Dharitri News
ରାୟଗଡା

ଦାଦନ ଖଟିବା ପାଇଁ ବାହାର ରାଜ୍ୟକୁ ଛୁଟିଲେ ଶତାଧିକ ଶ୍ରମିକ

ଦାଦନ ଖଟିବା ପାଇଁ ବାହାର ରାଜ୍ୟକୁ ଛୁଟିଲେ ଶତାଧିକ ଶ୍ରମିକ ଖଇରପୁଟ,୨୨।୧୨(ଡି.ଏନ୍‌.ଏ.): ରାଜ୍ୟ ତଥା କେନ୍ଦ୍ର ସରକାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ବିକାଶ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ଏମ୍‌ଜିଏନ୍‌ଆର୍‌ଜିଏସ୍‌ ମାଧ୍ୟମରେ ଲୋକଙ୍କୁ କାର୍ଯ୍ୟ ଯୋଗାଇ ଦିଆଯାଉଛି। କିନ୍ତୁ ମାଲକାନଗିରି ଜିଲା ଖଇରପୁଟ ବ୍ଲକରେ ଏହି ସବୁ ଯୋଜନା ଫେଲ୍‌ ମାରିଛି। ଲୋକେ କାମଧନ୍ଦା ନପାଇ ପରିବାର ଭରଣପୋଷଣ ପାଇଁ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଛନ୍ତି। ଶୁକ୍ରବାର ସକାଳେ କେନ୍ଦୁଗୁଡ଼ା, ମାଝିଗୁଡ଼ା, ଉପରପୁଟ, ଗମ୍ଭାରିଭଟ୍ଟା, ଖଇରପୁଟ ଗ୍ରାମରୁ ଶତାଧିକ ଲୋକ ଦାଦନ ଖଟିବା ପାଇଁ ଆନ୍ଧ୍ର, ତାମିଲନାଡୁ ଯିବାକୁ ବାହାରିଥିବା ଦେଖିବାକୁ ମିଳିଥିଲା। ଦଲାଲମାନେ ସ୍ଥାନୀୟ ଲୋକଙ୍କୁ ନାନା ପ୍ରକାର ପ୍ରଲୋଭନ ଦେଖାଇ ବାହାର ରାଜ୍ୟକୁ ନେଇଯାଉଛନ୍ତି। କିନ୍ତୁ ଶ୍ରମିକମାନେ ସେଠାରେ ପହଞ୍ଚତ୍ବା ପରେ ସେମାନଙ୍କୁ ଅକଥନୀୟ ଅତ୍ୟାଚାର କରାଯାଉଥିବା ପୂର୍ବରୁ ନଜିର ରହିଛି। ପୂର୍ବରୁ ଅନେକ ଶ୍ରମିକ ବାହାର ରାଜ୍ୟକୁ ଯାଇ କାମ କରୁଥିବା ସମୟରେ ପ୍ରାଣ ହରାଇଥିଲେ ମଧ୍ୟ ସେମାନଙ୍କର ପରିବାରବର୍ଗଙ୍କୁ ସମ୍ପୃକ୍ତ କମ୍ପାନି କୌଣସି ସହାୟତା କିମ୍ବା କ୍ଷତିପୂରଣ ଦେଉନାହାନ୍ତି। କାମ କରି ପାଉଣା ମାଗିଲେ ନିର୍ଯାତନା ଦିଆଯାଉଛି। ଜଣେ ଶ୍ରମିକଙ୍କୁ ଏ ବିଷୟରେ ପଚାରିବାରୁ ସେ କହିଥିଲେ ଯେ ଆମ ଅଞ୍ଚଳରେ କାମଧନ୍ଦା ମିଳୁନି। ପେଟ ପୋଷିବୁ କେମିତି। ତେଣୁ ବାହାର ରାଜ୍ୟକୁ କାମ ଅନ୍ବେଷଣରେ ବାହାରିଛୁ।

ରାୟଗଡା

ଟ୍ରେନ ଧକ୍କାରେ ଦାଦନ ଶ୍ରମିକଙ୍କ ମୃତ୍ୟୁ

ଗୁଣପୁର,୨୧।୧(ଡି.ଏନ.ଏ)- ଦାଦନ ଖଟିବାକୁ ଯାଇଥିବା ରାୟଗଡା ଜିଲା ଗୁଣପୁର ବ୍ଲକ ପୁଟାସିଂ ପଞ୍ଚାୟତ ପୁଟା ଗ୍ରାମର ଜଣେ ଯୁବକଙ୍କ ବିଶାଖାପାଟଣା ଷ୍ଟେଶନଠାରେ ଟ୍ରେନ ଧକ୍କାରେ ମୃତ୍ୟୁ ହୋଇଛି ।

ଜିଲାପାଳଙ୍କ ଅଚାନକ ଡାକ୍ତରଖାନା ପରିଦର୍ଶନ

ଜିଲାପାଳଙ୍କ ଅଚାନକ ଡାକ୍ତରଖାନା ପରିଦର୍ଶନ

ନବରଙ୍ଗପୁର,୨୧।୧ (ବି.ପ୍ର.)- ବିଷାକ୍ତ ଖାଦ୍ୟ ଖାଇ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ମେଦନା ପଞ୍ଚାୟତ ଅଧିନ ମାଳିଗୁଡା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ଆଶ୍ରମ ବିଦ୍ୟାଳୟର ଷଷ୍ଠ ଶ୍ରେଣୀ ଛାତ୍ର ଗୁରୁବନ୍ଧୁ ଭତ୍ରାଙ୍କ ମୃତ୍ୟ ସହ ୧୪ ଛାତ୍ରୀଛାତ୍ର ଗୁରୁତର ହୋଇଥିଲେ ।

ବାଇକ-ସ୍କୁଟି ମୁହାଁମୁହିଁ ଧକ୍କା, ଜଣେ ମୃତ

ବାଇକ-ସ୍କୁଟି ମୁହାଁମୁହିଁ ଧକ୍କା, ଜଣେ ମୃତ

ନବରଙ୍ଗପୁର,୨୧।୧ (ଡି.ଏନ.ଏ.)- ନବରଙ୍ଗପୁର ଜିଲା ମାଝିଗୁଡା ଛକ ପେଟ୍ରୋଲ ପମ୍ପ ନିକଟରେ ମୋଟର ସାଇକଲ ଓ ସ୍କୁଟି ମୁହାମୁହିଁ ଧକ୍କା ହୋଇ ବାଇକ ଚାଳକର ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି ।

୮ ଏକର ଜମିରେ ଗଞ୍ଜେଇ ଚାଷ ପୋଡ଼ାଗଲା

୮ ଏକର ଜମିରେ ଗଞ୍ଜେଇ ଚାଷ ପୋଡ଼ାଗଲା

ମାଲକାନଗିରି,୨୧।୧(ଡି.ଏନ୍‌.ଏ.) -ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଆର.ଏସ୍‌.ଇ-୪, ବଡ଼ପୁଟ ଓ ଡାଇକ-୨ ଗ୍ରାମରେ ଚାଷ କରାଯାଇଥିବା ପ୍ରାୟ ୧୮ ହଜାର ଗଞ୍ଜେଇ ଗଛ ରବିବାର ନଷ୍ଟ କରାଯାଇଛି।

ଝିଅକୁ ଦେଖିବାକୁ ଯାଇ ଆଉ ଫେରିଲେନି

ଝିଅକୁ ଦେଖିବାକୁ ଯାଇ ଆଉ ଫେରିଲେନି

ରାୟଗଡ଼ା ଅଫିସ୍‌ ,୨୧।୧-ଏ ବେବି ମନେପଡ଼ିଲେ ସେ ଦିନର କଥା ଲୁହ ସମ୍ଭାଳି ପାରେନି। ଆଖିରୁ ପାଣି ଗଡ଼ିଆସେ। ଏଭଳି କୋହ ଭରା କଣ୍ଠରେ କହିଛନ୍ତି ବର୍ଷେ ତଳେ ହୀରାଖଣ୍ଡ ଟ୍ରେନ ଦୁର୍ଘଟଣାରେ ନିଜ ସ୍ବାମୀଙ୍କୁ ହରାଇଥିବା ରାୟଗଡ଼ାରେ ରହୁଥିବା ସୁକାନ୍ତୀ ମହାପାତ୍ର। ସନ୍ଧ୍ୟା ବେଳେ ଘରେ ପୂଜା ହୋଇଥିଲା।

ହୀରାଖଣ୍ଡ ଟ୍ରେନ ଦୁର୍ଘଟଣା ଘଟଣା, ବର୍ଷେ ପରେ ବି କାରଣ ଅସ୍ପଷ୍ଟ

ହୀରାଖଣ୍ଡ ଟ୍ରେନ ଦୁର୍ଘଟଣା ଘଟଣା, ବର୍ଷେ ପରେ ବି କାରଣ ଅସ୍ପଷ୍ଟ

ରାୟଗଡ଼ା ଅଫିସ୍‌,୨୧।୧- ଗୋଟିଏ ବର୍ଷ ବିତିଗଲା। କିନ୍ତୁ ଆଜିବି ମନେପଡ଼େ ସେଇ କାଳ ରାତିର କଥା। ୨୦୧୭ ଜାନୁୟାରୀ ୨୧ ତାରିଖ ରାତି ୧୧ଟା ସମୟରେ କୁନେର ଷ୍ଟେସନଠାରେ ଘଟିଥିବା ରେଳ ଦୁର୍ଘଟଣା ଆଜି ବି ମନେପଡ଼େ।

ଜଳିଗଲା ୪ଟି ଧାନ ଗଦା

ଜଳିଗଲା ୪ଟି ଧାନ ଗଦା

ଡାବୁଗାଁ,୨୧।୧(ଡ.ଏନ.ଏ.)- ଡାବୁଗାଁ ବ୍ଲକ ଜୁନାପାଣି ପଞ୍ଚାୟତ ଅଧୀନ ରାବଣାଗୁଡା ଗ୍ରାମରେ ରବିବାର ଅପରାହ୍ନ ୨ଟା ସମୟରେ ନିଆଁ ଲାଗି ୪ ଟି ଧାନ ଗଦା ପୋଡିଯାଇଛି । ସୂଚନାଯୋଗ୍ୟ, ରାବନାଗୁଡା ଗ୍ରାମର ପର୍ଶୁ ଭତ୍ରା,ଧବଳୁ ଭତ୍ରା,ମନୁରାମ ଭତ୍ରା ଓ ଧନସିଂ ଭତ୍ରାଙ୍କ ଖଳାରେ ଥିବା ଧାନ ଗଦାରେ ହଠାତ ନିଆଁ ଲାଗିଯାଇଥିଲା ।

ଜାନୁଆରୀ ୨୬କୁ କଳା ଦିବସ ପାଳନ ପାଇଁ ମାଓବାଦୀଙ୍କ ଆହ୍ବାନ

ଜାନୁଆରୀ ୨୬କୁ କଳା ଦିବସ ପାଳନ ପାଇଁ ମାଓବାଦୀଙ୍କ ଆହ୍ବାନ

ଜୟପୁର ୨୧। ୧ (ନି.ପ୍ର.)- ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ସୁଙ୍କ, ନାରାୟଣପାଟଣା ଠାରେ ମାଓବାଦୀମାନେ ପୋଷ୍ଟର ମାଧ୍ୟମରେ ୨୬ ଜାନୁଆରୀ ସାଧାରଣତନ୍ତ୍ର ଦିବସକୁ କଳା ଦିବସଭାବେ ପାଳନ କରିବାକୁ ଆହ୍ବାନ ଦେଇଛନ୍ତି।

ନୂତନ ରୂପରେ ସଜ୍ଜିତ ହେବ ପ୍ରେମ ପାହାଡ଼

ନୂତନ ରୂପରେ ସଜ୍ଜିତ ହେବ ପ୍ରେମ ପାହାଡ଼

ରାୟଗଡା ଅଫିସ୍‌, ୨୧।୧- ରାୟଗଡା ଜିଲାର ବିଭିନ୍ନ ଅଞ୍ଚଳ ଏବଂ ରାୟଗଡା ସହରର ଉପକଣ୍ଠରେ ଅନେକ ପର୍ଯ୍ୟଟନସ୍ଥଳ ରହିଛି ା ଉକ୍ତ ପର୍ଯ୍ୟଟନସ୍ଥଳିଗୁଡିକ ମଧ୍ୟରୁ ରାୟଗଡା ସହରର ଉପକଣ୍ଠରେ ରହିଛି ପ୍ରେମପାହାଡ।

ମହେନ୍ଦ୍ରତନୟା ପାଣି ନେବାକୁ ଆନ୍ଧ୍ରର ଚକ୍ରାନ୍ତ

ମହେନ୍ଦ୍ରତନୟା ପାଣି ନେବାକୁ ଆନ୍ଧ୍ରର ଚକ୍ରାନ୍ତ

ପାରଳାଖେମୁଣ୍ଡି, ୨୧।୧(ସ୍ବ.ପ୍ର.)-ପୂର୍ବରୁ ବିଭିନ୍ନ ସମୟରେ ଓଡ଼ିଶାର ବାଲି, ନଦୀ, ଜଙ୍ଗଲ ଓ ଖଣିଜ ସମ୍ପଦ ଉପରେ ଲୋଲୁପ ଦୃଷ୍ଟି ରଖିଆସିଥିବା ଆନ୍ଧ୍ର ସରକାର ଏବେ ପୁଣି ମହେନ୍ଦ୍ରତନୟା ଉପରେ ଆଖି ପକାଇଛନ୍ତି।

ଅପହରଣ ପରେ ପ୍ରଜାକୋର୍ଟରେ ୪ଜଣଙ୍କୁ ମାଡ଼ମାରି ଛାଡ଼ିଲେ ମାଓବାଦୀ

ଅପହରଣ ପରେ ପ୍ରଜାକୋର୍ଟରେ ୪ଜଣଙ୍କୁ ମାଡ଼ମାରି ଛାଡ଼ିଲେ ମାଓବାଦୀ

ମାଥିଲି,୨୧।୧(ଡି.ଏନ.ଏ.)- କିଛି ଦିନର ନିରବତା ପରେ ପୁଣି ମାଓବାଦୀ ସଂଗଠନ ସକ୍ରିୟ ହୋଇପଡିଥିବା ଜଣାପଡ଼ିଛି। ମାଓବାଦୀଙ୍କ ଅତ୍ୟାଚାରର ଶିକାର ହୋଇଥିବା ଗ୍ରାମବାସୀଙ୍କ ମଧ୍ୟରେ ଏବେ ଭୟର ବାତାବରଣ ଖେଳିଯାଇଛି।

ବିବାହ ବେଦିକୁ ଯିବା ପୂର୍ବରୁ ୨ ନାବାଳିକା ଉଦ୍ଧାର

ବିବାହ ବେଦିକୁ ଯିବା ପୂର୍ବରୁ ୨ ନାବାଳିକା ଉଦ୍ଧାର

ମାଲକାନାଗିରି,୨୧।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚାଇଲ୍ଡ ଲାଇନ ପକ୍ଷରୁ ରବିବାର ବିବାହ ପୂର୍ବରୁ ୨ଜଣ ନାବାଳିକାଙ୍କୁ ଉଦ୍ଧାର କରଯାଇଛି। ୨ଦିନରେ ୩ଜଣ ମଙ୍ଗୁଳା ନାବାଳିକା କନ୍ୟାଙ୍କୁ ଚାଇଲ୍ଡ ଲାଇନ ଉଦ୍ଧାର କରିଛି।