Dharitri News
ଖେଳ |

ସର୍ବଭାରତୀୟ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ଉଦ୍‌ଘାଟିତ

ସର୍ବଭାରତୀୟ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ଉଦ୍‌ଘାଟିତ ଭୁବନେଶ୍ୱର, ୨୬।୧୨(ସ୍ପୋଟର୍‌ସ ବ୍ୟୁରୋ)- କିଟ୍‌ ବିଶ୍ୱବିଦ୍ୟାଳୟ ଷ୍ଟାଡିୟମରେ ମଙ୍ଗଳବାରଠାରୁ ସର୍ବଭାରତୀୟ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ମହାକୁମ୍ଭ ଆରମ୍ଭ ହୋଇଛି। ସର୍ବଭାରତୀୟ ବିଶ୍ୱବିଦ୍ୟାଳୟ ସଂଘ ସହଯୋଗରେ କିଟ ଡିମ୍‌ଡ ବିଶ୍ୱବିଦ୍ୟାଳୟ ଓ କିସ୍‌ ଡିମ୍‌ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆୟୋଜିତ ହୋଇଥିବା ଏହି ସମ୍ମାନଜନକ ପ୍ରତିଯୋଗିତା ଆସନ୍ତା ୬ ଦିନଧରି ଚାଲିବ। ଏହି କ୍ରୀଡ଼ା ମହାକୁମ୍ଭରେ ୨୫୦ ବିଶ୍ୱବିଦ୍ୟାଳୟର ୩୨୦ ବିଶ୍ୱବିଦ୍ୟାଳୟ-ଦଳ ଭାଗ ନେଇଥିବା ବେଳେ ୩୦୦୦ରୁ ଊର୍ଦ୍ଧ୍ୱ ଖେଳାଳି, କୋଚ୍‌ ଓ ଅଫିସିଆଲ୍‌ ଯୋଗ ଦେଇଛନ୍ତି। କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କିଟ୍‌ ଡିମ୍‌ଡ ବିଶ୍ୱବିଦ୍ୟାଳୟର କୁଳସଚିବ ଡ. ସସ୍ମିତାରାଣୀ ସାମନ୍ତ, ସର୍ବଭାରତୀୟ ବିଶ୍ୱବିଦ୍ୟାଳୟ ସଂଘର ପର୍ଯ୍ୟବେକ୍ଷକ ବି.ଡି. ବାନରଣ, ଇୟୁଏସ୍‌ଏଆଇର ପ୍ରତିନିଧି ଦୀପ ସୋଲାଙ୍କି, କିଟ୍‌ ଡିମ୍‌ଡ ବିଶ୍ୱବିଦ୍ୟାଳୟର କ୍ରୀଡ଼ା ନିର୍ଦ୍ଦେଶକ ଡ. ଗଗନେନ୍ଦୁ ଦାଶ ପ୍ରମୁଖ ଉପସ୍ଥିତ ରହିଥିଲେ। ଏହି କ୍ରୀଡା ମହାକୁମ୍ଭରେ ସର୍ବଭାରତୀୟ ତୀରନ୍ଦାଜୀ (ପୁରୁଷ ଓ ମହିଳା), ଆନ୍ତଃଜୋନ୍‌ ବିଶ୍ୱବିଦ୍ୟାଳୟ ବାସ୍କେଟବଲ (ପୁରୁଷ), ଆନ୍ତଃଜୋନ ବିଶ୍ୱବିଦ୍ୟାଳୟ ଟେନିସ (ପୁରୁଷ) ଏବଂ ପୂର୍ବାଞ୍ଚଳ ବିଶ୍ୱବିଦ୍ୟାଳୟ କ୍ରିକେଟ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତାରେ ତୀରନ୍ଦାଜୀରେ ୧୦୨୦ ପ୍ରତିଯୋଗୀ ଅଂଶଗ୍ରହଣ କରିଥିବା ବେଳେ ଲନ୍‌ ଟେନିସ ପୁରୁଷରେ ଚାରୋଟି ଜୋନରୁ ୯୬ ଏବଂ ବାସ୍କେଟବଲ ପୁରୁଷରେ ୧୯୨ ଜଣ ଖେଳାଳି ଭାଗ ନେଇଛନ୍ତି। ଏହି ଅବସରରେ କିଟ୍‌ ଓ କିସ୍‌ର କ୍ରୀଡ଼ା ବିଭାଗ ଲୋଗୋକୁ ଅତିଥିମାନେ ଉନ୍ମୋଚନ କରିଥିଲେ। ସୂଚନାଯୋଗ୍ୟ, ଗତ ଅକ୍ଟୋବର ମାସରେ ସର୍ବଭାରତୀୟ ପୂର୍ବାଞ୍ଚଳ ଜୋନସ୍ତରୀୟ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହେବା ସହ ସର୍ବଭାରତୀୟ ବିଶ୍ୱବିଦ୍ୟାଳୟ ଯୋଗ ପ୍ରଥମଥର ଲାଗି ଓଡ଼ିଶାରେ ଅନୁଷ୍ଠିତ ହୋଇଥିଲା। ପ୍ରତ୍ୟେକ ଜୋନରୁ ଶ୍ରେଷ୍ଠ ବିବେଚିତ ଚାରୋଟି ଲେଖାଏଁ ଦଳ ସର୍ବଭାରତୀୟ ଟୁର୍ଣ୍ଣାମେଣ୍ଟରେ ଭାଗ ନେଇଛନ୍ତି।

ଖେଳ |

 ପୋପ୍‌ଙ୍କୁ ୮ ଉଇକେଟ୍‌: ସେମିରେ ଅଷ୍ଟ୍ରେଲିଆ

ପୋପ୍‌ଙ୍କୁ ୮ ଉଇକେଟ୍‌: ସେମିରେ ଅଷ୍ଟ୍ରେଲିଆ

କୁଇନ୍ସଟାଉନ୍‌, ୨୩।୧- ୧୯ ବର୍ଷରୁ କମ୍‌ କ୍ରିକେଟ ବିଶ୍ୱକପ୍‌ର ଏକ ସୁପର୍‌ଲିଗ୍‌ କ୍ୱାର୍ଟରଫାଇନାଲ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ୩୧ ରନରେ ଇଂଲଣ୍ଡକୁ ପରାସ୍ତ କରିଛି। ଏଥିସହ ଅଷ୍ଟ୍ରେଲିଆ ଦଳ ସେମିଫାଇନାଲରେ ସ୍ଥାନ ପକ୍କା କରିଛି।

ଟି୨୦ ତ୍ରି-ରାଷ୍ଟ୍ରୀୟ ସିରିଜ ଖେଳିବେନି ରୁଟ୍‌

ଟି୨୦ ତ୍ରି-ରାଷ୍ଟ୍ରୀୟ ସିରିଜ ଖେଳିବେନି ରୁଟ୍‌

ସିଡ୍‌ନୀ, ୨୩।୧(ଏଏଫ୍‌ପି)- ଘରୋଇ ଅଷ୍ଟ୍ରେଲିଆ, ନ୍ୟୁଜିଲାଣ୍ଡ ଓ ଇଂଲଣ୍ଡକୁ ନେଇ ଫେବୃୟାରୀ ୩ରୁ ୨୧ ତାରିଖ ପର୍ଯ୍ୟନ୍ତ ଟି୨୦ ତ୍ରି-ରାଷ୍ଟ୍ରୀୟ ସିରିଜ ଅନୁଷ୍ଠିତ ହେବ। ବରିଷ୍ଠ ବ୍ୟାଟ୍ସମ୍ୟାନ ଜୋ ରୁଟ୍‌ ଏହି ଗୁରୁତ୍ୱପୂର୍ଣ୍ଣ ସୀମିତ ଓଭର ବିଶିଷ୍ଟ ସିରିଜ ଲାଗି ଇଂଲଣ୍ଡ ଦଳରୁ ଓହରିଯାଇଛନ୍ତି।

ବୋପାନ୍ନା-ବାବୋସ କ୍ୱାର୍ଟରଫାଇନାଲରେ

ବୋପାନ୍ନା-ବାବୋସ କ୍ୱାର୍ଟରଫାଇନାଲରେ

ମେଲବୋର୍ନ, ୨୩।୧(ପି.ଟି.)- ଭାରତୀୟ ଟେନିସ ଷ୍ଟାର ରୋହନ ବୋପାନ୍ନା ଓ ତାଙ୍କ ହଙ୍ଗେରିଆନ ପାର୍ଟନର ତିମେଆ ବାବୋସ ଯୋଡ଼ି ଏଠାରେ ଚାଲିଥିବା ଅଷ୍ଟ୍ରେଲିଆନ୍‌ ଓପନ୍‌ର ମିକ୍ସଡ୍‌ ଡବଲ୍ସ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି।

ଜାତୀୟ ସିନିୟର ଭାରୋତ୍ତୋଳନ: ସୁଶାନ୍ତଙ୍କୁ ସ୍ବର୍ଣ୍ଣ

ଜାତୀୟ ସିନିୟର ଭାରୋତ୍ତୋଳନ: ସୁଶାନ୍ତଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୨୩।୧(ସ୍ପୋଟର୍‌ସ ବ୍ୟୁରୋ): ମାଙ୍ଗାଲୋରରେ ଚାଲିଥିବା ଜାତୀୟ ସିନିୟର ଭାରୋତ୍ତୋଳନ ପ୍ରତିଯୋଗିତାରେ ଓଡ଼ିଶାର ସୁଶାନ୍ତ ସାହୁ ସ୍ବର୍ଣ୍ଣପଦକ ଅର୍ଜନ କରିଛନ୍ତି।

ବମ୍ବେରେ ଉଦ୍‌ଘାଟନୀ, ଉଦ୍‌ଯାପନୀ

ବମ୍ବେରେ ଉଦ୍‌ଘାଟନୀ, ଉଦ୍‌ଯାପନୀ

ନୂଆଦିଲ୍ଲୀ, ୨୨।୧(ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)ର ୧୧ତମ ସଂସ୍କରଣ ଏପ୍ରିଲ ୭ରୁ ଆରମ୍ଭ ହେବ। ଏହା ମେ ୨୭ ପର୍ଯ୍ୟନ୍ତ ଚାଲିବ ବୋଲି ସୋମବାର ଆଇପିଏଲ ଗଭର୍ନିଂ କାଉନ୍‌ସିଲ୍‌ ପକ୍ଷରୁ ପ୍ରକାଶ କରାଯାଇଛି। ଏହି ଅର୍ଥକରୀ ଟି୨୦ ଲିଗ୍‌ର ଉଦ୍‌ଘାଟନୀ ସମାରୋହ ଏପ୍ରିଲ ୬ରେ ଓ ଉଦ୍‌ଯାପନୀ ବମ୍ବେରେ ଅନୁଷ୍ଠିତ ହେବ।

ଜୋକୋଭିଚ୍‌ଙ୍କ ବିପର୍ଯ୍ୟୟ, କ୍ୱାର୍ଟରରେ ଫେଡେରର, ହାଲେପ୍‌

ଜୋକୋଭିଚ୍‌ଙ୍କ ବିପର୍ଯ୍ୟୟ, କ୍ୱାର୍ଟରରେ ଫେଡେରର, ହାଲେପ୍‌

ମେଲବୋର୍ନ,୨୨ା୧(ଏ.ଏଫ୍‌.ପି)- ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଅଷ୍ଟ୍ରେଲିଆନ ଓପନ ଟେନିସ୍‌ ଟୁର୍ନାମେଣ୍ଟରେ ଅଷ୍ଟମ ଦିନରେ ପହଞ୍ଚିଛି। ସୋମବାର ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପୂର୍ବତନ ଏକ ନମ୍ବର ଖେଳାଳି ୧୪ତମ ସିଡ ମାନ୍ୟତା ପାଇଥିବା ସର୍ବିୟାର ନୋଭାକ ଜୋକୋଭିଚ୍‌ ପୁରୁଷ ସିଙ୍ଗଲ୍ସ ଇଭେଣ୍ଟର ଚତୁର୍ଥ ରାଉଣ୍ଡ ମ୍ୟାଚରେ ପରାସ୍ତ ହୋଇ ବିଦାୟ ନେଇଛନ୍ତି।

୪୯ ବଲରେ ଶତକ ମାରିଲେ ରାଇନା

୪୯ ବଲରେ ଶତକ ମାରିଲେ ରାଇନା

କୋଲକାତା, ୨୨।୧(ପି.ଟି.)- ଜାତୀୟ ଦଳରୁ ଅଲୋଡ଼ା ହୋଇଥିବା ତଥା ସୀମିତ ଓଭର କ୍ରିକେଟରେ ଜଣେ ବିଶେଷଜ୍ଞ ଭାବେ ପରିଚିତ ହୋଇଥିବା ଷ୍ଟାର ବ୍ୟାଟ୍ସମ୍ୟାନ ସୁରେଶ ରାଇନା ଦୀର୍ଘ ଦିନର ବ୍ୟବଧାନ ପରେ ଫର୍ମକୁ ଫେରିଛନ୍ତି।

ଅଷ୍ଟ୍ରେଲିଆନ୍‌ ଓପନ୍‌: ବୋପାନ୍ନା, ଶରନ ହାରିଲେ

ଅଷ୍ଟ୍ରେଲିଆନ୍‌ ଓପନ୍‌: ବୋପାନ୍ନା, ଶରନ ହାରିଲେ

ମେଲବୋର୍ନ, ୨୨।୧(ପି.ଟି.)- ଦୁଇ ଭାରତୀୟ ଖେଳାଳି ରୋହନ ବୋପାନ୍ନା ଓ ଡିଭିଜ ଶରନ ଅଷ୍ଟ୍ରେଲିଆନ୍‌ ଓପନ୍‌ ପୁରୁଷ ଡବଲ୍ସର ତୃତୀୟ ରାଉଣ୍ଡ ହର୍ଡଲ୍ସ ଅତିକ୍ରମ କରିବାରେ ବିଫଳ ହୋଇଛନ୍ତି।

ସ୍ମିଥ୍‌ଙ୍କୁ ବିଶ୍ରାମ, ଓ୍ବାର୍ନର ଅଧିନାୟକ

ସ୍ମିଥ୍‌ଙ୍କୁ ବିଶ୍ରାମ, ଓ୍ବାର୍ନର ଅଧିନାୟକ

ମେଲବୋର୍ନ, ୨୨।୧(ଏଏଫ୍‌ପି)- ଅଷ୍ଟ୍ରେଲିଆ, ଇଂଲଣ୍ଡ ନ୍ୟୁଜିଲାଣ୍ଡକୁ ନେଇ ଏକ ତ୍ରି-ରାଷ୍ଟ୍ରୀୟ ଟି୨୦ ସିରିଜ ଆସନ୍ତା ଫେବୃୟାରୀ ୩ରୁ ଆରମ୍ଭ ହେବ। ଏଥିଲାଗି ଘରୋଇ ଅଷ୍ଟ୍ରେଲିଆ ଦଳ ସୋମବାର ଘୋଷଣା କରାଯାଇଛି। ଦଳର ନିୟମିତ ଅଧିନାୟକ ଷ୍ଟିଭ ସ୍ମିଥଙ୍କୁ ଏହି ସିରିଜରୁ ବିଶ୍ରାମ ଦିଆଯାଇଥିବାବେଳେ

ପ୍ରଥମ ଟି୨୦ରେ ନ୍ୟୁଜିଲାଣ୍ଡ ବିଜୟୀ

ପ୍ରଥମ ଟି୨୦ରେ ନ୍ୟୁଜିଲାଣ୍ଡ ବିଜୟୀ

ଓ୍ବେଲିଂଟନ, ୨୨।୧(ଏଏଫ୍‌ପି)- ଭ୍ରମଣକାରୀ ପାକିସ୍ତାନ ବିପକ୍ଷରେ ଏଠାରେ ଅନୁଷ୍ଠିତ ପ୍ରଥମ ଟି୨୦ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ବିଜୟୀ ହୋଇଛି। ସ୍ଥାନୀୟ ଓ୍ବେଷ୍ଟପାକ୍‌ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଏହି ମ୍ୟାଚ୍‌ରେ ପାକିସ୍ତାନ ପକ୍ଷରୁ ଧାର୍ଯ୍ୟ ୧୦୬ ରନର ଲକ୍ଷ୍ୟକୁ ଟିମ୍‌ ସୌଦୀଙ୍କ ଦଳ ୭ ଉଇକେଟ୍‌ ଓ ୨୫ଟି ବଲ ସୁରକ୍ଷିତ ଥାଇ ହାସଲ କରିନେଇଥିଲା।

ବ୍ୟାଡ୍‌ମିଣ୍ଟନ ପ୍ରିମିୟର ଲିଗ୍‌: ପୁରୀ ସ୍ମାସ୍‌ କିଙ୍ଗ୍‌ ଚାମ୍ପିୟନ

ବ୍ୟାଡ୍‌ମିଣ୍ଟନ ପ୍ରିମିୟର ଲିଗ୍‌: ପୁରୀ ସ୍ମାସ୍‌ କିଙ୍ଗ୍‌ ଚାମ୍ପିୟନ

କଟକ ଅଫିସ,୨୧ା୧-ଓଡ଼ିଶା ରାଜ୍ୟ ବ୍ୟାଡ୍‌ମିଣ୍ଟନ ଆସୋସିଏଶନ ଓ କଟକ କ୍ଲବର ମିଳିତ ଆନୁକୂଲ୍ୟରେ ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମଠାରେ ଚାଲିଥିବା ପ୍ରିମିୟର ବ୍ୟାଡ୍‌ମିଣ୍ଟନ ଲିଗ୍‌ ରବିବାର ଉଦ୍‌ଯାପିିତ ହୋଇଯାଇଛି।

ରାଜ୍ୟସ୍ତରୀୟ କୁସ୍ତି ଉଦ୍‌ଯାପିତ

ରାଜ୍ୟସ୍ତରୀୟ କୁସ୍ତି ଉଦ୍‌ଯାପିତ

ଭୁବନେଶ୍ୱର, ୨୧।୧(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ ଉତ୍କଳ କରାଟେ ସ୍କୁଲଠାରେ ଗତ ଦୁଇଦିନ ଧରି ଚାଲିଥିବା ରାଜ୍ୟ କୁସ୍ତି ପ୍ରତିଯୋଗିତା ରବିବାର ଉଦ୍‌ଯାପିତ ହୋଇଯାଇଛି।