Dharitri News
ରାଜ୍ୟ |

ନନ୍ଦନକାନନ ପାଳିଲା ୫୮ତମ ପ୍ରତିଷ୍ଠା ଦିବସ

ନନ୍ଦନକାନନ ପାଳିଲା ୫୮ତମ ପ୍ରତିଷ୍ଠା ଦିବସ ବାରଙ୍ଗ,୨୯।୧୨(ଡି.ଏନ୍‌.ଏ.)- ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଶୁକ୍ରବାର ପାଳିଛି ତା’ର ୫୮ତମ ପ୍ରତିଷ୍ଠା ଦିବସ। ଏହି ଅବସରରେ ଲୋକାର୍ପିତ ହୋଇଯାଇଛି ବହୁ ପ୍ରତୀକ୍ଷିତ ହିମାଳୟ କଳାଭାଲୁ ଏନ୍‌କ୍ଲୋଜର। ପ୍ରତିଷ୍ଠା ଦିବସରେ କର୍ତ୍ତୃପକ୍ଷ ଏହାକୁ ଲୋକାର୍ପଣ କରି ପର୍ଯ୍ୟଟକଙ୍କୁ ନୂଆବର୍ଷର ଉପହାର ଦେଇଛନ୍ତି। ନୂତନ ଜ୍ଞାନକୌଶଳ ତଥା ନୂଆ ଢାଞ୍ଚାରେ ନିର୍ମିତ ହୋଇଥିବା ଏହି ଏନ୍‌କ୍ଲୋଜର ନମ୍ବର ‘୧୫’ ପ୍ରତିଷ୍ଠା ଦିବସର ପ୍ରମୁଖ ଆକର୍ଷଣ ସାଜିଥିଲା। ବିଭିନ୍ନ ରଙ୍ଗବେରଙ୍ଗ ଫୁଲରେ ସଜ୍ଜାଯାଇଥିବାରୁ ପର୍ଯ୍ୟଟକ ବେଶ୍‌ ଉତ୍ସାହର ସହ ଏହା ନିକଟରେ ଛିଡ଼ା ହୋଇ ଭାଲୁଙ୍କ ଗତିବିଧି ଦେଖିଥିଲେ। ଖୋଲାରେ ବିଚରଣ କରୁଥିବା ୨ ଭାଲୁ ‘କରିସ୍ମା’ ଓ ‘ମୋତିଆ’ ପର୍ଯ୍ୟଟକଙ୍କୁ ମନୋରଞ୍ଜନର ଖୋରାକ୍‌ ଯୋଗାଇଥିଲେ। ଭୁବନେଶ୍ୱର ଉତ୍ତର ବିଧାୟକ ପ୍ରିୟଦର୍ଶୀ ମିଶ୍ର ଯୋଗଦେଇ ଉକ୍ତ ଏନ୍‌କ୍ଲୋଜରକୁ ଆନୁଷ୍ଠାନିକଭାବେ ଲୋକାର୍ପଣ କରିଥିଲେ। ବିଧାୟକ ମିଶ୍ରଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ, ଦୀର୍ଘଦିନରୁ ବନ୍ଦ ହୋଇ ପଡ଼ିଥିବା ଶିଶୁ ରେଳଗାଡ଼ି ଓ ରୋପ୍‌ ଓ୍ବେ କାର୍ଯ୍ୟ ଆସନ୍ତା ପ୍ରତିଷ୍ଠା ଦିବସ ପୂର୍ବରୁ ସରିବ। ବସ୍‌ଷ୍ଟାଣ୍ଡର ପୁନଃରୁଦ୍ଧାର ସାଙ୍ଗକୁ ବଟାନିକାଲ୍‌ ଗାର୍ଡେନ ବା ଉଦ୍ଭିଦ ଉଦ୍ୟାନରେ ନୂଆ କରି ବୋଟିଂ ବ୍ୟବସ୍ଥା ହେବ। ଅଳ୍ପଦିନ ମଧ୍ୟରେ ଓଟିଡିସିର ନୂଆ ରେଷ୍ଟୁରାଣ୍ଟ ଖୋଲିବ। ଟ୍ରାଫିକ୍‌ ସମସ୍ୟା ଦୂର ପାଇଁ ବହୁତଳ ପାର୍କିଂ ବ୍ୟବସ୍ଥା ହେବ ବୋଲି ସେ କହିଥିଲେ। ସମ୍ମାନିତ ଅତିଥି ଭାବେ ପ୍ରଧାନ ମୁଖ୍ୟ ବନସଂରକ୍ଷକ(ବନ୍ୟପ୍ରାଣୀ) ତଥା ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ୱବଧାରକ ଡ. ସନ୍ଦୀପ ତ୍ରିପାଠୀ, ଖୋର୍ଦ୍ଧା ଜିଲାପାଳ ନିର୍ମଳ ଚନ୍ଦ୍ର ମିଶ୍ର, ନନ୍ଦନକାନନ ନିର୍ଦ୍ଦେଶକ ଶିଶିର କୁମାର ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଅତିଥିମାନେ ନନ୍ଦନକାନନର ବାର୍ଷିକ ପୁସ୍ତିକା ଉନ୍ମୋଚନ କରିଥିଲେ। ବର୍ଷତମାମ ନିଷ୍ଠାର ସହିତ କାର୍ଯ୍ୟ କରିଥିବା ୩ଜଣ ଗାର୍ଡ, ଜଣେ ଫରେଷ୍ଟର, ୩ଜଣ ପ୍ରାଣୀ ରକ୍ଷକ ଏବଂ ସିକ୍ୟୁରିଟି ବିଭାଗର ୨ଜଣଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏମାନଙ୍କ ସହ ଉଦ୍ଭିଦ ଉଦ୍ୟାନର ୩ଜଣ, ରାଜଭବନ ଡିଅର ପାର୍କରୁ ଜଣେ, ଲନ୍‌ ଗାର୍ଡେନରୁ ୨ଜଣ, ପରିମଳ ଓ ଜଳଯୋଗାଣ ଦାୟିତ୍ୱରେ ରହିଥିବା ୨ଜଣ ଲେଖାଏ କର୍ମଚାରୀଙ୍କ ସମେତ ୨୫ଜଣଙ୍କୁ ନଗଦ ୩ ହଜାର ଟଙ୍କା ଅର୍ଥରାଶି ଦେଇ ପୁରସ୍କୃତ କରାଯାଇଥିଲା।

Model This Week

ସୁରଶ୍ରୀ
Pilanka Dharitri

ରାଜ୍ୟ |

ପ୍ରଶାସନିକସ୍ତରରେ ଅଦଳବଦଳ

ପ୍ରଶାସନିକସ୍ତରରେ ଅଦଳବଦଳ

ଭୁବନେଶ୍ୱର,୧୬।୧(ବ୍ୟୁରୋ): ରାଜ୍ୟରେ ପ୍ରଶାସନିକସ୍ତରରେ ଅଦଳବଦଳ ହେବାନେଇ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, କୋରାପୁଟ ଜିଲାପାଳ ଭାବେ କେ.ଏସ. ଚକ୍ରବର୍ତ୍ତୀଙ୍କୁ ଦାୟିତ୍ୱ ଦିଆଯାଇଥିବାବେଳେ ମନୀଷ ଅଗ୍ରୱାଲଙ୍କୁ ମାଲକାନଗିରି ଜିଲାପାଳ ଦାୟିତ୍ୱ ଦିଆଯାଇଛି।

ପ୍ରି, ପାରା କ୍ଲିନିକାଲ ପାଠ୍ୟକ୍ରମରେ ପିଜି କରୁଥିବା ଡାକ୍ତରଙ୍କୁ ଆର୍ଥିକ ପ୍ରୋତ୍ସାହନ

ପ୍ରି, ପାରା କ୍ଲିନିକାଲ ପାଠ୍ୟକ୍ରମରେ ପିଜି କରୁଥିବା ଡାକ୍ତରଙ୍କୁ ଆର୍ଥିକ ପ୍ରୋତ୍ସାହନ

ଭୁବନେଶ୍ୱର,୧୬।୧(ବ୍ୟୁରୋ): ରାଜ୍ୟର ସରକାରୀ କଲେଜମାନଙ୍କରେ ପ୍ରି ଏବଂ ପାରା କ୍ଲିନିକାଲ ପାଠ୍ୟକ୍ରମରେ ପିଜି କରୁଥିବା ଡାକ୍ତରମାନଙ୍କୁ ମାସିକ ୧୮ହଜାର ଟଙ୍କା ଆର୍ଥିକ ପ୍ରୋତ୍ସାହନ ପ୍ରଦାନ କରାଯିବ।

ଏନ୍‌ସିସିର ସର୍ବଭାରତୀୟ ଉପକୂଳ ଯାତ୍ରା ଶୁଭାରମ୍ଭ

ଏନ୍‌ସିସିର ସର୍ବଭାରତୀୟ ଉପକୂଳ ଯାତ୍ରା ଶୁଭାରମ୍ଭ

ପୁରୀ ଅଫିସ, ୧୬।୧: ପୁରୀ ୬ଷ୍ଟ ବାଟାଲିୟନ୍‌ ଆନୁକୂଲ୍ୟରେ ଏନ୍‌ସିସି ପକ୍ଷରୁ ସର୍ବଭାରତୀୟ ଉପକୂଳ ଯାତ୍ରା(କୋଷ୍ଟାଲ ଟ୍ରେକିଙ୍ଗ୍‌ କ୍ୟାମ୍ପ) ୨୦୧୮ ଉଦ୍‌ଘାଟିତ ହୋଇଯାଇଛି।

୨ ଗାଁ ମଧ୍ୟରେ ସଂଘର୍ଷ: ପୋଲିସକୁ ଆକ୍ରମଣ

୨ ଗାଁ ମଧ୍ୟରେ ସଂଘର୍ଷ: ପୋଲିସକୁ ଆକ୍ରମଣ

ବାଲେଶ୍ୱର ଅଫିସ,୧୬।୧: ବାଲେଶ୍ୱର ଜିଲା ସୀମା ସହଦେବ ଖୁଣ୍ଟା ଥାନା ଅଧୀନ ବାଙ୍କିତିରା ଗାଁ ଏବଂ ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ କଳମା ଗାଁ ଭିତରେ କିଛିଦିନ ହେବ ଲାଗି ରହିଥିବା ବିବାଦ ମଙ୍ଗଳବାର ଉଗ୍ରରୂପ ଧାରଣ କରିଛି। ସଂଘର୍ଷରେ ୪ ଗ୍ରାମବାସୀ ଆହତ ହୋଇ ବାଲେଶ୍ୱର ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।

ଖଣ୍ଡଗିରିକୁ ଅସ୍ଥାୟୀ ସ୍ଥାନାନ୍ତର ହେବ ବରମୁଣ୍ଡା ବସ୍‌ଷ୍ଟାଣ୍ଡ

ଖଣ୍ଡଗିରିକୁ ଅସ୍ଥାୟୀ ସ୍ଥାନାନ୍ତର ହେବ ବରମୁଣ୍ଡା ବସ୍‌ଷ୍ଟାଣ୍ଡ

ଭୁବନେଶ୍ୱର,୧୫।୧(ବ୍ୟୁରୋ)-ଭୁବନେଶ୍ୱର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ଖଣ୍ଡଗିରି ପାଦଦେଶକୁ ଅସ୍ଥାୟୀ ଭାବେ ସ୍ଥାନାନ୍ତର କରାଯିବ । ଆନ୍ତଃ ରାଜ୍ୟ ବସ୍‌ ଟର୍ମିନାଲ (ଆଇଏସବିଟି) ନିର୍ମାଣ ପାଇଁ ଏହି ସ୍ଥାନାନ୍ତର ହେବ। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ଖଣ୍ଡଗିରି ପାଦଦେଶରେ ୨ ଏକର ଜମି ଚିହ୍ନଟ କରିଛି।

ନାବାଳିକା ବଳାତ୍କାର ମାମଲା: ୪ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ନାବାଳିକା ବଳାତ୍କାର ମାମଲା: ୪ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ଫୁଲବାଣୀ ଅଫିସ, ୧୫।୧ କନ୍ଧମାଳ ଜିଲା ଫୁଲବାଣୀ ପୋକ୍‌ସୋ କୋର୍ଟରେ ସୋମବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର ଶେଷ ହୋଇ ରାୟ ପ୍ରକାଶ ପାଇଛି । ଅତିରିକ୍ତ ଦୌରାଜଜ୍‌ ତଥା ପୋକ୍‌ସୋ କୋର୍ଟ ବିଚାରପତି ସୁଶାନ୍ତ ପଟେଲ ଘଟଣାରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ଦେଇଛନ୍ତି । ଏଥିସହ ପ୍ରତ୍ୟେକଙ୍କୁ ୨୦ହଜାର ଟଙ୍କା ଲେଖାଏ ଜରିମାନା କରିଛନ୍ତି । ଜରିମାନା ଅନାଦାୟ ଅଧିକ ୧ ବର୍ଷ ସଶ୍ରମ କାରାଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି ।

ରାଜଭବନରେ କୁଳପତି ସମ୍ମିଳନୀ: ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ରାଜନୈତିକ ଅଶାନ୍ତିକୁ ନେଇ ରାଜ୍ୟପାଳଙ୍କ ଉଦ୍‌ବେଗ

ରାଜଭବନରେ କୁଳପତି ସମ୍ମିଳନୀ: ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ରାଜନୈତିକ ଅଶାନ୍ତିକୁ ନେଇ ରାଜ୍ୟପାଳଙ୍କ ଉଦ୍‌ବେଗ

ଭୁବନେଶ୍ୱର, ୧୫।୧(ବ୍ୟୁରୋ)- ରାଜଭବନଠାରେ ସୋମବାର କୁଳପତି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟ କୁଳାଧିପତି ତଥା ରାଜ୍ୟପାଳ ଡ.ଏସ୍‌.ସି. ଜମିର ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରି ଉଚ୍ଚଶିକ୍ଷା କ୍ଷେତ୍ରରେ ସମୟ ଉପଯୋଗୀ ସଂସ୍କାର ଆଣିବାକୁ କୁଳପତିମାନଙ୍କୁ ପରାମର୍ଶ ଦେଇଛନ୍ତି।

ଭିନ୍ନକ୍ଷମ ଶିକ୍ଷାର୍ଥୀଙ୍କ ପାଇଁ ଖୋଲିବ ସ୍ବତନ୍ତ୍ର ସହାୟତା କେନ୍ଦ୍ର

ଭିନ୍ନକ୍ଷମ ଶିକ୍ଷାର୍ଥୀଙ୍କ ପାଇଁ ଖୋଲିବ ସ୍ବତନ୍ତ୍ର ସହାୟତା କେନ୍ଦ୍ର

ଭୁବନେଶ୍ୱର, ୧୫।୧(ବ୍ୟୁରୋ)- ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ଓଡ଼ିଶା ପ୍ରାଥମିକ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓପେପା) ପକ୍ଷରୁ ଭିନ୍ନକ୍ଷମ ଶିକ୍ଷାର୍ଥୀଙ୍କ ପାଇଁ ସ୍ବତନ୍ତ୍ର ସହାୟତା କେନ୍ଦ୍ର ସ୍ଥାପନ ହେବ। ଭୁବନେଶ୍ୱର ୟୁନିଟ୍‌-୯ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଏହି କେନ୍ଦ୍ର ଖୋଲାଯିବ।

କେରଳରେ ଦାଦନ ତ୍ରିଲୋଚନ ସୁନାନୀଙ୍କ ମୃତ୍ୟୁ ଘଟଣା : ମାନବାଧିକାର କମିଶନଙ୍କ ହସ୍ତକ୍ଷେପ

ଭବାନୀପାଟଣା,୧୫।୧(ଡି.ଏନ୍‌.ଏ.)- କେରଳ ରାଜ୍ୟ ପାଲ୍ଲକଡ ଜିଲା ତଳକାସେରିଠାରେ ଶ୍ରମିକ ଭାବରେ କାମ କରୁଥିବା ଭବାନୀପାଟଣା ସଦର ବ୍ଲକ ବିଜେପୁର ଗ୍ରାମର ତ୍ରିଲୋଚନ ସୁନାନୀଙ୍କ ୨୦୧୭ ନଭ୍ଟେମ୍ବର ୧ ତାରିଖରେ ମାଟି ଅତଡ଼ା ଧସି ମୃତ୍ୟୁ ଘଟିଥିଲା।

୫୦ ହଜାର କଳାକାରଙ୍କୁ ସହାୟତା ଦିଆଯିବ: ମୁଖ୍ୟମନ୍ତ୍ରୀ

୫୦ ହଜାର କଳାକାରଙ୍କୁ ସହାୟତା ଦିଆଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୫।୧(ବ୍ୟୁରୋ): ରାଜ୍ୟର କଳା ଓ ସଂସ୍କୃତିର ପ୍ରଚାର, ପ୍ରସାର ଦିଗରେ କାର୍ଯ୍ୟରତ ୫୦ ହଜାର କଳାକାରଙ୍କୁ ସହାୟତା ଦିଆଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ସଚିବାଳୟରେ ଏହା ଘୋଷଣା କରିଛନ୍ତି।

କାଶୀବାହାଲରେ କିଡ୍‌ନୀ ରୋଗ : ସ୍ଥିତି ଅନୁଧ୍ୟାନ କରିବେ ବିଶେଷଞ ଦଳ

ଭବାନୀପାଟଣା,୧୫।୧( ଡିଏନ୍‌ଏ)- କଳାହାଣ୍ଡି ଜିଲା କୋକସରା ବ୍ଲକ କାଶୀବାହାଲ ଗାଁରେ କିଡନୀ ରୋଗ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ନେଇ ଏକ ବିଶେଷଜ୍ଞ ଦଳ ସେଠାକୁ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିବାକୁ ଡାକ୍ତରୀ ଶିକ୍ଷା ଓ ତାଲିମ ବିଭାଗକୁ ଓଡିଶା ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚିଠି କରାଯାଇଛି।

ମକରଧ୍ୱଜ ପାହାଡ ଉପରେ ଉଡିଲା ଧ୍ୱଜା

ମକରଧ୍ୱଜ ପାହାଡ ଉପରେ ଉଡିଲା ଧ୍ୱଜା

ଦେବଗଡ଼,୧୫।୧(ସ୍ବ.ପ୍ର.)- ପ୍ରତିବର୍ଷ ଭଳି ଚଳିତବର୍ଷ ଦେବଗଡ ସହର ସମେତ ଜିଲାର ବିଭିନ୍ନ ସ୍ଥାନରେ ଆନନ୍ଦ ଉଲ୍ଲାସର ସହ ରୀତିନୀତି ଅନୁଯାୟୀ ମକର ସଂକ୍ରାନ୍ତି ପାଳିତ ହୋଇଛି।