ରାୟଗଡା

ପାରମ୍ପରିକ ନୃତ୍ୟ ଗୀତରେ କମ୍ପିଲା ଜୟପୁରର ପଥୋତ୍ସବ

ପାରମ୍ପରିକ ନୃତ୍ୟ ଗୀତରେ କମ୍ପିଲା ଜୟପୁରର ପଥୋତ୍ସବ
ଜୟପୁର୧୭।୧୨(ନି.ପ୍ର.)- ଜୟପୁର ମୁଖ୍ୟ ରାସ୍ତାରେ ସହିଦ ଲକ୍ଷ୍ମଣ ନାୟକ ପଥୋତ୍ସବର ଦ୍ୱିତୀୟ ସଂସ୍କରଣ ଅନୁଷ୍ଠିତ ହୋଇଛି। ସକାଳ ୮ଟାରୁ ୧୧ ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା ଏହି ଉତ୍ସବ । ଜୟପୁର ଉପଜିଲାପାଳ ତଥା ପୌରନିର୍ବାହି ଅଧୀକାରି ଚକ୍ରବତ୍ତି ସିଂ ରାଠୋରଙ୍କ ଉଦ୍ୟମରେ ଏହି କାର୍ଯ୍ୟକ୍ରମ ହୋଇଥିଲା। ସହର ସାରା ଲୋକାରଣ୍ୟର ଛବି ଦେଖିବାକୁ ମିଳିଥିଲା। କିଏ ଯୋଗାସନ କରୁଥିଲେ ତ ଆଉ କଉଠି ଚାଲିଥିଲା ନୃତ୍ୟ ଗୀତର ଆସର। ଶୀତୁଆ ସକାଳରେ ସମସ୍ତେ ଯେପରି ମସଗୁଲ ଥିଲେ ଏହି ପଥୋତ୍ସବର ମଜା ଉଠାଇବା ପାଇଁ। କୁମ୍ଭାର କାରୁକାର୍ଯ୍ୟ, ଆଖଡା, କରାଟେ, ଯୋଗ ଶିକ୍ଷା, ମ୍ୟାଜିକ ସୋ, ରଙ୍ଗୋଲି, ମେହେନ୍ଦି, କୁଇଜ୍‌, ଛୋଟ ପିଲାଙ୍କ ଫେସନ ସୋ , ହେବା ସହ ବରଫରେ ଚିତ୍ର ପ୍ରମୁଖ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସେହପରି ଘୋଷ ବାଦ୍ୟ, ଲୋକ ନୃତ୍ୟ, ଓଡିଶି ନୃତ୍ୟ, ଆଦିବାସୀ ନୃତ୍ୟ, ସମ୍ବଲପୁରୀ ନୃତ୍ୟ, ଆଧୁନିକ ନୃତ୍ୟରେ ସହର ଦୁଲୁକିଥିଲା ।ଏହି କାର୍ଯ୍ୟକ୍ରମରେ ଏମ୍‌ପି ଝିନ ହିକକା, ଡିଆଇଜି ଏସ୍‌.ସାଇନି, ଜିଲାପାଳ ଅନୁପମ ସାହା, କେବିକେ ପ୍ରଶାସକ ଠାକୁର, ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି, କୋଟପାଡ ବିଧାୟକ ଚନ୍ଦ୍ର ଶେଖର ମାଝି, ଲକ୍ଷ୍ମୀପୁର ବିଧାୟକ କୈଳାଶ କୁଲସିକା, ପୌର ଅଧ୍ୟକ୍ଷ ଆର.ପଦ୍ମା, ଉପାଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ରଥ ଏସଡିପିଓ ରାଜେନ୍ଦ୍ର ସେନାପତି ପ୍ରମୁଖ ଉପସ୍ଥିତ ଥିଲେ ।
All Right Reserved By

ରାୟଗଡା

କୋଲାବ ନଦୀରେ ଭାସୁଛି ଭାଲୁର ମୃତଦେହ

କୋଲାବ ନଦୀରେ ଭାସୁଛି ଭାଲୁର ମୃତଦେହ

ଜୟପୁର/କୁନ୍ଦୁରା, ୧୬।୧୦(ଡି.ଏନ୍‌.ଏ.) କୋରାପୁଟ ଜିଲା କୁନ୍ଦୁରା ଥାନା ଅଞ୍ଚଳର ଡଙ୍ଗରପାଉଁଶୀ ଗ୍ରାମ ନିକଟ କୋଲାବ ନଦୀରେ ମଙ୍ଗଳବାର ଏକ   ଭାଲୁର ମୃତଦେହ ଭାସୁଥିବାର ଗ୍ରାମବାସୀ ଦେଖିଥିଲେ। ଭାଲୁ ଦେହରେ କ୍ଷତ ଚିହ୍ନ ଥିବାରୁ ତାକୁ  କେହି ମାରି ଫିଙ୍ଗି ଦେଇଥିବା ଅନୁମାନ କରାଯାଉଛି। 

ଦୁଇ ପୁତୁରାଙ୍କ କାଠ ଫାଳିଆ ମାଡରେ ଦାଦାଙ୍କ ମୃତ୍ୟୁ

ଦୁଇ ପୁତୁରାଙ୍କ କାଠ ଫାଳିଆ ମାଡରେ ଦାଦାଙ୍କ ମୃତ୍ୟୁ

ମୁନିଗୁଡା, ୧୬।୧୦(ଡି.ଏନ୍‌.ଏ.): ପାରିବାରିକ କଳହକୁ କେନ୍ଦ୍ରକରି ବଚସା ବଢିଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ଦୁଇ ପୁତୁରା କାଠ ଫାଳିଆରେ  ଦାଦାଙ୍କୁ ମାଡ ମାରିବାରୁ ଘଟଣାସ୍ଥଳରେ ସେ ପ୍ରାଣ ହରାଇଥିଲେ। ପୋଲିସ ସେଠାରେ ପହଞ୍ଚିବାପରେ ଅଭିଯୁକ୍ତ ଦ୍ୱୟ ଦୋଷ ସ୍ବିକାର କରିବା ସହ ଆତ୍ମସମର୍ପଣ କରିଥିଲେ। ମୃତକ ଜଣଙ୍କ ହେଲେ ରାୟଗଡା ଜିଲା ମୁନିଗୁଡା ଥାନା ଅଧୀନ କୁଲେରୀପେଟା ଗ୍ରାମର କାତ୍ରା ସିକ୍‌କା। ଅଭିଯୁକ୍ତ ଦ୍ୱୟ ହେଲେ ଉକ୍ତ ଗ୍ରାମର ଟଣିଆ ସିକ୍‌କା ଓ ଲୁକେ ସିକ୍‌କା।

ସବୁ ଅଞ୍ଚଳରେ ପହଞ୍ଚିନି ରିଲିଫ୍‌

କାଶୀନଗର, ୧୬।୧୦(ଡି.ଏନ୍‌.ଏ.): କାଶୀନଗର ବ୍ଲକ ଏବଂ ଏନ୍‌ଏସିର ସବୁ ଅଞ୍ଚଳରେ ରିଲିଫ ପହଞ୍ଚତ୍ ନ ଥିବା ବେଳେ ବିଦ୍ୟୁତ୍‌ ଓ ପାନୀୟଜଳ ଯୋଗାଣ ମଧ୍ୟ ସ୍ବାଭାବିକ ହୋଇପାରିନାହିଁ। ଫଳରେ ଲୋକେ ଦୁର୍ଦ୍ଦଶା ମଧ୍ୟରେ ଶଢୁଛନ୍ତି। ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ଏ. ଆଓ, ରାଜସ୍ବ ବିଭାଗ ଉପସଚିବ ଆଶୁତୋଷ ସାମଲଙ୍କ ସମୀକ୍ଷା ପରେ ଏହା ସ୍ପଷ୍ଟ ହୋଇଛି।

ଶୁଣିଲାନି ପ୍ରଶାସନ:ଗାଁ କୁ ରାସ୍ତା ତିଆରି କଲେ ରଙ୍ଗବନ୍ଧବାସୀ

ଶୁଣିଲାନି ପ୍ରଶାସନ:ଗାଁ କୁ ରାସ୍ତା ତିଆରି କଲେ ରଙ୍ଗବନ୍ଧବାସୀ

କୋରାପୁଟ/ନାରାୟଣପାଟଣା,୧୬।୧୦(ସ୍ବ.ପ୍ର/ଡି.ଏନ୍‌.ଏ.)-ଗାଁ କୁ ନାହିଁ ପକ୍କା ରାସ୍ତା। ଫଳରେ ଲୋକମାନେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏ ନେଇ ବାରମ୍ବାର ପ୍ରଶାସନକୁ ଜଣାଇଲେ ା ହେଲେ କିଛି ସୁଫଳ ମିଳିଲାନି ା

ଜୟପୁର ଆକାଶବାଣୀକୁ ମିଳିବ ଦୁଇଟି ଜାତୀୟସ୍ତର ପୁରସ୍କାର

ଜୟପୁର,୧୬।୧୦(ଡି.ଏନ.ଏ.)-କୋରାପୁଟ ଜିଲା ଜୟପୁରସ୍ଥିତ ଆକାଶବାଣୀ କେନ୍ଦ୍ରକୁ ଜାତୀୟସ୍ତରରେ ଦୁଇଟି ପୁରସ୍କାର ମିଳିବ ା ଏଥିନେଇ ଶନିବାର ସନ୍ଧ୍ୟାରେ ସୂଚନା ଓ ପ୍ରସାରଣ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି ା

ବେକକାଟି ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗିରଫ

ବେକକାଟି ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗିରଫ

ନନ୍ଦପୁର, ୧୫।୧୦(ଡି.ଏନ୍‌.ଏ.)-କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ କସନ୍ଧି ଗ୍ରାମପଞ୍ଚାୟତ ଅନ୍ତଗର୍ର୍ତ ଆଡ୍ରା ଗ୍ରାମର ରଘୁ ହନ୍ତାଳଙ୍କ ହତ୍ୟାକାଣ୍ଡ ଘଟଣାର ପର୍ଦ୍ଦାଫାସ କରିଛି ନନ୍ଦପୁର ପୋଲିସ।

ଗଛ ସହ ପିଟି ହୋଇ ବ୍ରିଜ ତଳକୁ ଖସିଲା ବସ୍‌ : ୩୦ ଆହତ

ଗଛ ସହ ପିଟି ହୋଇ ବ୍ରିଜ ତଳକୁ ଖସିଲା ବସ୍‌ : ୩୦ ଆହତ

ମାଥିଲି,୧୫।୧୦(ଡି.ଏନ୍‌.ଏ)-ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ଗୋବିନ୍ଦପାଲି ଫାଣ୍ତି ନିକଟ ବ୍ରିଜରେ ଭାରସାମ୍ୟ ହରାଇ ସୋମବାର ଏକ ଘରୋଇ ବସ୍‌ ବ୍ରିଜର ଏକ ପାଶର୍‌ବ ଗଛକୁ ପିଟି ହୋଇ ବସ୍‌ ତଳକୁ ଖସିପଡିଛି। ଫଳରେ ବସ୍‌ରେ ଥିବା ୩୦ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରେ ପୋଲିସ ଏବଂ ଦମକଳ ବାହିନୀ ପହଞ୍ଚି ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ। ଆହତମାନଙ୍କୁ ମାଥିଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ଗୋବିନ୍ଦପାଲି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଆହତମାନଙ୍କ ମଧ୍ୟରେ ଅଧିକାଂଶ ଶିଶୁ ରହିଥିବା ସୂଚନା ମିଳିଛି ।

 ଜୟପୁରରେ କାର୍ଯ୍ୟକ୍ଷମ ହେଲା ଜିଲା ଚିକିତ୍ସାଳୟ

ଜୟପୁରରେ କାର୍ଯ୍ୟକ୍ଷମ ହେଲା ଜିଲା ଚିକିତ୍ସାଳୟ

ଜୟପୁର,୧୫।୧୦(ନି.ପ୍ର.)-ଜୟପୁରରେ ଜିଲା ଚିକିତ୍ସାଳୟ ସୋମବାରଠାରୁ ଆରମ୍ଭ ହୋଇଛି । ଜୟପୁର ନିକଟସ୍ଥ ଫୁଲବାଡ଼ଠାରେ ୨୭ ଏକର ଜମିରେ ଏହି ଜିଲା ଚିକିତ୍ସାଳୟ ନିର୍ମିତ ହୋଇଛି । କୋରାପୁଟରେ ଥିବା ଜିଲା ଚିକିତ୍ସାଳୟ ଜୟପୁରକୁ ସ୍ଥାନାନ୍ତର କରିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ । ଘୋଷଣାର ୧୫ ମାସ ପରେ ସୋମବାର କାର୍ଯ୍ୟକ୍ଷମ ହୋଇଛି । ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଖୁସିର ଲହରି ଖେଳି ଯାଇଛି। ଏଠାରେ ନୂତନ ଯନ୍ତ୍ରପାତି ଲାଗିଥିବା ବେଲେ ଲିଫ୍ଟ ମଧ୍ୟ ଲାଗିଛି ।

ପଲିଥିନ୍‌ ବର୍ଜନ ପାଇଁ ଶପଥ ନେଲେ ଛାତ୍ରୀଛାତ୍ର

ପଲିଥିନ୍‌ ବର୍ଜନ ପାଇଁ ଶପଥ ନେଲେ ଛାତ୍ରୀଛାତ୍ର

ମାଲକାନଗିରି,୧୫।୧୦(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ବ୍ଲକ ପଦ୍ମଗିରି ମଙ୍ଗଳ ବିଭାଗ ଉଚ୍ଚ ବିଦ୍ୟାଳୟର ୮୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ପଲିଥିନି ବର୍ଜନ ପାଇଁ ରବିବାର ସପଥ ନେଇଛନ୍ତିା

ବିପଦପୂର୍ଣ୍ଣ ଅବସ୍ଥାରେ ପଞ୍ଚାଳି ରାସ୍ତା

ଟିକିରି, ୧୫।୧୦(ଡି.ଏନ୍‌.ଏ.)-ରାୟଗଡା ଜିଲା କାଶୀପୁର ବ୍ଲକ ଶଙ୍କରଡା ପଞ୍ଚାୟତ ପଞ୍ଚାଳି, କପାଡାଙ୍ଗ କେବିଡି କି ଅନେକ ଗ୍ରାମକୁ ସଂଯୋଗ ହୋଇଥିବା ରାସ୍ତା ବର୍ତ୍ତମାନ ମରଣଯନ୍ତା ପାଲଟଛି। ଏହି ରାସ୍ତା ଉପରେ ବିଭିନ୍ନ ଗ୍ରାମର ଲୋକେ ନିର୍ଭର କରୁଥିବା ବେଳେ   ବର୍ତ୍ତମାନ ଏହା ସମ୍ପୁର୍ଣ୍ଣ ନଷ୍ଟ ହୋଇଯାଇଛି। ଫଳରେ ଲୋକେ ଉକ୍ତ ରାସ୍ତାରେ ଯା’ଆସ କରିବାକୁ  ହଇରାଣ ହେଉଛନ୍ତି।

କ୍ଷୁଦ୍ର ଚଳଚ୍ଚିତ୍ର ‘ଚେଙ୍କ’ ଉନ୍ମୋଚିତ

ନବରଙ୍ଗପୁର,୧୫।୧୦(ବି.ପ୍ର.)-ଚେଙ୍କ ନୁହେଁ , ଚିକିତ୍ସା ା ନବରଙ୍ଗପୁର ଜିଲାରେ ସଚେତନତା ଅଭାବ ଲାଗି ଗ୍ରାମାଞ୍ଚଳମାନଙ୍କରେ ଶିଶୁମାନଙ୍କୁ ଚେଙ୍କ ଦିଆଯାଉଛି ା ଏହା ଦ୍ୱାରା ଅନେକ କୋମଳମତି ଶିଶୁଙ୍କ ପ୍ରାଣହାନୀ ଘଟୁଛି। ଚେଙ୍କ ଚିକିତ୍ସା କିଭଳି ରୋକାଯାଇ ପାରିବ, ସେ ନେଇ ଚେତନା ଗ୍ରୁପ ପକ୍ଷରୁ ପ୍ରୟାସ କରାଯାଇଛି ା 

ବିଦ୍ୟୁତ, ପାଣି ଯୋଗାଣ ଦାବିରେ ରାସ୍ତାରୋକୋ

ବିଦ୍ୟୁତ, ପାଣି ଯୋଗାଣ ଦାବିରେ ରାସ୍ତାରୋକୋ

ପାରଳାଖେମୁଣ୍ଡି, ୧୪।୧୦(ସ୍ବ.ପ୍ର.)-ବାତ୍ୟା ତିତ୍‌ଲି ଯୋଗୁ  ପାରଳାଖେମୁଣ୍ଡି ବିଶେଷ ଭାବେ ପ୍ରଭାବିତ ହୋଇଛି। ତିତ୍‌ଲିର ୪ ଦିନ ପରେ ମଧ୍ୟ ଅନ୍ଧାରରେ ପାରଳାଖେମୁଣ୍ଡି ସହର। ଏଥିସହ ପିଇବା ପାଣି ମଧ୍ୟ ମିଳୁନି। ଜଳ ଓ ବିଦ୍ୟୁତ ସମସ୍ୟାର ତୁରନ୍ତ ସମାଧାନ ପାଇଁ ରବିବାର ସନ୍ଧ୍ୟାରେ ସହରର ଗାନ୍ଧୀ ଛକରେ ଅଞ୍ଚଳବାସୀ  ରାସ୍ତାରୋକୋ କରିଛନ୍ତି। ବିଦ୍ୟୁତ୍‌ ନ ଥିବା ଯୋଗୁ ଅନ୍ଧାରରେ ରହୁଛୁ। ବର୍ଷା ଛାଡିଥିବାରୁ ବିଷାକ୍ତ ସାପ ଓ ଜନ୍ତୁଙ୍କ ଭୟ ରହୁଛି ବୋଲି ଅଞ୍ଚଳବାସୀ କହିଛନ୍ତି।