Dharitri News
ଜୀବନଚର୍ଯ୍ୟା |

ସ୍ବାସ୍ଥ୍ୟ ସୂଚନା

ସ୍ବାସ୍ଥ୍ୟ ସୂଚନା -ଟେନସନ୍‌ ହେଉଛି ଏଭଳି ଏକ ନୀରବ ଘାତକ ଯାହା କେତେକ ରୋଗର କାରଣ ସାଜିଥାଏ। ତେଣୁ ନିଜକୁ ଯେତେ ସମ୍ଭବ ଟେନସନ୍‌ଠାରୁ ଦୂରେଇ ରଖିବାକୁ ଚେଷ୍ଟା କରନ୍ତୁ। ଏଥିରୁ ମୁକୁଳିବା ପାଇଁ ପ୍ରତିଦିନ କିଛି ସମୟ ଯୋଗ କରନ୍ତୁ। -ଯଦି ଆପଣଙ୍କ ବୟସ ୪୦ ଟପିଲାଣି ତେବେ ନିଜର ସମ୍ପୂର୍ଣ୍ଣ ସ୍ବାସ୍ଥ୍ୟ ପରୀକ୍ଷା କରାଇ ନିଅନ୍ତୁ। କାରଣ ବୟସ ବଢ଼ିବା ସହ ଡାଇବେଟିସ୍‌, ବ୍ଲଡ ପ୍ରେସର ପରି ସ୍ବାସ୍ଥ୍ୟ ସମସ୍ୟା ଦେଖାଯିବାର ଆଶଙ୍କା ଅଧିକ ଥାଏ। -ନିଜକୁ ସୁସ୍ଥ ରଖିବାର ଏକ ସହଜ ଉପାୟ ରହିଛି। ପ୍ରଥମେ ନିଜର ଜୀବନଶୈଳୀରେ ପରିବର୍ତ୍ତନ ଆଣନ୍ତୁ। ଭିଟାମିନଯୁକ୍ତ ଖାଦ୍ୟ ଖାଇବା ସହ ଆବଶ୍ୟକ ମୁତାବକ ବିଶ୍ରାମ ନିଅନ୍ତୁ। ଶରୀର ଉପରେ ଖରାପ ପ୍ରଭାବ ପକାଉଥିବା ଖାଦ୍ୟ ଖାଆନ୍ତୁ ନାହିଁ। -ଯଦି ଆପଣଙ୍କର ଡାଇବେଟିସ୍‌ କିମ୍ବା ବ୍ଲଡପ୍ରେସର ପରି ସ୍ବାସ୍ଥ୍ୟ ସମସ୍ୟା ରହିଛି ତେବେ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ଏହାକୁ ଚେକ୍‌ଅପ୍‌ କରାଇ ନିଅନ୍ତୁ।

ଜୀବନଚର୍ଯ୍ୟା |

ଏକାଗ୍ରତା ବଢ଼ାଏ ଚନ୍ଦନ

ଭାରତୀୟ ପରମ୍ପରା ଅନୁଯାୟୀ ଚନ୍ଦନକୁ ଔଷଧୀୟ ଏବଂ ଧାର୍ମିକ ଭାବନା ସହ ଯୋଡାଯାଇଥାଏ। ଏଥିପାଇଁ ପ୍ରାଚୀନ କାଳରୁ ମଥାରେ ଚନ୍ଦନ ଲଗାଇବା ପରମ୍ପରା ରହିଆସିଛି। ଏହାଦ୍ୱାରା ଏକାଗ୍ରତା ବଢ଼ିବା ସହ ମସ୍କିଷ୍କ ଥଣ୍ଡା ରହିଥାଏ ବୋଲି କୁହାଯାଏ। ଏତଦ୍‌ବ୍ୟତୀତ ଚନ୍ଦନ ଲଗାଇବା ଦ୍ୱାରା ଅନେକ ଉପକାର ମିଳିଥାଏ।

ଫୋନ୍‌ରେ ହେବ ମଧୁମେହ ନିୟନ୍ତ୍ରଣ

ଫୋନ୍‌ରେ ହେବ ମଧୁମେହ ନିୟନ୍ତ୍ରଣ

ଓ୍ବାଶିଂଟନ: ଆଗାମୀ ଦିନରେ ମଧୁମେହ ରୋଗ ଫୋନ୍‌ ଦ୍ୱାରା ନିୟନ୍ତ୍ରିତ ହୋଇପାରିବ। ଏନେଇ ବୈଜ୍ଞାନିକମାନେ ଗବେଷଣା ଜାରି ରଖିଛନ୍ତି। ଫୋନ୍‌ ପାନ୍‌କ୍ରିଜ୍‌କୁ ରକ୍ତରେ ଶର୍କରାସ୍ତରକୁ ସାଧାରଣ କରିବାକୁ ନିର୍ଦ୍ଦେଶ ଦେବ।

ଲବଙ୍ଗ ତେଲର ଉପକାରିତା

ଲବଙ୍ଗ ତେଲର ଉପକାରିତା

ଭାରତରେ ପ୍ରଚୁର ପରିମାଣରେ ଲବଙ୍ଗ ଉତ୍ପାଦନ ହୋଇଥାଏ। ଏହାକୁ ଖାଦ୍ୟ ପ୍ରସ୍ତୁତିଠାରୁ ଆରମ୍ଭ କରି ବିଭିନ୍ନ ପ୍ରକାର ରୋଗର ଉପଶମ କ୍ଷେତ୍ରରେ ବ୍ୟବହାର କରାଯାଇଥାଏ। ଲବଙ୍ଗରୁ ପ୍ରସ୍ତୁତ ଲବଙ୍ଗ ତେଲ ଔଷଧୀୟ ଗୁଣରେ ଭରପୂର। ଏହା ବ୍ରଣ ଦୂର କରିବା, କାଶ, ଆସ୍ତମା ଆଦିର ଉପଚାରରେ ବିଶେଷକରି ବ୍ୟବହୃତ ହୋଇଥାଏ। ଏହି ତେଲରେ ଅନେକ ପ୍ରକାରର ଖଣିଜ ପଦାର୍ଥ ସହ କ୍ୟାଲସିୟମ୍‌, ଆଇରନ୍‌, ସୋଡିୟମ୍‌, ପୋଟାସିୟମ୍‌, ଭିଟାମିନ୍‌ ଏ ଏବଂ ଭିଟାମିନ ସି ଆଦି ପର୍ଯ୍ୟାପ୍ତ ମାତ୍ରାରେ ମିଳିଥାଏ।

ଅତ୍ୟଧିକ ଶର୍କରା ନିୟନ୍ତ୍ରଣ ବିପଦ ଜନକ

ଅତ୍ୟଧିକ ଶର୍କରା ନିୟନ୍ତ୍ରଣ ବିପଦ ଜନକ

ଓ୍ବାଶିଂଟନ: ମଧୁମେହ ରୋଗରେ ଖାଦ୍ୟରେ ଶର୍କରା ଉପରେ ନିୟନ୍ତ୍ରଣ ପାଇଁ ଡାକ୍ତର ପରାମର୍ଶ ଦେଇଥାନ୍ତି। ତେବେ ସମ୍ପ୍ରତି କିଛି ଗବେଷକ ଅଧ୍ୟୟନ କରି ଜାଣିପାରିଛନ୍ତି ଯେ, ଅତ୍ୟଧିକ ଶର୍କରା ନିୟନ୍ତ୍ରଣ କଲେ ବିପଦ ଜନକ ସ୍ଥିତି ସୃଷ୍ଟି ହୋଇଥାଏ।

ପିଲାଙ୍କୁ ଅଧିକ ପ୍ରଶଂସା କରିବା ଅନୁଚିତ

ପିଲାଙ୍କୁ ଅଧିକ ପ୍ରଶଂସା କରିବା ଅନୁଚିତ

ଓ୍ବାଶିଂଟନ: ଛୋଟ ପିଲାଙ୍କର କାର୍ଯ୍ୟକୁ ପ୍ରଶଂସା କଲେ ସେମାନଙ୍କର ଉତ୍ସାହ ବୃଦ୍ଧି ହୋଇଥାଏ ବୋଲି ଅନେକ ବିଶ୍ୱାସ କରିଥାନ୍ତି। ମାତ୍ର ଏବେ ଗବେଷକ ଜାଣିପାରିଛନ୍ତି ଯେ, ଏହାଦ୍ୱାରା ସେମାନଙ୍କ ମଧ୍ୟରେ ଠକାମି ପ୍ରବୃତ୍ତି ଜାଗ୍ରତ ହୋଇଥାଏ।

ବଜାର ପରିବା କୀଟନାଶକଯୁକ୍ତ ହୋଇପାରେ, ବ୍ୟବହାର ପୂର୍ବରୁ ଜାଣନ୍ତୁ ଧୋଇବା ପଦ୍ଧତି

ବଜାର ପରିବା କୀଟନାଶକଯୁକ୍ତ ହୋଇପାରେ, ବ୍ୟବହାର ପୂର୍ବରୁ ଜାଣନ୍ତୁ ଧୋଇବା ପଦ୍ଧତି

ଚାଷୀମାନେ ନିଜ ଫସଲ ରକ୍ଷା କରିବା ପାଇଁ କୀଟନାଶକ ପ୍ରୟୋଗ କରିଥାନ୍ତି। ଏହାର ପ୍ରଭାବ ଅନେକ ଦିନ ପର୍ଯ୍ୟନ୍ତ ରହିଥାଏ। ଏହାକୁ ଆମେ ବଜାରରୁ କିଣିଥାଉ। ଏପରିସ୍ଥଳେ ଯଦି ପରିବା ଅଥବା ଫଳକୁ ଭଲ ଭାବେ ନ ଧୋଇ ଖିଆଯାଏ, ତେବେ ଏହା ସ୍ବାସ୍ଥ୍ୟ ପ୍ରତି ବେଶ୍‌ ହାନିକାରକ। ଏହାଦ୍ୱାରା ଫଳରେ ଥିବା କୀଟନାଶକ ଆମ ପେଟକୁ ଯାଇ ପାଚନକ୍ରିୟା ଏବଂ ଆଭ୍ୟନ୍ତରୀଣ ଅଙ୍ଗପ୍ରତ୍ୟଙ୍ଗକୁ କ୍ଷତି ପହଞ୍ଚାଇଥାଏ। ତେଣୁ ଏହାକୁ ବ୍ୟବହାର କରିବା ପୂର୍ବରୁ ଠିକ୍‌ ଭାବେ ଧୋଇବା ବେଶ୍‌ ଜରୁରୀ। ଯେପରିକି:

ସନ୍ତୁଳିତ ଶରୀର ମନକୁ ଚାପମୁକ୍ତ ରଖେ

ସନ୍ତୁଳିତ ଶରୀର ମନକୁ ଚାପମୁକ୍ତ ରଖେ

ଲଣ୍ଡନ: ଶରୀରର ଓଜନ ମାନସିକ ଅବସ୍ଥା ଉପରେ ପ୍ରଭାବ ପକାଇଥାଏ ବୋଲି ବୈଜ୍ଞାନିକ ଜାଣିପାରିଛନ୍ତି। ଓଜନରେ ସମନ୍ବୟ ରଖୁଥିବା ବ୍ୟକ୍ତିଙ୍କ ମନ ଚାପମୁକ୍ତ ରହିଥାଏ। ସାଧାରଣତଃ କଲେଜ ଶିକ୍ଷାର୍ଥୀ ଶରୀରକୁ ଫିଟ୍‌ ଓ ସନ୍ତୁଳିତ ରଖିବାର ପ୍ରୟାସ କରିଥାନ୍ତି।

ସ୍ବାସ୍ଥ୍ୟପାଇଁ ହିତକର ବ୍ରୋକଲି

ସ୍ବାସ୍ଥ୍ୟପାଇଁ ହିତକର ବ୍ରୋକଲି

ସ୍ବାଦ ଓ ସ୍ବାସ୍ଥ୍ୟ ଉପରେ ବ୍ରୋକଲିର ରହିଛି ଅନେକ ପ୍ରଭାବ। ଏବେ ଏହା ବଜାରରେ ପ୍ରଚୁର ପରିମାଣରେ ମିଳୁଛି। ଖାଦ୍ୟରେ ସାମିଲ କଲେ ଏହା ଆମକୁ ସୁସ୍ଥ ରଖିବାରେ ସହାୟକ ହେବ।

ସ୍ତନ୍ୟପାନ ଶିଶୁ ଓ ମା’ ମଧ୍ୟରେ ସମ୍ପର୍କ ସୁଦୃଢ଼ କରେ

ସ୍ତନ୍ୟପାନ ଶିଶୁ ଓ ମା’ ମଧ୍ୟରେ ସମ୍ପର୍କ ସୁଦୃଢ଼ କରେ

ଟରୋଣ୍ଟୋ: ସ୍ତନ୍ୟପାନ କରୁଥିବା ଶିଶୁ ଓ ମା’ ମଧ୍ୟରେ ସମ୍ପର୍କ ସୁଦୃଢ଼ ହୋଇଥାଏ ବୋଲି ବୈଜ୍ଞାନିକ ଜାଣିପାରିଛନ୍ତି। ଅଧିକ ଦିନ ଧରି ସ୍ତନ୍ୟପାନ କରିଥିବା ଶିଶୁ ମା’ଠାରୁ ଦୂରେଇ ରହିପାରେ ନାହିଁ।

 ନାକ ମାଧ୍ୟମରେ ଆବେଗ ପ୍ରକାଶିତ ହୁଏ

ନାକ ମାଧ୍ୟମରେ ଆବେଗ ପ୍ରକାଶିତ ହୁଏ

ଓ୍ବାଶିଂଟନ: ଆଘ୍ରାଣରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଥିବା ନାକ ଆବେଗ ପ୍ରକାଶରେ ସହାୟତା କରିଥାଏ ବୋଲି ଗବେଷକ ସୂଚିତ କରିଛନ୍ତି। ମସ୍ତିଷ୍କରେ ଭାବାବେଗ ପ୍ରକାଶ ପାଇଲେ ନାକରେ ସ୍ପନ୍ଦନ ସୃଷ୍ଟି ହୋଇଥାଏ ବୋଲି ସ୍ନାୟୁବିଜ୍ଞାନୀ ମାରିଲେନା ଏଇଲୋ କହିଛନ୍ତି।

 ମେରୁଦଣ୍ଡ ଚିକିତ୍ସା ସିଲ୍କ ଦ୍ୱାରା ସମ୍ଭବ

ମେରୁଦଣ୍ଡ ଚିକିତ୍ସା ସିଲ୍କ ଦ୍ୱାରା ସମ୍ଭବ

ଲଣ୍ଡନ: ବିଶୋଧକ ସିଲ୍କ ଦ୍ୱାରା କ୍ଷତିଗ୍ରସ୍ତ ମେରୁଦଣ୍ଡର ଚିକିତ୍ସା ସମ୍ଭବ ବୋଲି ବୈଜ୍ଞାନିକ ଜାଣିପାରିଛନ୍ତି। ଏହାକୁ ମସ୍ତିଷ୍କ ଚିକିତ୍ସାରେ ମଧ୍ୟ ବ୍ୟବହାର କରାଯାଇ ପାରିବ।

 ନିମୋନିଆରୁ ମୁକ୍ତି ଦେବ ମାଇକ୍ରୋବାୟୋମ୍‌

ନିମୋନିଆରୁ ମୁକ୍ତି ଦେବ ମାଇକ୍ରୋବାୟୋମ୍‌

ଓ୍ବାଶିଂଟନ: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ରିପୋର୍ଟ ଅନୁସାରେ ୨୦୦୪ରେ ପୃଥିବୀରେ ପ୍ରାୟ ୨ ନିୟୁତ ଶିଶୁଙ୍କର ନିମୋନିଆରେ ମୃତ୍ୟୁ ଘଟିଥିଲା। ତେବେ ୨୦୧୫ପରେ ଏହି ସଂଖ୍ୟାରେ ହ୍ରାସ ଦେଖିବାକୁ ମିଳିଛି।