ମେଟ୍ରୋ |

ରାସ୍ତା ମଝିରେ ଅର୍ଦ୍ଧନଗ୍ନ ଯୁବତୀଙ୍କ ଉତ୍ପାତ

ରାସ୍ତା ମଝିରେ ଅର୍ଦ୍ଧନଗ୍ନ ଯୁବତୀଙ୍କ ଉତ୍ପାତ

ଭୁବନେଶ୍ୱର, ୧୭।୧୨(ବ୍ୟୁରୋ)- ଶନିବାର ରାତି ପ୍ରାୟ ୨ଟା। ନୟାପଲ୍ଲୀ ଥାନା ସିଆରପି ଛକ ନିକଟ ରାସ୍ତା ପାର୍ଶ୍ୱରେ ୨ଟି ସ୍କର୍ପିଓ ଲାଗିଲା। ଗାଡ଼ିରୁ ୬ ଯୁବକଙ୍କ ସହିତ ୨ ଯୁବତୀ ଓହ୍ଲାଇଲେ। ସମସ୍ତେ ନିଶାଶକ୍ତ ଥିବାବେଳେ ଯୁବତୀଦ୍ୱୟ ଅର୍ଦ୍ଧନଗ୍ନ ଅବସ୍ଥାରେ ଥିଲେ। ଏହାପରେ ସେମାନେ ରାସ୍ତା ଉପରକୁ ଆସି ନାଚିବା ସହିତ ଉଚ୍ଚ ସ୍ବରରେ ପାଟି କରିଥିଲେ। ସେହିବାଟ ଦେଇ ଯାଉଥିବା କେତେଜଣ ଯାତ୍ରୀ ସେମାନଙ୍କୁ କମେଣ୍ଟ କରୁଥିଲେ। ଯୁବତୀମାନେ ଗୋଡ଼ାଇ ଯାଇ ସେମାନଙ୍କୁ ଗାଳିଗୁଲଜ କରୁଥିଲେ। ଏପରି କି ଯୁବତୀମାନେ ସେମାନଙ୍କ ସହିତ ଆସିଥିବା ଯୁବକମାନଙ୍କ ସହିତ ରାସ୍ତା ଉପରେ ଅସଂଯତ ଅବସ୍ଥାରେ ଦେଖିବାକୁ ମିଳିଥିଲେ। ସ୍ଥାନୀୟ କେତେଜଣ ଲୋକ ସେମାନଙ୍କୁ ବାରଣ କରିବା ସହ ଘରକୁ ଯିବାକୁ କହିଥିଲେ ମଧ୍ୟ ସେମାନେ କାହା କଥା ଶୁଣି ନ ଥିଲେ। ବରଂ ଯେଉଁମାନେ ବିରୋଧ କରୁଥିଲେ ସେମାନଙ୍କୁ ମାଡ଼ ମାରିବାକୁ ଗୋଡ଼ାଉଥିଲେ। ପ୍ରାୟ ଅଧ ଘଣ୍ଟା ପର୍ଯ୍ୟନ୍ତ ଏଭଳି ଦୁଇ ଯୁବତୀ, ପୁରୁଷ ବନ୍ଧୁଙ୍କ ଆତଙ୍କ ଦେଖିବାକୁ ମିଳିଥିଲା। ଘଟଣା ସ୍ଥଳଠାରୁ କିଛି ଦୂରରେ ଫାଣ୍ଡି ଥିଲେ ମଧ୍ୟ କେହି ସେଠାକୁ ଆସି ନ ଥିଲେ। ଶେଷରେ ଉକ୍ତ ବାଟ ଦେଇ ଯାଉଥିବା କିଛି ଭଦ୍ରବ୍ୟକ୍ତି ଥାନାକୁ ଫୋନ୍‌ କରି ଜଣାଇଥିଲେ। ଖବର ପାଇ ପିସିଆର ଭ୍ୟାନ୍‌ ଘଟଣା ସ୍ଥଳକୁ ଆସିବା ଦେଖି ସେମାନେ ଚମ୍ପଟ ମାରିଥିଲେ।

All Right Reserved By

Model This Week

Model This Week

ମେଟ୍ରୋ |

ଚେନ ଲୁଟେରା ଗ୍ୟାଙ୍ଗ ଠାବ, ୨ ଗିରଫ, ୪ଟି ସୁନାଚେନ ଓ ମୋଟରସାଇକେଲ ଜବତ

ଚେନ ଲୁଟେରା ଗ୍ୟାଙ୍ଗ ଠାବ, ୨ ଗିରଫ, ୪ଟି ସୁନାଚେନ ଓ ମୋଟରସାଇକେଲ ଜବତ

କଟକ ଅଫିସ,୨୫।୪: ଜାତୀୟ ରାଜପଥ ଉପରୁ ମହିଳାଙ୍କ ବେକରୁ ଚେନ ଲୁଟ କରୁଥିବା ଏକ ଲୁଟେରା ଗ୍ୟାଙ୍ଗକୁ ଚାଉଳିଆଗଞ୍ଜ ଥାନା ପୋଲିସ ବୁଧବାର ଠାବ କରିଛି।

ପାର୍ସଲ ବୋମା ବିସ୍ଫୋରଣର ମାଷ୍ଟରମାଇଣ୍ଡ ପୁଞ୍ଜିଲାଲଙ୍କୁ ୧୦ ଦିନିଆ ରିମାଣ୍ଡରେ ଅଣାଯିବ: ଡିଜିପି

ପାର୍ସଲ ବୋମା ବିସ୍ଫୋରଣର ମାଷ୍ଟରମାଇଣ୍ଡ ପୁଞ୍ଜିଲାଲଙ୍କୁ ୧୦ ଦିନିଆ ରିମାଣ୍ଡରେ ଅଣାଯିବ: ଡିଜିପି

କଟକ ଅଫିସ,୨୫।୪: ବଲାଙ୍ଗୀର ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ଘଟଣାର ମାଷ୍ଟରମାଇଣ୍ଡ ଅଧ୍ୟାପକ ପୁଞ୍ଜିଲାଲ ମେହେର ବୋଲି ଜଣାପଡିଛି। ଘଟଣାର ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ କ୍ରାଇମବ୍ରାଞ୍ଚ ଏସ୍‌ଆଇଟିର ହସ୍ତଗତ ହୋଇଛି। ପୁଞ୍ଜିଲାଲ ବୋମା ତିଆରି କରି ରାୟପୁରରୁ ପାର୍ସଲ କରିଥିବା ତଦନ୍ତ ବେଳେ ଜଣାପଡିଥିବା ଡିଜିପି ରାଜେନ୍ଦ୍ର ପ୍ରସାଦ ଶର୍ମା ଏଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।

ପୁରୀ ଜିଲାକୁ ମ୍ୟାଲେରିଆମୁକ୍ତ ଲାଗି ଆହ୍ବାନ

ପୁରୀ ଜିଲାକୁ ମ୍ୟାଲେରିଆମୁକ୍ତ ଲାଗି ଆହ୍ବାନ

ପୁରୀ ଅଫିସ,୨୫।୪:ଜିଲା ସ୍ବାସ୍ଥ୍ୟ ସମିତି ଆନୁକୂଲ୍ୟରେ ବିଶ୍ୱ ମ୍ୟାଲେରିଆ ଦିବସ ବୁଧବାର ସିଡିଏମ୍‌ଓ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷ ଜ୍ୟୋତିର୍ମୟ ଦଳାଇ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଏହାକୁ ଉଦ୍‌ଘାଟନ କରିଥିଲେ।

ବରିଷ୍ଠ ନାଗରିକ ସେଲ୍‌ର ୪ର୍ଥ ବୈଠକ: ଶ୍ରୀମନ୍ଦିରରେ ସ୍ବତନ୍ତ୍ର ବ୍ୟବସ୍ଥା ଦାବି

ବରିଷ୍ଠ ନାଗରିକ ସେଲ୍‌ର ୪ର୍ଥ ବୈଠକ: ଶ୍ରୀମନ୍ଦିରରେ ସ୍ବତନ୍ତ୍ର ବ୍ୟବସ୍ଥା ଦାବି

ପୁରୀ ଅଫିସ,୨୫।୪: ପୁରୀ ଜିଲା ପୋଲିସ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ସେଲ୍‌ର ୪ର୍ଥ ବୈଠକ ବୁଧବାର ରିଜର୍ଭ ପୋଲିସ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପୁରୀ ଏସ୍‌ପି ସାର୍ଥକ ଷଡଙ୍ଗୀ ଅଧ୍ୟକ୍ଷତା କରିଥିଲେ।

ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଙ୍କୁ ଅସଦାଚରଣ ଘଟଣା: ଜେଲ ଗଲେ ଅଭିଯୁକ୍ତ ପ୍ରଧାନ ଶିକ୍ଷକ, ନିଲମ୍ବିତ ବି ହେଲେ

ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଙ୍କୁ ଅସଦାଚରଣ ଘଟଣା: ଜେଲ ଗଲେ ଅଭିଯୁକ୍ତ ପ୍ରଧାନ ଶିକ୍ଷକ, ନିଲମ୍ବିତ ବି ହେଲେ

କାକଟପୁର,୨୫।୪(ଡି.ଏନ୍‌.ଏ.): ନିଜ ବିଦ୍ୟାଳୟର ୩ ଜଣ ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଥିବା ପ୍ରଧାନଶିକ୍ଷକ ମାନସ ମିଶ୍ର ବୁଧବାର ଜେଲ ଯାଇଛନ୍ତି। ଏଥିସହ ମିଶ୍ରଙ୍କୁ ପୁରୀ ଜିଲା ଶିକ୍ଷାମଣ୍ଡଳାଧୀଶ ସଲୀଳା ସେଠୀ ଚାକିରିରୁ ନିଲମ୍ବିତ କରିଛନ୍ତି।

ସୁରକ୍ଷା ନ ପାଇଲେ ଯାତ୍ରାକୁ ଫେରିବି ନାହିଁ: ଉଷସୀ

ସୁରକ୍ଷା ନ ପାଇଲେ ଯାତ୍ରାକୁ ଫେରିବି ନାହିଁ: ଉଷସୀ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ଆକ୍ରମଣ ଘଟଣାକୁ ୩ ଦିନ ବିତିଯାଇଛି। ହେଲେ ପୋଲିସ କେବଳ ଅଭିଯୁକ୍ତଙ୍କ ଡ୍ରାଇଭରଙ୍କୁ ଗିରଫ କରିବାରେ ସଫଳ ହୋଇଛି। ତେଣୁ ପୋଲିସ ପ୍ରଶାସନ ଉପରୁ ଭରସା ଉଠିଗଲାଣି। ତେବେ ଉପଯୁକ୍ତ ସୁରକ୍ଷା ନ ପାଇଲେ ଯାତ୍ରାକୁ ଫେରିବି ନାହିଁ ବୋଲି ସ୍ଥାନୀୟ ଏକ ହୋଟେଲରେ ବୁଧବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଅଭିନେତ୍ରୀ ଉଷସୀ ମିଶ୍ର କହିଛନ୍ତି।

ଅନୁମୋଦିତ ହେଲା ପୁରୀ ପୌର ବଜେଟ

ଅନୁମୋଦିତ ହେଲା ପୁରୀ ପୌର ବଜେଟ

ପୁରୀ ଅଫିସ,୨୫।୪: ପୁରୀ ପୌର ସଂସ୍ଥାର ସ୍ବତନ୍ତ୍ର କାଉନସିଲ୍‌ ବୈଠକ ନଗରପାଳ ଜୟନ୍ତ କୁମାର ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୨୦୧୮-୧୯ ଆର୍ଥିକ ବର୍ଷର ବଜେଟକୁ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇ ବଜେଟକୁ ଅନୁମୋଦନ କରାଯାଇଛି। ଚଳିତ ଆର୍ଥିକ ବର୍ଷର ୭୫ କୋଟି ୩୧ଲକ୍ଷ ୯ହଜାର ୬୬୦ଟଙ୍କାର ସମତୁଲ ବଜେଟ ଅନୁମୋଦିତ ହୋଇଛି।

୨୦୦୮ ପରଠାରୁ ନୂଆ ଚିନିକଳ ସ୍ଥାପିତ ହୋଇନାହିଁ

୨୦୦୮ ପରଠାରୁ ନୂଆ ଚିନିକଳ ସ୍ଥାପିତ ହୋଇନାହିଁ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ୨୦୦୮ ପରଠାରୁ ରାଜ୍ୟରେ ନୂତନ ଚିନିକଳ ସ୍ଥାପନ କରାଯାଇନାହିଁ। ପୂର୍ବରୁ ଥିବା ୮ ଚିନିକଳ ମଧ୍ୟରୁ ୫ଟି ବନ୍ଦ ହୋଇ ପଡ଼ିରହିଛି।

ମହାପ୍ରଭୁଙ୍କୁ ଦର୍ଶନ କରି କ୍ଷମା ପ୍ରାର୍ଥନା କଲେ କଂସ

ମହାପ୍ରଭୁଙ୍କୁ ଦର୍ଶନ କରି କ୍ଷମା ପ୍ରାର୍ଥନା କଲେ କଂସ

ପୁରୀ ଅଫିସ,୨୫।୪: ଖୋର୍ଦ୍ଧା ଜିଲା ଜଟଣୀ ନିକଟ ପାତ୍ରପଡାଠାରେ ଅନୁଷ୍ଠିତ ୭ ଦିନିଆ ପୂର୍ବ ଓଡ଼ିଶା ଧନୁଯାତ୍ରା ମହୋତ୍ସବ ମଙ୍ଗଳବାର ଶେଷ ହୋଇଛି। ଏଥିରେ କଂସ ଭୂମିକାରେ ଅଭିନୟ କରିଥିବା ଲକ୍ଷ୍ମୀଧର ବିଶ୍ୱାଳ ବୁଧବାର ପୁରୀ ଆସି ପବିତ୍ର ମହୋଦଧିରେ ସ୍ନାନ କରି ନିଜ ପାପର ପ୍ରାୟଶ୍ଚିତ୍ତ କରିଛନ୍ତି।

ସଫାରୀ ସେବା ପାଇଁ ୩ୟ ଥର ଟେଣ୍ଡର

ସଫାରୀ ସେବା ପାଇଁ ୩ୟ ଥର ଟେଣ୍ଡର

ଭୁବନେଶ୍ୱର,୨୫।୪(ବ୍ୟୁରୋ): ନନ୍ଦନକାନନରେ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ପ୍ରଚଳିତ ଥିବା ପ୍ରାଣୀ ଉଦ୍ୟାନ ସଫାରୀ ସେବା ଲାଗି ପୂର୍ବରୁ ୨ ଥର ଟେଣ୍ଡର ଆହ୍ବାନ କରାଯାଥିଲା। ପ୍ରତ୍ୟେକ ଟେଣ୍ଡରରେ ଧାର୍ଯ୍ୟ ମୂଲ୍ୟଠାରୁ ଅଧିକ ରାଜସ୍ବ ପାଇଥିଲେ ମଧ୍ୟ ସେମାନଙ୍କ ମଧ୍ୟରୁ କେହି ରାଜିନାମାରେ ସ୍ବାକ୍ଷର କରିନାହାନ୍ତି।

ଜଙ୍ଗଲ ବିଭାଗରେ ୪୩୩ ପଦବୀ ଖାଲି

ଜଙ୍ଗଲ ବିଭାଗରେ ୪୩୩ ପଦବୀ ଖାଲି

ଭୁବନେଶ୍ୱର,୨୫।୪(ବ୍ୟୁରୋ): ରାଜ୍ୟରେ ଭାରତୀୟ ବନ ସେବା ଏବଂ ଓଡ଼ିଶା ବନ ସେବା ବିଭାଗରେ ୪୩୩ ପଦବୀ ଖାଲି ପଡ଼ିଛି। ଜଙ୍ଗଲ ବିଭାଗର ୧୬ ଅଫିସରଙ୍କୁ ଅନ୍ୟ ବିଭାଗ ଦାୟିତ୍ୱ ଦିଆଯାଇଥିବା ବେଳେ ୯ ଜଣ ଅଧିକାରୀ କେନ୍ଦ୍ରୀୟ ଡେପୁଟେଶନ୍‌ରେ ଯାଇଛନ୍ତି।

ଘରେ ପଶି ଲକ୍ଷାଧିକ ଟଙ୍କା, ସୁନାଗହଣା ଲୁଟ

ଘରେ ପଶି ଲକ୍ଷାଧିକ ଟଙ୍କା, ସୁନାଗହଣା ଲୁଟ

ନିରାକାରପୁର,୨୫।୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗି ବ୍ଲକ ଜଙ୍କିଆ ଥାନା ଅନ୍ତର୍ଗତ ସରପାରି ପଞ୍ଚାୟତ ସରପାରି ଟାଙ୍ଗି ସାହିରେ ମଙ୍ଗଳବାର ବିଳମ୍ବିତ ରାତିରେ ଲୁଟ ହୋଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା ଆରମ୍ଭ କରିଛି।