ସମ୍ପାଦକୀୟ |

ବାସ୍ତବବାଦୀ ଔପନ୍ୟାସିକ

ବାସ୍ତବବାଦୀ ଔପନ୍ୟାସିକ
ବ୍ୟକ୍ତିତ୍ୱ/ଜିତେନ୍ଦ୍ର ଦ ଇଭାଥିନ୍ତେ ପୁସ୍ତନ୍‌କମ୍‌ (ଈଶ୍ୱରଙ୍କ ପୁସ୍ତକ)ରେ ପ୍ରଫେଟ୍‌ ମହମ୍ମଦଙ୍କୁ ମୁଖ୍ୟ ଚରିତ୍ର କରିଦେଇଥିବାରୁ ତାଙ୍କୁ ବିଭିନ୍ନ ଆଡ଼ୁ ଧମକ ଆସିଥିଲା। ନିର୍ଦ୍ଦିଷ୍ଟ ଧର୍ମକୁ ନେଇ ଲେଖାଲେଖି ଜାରି ରଖିଲେ ଲେଖକଙ୍କ ଡାହାଣ ହାତ ଓ ବାମ ଗୋଡ଼ କାଟି ଦିଆଯିବ ବୋଲି ଅଜଣା ଫୋନ୍‌ ମିଳିଥିଲା। ତଥାପି ପ୍ରକୃତ ସୃଜନଶୀଳ ବ୍ୟକ୍ତି ନିଜ ଲକ୍ଷ୍ୟପଥରୁ ନ ହଟିବା ପରି ସେ ଆଦୌ ବିଚଳିତ ହୋଇ ନ ଥିଲେ। ବୋଧହୁଏ ସେଇଥିପାଇଁ ତାଙ୍କୁ କେନ୍ଦ୍ରୀୟ ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଛି ବୋଲି ସମୀକ୍ଷକମାନେ ମତ ଦେଇଛନ୍ତି। ନିକଟରେ ଘୋଷିତ ଏକାଡେମୀ ପୁରସ୍କାର ତାଲିକାରେ ସ୍ଥାନିତ ଏହି ସାହିତି୍ୟକ ହେଉଛନ୍ତି କେରଳର କେ. ପି. ରାମାନୁନ୍ନିି। ଦଇଭାଥିନ୍ତେ ପୁସ୍ତନ୍‌କମ୍‌ ଉପନ୍ୟାସ ପାଇଁ ଏହି ସମ୍ମାନ ପାଇବେ ବୋଲି ଖବର ପାଇବା ପରେ ସେ କହିଛନ୍ତି ଏହା ତାଙ୍କ ପାଇଁ ଅତ୍ୟନ୍ତ ଖୁସି ଆଣିଦେଇଛି। କାରଣ ଉକ୍ତ ପୁସ୍ତକ ପାଇଁ ଧମକ ପାଇବାର କିଛି ମାସ ପରେ ଏହି ସମ୍ମାନ ମିଳିଛି। ମାଲାୟାଲମ୍‌ ସାହିତ୍ୟର ଅନ୍ୟତମ ସୁପରିଚିତ ଗାଳ୍ପିକ ତଥା ଔପନ୍ୟାସିକ ରାମାନୁନ୍ନି ୧୯୫୫ରେ ମାଲାବର ଜିଲା ପୋନାନିଠାରେ ପିତା ଦାମୋଦରନ୍‌ ନାୟାର ଓ ଜାନକୀ ଅମ୍ମାଙ୍କଠାରୁ ଜନ୍ମଗ୍ରହଣ କରିଥିଲେ। ପୋନାନିସ୍ଥିତ ଏ. ଭି. ହାଇସ୍କୁଲରୁ ପ୍ରାରମ୍ଭିକ ଶିକ୍ଷା ସମାପ୍ତ କରିବା ପରେ ମାଲାବର ଖ୍ରୀଷ୍ଟିଆନ୍‌ କଲେଜରୁ ଇଂଲିଶ୍‌ ସାହିତ୍ୟରେ ସ୍ନାତକ ଡିଗ୍ରୀ ଅର୍ଜନ କରିଥିଲେ। ପଢ଼ା ପରେ ସେ ଏକ ରାଷ୍ଟ୍ରାୟତ୍ତ ବ୍ୟାଙ୍କରେ ଆସିଷ୍ଟାଣ୍ଟ ମ୍ୟାନେଜର ଭାବେ ଯୋଗଦେଇଥିଲେ। ଲେଖାଲେଖି ପ୍ରତି ପ୍ରବଳ ରୁଚି ତାଙ୍କୁ ଚାକିରିରୁ ସ୍ବେଚ୍ଛାକୃତ ଅବସର ନେବାକୁ ବାଧ୍ୟ କରିଥିଲା। ଏହା ପରେ ସେ ପୂର୍ଣ୍ଣକାଳୀନ ଲେଖକ ହେବାରେ ମନୋନିବେଶ କରିଥିଲେ। ଉପନ୍ୟାସ କ୍ଷେତ୍ରରେ ତାଙ୍କ ପ୍ରଥମ ଅର୍ଘ୍ୟ ଥିଲା ‘ସୁଫି ପରଞ୍ଜା କଥା’ (ସୁଫି କ’ଣ କହନ୍ତି)। କଳାକୌମୁଦି ସାପ୍ତାହିକୀରେ ଏହା ଧାରାବାହିକ ଭାବେ ପ୍ରକାଶ ପାଇବା ପରେ ପାଠିକାପାଠକଙ୍କ ପ୍ରଶଂସା ପାଇବାକୁ ଲାଗିଲେ। ୧୯୯୦ରେ ଏହାର ପୁସ୍ତକାର୍ପଣ ହୋଇଥିଲା। ମାମୁଟ୍ଟି ନାମକ ଜଣେ ମୁସଲମାନ ଯୁବକ ସହ କାର୍ଥି ନାମ୍ନୀ ଜଣେ ହିନ୍ଦୁ ଯୁବତୀଙ୍କ ପ୍ରେମ ସମ୍ପର୍କକୁ ଏଥିରେ ସ୍ଥାନିତ କରାଯାଇଛି। ଧର୍ମୀୟ ଭାବଧାରା ସହ ସମ୍ପର୍କର ସମନ୍ବୟ ଆଣି ଲେଖକ ଏଭଳି ଭାବେ ଉପନ୍ୟାସକୁ ସଜାଇଥିଲେ ଯେ ତାହାକୁ ଯିଏ ପଢ଼ିବାକୁ ଆରମ୍ଭ କରିଛନ୍ତି, ଶେଷ କରିବାକୁ ବାଧ୍ୟ ହେବା ନିଶ୍ଚିତ ବୋଲି ପ୍ରଶଂସକଙ୍କଠାରୁ ଶୁଣିବାକୁ ମିଳିଥାଏ। ପରବର୍ତ୍ତୀ ସମୟରେ ଏହା ଇଂଲିଶ୍‌, ଫରାସୀ ସମେତ ଆଠଟି ଭାଷାରେ ଅନୂଦିତ ହେବାର ସୌଭାଗ୍ୟ ପାଇଥିଲା। ଏପରିକି ୨୦୧୦ରେ ଏହା ଚଳଚ୍ଚିତ୍ରର ରୂପ ନେଇଥିଲା। ଏହି ପୁସ୍ତକ ସଫଳତାର ୪ ବର୍ଷ ପରେ ସେ ରଚନା କଲେ ଦ୍ୱିତୀୟ ଉପନ୍ୟସ ‘ଛରମା ବାର୍ଷିକମ୍‌ (ମୃତ୍ୟୁବାର୍ଷିକୀ)। ସ୍ମୃତିଶକ୍ତି ରୋଗରେ ପୀଡ଼ିତ ଜଣେ ବ୍ୟାଙ୍କ ଅଧିକାରୀଙ୍କ ଜୀବନୀ ଆଧାରରେ ଏହି ଉପନ୍ୟାସ ରଚିତ । କପଟ ସହରୀ ସଭ୍ୟତା ଓ ଦୟାଳୁ ଗ୍ରାମ୍ୟ ଜୀବନକୁ ସେ ଏଥିରେ ଚିତ୍ରଣ କଲାବେଳେ ନିଜେ ଚରିତ୍ର ପାଲଟି ଯାଇଥିଲେ ବୋଲି ସମୀକ୍ଷକ ମତ ଦେଇଛନ୍ତି। ତେବେ ସଦ୍ୟ ବିବାଦୀୟ ହୋଇଥିବା ଦଇଭାଥିନ୍ତେ ପୁସ୍ତନ୍‌କମ୍‌ ମାଲାୟାଲମ୍‌ ସାହିିତ୍ୟକୁ ତାଙ୍କର ଏହା ଅନନ୍ୟ ଅବଦାନ ବୋଲି ଅଭିହିତ କରାଯାଉଛି। ରାମାନୁନ୍ନି ଧର୍ମନିରପେକ୍ଷତା, ଧର୍ମୀୟ ଐକ୍ୟଭାବ, ବିଜ୍ଞାନ ଓ ଇତିହାସକୁ ମିଶ୍ରଣ କରିବାକୁ ଯାଇ ପ୍ରଫେଟ୍‌ ମହମ୍ମଦ, ପ୍ରଭୁ ଶ୍ରୀକୃଷ୍ଣ, ଯିଶୁଖ୍ରୀଷ୍ଟ, ମହାତ୍ମା ଗାନ୍ଧୀ, କାର୍ଲମାକ୍ସ ଏବଂ ହିଟଲର୍‌ଙ୍କୁ ବିଭିନ୍ନ ଚରିତ୍ରରେ ଚିତ୍ରଣ କରିଛନ୍ତି। ଭେଦଭାବ ଓ ବିଭିନ୍ନ ପ୍ରକାର ମତୈକ୍ୟ ଭୁଲି ଏକ ସୁନ୍ଦର ପୃଥିବୀର ସ୍ବପ୍ନ ଦେଖିବା ଲାଗି ସେ ଏହି ଉପନ୍ୟାସ ମାଧ୍ୟମରେ ବିଶ୍ୱକୁ ବାର୍ତ୍ତା ଦେଇଥିବା କହିଛନ୍ତି।
All Right Reserved By

ସମ୍ପାଦକୀୟ |

ବିରୋଧୀଙ୍କ ପାଇଁ ମଉକା

ବିରୋଧୀଙ୍କ ପାଇଁ ମଉକା

ଆକାର ପଟେଲ

ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ଦ୍ୱିତୀୟ ଦୀର୍ଘତମ ଅବଧି ଲାଗି ଅର୍ଥନୈତିକ ଅଭିବୃଦ୍ଧି ଜାରି ରହିଥିବାରୁ ଆମେରିକାର ରାଷ୍ଟ୍ରପତି ଡୋନାଲ୍‌ଡ ଟ୍ରମ୍ପ କିଛି ଲୋକପ୍ରିୟତା ଅର୍ଜନ କରିଛନ୍ତି। ଗତ ତ୍ରିମାସୀରେ ଆମେରିକାର ଅର୍ଥନୀତି ୪ ପ୍ରତିଶତ ହାରରେ ଅଭିବୃଦ୍ଧି କରିଥିଲା। ତେବେ ଆମେ ଭାରତୀୟମାନେ ଏଥିରେ ପ୍ରଭାବିତ ନ ହୋଇପାରୁ। କିନ୍ତୁ ସତକଥା ହେଲା, ଆମେରିକା ଅର୍ଥନୀତିର ଆକାର ହେଉଛି ଭାରତର ୧୦ ଗୁଣ, ଯଦିଚ ଏହାର ଲୋକସଂଖ୍ୟା ଭାରତର ୪ ଭାଗରୁ ଭାଗେ। ଏହାର ଅର୍ଥ ଜଣେ ହାରାହାରି ଆମେରିକୀୟ ଜଣେ ହାରାହା...

ଶୀତଳ ସମ୍ପ୍ରଦାୟ

ଶୀତଳ ସମ୍ପ୍ରଦାୟ

ଚିତ୍ରଚରିତ୍ର/ ନିରଞ୍ଜନ ପାଢ଼ୀ

ଯେଉଁ ସମ୍ପ୍ରଦାୟ ସମ୍ପର୍କରେ କଥାଟି କୁହାଯାଉଛି, ସେମାନଙ୍କ ପାଇଁ ‘ଶୀତଳ’ ଶବ୍ଦଟି ବୋଧହୁଏ ସବୁଠାରୁ ସଂଭ୍ରାନ୍ତ ଓ ମାର୍ଜିତ ବିଶେଷଣ। ଏମାନଙ୍କୁ ଶୀତଳ କୁହାଗଲେ ବି ଏମାନେ ଯେ କେବେ ଉଷ୍ମ ହୁଅନ୍ତି ନାହିଁ, ତାହା ନୁହେଁ। ଏମାନେ ଉଷ୍ମ ହୁଅନ୍ତି, ନିଜ ଭିତରେ ଜଳନ୍ତି ଓ ଅନ୍ୟମାନଙ୍କୁ ଜଳାଇବାର ବି ସାମର୍ଥ୍ୟ ରଖନ୍ତି। ୟେ ଉଷ୍ମତା କେବଳ ସୁରକ୍ଷିତ ଥାଏ ନିଜ ପାଇଁ ଓ ନିଜର ଯାବତୀୟ ସ୍ବାର୍ଥସାଧନ ଲାଗି। ମାତ୍ର ଆଖପାଖର ଦୁନିଆରେ ଆତଯାତ ହେଉଥିବା ଅନ୍ୟମାନଙ୍କ ପାଇଁ ଯେତେବେଳେ ଲୋଡ଼ାପଡ଼େ ତାତିଲାପଣ, ସେତେବେଳେ ଏମାନଙ୍କ ଉଷ୍ମ ପୌରୁଷ ଅଚାନକ ଛୁଟିରେ ଚାଲିଯାଏ ଓ ବଦଳରେ ପ୍ରତିଭାତ ହୁଏ ଏକ ହିମ ଶୀତଳ ନିର୍ଜୀବ ବ୍ୟକ୍ତିସତ୍ତା। ମନେହୁଏ, ସତେ ଯେମିତି ମଣିଷଟିଏ ନୁହେଁ ନିଥର କାଠ ଗଣ୍ଡିଟାଏ!...

‘ମିଲ୍‌କମ୍ୟାନ୍‌’ର ରୂପକାର

‘ମିଲ୍‌କମ୍ୟାନ୍‌’ର ରୂପକାର

ବ୍ୟକ୍ତିତ୍ୱ/ଜିତେନ୍ଦ୍ର

ମୋ ଚରିତ୍ରଗୁଡ଼ିକ ମୋ ପାଖକୁ ଆସି ଗପ ଲେଖିବାକୁ ମୋତେ କହନ୍ତି। ଯେତେବେଳ ଯାଏ ସେମାନେ ଆସି ନ ଥାନ୍ତି ସେତେବେଳ ପର୍ଯ୍ୟନ୍ତ ମୁଁ କିଛି ଲେଖିପାରେ ନାହିଁ। ’ ୨୦୧୮ ‘ମ୍ୟାନ୍‌ ବୁକର’ ପାଇବା ଲାଗି ଉତ୍ତର ଆୟର୍ଲାଣ୍ଡ ଲେଖିକା ଆନ୍ନା ବନର୍‌ସଙ୍କ ନାମ ଘୋଷଣା ହେବା ପରେ ସାମ୍ବାଦିକଙ୍କୁ ସେ ନିଜ ପ୍ରତିକ୍ରିୟାରେ ଉପରିଲିଖିତ ଉକ୍ତି ବାଢ଼ିଥିଲେ। ମ୍ୟାନ୍‌ ବୁକର ପାଇବାରେ ଆନ୍ନା ହେଉଛନ୍ତି ଉତ୍ତର ଆୟାର୍ଲାଣ୍ଡର ପ୍ରଥମ ଲେଖିକ। ଉପନ୍ୟାସ ‘ମିଲ୍‌କମ୍ୟାନ୍‌’ ପାଇଁ ସେ ଏହି ସମ୍ମାନ ପାଇବାକୁ ଯାଉଥିବାରୁ ତାଙ୍କୁ ବିଶ୍ୱବ୍ୟାପୀ ...

ଏଇ ଭାରତରେ

ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ବଳରେ ଅସାଧ୍ୟ ସାଧନ କରିହୁଏ। ପିଲାଦିନରୁ କୌଣସି କାର୍ଯ୍ୟରେ ରୁଚି ଓ ଅଭ୍ୟାସ ରଖିଥିଲେ ଭବିଷ୍ୟତରେ ଏଥିରେ ସଫଳତା ଲାଭ କରିହୁଏ। ପ୍ରଶଂସା ଓ ପୁରସ୍କାର ବି ମିଳେ। ସେହିପରି ଉଲ୍ଲେଖନୀୟ କୃତିତ୍ୱ ହାସଲ କରିଥିବା ୧୦ବର୍ଷର ବାଳକ ...

ମାଛଦ୍ୱାରା ପାଦ ଚିକିତ୍ସା

ମାଛଦ୍ୱାରା ପାଦ ଚିକିତ୍ସା

ପରିବେଶ ପରିଚିନ୍ତା/ ମାନେକା ଗାନ୍ଧୀ

କିଛିମାସ ତଳେ ଜଣେ ଯୁବତୀ ନ୍ୟୁୟର୍କରେ ତାଙ୍କ ଡାକ୍ତରଙ୍କ ପାଖକୁ ଯାଇଥିଲେ। ଛଅମାସ ହେଲା ତାଙ୍କ ପାଦ ନଖଗୁଡ଼ିକ କଳାପଡ଼ି ଝଡ଼ିଯାଉଥିଲା। ତାଙ୍କ ପରିବାରରେ ଏମିତି ସମସ୍ୟା ଆଉ କାହାର ନାହିଁ ଏବଂ ତାଙ୍କର ମଧ୍ୟ ଅନ୍ୟ କୌଣସି ରୋଗ ନାହିଁ ବା ଏପରି ଭାବେ ନଖ ପଚିବାର ପାରିବାରିକ ଇତିହାସ ନାହିଁ। ପରୀକ୍ଷାରୁ ଜଣାପଡ଼ିଲା ଯେ, ଛଅମାସ ତଳେ ସେ ମାଛ ଦ୍ୱାରା ପାଦ ଚିକିତ୍ସା (ଫିଶ୍‌ ପେଡିକିଓର) କରାଇଥିଲେ। ମାଛ ହିଁ ତାଙ୍କ ନଖର ମଞ୍ଜଭାଗରେ (ଯେଉଁଠୁ ନଖ କଅଁଳେ) କ୍ଷତ ସୃଷ୍ଟି କରିଛି। ଫଳରେ ଓନିକୋମାଡେସିସ୍‌ (ନଖପଚା ରୋଗ) ସୃଷ୍ଟି ହୋଇଛି ଓ ନଖ କଳାପଡ଼ି ଝଡ଼ିଯାଉଛି। ଆଗକୁ ପରିସ୍ଥିତି ଆହୁରି ଖରାପ ହୋଇପାରେ। ପଚାନଖ ତଳେ ...

ରାଜନେତା ଓ ନାଗରିକ ସମାଜ

ରାଜନେତା ଓ ନାଗରିକ ସମାଜ

ଡ. ସୁବାସ ଚନ୍ଦ୍ର ପାତ୍ର

ଓଡ଼ିଶାର ରାଜନେତାମାନେ ଏକ ସୁସ୍ଥ, ସୁନ୍ଦର ନାଗରିକ ସମାଜ ଗଠନ ସେମାନଙ୍କର ଦାୟିତ୍ୱ ବୋଲି କେବେ ଭାବନ୍ତି ନାହିଁ। କରତାଳି, ପତାକା ଧାରଣ, ମାଗଣା ଇନ୍ଧନରେ ମୋଟର ସାଇକେଲ ଚାଳନା ପାଇଁ ଯୁବଗୋଷ୍ଠୀ ସଂଗ୍ରହ ଏବଂ ଏ ସବୁ ମାଧ୍ୟମରେ ଭୋଟ ସଂଗ୍ରହ ଓ କ୍ଷମତା ଦଖଲ ସେମାନଙ୍କ ମୁଖ୍ୟ କାମ ବୋଲି ସେମାନେ ବିଚାର କରନ୍ତି। ସଂହତିପୂର୍ଣ୍ଣ, ଆଦର୍ଶଭରା ଏକ ତ୍ୟାଗପୂତ ସମାଜ ନିର୍ମାଣ ମଧ୍ୟ ଏକ ରାଜନୈତିକ କର୍ତ୍ତବ୍ୟ ବୋଲି ସେମାନେ ଚିନ୍ତା କରନ୍ତି ନାହିଁ। ତା’ର ପ୍ରମୁଖ କାରଣ କ୍ଷମତାମନସ୍କତା, ସମାଜମନସ୍କତା ବା ରାଷ୍ଟ୍ରମନସ୍କତା ନୁହେଁ।...

ଚନ୍ଦ୍ରରେ ଚିତ୍ରକର

ଚନ୍ଦ୍ରରେ ଚିତ୍ରକର

ଡ. ତୁଷାରକାନ୍ତି ଦାସ

ଦୁଇ ହାତ ପାପୁଲିରେ ଆଞ୍ଜୁଳାଏ ପାଣିରେ ଜହ୍ନକୁ ସେ ଧରିଛି। ସତେ ବା ସେ ଆଞ୍ଜୁଳାଏ ପାଣିରେ ଜହ୍ନଟା ଚିକ୍‌ମିକ୍‌ କରୁଛି- ଚିତ୍ରକରଟିଏ ଆଞ୍ଜୁଳାଏ ପାଣିରେ ଜହ୍ନର ପ୍ରତିବିମ୍ବକୁ କାନ୍‌ଭାସରେ ଉତାରୁଥିବାବେଳେ କେବେ ବି କ’ଣ ଭାବିଥିବ ଜହ୍ନକୁ ଯାଇ ସେଠାରେ ଜହ୍ନର ଛବି ଆଙ୍କିବ ବୋଲି? ହଁ ଆଜ୍ଞା, ଚିତ୍ରକରର ଏ ଭାବନା ସତ୍ୟ ହେବାକୁ ଯାଉଛି। ଆଉ ଆପଣ କହିପାରିବେନି ‘କବି କଳପନା ସରଗ ସିନା ଲୋ ମନ ଭୁଲାଇବା ପାଇଁ’। କାରଣ ଏ କଳ୍ପନା ବାସ୍ତବରେ ପରିଣତ ହେବାକୁ ଯାଉଛି। ଜାପାନୀ କୋଟିପତି ବ୍ୟବସାୟୀ ୟୁସାକୁ ମେଜାଓ୍ବା ୬ ...

ଏଇ ଭାରତରେ

ଏଇ ଭାରତରେ

ଧର୍ମନିରପେକ୍ଷ ଗଣତନ୍ତ୍ର ଦେଶ ଭାରତ । ଏହାର ପ୍ରତିଟି ପର୍ବପର୍ବାଣିରେ ଦେଖିବାକୁ ମିଳେ ସାମ୍ପ୍ରଦାୟିକ ସଦ୍‌ଭାବନାର ନିଆରା ନମୁନା। ବର୍ତ୍ତମାନ ଦେଶର କୋଣ ଅନୁକୋଣରେ ଦଶହରା ଯାକଜମକରେ ପାଳନ କରାଯାଉଛି। ଏଭଳି ସମୟରେ ସର୍ବଧର୍ମ ସମନ୍ବୟର ବାର୍ତ୍ତାବାହକ ସାଜିଛନ୍ତି ପୂର୍ବୋତ୍ତର ରାଜ୍ୟ ଆସାମରେ ହାସିମ୍‌ ଅଲି। ଡାରାଙ୍ଗ୍‌ ଜିଲାର ଡାଲଗାଓଁ ଅଞ୍ଚଳର ହାସିମ୍‌ ଇସଲାମ ଧର୍ମାବଲମ୍ବୀ...

ସମ୍ପାଦକୀୟ/ଚନ୍ଦକା ବଞ୍ଚାଅ

ସମ୍ପାଦକୀୟ/ଚନ୍ଦକା ବଞ୍ଚାଅ

କଟକ ମୁଣ୍ଡଳୀ ନିକଟ ମହାନଦୀରେ ୫ଟି ହାତୀ ଭାସି ଯାଉଥିବା ଖବର ଅକ୍ଟୋବର ୧୫ ସକାଳୁ ବ୍ୟାପିଯିବା ପରେ ଏହି ଦୃଶ୍ୟ ଦେଖିବାକୁ ସ୍ଥାନୀୟ ଅଞ୍ଚଳର ଲୋକଙ୍କ ମଧ୍ୟରେ ଭିଡ଼ ହୋଇଥିଲା। ଏ ବିଷୟରେ ସୂଚନା ପାଇବାରୁ ଆଠଗଡ଼ ଓ ଚନ୍ଦକା ବନଖଣ୍ଡ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ସଙ୍ଗେ ସଙ୍ଗେ ମୁଣ୍ଡଳୀ ବ୍ୟାରେଜ୍‌ର ୪ଟି ଗେଟ୍‌ ବନ୍ଦ କରିଦିଆଯିବାରୁ ଜଳସ୍ରୋତ ହ୍ରାସ ପାଇଥିଲା ଓ ପାଣିରେ ଭାସୁଥିବା ହାତୀ ଉପରକୁ ଉଠି ଆସିଥିଲେ। ...

ପଶୁବଳି : ଏକ ଅମାନବୀୟ ପରମ୍ପରା

ପଶୁବଳି : ଏକ ଅମାନବୀୟ ପରମ୍ପରା

ଡ. ପ୍ରଫୁଲ୍ଲ କୁମାର ସାହୁ

ଆମ ରାଜ୍ୟରେ ପ୍ରମୁଖ ଦେବୀମନ୍ଦିରଗୁଡ଼ିକରେ ଶାରଦୀୟ ପୂଜାର ଏକ ବିଶେଷ ଅଙ୍ଗ ଥିଲା ପଶୁବଳିପ୍ରଥା। ପ୍ରତିବର୍ଷ ଦଶହରା ବେଳେ ଏସବୁ ଶକ୍ତିପୀଠରେ ଲକ୍ଷ ଲକ୍ଷ ପଶୁପକ୍ଷୀଙ୍କୁ ହତ୍ୟା କରାଯାଉଥିଲା ଅତି ବୀଭତ୍ସ ଭାବରେ। ଏଭଳି ଏକ ଅମାନବୀୟ ପରମ୍ପରା ଉପରେ ନ୍ୟାୟାଳୟର ପ୍ରତିବନ୍ଧକ ଲାଗିବା ପରେ ଅଧିକାଂଶ ଦେବୀ ପୀଠରେ ଏବେ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି ପଶୁବଳି। ଅନ୍ୟ କେତେକ ସ୍ଥାନରେ ଏହା ଲୁଚାଛପାରେ ଚାଲିଛି ପରମ୍ପରା ଦାୟରେ। କାରଣ ସଭ୍ୟତା ଯେତେ ଆଗକୁ ଗଲେ ବି ଅନ୍ଧବିଶ୍ୱାସର ଅନ୍ଧଗଳିରୁ ମୁକୁଳିପାରୁନି ...

ଆସ ମା’ ଦୁର୍ଗେ

ଆସ ମା’ ଦୁର୍ଗେ

ଡ. ଭାଗ୍ୟଲିପି ମଲ୍ଲ

କାଶତଣ୍ଡୀର ଶୁଭ୍ର ମେଳଣରେ ଏବେ ସୃଜନର ମୂର୍ଚ୍ଛନା। ପତଳା କୁହୁଡ଼ିଆ ଆକାଶରେ ଜହ୍ନ ପିନ୍ଧିଛି ଧଳାବଉଦର ମାଳ। ଅଧା ଛାଇ ଅଧା ଆଲୁଅର ଖେଳରେ ଆସକ୍ତ ଧରିତ୍ରୀର ଛାତି। ଆକାଶ ଦେଖୁଛି ମୁହଁ ମାଟିଦର୍ପଣରେ। ଠିକ୍‌ ଏଇ ସମୟରେ ଧରାବତରଣ କରୁଛନ୍ତି ମା’ ଦୁର୍ଗା, ଦୁର୍ଗତିନାଶିନୀ। ତାଙ୍କ ଆଗମନର ଆବାହନୀରେ ଭୂମିରୁ ଆକାଶ, ସବୁଠି ଶୁଭ୍ରତାର ସମାରୋହ। ସକଳ ସୃଷ୍ଟିରେ ଶରତର ମଧୁର ଆଶ୍ଳେଷ। ସେହି ଆଶ୍ଳେଷରେ ସମାହିତ ଶକ୍ତି ଏକ ଦିବ୍ୟ ଅନୁଭବ। ସେ ଶକ୍ତି ଜନ୍ମ ଓ ମୃତ୍ୟୁ, ଯନ୍ତ୍ରଣା ଓ ଆନନ୍ଦର କାରଣ। ତା’ ବିନା କିଛି ସମ୍ଭବ ନୁହେଁ। ତେଣୁ କୁହାଯାଏ ସେ ଜନ୍ମ ଓ ମୃତ୍ୟୁର ଊର୍ଦ୍ଧ୍ୱସ୍ଥ ଏକ ଦିବ୍ୟ ସତ୍ତା। ସକଳ ଚେତନାର ଉତ୍ସ। ଆମେ ଆଜି ସେଇ ଉତ୍ସକୁ ଆହ୍ବାନ କରୁଛୁ। ...

ଏଇ ଭାରତରେ

ଏଇ ଭାରତରେ

ଅନ୍ନଚିନ୍ତା ଚମତ୍କାରା। କ୍ଷୁଧା ଓ ଦାରିଦ୍ର୍ୟରେ ପେଷି ହେଉଥିବା ବ୍ୟକ୍ତି ହିତାହିତ ଜ୍ଞାନ ହରାଇବସେ। କ୍ଷୁଧା ପ୍ରପୀଡ଼ିତ ମା’ ପାଖରେ ସ୍ନେହମମତାର ମୂଲ୍ୟ କିଛି ନାହିଁ। ପିଲାଙ୍କ ଭୋକିଲା ପେଟକୁ ଆହାର ଯୋଗାଇପାରୁ ନ ଥିବା ମା’ ସେମାନଙ୍କ ଦୁଃଖକଷ୍ଟ ସହ୍ୟ କରି ନ ପାରି ବିନାଶ କରିଦେବାକୁ ବି ଇଚ୍ଛାକରେ। ଏପରି ଏକ ଦୁଃଖଦ ଘଟଣା ଗୁଜରାଟର ଅହମଦାବାଦଠାରେ ଘଟିଛି। ଗୁଜରାଟର ଭାବନଗର...