
ନୂଆଦିଲ୍ଲୀ,୧୯।୧୨: ଗୁଜରାଟ ଓ ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନରେ ଭାଜପା ବାଜିମାତ୍ କରିଛି। ମାତ୍ର ଉଭୟ ରାଜ୍ୟରେ ମୁଖ୍ୟମନ୍ତ୍ରୀ ପଦରେ କିଏ ବସିବ ସେ ନେଇ ଅନେକ ଚର୍ଚ୍ଚା ଚାଲିଛି। ଏ ନେଇ ଭାଜପାର ସଂସଦୀୟ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ କେନ୍ଦ୍ର ମନ୍ତ୍ରୀ ଜେ ପି ନଡ୍ଡା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ନିର୍ବାଚନ ଫଳାଫଳକୁ ନେଇ ସେ ସନ୍ତୁଷ୍ଟି ପ୍ରକାଶ କରିବା ସହ ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀ ଚୟନ ପାଇଁ ଦଳ ପକ୍ଷରୁ ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଥିବା ପ୍ରକାଶ କରିଛନ୍ତି। କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟଲି ଓ ସରୋଜ ପାଣ୍ଡେଙ୍କୁ ଗୁଜରାଟ ଏବଂ ପ୍ରତିରକ୍ଷା ମନ୍ତ୍ରୀ ନିର୍ମଳା ସୀଥାରମଣ ଓ ନରେନ୍ଦ୍ର ତୋମାରଙ୍କୁ ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଚୟନ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଥିବା ସେ ସୂଚନା ଦେଇଛନ୍ତି।