ସମ୍ପାଦକୀୟ |

ନର୍ଦ୍ଦମାରେ ଛୁଆ

ନର୍ଦ୍ଦମାରେ ଛୁଆ
ଓଡ଼ିଶାର ସ୍ବାସ୍ଥ୍ୟସେବା ଅନେକ ସ୍ଥାନରେ ଦୟନୀୟ ସ୍ଥିତିରେ ରହିଛି। ଗତ କିଛି ମାସ ହେବ ଦକ୍ଷିଣ ଓଡ଼ିଶାର ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲାରେ ଅନେକ ଗର୍ଭବତୀ ରାସ୍ତାରେ ପ୍ରସବ କରୁଥିବା ବାରମ୍ବାର ଶୁଣିବାକୁ ମିଳୁଛି। ଭିତ୍ତିଭୂମିର ଅଭାବ ଥିବାରୁ ୧୦୮ ଓ ୧୦୨ ଆମ୍ବୁଲାନ୍ସ ଲୋକଙ୍କ ପାଖରେ ଠିକ୍‌ରେ ପହଞ୍ଚି ପାରୁନାହିଁ। କେଉଁଠାରେ ମହିଳାଙ୍କୁ ଦୋଳାରେ ଡାକ୍ତରଖାନାକୁ ବୁହାହୋଇ ନିଆଯାଉଛି ତ ଅନ୍ୟ କେଉଁଠି ଖଟିଆରେ ଟେକି ନିଆଯାଉଥିବାର ଦୃଶ୍ୟ ଦେଖିବାକୁ ମିଳୁଛି। ଗଣମାଧ୍ୟମରେ ଏ ବିଷୟ ଯେତେବେଳେ ପ୍ରଘଟ ହୋଇଯାଉଛି ସେତେବେଳେ ଜିଲା ପ୍ରଶାସନ କିଛି ସମୟ ପାଇଁ ତତ୍ପରତା ଦେଖାଉଛି। ପରେ ଯେଉଁ କଥାକୁ ସେହି କଥା। ନିକଟରେ କୋରାପୁଟର ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ପରିସରସ୍ଥିତ ଏକ ଡ୍ରେନ୍‌ (ନର୍ଦ୍ଦମା)ରେ ଜଣେ ଗର୍ଭବତୀ ଏକ ଶିଶୁକନ୍ୟା ଜନ୍ମଦେବା ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣା ଜଣାପଡ଼ିବା ପରେ ମେଡିକାଲ କର୍ତ୍ତୃପକ୍ଷ ଏହାକୁ ଅସ୍ବୀକାର କରିଛନ୍ତି। ହେଲେ ବାସ୍ତବତା ଭିନ୍ନ ଚିତ୍ର ଦର୍ଶାଉଛି। କୋରାପୁଟ ମେଡିକାଲ ପରିସରସ୍ଥିତ ନର୍ଦ୍ଦମାରେ ଛୁଆ ଜନ୍ମ କରିଥିବା ମହିଳାଙ୍କ ସ୍ବାମୀ ରୋଗରେ ପଡ଼ି ସେଠାରେ ଚିକିତ୍ସିତ ହେଉଥିଲେ। ସମ୍ପୃକ୍ତା ମହିଳା ସ୍ବାମୀଙ୍କୁ ଦେଖା କରିବାକୁ ଯାଇଥିବା ବେଳେ ତାଙ୍କ ପ୍ରସବ ବେଦନା ହୋଇଥିଲା। ଫଳରେ ସେ ଡାକ୍ତରଖାନାରେ ଭର୍ତ୍ତି ହେବାକୁ ଚାହିଁଥିଲେ। ହେଲେ ଡାକ୍ତରଖାନା କର୍ତ୍ତୃପକ୍ଷ ଆବଶ୍ୟକ କାଗଜପତ୍ର ଯଥା ସ୍ବାସ୍ଥ୍ୟକାର୍ଡ ଓ ଡାକ୍ତରଙ୍କ ପ୍ରେସ୍‌କ୍ରିପ୍‌ଶନ ନ ଥିବା ଦର୍ଶାଇ ତାଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେଇ ନ ଥିଲେ। ଅନନ୍ୟୋପାୟ ହୋଇ ମହିଳା ଡାକ୍ତରଖାନା ପରିସରରେ ଥିବା ଏକ ଡ୍ରେନ୍‌କୁ ପଶିଯାଇଥିଲେ ଓ କନ୍ୟାସନ୍ତାନ ଜନ୍ମ ଦେଇଥିଲେ। ଏହି ଖବର ପ୍ରସାରିତ ହେବା ପରେ ମେଡିକାଲ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶ କ୍ରମେ ସେଠାରେ ନିୟୋଜିତ ହୋଇଥିବା ଠିକା ସଂସ୍ଥାର ମହିଳା ସୁରକ୍ଷାକର୍ମୀ ପହଞ୍ଚି ସମ୍ପୃକ୍ତା ମହିଳାଙ୍କୁ ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଭର୍ତ୍ତି କରିଥିଲେ। କିଛି ସମୟ ପୂର୍ବରୁ ଆବଶ୍ୟକ କାଗଜପତ୍ର ନ ଥିବା ଦର୍ଶାଇ ଯେଉଁମାନେ ତାଙ୍କୁ ସ୍ବାସ୍ଥ୍ୟସେବା ଦେବାକୁ ମନା କରିଦେଇଥିଲେ ପରବର୍ତ୍ତୀ ସମୟରେ ଚାକିରି ଭୟରେ ତତ୍ପରତା ଦେଖାଇଥିବା ଉପରୋକ୍ତ ପଦକ୍ଷେପରୁ ବୁଝାପଡ଼ୁଛି। ଗୋଟିଏ ପଟେ ସରକାର ଆନୁଷ୍ଠାନିକ ପ୍ରସବକୁ ଗୁରୁତ୍ୱ ଦେଇ ପ୍ରଚାରପ୍ରସାର କରୁଥିବା ବେଳେ ଅନ୍ୟପଟେ ହସ୍ପିଟାଲ କର୍ତ୍ତୃପକ୍ଷ ବାସ୍ତବତା ବୁଝି ନ ପାରିବା ସ୍ବାସ୍ଥ୍ୟ ବ୍ୟବସ୍ଥା କେତେ ଅବ୍ୟବସ୍ଥିତ ରହିଛି ତାହାର ପ୍ରମାଣ ମିଳୁଛି। ସାଧାରଣତଃ ଦୁର୍ଗମ ଅଞ୍ଚଳରେ ବାସ କରୁଥିବା ଆଦିବାସୀମାନେ ବଣଜଙ୍ଗଲର ଗଛ ଓ ଡାଳପତ୍ରରୁ ସେମାନଙ୍କ ଔଷଧ ସଂଗ୍ରହ କରିଥାନ୍ତି। ଅତ୍ୟଧିକ ସଚେତନତା ସୃଷ୍ଟି କରାଯିବା ପରେ ସେମାନେ ଡାକ୍ତରଖାନା ଯାଇ ଏଲୋପ୍ୟାଥି ଔଷଧରେ ଅଭ୍ୟସ୍ତ ହେଉଛନ୍ତି। ଏଭଳି ସ୍ଥଳେ ସେମାନଙ୍କୁ ଯେତେବେଳେ ସ୍ବାସ୍ଥ୍ୟସେବାରୁ ବଞ୍ଚିତ କରାଯାଉଛି ସେତେବେଳେ ସରକାରୀ ବ୍ୟବସ୍ଥା ପ୍ରତି ବିମୁଖ ହେବା ସ୍ବାଭାବିକ। ଭାରତରେ ଯେତେବେଳେ କିଛି ଅସ୍ବାଭାବିକ ପରିସ୍ଥିତି ସୃଷ୍ଟି ହୁଏ ସେତେବେଳେ ବ୍ୟବସ୍ଥାରେ ଥିବା ବ୍ୟକ୍ତିମାନେ ନୀତି ଓ ନିୟମର ଦ୍ୱାହି ଦେଇଥାନ୍ତି। ଉଦାହରଣ ସ୍ବରୂପ ନିର୍ଦ୍ଦିଷ୍ଟ ପୋଲିସ ଅଞ୍ଚଳ ଅତିକ୍ରମ କରି ଯଦି ଜଣେ ଅପରାଧୀ ଅନ୍ୟ ଇଲାକାକୁ ଚାଲିଯାଏ ସେହି ସମୟରେ ସେଠାକାର ପୋଲିସ ତାଙ୍କୁ ଅନୁସରଣ କରି ନ ଥାନ୍ତି। କୁହାଯାଇଥାଏ ଯେ ଘଟଣା ତାଙ୍କ ଅଞ୍ଚଳର ନୁହଁ। ସେହିପରି ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ରାସ୍ତାରୁ ଉଦ୍ଧାର କରିଥିବା ବ୍ୟକ୍ତିଙ୍କୁ ପୋଲିସ ଓ ଡାକ୍ତରଖାନାରେ ବହୁ ପ୍ରଶ୍ନର ସମ୍ମୁଖୀନ ହେବାକୁ ପଡ଼ିଥାଏ। ସେହି ସମୟ ମଧ୍ୟରେ ହୁଏତ ଦୁର୍ଘଟଣାର ଶିକାର ହୋଇଥିବା ବ୍ୟକ୍ତିଙ୍କ ମୃତ୍ୟୁ ଘଟିଯାଇପାରେ। କିନ୍ତୁ ସେଥିପ୍ରତି କେହି ନିଘା ଦେଇ ନ ଥାନ୍ତି। କୋରାପୁଟ ମେଡିକାଲ ପରିସର ନର୍ଦ୍ଦମାରେ ସନ୍ତାନ ପ୍ରସବ ଦେଇଥିବା ମହିଳାଙ୍କ ସ୍ବାସ୍ଥ୍ୟାବସ୍ଥା ଦେଖି ଯଦି କର୍ତ୍ତୃପକ୍ଷ ତୁରନ୍ତ ସେବା ପ୍ରଦାନ କରିଥାନ୍ତେ, ତେବେ ପରିସ୍ଥିତି ସାଂଘାତିକ ହୋଇ ନ ଥାନ୍ତା। ଏଭଳି ସ୍ଥଳେ ନିୟମ ଅପେକ୍ଷା ମାନବିକ ଦୃଷ୍ଟିକୋଣକୁ ଅଧିକ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି। ଯେହେତୁ ଏହା ସହ ମଣିଷର ଜୀବନମରଣ ଜଡ଼ିତ ରହିଛି ସ୍ବାସ୍ଥ୍ୟ ବ୍ୟବସ୍ଥା ଦୟାଳୁଭାବ ପ୍ରଦର୍ଶନ କରିବା କଥା। ଉପରୋକ୍ତ ଘଟଣାକୁ ଉଦାହରଣ ଭାବେ ନେଇ ସ୍ବାସ୍ଥ୍ୟ ବିଭାଗ ସ୍ବତନ୍ତ୍ର ନିୟମାବଳୀ ପ୍ରଦର୍ଶନ କରିପାରିଲେ ପରିସ୍ଥିତିରେ ପରିବର୍ତ୍ତନ ଆସିପାରନ୍ତା। ନ ହେଲେ ଅସ୍ବାଭାବିକ ଘଟଣାର ସଂଖ୍ୟା ବଢ଼ି ଚାଲୁଥିବ।
All Right Reserved By

ସମ୍ପାଦକୀୟ |

ସମ୍ପାଦକୀୟ/ଚନ୍ଦକା ବଞ୍ଚାଅ

ସମ୍ପାଦକୀୟ/ଚନ୍ଦକା ବଞ୍ଚାଅ

କଟକ ମୁଣ୍ଡଳୀ ନିକଟ ମହାନଦୀରେ ୫ଟି ହାତୀ ଭାସି ଯାଉଥିବା ଖବର ଅକ୍ଟୋବର ୧୫ ସକାଳୁ ବ୍ୟାପିଯିବା ପରେ ଏହି ଦୃଶ୍ୟ ଦେଖିବାକୁ ସ୍ଥାନୀୟ ଅଞ୍ଚଳର ଲୋକଙ୍କ ମଧ୍ୟରେ ଭିଡ଼ ହୋଇଥିଲା। ଏ ବିଷୟରେ ସୂଚନା ପାଇବାରୁ ଆଠଗଡ଼ ଓ ଚନ୍ଦକା ବନଖଣ୍ଡ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ସଙ୍ଗେ ସଙ୍ଗେ ମୁଣ୍ଡଳୀ ବ୍ୟାରେଜ୍‌ର ୪ଟି ଗେଟ୍‌ ବନ୍ଦ କରିଦିଆଯିବାରୁ ଜଳସ୍ରୋତ ହ୍ରାସ ପାଇଥିଲା ଓ ପାଣିରେ ଭାସୁଥିବା ହାତୀ ଉପରକୁ ଉଠି ଆସିଥିଲେ। ...

ପଶୁବଳି : ଏକ ଅମାନବୀୟ ପରମ୍ପରା

ପଶୁବଳି : ଏକ ଅମାନବୀୟ ପରମ୍ପରା

ଡ. ପ୍ରଫୁଲ୍ଲ କୁମାର ସାହୁ

ଆମ ରାଜ୍ୟରେ ପ୍ରମୁଖ ଦେବୀମନ୍ଦିରଗୁଡ଼ିକରେ ଶାରଦୀୟ ପୂଜାର ଏକ ବିଶେଷ ଅଙ୍ଗ ଥିଲା ପଶୁବଳିପ୍ରଥା। ପ୍ରତିବର୍ଷ ଦଶହରା ବେଳେ ଏସବୁ ଶକ୍ତିପୀଠରେ ଲକ୍ଷ ଲକ୍ଷ ପଶୁପକ୍ଷୀଙ୍କୁ ହତ୍ୟା କରାଯାଉଥିଲା ଅତି ବୀଭତ୍ସ ଭାବରେ। ଏଭଳି ଏକ ଅମାନବୀୟ ପରମ୍ପରା ଉପରେ ନ୍ୟାୟାଳୟର ପ୍ରତିବନ୍ଧକ ଲାଗିବା ପରେ ଅଧିକାଂଶ ଦେବୀ ପୀଠରେ ଏବେ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି ପଶୁବଳି। ଅନ୍ୟ କେତେକ ସ୍ଥାନରେ ଏହା ଲୁଚାଛପାରେ ଚାଲିଛି ପରମ୍ପରା ଦାୟରେ। କାରଣ ସଭ୍ୟତା ଯେତେ ଆଗକୁ ଗଲେ ବି ଅନ୍ଧବିଶ୍ୱାସର ଅନ୍ଧଗଳିରୁ ମୁକୁଳିପାରୁନି ...

ଆସ ମା’ ଦୁର୍ଗେ

ଆସ ମା’ ଦୁର୍ଗେ

ଡ. ଭାଗ୍ୟଲିପି ମଲ୍ଲ

କାଶତଣ୍ଡୀର ଶୁଭ୍ର ମେଳଣରେ ଏବେ ସୃଜନର ମୂର୍ଚ୍ଛନା। ପତଳା କୁହୁଡ଼ିଆ ଆକାଶରେ ଜହ୍ନ ପିନ୍ଧିଛି ଧଳାବଉଦର ମାଳ। ଅଧା ଛାଇ ଅଧା ଆଲୁଅର ଖେଳରେ ଆସକ୍ତ ଧରିତ୍ରୀର ଛାତି। ଆକାଶ ଦେଖୁଛି ମୁହଁ ମାଟିଦର୍ପଣରେ। ଠିକ୍‌ ଏଇ ସମୟରେ ଧରାବତରଣ କରୁଛନ୍ତି ମା’ ଦୁର୍ଗା, ଦୁର୍ଗତିନାଶିନୀ। ତାଙ୍କ ଆଗମନର ଆବାହନୀରେ ଭୂମିରୁ ଆକାଶ, ସବୁଠି ଶୁଭ୍ରତାର ସମାରୋହ। ସକଳ ସୃଷ୍ଟିରେ ଶରତର ମଧୁର ଆଶ୍ଳେଷ। ସେହି ଆଶ୍ଳେଷରେ ସମାହିତ ଶକ୍ତି ଏକ ଦିବ୍ୟ ଅନୁଭବ। ସେ ଶକ୍ତି ଜନ୍ମ ଓ ମୃତ୍ୟୁ, ଯନ୍ତ୍ରଣା ଓ ଆନନ୍ଦର କାରଣ। ତା’ ବିନା କିଛି ସମ୍ଭବ ନୁହେଁ। ତେଣୁ କୁହାଯାଏ ସେ ଜନ୍ମ ଓ ମୃତ୍ୟୁର ଊର୍ଦ୍ଧ୍ୱସ୍ଥ ଏକ ଦିବ୍ୟ ସତ୍ତା। ସକଳ ଚେତନାର ଉତ୍ସ। ଆମେ ଆଜି ସେଇ ଉତ୍ସକୁ ଆହ୍ବାନ କରୁଛୁ। ...

ଏଇ ଭାରତରେ

ଏଇ ଭାରତରେ

ଅନ୍ନଚିନ୍ତା ଚମତ୍କାରା। କ୍ଷୁଧା ଓ ଦାରିଦ୍ର୍ୟରେ ପେଷି ହେଉଥିବା ବ୍ୟକ୍ତି ହିତାହିତ ଜ୍ଞାନ ହରାଇବସେ। କ୍ଷୁଧା ପ୍ରପୀଡ଼ିତ ମା’ ପାଖରେ ସ୍ନେହମମତାର ମୂଲ୍ୟ କିଛି ନାହିଁ। ପିଲାଙ୍କ ଭୋକିଲା ପେଟକୁ ଆହାର ଯୋଗାଇପାରୁ ନ ଥିବା ମା’ ସେମାନଙ୍କ ଦୁଃଖକଷ୍ଟ ସହ୍ୟ କରି ନ ପାରି ବିନାଶ କରିଦେବାକୁ ବି ଇଚ୍ଛାକରେ। ଏପରି ଏକ ଦୁଃଖଦ ଘଟଣା ଗୁଜରାଟର ଅହମଦାବାଦଠାରେ ଘଟିଛି। ଗୁଜରାଟର ଭାବନଗର...

ସମ୍ପାଦକୀୟ/ #ମିଟୂ ସପକ୍ଷରେ

ସମ୍ପାଦକୀୟ/ #ମିଟୂ ସପକ୍ଷରେ

ଆମେରିକୀୟ ଅଭିନେତ୍ରୀ ଆଲିସା ମିଲାନୋ ୨୦୧୭ ଅକ୍ଟୋବରରେ  ସୋସିଆଲ ମିଡିଆରେ #ମିଟୂ ନାମରେ ଯେଉଁ ଅଭିଯାନ ଆରମ୍ଭ କରିଥିଲେ ତାହା ଏବେ ଆନ୍ଦୋଳନର ରୂପ ନେଇଛି। କର୍ମସ୍ଥଳୀ ବା ଅତୀତରେ ଯେକୌଣସି ସ୍ଥାନରେ ଯଦି ଜଣେ ମହିଳା ଯୌନ ଶୋଷଣର ଶିକାର ହୋଇଥିବେ, ସେଥିରେ ନିର୍ଯାତନା ଦେଇଥିବା ପୁରୁଷଙ୍କ ମୁଖା ଖୋଲିଦେବା ହେଉଛି ଏହି ଅଭିଯାନର ମୂଳ ଲକ୍ଷ୍ୟ। ଇତିମଧ୍ୟରେ ଶହ ଶହ ଭାରତୀୟ ମହିଳା ସେମାନଙ୍କ ପ୍ରତି ହୋଇଥିବା ଦୁର୍ବ୍ୟବହାରକୁ ସାଧାରଣରେ ପ୍ରକାଶ କରି ରାଜନୀତି, ଗଣମାଧ୍ୟମ ଓ ମନୋରଞ୍ଜନ ଶିଳ୍ପ ସହ ଜଡ଼ିତ  ବିଶିଷ୍ଟ ବ୍ୟକ୍ତିଙ୍କ ଅସଲ ଚେହେରା ଖୋଲିଦେଲେଣି। ସେମାନଙ୍କ ମଧ୍ୟରେ ସାମ୍ବାଦିକରୁ ରାଜନେତା ପାଲଟିଥିବା ବହିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଏମ୍‌.ଜେ. ଆକବର, ସିନେମା ଦୁନିଆର ନାମକରା ବ୍ୟକ୍ତିତ୍ୱ ନାନା ପାଟେକର, ଆଲୋକ ନାଥଙ୍କ...

ନବୀନ ଆହ୍ବାନ

ନବୀନ ଆହ୍ବାନ

ଜିତେନ୍ଦ୍ର କୁମାର ନାୟକ

ନବୀନ ଏକ ଆହ୍ବାନ। ତାଙ୍କୁ ମାପିବା କଷ୍ଟକର। ଅଳ୍ପ କହୁଥିବାରୁ ଭୁଲ ବାଛି ହେଉନି। ସରଳ ଜୀବନ ବିତାଉଥିବାରୁ ବିବାଦରୁ ଦୂରରେ ଅଛନ୍ତି। ରାଜନୀତିରେ ନବୀନ ଭାବେ ପ୍ରବେଶ କରିଥିଲେ ମଧ୍ୟ ଏକନିଷ୍ଠ କର୍ମ ତାଙ୍କୁ କରିଦେଇଛି ପ୍ରବୀଣ। ପୋଖତ ଓ ପୁରୁଖା ରାଜନେତା ତାଙ୍କ ସଫଳତା ଦେଖି ତଟସ୍ଥ। ପିତା ବିଜୁ ପଟ୍ଟନାୟକଙ୍କଠାରୁ ରାଜନୀତି ଶିକ୍ଷା ପାଇବାର ସୁଯୋଗ ପାଇ ନ ଥିଲେ। ତଥାପି କେମିତି ବିରୋଧୀଙ୍କ ଆଖିରୁ ନିଦ ହଜେଇ ଦେଇପାରୁଛନ୍ତି, ତାହା ଏବେ ଓଡ଼ିଶାବାସୀଙ୍କ ମନରେ ପ୍ରଶ୍ନ ସୃଷ୍ଟି କରିଛି। ଦିନେ ଓଡ଼ିଆ ଓ ଓଡ଼ିଶାର ଲୋକଙ୍କୁ ଜାତୀୟ ଗଣମାଧ୍ୟମରେ ସେଭଳି ଦେଖିବାକୁ ମିଳୁ ନ ଥିଲା। ଆଜି ଅଧିକାଂଶ ସର୍ଭେରେ ସଫଳ ରାଜନେତା, ଶ୍ରେଷ୍ଠ ପ୍ରଶାସ...

ଓଡ଼ିଶାରେ ଶକ୍ତିପୂଜା

ଓଡ଼ିଶାରେ ଶକ୍ତିପୂଜା

ଡ. କିଶୋର ମହାନ୍ତି

ଓଡ଼ିଶା ସର୍ବଧର୍ମ ଓ ସଂସ୍କୃତିର ମହାମିଳନ ପୀଠ।  କିନ୍ତୁ ନିଜସ୍ବ ସଂସ୍କୃତି ଓ ପରମ୍ପରାକୁ ଓଡ଼ିଆ ଜାତି କେବେ ଭୁଲି ଯାଇନାହିଁ। ଓଡ଼ିଶାର ଶାକ୍ତ ପରମ୍ପରା ସୁପ୍ରାଚୀନ। ଓଡ଼ିଶାରେ ରହିଥିବା ଶକ୍ତିପୀଠଗୁଡିକ ତା’ର ଜ୍ୱଳନ୍ତ ପ୍ରମାଣ। ମାତୃକା ପୂଜା ମାନବ ସମାଜ ଯୁଗେ ଯୁଗେ କରିଆସିଛି। ‘ଜନନୀ ଜନ୍ମଭୂମିଶ୍ଚ ସ୍ବର୍ଗାଦପି ଗରୀୟସୀ’କୁ ମୂଳମନ୍ତ୍ର କରି ନିଜ ଜୀବନଧାରାରେ ମା’ର ଅମାପ ସ୍ନେହ ଓ ଶ୍ରଦ୍ଧାଳୁ ...

ଏଇ ଭାରତରେ

ଏଇ ଭାରତରେ

ପକେଟମାରଙ୍କର ବି ପରୋପକାରୀ ଗୁଣ ରହିଛି। ଟଙ୍କାପଇସା ହାତେଇବା ପରେ ଅନ୍ୟ ସାମଗ୍ରୀରେ କୌଣସି ଆବଶ୍ୟକତା ନ ଥିବାରୁ କେତେକେ ସମ୍ପୃକ୍ତ ଲୋକଙ୍କୁ ଏ ସବୁ ଫେରାଇ ଦିଅନ୍ତି। ଏଥିପାଇଁ ସେମାନେ ସିଧାସଳଖ ଯୋଗାଯୋଗ କରନ୍ତି ନାହିଁ। ବରଂ ବିଭିନ୍ନ ମାଧ୍ୟମ ଖୋଜିଥାଆନ୍ତି। ଆଉ ସବୁ ଅପେକ୍ଷା ଡାକବାକ୍ସ ହେଉଛି ସହଜ ଓ ସରଳ ମାଧ୍ୟମ। ଚେନ୍ନାଇର ପକେଟମାରମାନେ ଏହି ସହଜ ମାଧ୍ୟମକୁ...

ଇଣ୍ଡୋନେସିଆରେ ସୁନାମି, ଭାରତରେ ଭୟ

ଇଣ୍ଡୋନେସିଆରେ ସୁନାମି, ଭାରତରେ ଭୟ

୨୦୧୮ ଜୁଲାଇ ଓ ଅଗଷ୍ଟ ମାସର ଭୂକମ୍ପ ପରେ ସେପ୍ଟେମ୍ବର ୨୮ ତାରିଖର ଭୂକମ୍ପ ଥିଲା ଇଣ୍ଡୋନେସିଆରେ ଏ ବର୍ଷର ତୃତୀୟ ତଥା ଶକ୍ତିଶାଳୀ। ଇଣ୍ଡୋନେସିଆରେ ଛୋଟ-ବଡ଼ ଭୂକମ୍ପ ସାଧାରଣ କଥା।

ସମ୍ଭ୍ରାନ୍ତ ଠାଣି

ସମ୍ଭ୍ରାନ୍ତ ଠାଣି

ଅକ୍ଟୋବର ୧୩ ଅପରାହ୍ଣ ୪ଟା ୪୫ ମିନିଟ୍‌ରେ ଦିଲ୍ଲୀ ନିକଟସ୍ଥ ଗୁଡ୍‌ଗାଓଁର ଜିଲା କୋର୍ଟ ଭିତରେ ଅତିରିକ୍ତ ଦୌରା ଜଜ୍‌ କ୍ରିଷ୍ଣକାନ୍ତ ଶର୍ମା ଅନ୍ୟ ଜଣେ ବିଚାରପତିଙ୍କ ସହ କଥା ହେଉଥିବା ବେଳେ ତାଙ୍କ ମୋବାଇଲ୍‌ ଫୋନ୍‌କୁ ଏକ କଲ୍‌ ଆସିଲା। ଫୋନ୍‌ କରିଥିବା ବ୍ୟକ୍ତି ଥିଲେ କ୍ରିଷ୍ଣକାନ୍ତଙ୍କ ବ୍ୟକ୍ତିଗତ ସୁରକ୍ଷାକର୍ମୀ ମହିପାଲ ସିଂ।

 ବିବାଦରେ ଆକବର

ବିବାଦରେ ଆକବର

ଆକାର ପଟେଲ

ପ୍ରାୟ ୨୫ ବର୍ଷ ତଳେ ମୁଁ କାର୍ଯ୍ୟ ଅନ୍ବେଷଣରେ ସୁରତରୁ ବମ୍ବେ (ସେତେବେଳେ ମୁମ୍ବାଇ ନାଁ ହୋଇ ନ ଥିଲା) ଆସିଲି। ଆମ ପାରିବାରିକ ବ୍ୟବସାୟ ‘ପଲିଷ୍ଟର ପୋଷାକ ତିଆରି’ ଆଉ ଚାଲିଲା ନାହିଁ। ମୁଁ ଟେକ୍ସଟାଇଲ ବିଦ୍ୟାରେ ଡିପ୍ଲୋମା କରିଥିଲି। ବିଦ୍ୟାଳୟ ଶିକ୍ଷା ପରେ ଏହି ଡିପ୍ଲୋମା କରିବାରେ ମୋର ଦୁଇବର୍ଷ ଚାଲିଗଲା। ସୁତରାଂ କୌଣସି ଅଫିସ ଚାକିରି ପାଇଁ ମୋର ଶିକ୍ଷାଗତ ଯୋଗ୍ୟତା ନ ଥିଲା। ଜଣେ ...

ଶ୍ୱେତକେତୁ, ବିଛୁଆତି ଓ ଧାରା-୪୯୭

ଶ୍ୱେତକେତୁ, ବିଛୁଆତି ଓ ଧାରା-୪୯୭

ପ୍ରକାଶ ତ୍ରିପାଠୀ

ଶୁଣିଥିବା ଏକ ପୌରାଣିକ କଥାବସ୍ତୁରୁ ଆଲେଖ୍ୟଟିକୁ ଆରମ୍ଭ କରୁଛୁ। ଋଷି ଉଦ୍ଦାଳକ ଓ ତାଙ୍କ ପୁତ୍ର ଶ୍ୱେତକେତୁ ନିଜ ଆଶ୍ରମ ସନ୍ନିକଟରେ ବସି କୌଣସି ଏକ କାର୍ଯ୍ୟ ସମ୍ପାଦନ କରୁଥିଲେ। ଆଶ୍ରମରେ ସେତେବେଳେ ଉଦ୍ଦାଳକଙ୍କ ପତ୍ନୀ ଏକୁଟିଆ ଥିଲେ। ଏହି ସମୟରେ ଜଣେ ବ୍ୟକ୍ତି ଆଶ୍ରମ ଭିତରକୁ ପ୍ରବେଶ କରି ଉଦ୍ଦାଳକଙ୍କ ପତ୍ନୀଙ୍କୁ ଧରି ପଳାୟନ କଲେ। ଉଭୟ ପିତା ଓ ପୁତ୍ରଙ୍କ ଆଖି ସାମ୍ନାରେ ଘଟଣାଟି ...