Dharitri News
ଫୁରସତ |

ଇଏ ବି ଜଣେ ନାରୀ: ‘ଉଦ୍ୟୋଗୀ ସୁନୀତା’

ଇଏ ବି ଜଣେ ନାରୀ: ‘ଉଦ୍ୟୋଗୀ  ସୁନୀତା’ ଉଦ୍ୟମ ହିଁ ସଫଳତା ଆଣି ଦେଇଥାଏ। ଅଦମ୍ୟ ଉତ୍ସାହ ଏବଂ ନିରବଚ୍ଛିନ୍ନ ଚେଷ୍ଟା ଦ୍ୱାରା କୃଷିକ୍ଷେତ୍ରରେ ନିଜର ଦକ୍ଷତା ଦେଖାଇବାରେ ସେ ସକ୍ଷମ ହୋଇଛନ୍ତି। ଏ କ୍ଷେତ୍ରରେ ଉପଯୁକ୍ତ ତାଲିମ ନେବା ସହ ଆଧୁନିକ ବୈଷୟିକ ଜ୍ଞାନକୌଶଳ ପ୍ରୟୋଗକରି ସେ ସ୍ଥାନୀୟ ଅଞ୍ଚଳରେ ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ପାଲଟିଛନ୍ତି । ସେ ହେଲେ ଝାରସୁଗୁଡା ଜିଲା ସଦର ବ୍ଲକ୍‌ ତାଲପଟିଆ ଗାଁର ସୁନୀତା ନାଏକ। ଅବଶ୍ୟ କୃଷିରେ ସଫଳତାର ସ୍ବାଦ ଚାଖିବାକୁ ତାଙ୍କୁ ଛଅ ବର୍ଷ ଅପେକ୍ଷା କରିବାକୁ ପଡ଼ିଥିଲା। ବର୍ତ୍ତମାନ ସୁନୀତାଙ୍କ ପାଖରେ ରହିଛି ଛତୁଚାଷ ଏବଂ ଛତୁ ବିହନ ଉପତ୍ାଦନ କେନ୍ଦ୍ର। ଆଗକୁ ପାଳ ଏବଂ ଧିଙ୍ଗିରି ଛତୁରୁ ମୂଲ୍ୟଯୁକ୍ତ ଉତ୍ପାଦ ପ୍ରସ୍ତୁତି ପାଇଁ ଲକ୍ଷ୍ୟ ରଖିଛନ୍ତି। ପ୍ରଥମେ କଳା ଏବଂ ପରେ ଆଇନ(ଲ’)ରେ ସ୍ନାତକ ଡିଗ୍ରୀ ହାସଲ କରିବା ପରେ ସୁନୀତା ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ସହ ଜଡ଼ିତଥିଲେ। ତେବେ ସ୍ବାବଲମ୍ବୀ ହେବା ଲକ୍ଷ୍ୟରେ ୨୦୧୧ରେ ପରୀକ୍ଷାମୂଳକ ଭାବେ ଛତୁଚାଷ ଆରମ୍ଭ କରିଥିଲେ। କିନ୍ତୁ ଏହି ଚାଷରେ ତାଲିମର ଆବଶ୍ୟକ ଥିବା ହୃଦ୍‌ବୋଧ କରି ଛତୁଚାଷ ସମ୍ବନ୍ଧୀୟ ଜ୍ଞାନ ଆହରଣ ପାଇଁ ଝାରସୁଗୁଡ଼ା କୃଷିବିଜ୍ଞାନ କେନ୍ଦ୍ରରେ ପହଞ୍ଚିଥିଲେ। ଛତୁଛାଷ ସମ୍ପର୍କରେ ଜ୍ଞାନ ଅର୍ଜନ କରିବାକୁ ସେ ଆମ ଜିଲା କୃଷିବିଜ୍ଞାନ କେନ୍ଦ୍ରରେ ଛତୁଘର ପ୍ରସ୍ତୁତି, ଛତୁ ବିହନ ପ୍ରସ୍ତୁତ ପ୍ରଣାଳୀ, ଇନାକୁଲେସନ୍‌, ଇନକ୍ୟୁବେସନ୍‌, ମଞ୍ଜି ପ୍ରସ୍ତୁତ ପାଇଁ ମୂଳ ଫିମ୍ପିରୁ ବଂଶ ବିସ୍ତାରୀକରଣ ପ୍ରକ୍ରିୟା ବିଷୟରେ ତାମିଲ ନେଲେ। ଅବଶ୍ୟ ସୁନୀତା ସଫଳ ତାଲିମ ଗ୍ରହଣ କରିଥିଲେ ବୋଲି କହନ୍ତି ଜିଲା କୃଷିବିଜ୍ଞାନ କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ବିଶ୍ୱରଞ୍ଜନ ପଟ୍ଟନାୟକ। ଏହାପରେ ଛତୁର ବ୍ୟବସାୟୀକରଣ ଏବଂ ବାଣିଜି୍ୟକ ଭିତ୍ତିରେ ଛତୁ ଉପତ୍ାଦନ କରିବା ସହ କୃଷି ଉଦ୍ୟୋଗ ପ୍ରତିଷ୍ଠା ପାଇଁ ମନସ୍ଥ କରିଥିଲେ ସୁନୀତା। ଏଥିପାଇଁ ବ୍ୟାଙ୍କରେ ପ୍ର୍ରକଳ୍ପ ରିପୋର୍ଟ ଦାଖଲକରି ୧୪ ଲକ୍ଷ ଟଙ୍କାର ରିହାତିଯୁକ୍ତ କୃଷିଋଣ ପାଇଥିଲେ। ଏହାପରେ ୫୦୦ରୁ ଅଧିକ ଶଯ୍ୟାବିଶିଷ୍ଟ ପାଳ ଏବଂ ଧିଙ୍ଗିରି ଛତୁଘର, ଇନାକୁଲେସନ୍‌ ଚାମ୍ବର, ଇନକ୍ୟୁବେସନ୍‌ ଚାମ୍ବର, ନଡ଼ା ଭିଜାଇବା ପାଇଁ କୁଣ୍ଡ ନିର୍ମାଣ କରି ଛତୁ ଉଦ୍ୟୋଗ ପ୍ରତିଷ୍ଠା କରିବାରେ ସଫଳ ହୋଇଛନ୍ତି। ବର୍ତ୍ତମାନ ନିଜେ ଛତୁମଞ୍ଜି ପ୍ରସ୍ତୁତଠାରୁ ଆରମ୍ଭକରି ଉତ୍ପାଦନ କାମ ନିଜ ଘରେ ଚାଲୁ ରଖିଛନ୍ତି। କେବଳ ସେତିକି ନୁହେଁ, ଉପତ୍ାଦିତ ଛତୁକୁ ଝାରସୁଗୁଡ଼ା ସମେତ ଆଖପାଖ ଜିଲାକୁ ପଠାଉଛନ୍ତି। ଆଗାମୀ ଦିନରେ ପଡ଼ୋଶୀ ଛତିଶଗଡ଼ ବଜାରକୁ ଛତୁ ରପ୍ତାନି ପାଇଁ ଲକ୍ଷ୍ୟ ରଖିଛନ୍ତି। ବର୍ତ୍ତମାନ ଦୈନିକ ୫୦-୬୦ କି.ଗ୍ରା. ଉଭୟ ପ୍ରକାରର ଛତୁ ଉତ୍ପାଦନ କରିପାରୁଛନ୍ତି। ଆଗାମୀ ଦିନରେ ମୂଲ୍ୟଯୁକ୍ତ ଉତ୍ପାଦ ଏବଂ ଚାଷୀ ତାଲିମ କେନ୍ଦ୍ର ସ୍ଥାପନକରି ଆଖପାଖ ଯୁବତୀ ଯୁବକଙ୍କୁ ସ୍ବାବଲମ୍ବୀ କରିବା ପାଇଁ ତାଲିମ ଦେବାକୁ ଯୋଜନା କରିଛନ୍ତି ସେ। ଦୈନିକ ୫୦ଟି ଲେଖାଏଁ ଛତୁବେଡ୍‌ ପ୍ରସ୍ତୁତକରି ବାର୍ଷିକ ପାଖାପାଖି ୮ଲକ୍ଷ ଟଙ୍କା ଆୟ ରୋଜଗାର ଲାଗି ମଧ୍ୟ ଲକ୍ଷ୍ୟ ରଖିଛନ୍ତି ସୁନୀତା। - ପ୍ରଭଞ୍ଜନ ମିଶ୍ର

ଫୁରସତ |

ଜଳବାୟୁ ପରିବର୍ତ୍ତନ ଯୋଗୁ ଆଗ୍ନେୟଗିରି ଉଦ୍‌ଗୀରଣ ବୃଦ୍ଧି ପାଇବ

ଜଳବାୟୁ ପରିବର୍ତ୍ତନ ଯୋଗୁ ଆଗ୍ନେୟଗିରି ଉଦ୍‌ଗୀରଣ ବୃଦ୍ଧି ପାଇବ

ଓ୍ବାଶିଂଟନ: ବିଶ୍ୱ ତାପମାନ ବଢ଼ିବାରେ ଲାଗିଛି। ଏହାର ପ୍ରତିକୂଳ ପ୍ରଭାବ ଯୋଗୁ ଜଳବାୟୁ ପରିବର୍ତ୍ତନ ହେଉଛି। ତେବେ ଜଳବାୟୁ ପରିବର୍ତ୍ତନ ଦ୍ୱାରା ପୃଥିବୀରେ ଆଗ୍ନେୟଗିରି ଉଦ୍‌ଗୀରଣ ବୃଦ୍ଧି ପାଇବାର ଆଶଙ୍କା ରହିଛି ବୋଲି ଭୌଗୋଳିକ ମତ ପ୍ରକାଶ କରିଛନ୍ତି।

ବିଶ୍ୱର ସବୁଠାରୁ ବଡ଼ ବିମାନବନ୍ଦର

ବିଶ୍ୱର ସବୁଠାରୁ ବଡ଼ ବିମାନବନ୍ଦର

ବେଜିଂ,୨୧।୧: ଚାଇନାର ରାଜଧାନୀ ବେଜିଂରେ ନିର୍ମାଣ ହେଉଥିବା ବିମାନ ବନ୍ଦରକୁ ଦେଖିବା ଲାଗି ଲୋକେ କିଛି ସମୟ ଅଟକି ଯାଉଛନ୍ତି।

ଅସ୍ତିତ୍ୱ  ହରାଇବାକୁ ଯାଉଥିବା ‘ସାତଭାୟାର କଥା’

ଅସ୍ତିତ୍ୱ ହରାଇବାକୁ ଯାଉଥିବା ‘ସାତଭାୟାର କଥା’

ଓଡ଼ିଶାର ଉପକୂଳବର୍ତ୍ତୀ ସାତଭାୟା ଏବେ ଦରିଆ ଆଁ ଭିତରେ ନିଜର ଅସ୍ତିତ୍ୱ ହରାଇବାକୁ ଯାଉଛି । ଅତୀତରେ ଘଟିଥିବା ଏକ ଭୟଙ୍କର ବାତ୍ୟାର ବିଭିଷିକା ସେଠାର ସ୍ଥାୟୀବାସିନ୍ଦାମାନେ ସର୍ବସ୍ବାନ୍ତହୋଇ ଅନେକ ନାହିଁ ନଥିବା ସମସ୍ୟା ଭିତରେ ଦୀର୍ଘ ୪୮ବର୍ଷ ଧରି ଜୀବନ ବିତାଇ ସାରିଲେଣି । ଏମିତିକି ଦୁଇଟି ଗାଁ ସମ୍ପୂର୍ଣ୍ଣ ସମୁଦ୍ର ଗର୍ଭରେ ଲୀନ ହୋଇସାରିଛି । ଦରିଆ ସେମାନଙ୍କ ପିଲାଛୁଆ ସଭିଙ୍କୁ ଭସେଇ ନେଇଛି। ମାତ୍ର ଆଶ୍ରୟପାଇଁ ସେମାନଙ୍କ ଲାଗି ଆଉ ଏକ ସ୍ଥାନ ଖୋଜା ସରିଛି। କିନ୍ତୁ ଭିଟାମାଟି ଛାଡ଼ିବାର ଦୁଃଖ ଅନ୍ୟପଟେ ନୂଆଜାଗାରେ ଥଇଥାନ ଯୋଗୁ ବଦଳିଯିବ ପରିଚୟ । ପୁଣି ଆରମ୍ଭହେବ ନିଆରା ଜୀବନଶୈଳୀ । ସେହି ଗାଁ ସମ୍ପର୍କରେ ....

ପୁଅ ଦୁଷ୍ଟ ହେବାରୁ ଦଣ୍ଡ: ସ୍କୁଟର ପଛରେ ବାନ୍ଧି ରାସ୍ତାରେ ଘୋଷାଡିଲେ ମା’

ପୁଅ ଦୁଷ୍ଟ ହେବାରୁ ଦଣ୍ଡ: ସ୍କୁଟର ପଛରେ ବାନ୍ଧି ରାସ୍ତାରେ ଘୋଷାଡିଲେ ମା’

ଚଳଚ୍ଚିତ୍ର ‘ ପ୍ୟାର କିୟା ତୋ ଡରନା କ୍ୟା’ରେ ବଲିଉଡ ଅଭିନେତା ଅରବାଜ ଖାନ ସଲମାନଙ୍କୁ ଦଣ୍ଡ ଦେଉଥିବାର ଏକ ଦୃଶ୍ୟ ଦେଖାଯାଇଥିଲା। ଦୃଶ୍ୟରେ ଅରବାଜ୍‌ ସଲମାନଙ୍କୁ ଘୋଡା ପଛରେ ବାନ୍ଧି ଘୋଷାଡି ଘୋଷାଡି ନେଇଥିଲେ। ଠିକ୍‌ ଏପରି କିଛି ଦୃଶ୍ୟ ଦେଖିବାକୁ ମିଳିଛି ଚାଇନାର ଦକ୍ଷିଣ-ପଶ୍ଚିମରେ ଥିବା ୟୁନ୍ନାନ ଅଞ୍ଚଳ ଜାଓଟାଙ୍ଗ ସହର ରାସ୍ତାରେ। ଗୁରୁବାର ଚାଇନାର ଜଣେ ମା’ ନିଜ ଶିଶୁକୁ ଦଣ୍ଡ ଦେବାପାଇଁ ନିଜ ସ୍କୁଟର ପଛରେ ବାନ୍ଧି ଘୋଷାଡି ଘୋଷାଡି ନେଇଥିଲେ। ଥରେ ଅଥବା ଦିନେ ନୁହେଁ ବରଂ ମା’ ଲଗାତାର ତିନିଦିନ ଧରି ଏପରି କରିଆସୁଥିଲେ।

ପୁରୁଷଙ୍କ ତୁଳନାରେ ମହିଳାଙ୍କ ସ୍ବାସ୍ଥ୍ୟରେ ଅବନତି ହେଉଛି

ପୁରୁଷଙ୍କ ତୁଳନାରେ ମହିଳାଙ୍କ ସ୍ବାସ୍ଥ୍ୟରେ ଅବନତି ହେଉଛି

ଓ୍ବାଶିଂଟନ: ପୁରୁଷଙ୍କ ତୁଳନାରେ ମହିଳା ସ୍ବାସ୍ଥ୍ୟରେ ସମ୍ପ୍ରତି ଏକ ନିଦ୍ଦିଷ୍ଟ ବୟସ ପରେ ଅବନତି ଦେଖାଯାଉଛି। ଏସମ୍ପର୍କରେ ଗବେଷକ ଏକ ରୋଚକ ତଥ୍ୟ ପ୍ରକାଶ କରିଛନ୍ତି। ୨୫ରୁ ୩୦ ବର୍ଷ ପରେ ମହିଳାଙ୍କ ସ୍ବାସ୍ଥ୍ୟ କ୍ରମଶଃ ଖରାପ ହେଉଥିବାରୁ ଗବେଷକ ସୂଚିତ କରିଛନ୍ତି।

୨୦ କୋଟି ପର୍ଯ୍ୟନ୍ତ ପଣିକିଆ ମୁଖସ୍ଥ କରିଛନ୍ତି ‘ଚିରାଗ’

୨୦ କୋଟି ପର୍ଯ୍ୟନ୍ତ ପଣିକିଆ ମୁଖସ୍ଥ କରିଛନ୍ତି ‘ଚିରାଗ’

ଲକ୍ଷ୍ନୌ: ଛୋଟବେଳେ ପାଠପଢ଼ା ଆରମ୍ଭ କରିବା ବେଳେ ସମସ୍ତେ ପଣିକିଆ ବା ଇଂରାଜୀରେ‘ମଲଟିପ୍ଲିକେସନ ଟେବୁଲ’ ପଢ଼ିଥିବେ ତ ନିଶ୍ଚୟ। କେହି କେହି ଏହାର ୨୫ଟି ଖନ୍ଦା ମନେରଖିଥାନ୍ତି ତ କେହି ଏହାର କେବଳ ୧୦ ଖନ୍ଦା। ବାକି ଗୁଣନ କରି ମାଲୁମ କରାଯାଇପାରେ। ତେବେ ଥରେ ଭାବି ଦେଖନ୍ତୁ ତ ୨୦ କୋଟି ପର୍ଯ୍ୟନ୍ତ ପଣିକିଆ ମନେରଖିବା କଥାକୁ। ଅସମ୍ଭବ ତ ନିଶ୍ଚୟ ଲାଗିବ। ହେଲେ ଜଣେ ଶିଶୁ ଏପରି କରି ଦେଖାଇଛନ୍ତି। ସେ ହେଉଛନ୍ତି ଉତ୍ତରପ୍ରଦେଶ ଶାହାରନ୍‌ପୁରରେ ରହୁଥିବା ଅଷ୍ଟମ ଶ୍ରେଣୀ ଛାତ୍ର ‘ଚିରାଗ’।

ଶିଶୁ ମଧ୍ୟ ଭଲମନ୍ଦ ବିଷୟରେ ଜାଣିପାରେ

ଶିଶୁ ମଧ୍ୟ ଭଲମନ୍ଦ ବିଷୟରେ ଜାଣିପାରେ

ଓ୍ବାଶିଂଟନ: ଛୋଟ ଶିଶୁ ମଧ୍ୟ ଭଲମନ୍ଦ ବିଷୟରେ ଜାଣିପାରେ ବୋଲି ଗବେଷକ ସୂଚିତ କରିଛନ୍ତି। ସେମାନଙ୍କ ମସ୍ତିଷ୍କରେ ସ୍ବତଃ ଏହି ଧାରଣା ସୃଷ୍ଟି ହୋଇଥାଏ। ଗବେଷକ ଦୀର୍ଘଦିନ ଧରି କିଭଳି ଶିଶୁମାନେ ଚିନ୍ତା କରିଥାନ୍ତି ସେ ନେଇ ଅଧ୍ୟୟନ କରୁଥିଲେ।

କର୍ମଜୀବୀ ମହିଳା ଅଧିକ ଯତ୍ନଶୀଳା

କର୍ମଜୀବୀ ମହିଳା ଅଧିକ ଯତ୍ନଶୀଳା

ଓ୍ବାଶିଂଟନ: ସାଧାରଣ ମହିଳାଙ୍କ ଅପେକ୍ଷା କର୍ମଜୀବୀ ମହିଳା ପରିବାର ପ୍ରତି ଅଧିକ ଯତ୍ନଶୀଳା ରହିଥାନ୍ତି ବୋଲି ଗବେଷଣାରୁ ଜଣାପଡିଛି। ସେମାନେ ପରିବାରର ପ୍ରତିଟି ଦାୟିତ୍ୱ ଭଲ ଭାବେ ତୁଲାଉଥିବାବେଳେ ଯେ କୌଣସି ସମସ୍ୟାକୁ ପୁଙ୍ଖାନୁପୁଙ୍ଖ ଯାଞ୍ଚ୍‌ କରିବା ପରେ ନିଷ୍ପତ୍ତି ନେଇଥାନ୍ତି।

ଏକୁଟିଆ ସନ୍ତାନ ବିଷାଦଗ୍ରସ୍ତ ହୁଅନ୍ତି

ଏକୁଟିଆ ସନ୍ତାନ ବିଷାଦଗ୍ରସ୍ତ ହୁଅନ୍ତି

ଓ୍ବାଶିଂଟନ: ଏବେ ଆଧୁନିକତାର ସ୍ପର୍ଶରେ ଯୌଥ ପରିବାର ସଂଖ୍ୟା ହ୍ରାସ ପାଇବା ସହିତ ଦମ୍ପତିଙ୍କର ସନ୍ତାନ ସଂଖ୍ୟା ଗୋଟିଏରେ ସୀମିତ ରହୁଛି। ଏହାଦ୍ୱାରା ସନ୍ତାନର ଯତ୍ନ ନେବା ସହଜ ହେଉଛି ଓ ତାହାର ଭବିଷ୍ୟତ ମଧ୍ୟ ସୁରକ୍ଷିତ ହୋଇପାରୁଛି।

ମକରର ମହକ

ମକରର ମହକ

ମାଘର ଶୀତରେ ଆସେ ମକର। ଆଉ ମକର ଆସିଲେ, ଚାରିଆଡେ ଖେଳିଯାଏ ଖୁସିର ଲହରି। ଓଡ଼ିଶାରେ ଥିବା ତେଲୁଗୁ ସମ୍ପ୍ରଦାୟ ଏହାକୁ ପୋଙ୍ଗଲ ବା ସେମାନଙ୍କ ନୂଆ ବର୍ଷ ଭାବେ ପାଳନ କରୁଥିବାବେଳେ ଓଡ଼ିଶାର ବିଭିନ୍ନ ଜିଲାରେ ମକରକୁ ନେଇ ପାଳନ ହୋଇଥାଏ ଭିନ୍ନ ଭିନ୍ନ ପରମ୍ପରା। କେଉଁଠି ମକର ଚାଉଳ, ପିଠା ଓ ମିଠାରେ ମକରକୁ ସ୍ବାଗତ କରାଯାଏ ତ କେଉଁଠି କୁକୁଡ଼ା ଲଢେଇ ମକରର ମାହୋଲକୁ ସରଗରମ କରୁଥିବାବେଳେ ଆଉ କେଉଁଠି ଗୁଡ଼ିଉଡ଼ାରେ ସ୍ବାଗତ କରାଯାଏ ମକରକୁ....

ଅଟ୍ରି

ଅଟ୍ରି

ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ଭାବେ ଖୋର୍ଦ୍ଧାର ଅଟ୍ରି ଉଷ୍ଣପ୍ରସ୍ରବଣ ପ୍ରସିଦ୍ଧି ଲାଭ କରିଛି। ବର୍ଷର ସବୁ ସମୟରେ ଏଠାରେ ପର୍ଯ୍ୟଟକଙ୍କ ଯା’ଆସ ଲାଗି ରହୁଥିଲେ ହେଁ ମକର ସଂକ୍ରାନ୍ତିରେ ଏଠି ଅଧିକ ଭିଡ଼ ଜମିଥାଏ।

ପ୍ରଥମ ରୋଜଗାର: ପରିବାର ସଦସ୍ୟ ଓ ସାଙ୍ଗସାଥୀଙ୍କ ପାଇଁ ଗିଫ୍ଟ କିଣିଥିଲି

ପ୍ରଥମ ରୋଜଗାର: ପରିବାର ସଦସ୍ୟ ଓ ସାଙ୍ଗସାଥୀଙ୍କ ପାଇଁ ଗିଫ୍ଟ କିଣିଥିଲି

ଅବସରପ୍ରାପ୍ତ ପ୍ରାଧ୍ୟାପିକା ତଥା ଅନୁବାଦିକା ମିନତି ପଟନାୟକ ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି... ଖୋର୍ଦ୍ଧା ଜିଲା କୁହୁଡିରେ ଆମ ଗାଁ। କୁହୁଡି ଜନତା ହାଇସ୍କୁଲ୍‌ରୁ ୮ମ ପଢିବା ପରେ ରାଉରକେଲାସ୍ଥିତ ଉଦିତ୍‌ନଗର ହାଇସ୍କୁଲ୍‌ରେ ନାଁ ଲେଖାଇଥିଲି। କାରଣ ରାଉରକେଲାରେ ବାପା ଚାକିରି କରୁଥିଲେ। ୧୯୬୫ରେ ସେଠାରୁ ଏକାଦଶ ପାସ୍‌ କରିବା ପରେ ସମ୍ବଲପୁର ମହିଳା ମହାବିଦ୍ୟାଳୟରୁ ପି.ୟୁ ସାରି ପୁରୀ ମହିଳା ମହାବିଦ୍ୟାଳୟରେ ବି.ଏ. ପଢିଥିଲି।