Dharitri News
ଖେଳ |

ଓ୍ବାର୍ନରଙ୍କ ଶତକ: ଅଷ୍ଟ୍ରେଲିଆର ଦୃଢ଼ ବ୍ୟାଟିଂ

ଓ୍ବାର୍ନରଙ୍କ ଶତକ: ଅଷ୍ଟ୍ରେଲିଆର ଦୃଢ଼ ବ୍ୟାଟିଂ ମେଲବର୍ନ, ୨୬।୧୨(ଏଏଫ୍‌ପି)- ଓପନର୍‌ ଡେଭିଡ୍‌ ଓ୍ବାର୍ନରଙ୍କ ଶତକ ବଳରେ ମଙ୍ଗଳବାରଠାରୁ ଇଂଲଣ୍ଡ ବିପକ୍ଷରେ ଆରମ୍ଭ ହୋଇଥିବା ଆଶେସ୍‌ ଟେଷ୍ଟ ସିରିଜର ୪ର୍ଥ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଦୃଢ଼ ବ୍ୟାଟିଂ କରିଛି। ପ୍ରଥମ ଦିବସ ଷ୍ଟମ୍ପ୍ସ ଅପସାରଣ ସୁଦ୍ଧା ଅଷ୍ଟ୍ରେଲିଆ ୩ ଉଇକେଟ୍‌ ହରାଇ ୨୪୪ ରନ ସଂଗ୍ରହ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ପାଇଁ ଓପ୍‌ନିଂ ଯୋଡ଼ିରେ ଓ୍ବାର୍ନର ଓ କାମେରନ ବାନକ୍ରଫ୍ଟ ୧୨୨ ରନ ସଂଗ୍ରହ କରି ଦଳକୁ ଭଲ ପ୍ରାରମ୍ଭ ଦେଇଥିଲେ। ବାନକ୍ରଫ୍ଟ (୨୬ ରନ)ଙ୍କୁ ଆଉଟ୍‌ କରି କ୍ରିସ୍‌ ଓ୍ବକ୍ସ ଭ୍ରମଣକାରୀ ଇଂଲଣ୍ଡ ଦଳକୁ ପ୍ରଥମ ସଫଳତା ଦେଇଥିଲେ। ଏହାପରେ ଏକ ନାଟକୀୟ ଘଟଣା ଦେଖିବାକୁ ମିଳିଥିଲା। ବ୍ୟକ୍ତିଗତ ୯୯ ରନ କରିଥିବାବେଳେ ଓ୍ବାର୍ନର ପଦାର୍ପଣକାରୀ ଟମ୍‌ କୁରାନଙ୍କ ବଲରେ କ୍ୟାଚ୍‌ ହୋଇ ପ୍ୟାଭିଲିୟନ ଫେରିଥିଲେ। ତେବେ ଟିଭି ରିପ୍ଲେରୁ ଏହା ନୋ ବଲ୍‌ ଜଣାପଡ଼ିବାରୁ ଓ୍ବାର୍ନର ଜୀବନଦାନ ପାଇ ପୁଣିଥରେ କ୍ରିଜ୍‌କୁ ପ୍ରତ୍ୟାବର୍ତ୍ତନ କରିଥିଲେ। ଏହା ପରବର୍ତ୍ତୀ ବଲରୁ ରନ ସଂଗ୍ରହ କରି ଏହି ବାମହାତୀ ବ୍ୟାଟ୍ସମ୍ୟାନ କ୍ୟାରିୟରର ୨୧ତମ ଟେଷ୍ଟ ଶତକ ହାସଲ କରିଥିଲେ। ୯୦ରୁ ୧୦୦ ରନ କରିବାକୁ ଓ୍ବାର୍ନର ୪୦ ମିନିଟ୍‌ ସମୟ ନେଇଥିଲେ। ତେବେ ସେ ବେଶି ସମୟ ତିଷ୍ଠି ନ ପାରି ବ୍ୟାକ୍ତିଗତ ୧୦୩ ରନ କରି ଅଭିଜ୍ଞ ଜେମ୍ସ ଆଣ୍ଡରସନଙ୍କ ଶିକାର ହୋଇଥିଲେ। ଇତ୍ୟବସରରେ ସେ ୭୦ ଟେଷ୍ଟରୁ ୬ ହଜାର ଟେଷ୍ଟ ରନ ପୂରଣ କରିବାରେ ସଫଳ ହୋଇଛନ୍ତି। ସେହିପରି ଏହି କ୍ଲବରେ ସାମିଲ ହେବାରେ ସେ ଡନ୍‌ ବ୍ରାଡ୍‌ମ୍ୟାନ୍‌, ରିକି ପଣ୍ଟିଂ ଓ ମାଥ୍ୟୁ ହେଡେନଙ୍କ ପରେ ୪ର୍ଥ ଦ୍ରୁତତମ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ଉସମାନ ଖାଓ୍ବାଜା (୧୭ ରନ) ମଧ୍ୟ ବଡ଼ ଇନିଂସ ଖେଳିବାରେ ବିଫଳ ହୋଇଥିଲେ। ତେବେ ଅଧିନାୟକ ଷ୍ଟିଭ ସ୍ମିଥ୍‌ ଓ ଶନ୍‌ ମାର୍ଶ ଦଳକୁ ଆଉ କ୍ଷତି ହେବାକୁ ଦେଇ ନ ଥିଲେ। ମଙ୍ଗଳବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ୮୯ ଓଭରରେ ୩ ଉଇକେଟ୍‌ ହରାଇ ୨୪୪ ରନ ସଂଗ୍ରହ କରିଛି। ସ୍ମିଥ୍‌ ୬୫ ଓ ମାର୍ଶ ୩୧ ରନ କରି କ୍ରିଜ୍‌ରେ ଅପରାଜିତ ରହିଛନ୍ତି। ଯଦି ସ୍ମିଥ୍‌ ଶତକ ହାସଲ କରନ୍ତି ତେବେ ଲଗାତର ୪ର୍ଥ ବର୍ଷ ଲାଗି ବକ୍ସିଂ ଡେ ଟେଷ୍ଟରେ ଶତକ ଅର୍ଜନ କରିବାର ବିରଳ ସୌଭାଗ୍ୟ ହାସଲ କରିବେ। ଗତବର୍ଷ ବକ୍ସିଂ ଡେ ଟେଷ୍ଟରେ ସ୍ମିଥ୍‌ ପାକିସ୍ତାନ ବିପକ୍ଷରେ ୧୬୫ ରନ କରିଥିଲେ। ସେହିଭଳି ୨୦୧୫ରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ୧୪୩ ଏବଂ ୨୦୧୪ରେ ଭାରତ ବିପକ୍ଷରେ ୧୯୨ ରନ କରିଥିଲେ। ବକ୍ସିଂ ଡେ ଟେଷ୍ଟରେ ସ୍ମିଥ୍‌ ହାସଲ କରିଥିବା ଏହି ୩ଟି ଯାକ ଶତକରେ ସେ ଅପରାଜିତ ରହିଥିଲେ। ପାଞ୍ଚ ମ୍ୟାଚ୍‌ବିଶିଷ୍ଟ ସିରିଜକୁ ଅଷ୍ଟ୍ରେଲିଆ ଦଳ ଆଗୁଆ ୩-୦ରେ ଜିତିସାରିଛି।

ଖେଳ |

ଚତୁଃରାଷ୍ଟ୍ରୀୟ ହକି ସିରିଜ୍‌: ବୃହତ୍‌ ବିଜୟରୁ ଭାରତର ଅଭିଯାନ

ଚତୁଃରାଷ୍ଟ୍ରୀୟ ହକି ସିରିଜ୍‌: ବୃହତ୍‌ ବିଜୟରୁ ଭାରତର ଅଭିଯାନ

ଟୌରଙ୍ଗ, ୧୭।୧- ଏଠାରେ ଚାଲିଥିବା ଚତୁଃରାଷ୍ଟ୍ରୀୟ ଇନଭାଇଟେଶନାଲ ହକି ସିରିଜ୍‌ରେ ଭାରତୀୟ ଦଳ ବୃହତ୍‌ ବିଜୟରୁ ଅଭିଯାନ ଆରମ୍ଭ କରିଛି। ବୁଧବାର ଖେଳାଯାଇଥିବା ମୁକାବିଲାରେ ଭାରତୀୟ ଦଳ ୬-୦ ଗୋଲ୍‌ରେ ଜାପାନକୁ ହରାଇ ଦେଇଛି। ବିଜୟୀ ଦଳ ପାଇଁ ପଦାର୍ପଣକାରୀ ବିବେକ ସାଗର ଓ ଦିଲପ୍ରୀତ ସିଂ ୨ଟି ଲେଖାଏ ଗୋଲ କରିଛନ୍ତି। ଏମାନଙ୍କ ବ୍ୟତୀତ ରୂପିନ୍ଦର ପାଲ ସିଂ ଓ ହରମନପ୍ରୀତ ସିଂ ପ୍ରତ୍ୟେକେ ଗୋଟିଏ ଗୋଲ ଦେଇଛନ୍ତି।

ଭାରତୀୟ ୧୯ ବର୍ଷରୁ କମ୍‌ ଦଳରେ ଠାକରେ

ଭାରତୀୟ ୧୯ ବର୍ଷରୁ କମ୍‌ ଦଳରେ ଠାକରେ

ନୂଆଦିଲ୍ଲୀ, ୧୭।୧- ନ୍ୟୁଜିଲାଣ୍ଡଠାରେ ଚାଲିଥିବା ଆଇସିସି ୧୯ ବର୍ଷରୁ କମ୍‌ କ୍ରିକେଟ୍‌ ବିଶ୍ୱକପ୍‌ ଇଭେଣ୍ଟରେ ଅଂଶଗ୍ରହଣ କରିଥିବା ଭାରତୀୟ ଦଳରେ ବୁଧବାର ବିଦର୍ଭ ପେସର ଆଦିତ୍ୟ ଠାକରେଙ୍କୁ ସାମିଲ କରାଯାଇଛି। ଆହତ ସମସ୍ୟା ଦେଇ ଗତି କରୁଥିବା ଇଶାନ ପୋରେଲଙ୍କ ବଦଳ ଖେଳାଳି ଭାବେ ଆଦିତ୍ୟଙ୍କୁ ଡାକରା ଦିଆଯାଇଛି।

ଫୁଟ୍‌ବଲ୍‌ରୁ ରୋନାଲ୍ଡିନୋଙ୍କ ସନ୍ନ୍ୟାସ

ଫୁଟ୍‌ବଲ୍‌ରୁ ରୋନାଲ୍ଡିନୋଙ୍କ ସନ୍ନ୍ୟାସ

ବ୍ରାସିଲା, ୧୭।୧- ବିଶ୍ୱକପ୍‌ ବିଜୟୀ ବ୍ରାଜିଲ ଦଳର ସଦସ୍ୟ ରୋନାଲ୍ଡିନୋ ଫୁଟ୍‌ବଲ ଖେଳାଳି ଭାବେ ମଙ୍ଗଳବାର ସନ୍ନ୍ୟାସ ଘୋଷଣା କରିଛନ୍ତି। ପେସାଦାର ଫଟ୍‌ବଲରୁ ଦୀର୍ଘ ୨ ବର୍ଷ କାଳ ଦୂରେଇ ରହିବା ପରେ ସେ ଏହି ନିଷ୍ପତ୍ତି ନେଇଛନ୍ତି। ୩୭ ବର୍ଷୀୟ ଷ୍ଟାର ଖେଳାଳି ପ୍ୟାରିସ ସେଣ୍ଟ ଜର୍ମାନ (ପିଏସ୍‌ଜ) ଓ ବ୍ରାଜିଲ ପକ୍ଷରୁ ଖେଳିଥିଲେ।

ଅଷ୍ଟ୍ରେଲିଆନ୍‌ ଓପନ୍‌: ୩ୟ ରାଉଣ୍ଡରେ ନାଡାଲ

ଅଷ୍ଟ୍ରେଲିଆନ୍‌ ଓପନ୍‌: ୩ୟ ରାଉଣ୍ଡରେ ନାଡାଲ

ମେଲବୋର୍ନ, ୧୭।୧- ପୁରୁଷ ସିଙ୍ଗଲ୍ସ ବର୍ଗର ଶୀର୍ଷ ର଼୍ୟାଙ୍କଧାରୀ ଟେନିସ୍‌ ଖେଳାଳି ରାଫାଲ ନାଡାଲ ଏଠାରେ ଚାଲିଥିବା ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ୍‌ ଓପନ୍‌ର ୩ୟ ରାଉଣ୍ଡକୁ ଉନ୍ନୀତ ହୋଇଛନ୍ତି। ବୁଧବାର ଖେଳାଯାଇଥିବା ୨ୟ ରାଉଣ୍ଡ ମୁକାବିଲାରେ ସେ ସିଧାସଳଖ ସେଟ୍‌ରେ ଲିଓନାର୍ଡୋ ମେୟରଙ୍କୁ ହରାଇଛନ୍ତି।

ଝାଡ଼ଖଣ୍ଡଠାରୁ ହାରି ଓଡ଼ିଶା ନକ୍‌ଆଉଟ୍‌ରୁ ବାଦ୍‌

କଟକ ଅଫିସ,୧୬ା୧ ରାଞ୍ଚି ଜେଏସ୍‌ସିଏ ଅର୍ଜାତୀୟ ସ୍ପୋଟର୍‌ସ କମ୍ପ୍ଲେକ୍ସରେ ଅନୁଷ୍ଠିତ ସୟଦ ମୁସ୍ତାକ ଅଲି ଟି୨୦ ପୂର୍ବାଞ୍ଚଳ କ୍ରିକେଟ ଲିଗ୍‌ର ଅନ୍ତିମ ମ୍ୟାଚ୍‌ରେ ଝାଡ଼ଖଣ୍ଡଠାରୁ ହାରି ଓଡ଼ିଶା ନକ୍‌ଆଉଟ୍‌ ପର୍ଯ୍ୟାୟରୁ ବାଦ୍‌ ପଡ଼ିଛି।

ଏକ ରନ୍‌ରେ ହାରିଲା ଓଡ଼ିଶା

କଟକ ଅଫିସ,୧୬ା୧: ମାଡ୍ରାସର ଏମ୍‌ଏ ଚିଦାମ୍ବରମ୍‌ ଷ୍ଟାଡିୟମରେ ଚାଲିଥିବା ସିନିୟର ମହିଳା ଟି୨୦ ଟୁର୍ନାମେଣ୍ଟର ମଙ୍ଗଳବାର ଅନୁଷ୍ଠିତ ମ୍ୟାଚ୍‌ରେ ଓଡ଼ିଶା ମାତ୍ର ୧ରନ୍‌ରେ ଛତିଶଗଡ଼ଠାରୁ ପରାସ୍ତ ହୋଇଛି।

ଶାରାପୋଭା, ଫେଡେରର, ଜୋକୋଭିଚ୍‌ ବିଜୟୀ

ଶାରାପୋଭା, ଫେଡେରର, ଜୋକୋଭିଚ୍‌ ବିଜୟୀ

ମେଲବୋର୍ନ, ୧୬ା୧ (ଏଏଫ୍‌ପି) ପୂର୍ବତନ ଚାମ୍ପିୟନ ମାରିଆ ଶାରାପୋଭା ଓ ଆଞ୍ଜେଲିକ୍‌ କର୍ବର ଅଷ୍ଟ୍ରେଲିଆନ ଓପନ ମହିଳା ସିଙ୍ଗଲ୍ସ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ପୁରୁଷ ବିଭାଗରେ ୬ଥର ଚାମ୍ପିୟନ ନୋଭାକ ଜୋକୋଭିଚ୍‌ ତାଙ୍କ ପ୍ରଥମ ରାଉଣ୍ଡ ମ୍ୟାଚରେ ସହଜ ବିଜୟ ହାସଲ କରିଛନ୍ତି।

ନିର୍ଣ୍ଣାୟକ ସ୍ଥିତିରେ ସେଞ୍ଚୁରିଅନ ଟେଷ୍ଟ

ନିର୍ଣ୍ଣାୟକ ସ୍ଥିତିରେ ସେଞ୍ଚୁରିଅନ ଟେଷ୍ଟ

ସେଞ୍ଚୁରିଅନ, ୧୬।୧- ଏଠାରେ ଚାଲିଥିବା ଦ୍ୱିତୀୟ କ୍ରିକେଟ ଟେଷ୍ଟ ନିର୍ଣ୍ଣାୟକ ସ୍ଥିତିରେ ପହଞ୍ଚତ୍ଛି। ଭାରତ ସମ୍ମୁଖରେ ୨୮୭ ରନ ବିଜୟ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିବାବେଳେ ଦଳ ମଙ୍ଗଳବାର ୪ର୍ଥ ଦିବସ ଶେଷସୁଦ୍ଧା ୩୫ ରନ ମଧ୍ୟରେ ୩ଟି ଉଇକେଟ ହରାଇ ବିପଦରେ ପଡ଼ିଛି।

ନ୍ୟୁଜିଲାଣ୍ଡର କ୍ରମାଗତ ୪ର୍ଥ ବିଜୟ

ନ୍ୟୁଜିଲାଣ୍ଡର କ୍ରମାଗତ ୪ର୍ଥ ବିଜୟ

ହାମିଲଟନ୍‌, ୧୬।୧(ଏଏଫ୍‌ପି)- କଲିନ୍‌ ଡି ଗ୍ରାଣ୍ଡହୋମଙ୍କ ଅପରାଜିତ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ନ୍ୟୁଜିଲାଣ୍ଡ ଏଠାରେ ଅନୁଷ୍ଠିତ ୪ର୍ଥ ଦିନିକିଆ ମ୍ୟାଚ୍‌ରେ ପାକିସ୍ତାନକୁ ୫ ଉଇକେଟ୍‌ରେ ପରାସ୍ତ କରିଛି।

୮ ବର୍ଷ ପରେ କାର୍ତ୍ତିକଙ୍କୁ ଟେଷ୍ଟ ସୁଯୋଗ

୮ ବର୍ଷ ପରେ କାର୍ତ୍ତିକଙ୍କୁ ଟେଷ୍ଟ ସୁଯୋଗ

ସେଞ୍ଚୁରିୟନ, ୧୬।୧(ପି.ଟି.)- ଦକ୍ଷିଣ ଆଫ୍ରିକା ଗସ୍ତରେ ଥିବା ଭାରତୀୟ ଟେଷ୍ଟ ଦଳର ଉଇକେଟ୍‌କିପର ବ୍ୟାଟ୍ସମ୍ୟାନ ରିଦ୍ଧିମାନ ଶାହା ଅନ୍ତିମ ତଥା ୩ୟ ଟେଷ୍ଟରୁ ବାଦ୍‌ ପଡ଼ିଛନ୍ତି। ମାଂସପେଶୀଜନିତ ସମସ୍ୟା ଲାଗି ଶାହାଙ୍କୁ ବାଦ୍‌ ଦିଆଯାଇଛି। ଶାହାଙ୍କ ବଦଳ ଖେଳାଳିଭାବେ ଅନ୍ୟତମ ଉଇକେଟ୍‌କିପର ଦୀନେଶ କାର୍ତ୍ତିକଙ୍କୁ ଦଳରେ ଯୋଗ ଦେବା ଲାଗି ଡାକରା ମିଳିଛି।

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌: କ୍ୱାର୍ଟରଫାଇନାଲରେ ଭାରତ

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌: କ୍ୱାର୍ଟରଫାଇନାଲରେ ଭାରତ

ମାଉଣ୍ଟ ମାଉନଗାନୁଇ, ୧୬।୧(ପି.ଟି.)- ତିନିଥର ଚାମ୍ପିୟନ ଭାରତ ଚଳିତ ଆଇସିସି ୧୯ ବର୍ଷରୁ କମ୍‌ କ୍ରିକେଟ ବିଶ୍ୱକପ୍‌ର କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛି।

ଅଷ୍ଟ୍ରେଲିଆନ ଓପନ: ନାଡାଲଙ୍କ ବିଜୟ ଅଭିଯାନ, ଭେନସଙ୍କ ବିପର୍ଯ୍ୟୟ

ଅଷ୍ଟ୍ରେଲିଆନ ଓପନ: ନାଡାଲଙ୍କ ବିଜୟ ଅଭିଯାନ, ଭେନସଙ୍କ ବିପର୍ଯ୍ୟୟ

ମେଲବୋର୍ନ,୧୬ ା୧(ଏ.ଏଫ.ପି.)- ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆ ଓପନ ଟେନିସ ଟୁର୍ନାମେଣ୍ଟ ସୋମବାରଠାରୁ ଆରମ୍ଭ ହୋଇଛି। ଉଭୟ ପୁରୁଷ ଓ ମହିଳା ସିଙ୍ଗଲ୍ସ ଇଭେଣ୍ଟରେ ସିଡେଡ ଖେଳାଳିମାନେ ବିଜୟ ଅଭିଯାନ ଆରମ୍ଭ କରିଛନ୍ତି।