ବାଲେଶ୍ୱର

ଖୁଡୀଙ୍କୁ ହତ୍ୟା କରି ପୁତୁରା ଗିରଫ

ଖୁଡୀଙ୍କୁ ହତ୍ୟା କରି ପୁତୁରା ଗିରଫ
ବାରିପଦା ଅଫିସ,୨୬।୧୨- ମୟୂରଭଞ୍ଜ ଜିଲା ଜାମଦା ଥାନା ଅନ୍ତର୍ଗତ କଇଁପୁର ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜମିଜମା ବିବାଦକୁ କେନ୍ଦ୍ର କରି ଜଣେ ମହିଳାଙ୍କ ମୁହଁକୁ ପଥରରେ ଛେଚି ପରେ ତଣ୍ଟି ଚିପି ହତ୍ୟା କରାଯାଇଛି। ମୃତା ଜଣଙ୍କ ହେଲେ ମିନତି ନାଏକ(୩୫)। ଜମିଜମା ବିବାଦକୁ ନେଇ ଏହି ମହିଳାଙ୍କ ପୁତୁରା ସୋମବାର ବିଳମ୍ବିତ ରାତିରେ ତାଙ୍କୁ ହତ୍ୟା କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଜାମଦା ଥାନ ପୋଲିସ ଘଟଣାର ତଦନ୍ତ କରି ଏକ ମାମଲା (ନଂ.୫୬/୧୭) ରୁଜୁ କରିଛି। ଅଭିଯୁକ୍ତ ପୁତୁରା କାଇରା ନାଏକ(୧୮)ଙ୍କୁ ପୋଲିସ ମଙ୍ଗଳବାର ଗିରଫ କରି କୋର୍ଟଚାଲାଣ କରଛି। ମହିଳାଙ୍କ ମୃତଦେହକୁ ବ୍ୟବଚ୍ଛେଦ କରାଯାଇଛି। ଏହି ଦୁଇ ପରିବାର ମଧ୍ୟରେ ପୂର୍ବରୁ ଜମିଜମାକୁ ନେଇ ଲାଗି ରହିଥିବା ବିବାଦ ଶେଷରେ ହତ୍ୟା ରୂପ ନେଇଥିବା ପୋଲିସ ସୂଚନା ଦେଇଛି।
All Right Reserved By

ବାଲେଶ୍ୱର

କାନଭାସରେ ‘କନ୍ୟା ସନ୍ତାନ ବଞ୍ଚାଅ’

କାନଭାସରେ ‘କନ୍ୟା ସନ୍ତାନ ବଞ୍ଚାଅ’

ବାରିପଦା ଅଫିସ,୨୩।୧- ବାରିପଦା ସ୍ଥିତ ଚିତ୍ରକଳା ଅନୁଷ୍ଠାନ ସ୍କୁଲ ଅଫ ଆର୍ଟ ଆଣ୍ଡ କ୍ରାଫ୍ଟ ପକ୍ଷରୁ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତୀ ଅବସରରେ ଏକ ମିଳିତ ଚିତ୍ରକଳା କର୍ମଶାଳା ଓ ପ୍ରଦର୍ଶନୀ ଆୟୋଜିତ ହୋଇଯାଇଛି।

ପିଲାକଳିକୁ ନେଇ ବୃଦ୍ଧାଙ୍କୁ ହତ୍ୟା ଘଟଣା:୩ ମାସ ପରେ ଅଭିଯୁକ୍ତ ଗିରଫ

ପିଲାକଳିକୁ ନେଇ ବୃଦ୍ଧାଙ୍କୁ ହତ୍ୟା ଘଟଣା:୩ ମାସ ପରେ ଅଭିଯୁକ୍ତ ଗିରଫ

ତିହିଡ଼ି, ୨୩।୧ (ଡି.ଏନ.ଏ.) - ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ଗୋବିନ୍ଦପୁର ପଞ୍ଚାୟତ ତଳହଂସପାଟ ଗ୍ରାମରେ ପିଲାକଳିକୁ କେନ୍ଦ୍ରକରି ଲକ୍ଷ୍ମୀ ନାୟକ(୭୫)ଙ୍କୁ  ହତ୍ୟା କରାଯାଇଥିଲା। ଏହି ଘଟଣାର ୩ ମାସ ପରେ ପୋଲିସ ବୁଧବାର ଅଭିଯୁକ୍ତ ଝରଝର ନାୟକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। 

ମହିଳାଙ୍କୁ ଯୌତୁକ ନିର୍ଯାତନା ମାମଲା: ସ୍ବାମୀ ସମେତ ୩ ଗିରଫ

ମହିଳାଙ୍କୁ ଯୌତୁକ ନିର୍ଯାତନା ମାମଲା: ସ୍ବାମୀ ସମେତ ୩ ଗିରଫ

ତିହିଡ଼ି, ୨୩।୧ (ଡି.ଏନ.ଏ.) - ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ହରସିଂହପୁର ଗ୍ରାମର ପୂର୍ଣ୍ଣିମା ବାରିକ ନାମ୍ନୀ ଜଣେ ମହିଳାଙ୍କୁ ଯୌତୁକ ନିର୍ଯାତନା ମାମଲାରେ ପୋଲିସ ବୁଧବାର ସ୍ବାମୀ ସମେତ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

କାଠବାରୀ ଗ୍ରାମ ରାସ୍ତାକଡ଼ରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କାଠବାରୀ ଗ୍ରାମ ରାସ୍ତାକଡ଼ରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କେନ୍ଦୁଝର,୨୩।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା କାଠବାରୀ ଗ୍ରାମ ରାସ୍ତା କଡ଼ରୁ ବୁଧବାର ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଉକ୍ତ ଗ୍ରାମର ଜାପାନୀ ନାଏକ ହୋଇଥିବା ଜଣାପଡ଼ିଛି।

ନକଲି କାଗଜପତ୍ରରେ ରାତାରାତି ଧାନ ଚାଲାଣ:  ପୋଲିସ, ଯୋଗାଣ ବିଭାଗର ତଦନ୍ତ ଆରମ୍ଭ

ନକଲି କାଗଜପତ୍ରରେ ରାତାରାତି ଧାନ ଚାଲାଣ: ପୋଲିସ, ଯୋଗାଣ ବିଭାଗର ତଦନ୍ତ ଆରମ୍ଭ

ଭଦ୍ରକ ଅଫିସ,୨୩ା୧-ରାତାରାତି ନକଲି କାଗଜପତ୍ର ଧରି ଜିଲାରୁ ଅନ୍ୟ ଜିଲାକୁ ଟ୍ରକ ମାଧ୍ୟମରେ ଚାଲାଣ ହେଉଛି ଧାନ । ଯୋଗାଣ ବିଭାଗ ଓ ପୋଲିସକୁ ଚକମା ଦେଖାଇବା ପାଇଁ କମ୍ପ୍ୟୁଟର ମାଧ୍ୟମରେ ନକଲି ଟ୍ରାଞ୍ଜିଟ ପାଶ୍‌ ପ୍ରିଣ୍ଟ କରି ଧାନ ଚାଲାଣ କରାଯାଉଛି।

ବୋମାମାଡ଼ରେ ୪ ଆହତ, ୫ ଅଭିଯୁକ୍ତ ଗିରଫ

ଚାନ୍ଦବାଲି,୨୩ା୧(ଡି.ଏନ.ଏ.)-ଚାନ୍ଦବାଲି ଥାନା ଅନ୍ତର୍ଗତ ନାଲଗୁଣ୍ଡା ଗ୍ରାମ ପଞ୍ଚାୟତ ଇଟାଗୋଠ ଗାଁରେ ଗୋଷ୍ଠୀ ବିବାଦ କାରଣରୁ ସୋମବାର ବିଳମ୍ବିତ ରାତିରେ ବୋମାମାଡ ହୋଇଛି।

୮ ବର୍ଷ ହେଲା ହୋଇନି ପ୍ରାଣୀ ଗଣନା:  ପ୍ରାଣୀଙ୍କୁ ଅଣଦେଖା

୮ ବର୍ଷ ହେଲା ହୋଇନି ପ୍ରାଣୀ ଗଣନା: ପ୍ରାଣୀଙ୍କୁ ଅଣଦେଖା

ଭଦ୍ରକ ଅଫିସ, ୨୩।୧-(ବିଭୁପ୍ରସାଦ ବେହେରା)-ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ଶତାଧିକ  ଯୋଜନା ପ୍ରଣୟନ କରିଛନ୍ତି। ଗର୍ଭଧାରଣ ଠାରୁ ମୃତ୍ୟୁ ପର୍ଯ୍ୟନ୍ତ ନାନା ଲୋଭନୀୟ ଯୋଜନା କାମ କରୁଛି। 

ନାରୀ ଶିକ୍ଷାର ମହତ୍ୱ, ମୌଳିକ ଅଧିକାର ଉପରେ ଗୁରୁତ୍ୱ

ନାରୀ ଶିକ୍ଷାର ମହତ୍ୱ, ମୌଳିକ ଅଧିକାର ଉପରେ ଗୁରୁତ୍ୱ

ଭଦ୍ରକ  ଅଫିସ,୨୩ା୧- ଅହମଦିୟା ମହିଳା ମୁସ୍‌ଲିମ୍‌ ସଂଗଠନ(ଲଜନା ଇମାୟୁଲା) ତରଫରୁ ଅହମଦିଆ ମୁସ୍‌ଲିମ୍‌ ମସ୍‌ଜିଦ୍‌ ପ୍ରାଙ୍ଗଣରେ ଏକ ଦିନିକିଆ  ମହିଳା ପ୍ରଶିକ୍ଷଣ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। 

ଉଦ୍ଧାର ସମ୍ବର ମୃତ

ଉଦ୍ଧାର ସମ୍ବର ମୃତ

କପ୍ତିପଦା, ୨୩ା୧ (ଡ଼ି.ଏନ୍‌.ଏ): ମୟୂରଭଞ୍ଜ ଜିଲା କପ୍ତିପଦା ରେଞ୍ଜ ଅଧୀନ କଳମଗଡ଼ିଆ ପଞ୍ଚାୟତ ଅଫିସ ନିକଟରେ ମଙ୍ଗଳବାର ଏକ ସମ୍ବର ବୁଲୁଥିବା  ଦେଖି ଗ୍ରାମବାସୀ ବନ ବିଭାଗକୁ ଖବର ଦେଇଥିଲେ ।

‘ମୁଖ୍ୟମନ୍ତ୍ରୀଙ୍କୁ ଖୁସି କରିବା ପାଇଁ କୋର୍ଟ ଗଲେ ଏମ୍‌ପି ’

‘ମୁଖ୍ୟମନ୍ତ୍ରୀଙ୍କୁ ଖୁସି କରିବା ପାଇଁ କୋର୍ଟ ଗଲେ ଏମ୍‌ପି ’

ବାରିପଦା ଅଫିସ,୨୩ା୧- ଗତ ୫ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାରିପଦା ଗସ୍ତ ଅବସରରେ କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ମୟୂରଭଞ୍ଜ ଏମପି ଇଂ ରାମଚନ୍ଦ୍ର ହାଁସଦାଙ୍କ ପ୍ରତି କଟୁ ମନ୍ତବ୍ୟ ଦେଇଥିବା ଅଭିଯୋଗ ହୋଇଛି।  

ଶିମିଳିପାଳରୁ ଲୋପ ପାଉଛି  ଶିମିଳି

ଶିମିଳିପାଳରୁ ଲୋପ ପାଉଛି ଶିମିଳି

କପ୍ତିପଦା,୨୩ା୧(ଡି.ଏନ.ଏ)- ପୂର୍ବରୁ ଶିମିଳିପାଳରେ ଅଧିକ ସଂଖ୍ୟକ ଶିମିଳିଗଛ ଥିବାରୁ ଏହା ଶିମିଳିପାଳ ନାମରେ ନାମିତ ଥିବା  ପରିବେଶବିତ୍‌ କୁହନ୍ତି।

ଫେବୃୟାରୀ ୮ରୁ ‘ପରୀ’

ଫେବୃୟାରୀ ୮ରୁ ‘ପରୀ’

ବାଲେଶ୍ୱର ଅଫିସ,୨୩।୧-ଆସନ୍ତା ଫେବୃୟାରୀ ୮ରୁ ‘ପରୀ’ କାର୍ଯ୍ୟକ୍ରମ ଆରମ୍ଭ ହେବ ବୋଲି ବାଲେଶ୍ୱର ନୃତ୍ୟ ସଙ୍ଗୀତ କଳାମନ୍ଦିର ପରିସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି।