Dharitri News
ରାୟଗଡା

ସରିଲା ମାଲ୍ୟବନ୍ତ ମହୋତ୍ସବର ପଲ୍ଲିଶ୍ରୀ ମେଳା: ୧ କୋଟିର ବେପାର

ସରିଲା ମାଲ୍ୟବନ୍ତ ମହୋତ୍ସବର ପଲ୍ଲିଶ୍ରୀ ମେଳା: ୧ କୋଟିର ବେପାର ମାଲକାନଗିରି,୨୧ା୧୨(ସ୍ବ.ପ୍ର.): ଜିଲାସ୍ତରୀୟ ମାଲ୍ୟବନ୍ତ ମହୋତ୍ସବର ପଲ୍ଲିଶ୍ରୀ ମେଳା ଗୁରୁବାର ଶେଷ ହୋଇଛି। ଜିଲା ଓ ରାଜ୍ୟ ବାହାର କଳାକାରଙ୍କ ସମେତ ସ୍ଥାନୀୟ ବାଦ୍ୟନୃତ୍ୟ ୫ ଦିନ ଧରି ‘ମାଲ୍ୟବନ୍ତ’ ମଞ୍ଚକୁ ରଙ୍ଗିନ କରି ରଖିଥିଲା। ଉଦ୍‌ଯାପନୀ ମଞ୍ଚରେ ଅତିଥି ଭାବେ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ବିଧାୟକ ମାନସ ମାଡ଼କାମି, ପିଡି ଡିଆରଡିଏ ରାମକୃଷ୍ଣ ଗଣ୍ଡ, ଏପିଡି ଫାଇନାନ୍ସ ମାନସ ମିଶ୍ର, ଜିଲା ଆଦିବାସୀ ବିକାଶ ପରିଷଦ ଅଧ୍ୟକ୍ଷ ଆଡ଼ମା ରାଓ୍ବା ଯୋଗ ଦେଇଥିଲେ। ଶେଷ ଦିବସରେ ସ୍ଥାନୀୟ କଳାକାରଙ୍କ ସହ ପ୍ରଶାସନିକ ଅଧିକାରୀ ମଧ୍ୟ ନାଚଗୀତରେ ସାମିଲ ହୋଇଥିଲେ। ଗୁରୁବାର ୩୦ଟି ଦଳ ମଞ୍ଚରେ କଳାର ଯାଦୁ ଦେଖାଇଥିଲେ। ଚଳିତ ବର୍ଷ ମେଳାରେ ସରକାରୀ ଆକଳନ ଅନୁଯାୟୀ ଏକ କୋଟି ଏକ ଲକ୍ଷ ଟଙ୍କାର ବେପାର ହୋଇଥିବା ଜିଲା ସୂଚନା ଅଧିକାରୀ ଅମିୟ କୁମାର ସାହୁ କହିଛନ୍ତି। ଉଦ୍‌ଯାପନୀ ଉତ୍ସବରେ ମୁଦ୍ରିତ ଓ ବୈଦ୍ୟୁତିକ ଗଣମାଧ୍ୟମର ଖବରଦାତା ଓ କ୍ୟାମେରାମ୍ୟାନ୍‌ଙ୍କୁ ମାଲ୍ୟବନ୍ତ କଭରେଜ୍‌ ପାଇଁ ସମ୍ବର୍ଦ୍ଧିତ କରାଯାଇଥିଲା।

ରାୟଗଡା

କୁନ୍ଦୁଲି ପୀଡ଼ିତାଙ୍କ ମୃତଦେହ ରଖି ରାସ୍ତା ଅବରୋଧ

କୁନ୍ଦୁଲି ପୀଡ଼ିତାଙ୍କ ମୃତଦେହ ରଖି ରାସ୍ତା ଅବରୋଧ

ପଟ୍ଟାଙ୍ଗୀ,୨୩।୧(ଡି.ଏନ୍‌.ଏ.): କୁନ୍ଦୁଲି ପୀଡ଼ିତାଙ୍କ ମୃତଦେହ ରଖି ମଙ୍ଗଳବାର ୨୬ ନମ୍ବର ଜାତୀୟ ରାଜପଥ ଅବରୋଧ କରାଯାଇଛି। ପରିବାର ଲୋକଙ୍କ ସମେତ କଂଗ୍ରେସ ନେତୃତ୍ୱରେ ଏହି ରାସ୍ତାରୋକୋ କରାଯାଇଛି।

ବୋଟ୍‌ ଚାଳକଙ୍କ ଦିନିକିଆ ଧର୍ମଘଟ

ବୋଟ୍‌ ଚାଳକଙ୍କ ଦିନିକିଆ ଧର୍ମଘଟ

ମାଲକାନଗିରି,୨୨।୧(ଡି.ଏନ୍‌.ଏ): ମାଲକାନଗିରି ଜିଲା ଚିତ୍ରକୋଣ୍ଡାରେ ବୋଟ୍‌ ଚାଳକମାନେ ସୋମବାର ଦିନିକିଆ ଧର୍ମଘଟ କରିଛନ୍ତି। ଫଳରେ ବିଛିନ୍ନାଞ୍ଚଳର ସମସ୍ତ ଅଞ୍ଚଳକୁ ବୋଟ୍‌ ସେବା ବାଧାପ୍ରାପ୍ତ ହୋଇଛି।

ଟ୍ରେନ ଧକ୍କାରେ ଦାଦନ ଶ୍ରମିକଙ୍କ ମୃତ୍ୟୁ

ଗୁଣପୁର,୨୧।୧(ଡି.ଏନ.ଏ)- ଦାଦନ ଖଟିବାକୁ ଯାଇଥିବା ରାୟଗଡା ଜିଲା ଗୁଣପୁର ବ୍ଲକ ପୁଟାସିଂ ପଞ୍ଚାୟତ ପୁଟା ଗ୍ରାମର ଜଣେ ଯୁବକଙ୍କ ବିଶାଖାପାଟଣା ଷ୍ଟେଶନଠାରେ ଟ୍ରେନ ଧକ୍କାରେ ମୃତ୍ୟୁ ହୋଇଛି ।

ଜିଲାପାଳଙ୍କ ଅଚାନକ ଡାକ୍ତରଖାନା ପରିଦର୍ଶନ

ଜିଲାପାଳଙ୍କ ଅଚାନକ ଡାକ୍ତରଖାନା ପରିଦର୍ଶନ

ନବରଙ୍ଗପୁର,୨୧।୧ (ବି.ପ୍ର.)- ବିଷାକ୍ତ ଖାଦ୍ୟ ଖାଇ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ମେଦନା ପଞ୍ଚାୟତ ଅଧିନ ମାଳିଗୁଡା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ଆଶ୍ରମ ବିଦ୍ୟାଳୟର ଷଷ୍ଠ ଶ୍ରେଣୀ ଛାତ୍ର ଗୁରୁବନ୍ଧୁ ଭତ୍ରାଙ୍କ ମୃତ୍ୟ ସହ ୧୪ ଛାତ୍ରୀଛାତ୍ର ଗୁରୁତର ହୋଇଥିଲେ ।

ବାଇକ-ସ୍କୁଟି ମୁହାଁମୁହିଁ ଧକ୍କା, ଜଣେ ମୃତ

ବାଇକ-ସ୍କୁଟି ମୁହାଁମୁହିଁ ଧକ୍କା, ଜଣେ ମୃତ

ନବରଙ୍ଗପୁର,୨୧।୧ (ଡି.ଏନ.ଏ.)- ନବରଙ୍ଗପୁର ଜିଲା ମାଝିଗୁଡା ଛକ ପେଟ୍ରୋଲ ପମ୍ପ ନିକଟରେ ମୋଟର ସାଇକଲ ଓ ସ୍କୁଟି ମୁହାମୁହିଁ ଧକ୍କା ହୋଇ ବାଇକ ଚାଳକର ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି ।

୮ ଏକର ଜମିରେ ଗଞ୍ଜେଇ ଚାଷ ପୋଡ଼ାଗଲା

୮ ଏକର ଜମିରେ ଗଞ୍ଜେଇ ଚାଷ ପୋଡ଼ାଗଲା

ମାଲକାନଗିରି,୨୧।୧(ଡି.ଏନ୍‌.ଏ.) -ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଆର.ଏସ୍‌.ଇ-୪, ବଡ଼ପୁଟ ଓ ଡାଇକ-୨ ଗ୍ରାମରେ ଚାଷ କରାଯାଇଥିବା ପ୍ରାୟ ୧୮ ହଜାର ଗଞ୍ଜେଇ ଗଛ ରବିବାର ନଷ୍ଟ କରାଯାଇଛି।

ଝିଅକୁ ଦେଖିବାକୁ ଯାଇ ଆଉ ଫେରିଲେନି

ଝିଅକୁ ଦେଖିବାକୁ ଯାଇ ଆଉ ଫେରିଲେନି

ରାୟଗଡ଼ା ଅଫିସ୍‌ ,୨୧।୧-ଏ ବେବି ମନେପଡ଼ିଲେ ସେ ଦିନର କଥା ଲୁହ ସମ୍ଭାଳି ପାରେନି। ଆଖିରୁ ପାଣି ଗଡ଼ିଆସେ। ଏଭଳି କୋହ ଭରା କଣ୍ଠରେ କହିଛନ୍ତି ବର୍ଷେ ତଳେ ହୀରାଖଣ୍ଡ ଟ୍ରେନ ଦୁର୍ଘଟଣାରେ ନିଜ ସ୍ବାମୀଙ୍କୁ ହରାଇଥିବା ରାୟଗଡ଼ାରେ ରହୁଥିବା ସୁକାନ୍ତୀ ମହାପାତ୍ର। ସନ୍ଧ୍ୟା ବେଳେ ଘରେ ପୂଜା ହୋଇଥିଲା।

ହୀରାଖଣ୍ଡ ଟ୍ରେନ ଦୁର୍ଘଟଣା ଘଟଣା, ବର୍ଷେ ପରେ ବି କାରଣ ଅସ୍ପଷ୍ଟ

ହୀରାଖଣ୍ଡ ଟ୍ରେନ ଦୁର୍ଘଟଣା ଘଟଣା, ବର୍ଷେ ପରେ ବି କାରଣ ଅସ୍ପଷ୍ଟ

ରାୟଗଡ଼ା ଅଫିସ୍‌,୨୧।୧- ଗୋଟିଏ ବର୍ଷ ବିତିଗଲା। କିନ୍ତୁ ଆଜିବି ମନେପଡ଼େ ସେଇ କାଳ ରାତିର କଥା। ୨୦୧୭ ଜାନୁୟାରୀ ୨୧ ତାରିଖ ରାତି ୧୧ଟା ସମୟରେ କୁନେର ଷ୍ଟେସନଠାରେ ଘଟିଥିବା ରେଳ ଦୁର୍ଘଟଣା ଆଜି ବି ମନେପଡ଼େ।

ଜଳିଗଲା ୪ଟି ଧାନ ଗଦା

ଜଳିଗଲା ୪ଟି ଧାନ ଗଦା

ଡାବୁଗାଁ,୨୧।୧(ଡ.ଏନ.ଏ.)- ଡାବୁଗାଁ ବ୍ଲକ ଜୁନାପାଣି ପଞ୍ଚାୟତ ଅଧୀନ ରାବଣାଗୁଡା ଗ୍ରାମରେ ରବିବାର ଅପରାହ୍ନ ୨ଟା ସମୟରେ ନିଆଁ ଲାଗି ୪ ଟି ଧାନ ଗଦା ପୋଡିଯାଇଛି । ସୂଚନାଯୋଗ୍ୟ, ରାବନାଗୁଡା ଗ୍ରାମର ପର୍ଶୁ ଭତ୍ରା,ଧବଳୁ ଭତ୍ରା,ମନୁରାମ ଭତ୍ରା ଓ ଧନସିଂ ଭତ୍ରାଙ୍କ ଖଳାରେ ଥିବା ଧାନ ଗଦାରେ ହଠାତ ନିଆଁ ଲାଗିଯାଇଥିଲା ।

ଜାନୁଆରୀ ୨୬କୁ କଳା ଦିବସ ପାଳନ ପାଇଁ ମାଓବାଦୀଙ୍କ ଆହ୍ବାନ

ଜାନୁଆରୀ ୨୬କୁ କଳା ଦିବସ ପାଳନ ପାଇଁ ମାଓବାଦୀଙ୍କ ଆହ୍ବାନ

ଜୟପୁର ୨୧। ୧ (ନି.ପ୍ର.)- ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ସୁଙ୍କ, ନାରାୟଣପାଟଣା ଠାରେ ମାଓବାଦୀମାନେ ପୋଷ୍ଟର ମାଧ୍ୟମରେ ୨୬ ଜାନୁଆରୀ ସାଧାରଣତନ୍ତ୍ର ଦିବସକୁ କଳା ଦିବସଭାବେ ପାଳନ କରିବାକୁ ଆହ୍ବାନ ଦେଇଛନ୍ତି।

ନୂତନ ରୂପରେ ସଜ୍ଜିତ ହେବ ପ୍ରେମ ପାହାଡ଼

ନୂତନ ରୂପରେ ସଜ୍ଜିତ ହେବ ପ୍ରେମ ପାହାଡ଼

ରାୟଗଡା ଅଫିସ୍‌, ୨୧।୧- ରାୟଗଡା ଜିଲାର ବିଭିନ୍ନ ଅଞ୍ଚଳ ଏବଂ ରାୟଗଡା ସହରର ଉପକଣ୍ଠରେ ଅନେକ ପର୍ଯ୍ୟଟନସ୍ଥଳ ରହିଛି ା ଉକ୍ତ ପର୍ଯ୍ୟଟନସ୍ଥଳିଗୁଡିକ ମଧ୍ୟରୁ ରାୟଗଡା ସହରର ଉପକଣ୍ଠରେ ରହିଛି ପ୍ରେମପାହାଡ।

ମହେନ୍ଦ୍ରତନୟା ପାଣି ନେବାକୁ ଆନ୍ଧ୍ରର ଚକ୍ରାନ୍ତ

ମହେନ୍ଦ୍ରତନୟା ପାଣି ନେବାକୁ ଆନ୍ଧ୍ରର ଚକ୍ରାନ୍ତ

ପାରଳାଖେମୁଣ୍ଡି, ୨୧।୧(ସ୍ବ.ପ୍ର.)-ପୂର୍ବରୁ ବିଭିନ୍ନ ସମୟରେ ଓଡ଼ିଶାର ବାଲି, ନଦୀ, ଜଙ୍ଗଲ ଓ ଖଣିଜ ସମ୍ପଦ ଉପରେ ଲୋଲୁପ ଦୃଷ୍ଟି ରଖିଆସିଥିବା ଆନ୍ଧ୍ର ସରକାର ଏବେ ପୁଣି ମହେନ୍ଦ୍ରତନୟା ଉପରେ ଆଖି ପକାଇଛନ୍ତି।