ସମ୍ପାଦକୀୟ |

ଜୀବନବାଦର କବି

ଜୀବନବାଦର କବି
ବ୍ୟକ୍ତିତ୍ୱ/ଜିତେନ୍ଦ୍ର ମୂର୍ତ୍ତିଦେବୀ ପୁରସ୍କାର ଭାରତୀୟ ସାହିତ୍ୟ କ୍ଷେତ୍ରରେ ଅନ୍ୟତମ ସମ୍ମାନ ଭାବେ ଜଣାଶୁଣା। ସାହିତ୍ୟ ଓ ଗବେଷଣା ସଂସ୍ଥା ‘ଭାରତୀୟ ଜ୍ଞାନପୀଠ’ ଦ୍ୱାରା ଏହା ପ୍ରତିବର୍ଷ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ଥିବା ଭାରତୀୟ ଭାଷା ଓ ଇଂଲିଶ ସାହିତ୍ୟରେ ଉଲ୍ଲେଖନୀୟ କୃତି ପାଇଁ ଜଣେ ଭାରତୀୟଙ୍କୁ ପ୍ରଦାନ କରାଯାଇଆସୁଛି। ବର୍ତ୍ତମାନ ଏହାର ପୁରସ୍କାର ବିଜେତାଙ୍କୁ ସରସ୍ବତୀଙ୍କ ପ୍ରତିମୂର୍ତ୍ତି ସହ ୪ ଲକ୍ଷ ଟଙ୍କା ନଗଦ ଅର୍ଥରାଶି ଦିଆଯିବାର ବ୍ୟବସ୍ଥା ରହିଛି। ୨୦୧୭ ମସିହା ପାଇଁ ବଙ୍ଗଳା କବି ଜୟ ଗୋସ୍ବାମୀଙ୍କୁ ଏଥିଲାଗି ଚୟନ କରାଯାଇଛି। କବିତା ସଙ୍କଳନ ‘ଦୁ ଦୋନ୍ତେ ଫୋଓ୍ବାରା ମାତ୍ରୋ’ ପାଇଁ ସେ ୩୧ତମ ମୂର୍ତ୍ତିଦେବୀ ପୁରସ୍କାର ପାଇବେ ବୋଲି ସଂସ୍ଥା ପକ୍ଷରୁ ଘୋଷଣା ହେବା ପରେ ତାଙ୍କ ବ୍ୟକ୍ତିତ୍ୱ ଚର୍ଚ୍ଚାକୁ ଆସିଛି। ଜୟ ୧୯୫୪ ନଭେମ୍ବର ୧୦ରେ ପଶ୍ଚିମବଙ୍ଗର କଲିକତାଠାରେ ଜନ୍ମଗ୍ରହଣ କରିଥିଲେ। ପରବର୍ତ୍ତୀ ସମୟରେ ତାଙ୍କ ପରିବାର ନଦିଆର ରାଣାଘାଟକୁ ଚାଲିଯାଇଥିଲେ। ସେବେଠାରୁ ଜୟ ସେଠାରେ ରହିଆସୁଛନ୍ତି। ଖୁବ୍‌ କମ୍‌ ବୟସରୁ ସେ କବିତା ଲେଖା ପ୍ରତି ଆଗ୍ରହ ଦେଖାଇ ଆସିଥିଲେ। ତାଙ୍କ ପିତା ମଧୁ ଗୋସ୍ବାମୀ ଥିଲେ ସ୍ବାଧୀନତା ସଂଗ୍ରାମୀ। କବିତା ପ୍ରତି ପୁଅର ଦୁର୍ବଳତା ଥିବା ଜାଣିବା ପରେ ପିତା ତାଙ୍କୁ ଏ ଦିଗରେ ଆଗକୁ ବଢ଼ିବା ପାଇଁ ଉତ୍ସାହିତ କରିଥିଲେ। ହେଲେ ତାଙ୍କୁ ଯେତେବେଳେ ମାତ୍ର ୬ ବର୍ଷ ବୟସ ହୋଇଥିଲା ସେ ପିତାଙ୍କୁ ହରାଇଥିଲେ। ପିତାଙ୍କ ମୃତ୍ୟୁ ପରେ ଘରର ସମସ୍ତ ଦାୟିତ୍ୱ ତାଙ୍କ ମା’ଙ୍କ ଉପରେ ପଡ଼ିଥିଲା। ଶିକ୍ଷୟିତ୍ରୀ ଥିବା ତାଙ୍କ ମା’ଙ୍କର ୧୯୮୪ରେ ପରଲୋକ ହେବା ପରେ ଜୟ ଅସହାୟ ହୋଇପଡ଼ିଥିଲେ। ଫଳରେ ଏକାଦଶ ଶ୍ରେଣୀ ପର୍ଯ୍ୟନ୍ତ ସେ ପଢ଼ିବାର ସୁଯୋଗ ପାଇଥିଲେ। ସେତେବେଳକୁ ସେ କବିତା ଲେଖିବାରେ ମଜ୍ଜିଯାଇଥିଲେ। ଛୋଟ ଛୋଟ ପତ୍ରିକାରେ ତାଙ୍କ ଲେଖା ପ୍ରକାଶ ପାଇବାରେ ଲାଗିଲା। ଯେତେବେଳେ ପ୍ରଭାବଶାଳୀ ‘ଦେଶ୍‌ ପତ୍ରିକା’ରେ ତାଙ୍କ କବିତା ସ୍ଥାନ ପାଇଲା ସେତେବେଳେ ସେ ପାଠକୀୟ ସ୍ବୀକୃତି ପାଇଲେ। ଏହା ପରେ ତାଙ୍କ ପ୍ରଥମ କବିତା ସଙ୍କଳନ ‘ଖ୍ରୀଷ୍ଟମାସ୍‌ ଓ ଶିତେର ସନେଟ ଗୁଚ୍ଛାଓ’ ପାଠିକାପାଠକଙ୍କ ଦ୍ୱାରା ଆଦୃତିଲାଭ କରିଥିଲା। ବଙ୍ଗଳା ଭାଷାରେ ଅତି ସାବଲୀଳ ଢଙ୍ଗରେ ଲେଖି ସେ ସାହିତ୍ୟ କ୍ଷେତ୍ରରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଥିଲେ। କବିତା ରଚନା ଯେଭଳି ଅଧିକ ବୋଧଗମ୍ୟ ହୋଇପାରିବ ସେଥିପାଇଁ ଅନବରତ ପ୍ରୟାସ କରିଚାଲିଥିଲେ। ବଙ୍ଗଳା ଏକାଡେମୀର ଦ୍ୱାରା ପ୍ରଦତ୍ତ ‘ଅନିତା-ସୁନୀଲ ବସୁ’ ସମ୍ମାନ ପାଇବା ପରେ ସେ ପଛକୁ ଚାହିଁ ନ ଥିଲେ। ୧୯୮୯ରେ ‘ଘୁମେଇଚ୍ଛୋ, ଝାଉପଟା?’ ପାଇଁ ପଶ୍ଚିମବଙ୍ଗ ସରକାରଙ୍କ ମର୍ଯ୍ୟାଦାଜନକ ‘ଆନନ୍ଦ ପୁରସ୍କାର’ ଏବଂ ୨୦୦୦ ମସିହାରେ ‘ପାଗଳି ତୋମାରା ସଙ୍ଗେ’ ଲାଗି ସାହିତ୍ୟ ଏକାଡେମୀ ସମ୍ମାନ ପାଇଥିଲେ। ତେବେ ଏବର ମୂର୍ତ୍ତିଦେବୀ ପୁରସ୍କାର ତାଙ୍କୁ ସର୍ବଭାରତୀୟ ସ୍ବୀକୃତି ପ୍ରଦାନ କରିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହେଉଛି ଏହି ସମ୍ମାନ ପାଇବାରେ ସେ ପ୍ରଥମ ବଙ୍ଗଳା କବି ହେବାକୁ ଯାଉଛନ୍ତି। ‘ଦୁ ଦୋନ୍ତେ ଫୋଓ୍ବାରା ମାତ୍ରୋ’ ହେଉଛି ଜୟଙ୍କ ଆତ୍ମଜୀବନୀମୂଳକ କବିତା ସଙ୍କଳନ। ସେଥିରେ ଜୀବନବାଦର ଛାପ ପଡ଼ିଥିବା ଦେଖିବାକୁ ମିଳିଥାଏ। ଏଥିସହିତ ସମାଜ ବିରୋଧୀ ଚିନ୍ତାଧାରାକୁ ପ୍ରତିହତ କଲା ଭଳି ଉପାଦାନ ତାଙ୍କ ସର୍ଜନାରୁ ପାଠିକାପାଠକ ସାଉଁଟିଥାନ୍ତି ବୋଲି ସମୀକ୍ଷକମାନେ କହିଥାନ୍ତି।
All Right Reserved By

ସମ୍ପାଦକୀୟ |

ମାଛଦ୍ୱାରା ପାଦ ଚିକିତ୍ସା

ମାଛଦ୍ୱାରା ପାଦ ଚିକିତ୍ସା

ପରିବେଶ ପରିଚିନ୍ତା/ ମାନେକା ଗାନ୍ଧୀ

କିଛିମାସ ତଳେ ଜଣେ ଯୁବତୀ ନ୍ୟୁୟର୍କରେ ତାଙ୍କ ଡାକ୍ତରଙ୍କ ପାଖକୁ ଯାଇଥିଲେ। ଛଅମାସ ହେଲା ତାଙ୍କ ପାଦ ନଖଗୁଡ଼ିକ କଳାପଡ଼ି ଝଡ଼ିଯାଉଥିଲା। ତାଙ୍କ ପରିବାରରେ ଏମିତି ସମସ୍ୟା ଆଉ କାହାର ନାହିଁ ଏବଂ ତାଙ୍କର ମଧ୍ୟ ଅନ୍ୟ କୌଣସି ରୋଗ ନାହିଁ ବା ଏପରି ଭାବେ ନଖ ପଚିବାର ପାରିବାରିକ ଇତିହାସ ନାହିଁ। ପରୀକ୍ଷାରୁ ଜଣାପଡ଼ିଲା ଯେ, ଛଅମାସ ତଳେ ସେ ମାଛ ଦ୍ୱାରା ପାଦ ଚିକିତ୍ସା (ଫିଶ୍‌ ପେଡିକିଓର) କରାଇଥିଲେ। ମାଛ ହିଁ ତାଙ୍କ ନଖର ମଞ୍ଜଭାଗରେ (ଯେଉଁଠୁ ନଖ କଅଁଳେ) କ୍ଷତ ସୃଷ୍ଟି କରିଛି। ଫଳରେ ଓନିକୋମାଡେସିସ୍‌ (ନଖପଚା ରୋଗ) ସୃଷ୍ଟି ହୋଇଛି ଓ ନଖ କଳାପଡ଼ି ଝଡ଼ିଯାଉଛି। ଆଗକୁ ପରିସ୍ଥିତି ଆହୁରି ଖରାପ ହୋଇପାରେ। ପଚାନଖ ତଳେ ...

ରାଜନେତା ଓ ନାଗରିକ ସମାଜ

ରାଜନେତା ଓ ନାଗରିକ ସମାଜ

ଡ. ସୁବାସ ଚନ୍ଦ୍ର ପାତ୍ର

ଓଡ଼ିଶାର ରାଜନେତାମାନେ ଏକ ସୁସ୍ଥ, ସୁନ୍ଦର ନାଗରିକ ସମାଜ ଗଠନ ସେମାନଙ୍କର ଦାୟିତ୍ୱ ବୋଲି କେବେ ଭାବନ୍ତି ନାହିଁ। କରତାଳି, ପତାକା ଧାରଣ, ମାଗଣା ଇନ୍ଧନରେ ମୋଟର ସାଇକେଲ ଚାଳନା ପାଇଁ ଯୁବଗୋଷ୍ଠୀ ସଂଗ୍ରହ ଏବଂ ଏ ସବୁ ମାଧ୍ୟମରେ ଭୋଟ ସଂଗ୍ରହ ଓ କ୍ଷମତା ଦଖଲ ସେମାନଙ୍କ ମୁଖ୍ୟ କାମ ବୋଲି ସେମାନେ ବିଚାର କରନ୍ତି। ସଂହତିପୂର୍ଣ୍ଣ, ଆଦର୍ଶଭରା ଏକ ତ୍ୟାଗପୂତ ସମାଜ ନିର୍ମାଣ ମଧ୍ୟ ଏକ ରାଜନୈତିକ କର୍ତ୍ତବ୍ୟ ବୋଲି ସେମାନେ ଚିନ୍ତା କରନ୍ତି ନାହିଁ। ତା’ର ପ୍ରମୁଖ କାରଣ କ୍ଷମତାମନସ୍କତା, ସମାଜମନସ୍କତା ବା ରାଷ୍ଟ୍ରମନସ୍କତା ନୁହେଁ।...

ଚନ୍ଦ୍ରରେ ଚିତ୍ରକର

ଚନ୍ଦ୍ରରେ ଚିତ୍ରକର

ଡ. ତୁଷାରକାନ୍ତି ଦାସ

ଦୁଇ ହାତ ପାପୁଲିରେ ଆଞ୍ଜୁଳାଏ ପାଣିରେ ଜହ୍ନକୁ ସେ ଧରିଛି। ସତେ ବା ସେ ଆଞ୍ଜୁଳାଏ ପାଣିରେ ଜହ୍ନଟା ଚିକ୍‌ମିକ୍‌ କରୁଛି- ଚିତ୍ରକରଟିଏ ଆଞ୍ଜୁଳାଏ ପାଣିରେ ଜହ୍ନର ପ୍ରତିବିମ୍ବକୁ କାନ୍‌ଭାସରେ ଉତାରୁଥିବାବେଳେ କେବେ ବି କ’ଣ ଭାବିଥିବ ଜହ୍ନକୁ ଯାଇ ସେଠାରେ ଜହ୍ନର ଛବି ଆଙ୍କିବ ବୋଲି? ହଁ ଆଜ୍ଞା, ଚିତ୍ରକରର ଏ ଭାବନା ସତ୍ୟ ହେବାକୁ ଯାଉଛି। ଆଉ ଆପଣ କହିପାରିବେନି ‘କବି କଳପନା ସରଗ ସିନା ଲୋ ମନ ଭୁଲାଇବା ପାଇଁ’। କାରଣ ଏ କଳ୍ପନା ବାସ୍ତବରେ ପରିଣତ ହେବାକୁ ଯାଉଛି। ଜାପାନୀ କୋଟିପତି ବ୍ୟବସାୟୀ ୟୁସାକୁ ମେଜାଓ୍ବା ୬ ...

ଏଇ ଭାରତରେ

ଏଇ ଭାରତରେ

ଧର୍ମନିରପେକ୍ଷ ଗଣତନ୍ତ୍ର ଦେଶ ଭାରତ । ଏହାର ପ୍ରତିଟି ପର୍ବପର୍ବାଣିରେ ଦେଖିବାକୁ ମିଳେ ସାମ୍ପ୍ରଦାୟିକ ସଦ୍‌ଭାବନାର ନିଆରା ନମୁନା। ବର୍ତ୍ତମାନ ଦେଶର କୋଣ ଅନୁକୋଣରେ ଦଶହରା ଯାକଜମକରେ ପାଳନ କରାଯାଉଛି। ଏଭଳି ସମୟରେ ସର୍ବଧର୍ମ ସମନ୍ବୟର ବାର୍ତ୍ତାବାହକ ସାଜିଛନ୍ତି ପୂର୍ବୋତ୍ତର ରାଜ୍ୟ ଆସାମରେ ହାସିମ୍‌ ଅଲି। ଡାରାଙ୍ଗ୍‌ ଜିଲାର ଡାଲଗାଓଁ ଅଞ୍ଚଳର ହାସିମ୍‌ ଇସଲାମ ଧର୍ମାବଲମ୍ବୀ...

ସମ୍ପାଦକୀୟ/ଚନ୍ଦକା ବଞ୍ଚାଅ

ସମ୍ପାଦକୀୟ/ଚନ୍ଦକା ବଞ୍ଚାଅ

କଟକ ମୁଣ୍ଡଳୀ ନିକଟ ମହାନଦୀରେ ୫ଟି ହାତୀ ଭାସି ଯାଉଥିବା ଖବର ଅକ୍ଟୋବର ୧୫ ସକାଳୁ ବ୍ୟାପିଯିବା ପରେ ଏହି ଦୃଶ୍ୟ ଦେଖିବାକୁ ସ୍ଥାନୀୟ ଅଞ୍ଚଳର ଲୋକଙ୍କ ମଧ୍ୟରେ ଭିଡ଼ ହୋଇଥିଲା। ଏ ବିଷୟରେ ସୂଚନା ପାଇବାରୁ ଆଠଗଡ଼ ଓ ଚନ୍ଦକା ବନଖଣ୍ଡ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ସଙ୍ଗେ ସଙ୍ଗେ ମୁଣ୍ଡଳୀ ବ୍ୟାରେଜ୍‌ର ୪ଟି ଗେଟ୍‌ ବନ୍ଦ କରିଦିଆଯିବାରୁ ଜଳସ୍ରୋତ ହ୍ରାସ ପାଇଥିଲା ଓ ପାଣିରେ ଭାସୁଥିବା ହାତୀ ଉପରକୁ ଉଠି ଆସିଥିଲେ। ...

ପଶୁବଳି : ଏକ ଅମାନବୀୟ ପରମ୍ପରା

ପଶୁବଳି : ଏକ ଅମାନବୀୟ ପରମ୍ପରା

ଡ. ପ୍ରଫୁଲ୍ଲ କୁମାର ସାହୁ

ଆମ ରାଜ୍ୟରେ ପ୍ରମୁଖ ଦେବୀମନ୍ଦିରଗୁଡ଼ିକରେ ଶାରଦୀୟ ପୂଜାର ଏକ ବିଶେଷ ଅଙ୍ଗ ଥିଲା ପଶୁବଳିପ୍ରଥା। ପ୍ରତିବର୍ଷ ଦଶହରା ବେଳେ ଏସବୁ ଶକ୍ତିପୀଠରେ ଲକ୍ଷ ଲକ୍ଷ ପଶୁପକ୍ଷୀଙ୍କୁ ହତ୍ୟା କରାଯାଉଥିଲା ଅତି ବୀଭତ୍ସ ଭାବରେ। ଏଭଳି ଏକ ଅମାନବୀୟ ପରମ୍ପରା ଉପରେ ନ୍ୟାୟାଳୟର ପ୍ରତିବନ୍ଧକ ଲାଗିବା ପରେ ଅଧିକାଂଶ ଦେବୀ ପୀଠରେ ଏବେ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି ପଶୁବଳି। ଅନ୍ୟ କେତେକ ସ୍ଥାନରେ ଏହା ଲୁଚାଛପାରେ ଚାଲିଛି ପରମ୍ପରା ଦାୟରେ। କାରଣ ସଭ୍ୟତା ଯେତେ ଆଗକୁ ଗଲେ ବି ଅନ୍ଧବିଶ୍ୱାସର ଅନ୍ଧଗଳିରୁ ମୁକୁଳିପାରୁନି ...

ଆସ ମା’ ଦୁର୍ଗେ

ଆସ ମା’ ଦୁର୍ଗେ

ଡ. ଭାଗ୍ୟଲିପି ମଲ୍ଲ

କାଶତଣ୍ଡୀର ଶୁଭ୍ର ମେଳଣରେ ଏବେ ସୃଜନର ମୂର୍ଚ୍ଛନା। ପତଳା କୁହୁଡ଼ିଆ ଆକାଶରେ ଜହ୍ନ ପିନ୍ଧିଛି ଧଳାବଉଦର ମାଳ। ଅଧା ଛାଇ ଅଧା ଆଲୁଅର ଖେଳରେ ଆସକ୍ତ ଧରିତ୍ରୀର ଛାତି। ଆକାଶ ଦେଖୁଛି ମୁହଁ ମାଟିଦର୍ପଣରେ। ଠିକ୍‌ ଏଇ ସମୟରେ ଧରାବତରଣ କରୁଛନ୍ତି ମା’ ଦୁର୍ଗା, ଦୁର୍ଗତିନାଶିନୀ। ତାଙ୍କ ଆଗମନର ଆବାହନୀରେ ଭୂମିରୁ ଆକାଶ, ସବୁଠି ଶୁଭ୍ରତାର ସମାରୋହ। ସକଳ ସୃଷ୍ଟିରେ ଶରତର ମଧୁର ଆଶ୍ଳେଷ। ସେହି ଆଶ୍ଳେଷରେ ସମାହିତ ଶକ୍ତି ଏକ ଦିବ୍ୟ ଅନୁଭବ। ସେ ଶକ୍ତି ଜନ୍ମ ଓ ମୃତ୍ୟୁ, ଯନ୍ତ୍ରଣା ଓ ଆନନ୍ଦର କାରଣ। ତା’ ବିନା କିଛି ସମ୍ଭବ ନୁହେଁ। ତେଣୁ କୁହାଯାଏ ସେ ଜନ୍ମ ଓ ମୃତ୍ୟୁର ଊର୍ଦ୍ଧ୍ୱସ୍ଥ ଏକ ଦିବ୍ୟ ସତ୍ତା। ସକଳ ଚେତନାର ଉତ୍ସ। ଆମେ ଆଜି ସେଇ ଉତ୍ସକୁ ଆହ୍ବାନ କରୁଛୁ। ...

ଏଇ ଭାରତରେ

ଏଇ ଭାରତରେ

ଅନ୍ନଚିନ୍ତା ଚମତ୍କାରା। କ୍ଷୁଧା ଓ ଦାରିଦ୍ର୍ୟରେ ପେଷି ହେଉଥିବା ବ୍ୟକ୍ତି ହିତାହିତ ଜ୍ଞାନ ହରାଇବସେ। କ୍ଷୁଧା ପ୍ରପୀଡ଼ିତ ମା’ ପାଖରେ ସ୍ନେହମମତାର ମୂଲ୍ୟ କିଛି ନାହିଁ। ପିଲାଙ୍କ ଭୋକିଲା ପେଟକୁ ଆହାର ଯୋଗାଇପାରୁ ନ ଥିବା ମା’ ସେମାନଙ୍କ ଦୁଃଖକଷ୍ଟ ସହ୍ୟ କରି ନ ପାରି ବିନାଶ କରିଦେବାକୁ ବି ଇଚ୍ଛାକରେ। ଏପରି ଏକ ଦୁଃଖଦ ଘଟଣା ଗୁଜରାଟର ଅହମଦାବାଦଠାରେ ଘଟିଛି। ଗୁଜରାଟର ଭାବନଗର...

ସମ୍ପାଦକୀୟ/ #ମିଟୂ ସପକ୍ଷରେ

ସମ୍ପାଦକୀୟ/ #ମିଟୂ ସପକ୍ଷରେ

ଆମେରିକୀୟ ଅଭିନେତ୍ରୀ ଆଲିସା ମିଲାନୋ ୨୦୧୭ ଅକ୍ଟୋବରରେ  ସୋସିଆଲ ମିଡିଆରେ #ମିଟୂ ନାମରେ ଯେଉଁ ଅଭିଯାନ ଆରମ୍ଭ କରିଥିଲେ ତାହା ଏବେ ଆନ୍ଦୋଳନର ରୂପ ନେଇଛି। କର୍ମସ୍ଥଳୀ ବା ଅତୀତରେ ଯେକୌଣସି ସ୍ଥାନରେ ଯଦି ଜଣେ ମହିଳା ଯୌନ ଶୋଷଣର ଶିକାର ହୋଇଥିବେ, ସେଥିରେ ନିର୍ଯାତନା ଦେଇଥିବା ପୁରୁଷଙ୍କ ମୁଖା ଖୋଲିଦେବା ହେଉଛି ଏହି ଅଭିଯାନର ମୂଳ ଲକ୍ଷ୍ୟ। ଇତିମଧ୍ୟରେ ଶହ ଶହ ଭାରତୀୟ ମହିଳା ସେମାନଙ୍କ ପ୍ରତି ହୋଇଥିବା ଦୁର୍ବ୍ୟବହାରକୁ ସାଧାରଣରେ ପ୍ରକାଶ କରି ରାଜନୀତି, ଗଣମାଧ୍ୟମ ଓ ମନୋରଞ୍ଜନ ଶିଳ୍ପ ସହ ଜଡ଼ିତ  ବିଶିଷ୍ଟ ବ୍ୟକ୍ତିଙ୍କ ଅସଲ ଚେହେରା ଖୋଲିଦେଲେଣି। ସେମାନଙ୍କ ମଧ୍ୟରେ ସାମ୍ବାଦିକରୁ ରାଜନେତା ପାଲଟିଥିବା ବହିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଏମ୍‌.ଜେ. ଆକବର, ସିନେମା ଦୁନିଆର ନାମକରା ବ୍ୟକ୍ତିତ୍ୱ ନାନା ପାଟେକର, ଆଲୋକ ନାଥଙ୍କ...

ନବୀନ ଆହ୍ବାନ

ନବୀନ ଆହ୍ବାନ

ଜିତେନ୍ଦ୍ର କୁମାର ନାୟକ

ନବୀନ ଏକ ଆହ୍ବାନ। ତାଙ୍କୁ ମାପିବା କଷ୍ଟକର। ଅଳ୍ପ କହୁଥିବାରୁ ଭୁଲ ବାଛି ହେଉନି। ସରଳ ଜୀବନ ବିତାଉଥିବାରୁ ବିବାଦରୁ ଦୂରରେ ଅଛନ୍ତି। ରାଜନୀତିରେ ନବୀନ ଭାବେ ପ୍ରବେଶ କରିଥିଲେ ମଧ୍ୟ ଏକନିଷ୍ଠ କର୍ମ ତାଙ୍କୁ କରିଦେଇଛି ପ୍ରବୀଣ। ପୋଖତ ଓ ପୁରୁଖା ରାଜନେତା ତାଙ୍କ ସଫଳତା ଦେଖି ତଟସ୍ଥ। ପିତା ବିଜୁ ପଟ୍ଟନାୟକଙ୍କଠାରୁ ରାଜନୀତି ଶିକ୍ଷା ପାଇବାର ସୁଯୋଗ ପାଇ ନ ଥିଲେ। ତଥାପି କେମିତି ବିରୋଧୀଙ୍କ ଆଖିରୁ ନିଦ ହଜେଇ ଦେଇପାରୁଛନ୍ତି, ତାହା ଏବେ ଓଡ଼ିଶାବାସୀଙ୍କ ମନରେ ପ୍ରଶ୍ନ ସୃଷ୍ଟି କରିଛି। ଦିନେ ଓଡ଼ିଆ ଓ ଓଡ଼ିଶାର ଲୋକଙ୍କୁ ଜାତୀୟ ଗଣମାଧ୍ୟମରେ ସେଭଳି ଦେଖିବାକୁ ମିଳୁ ନ ଥିଲା। ଆଜି ଅଧିକାଂଶ ସର୍ଭେରେ ସଫଳ ରାଜନେତା, ଶ୍ରେଷ୍ଠ ପ୍ରଶାସ...

ଓଡ଼ିଶାରେ ଶକ୍ତିପୂଜା

ଓଡ଼ିଶାରେ ଶକ୍ତିପୂଜା

ଡ. କିଶୋର ମହାନ୍ତି

ଓଡ଼ିଶା ସର୍ବଧର୍ମ ଓ ସଂସ୍କୃତିର ମହାମିଳନ ପୀଠ।  କିନ୍ତୁ ନିଜସ୍ବ ସଂସ୍କୃତି ଓ ପରମ୍ପରାକୁ ଓଡ଼ିଆ ଜାତି କେବେ ଭୁଲି ଯାଇନାହିଁ। ଓଡ଼ିଶାର ଶାକ୍ତ ପରମ୍ପରା ସୁପ୍ରାଚୀନ। ଓଡ଼ିଶାରେ ରହିଥିବା ଶକ୍ତିପୀଠଗୁଡିକ ତା’ର ଜ୍ୱଳନ୍ତ ପ୍ରମାଣ। ମାତୃକା ପୂଜା ମାନବ ସମାଜ ଯୁଗେ ଯୁଗେ କରିଆସିଛି। ‘ଜନନୀ ଜନ୍ମଭୂମିଶ୍ଚ ସ୍ବର୍ଗାଦପି ଗରୀୟସୀ’କୁ ମୂଳମନ୍ତ୍ର କରି ନିଜ ଜୀବନଧାରାରେ ମା’ର ଅମାପ ସ୍ନେହ ଓ ଶ୍ରଦ୍ଧାଳୁ ...

ଏଇ ଭାରତରେ

ଏଇ ଭାରତରେ

ପକେଟମାରଙ୍କର ବି ପରୋପକାରୀ ଗୁଣ ରହିଛି। ଟଙ୍କାପଇସା ହାତେଇବା ପରେ ଅନ୍ୟ ସାମଗ୍ରୀରେ କୌଣସି ଆବଶ୍ୟକତା ନ ଥିବାରୁ କେତେକେ ସମ୍ପୃକ୍ତ ଲୋକଙ୍କୁ ଏ ସବୁ ଫେରାଇ ଦିଅନ୍ତି। ଏଥିପାଇଁ ସେମାନେ ସିଧାସଳଖ ଯୋଗାଯୋଗ କରନ୍ତି ନାହିଁ। ବରଂ ବିଭିନ୍ନ ମାଧ୍ୟମ ଖୋଜିଥାଆନ୍ତି। ଆଉ ସବୁ ଅପେକ୍ଷା ଡାକବାକ୍ସ ହେଉଛି ସହଜ ଓ ସରଳ ମାଧ୍ୟମ। ଚେନ୍ନାଇର ପକେଟମାରମାନେ ଏହି ସହଜ ମାଧ୍ୟମକୁ...