣକର ମୃତ୍ୟୁ ଘଟିଛି। ଏକ ଟ୍ରକ୍‌ ଜଣେ ବାଇକ୍‌ ଚାଳକଙ୍କୁ ଧକ୍କା ଦେଇ ଖସି ପଳାଇଛି। 

ଭୟାବହ ଅଗ୍ନିକାଣ୍ଡ: ଯୁବକ ଜୀବନ୍ତ ଦଗ୍ଧ

ଭୟାବହ ଅଗ୍ନିକାଣ୍ଡ: ଯୁବକ ଜୀବନ୍ତ ଦଗ୍ଧ

ବୀରମହାରାଜପୁର,୨୩।୧(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଲୁଟୁପଙ୍କ ପଞ୍ଚାୟତ ଘିଚାପାଲି ଗ୍ରାମରେ ମଙ୍ଗଳବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର  ରଞ୍ଜନ ବିଭାର(୨୯) ଶୋଇଥିବା ବେଳେ କୌଣସି କାରଣରୁ  ଘରେ ନିଆଁ ଲାଗିଯାଇଥିଲା।

ମଠଖାଇ ମହୋତ୍ସବ: ନାଟକ ଏକ ଧୋତ୍ରାଚି ଗୋଷ୍ଠ ମଞ୍ଚସ୍ଥ

ମଠଖାଇ ମହୋତ୍ସବ: ନାଟକ ଏକ ଧୋତ୍ରାଚି ଗୋଷ୍ଠ ମଞ୍ଚସ୍ଥ

ବଲାଙ୍ଗୀର ଅଫିସ, ୨୩ା୧-ବଲାଙ୍ଗୀର କୋଶଳକଳା ମଣ୍ଡଳ ନୂଆ ରଙ୍ଗମଞ୍ଚରେ ଅନୁଷ୍ଠିତ ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବର ମଙ୍ଗଳବାର  ତୃତୀୟ ସନ୍ଧ୍ୟାରେ  ମୁମ୍ବାଇର ସଲାମ ବମ୍ବେ ଫାଉଣ୍ଡେଶନ୍‌ ରଙ୍ଗମଣ୍ଡଳ ଏବଂ ସୃଜନ ଫାଉଣ୍ଡେଶନ୍‌ ତରଫରୁ ମରାଠୀ ଓ ହିନ୍ଦୀ ନାଟକ ଏକ ଧୋତ୍ରାଚି ଗୋଷ୍ଠ ମଞ୍ଚସ୍ଥ ହୋଇଥିଲା| 

ସଫଳତା ପାଇଁ କଠିନ ପରିଶ୍ରମର ବିକଳ୍ପ ନାହିଁ

ସଫଳତା ପାଇଁ କଠିନ ପରିଶ୍ରମର ବିକଳ୍ପ ନାହିଁ

ବୀରମହାରାଜପୁର, ୨୩।୧ (ଡି.ଏନ.ଏ.)- ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର କଲେଜର ୩୭ତମ ବାର୍ଷିକ ଉତ୍ସବ ମଙ୍ଗଳବାର ପାଳିତ ହୋଇଯାଇଛି । ଏଥିରେ ଯୋଗଦେଇଥିବା ଅତିଥିମାନେ ଉଦ୍‌ବୋଧନ ପ୍ରସଙ୍ଗରେ ମତପ୍ରକାଶ କରିଥିଲେ ଯେ, କଠିନ ପରିଶ୍ରମର ବିକଳ୍ପ ନାହିଁ। 

ଜୋଙ୍କ ଜଳ ବିବାଦ ଘଟଣା  ଜିଲାପାଳ, ଏସପିଙ୍କ ମାରାଥନ ବୈଠକ  ଆଗକୁ ଆସିଛନ୍ତି ଦୁଇ ପକ୍ଷ

ଜୋଙ୍କ ଜଳ ବିବାଦ ଘଟଣା ଜିଲାପାଳ, ଏସପିଙ୍କ ମାରାଥନ ବୈଠକ ଆଗକୁ ଆସିଛନ୍ତି ଦୁଇ ପକ୍ଷ

ନୂଆପଡା ଅଫିସ,୨୩ା୧-ଜୋଙ୍କ ଜଳ ସେଚନ ପ୍ରକଳ୍ପରୁ ରବି ଚାଷ ସକାଶେ ପାଣି ବଣ୍ଟନ ବିବାଦ ଚରମ ସୀମାରେ ପହଞ୍ଚତ୍ଥିବା ବେଳେ ଜିଲା ପ୍ରଶାସନ ତରଫରୁ ଜିଲାପାଳ  ଏବଂ ଏସପି ତପତ୍ରତା ପ୍ରକାଶ କରି ମାରାଥନ ବୈଠକ ଚଳାଇଛନ୍ତି।