ମେଟ୍ରୋ |

ଚାଖି ଖୁଣ୍ଟିଆଙ୍କୁ ଉପଯୁକ୍ତ ସ୍ଥାନ ମିଳିନାହିଁ

ଚାଖି ଖୁଣ୍ଟିଆଙ୍କୁ ଉପଯୁକ୍ତ ସ୍ଥାନ ମିଳିନାହିଁ
ପୁରୀ ଅଫିସ, ୨୮।୧୨: ଭାରତକୁ ପରାଧୀନ ଶୃଙ୍ଖଳରୁ ମୁକ୍ତ କରିବା ଲାଗି ଚାଖି ଖୁଣ୍ଟିଆ ଛଦ୍ମବେଶରେ ବିଭିନ୍ନ ନଁାରେ ବୁଲୁଥିଲେ। ଝାନ୍ସି ରାଣୀ ଲକ୍ଷ୍ମୀବାଈଙ୍କ ଦୂତ ହେଉ ଅବା ମନ୍ତ୍ରଣାଦାତା ଭାବେ ହେଉ ସେ ଗୋଟିଏ ଲୋକ ଥିଲେ ବୋଲି ଐତିହାସିକମାନେ ଶେଷ ସିଦ୍ଧାନ୍ତରେ ପହଞ୍ଚତ୍ ପାରିନାହାନ୍ତି। ଏଥିପାଇଁ ତାଙ୍କୁ ଉପଯୁକ୍ତ ସ୍ଥାନ ମିଳିପାରିନାହିଁ ବୋଲି କହିଛନ୍ତି ରାଜସ୍ବ ମନ୍ତ୍ରୀ ମହେଶ୍ୱର ମହାନ୍ତି। ସଦ୍‌ଭାବନା ସଭାଗୃହରେ ଗୁରୁବାର ସନ୍ଧ୍ୟାରେ ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ଏବଂ ଚାଖି ଖୁଣ୍ଟିଆ ସ୍ମୃତି ସମିତିର ମିଳିତ ଆନୁକୂଲ୍ୟରେ ଆୟୋଜିତ ସ୍ବାଧୀନତା ସଂଗ୍ରାମୀ ଚାଖି ଖୁଣ୍ଟିଆ (ଚନ୍ଦନ ହଜୁରୀ)ଙ୍କ ଜିଲାସ୍ତରୀୟ ଜୟନ୍ତୀ ସମାରୋହରେ ମୁଖ୍ୟଅତିଥି ଭାବେ ଯୋଗଦେଇ ମନ୍ତ୍ରୀ କହିଥିଲେ, ଚାଖି ଖୁଣ୍ଟିଆଙ୍କୁ ସ୍ବାଧୀନତା ସଂଗ୍ରାମୀ ବୋଲି ପ୍ରମାଣ ଦେବାକୁ ହେଲେ ସମସ୍ତଙ୍କ ଉଦ୍ୟମ ଜାରି ରହିବା ଉଚିତ। ଏଥିରେ ମୁଖ୍ୟବକ୍ତା ଭାବେ ପ୍ରଫେସର ପ୍ରଫୁଲ୍ଲ ଚନ୍ଦ୍ର ମିଶ୍ର, ନଗରପାଳ ଜୟନ୍ତ କୁମାର ଷଡ଼ଙ୍ଗୀ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଡ. ଉଦ୍ଧବ ଚନ୍ଦ୍ର ମାଝି ପ୍ରମୁଖ ଅତିଥି ଭାବେ ଯୋଗଦେଇ ଚାଖି ଖୁଣ୍ଟିଆଙ୍କ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ଜିଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ଦ୍ୱାରା ଆୟୋଜିତ ଓଡ଼ିଆ ବକ୍ତୃତା ଓ ଚିତ୍ରାଙ୍କନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ଓ ପ୍ରମାଣପତ୍ର ଦିଆଯାଇଥିଲା। ପରେ ଜିଲା ସଂସ୍କୃତି ପରିଷଦ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ସକାଳେ ପୁରୀ-କୋଣାର୍କ ଉନ୍ନୟନ କର୍ତ୍ତୃପକ୍ଷ(ପିକେଡିଏ) କାର୍ଯ୍ୟାଳୟ ପରିସରରେ ଥିବା ଚାଖି ଖୁଣ୍ଟିଆଙ୍କ ପ୍ରତିମୂର୍ତ୍ତିରେ ଅତିରିକ୍ତ ଜିଲାପାଳ ବିଭୂତି ଭୂଷଣ ଦାସ ମୁଖ୍ୟଅତିଥି ଏବଂ ସମ୍ମାନିତ ଅତିଥି ଭାବେ ପିକେଡିଏର ଭାରପ୍ରାପ୍ତ ସଚିବ ସୌନ୍ଦର୍ଯ୍ୟା ମଞ୍ଜରୀ ଦାସ ଯୋଗଦେଇ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଚାଖି ଖୁଣ୍ଟିଆ ସ୍ମୃତି ସମିତି ସମ୍ପାଦକ କୃଷ୍ଣଚନ୍ଦ୍ର ମହାପାତ୍ର, କାର୍ଯ୍ୟକାରୀ ସଭାପତି ମାୟାଧର ମହାରଣା, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମାନସ ରଞ୍ଜନ ବିଶ୍ୱାଳ, ସାମାଜିକ କର୍ମୀ ବଦ୍ରି ମିଶ୍ର, ଚାଖି ଖୁଣ୍ଟିଆଙ୍କ ଦାୟାଦଗଣ, ଶିକ୍ଷୟିତ୍ରୀ ଶିକ୍ଷକ ଏବଂ ଛାତ୍ରୀଛାତ୍ର ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।
All Right Reserved By

ମେଟ୍ରୋ |

ବଙ୍ଗୀୟ ଯୁବତୀଙ୍କୁ ୧୦ ଦିନ ଗଣବଳାତ୍କାର: ବନ୍ଦ କୋଠରୀରୁ ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ବଙ୍ଗୀୟ ଯୁବତୀଙ୍କୁ ୧୦ ଦିନ ଗଣବଳାତ୍କାର: ବନ୍ଦ କୋଠରୀରୁ ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

କୋଣାର୍କ, ୧୭।୧୦(ଡି.ଏନ.ଏ.)- ଅର୍କକ୍ଷେତ୍ର କୋଣାର୍କରେ ଘଟିଛି କଳଙ୍କିତ ଘଟଣା। ଜଣେ ବଙ୍ଗୀୟ ଯୁବତୀଙ୍କୁ ୧୦ ଦିନ ଧରି ଏକ ବନ୍ଦ କୋଠରୀରେ ରଖି ଗଣବଳାତ୍କାର କରାଯାଇଛି।

ମା’ ଦୁର୍ଗାଙ୍କ ପରେ ଗଜଲକ୍ଷ୍ମୀଙ୍କ ଆଗମନକୁ ଅପେକ୍ଷା

ଖୋର୍ଦ୍ଧା ଅଫିସ,୧୭।୧୦ ପାର୍ବଣ ଅବକାଶରେ ମା ଜଗତ୍‌ଜନନୀ ଦୁର୍ଗାଙ୍କ ପରେ ଗଜଲକ୍ଷ୍ମୀଙ୍କ ଆଗମନକୁ ଖୋର୍ଦ୍ଧାବାସୀଙ୍କ ଚାହିଁ ବସିଛନ୍ତି। ଏଥିପାଇଁ ଖୋର୍ଦ୍ଧା ସହର ପୂଜା କମିଟି କର୍ମକର୍ତ୍ତାଙ୍କ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।

ଭଗବତୀଙ୍କ ନବମୀ ପୂଜା

ଭଗବତୀଙ୍କ ନବମୀ ପୂଜା

ଖୋର୍ଦ୍ଧା ଅଫିସ,୧୭।୧୦: ଶାରଦୀୟ ପାର୍ବଣ ପୂଜା ପାଇଁ ବାଣପୁର ଆରାଧ୍ୟ ଦେବୀ ମା’ ଭଗବତୀଙ୍କ ପୀଠ ଉତ୍ସବ ମୁଖର ହୋଇଉଠିଛି । 

ଏସିଆନ ପାରା ଆଥଲେଟ ଜୟନ୍ତୀଙ୍କୁ ଜନ୍ମମାଟିରେ ସମ୍ବର୍ଦ୍ଧନା

ଏସିଆନ ପାରା ଆଥଲେଟ ଜୟନ୍ତୀଙ୍କୁ ଜନ୍ମମାଟିରେ ସମ୍ବର୍ଦ୍ଧନା

ସାକ୍ଷୀଗୋପାଳ,୧୭।୧୦(ଡି.ଏନ୍‌.ଏ): ଏସିଆନ ପାରା ଆଥଲେଟିକ୍ସରେ ଭାଗନେଇ ରୌପ୍ୟ ଓ ବ୍ରୋଞ୍ଜ ପଦକ ବିଜେତା ଜୟନ୍ତୀ ବେହେରାଙ୍କୁ  ତାଙ୍କ ଜନ୍ମମାଟି ପୁରୀ ଜିଲା ସତ୍ୟବାଦୀରେ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। 

୭୫୦ ବୋତଲ ମଦ ସହ କାର ଜବତ, ୨ ଗିରଫ

୭୫୦ ବୋତଲ ମଦ ସହ କାର ଜବତ, ୨ ଗିରଫ

ବାଲିଅନ୍ତା,୧୭।୧୦(ଡି.ଏନ୍‌.ଏ.): ବାଲିଅନ୍ତା ଥାନା ଅଧୀନ ପାହାଳ ଫାଣ୍ଡି ପୋଲିସ ମଙ୍ଗଳବାର ବିଳମ୍ବିତ ରାତିରେ ନଖରାଗଡ଼ ନିକଟରୁ ୭୫୦ ବୋତଲ(୩୦ ପେଟି) ଆସ୍କା ଫର୍ଟି ମଦ ସହ ଏକ କାର ଜବତ କରିଛି। 

ବାତ୍ୟା, ବନ୍ୟା ବର୍ଷାରେ ମୃତ୍ୟୁ ସଂଖ୍ୟା ୫୨କୁ ବୃଦ୍ଧି: ୨୨ ଶହ କୋଟି କ୍ଷୟକ୍ଷତି

ବାତ୍ୟା, ବନ୍ୟା ବର୍ଷାରେ ମୃତ୍ୟୁ ସଂଖ୍ୟା ୫୨କୁ ବୃଦ୍ଧି: ୨୨ ଶହ କୋଟି କ୍ଷୟକ୍ଷତି

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ବାତ୍ୟା ଓ ଏହାର ପରବର୍ତ୍ତୀ ବର୍ଷା ଯୋଗୁ ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲା ଛାରଖାର ହୋଇଯାଇଛି। ଏହି ଜିଲାଗୁଡିକରେ ଏ ପର୍ଯ୍ୟନ୍ତ ୫୨ ଜଣଙ୍କର ଜୀବନ ହାନି ହୋଇଛି। ୨୨ ଶହ କୋଟି ଟଙ୍କାର କ୍ଷୟକ୍ଷତି ହୋଇଛି। ବୁଧବାର ସଚିବାଳୟଠାରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଏହି ସୂଚନା ମିଳିଛି। 

ବାତ୍ୟା ତିତ୍‌ଲି, ବନ୍ୟା ମୃତକଙ୍କ ଅନୁକମ୍ପା ରାଶି ବୃଦ୍ଧି: ପ୍ରତ୍ୟେକ ପରିବାରକୁ ମିଳିବ ୧୦ ଲକ୍ଷ

ବାତ୍ୟା ତିତ୍‌ଲି, ବନ୍ୟା ମୃତକଙ୍କ ଅନୁକମ୍ପା ରାଶି ବୃଦ୍ଧି: ପ୍ରତ୍ୟେକ ପରିବାରକୁ ମିଳିବ ୧୦ ଲକ୍ଷ

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ବାତ୍ୟା ତିତ୍‌ଲି ଓ ଏହାର ପରବର୍ତ୍ତୀ ବର୍ଷାରେ ପ୍ରାଣ ହରାଇଥିବା ଲୋକଙ୍କ ସହାୟତା ରାଶିକୁ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି। ମୃତକଙ୍କ ପରିବାରବର୍ଗଙ୍କୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ସକାଶେ ପୂର୍ବରୁ ସରକାର ଘୋଷଣା କରିଥିବା ବେଳେ ଏହାକୁ ୧୦ ଲକ୍ଷକୁ ବୃଦ୍ଧି କରାଯାଇଛି।

ହେଲିକପ୍ଟରରେ ଯାତ୍ରା କରି ଫସିଗଲି; ୨୨ରେ ଓଡ଼ିଶା ଯିବି: ଅଭିଜିତ୍‌

ହେଲିକପ୍ଟରରେ ଯାତ୍ରା କରି ଫସିଗଲି; ୨୨ରେ ଓଡ଼ିଶା ଯିବି: ଅଭିଜିତ୍‌

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ଓଡ଼ିଶାର କୋଣାର୍କ ମନ୍ଦିର ଓ ବିଧାୟକମାନଙ୍କ ପ୍ରତି ଅରୁଚିକର ମନ୍ତବ୍ୟ ଦେଇଥିବା ଅଭିଜିତ୍‌ ଆୟାର ମିତ୍ର ପୁଣି ଥରେ କ୍ଷମା ମାଗିଛନ୍ତି। ହେଲିକପ୍ଟର ବସି ସେ ଫସିଗଲେ ବୋଲି ବୁଧବାର ମତ ରଖିଛନ୍ତି। ସେ କହିଛନ୍ତି, ଓଡ଼ିଶାରେ ହେଲିକପ୍ଟର ଯାତ୍ରା କରି ପଶ୍ଚାତାପ କରୁଛି। 

ମହାମାୟାଙ୍କ ମହାଷ୍ଟମୀ, ମହାଗୌରୀ ବେଶରେ ଦର୍ଶନ ଦେଉଛନ୍ତି ଦଶଭୂଜା

ମହାମାୟାଙ୍କ ମହାଷ୍ଟମୀ, ମହାଗୌରୀ ବେଶରେ ଦର୍ଶନ ଦେଉଛନ୍ତି ଦଶଭୂଜା

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ପବିତ୍ର ଦୁର୍ଗାପୂଜାକୁ ନେଇ ଚଳଚଞ୍ଚଳ ପୂରପଲ୍ଲୀ। ଧରାପୃଷ୍ଠରେ ଅବତରଣ କରିଛନ୍ତି ଦୁର୍ଗତିନାସିନୀ ମା’ ଦୁର୍ଗା। ମହାମାୟାଙ୍କୁ ନଅ ଦିନ ଧରି ଉପାସନା କରାଯାଉଥିବା ବେଳେ ବୁଧବାର ମହାଷ୍ଟମୀ ଉପଲକ୍ଷେ ପୂଜା ମଣ୍ଡପଗୁଡ଼ିକ ଲୋକାରଣ୍ୟ ହୋଇପଡ଼ିଛି। ତେବେ ପୀଠଗୁଡ଼ିକରେ ଆଜି ମା’ଙ୍କ ମହାନବମୀ ପୂଜା କରାଯାଉଛି। 

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନରେ ଅଭିନନ୍ଦନର ସୁଅ, ଦଳୀୟ କାର୍ଯ୍ୟାଳୟରେ ଜୀବନବିନ୍ଦୁ କାର୍ଯ୍ୟକ୍ରମ

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନରେ ଅଭିନନ୍ଦନର ସୁଅ, ଦଳୀୟ କାର୍ଯ୍ୟାଳୟରେ ଜୀବନବିନ୍ଦୁ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୧୦(ବ୍ୟୁରୋ)-  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ନିଜ ୭୩ତମ ଜନ୍ମ ଦିବସକୁ ନିରାଡ଼ମ୍ବର ଭାବେ ପାଳନ କରିଛନ୍ତି। ଏହି ଅବସରରେ ବହୁ ବିଶିଷ୍ଟବ୍ୟକ୍ତି  ବିଭିନ୍ନ ସାମାଜିକ ଗଣମାଧ୍ୟମରେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବାହ୍ନରେ ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ସରକାର ମାନିଲେ; ବାତ୍ୟା, ବନ୍ୟାରେ ୨୬ ଜଣଙ୍କ ମୃତ୍ୟୁ ହୋଇଛି, ୩ ଦିନରେ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ

ସରକାର ମାନିଲେ; ବାତ୍ୟା, ବନ୍ୟାରେ ୨୬ ଜଣଙ୍କ ମୃତ୍ୟୁ ହୋଇଛି, ୩ ଦିନରେ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୭।୧୦(ବ୍ୟୁରୋ)-ସାମୁଦ୍ରିକ ଝଡ ‘ତିତଲି’ ଓ ଏହାର ପରବର୍ତ୍ତୀ ବର୍ଷାରେ ଘଟିଥିବା ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସରକାରୀ ଭାବେ ସୋମବାର ମୃତ୍ୟୁସଂଖ୍ୟା ୧୫ ଥିବାବେଳେ ୩ ଜଣ ନିଖୋଜ ଥିବା କୁହାଯାଇଥିଲା। ମଙ୍ଗଳବାର ମୃତ୍ୟୁସଂଖ୍ୟା ୨୬ରେ ପହଞ୍ଚିଛି। ସେଥିମଧ୍ୟରେ ଗଜପତି ଜିଲାରେ ସର୍ବାଧିକ ୧୮ ଜଣଙ୍କ ମୃତ୍ୟୁ ହୋଇଛି।

#ମିଟୂ: ଚିତ୍ରଶିଳ୍ପୀ ଯତୀନ୍‌ ଦାସଙ୍କ ନାଁରେ ଅଭିଯୋଗ

#ମିଟୂ: ଚିତ୍ରଶିଳ୍ପୀ ଯତୀନ୍‌ ଦାସଙ୍କ ନାଁରେ ଅଭିଯୋଗ

ଭୁବନେଶ୍ୱର,୧୭।୧୦(ବ୍ୟୁରୋ)- ସାରା ଦେଶରେ ଏବେ #ମିଟୂ ଅଭିଯାନ ଚହଳ ସୃଷ୍ଟି କରିଥିବାବେଳେ ଜଣକ ପରେ ଜଣେ ବିଶିଷ୍ଟ ଲୋକ ଅଭିଯୁକ୍ତଙ୍କ ତାଲିକାରେ ଯୋଡ଼ି ହୋଇଯାଉଛନ୍ତି। ନାନା ପାଟେକର, ଏମ୍‌.ଜେ. ଆକବର, ଚେତନ ଭଗତ, ବିନୋଦ ଦୁଆଙ୍କ ଭଳି ବହୁଚର୍ଚ୍ଚିତ ଚେହେରାଙ୍କ ପରେ ଏବେ ଓଡ଼ିଶା ଜନ୍ମିତ ବିଶିଷ୍ଟ ଚିତ୍ରଶିଳ୍ପୀ ପଦ୍ମଭୂଷଣ ଯତୀନ ଦାସଙ୍କ ନାଁରେ ଯୌନ ନିର୍ଯାତନା ଭଳି ସଙ୍ଗିନ ଅଭିଯୋଗ ଆସିଛି।