Dharitri News
ବାଣିଜ୍ୟ |

ସ୍ବତନ୍ତ୍ର ଏମ୍‌ଏସ୍‌ଏମ୍‌ଇ ବ୍ୟାଙ୍କ ଶାଖା ଖୋଲିବାକୁ ନିର୍ଦ୍ଦେଶ

 ସ୍ବତନ୍ତ୍ର ଏମ୍‌ଏସ୍‌ଏମ୍‌ଇ ବ୍ୟାଙ୍କ ଶାଖା ଖୋଲିବାକୁ ନିର୍ଦ୍ଦେଶ ନୂଆଦିଲ୍ଲୀ, ୧୮-୧୨(ପିଟି)- କ୍ଷୁଦ୍ର ଉଦ୍ୟୋଗୀଙ୍କୁ ଋଣ ସୁବିଧା ପ୍ରଦାନ କରିବା ପାଇଁ ବ୍ୟାଙ୍କଗୁଡିକ ସ୍ବତନ୍ତ୍ର ଏମ୍‌ଏସ୍‌ଏମ୍‌ଇ ଶାଖା ପ୍ରତିଷ୍ଠା କରିବେ। ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକୁ ଏଭଳି ନିର୍ଦ୍ଦେଶ ଦିଆଯାଇଛି। ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗଭିତ୍ତିକ ସଂସ୍ଥା(ଏମ୍‌ଏସ୍‌ଏମ୍‌ଇ)ରେ ଯଥେଷ୍ଟ ନିଯୁକ୍ତି ସମ୍ଭାବନା ରହିଥିବା ବେଳେ ବିନିର୍ମାଣ କ୍ଷେତ୍ରକୁ ଏହାର ପ୍ରାୟ ୪୦% ଅବଦାନ ରହିଛି। ତେଣୁ ଏହି କ୍ଷେତ୍ରକୁ ଅଧିକ ସକ୍ରିୟ କରିବା ସକାଶେ ଋଣ ସୁବିଧାକୁ ଆହୁରି ସହଜ କରିବାକୁ ପଡିବ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଏଥିପାଇଁ ୫୦ଟି ଏମ୍‌ଏସ୍‌ଏମ୍‌ଇ କ୍ଲଷ୍ଟର ଚିହ୍ନଟ କରାଯାଇଛି ବୋଲି ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି।

ବାଣିଜ୍ୟ |

ବଢ଼ୁଛି ଆୟ ତାରତମ୍ୟ ହାର

ବଢ଼ୁଛି ଆୟ ତାରତମ୍ୟ ହାର

ଡାଭୋସ୍‌,୨୨-୧(ପି.ଟି.) ଦେଶର ସାମଗ୍ରିକ ଉନ୍ନତି ପାଇଁ କେନ୍ଦ୍ର ସରକାର ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରୁଥିବା ବିଭିନ୍ନ ସମୟରେ କହି ଆସୁଛନ୍ତି। ପ୍ରତ୍ୟେକ ନାଗରିକଙ୍କ ଆର୍ଥିକ ବିକାଶ ଘଟୁଛି ଏବଂ ଧନୀ, ଦରିଦ୍ର ସମସ୍ତେ ଅଭିବୃଦ୍ଧିର ସ୍ରୋତରେ ଆଗକୁ ବଢ଼ୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାରମ୍ବାର କହୁଛନ୍ତି। କିନ୍ତୁ ଦୁଇଟି ରିପୋର୍ଟକୁ ଦୃଷ୍ଟି ଦେଲେ ଭାରତକୁ ନେଇ ସେ ପ୍ରଦାନ କରିଥିବା ଗୋଲାପୀ ଚିତ୍ର ଉପରେ ସନ୍ଦେହ ସୃଷ୍ଟି ହୋଇଛି।

ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ହେବ ଭାରତ

ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ହେବ ଭାରତ

ନୂଆଦିଲ୍ଲୀ,୨୧-୧ ୨୦୧୮ରେ ଭାରତ ଚାଇନାକୁ ଟପି ବିଶ୍ୱର ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ହେବ। ଘରୋଇ ବଜାରର ପୁଞ୍ଜି ବଜାର ବିଶ୍ୱର ପଞ୍ଚମ ବୃହତ୍ତ ବଜାର ହେବ ବୋଲି ସାଙ୍କଟମ୍‌ ଓ୍ବେଲଥ୍‌ ମ୍ୟାନେଜମେଣ୍ଟ ରିପୋର୍ଟରେ ଏହା ପ୍ରକାଶ ପାଇଛି। ସେହିଭଳି ବିଶ୍ୱର ଅନ୍ୟାନ୍ୟ ପ୍ରମୁଖ ଅର୍ଥନୀତିଗୁଡିକରେ ଅଭିବୃଦ୍ଧି ଧାରା ଏତେଟା ଉନ୍ନତ ହେବ ନାହିଁ। ମାତ୍ର ଭାରତ ଏକ ସଂସ୍କାରମୂଳକ ଅର୍ଥନୀତି ହେବା ସହ ଅଭିବୃଦ୍ଧି ଧାରା ବଜାୟ ରହିବ ବୋଲି ସାଙ୍କଟମ୍‌ ଏହାର ରିପୋର୍ଟରେ ପ୍ରକାଶ କରିଛି।

ଏନ୍‌ପିଏ ସମ୍ପତ୍ତି ବିକ୍ରି ଲାଗି ଅନ୍‌ଲାଇନ ବ୍ୟବସ୍ଥା ଆସୁ: ଆଚାର୍ଯ୍ୟ

ଏନ୍‌ପିଏ ସମ୍ପତ୍ତି ବିକ୍ରି ଲାଗି ଅନ୍‌ଲାଇନ ବ୍ୟବସ୍ଥା ଆସୁ: ଆଚାର୍ଯ୍ୟ

ନୂଆଦିଲ୍ଲୀ,୨୧-୧ ଘରୋଇ ବଜାରରେ ଏନ୍‌ପିଏ ଯୋଗୁ ବର୍ତ୍ତମାନ ବ୍ୟାଙ୍କଗୁଡିକ ବିଭିନ୍ନ ଅସୁବିଧା ଦେଇ ଗତିକରୁଛନ୍ତି। ଏନ୍‌ପିଏ ସମ୍ପତ୍ତିଗୁଡିକର ବିକ୍ରି ଲାଗି ଘରୋଇ ବଜାରରେ ଆମେରିକା ଭଳି ଅନ୍‌ଲାଇନ ଟ୍ରେଡିଂ ପ୍ଲାଟଫର୍ମ ଆସିବା ଉଚିତ୍‌। ଏହା ଆସିଲେ ଏନ୍‌ପିଏ ସମ୍ପତ୍ତି ବିକ୍ରି ପ୍ରକ୍ରିୟା ସହଜ ହେବା ସହ ଉନ୍ନତ ମୂଲ୍ୟ ଦ୍ୱାରା ପୁଞ୍ଜି ସଂଗ୍ରହ ହୋଇପାରିବ ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ଡେପୁଟି ଗଭର୍ନର ଭିରାଲ ଆଚାର୍ଯ୍ୟ ଗୁରୁତ୍ୱାରୋପ କରିଛନ୍ତି।

ହ୍ରାସ ହୋଇପାରେ ଟିକସ ସ୍ଲାବ

ହ୍ରାସ ହୋଇପାରେ ଟିକସ ସ୍ଲାବ

ନୂଆଦିଲ୍ଲୀ,୨୧-୧ ଆଗାମୀ ବଜେଟରେ ସରକାର ଟିକସ ସ୍ଲାବକୁ ହ୍ରାସ କରି ପାରନ୍ତି। ଏହା ହେଲେ ଲୋକଙ୍କ ଉପରେ ଟିକସ ବୋଝ ସାମାନ୍ୟ ହ୍ରାସ ହେବ ବୋଲି ଟିକସ କନସଲଣ୍ଟାଣ୍ଟ ଇଓ୍ବାଇ ପକ୍ଷରୁ ହୋଇଥିବା ଏକ ପ୍ରାକ୍‌ ବଜେଟ ସର୍ଭେରେ ଏହା ପ୍ରକାଶ ପାଇଛି।

ମାରୁତି ଆଣିବ ୪ ନୂଆ ମଡେଲ

ମାରୁତି ଆଣିବ ୪ ନୂଆ ମଡେଲ

ନୂଆଦିଲ୍ଲୀ,୨୧-୧ ପ୍ରମୁଖ ୪ ଚକିଆ ଯାନ ନିର୍ମାଣକାରୀ କମ୍ପାନୀ ମାରୁତି ସୁଜୁକି ଇଣ୍ଡିଆ ଆଗାମୀ ୧୨-୧୮ ମାସ ମଧ୍ୟରେ ୪ ନୂଆ ମଡେଲ ଆଣିବ। ଆଗାମୀ ଦିନରେ ଘରୋଇ ବଜାରରେ ଦୁଇ ଅଙ୍କ ବିଶିଷ୍ଟ ଅଭିବୃଦ୍ଧି ଧାରାକୁ ବଜାୟ ରଖିବାକୁ ଏହି ଭଳି ପଦକ୍ଷେପ ନିଆଯାଉଥିବା କମ୍ପାନୀ ପ୍ରକାଶ କରିଛି।

ତ୍ୱରିତ ହେବ କମ୍ପାନୀ ପଞ୍ଜୀକରଣ ଧାରା

ତ୍ୱରିତ ହେବ କମ୍ପାନୀ ପଞ୍ଜୀକରଣ ଧାରା

ନୂଆଦିଲ୍ଲୀ,୨୧-୧ କମ୍ପାନୀ ପଞ୍ଜୀକରଣ ଧାରାକୁ ତ୍ୱରାନ୍ବିତ କରିବାକୁ ସରକାର ଯୋଜନା କରୁଛନ୍ତି। ନୂତନ କମ୍ପାନୀଙ୍କ ପଞ୍ଜିକରଣ ଧାରାରେ କିଛିଟା ପରିବର୍ତ୍ତନ କରିବାକୁ ଯୋଜନା ରହିଛି।

୨୦୧୯ ବିତ୍ତୀୟ ନିୟଣ୍ଟ ୩.୫% ଛଇଁପାରେ

୨୦୧୯ ବିତ୍ତୀୟ ନିୟଣ୍ଟ ୩.୫% ଛଇଁପାରେ

ନୂଆଦିଲ୍ଲୀ,୨୧-୧ ୨୦୧୮-୧୯ ଆର୍ଥତ୍କ ବର୍ଷରେ ବିତ୍ତିୟ ନିୟଣ୍ଟ ମୋଟ ଘରୋଇ ଉତ୍ପାଦ(ଜିଡିପି)ର ୩.୫% ଛୁଇଁପାରେ। ମାତ୍ର ଏହା ଦେଶରେ ମୌଳିକ ସଂରଚନା ଉପରେ କୌଣସି ପ୍ରଭାବ ପକାଇବ ନାହିଁ ବୋଲି ବିଶ୍ୱସ୍ତରୀୟ ଆର୍ଥତ୍କ ସେବା ପ୍ରଦାନକାରୀ ମୋର୍ଗାନ ଷ୍ଟାନଲି ଏହାର ରିପୋର୍ଟରେ ଉଲ୍ଲେଖ କରିଛି।

୮ ଖଣିଜ ବ୍ଲକର ନିଲାମ ହେବ

୮ ଖଣିଜ ବ୍ଲକର ନିଲାମ ହେବ

ନୂଆଦିଲ୍ଲୀ,୨୧-୧ ୮ ନୂଆ ଖଣିଜ ବ୍ଲକକୁ ନିଲାମ ଲାଗି ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ବ୍ଲକଗୁଡିକରେ ପ୍ରାୟ ୧,୧୩୩ ନିୟୁତ ଟନ୍‌ ଖଣିଜ ପଦାର୍ଥ ଗଚ୍ଛିତ ହୋଇ ରହିଛି। ବ୍ଲକଗୁଡିକ ରାଜସ୍ଥାନ, ଛତିଶଗଡ, ଝାଡଖଣ୍ଡ ଭଳି ରାଜ୍ୟଗୁଡିକରେ ରହିଛି।

ଟୋଲ୍‌ ପ୍ଲାଜାରେ ଖୋଲିବ ହାଇଓ୍ବେ ନେଷ୍ଟ

ଟୋଲ୍‌ ପ୍ଲାଜାରେ ଖୋଲିବ ହାଇଓ୍ବେ ନେଷ୍ଟ

ନୂଆଦିଲ୍ଲୀ,୨୧-୧-ଟୋଲ୍‌ ପ୍ଲାଜା ଗୁଡିକରେ ଲୋକମାନଙ୍କ ସୁବିଧା ପାଇଁ ପାନୀୟ ଜଳ, ଚା’, କଫି, ପ୍ୟାକେଜ୍‌ଡ୍‌ ଫୁଡ୍‌ ମିଳିବ। ଏଥିପାଇଁ ‘ହାଇଓ୍ବେ ନେଷ୍ଟ୍‌’ ନାମରେ ଛୋଟ ଦୋକାନ ପରି ବ୍ୟବସ୍ଥା କରାଯିବ।

 କଲ୍‌ ଡ୍ରପ୍‌ ଆଧାରରେ ଖସିବ ରେଟିଂ

କଲ୍‌ ଡ୍ରପ୍‌ ଆଧାରରେ ଖସିବ ରେଟିଂ

ନୂଆଦିଲ୍ଲୀ, ୨୧।୧- ଟେଲିକମ୍‌ ଅପରେଟରଙ୍କ ପାଇଁ ର଼୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କରାଯିବ। ଏହା ଦ୍ୱାରା ଉପଭୋକ୍ତାମାନେ କମ୍ପାନୀଗୁଡିକୁ ରେଟିଂ ପ୍ରଦାନ କରିପାରିବେ।

ବିଜିୟୁରେ ଲୋକ ସମ୍ପର୍କ ସମ୍ମିଳନୀ

ବିଜିୟୁରେ ଲୋକ ସମ୍ପର୍କ ସମ୍ମିଳନୀ

ଭୁବନେଶ୍ୱର, ୨୧।୧- ବିର୍ଲା ଗ୍ଲୋବାଲ୍‌ ୟୁନିଭର୍ସିଟି(ବିଜିୟୁ) ଏବଂ ପବ୍ଲିକ୍‌ ରିଲେସନ କାଉନ୍‌ସିଲ ଅଫ୍‌ ଇଣ୍ଡିଆ(ପିଆର୍‌ସିଆଇ) ପକ୍ଷରୁ ‘ଲୋକ ସମ୍ପର୍କ: ଉତ୍ତମ ସାଶନ ପାଇଁ ଏକ ପ୍ରଭାବଶାଳୀ ମାଧ୍ୟମ’ ଶୀର୍ଷ ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।

୨୪ରୁ ବିଗବଜାରରେ ସବ୍‌ସେ ଶସ୍ତେ ୫ଦିନ୍‌ ଅଫର

୨୪ରୁ ବିଗବଜାରରେ ସବ୍‌ସେ ଶସ୍ତେ ୫ଦିନ୍‌ ଅଫର

ପୁରୀ ଅଫିସ,(୨୧।୧):ଦେଶର ଅଗ୍ରଣୀ ହାଇପର ମାର୍କେଟ ବିଗ୍‌ବଜାର ଆସନ୍ତା ୨୪ରୁ ୨୮ ପର୍ଯ୍ୟନ୍ତ ପାଳନ କରିବାକୁ ଯାଉଛି ‘ସବସେ ଶସ୍ତେ ୫ ଦିନ୍‌’ ଅଫର ।