ମେଟ୍ରୋ |

ରାଜଧାନୀରୁ ଚୋରି ଶିଶୁପୁତ୍ର ନୟାଗଡ଼ରୁ ଉଦ୍ଧାର

ରାଜଧାନୀରୁ ଚୋରି ଶିଶୁପୁତ୍ର ନୟାଗଡ଼ରୁ ଉଦ୍ଧାର
ଭୁବନେଶ୍ୱର, ୨୮।୧୨(ବ୍ୟୁରୋ)- ମଞ୍ଚେଶ୍ୱର ଥାନା ଭଗବତି ବସ୍ତିରୁ ଚୋରି ହୋଇଥିବା ଦେଢ଼ବର୍ଷର ଶିଶୁପୁତ୍ରକୁ ନୟାଗଡ଼ ଜିଲା ରଣପୁର ଅଞ୍ଚଳରୁ ପୋଲିସ ଉଦ୍ଧାର କରିଛି। ଏହି ଘଟଣାରେ ଅଭିଯୁକ୍ତ ଏକ ଦମ୍ପତିଙ୍କୁ ପୋଲିସ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତଦ୍ୱୟ ହେଲେ ଭଗବତି ବସ୍ତିର ପ୍ରକାଶ ମଲ୍ଲିକ ଏବଂ ତାଙ୍କ ସ୍ତ୍ରୀ ଜୟନ୍ତୀ ଦାସ। ଅଭିଯୋଗ ଅନୁଯାୟୀ, ଭଗବତି ବସ୍ତିରେ ରହୁଥିବା ଦମୟନ୍ତୀଙ୍କ ଶିଶୁପୁତ୍ର ଗତ ରବିବାର ଘର ବାରଣ୍ଡାରେ ଖେଳୁଥିଲା। କୌଣସି କାମରେ ଦମୟନ୍ତୀ ବାହାରକୁ ଯାଇଥିଲେ। ଘରକୁ ଫେରିବା ପରେ ପୁଅ ନ ଥିବା ଦେଖିଥିଲେ। ପୁଅକୁ ବିଭିନ୍ନ ଜାଗାରେ ଖୋଜାଖୋଜି କରିବା ପରେ ନ ପାଇବାରୁ ସେ ଗତ ମଙ୍ଗଳବାର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ତଦନ୍ତ ବେଳେ ଜାଣିବାକୁ ପାଇଥିଲା ଯେ, ବସ୍ତିରେ ରହୁଥିବା ପ୍ରକାଶ ଏବଂ ଜୟନ୍ତୀ ଶିଶୁପୁତ୍ରକୁ ଚୋରି କରିବା ପରେ ତା’କୁ ରଣପୁର ନେଇଯାଇଥିଲେ। ସେଠାରେ ପ୍ରକାଶଙ୍କ ଶ୍ୱଶୁର ଘରେ ପିଲାଟିକୁ ଛାଡ଼ି ଦେଇଥିଲେ। ପୋଲିସ ପ୍ରକାଶ ଏବଂ ଜୟନ୍ତୀଙ୍କୁ ଅଟକ ରଖି ପଚରାଉଚରା କରିବା ପରେ ସେମାନେ ସତ ମାନିଥିଲେ।
All Right Reserved By

ମେଟ୍ରୋ |

ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ:୧୦ ବ୍ଲକ ପାଇଁ ୪୦.୮୬ କୋଟି ମଞ୍ଜୁର

ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ:୧୦ ବ୍ଲକ ପାଇଁ ୪୦.୮୬ କୋଟି ମଞ୍ଜୁର

ଭୁବନେଶ୍ୱର,୨୦-୧(ବ୍ୟୁରୋ): ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମରେ ଏ ପର୍ଯ୍ୟନ୍ତ ୩୦୬ ବ୍ଲକକୁ ସାମିଲ କରାଯାଇଛି। ଏଥିରେ ଥିବା ୬୬୨୩ ପଞ୍ଚାୟତ ଲାଗି ୬୧,୧୭୦ ପ୍ରକଳ୍ପ ପାଇଁ ରାଜ୍ୟ ସରକାର ୧୫୧୪.୮୭ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଞ୍ଚାୟତର ଲୋକମାନଙ୍କ ସହ ଆଲୋଚନା କରି ଏହି ସବୁ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। 

ବିରୋଧୀ ମହାମେଣ୍ଟରେ ସାମିଲ ହେଲାନି ବିଜେଡି

ବିରୋଧୀ ମହାମେଣ୍ଟରେ ସାମିଲ ହେଲାନି ବିଜେଡି

ଭୁବନେଶ୍ୱର,୨୦-୧(ବ୍ୟୁରୋ):କଲିକତାରେ ଶନିବାର ଅନୁଷ୍ଠିତ ମହାମେଣ୍ଟ କାର୍ଯ୍ୟକ୍ରମରେ ବିଜୁ ଜନତା ଦଳ (ବିଜେଡି) ଯୋଗଦେଇ ନାହିଁ। ବିଜେଡି ପୂର୍ବଭଳି ଜାତୀୟ ରାଜନୀତିରେ ଦୁଇ ପ୍ରମୁଖ ମେଣ୍ଟଠାରୁ ସମଦୂରତ୍ୱ ନୀତି ବଜାୟ ରଖିଛି। 

ବିଜେଡି ବିରୋଧରେ ଅସନ୍ତୋଷର ନିଆଁ କୁହୁଳୁଛି: ଧର୍ମେନ୍ଦ୍ର

ବିଜେଡି ବିରୋଧରେ ଅସନ୍ତୋଷର ନିଆଁ କୁହୁଳୁଛି: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୦-୧(ବ୍ୟୁରୋ):ଅତୀତରେ ଅଞ୍ଜନା ମିଶ୍ର ମାମଲାରେ ରାଜ୍ୟର ଜନମତ ଏପରି ତୀବ୍ର ହେଲା ଯେ ତାହା ସରକାରରେ ପରିବର୍ତ୍ତନ ଆଣିଦେଲା। ଆଜି ବି ରାଜ୍ୟରେ ମହିଳା ଅସୁରକ୍ଷିତ ଓ ଅପମାନିତ । ସାରା ରାଜ୍ୟରେ ବିଜେଡି ସରକାର ବିରୋଧରେ ଅସନ୍ତୋଷର ନିଆଁ କୁହୁଳୁଛି। 

ଭାଜପା, କଂଗ୍ରେସ କର୍ମୀ ବିଜେଡିରେ ସାମିଲ

ଭାଜପା, କଂଗ୍ରେସ କର୍ମୀ ବିଜେଡିରେ ସାମିଲ

ଭୁବନେଶ୍ୱର,୨୦-୧(ବ୍ୟୁରୋ):କୋରାପୁଟ ଜିଲା କୋଟପାଡ଼ ନିର୍ବାଚନ ମଣ୍ଡଳୀର ବୋରିଗୁମ୍ମା ବ୍ଲକର ବହୁ ଭାଜପା ଓ କଂଗ୍ରେସ କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି। ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଶନିବାର ଏହି କର୍ମୀମାନେ ବିଜେଡିରେ ଯୋଗ ଦେଇଛନ୍ତି।

ଶ୍ରୀକାନ୍ତ, ସଗରିଆ କଂଗ୍ରେସରୁ ବହିଷ୍କୃତ

ଶ୍ରୀକାନ୍ତ, ସଗରିଆ କଂଗ୍ରେସରୁ ବହିଷ୍କୃତ

ଭୁବନେଶ୍ୱର,୨୦-୧(ବ୍ୟୁରୋ):ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ଏବଂ ପୂର୍ବତନ କୋରାପୁଟ ବିଧାୟକ କୃଷ୍ଣ ସଗରିଆଙ୍କୁ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର କରାଯାଇଛି। ଏନେଇ ଶନିବାର ବିଳମ୍ବିତ ରାତିରେ ପ୍ରଦେଶ କଂଗ୍ରେସ କମିଟି (ପିସିସି) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।

‘ମାଗଣା କମ୍ବଳ ପାଇଁ ଉଲ୍‌ କାହିଁ’

‘ମାଗଣା କମ୍ବଳ ପାଇଁ ଉଲ୍‌ କାହିଁ’

ପିଲାଦିନେ କାହାଣୀ ଶୁଣିଥିଲୁ। ଶୀତଦିନେ ସକାଳୁ ଉଠି ରାଜା ଝରକା ବାହାରକୁ ଅନାଇଲେ। ମେଣ୍ଢାପଲ ଜାଡରେ ଚରିବାର ଦେଖି ରାଜାଙ୍କର ହୃଦୟ ବିଚଳିତ ହେଲା। ନିର୍ଦ୍ଦେଶ ଦେଲେ ସବୁ ମେଣ୍ଢାଙ୍କୁ ମାଗଣାରେ କମ୍ବଳ ଯୋଗାଇ ଦିଆଯାଉ। 

ଘନ କୁହୁଡ଼ି: ବିମାନ ଚଳାଚଳ ବାଧାପ୍ରାପ୍ତ

ଘନ କୁହୁଡ଼ି: ବିମାନ ଚଳାଚଳ ବାଧାପ୍ରାପ୍ତ

ଭୁବନେଶ୍ୱର, ୨୦|୧(ବ୍ୟୁରୋ)- ଭୁବନେଶ୍ୱରରେ ଶନିବାର ସକାଳେ ଘନ କୁହୁଡ଼ି ଯୋଗୁ ବିମାନସେବା ବାଧାପ୍ରାପ୍ତ ହୋଇଛି। ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ବିମାନଗୁଡିକ ନିର୍ଦ୍ଧାରିତ ସମୟଠାରୁ ବିଳମ୍ବରେ ଚଳାଚଳ କରିଛି।  

ଲୋକଙ୍କ ନିକଟତର ହୋଇ ସମସ୍ୟା ସମାଧାନ କର: ମୁଖ୍ୟମନ୍ତ୍ରୀ

ଲୋକଙ୍କ ନିକଟତର ହୋଇ ସମସ୍ୟା ସମାଧାନ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୦|୧ (ବ୍ୟୁରୋ)- ଗୁରୁବାରଠାରୁ ଆରମ୍ଭ ହୋଇଥିବା ତିନିଦିନିଆ ବରିଷ୍ଠ ପୋଲିସ ଅଫିସର ସମ୍ମିଳନୀ ଶନିବାର ଶେଷ ହୋଇଛି। ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ପୋଲିସ ଅଧିକାରୀମାନଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି।

ଜେଇଇ ମେନ୍‌ ୨୦୧୯:  ଓଡ଼ିଶା ଟପ୍ପର ହେଲେ ଶିବାଶିଷ

ଜେଇଇ ମେନ୍‌ ୨୦୧୯: ଓଡ଼ିଶା ଟପ୍ପର ହେଲେ ଶିବାଶିଷ

ଭୁବନେଶ୍ୱର, ୨୦|୧(ବ୍ୟୁରୋ)- ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପରିଚାଳିତ ଜେଇଇ ମେନ୍‌ ୨୦୧୯ର ପେପର-୧ ଫଳ ଶନିବାର ପ୍ରକାଶ ପାଇଛି।

ପୁରୀ ବନ୍ୟପ୍ରାଣୀ ବନଖଣ୍ଡରେ ଡଲ୍‌ଫିନ ଶୂନ:  ଗତବର୍ଷ ଚିହ୍ନଟ ହୋଇଥିଲେ ୫; ଗଣତିରେ କୁହୁଡ଼ି ସାଜିଲା ବାଧକ

ପୁରୀ ବନ୍ୟପ୍ରାଣୀ ବନଖଣ୍ଡରେ ଡଲ୍‌ଫିନ ଶୂନ: ଗତବର୍ଷ ଚିହ୍ନଟ ହୋଇଥିଲେ ୫; ଗଣତିରେ କୁହୁଡ଼ି ସାଜିଲା ବାଧକ

ପୁରୀ ଅଫିସ/କାକଟପୁର/ବ୍ରହ୍ମଗିରି/କୋଣାର୍କ,(ଡି.ଏନ.ଏ.)୨୦ା୧: ପୁରୀ ବନ୍ୟପ୍ରାଣୀ ବନଖଣ୍ଡ ଅଧୀନରେ ଡଲ୍‌ଫିନ ନାହାନ୍ତି। ଶନିବାର ହୋଇଥିବା ଗଣତିରୁ ଏହା ସ୍ପଷ୍ଟ ହୋଇଛି। ପୁରୀ ବନଖଣ୍ଡ ଅଧୀନରେ ୫ଟି ରେଞ୍ଜ୍‌ ବ୍ରହ୍ମଗିରି, ବାଲୁଖଣ୍ଡ, କୋଣାର୍କ, ଗୋପ ଓ ଅସ୍ତରଙ୍ଗ ରହିଛି। 

ମୁକୁଳା ଫାଟକ ଦେଇ ଚାଲିଲା ତପସ୍ବିନୀ ଏକ୍ସପ୍ରେସ: କାର୍ଯ୍ୟରେ ଅବହେଳା ପାଇଁ ୨ ନିଲମ୍ବିତ

ମୁକୁଳା ଫାଟକ ଦେଇ ଚାଲିଲା ତପସ୍ବିନୀ ଏକ୍ସପ୍ରେସ: କାର୍ଯ୍ୟରେ ଅବହେଳା ପାଇଁ ୨ ନିଲମ୍ବିତ

ପୁରୀ ଅଫିସ,୨୦ା୧: ରେଳ ବିଭାଗରେ ପୁଣି ଏକ ଖାମଖିଆଲି ଘଟଣା ପଦାକୁ ଆସିଛି। ସର୍ବଦା ଚଳଚଞ୍ଚଳ ରହୁଥିବା ସିଦ୍ଧମହାବୀର ଲେଭଲ କ୍ରସିଂରେ ଶନିବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। 

ଯୋଜନାର ସ୍ଥିତି ପରଖିଲେ ରାଜ୍ୟପାଳ:  ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟ ଜଳ ଉପରେ ଗୁରୁତ୍ୱ; ବାକି କାମ ନିର୍ବାଚନ ଆଚରଣବିଧି ଲାଗୁ ପୂର୍ବରୁ ଆରମ୍ଭ କରିବାକୁ ନିର୍ଦ୍ଦେଶ

ଯୋଜନାର ସ୍ଥିତି ପରଖିଲେ ରାଜ୍ୟପାଳ: ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟ ଜଳ ଉପରେ ଗୁରୁତ୍ୱ; ବାକି କାମ ନିର୍ବାଚନ ଆଚରଣବିଧି ଲାଗୁ ପୂର୍ବରୁ ଆରମ୍ଭ କରିବାକୁ ନିର୍ଦ୍ଦେଶ

ପୁରୀ ଅଫିସ,୨୦ା୧: କେନ୍ଦ୍ର ଏବଂ ରାଜ୍ୟ ସରକାର ଜନସାଧାରଣଙ୍କ ପାଇଁ ବିଭିନ୍ନ ଜନକଲ୍ୟାଣ ଯୋଜନା କରୁଛନ୍ତି। ଏହି ଯୋଜନାଗୁଡ଼ିକର ସୁଫଳ ଯେପରି ରାଜ୍ୟର ସବୁ ସାଧାରଣ ଲୋକ ପାଇପାରିବେ, ତାହା ଉପରେ ଗୁରୁତ୍ୱ ଦେଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ।