Dharitri News
ଅନଗୁଳ-ଢେଙ୍କାନାଳ

ବେଆଇନ ପଥର ଖଣିରେ ଚଢ଼ାଉ

ବେଆଇନ ପଥର ଖଣିରେ ଚଢ଼ାଉ ଢେଙ୍କାନାଳ ଅଫିସ,୨୧।୧୨-ଢେଙ୍କାନାଳ ସଦର ଥାନା ଝାରଗାଡ଼ିଆ ଫାଣ୍ଡି କାଉଁରିଆପାଳ ମୌଜା ନିକଟରେ ଥିବା ଏକ ବେଆଇନ ପଥରଖଣି ଉପରେ ଗୁରୁବାର ଚଢ଼ାଉ କରାଯାଇଛି। ଘଟଣାସ୍ଥଳରୁ ଗୋଟିଏ ଜେସିବି ଓ ପାୱାର କମ୍ପ୍ରେଶର ଜବତ କରାଯାଇଛି। ଏହି ଘଟଣାରେ କାହାରିକୁ ଗିରଫ କରାଯାଇନାହିଁ। ସେହିପରି ରାସୋଳ ଥାନା ବାବନ୍ଧ ଅଞ୍ଚଳରୁ ବିସ୍ଫୋରଣ ଉଦ୍ଦେଶ୍ୟରେ ବେଆଇନ ଭାବେ ରଖାଯାଇଥିବା ସାର ହିନ୍ଦୋଳ ତହସିଲଦାରଙ୍କ ଉପସ୍ଥିତିରେ ଜବତ ହୋଇଛି। ଏସ୍‌ପି ବସନ୍ତ କୁମାର ପାଣିଗ୍ରାହୀଙ୍କ ନିର୍ଦ୍ଦେଶରେ ରାସୋଳ, ମୋଟଙ୍ଗା ଓ ସଦର ଥାନା ପୋଲିସ ପଥର ଖଣି ଉପରେ ଚଢ଼ାଉ କରିଥିଲେ। ଆଗାମୀ ଦିନରେ ଏପରି ଚଢ଼ାଉ ଜାରି ରହିବ। ଏଥିରେ ସମ୍ପୃକ୍ତ ଅଭିଯୁକ୍ତଙ୍କ ବିରୋଧରେ କଡ଼ା ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସ୍‌ପି ସୂଚନା ଦେଇଛନ୍ତି।

ଅନଗୁଳ-ଢେଙ୍କାନାଳ

ଠିକା ଶ୍ରମିକଙ୍କ ବିକ୍ଷୋଭ

ଠିକା ଶ୍ରମିକଙ୍କ ବିକ୍ଷୋଭ

ବଅଁରପାଳ,୨୨।୧(ଡି.ଏନ୍‌.ଏ.): ନାଲକୋ ସ୍ମେଲ୍‌ଟର ପ୍ଲାଣ୍ଟରେ ଠିକା ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ଅର୍ଦ୍ଧ କୁଶଳୀ ଶ୍ରମିକଙ୍କୁ କୁଶଳୀ ମାନ୍ୟତା ଦାବି ନେଇ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।

ଓଲଟିଲା ଗୋରୁ ବୋଝେଇ ଟ୍ରକ: ୧ ଗୋରୁ ମୃତ

ଓଲଟିଲା ଗୋରୁ ବୋଝେଇ ଟ୍ରକ: ୧ ଗୋରୁ ମୃତ

ଭୁବନ,୨୨।୧(ଡି.ଏନ୍‌.ଏ.): ଭୁବନ ଥାନା ଅନ୍ତର୍ଗତ ନୀଳକଣ୍ଠପୁର ଗ୍ରାମ ନିକଟରେ ସୋମବାର ଏକ ଗୋରୁ ବୋଝେଇ ଟ୍ରକ ଓଲଟି ପଡ଼ିଛି। ଫଳରେ ଟ୍ରକରେ ଥିବା ଗୋଟିଏ ଗୋରୁର ମୃତ୍ୟୁ ହୋଇଥିବାବେଳେ ୩ଟି ଗୁରୁତର ଆହତ ହୋଇଛନ୍ତି।

୭ମ ରାଜ୍ୟସ୍ତରୀୟ ଫୁଟବଲ୍‌ କପ୍‌ ଉଦ୍‌ଘାଟିତ

୭ମ ରାଜ୍ୟସ୍ତରୀୟ ଫୁଟବଲ୍‌ କପ୍‌ ଉଦ୍‌ଘାଟିତ

ଅନୁଗୋଳ ଅଫିସ,୨୧।୧- ଅନୁଗୋଳ ଟାଉନ ହାଇସ୍କୁଲ ଖେଳ ପଡ଼ିଆରେ ରବିବାର ପ୍ରିନ୍ସ ଆଣ୍ଡ ପ୍ରିନ୍ସ କ୍ଲବ ତରଫରୁ ୭ମ ରାଜ୍ୟସ୍ତରୀୟ ହେମସୁରପଡ଼ା ଫୁଟବଲ କପ୍‌ ୨୦୧୮ ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟନୀ ମ୍ୟାଚ ଅନୁଗୋଳ ମା’ ବୁଢ଼ୀ ଫୁଟବଲ କ୍ଲବ ଓ ଢେଙ୍କାନାଳ ନରଣପୁର ମଧ୍ୟରେ ଅନୁଷ୍ଠିତ ହୋଇଥିଲା।

ଯୁବକଙ୍କ ମୃତଦେହ ଉଦ୍ଧାର

ଅନୁଗୋଳ ଅଫିସ,୨୧।୧- ଅନୁଗୋଳ ଥାନା ଆଙ୍କୁଲା ଗ୍ରାମର ପ୍ରଶାନ୍ତ ସାହୁଙ୍କ ଝୁଲନ୍ତା ମୃତଦେହ ରବିବାର ପୋଲିସ ଉଦ୍ଧାର କରିଛି।

ଚାନ୍ଦା ନ ଦେବାରୁ ଚାଳକଙ୍କୁ ମାଡ଼ ଅଭିଯୋଗ

ଅନୁଗୋଳ ଅଫିସ,୨୧।୧- ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ନୂଆପଡ଼ା ଗଁାରେ ରବିବାର ଏକ ଟ୍ରକ୍‌ (ନଂ. ଓଡି୧୬ସି-୬୨୯୮) ଅଟକାଇ ଗ୍ରାମର ରିତେଶ ମହାପାତ୍ରଙ୍କ ସହିତ ୧୫ ଜଣ ଯୁବକ ଚାନ୍ଦା ମାଗିବା ସହ ମାଡ଼ ମାରିଥିବା ଚାଳକ କୁଣ୍ଢେଇଗୋଳା ଥାନା ଉଟୁସିଆ ଗ୍ରାମର ବିଷ୍ଣୁଚରଣ ସାହୁ ଅଭିଯୋଗ କରିଛନ୍ତି।

୨ ବାଇକ୍‌ ଧକ୍କା, ୩ ଗୁରୁତର

ବଅଁରପାଳ,୨୧।୧(ଡି.ଏନ.ଏ.)- ୫୫ନଂ. ଜାତୀୟ ରାଜପଥର ନାଲ୍‌କୋ ଥାନା କୁଲାଡ଼ ହାଇସ୍କୁଲ ସମ୍ମୁଖରେ ରବିବାର ରାତି ୯ଟାରେ ୨ ବାଇକ୍‌ ମଧ୍ୟରେ ମୁହଁାମୁହିଁ ଧକ୍କା ହୋଇଥିଲା।

ଧାନଗଦା ଜଳିଗଲା

ଧାନଗଦା ଜଳିଗଲା

ଛେଣ୍ଡିପଦା, ୨୧ା୧(ଡି.ଏନ.ଏ.)- ଛେଣ୍ଡିପଦା ଥାନା ବରପଦା ଗ୍ରାମରେ ରବିବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟି ତ୍ରିଲୋଚନ ନାଏକଙ୍କ ଧାନଗଦା ସହ ପାଳଗଦା ଜଳିଯାଇଛି।

ଲୋକଙ୍କ ସହଯୋଗରେ ଅପରାଧ କମିବ

ଲୋକଙ୍କ ସହଯୋଗରେ ଅପରାଧ କମିବ

ବଇଣ୍ଡା,୨୧।୧(ଡି.ଏନ.ଏ.)- ଦିନକୁ ଦିନ ସମାଜରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହେଉଥିବାବେଳେ ଅପରାଧ ବଢିବାରେ ଲାଗିଛି। ତେଣୁ ଏଥିରେ ରୋକ ଲଗାଇବା ଦିଗରେ ପୋଲିସ ପ୍ରଶାସନ ସର୍ବଦା ସଜାଗ ରହିବା ଆବଶ୍ୟକ। ଏଥିସହ ପୋଲିସ ସହ ଜନତାଙ୍କ ମଧ୍ୟରେ ଭଲ ସମ୍ପର୍କ ରହିଲେ ଲୋକଙ୍କ ସହଯୋଗରେ ଅପରାଧ ବହୁ ପରିମାଣରେ କମିପାରିବ ବୋଲି ରବିବାର କିଶୋରନଗର ବ୍ଲକ ନାକିଚି ଗ୍ରାମରେ ହଣ୍ଡପା ପୋଲିସ ପକ୍ଷରୁ ଅନୁଷ୍ଠିତ ଆମ ପୋଲିସ ସମିତି ବୈଠକରେ ମତ ପ୍ରକାଶ ପାଇଛି।

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ

ଭୁବନ, ୨୧ା୧(ଡି.ଏନ୍‌.ଏ.)-ଭୁବନ ଥାନା ନୀଳକଣ୍ଠପୁର ଛକରେ ଶନିବାର ରାତିରେ ଟ୍ରାକ୍ଟର ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।

ଜାଡ଼ରେ ଥରିଲେ ୧୪ ଚକ୍ଷୁ ରୋଗୀ

ଜାଡ଼ରେ ଥରିଲେ ୧୪ ଚକ୍ଷୁ ରୋଗୀ

ଢେଙ୍କାନାଳ ଅଫିସ, ୨୧ା୧-ଢେଙ୍କାନାଳ ଦକ୍ଷିଣକାଳୀ ରୋଡସ୍ଥିତ କଳିଙ୍ଗ ଘରୋଇ ଚକ୍ଷୁ ଚିକିତ୍ସାଳୟ କର୍ତ୍ତୃପକ୍ଷଙ୍କ ମନମୁଖୀ କାର୍ଯ୍ୟ ପାଇଁ କଟକ ଜିଲା ଆଠଗଡ଼ ଉପଖଣ୍ଡ ଅଞ୍ଚଳରୁ ଆସିଥିବା ୧୪ ରୋଗୀ ରବିବାର ହୀନସ୍ତା ହୋଇଛନ୍ତି। ବିନା ରହିବା ବ୍ୟବସ୍ଥାରେ ସେମାନଙ୍କୁ ଅଣାଯାଇଥିଲା। ଫଳରେ ରାତିରେ ପ୍ରବଳ ଜାଡ଼ରେ ଥରିଥରି ସେମାନଙ୍କୁ ନିରାଶରେ ଘରକୁ ଫେରିବାକୁ ପଡ଼ିଛି।

ପ୍ରଶାସନ, ପୋଲିସର ମିଳିତ ଚଢ଼ାଉ: ସିଲ୍‌ ହେଲା ନର୍ସିଂ ହୋମ୍‌

ପ୍ରଶାସନ, ପୋଲିସର ମିଳିତ ଚଢ଼ାଉ: ସିଲ୍‌ ହେଲା ନର୍ସିଂ ହୋମ୍‌

ଢେଙ୍କାନାଳ ଅଫିସ, ୨୧ା୧-ଢେଙ୍କନାଳ ସହରସ୍ଥିତ ବିଭିନ୍ନ ନର୍ସିଂହୋମ୍‌ରେ ରବିବାର ପୋଲିସ ଏବଂ ପ୍ରଶାସନ ପକ୍ଷରୁ ମିଳିତ ଚଢ଼ାଉ କରାଯାଇଛି।

କ୍ଷତିପୂରଣ ନ ମିଳିଲେ ଆନ୍ଦୋଳନ

ବଇଣ୍ଡା, ୨୧।୧(ଡି.ଏନ.ଏ.)- କଟକ-ସମ୍ବଲପୁର ୫୫ନଂ ଜାତୀୟ ରାଜପଥକୁ ୪ ଲେନ ବିଶିଷ୍ଟ କରିବା ପାଇଁ ଏବେ ମୁଖ୍ୟ ବ୍ୟବସାୟିକ କେନ୍ଦ୍ର ବଇଣ୍ଡା ଛକଠାରେ ଥିବା ଦୋକାନ ଉଚ୍ଛେଦ ପାଇଁ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ଏହି ଛକ ଉପରେ ଥିବା ପ୍ରାୟ ୨ ଶହରୁ ଊର୍ଦ୍ଧ୍ୱ ଉଠା ଓ କ୍ଷୁଦ୍ର ବ୍ୟବସାୟୀଙ୍କୁ ଏ ପର୍ଯ୍ୟନ୍ତ କ୍ଷତିପୂରଣ ଦିଆ ନ ଯିବା ନେଇ ଅସନ୍ତୋଷ ଦେଖାଦେଇଛି