ଫୁରସତ |

ଅତିବାଇଗଣୀ ରଶ୍ମୀ ଜୀବସତ୍ତା ପାଇଁ ଗୁରୁତ୍ୱପୂର୍ଣ୍ଣ

ଅତିବାଇଗଣୀ ରଶ୍ମୀ ଜୀବସତ୍ତା ପାଇଁ ଗୁରୁତ୍ୱପୂର୍ଣ୍ଣ
ବୋଷ୍ଟନ: ଅତିବାଇଗଣୀ ରଶ୍ମୀ ପୃଥବୀର ଜୀବସତ୍ତା ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ବୈଜ୍ଞାନିକମାନେ କହିଛନ୍ତି। ବ୍ରହ୍ମାଣ୍ଡରେ ଅନ୍ୟ କୌଣସି ଗ୍ରହରେ ଯଦି ପୃଥବୀ ପରି ଜୀବସତ୍ତା ରହିଥିବ ସେଠାରେ ନିଶ୍ଚିତ ଭାବେ ଅତିବାଇଗଣୀ ରଶ୍ମୀ ପ୍ରଭାବ ଥିବାର ଅନୁମାନ କରାଯାଉଛି। ଜୈବବିଜ୍ଞାନ ଅନୁସାରେ ଜୀବନସତ୍ତା ପାଇଁ ରାଇବୋନ୍ୟୁକ୍ଲିକ୍‌ ଏସିଡ୍‌ ଗୁରୁତ୍ୱପୂର୍ଣ୍ଣ। ଏହାର ପ୍ରସ୍ତୁତିରେ ଅତିବାଇଗଣୀ ରଶ୍ମୀ ମୁଖ୍ୟ ଭୂମିକା ଗ୍ରହଣ କରିଥାଏ। ନିଆଁରେ ଅତିବାଇଗଣୀ ରଶ୍ମୀର ଉପଯୁକ୍ତ ସମନ୍ବୟ ଘଟିଥାଏ। ଏହା ଇନଫ୍ରାରେଡ୍‌ ରଶ୍ମୀ ଅନ୍ତର୍ଗତ। ବ୍ରହ୍ମାଣ୍ଡରେ ଦେଖାଯାଉଥିବା ଲାଲ୍‌ ରଙ୍ଗର କେତେକ ବାମନ ଗ୍ରହରେ ଇନଫ୍ରାରେଡ୍‌ ରଶ୍ମୀ ରହିଥିବାର ଅନୁମାନ କରାଯାଉଛି। ଏସବୁ ଗ୍ରହମଧ୍ୟରେ ପ୍ରକ୍ସିମା ସେଞ୍ଚୁରୀ, ଟ୍ରାପିଷ୍ଟ-୧ ଏବଂ ଏଲ୍‌ଏଚ୍‌ଏସ୍‌-୧୧୪୦ ଅନ୍ତର୍ଭୁକ୍ତ ବୋଲି ହାଭାର୍ଡ ବିଶ୍ୱବିଦ୍ୟାଳୟର ପ୍ରଫେସର୍‌ ସୁକୃତି ରଞ୍ଜନ କହିଛନ୍ତି। ସେଠାରେ ଅତିବାଇଗଣୀ ରଶ୍ମୀର ସାନ୍ଦ୍ରତା ବେଶି ନ ଥିଲେ ମଧ୍ୟ ଏସବୁ ଗ୍ରହର ପୃଷ୍ଠଭାଗ କଠିନ ଶିଳା ଆବରଣ ଦ୍ୱାରା ଗଠିତ। ସେଠାକାର ସ୍ତରୀଭୁତ ଶୀଳା ଆସ୍ତରଣରେ ବିଭିନ୍ନ ଖଣିଜ ପଦାର୍ଥ ରହିଥିବାର ଅନୁମାନ କରାଯାଉଛି। ଏସବୁ ବାମନ ଗ୍ରହଗୁଡିକର ବାୟୁମଣ୍ଡଳ ସମ୍ପର୍କରେ ଠିକ୍‌ ତଥ୍ୟ ମିଳିପାରିଲେ ସେଠାରେ ଜୀବନସତ୍ତା ରହିଛି କି ନାହିଁ ତାହା କୁହାଯାଇ ପାରିବ ବୋଲି ପ୍ରଫେସର ରବିନ୍‌ ଓ୍ବାଡସଓ୍ବାର୍ଥ କହିଛନ୍ତି।
All Right Reserved By

ଫୁରସତ |

ସାଙ୍ଗିଆ ପରିବର୍ତ୍ତନ

ସାଙ୍ଗିଆ ପରିବର୍ତ୍ତନ

ନିଜ ସାଙ୍ଗିଆକୁ କିଏ ବା ଭଲ ନ ପାଏ । କାରଣ ନାଁ ପରେ ଏହା ବି ମଣିଷର ପରିଚୟ ପାଲଟିଥାଏ। ତେବେ ପୁରୁଷମାନଙ୍କ କ୍ଷେତ୍ରରେ ଏହା ଶୈଶବରୁ ଆରମ୍ଭ କରି ଜୀବନର ଶେଷ ସମୟ ଯାଏ ଅପରିବର୍ତ୍ତିତ ରହିଥିବା ବେଳେ ମହିଳାଙ୍କ କ୍ଷେତ୍ରରେ ଅନେକ ସମୟରେ ଏହା ବଦଳି ଯାଇଥାଏ...

ପାଠପଢ଼ା ଚାପ ବି ସ୍ମରଣ ଶକ୍ତିକୁ କରେ ପ୍ରଭାବିତ...

ପାଠପଢ଼ା ଚାପ ବି ସ୍ମରଣ ଶକ୍ତିକୁ କରେ ପ୍ରଭାବିତ...

ପିଲାଙ୍କ ସ୍ମରଣ ଶକ୍ତି ହ୍ରାସ ପଛରେ ଅଭିଭାବକ ହିଁ ଦାୟୀ ଥାଆନ୍ତି।  ପିଲାଟି ଉପରେ ଷ୍ଟଡିପେସର୍‌ ବା ପାଠପଢ଼ା ଚାପ ବଢ଼ାଇବାରେ ସେମାନଙ୍କର ଥାଏ ମୁଖ୍ୟ ଭୂମିକା। 

ଏମିତି ମନ୍ଦିର ଯେଉଁଠି ମୁସଲମାନ ମହିଳା ଶିବରାତ୍ରୀରେ କରନ୍ତି ମହାଦେବଙ୍କୁ ଜଳଲାଗି...

ଏମିତି ମନ୍ଦିର ଯେଉଁଠି ମୁସଲମାନ ମହିଳା ଶିବରାତ୍ରୀରେ କରନ୍ତି ମହାଦେବଙ୍କୁ ଜଳଲାଗି...

ଦେଶରେ ଭିନ୍ନ ଭିନ୍ନ ସମ୍ପ୍ରଦାୟ ମଧ୍ୟରେ ବିବାଦ ଜାରି ରହିଥିବାବେଳେ ଉତ୍ତରପ୍ରଦେଶ କନୌଜରେ ଥିବା ମହାଦେବଙ୍କ ମନ୍ଦିର ପାଲଟିଛି ସର୍ବଧର୍ମସମନ୍ବୟର ପବିତ୍ର କ୍ଷେତ୍ର। 

ଯେଉଁଠି ବିବାହ ପୂର୍ବରୁ ଝିଅ ହୁଅନ୍ତି ବିଦା...

ଯେଉଁଠି ବିବାହ ପୂର୍ବରୁ ଝିଅ ହୁଅନ୍ତି ବିଦା...

ସାଧାରଣତଃ ବିବାହ ପରେ କନ୍ୟା ବିଦା ହୋଇଥାଏ। ତେବେ ଝାଡ଼ଖଣ୍ଡ ଉତ୍ତର ଛୋଟନାଗପୁର ଅଞ୍ଚଳରେ ରହିଛି ଏକ ପରମ୍ପରା। ଏଠାରେ ବିବାହର କିଛି ଦିନ ପୂର୍ବରୁ ବରଘର ଲୋକେ କନ୍ୟାଘରେ ପହଞ୍ଚିଥାନ୍ତି।

ପ୍ରେମରେ ବିଫଳ ଏହିସବୁ କ୍ରିକେଟ୍‌ର

ପ୍ରେମରେ ବିଫଳ ଏହିସବୁ କ୍ରିକେଟ୍‌ର

ନୂଆଦିଲ୍ଲୀ, ୨୧।୧: ଭାରତୀୟ କ୍ରିକେଟ ଦଳର ଷ୍ଟାର କ୍ରିକେଟରମାନେ ପଡିଆରେ ଯେତିକି ଲୋକପ୍ରିୟତା ଅର୍ଜନ କରିଛନ୍ତି ବ୍ୟକ୍ତିଗତ ଜୀବନକୁ ନେଇ ମଧ୍ୟ ସେତିକି ଚର୍ଚ୍ଚାରେ ରହିଥାନ୍ତି। ଖାସ୍‌ ଭାବେ ପ୍ରେମ ସମ୍ପର୍କକୁ ନେଇ ଅତୀତରେ କିଛି କ୍ରିକେଟର ବେଶ୍‌ ଚର୍ଚ୍ଚାରେ ଥିଲେ।  

ପ୍ରାକୃତିକ ପେନ୍‌କିଲର

ପ୍ରାକୃତିକ ପେନ୍‌କିଲର

”ଆଜିର ଆଧୁନିକ ଚିକିତ୍ସା ବିଜ୍ଞାନରେ ଚିକିତ୍ସା ଦ୍ୱାରା କେତେକ ରୋଗରୁ ସାମୟିକ ଉପଶମ ମିଳୁଥିଲେ ମଧ୍ୟ ସମ୍ପୂର୍ଣ୍ଣ ଆରୋଗ୍ୟ ହେବା ଆଶା କ୍ଷୀଣ। କିନ୍ତୁ ଏପରି ଆୟୁର୍ବେଦ ଶାସ୍ତ୍ରରେ ଲକ୍ଷାଧିକ ଔଷଧ ଦ୍ରବ୍ୟର ବର୍ଣ୍ଣନା ରହିଅଛି ଯାହାକି ବ୍ୟକ୍ତିଙ୍କୁ ଜରାବ୍ୟାଧିରୁ ମୁକ୍ତି ଦେଇ ନୀରୋଗ କରିପାରିବ, ଏହା ମୁନି ଋଷିମାନଙ୍କ ଦିବ୍ୟ ଦୃଷ୍ଟି ଓ ସାଧନା ବଳରେ ସମ୍ଭବ ହୋଇପାରିଛି, ଯାହାକି ଦୁରାରୋଗ୍ୟ ବ୍ୟାଧି ମଧ୍ୟ ଚିର ଆରୋଗ୍ୟ ହୋଇପାରିବ।“

ବର୍ଷା ପାଣିରେ ଗାଧୋଇଲେ ବିବାହ ହୁଏ ଶୀଘ୍ର...

ବର୍ଷା ପାଣିରେ ଗାଧୋଇଲେ ବିବାହ ହୁଏ ଶୀଘ୍ର...

ବର୍ଷା ପାଣିକୁ ଅତି ପବିତ୍ର ଭାବେ ବିବେଚନା କରାଯାଇଥାଏ। ତେବେ ଏହାର ବିଧିବଦ୍ଧ ଉପଯୋଗ ଦ୍ୱାରା ସୌଭାଗ୍ୟ ପ୍ରାପ୍ତି ହୋଇଥାଏ ବୋଲି ଜ୍ୟୋତିଷ ଶାସ୍ତ୍ରରେ ଉଲ୍ଲେଖ ଅଛି। 

କାହିଁକି ଫୁଲରେ ସଜାଯାଏ ନବବିବାହିତଙ୍କ ବେଡରୁମ୍‌

କାହିଁକି ଫୁଲରେ ସଜାଯାଏ ନବବିବାହିତଙ୍କ ବେଡରୁମ୍‌

ଭାରତୀୟ ପରମ୍ପରା ଅନୁଯାୟୀ ବିବାହ ହେଉଛି ଏକ ମଙ୍ଗଳ କାର୍ଯ୍ୟ। ଏହା ଶୁଦ୍ଧ ଓ ପବିତ୍ର। ଏଥିରେ ୨ଟି ଆତ୍ମାର ମିଳନ ହୋଇଥାଏ। ୨ଟି ଅପରିଚିତ ପରିବାର ମଧ୍ୟରେ ଗଢାହୁଏ ନିବିଡ ସମ୍ପର୍କ। ସେଥିପାଇଁ ହିନ୍ଦୁଘରେ ବିଭିନ୍ନ ରୀତିନୀତି ଦେଇ ବିବାହ କାର୍ଯ୍ୟ ସମ୍ପନ୍ନ କରାଯାଇଥାଏ। 

ହାର୍ଟ ଆଟାକ୍‌ରୁ ଦୂରେଇ ରଖେ ନିୟମିତ ରକ୍ତଦାନ ...

ହାର୍ଟ ଆଟାକ୍‌ରୁ ଦୂରେଇ ରଖେ ନିୟମିତ ରକ୍ତଦାନ ...

ସମ୍ପ୍ରତି ପରିବର୍ତ୍ତିତ ଜୀବନଶୈଳୀରେ କେତେକଙ୍କଠାରେ ହାର୍ଟ ଆଟାକ୍‌ ଭଳି ସମସ୍ୟା ଦେଖାଦେଇଥାଏ। ତେବେ ଏଥିରୁ ମୁକ୍ତି ପାଇବା ପାଇଁ ନିମୟିତ ରକ୍ତଦାନ କରିବା ଅବାଶ୍ୟକ ବୋଲି ମିସିଗାନ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି।

ଗାଧୋଇବାବେଳେ ଏହି ଅଙ୍ଗରେ ପ୍ରଥମେ ପାଣି ପକାଇବା ମନା କାହିଁକି...

ଗାଧୋଇବାବେଳେ ଏହି ଅଙ୍ଗରେ ପ୍ରଥମେ ପାଣି ପକାଇବା ମନା କାହିଁକି...

ଗାଧୋଇବା ସମୟରେ କେତେକ ସାବଧାନତା ପ୍ରତି ଦୃଷ୍ଟି ହେବାର ରହିଛି ଆବଶ୍ୟକତା


ଯେଉଁଠି ସମ୍ବେଦନଶୀଳ ଅଙ୍ଗର ହୁଏ ନାମକରଣ

ଯେଉଁଠି ସମ୍ବେଦନଶୀଳ ଅଙ୍ଗର ହୁଏ ନାମକରଣ

ପ୍ରଥା ପରମ୍ପରାକୁ ନେଇ ଶୁଣିବାକୁ ମିଳେ କେତେ କ’ଣ କଥା। ଆମେରିକାର ହାଓ୍ବାଇରେ ରହିଥିବା ଏମିତି ଏକ ପରମ୍ପରା ଅଜବ ଲାଗୁଥିଲେ ମଧ୍ୟ ଲୋକେ ଆଜିବି ଏହାକୁ ପାଳନ କରି ଆସୁଛନ୍ତି।

ଚିତ୍ରକର କଲା ବ୍ରେନ୍‌ଷ୍ଟ୍ରୋକ୍‌

ଚିତ୍ରକର କଲା ବ୍ରେନ୍‌ଷ୍ଟ୍ରୋକ୍‌

ଷ୍ଟ୍ରୋକ୍‌କୁ ସମସ୍ତେ ଡରନ୍ତି। କାରଣ ଷ୍ଟ୍ରୋକ୍‌ ହେବା ପରେ ହୁଏତ ବଞ୍ଚତ୍ବା ସମ୍ଭବ ନୁହେଁ। ମାତ୍ର କେନ୍‌ ଓ୍ବାଲଟର୍ସଙ୍କ ପାଇଁ ବ୍ରେନ୍‌ଷ୍ଟ୍ରୋକ୍‌ ଆଶୀର୍ବାଦ ସାବ୍ୟସ୍ତ ହୋଇଛି।