ଫୁରସତ |

ଦୀଘା ଉପକୂଳରୁ ମିଳିଲା ଯୁଦ୍ଧ ବିମାନର ଭଗ୍ନାବଶେଷ

ଦୀଘା ଉପକୂଳରୁ ମିଳିଲା ଯୁଦ୍ଧ ବିମାନର ଭଗ୍ନାବଶେଷ
ଭୋଗରାଇ, ୨୮।୮(ଡି.ଏନ୍‌.ଏ.):ଗତ ଶନିବାର ପୂର୍ବାହ୍ନ ୧୧ଟା ୧୦ମିନିଟ୍‌ରେ ଓଡିଶା ସୀମାନ୍ତରେ ୨ ଥର ସୃଷ୍ଟି ହୋଇଥିବା ପ୍ରଚଣ୍ଡ ଶବ୍ଦର ସୁରାକ ମିଳିଛି। ଦୀଘା ଉପକୂଳରୁ ଗଭୀର ସମୁଦ୍ରକୁ ମାଛ ମାରିବାକୁ ଯାଇଥିବା ଟ୍ରଲରରେ ଯୁଦ୍ଧ ବିମାନର ଏକ ଭଗ୍ନାଂଶ ଛନ୍ଦି ହୋଇଯାଇଥିଲା। ଟ୍ରଲରରେ ଥିବା ମସତ୍‌ୟଜୀବୀମାନେ ଉକ୍ତ ଭଗ୍ନାବଶେଷକୁ ସୋମବାର ଶଙ୍କରପୁର ଉପକୂଳକୁ ନେଇଆସିଥିଲେ। ଏଠାରେ ପୋଲିସ କ୍ୟାମ୍ପରେ ଏହି ଭଗ୍ନାବଶେଷକୁ ରଖାଯାଇ ବିଶେଷଜ୍ଞଙ୍କ ଜରିଆରେ ପ୍ରାଥମିକ ଭାବେ ପରୀକ୍ଷା ନିରୀକ୍ଷା କରାଯାଉଛି । ଦୀଘା ମେରାଇନ୍‌ ଥାନା ପକ୍ଷରୁ ଏଥିପାଇଁ କଲାଇକୁଣ୍ଡା ଯୁଦ୍ଧବିମାନ ଘାଟିକୁ ଖବର ଦିଆଯାଇଛି । ଯୁଦ୍ଧ ବିମାନର ଭଗ୍ନାଂଶ ଭାରତ କିମ୍ବା ଅନ୍ୟ କେଉଁ ଦେଶର ଏଥିପାଇଁ ପରୀକ୍ଷା ନିରୀକ୍ଷା କରାଯାଉଛି । ଏହାକୁ ଦେଖିବା ପାଇଁ ସେଠାରେ ପ୍ରବଳ ଭିଡ ଲାଗିଛି । ଉକ୍ତ ଦିନ ସୃଷ୍ଟି ହୋଇଥିବା ଶବ୍ଦରେ ସୀମାନ୍ତ ଥରିଉଠିଥିଲା। ଏଥିରେ ଉଭୟ ଓଡିଶା ଓ ପଶ୍ଚିମବଙ୍ଗ ରାଜ୍ୟର ସୀମାନ୍ତବାସୀ ଆତଙ୍କିତ ହୋଇପଡିଥିଲେ। ଏହାକୁ କେତେକ ଭୂମିକମ୍ପ ବୋଲି ଭାବିଥିଲେ। ଆଉକେତେକ ଏହା ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିର ଗୋଳା ପରୀକ୍ଷା ହେଉଥିବାର ଅନୁମାନ କରିଥିଲେ। ପ୍ରଚଣ୍ଡ ଶବ୍ଦ ପରେ ଅନ୍ୟ ଏକ ବିମାନ ଆକାଶରେ ଚକ୍କର କାଟୁଥିବା ଦେଖାଯାଇଥିଲା। ଏତିକିବେଳେ ଉତ୍ତାଳ ଢେଉ ମଧ୍ୟ କୂଳ ଆଡକୁ ମାଡି ଆସିଥିଲା। ଭୟରେ ଦୀଘା, ଶଙ୍କରପୁର, ଉଦୟପୁର, ତାଳସାରୀରେ ଥିବା ଲକ୍ଷାଧିକ ପର୍ଯ୍ୟଟକ ପ୍ରାଣ ବିକଳରେ ଏଣେତେଣେ ଦୌଡିଥିଲେ।
All Right Reserved By

ଫୁରସତ |

ଗୋବର ଗଣେଶଙ୍କ ପୂଜାରେ ମନୋବାଞ୍ଛା ହୁଏ ପୂରଣ

ଗୋବର ଗଣେଶଙ୍କ ପୂଜାରେ ମନୋବାଞ୍ଛା ହୁଏ ପୂରଣ

ଗାଈ ଗୋବରରେ ପ୍ରଭୁ ଶ୍ରୀଗଣେଶଙ୍କ ପ୍ରତିମା ନିର୍ମାଣ କରି ପୂଜା କଲେ ସମସ୍ତ ମନୋବାଞ୍ଛା ପୂରଣ ହୋଇଥାଏ ବୋଲି ଶାସ୍ତ୍ରରେ ଉଲ୍ଲେଖ ଅଛି। ଗୋବରରେ ସାକ୍ଷାତ୍‌ ମା’ ଲକ୍ଷ୍ମୀ ବାସ କରନ୍ତି ବୋଲି କୁହାଯାଏ। 

ପ୍ରେମରେ ଦିଏ ସଫଳତା: ଶୁକ୍ର ପର୍ବତର ତ୍ରିଶୂଳ ଚିହ୍ନ

ପ୍ରେମରେ ଦିଏ ସଫଳତା: ଶୁକ୍ର ପର୍ବତର ତ୍ରିଶୂଳ ଚିହ୍ନ

ହାତରେ ବିଭିନ୍ନ ପର୍ବତ ରହିଛି। ଏସବୁ ଭିନ୍ନ ଭିନ୍ନ ଗ୍ରହକୁ ପ୍ରତିନିଧିତ୍ୱ କରିଥାନ୍ତି। ବୁଢ଼ା ଆଙ୍ଗୁଠି ତଳେ ଥିବା କ୍ଷେତ୍ର ଶୁକ୍ର ମହାଗ୍ରହଙ୍କୁ ପ୍ରତିନିଧିତ୍ୱ କରିଥାଏ। ଏଠାରେ ତ୍ରିଶୂଳ ଆକୃତିର ଚିହ୍ନ ବ୍ୟକ୍ତିକୁ ରୋମାଣ୍ଟିକ୍‌ କରିବା ସହିତ ପ୍ରେମରେ ସଫଳତା ପ୍ରଦାନ କରିଥାଏ। 

ଯେଉଁଠି ପଥର ଗାଏ ଗୀତ...

ଯେଉଁଠି ପଥର ଗାଏ ଗୀତ...

ମହାରାଷ୍ଟ୍ର ପୁଣେ ସହରରେ ରହିଛି ଏକ ପ୍ରକାର ପଥର। ଏହାକୁ ସ୍ପର୍ଶ କଲେ ସଂଗୀତର ମଧୁର ସ୍ବର ଶୁଣିବାକୁ ମିଳୁଛି ।

ମସ୍ତିଷ୍କକୁ ଶାନ୍ତ ରଖେ  କୁଣ୍ଡଳିନୀ ଯୋଗ

ମସ୍ତିଷ୍କକୁ ଶାନ୍ତ ରଖେ କୁଣ୍ଡଳିନୀ ଯୋଗ

କୁଣ୍ଡଳିନୀ ଯୋଗ ମନ, ଶରୀର ଓ ଜ୍ଞାନେନ୍ଦ୍ରିୟକୁ ମିଳିତ କରି ଆତ୍ମାକୁ ପରମାତ୍ମାଙ୍କ ସହିତ ଯୋଡ଼ିଥାଏ। 

ସାଟେଲାଇଟ୍‌ କ୍ୟାମେରାରେ ଆଣ୍ଟାର୍କଟିକା

ସାଟେଲାଇଟ୍‌ କ୍ୟାମେରାରେ ଆଣ୍ଟାର୍କଟିକା

ଓ୍ବାଶିଂଟନ୍‌: ନାସା ସାଟେଲାଇଟ୍‌  ପ୍ରଥମଥର ପାଇଁ ଆଣ୍ଟାର୍କଟିକା ବରଫର ସ୍ପଷ୍ଟ ଫଟୋଚିତ୍ର ପ୍ରେରଣ କରିଛି। ଏହା ଆଣ୍ଟାର୍କଟିକାର ବରଫ ପାହାଡର ଉଚ୍ଚତା ମାପ କରିପାରିବ ବୋଲି ଆମେରିକାର ମହାକାଶ ଗବେଷଣା ସଂସ୍ଥା ପକ୍ଷରୁ କୁହାଯାଇଛି। 

ସଙ୍କୁଚିତ ହୋଇପାରୁଥିବା ଡ୍ରୋନ୍‌

ସଙ୍କୁଚିତ ହୋଇପାରୁଥିବା ଡ୍ରୋନ୍‌

ଜେନେଭା: ସୁଇଜରଲାଣ୍ଡସ୍ଥିତ ଇକୋଲ ପଲିଟେକନିକ୍‌ ଫେଡେରାଲେ ଡି ଲାଉସାନେ ଏବଂ ଜ୍ୟୁରିକ୍‌ ୟୁନିଭର୍ସିଟିର ଗବେଷକମାନେ ଏକ ଡ୍ରୋନ୍‌ ବିକାଶ କରିଛନ୍ତି। 

୬୫୦ କୁଆଁରୀଙ୍କ ରକ୍ତରେ ସ୍ନାନ କରିଥିଲେ ଏଲିଜାବେଥ୍‌ ବାଥରୀ

୬୫୦ କୁଆଁରୀଙ୍କ ରକ୍ତରେ ସ୍ନାନ କରିଥିଲେ ଏଲିଜାବେଥ୍‌ ବାଥରୀ

ଇତିହାସ ପୃଷ୍ଠା ଓଲଟାଇଲେ ଅନେକ ଭୟଙ୍କର ତଥ୍ୟ ସମ୍ପର୍କରେ ଜଣାପଡିଥାଏ। ଅନେକ ଶାସକ ପ୍ରଜାଙ୍କ ଉପରେ କରୁଥିବା ଅକଥନୀୟ ଅତ୍ୟାଚାର ସମ୍ପର୍କରେ ଶୁଣିଲେ ଲୋମ ଟାଙ୍କୁରୀ ଉଠିଥାଏ। ହଙ୍ଗେରୀରେ ପଞ୍ଚଦଶ ଶତାବ୍ଦୀରେ ଏଭଳି ଜଣେ ମହିଳାଙ୍କ କାହାଣୀ ଶୁଣିଲେ ଆଜି ମଧ୍ୟ ଲୋକଙ୍କ ମନରେ ଭୟ ସଞ୍ଚାର ହୋଇଥାଏ।

ଶନିମହାଗ୍ରହଙ୍କୁ ଶାନ୍ତି ଲାଗି କରନ୍ତୁ ଘୋଡ଼ାନାଲ ପ୍ରୟୋଗ

ଶନିମହାଗ୍ରହଙ୍କୁ ଶାନ୍ତି ଲାଗି କରନ୍ତୁ ଘୋଡ଼ାନାଲ ପ୍ରୟୋଗ

ମଣିଷ ଜୀବନରେ ନାନାପ୍ରକାର ସମସ୍ୟା ଦେଖାଦେଇଥାଏ। ଏହାର ନିରାକରଣ ପାଇଁ ଜ୍ୟୋତିଷ ଶାସ୍ତ୍ର ତଥା ବାସ୍ତୁ ଶାସ୍ତ୍ରରେ ଅନେକ ପ୍ରଭାବଶାଳୀ ଉପାୟ ବିଷୟରେ ବର୍ଣ୍ଣନା କରାଯାଇଛି। ସେଥିମଧ୍ୟରେ ଘୋଡ଼ାନାଲର ଉପଯୋଗ ବେଶ୍‌ ପ୍ରଭାବଶାଳୀ ସାବ୍ୟସ୍ତ ହୋଇଥାଏ।

ସୌଭାଗ୍ୟ ଲାଗି ଯେଉଁଠି ବରକନ୍ୟାଙ୍କ ଦେହରେ ବୋଳାଯାଏ କଳାରଙ୍ଗ...

ସୌଭାଗ୍ୟ ଲାଗି ଯେଉଁଠି ବରକନ୍ୟାଙ୍କ ଦେହରେ ବୋଳାଯାଏ କଳାରଙ୍ଗ...

ପୃଥିବୀର ଭିନ୍ନ ଭିନ୍ନ ଅଞ୍ଚଳରେ ନାନା ପ୍ରକାର ବିବାହ ପରମ୍ପରା ରହିଛି। ଏଭଳି ପରମ୍ପରା ପଛରେ ରହିଥାଏ କିଛି ରୋଚକ କାହାଣୀ। 

ଅତୁଟ ଯୌବନ ଚାହୁଁଛନ୍ତି; କରନ୍ତୁ ଶଙ୍ଖ ବାଦନ...

ଅତୁଟ ଯୌବନ ଚାହୁଁଛନ୍ତି; କରନ୍ତୁ ଶଙ୍ଖ ବାଦନ...

ଭାରତୀୟ ସଂସ୍କୃତିର ପୂଜା ସମୟରେ ଶଙ୍ଖ ବାଦନ ପରମ୍ପରା ରହିଛି। ଏହାଦ୍ୱାରା ପୂଜା ପୂର୍ବରୁ ମନରେ ଶାନ୍ତି ଆସିବା ସହିତ ପରମାତ୍ମାଙ୍କ ନିକଟବର୍ତ୍ତୀ ହେବା ପାଇଁ ନିର୍ମଳ ଭାବନା ଜାତ ହୋଇଥାଏ ବୋଲି ଶାସ୍ତ୍ରରେ ବର୍ଣ୍ଣନା କରାଯାଇଛି।

ସୌଭାଗ୍ୟ ଆଣିଥାଏ ଡିମ୍ପଲ୍‌

ସୌଭାଗ୍ୟ ଆଣିଥାଏ ଡିମ୍ପଲ୍‌

ନାରୀ ପୁରୁଷଙ୍କ ଶରୀରର ଭିନ୍ନ ଭିନ୍ନ ଗଠନ ଉପରେ ଜ୍ୟୋତିଷ ଶାସ୍ତ୍ରରେ ଅନେକ ପରାମର୍ଶ ଦିଆଯାଇଛି। ଗାଲରେ ଡିମ୍ପଲ୍‌ ଥିବା ପୁରୁଷ ଓ ନାରୀ ନିଜ ମନ ପସନ୍ଦର ଜୀବନସାଥୀ ପାଇଥାନ୍ତି ବୋଲି ଏଥିରେ ଉଲ୍ଲେଖ ରହିଛି। ଏପରି ବ୍ୟକ୍ତିଙ୍କ ଜୀବନରେ କୌଣସି ସମସ୍ୟା ପ୍ରାୟତଃ ସୃଷ୍ଟି ହୋଇ ନ ଥାଏ। 

ମନ୍ଦିର ଯେଉଁଠି ନେତା ଓ ଅଫିସରଙ୍କୁ ପ୍ରବେଶ ମନା...

ମନ୍ଦିର ଯେଉଁଠି ନେତା ଓ ଅଫିସରଙ୍କୁ ପ୍ରବେଶ ମନା...

ଦେଶର ବଢୁଥିବା ଅରାଜକତା ପାଇଁ କାନପୁରଠାରେ ଥିବା ଏକ ମନ୍ଦିରରେ ରାଜନେତା ଓ ଆଇଏସ୍‌ ତଥା ଆଇପିଏସ୍‌ ଆଦି ଅଫିସରଙ୍କୁ ଦାୟୀ କରାଯାଇଥାଏ। ତେଣୁ ମନ୍ଦିରରେ ଏସବୁ ବ୍ୟକ୍ତିଙ୍କୁ ପ୍ରବେଶ ଲାଗି ବାରଣ କରାଯାଏ।