Dharitri News
ଖେଳ |

ଭାରତର କ୍ରମାଗତ ୮ମ ସିରିଜ ବିଜୟ

ଭାରତର କ୍ରମାଗତ ୮ମ ସିରିଜ ବିଜୟ ବିଶାଖାପାଟଣା, ୧୭।୧୨(ପି.ଟି.) ବୋଲରଙ୍କ ଶୃଙ୍ଖଳିତ ପ୍ରଦର୍ଶନ ପରେ ଶିଖର ଧାଓ୍ବନଙ୍କ ଅପରାଜିତ ଶତକ ଏବଂ ଶ୍ରେୟାସ ଆୟାରଙ୍କ ଅର୍ଦ୍ଧଶତକ ବଳରେ ଭାରତ ରବିବାର ଅନୁଷ୍ଠିତ ଶ୍ରୀଲଙ୍କା ବିପକ୍ଷ ତୃତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ସହଜ ବିଜୟ ହାସଲ କରିଛି। ଶ୍ରୀଲଙ୍କା ପକ୍ଷରୁ ଧାର୍ଯ୍ୟ ୨୧୬ ରନ ବିଜୟ ଲକ୍ଷ୍ୟକୁ ଭାରତ ୩୨.୧ ଓଭରରେ ମାତ୍ର ୨ ଉଇକେଟ ହରାଇ ହାସଲ କରି ନେଇଥିଲା। ୮ ଉଇକେଟରେ ଶ୍ରୀଲଙ୍କାକୁ ହରାଇବା ସହ ଟିମ୍‌ ଇଣ୍ଡିଆ ୩ ମ୍ୟାଚ ବିଶିଷ୍ଟ ସିରିଜକୁ ୨-୧ରେ ଜିତିଛି। ପ୍ରଥମ ଦିନିକିଆରେ ଲଜ୍ଜାଜନକ ପରାଜୟ ପରେ ଭାରତୀୟ ଦଳ ସଫଳ ପ୍ରତ୍ୟାବର୍ତ୍ତନ କରି ପରବର୍ତ୍ତୀ ୨ଟି ମ୍ୟାଚରେ ବିଜୟ ହାସଲ କରିଛି। କୁଲଦୀପ ଯାଦବ ମ୍ୟାନ ଅଫ ଦି ମ୍ୟାଚ ଓ ଧାଓ୍ବନ ମ୍ୟାନ ଅଫ ଦି ସିରିଜ ବିବେଚିତ ହୋଇଛନ୍ତି। ୨୦୧୬ ଜୁଲାଇ ପରଠାରୁ ଦ୍ୱିପାକ୍ଷିକ ସିରିଜରେ ଭାରତର ଏହା କ୍ରମାଗତ ୮ମ ବିଜୟ। ଟିମ୍‌ ଇଣ୍ଡିଆ ପାଇଁ ଚଳିତ ବର୍ଷ ଏହାଥିଲା ୬ଷ୍ଠ ଦିନିକିଆ ସିରିଜ ବିଜୟ।

ଖେଳ |

ଟି୨୦ ତ୍ରି-ରାଷ୍ଟ୍ରୀୟ ସିରିଜ ଖେଳିବେନି ରୁଟ୍‌

ଟି୨୦ ତ୍ରି-ରାଷ୍ଟ୍ରୀୟ ସିରିଜ ଖେଳିବେନି ରୁଟ୍‌

ସିଡ୍‌ନୀ, ୨୩।୧(ଏଏଫ୍‌ପି)- ଘରୋଇ ଅଷ୍ଟ୍ରେଲିଆ, ନ୍ୟୁଜିଲାଣ୍ଡ ଓ ଇଂଲଣ୍ଡକୁ ନେଇ ଫେବୃୟାରୀ ୩ରୁ ୨୧ ତାରିଖ ପର୍ଯ୍ୟନ୍ତ ଟି୨୦ ତ୍ରି-ରାଷ୍ଟ୍ରୀୟ ସିରିଜ ଅନୁଷ୍ଠିତ ହେବ। ବରିଷ୍ଠ ବ୍ୟାଟ୍ସମ୍ୟାନ ଜୋ ରୁଟ୍‌ ଏହି ଗୁରୁତ୍ୱପୂର୍ଣ୍ଣ ସୀମିତ ଓଭର ବିଶିଷ୍ଟ ସିରିଜ ଲାଗି ଇଂଲଣ୍ଡ ଦଳରୁ ଓହରିଯାଇଛନ୍ତି।

ବୋପାନ୍ନା-ବାବୋସ କ୍ୱାର୍ଟରଫାଇନାଲରେ

ବୋପାନ୍ନା-ବାବୋସ କ୍ୱାର୍ଟରଫାଇନାଲରେ

ମେଲବୋର୍ନ, ୨୩।୧(ପି.ଟି.)- ଭାରତୀୟ ଟେନିସ ଷ୍ଟାର ରୋହନ ବୋପାନ୍ନା ଓ ତାଙ୍କ ହଙ୍ଗେରିଆନ ପାର୍ଟନର ତିମେଆ ବାବୋସ ଯୋଡ଼ି ଏଠାରେ ଚାଲିଥିବା ଅଷ୍ଟ୍ରେଲିଆନ୍‌ ଓପନ୍‌ର ମିକ୍ସଡ୍‌ ଡବଲ୍ସ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି।

ଜାତୀୟ ସିନିୟର ଭାରୋତ୍ତୋଳନ: ସୁଶାନ୍ତଙ୍କୁ ସ୍ବର୍ଣ୍ଣ

ଜାତୀୟ ସିନିୟର ଭାରୋତ୍ତୋଳନ: ସୁଶାନ୍ତଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୨୩।୧(ସ୍ପୋଟର୍‌ସ ବ୍ୟୁରୋ): ମାଙ୍ଗାଲୋରରେ ଚାଲିଥିବା ଜାତୀୟ ସିନିୟର ଭାରୋତ୍ତୋଳନ ପ୍ରତିଯୋଗିତାରେ ଓଡ଼ିଶାର ସୁଶାନ୍ତ ସାହୁ ସ୍ବର୍ଣ୍ଣପଦକ ଅର୍ଜନ କରିଛନ୍ତି।

ବମ୍ବେରେ ଉଦ୍‌ଘାଟନୀ, ଉଦ୍‌ଯାପନୀ

ବମ୍ବେରେ ଉଦ୍‌ଘାଟନୀ, ଉଦ୍‌ଯାପନୀ

ନୂଆଦିଲ୍ଲୀ, ୨୨।୧(ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)ର ୧୧ତମ ସଂସ୍କରଣ ଏପ୍ରିଲ ୭ରୁ ଆରମ୍ଭ ହେବ। ଏହା ମେ ୨୭ ପର୍ଯ୍ୟନ୍ତ ଚାଲିବ ବୋଲି ସୋମବାର ଆଇପିଏଲ ଗଭର୍ନିଂ କାଉନ୍‌ସିଲ୍‌ ପକ୍ଷରୁ ପ୍ରକାଶ କରାଯାଇଛି। ଏହି ଅର୍ଥକରୀ ଟି୨୦ ଲିଗ୍‌ର ଉଦ୍‌ଘାଟନୀ ସମାରୋହ ଏପ୍ରିଲ ୬ରେ ଓ ଉଦ୍‌ଯାପନୀ ବମ୍ବେରେ ଅନୁଷ୍ଠିତ ହେବ।

ଜୋକୋଭିଚ୍‌ଙ୍କ ବିପର୍ଯ୍ୟୟ, କ୍ୱାର୍ଟରରେ ଫେଡେରର, ହାଲେପ୍‌

ଜୋକୋଭିଚ୍‌ଙ୍କ ବିପର୍ଯ୍ୟୟ, କ୍ୱାର୍ଟରରେ ଫେଡେରର, ହାଲେପ୍‌

ମେଲବୋର୍ନ,୨୨ା୧(ଏ.ଏଫ୍‌.ପି)- ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଅଷ୍ଟ୍ରେଲିଆନ ଓପନ ଟେନିସ୍‌ ଟୁର୍ନାମେଣ୍ଟରେ ଅଷ୍ଟମ ଦିନରେ ପହଞ୍ଚିଛି। ସୋମବାର ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପୂର୍ବତନ ଏକ ନମ୍ବର ଖେଳାଳି ୧୪ତମ ସିଡ ମାନ୍ୟତା ପାଇଥିବା ସର୍ବିୟାର ନୋଭାକ ଜୋକୋଭିଚ୍‌ ପୁରୁଷ ସିଙ୍ଗଲ୍ସ ଇଭେଣ୍ଟର ଚତୁର୍ଥ ରାଉଣ୍ଡ ମ୍ୟାଚରେ ପରାସ୍ତ ହୋଇ ବିଦାୟ ନେଇଛନ୍ତି।

୪୯ ବଲରେ ଶତକ ମାରିଲେ ରାଇନା

୪୯ ବଲରେ ଶତକ ମାରିଲେ ରାଇନା

କୋଲକାତା, ୨୨।୧(ପି.ଟି.)- ଜାତୀୟ ଦଳରୁ ଅଲୋଡ଼ା ହୋଇଥିବା ତଥା ସୀମିତ ଓଭର କ୍ରିକେଟରେ ଜଣେ ବିଶେଷଜ୍ଞ ଭାବେ ପରିଚିତ ହୋଇଥିବା ଷ୍ଟାର ବ୍ୟାଟ୍ସମ୍ୟାନ ସୁରେଶ ରାଇନା ଦୀର୍ଘ ଦିନର ବ୍ୟବଧାନ ପରେ ଫର୍ମକୁ ଫେରିଛନ୍ତି।

ଅଷ୍ଟ୍ରେଲିଆନ୍‌ ଓପନ୍‌: ବୋପାନ୍ନା, ଶରନ ହାରିଲେ

ଅଷ୍ଟ୍ରେଲିଆନ୍‌ ଓପନ୍‌: ବୋପାନ୍ନା, ଶରନ ହାରିଲେ

ମେଲବୋର୍ନ, ୨୨।୧(ପି.ଟି.)- ଦୁଇ ଭାରତୀୟ ଖେଳାଳି ରୋହନ ବୋପାନ୍ନା ଓ ଡିଭିଜ ଶରନ ଅଷ୍ଟ୍ରେଲିଆନ୍‌ ଓପନ୍‌ ପୁରୁଷ ଡବଲ୍ସର ତୃତୀୟ ରାଉଣ୍ଡ ହର୍ଡଲ୍ସ ଅତିକ୍ରମ କରିବାରେ ବିଫଳ ହୋଇଛନ୍ତି।

ସ୍ମିଥ୍‌ଙ୍କୁ ବିଶ୍ରାମ, ଓ୍ବାର୍ନର ଅଧିନାୟକ

ସ୍ମିଥ୍‌ଙ୍କୁ ବିଶ୍ରାମ, ଓ୍ବାର୍ନର ଅଧିନାୟକ

ମେଲବୋର୍ନ, ୨୨।୧(ଏଏଫ୍‌ପି)- ଅଷ୍ଟ୍ରେଲିଆ, ଇଂଲଣ୍ଡ ନ୍ୟୁଜିଲାଣ୍ଡକୁ ନେଇ ଏକ ତ୍ରି-ରାଷ୍ଟ୍ରୀୟ ଟି୨୦ ସିରିଜ ଆସନ୍ତା ଫେବୃୟାରୀ ୩ରୁ ଆରମ୍ଭ ହେବ। ଏଥିଲାଗି ଘରୋଇ ଅଷ୍ଟ୍ରେଲିଆ ଦଳ ସୋମବାର ଘୋଷଣା କରାଯାଇଛି। ଦଳର ନିୟମିତ ଅଧିନାୟକ ଷ୍ଟିଭ ସ୍ମିଥଙ୍କୁ ଏହି ସିରିଜରୁ ବିଶ୍ରାମ ଦିଆଯାଇଥିବାବେଳେ

ପ୍ରଥମ ଟି୨୦ରେ ନ୍ୟୁଜିଲାଣ୍ଡ ବିଜୟୀ

ପ୍ରଥମ ଟି୨୦ରେ ନ୍ୟୁଜିଲାଣ୍ଡ ବିଜୟୀ

ଓ୍ବେଲିଂଟନ, ୨୨।୧(ଏଏଫ୍‌ପି)- ଭ୍ରମଣକାରୀ ପାକିସ୍ତାନ ବିପକ୍ଷରେ ଏଠାରେ ଅନୁଷ୍ଠିତ ପ୍ରଥମ ଟି୨୦ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ବିଜୟୀ ହୋଇଛି। ସ୍ଥାନୀୟ ଓ୍ବେଷ୍ଟପାକ୍‌ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଏହି ମ୍ୟାଚ୍‌ରେ ପାକିସ୍ତାନ ପକ୍ଷରୁ ଧାର୍ଯ୍ୟ ୧୦୬ ରନର ଲକ୍ଷ୍ୟକୁ ଟିମ୍‌ ସୌଦୀଙ୍କ ଦଳ ୭ ଉଇକେଟ୍‌ ଓ ୨୫ଟି ବଲ ସୁରକ୍ଷିତ ଥାଇ ହାସଲ କରିନେଇଥିଲା।

ବ୍ୟାଡ୍‌ମିଣ୍ଟନ ପ୍ରିମିୟର ଲିଗ୍‌: ପୁରୀ ସ୍ମାସ୍‌ କିଙ୍ଗ୍‌ ଚାମ୍ପିୟନ

ବ୍ୟାଡ୍‌ମିଣ୍ଟନ ପ୍ରିମିୟର ଲିଗ୍‌: ପୁରୀ ସ୍ମାସ୍‌ କିଙ୍ଗ୍‌ ଚାମ୍ପିୟନ

କଟକ ଅଫିସ,୨୧ା୧-ଓଡ଼ିଶା ରାଜ୍ୟ ବ୍ୟାଡ୍‌ମିଣ୍ଟନ ଆସୋସିଏଶନ ଓ କଟକ କ୍ଲବର ମିଳିତ ଆନୁକୂଲ୍ୟରେ ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମଠାରେ ଚାଲିଥିବା ପ୍ରିମିୟର ବ୍ୟାଡ୍‌ମିଣ୍ଟନ ଲିଗ୍‌ ରବିବାର ଉଦ୍‌ଯାପିିତ ହୋଇଯାଇଛି।

ରାଜ୍ୟସ୍ତରୀୟ କୁସ୍ତି ଉଦ୍‌ଯାପିତ

ରାଜ୍ୟସ୍ତରୀୟ କୁସ୍ତି ଉଦ୍‌ଯାପିତ

ଭୁବନେଶ୍ୱର, ୨୧।୧(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ ଉତ୍କଳ କରାଟେ ସ୍କୁଲଠାରେ ଗତ ଦୁଇଦିନ ଧରି ଚାଲିଥିବା ରାଜ୍ୟ କୁସ୍ତି ପ୍ରତିଯୋଗିତା ରବିବାର ଉଦ୍‌ଯାପିତ ହୋଇଯାଇଛି।

ନାଡାଲ- ସିଲିକ, ଓଜନିଆକି- ନାଭାରୋ କ୍ୱାର୍ଟର ଫାଇନାଲ

ନାଡାଲ- ସିଲିକ, ଓଜନିଆକି- ନାଭାରୋ କ୍ୱାର୍ଟର ଫାଇନାଲ

ମେଲବୋର୍ନ,୨୧ା୧(ପି.ଟି.)- ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଅଷ୍ଟ୍ରେଲିଆନ୍‌ ଓପନ ଟେନିସ ଟୁର୍ନାମେଣ୍ଟ ସପ୍ତମ ଦିନରେ ପହଞ୍ଚିଛି। ପୁରୁଷ ସିଙ୍ଗଲ୍ସରେ ବିଶ୍ୱର ଏକ ନମ୍ବର ଖେଳାଳି ସ୍ପେନାର ରାଫେଲ ନାଡାଲ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି।