ସମ୍ପାଦକୀୟ |

ଏଇ ଭାରତରେ

ଭଲ ପାଇବାର ପରିସୀମା ଅସୀମ। ଏହା ପରିବାରର ସଦସ୍ୟ କିମ୍ବା ଆତ୍ମୀୟସ୍ବଜନଙ୍କ ମଧ୍ୟରେ ସୀମିତ ହୋଇ ରହି ନ ଥାଏ। ସମାଜରେ ଅନେକ ଲୋକ ଅଛନ୍ତି, ଯେଉଁମାନେ କି ଜୀବଜନ୍ତୁ ତଥା ଗୃହପାଳିତ ପଶୁଙ୍କୁ ନିଜଠାରୁ ମଧ୍ୟ ଅଧିକ ଭଲ ପାଆନ୍ତି। ସେମାନଙ୍କୁ ପାଖରେ ରଖି ବେଶ୍‌ ଆନନ୍ଦ ଲାଭ କରିଥାନ୍ତି। ଏଭଳି ଜଣେ ବ୍ୟକ୍ତି ହେଉଛନ୍ତି ମହାରାଷ୍ଟ୍ର ରାଇଗଡ଼ ଜିଲାର କାରଜାଟ ଅଞ୍ଚଳରେ ରହୁଥିବା ମୟୂରେଶ ଚୌଧୁରୀ। ସେ ଘରେ ରଖିଥିବା ଗାଈର ପ୍ରତିବର୍ଷ ଜନ୍ମଦିନ ପାଳନ କରି ସ୍ଥାନୀୟ ଅଞ୍ଚଳରେ ବେଶ୍‌ ଚର୍ଚ୍ଚିତ ହୋଇଛନ୍ତି। ମୟୂରେଶ ଗୌରୀ ନାମ୍ନୀ ଏକ ଗାଈ ରଖିଛନ୍ତି। ତାକୁ ନିଜ ପରିବାର ସଦସ୍ୟ ଭଳି ଲାଳନପାଳନ କରୁଛନ୍ତି। ସବୁଠାରୁ ମୁଖ୍ୟ କଥା ହେଲା, ମୟୂରେଶ ପରିବାରର ଅନ୍ୟ ସଦସ୍ୟଙ୍କ ଭଳି ଗୌରୀର ଜନ୍ମଦିନ ଧୁମ୍‌ଧାମରେ ପାଳନ କରୁଛନ୍ତି। ନିକଟରେ ଗୌରୀର ଜନ୍ମଦିନ ପାଳନ ଅବସରରେ ସେ ଏକ ୪କେଜି ଓଜନର କେକ୍‌ କାଟିବା ସହ ୩୦୦ରୁ ୩୫୦ ଲୋକଙ୍କ ପାଇଁ ଭୋଜିଭାତର ଆୟୋଜନ କରିଥିଲେ। ଏପରି କି ଏହି ଅବସରରେ ଏକ ଜୁମ୍ବୋ ପାର୍ଟିର ଆୟୋଜନ ମଧ୍ୟ କରିଥିଲେ। ଆଉ ଜୁମ୍ବୋ ବାଦ୍ୟର ତାଳେ ତାଳେ ସବୁ ଲୋକ ମସ୍‌ଗୁଲ ହୋଇଥିଲେ। ବଞ୍ଚିଥିବା ପର୍ଯ୍ୟନ୍ତ ନିଜ ପାଖରେ ରଖିଥିବା ଗାଈର ଜନ୍ମଦିନ ଏହିଭଳି ଧୁମ୍‌ଧାମରେ ପାଳନ କରିବେ ବୋଲି ସେ ପ୍ରକାଶ କରିଛନ୍ତି।
All Right Reserved By

ସମ୍ପାଦକୀୟ |

ଦୋଷ ଲଦାଲଦି

ଦୋଷ ଲଦାଲଦି

ଭାରତ ଏଭଳି ଏକ ଦେଶ ହୋଇଗଲାଣି, ଯେଉଁଠାରେ ଅଧିକାଂଶ ନିଜ ଦୋଷ ସ୍ବୀକାର କରିବାକୁ ରାଜି ହେଉନାହାନ୍ତି। ଦୋଷ ମୁଣ୍ଡ ଉପରେ ପଡ଼ିଲେ ତାହାକୁ ଅନ୍ୟ ଉପରକୁ କିଭଳି ଥୋଇଦେଇ ହେବ ସେ ଦିଗରେ ଲାଗିପଡ଼ନ୍ତି। 

ପାଇଖାନା ବିପଦ ଓ ତା’ର ପ୍ରତିକାର

ପାଇଖାନା ବିପଦ ଓ ତା’ର ପ୍ରତିକାର

ଆଜିକାଲି ଖବରକାଗଜ ଦେଖିଲେ ବହୁ ସମୟରେ ନଜରକୁ ଆସୁଛି ଶ୍ରମିକମାନେ ନୂଆ କିମ୍ବା ପୁରୁଣା ପାଇଖାନା କାମ କଲାବେଳେ ଅଜ୍ଞତାବଶତଃ ଏକାଧିକ ଲୋକଙ୍କର ମୃତ୍ୟୁ ହେଉଛି।

ବିରୋଧୀଙ୍କ ପାଇଁ ମଉକା

ବିରୋଧୀଙ୍କ ପାଇଁ ମଉକା

ଆକାର ପଟେଲ

ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ଦ୍ୱିତୀୟ ଦୀର୍ଘତମ ଅବଧି ଲାଗି ଅର୍ଥନୈତିକ ଅଭିବୃଦ୍ଧି ଜାରି ରହିଥିବାରୁ ଆମେରିକାର ରାଷ୍ଟ୍ରପତି ଡୋନାଲ୍‌ଡ ଟ୍ରମ୍ପ କିଛି ଲୋକପ୍ରିୟତା ଅର୍ଜନ କରିଛନ୍ତି। ଗତ ତ୍ରିମାସୀରେ ଆମେରିକାର ଅର୍ଥନୀତି ୪ ପ୍ରତିଶତ ହାରରେ ଅଭିବୃଦ୍ଧି କରିଥିଲା। ତେବେ ଆମେ ଭାରତୀୟମାନେ ଏଥିରେ ପ୍ରଭାବିତ ନ ହୋଇପାରୁ। କିନ୍ତୁ ସତକଥା ହେଲା, ଆମେରିକା ଅର୍ଥନୀତିର ଆକାର ହେଉଛି ଭାରତର ୧୦ ଗୁଣ, ଯଦିଚ ଏହାର ଲୋକସଂଖ୍ୟା ଭାରତର ୪ ଭାଗରୁ ଭାଗେ। ଏହାର ଅର୍ଥ ଜଣେ ହାରାହାରି ଆମେରିକୀୟ ଜଣେ ହାରାହା...

ଶୀତଳ ସମ୍ପ୍ରଦାୟ

ଶୀତଳ ସମ୍ପ୍ରଦାୟ

ଚିତ୍ରଚରିତ୍ର/ ନିରଞ୍ଜନ ପାଢ଼ୀ

ଯେଉଁ ସମ୍ପ୍ରଦାୟ ସମ୍ପର୍କରେ କଥାଟି କୁହାଯାଉଛି, ସେମାନଙ୍କ ପାଇଁ ‘ଶୀତଳ’ ଶବ୍ଦଟି ବୋଧହୁଏ ସବୁଠାରୁ ସଂଭ୍ରାନ୍ତ ଓ ମାର୍ଜିତ ବିଶେଷଣ। ଏମାନଙ୍କୁ ଶୀତଳ କୁହାଗଲେ ବି ଏମାନେ ଯେ କେବେ ଉଷ୍ମ ହୁଅନ୍ତି ନାହିଁ, ତାହା ନୁହେଁ। ଏମାନେ ଉଷ୍ମ ହୁଅନ୍ତି, ନିଜ ଭିତରେ ଜଳନ୍ତି ଓ ଅନ୍ୟମାନଙ୍କୁ ଜଳାଇବାର ବି ସାମର୍ଥ୍ୟ ରଖନ୍ତି। ୟେ ଉଷ୍ମତା କେବଳ ସୁରକ୍ଷିତ ଥାଏ ନିଜ ପାଇଁ ଓ ନିଜର ଯାବତୀୟ ସ୍ବାର୍ଥସାଧନ ଲାଗି। ମାତ୍ର ଆଖପାଖର ଦୁନିଆରେ ଆତଯାତ ହେଉଥିବା ଅନ୍ୟମାନଙ୍କ ପାଇଁ ଯେତେବେଳେ ଲୋଡ଼ାପଡ଼େ ତାତିଲାପଣ, ସେତେବେଳେ ଏମାନଙ୍କ ଉଷ୍ମ ପୌରୁଷ ଅଚାନକ ଛୁଟିରେ ଚାଲିଯାଏ ଓ ବଦଳରେ ପ୍ରତିଭାତ ହୁଏ ଏକ ହିମ ଶୀତଳ ନିର୍ଜୀବ ବ୍ୟକ୍ତିସତ୍ତା। ମନେହୁଏ, ସତେ ଯେମିତି ମଣିଷଟିଏ ନୁହେଁ ନିଥର କାଠ ଗଣ୍ଡିଟାଏ!...

‘ମିଲ୍‌କମ୍ୟାନ୍‌’ର ରୂପକାର

‘ମିଲ୍‌କମ୍ୟାନ୍‌’ର ରୂପକାର

ବ୍ୟକ୍ତିତ୍ୱ/ଜିତେନ୍ଦ୍ର

ମୋ ଚରିତ୍ରଗୁଡ଼ିକ ମୋ ପାଖକୁ ଆସି ଗପ ଲେଖିବାକୁ ମୋତେ କହନ୍ତି। ଯେତେବେଳ ଯାଏ ସେମାନେ ଆସି ନ ଥାନ୍ତି ସେତେବେଳ ପର୍ଯ୍ୟନ୍ତ ମୁଁ କିଛି ଲେଖିପାରେ ନାହିଁ। ’ ୨୦୧୮ ‘ମ୍ୟାନ୍‌ ବୁକର’ ପାଇବା ଲାଗି ଉତ୍ତର ଆୟର୍ଲାଣ୍ଡ ଲେଖିକା ଆନ୍ନା ବନର୍‌ସଙ୍କ ନାମ ଘୋଷଣା ହେବା ପରେ ସାମ୍ବାଦିକଙ୍କୁ ସେ ନିଜ ପ୍ରତିକ୍ରିୟାରେ ଉପରିଲିଖିତ ଉକ୍ତି ବାଢ଼ିଥିଲେ। ମ୍ୟାନ୍‌ ବୁକର ପାଇବାରେ ଆନ୍ନା ହେଉଛନ୍ତି ଉତ୍ତର ଆୟାର୍ଲାଣ୍ଡର ପ୍ରଥମ ଲେଖିକ। ଉପନ୍ୟାସ ‘ମିଲ୍‌କମ୍ୟାନ୍‌’ ପାଇଁ ସେ ଏହି ସମ୍ମାନ ପାଇବାକୁ ଯାଉଥିବାରୁ ତାଙ୍କୁ ବିଶ୍ୱବ୍ୟାପୀ ...

ଏଇ ଭାରତରେ

ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ବଳରେ ଅସାଧ୍ୟ ସାଧନ କରିହୁଏ। ପିଲାଦିନରୁ କୌଣସି କାର୍ଯ୍ୟରେ ରୁଚି ଓ ଅଭ୍ୟାସ ରଖିଥିଲେ ଭବିଷ୍ୟତରେ ଏଥିରେ ସଫଳତା ଲାଭ କରିହୁଏ। ପ୍ରଶଂସା ଓ ପୁରସ୍କାର ବି ମିଳେ। ସେହିପରି ଉଲ୍ଲେଖନୀୟ କୃତିତ୍ୱ ହାସଲ କରିଥିବା ୧୦ବର୍ଷର ବାଳକ ...

ମାଛଦ୍ୱାରା ପାଦ ଚିକିତ୍ସା

ମାଛଦ୍ୱାରା ପାଦ ଚିକିତ୍ସା

ପରିବେଶ ପରିଚିନ୍ତା/ ମାନେକା ଗାନ୍ଧୀ

କିଛିମାସ ତଳେ ଜଣେ ଯୁବତୀ ନ୍ୟୁୟର୍କରେ ତାଙ୍କ ଡାକ୍ତରଙ୍କ ପାଖକୁ ଯାଇଥିଲେ। ଛଅମାସ ହେଲା ତାଙ୍କ ପାଦ ନଖଗୁଡ଼ିକ କଳାପଡ଼ି ଝଡ଼ିଯାଉଥିଲା। ତାଙ୍କ ପରିବାରରେ ଏମିତି ସମସ୍ୟା ଆଉ କାହାର ନାହିଁ ଏବଂ ତାଙ୍କର ମଧ୍ୟ ଅନ୍ୟ କୌଣସି ରୋଗ ନାହିଁ ବା ଏପରି ଭାବେ ନଖ ପଚିବାର ପାରିବାରିକ ଇତିହାସ ନାହିଁ। ପରୀକ୍ଷାରୁ ଜଣାପଡ଼ିଲା ଯେ, ଛଅମାସ ତଳେ ସେ ମାଛ ଦ୍ୱାରା ପାଦ ଚିକିତ୍ସା (ଫିଶ୍‌ ପେଡିକିଓର) କରାଇଥିଲେ। ମାଛ ହିଁ ତାଙ୍କ ନଖର ମଞ୍ଜଭାଗରେ (ଯେଉଁଠୁ ନଖ କଅଁଳେ) କ୍ଷତ ସୃଷ୍ଟି କରିଛି। ଫଳରେ ଓନିକୋମାଡେସିସ୍‌ (ନଖପଚା ରୋଗ) ସୃଷ୍ଟି ହୋଇଛି ଓ ନଖ କଳାପଡ଼ି ଝଡ଼ିଯାଉଛି। ଆଗକୁ ପରିସ୍ଥିତି ଆହୁରି ଖରାପ ହୋଇପାରେ। ପଚାନଖ ତଳେ ...

ରାଜନେତା ଓ ନାଗରିକ ସମାଜ

ରାଜନେତା ଓ ନାଗରିକ ସମାଜ

ଡ. ସୁବାସ ଚନ୍ଦ୍ର ପାତ୍ର

ଓଡ଼ିଶାର ରାଜନେତାମାନେ ଏକ ସୁସ୍ଥ, ସୁନ୍ଦର ନାଗରିକ ସମାଜ ଗଠନ ସେମାନଙ୍କର ଦାୟିତ୍ୱ ବୋଲି କେବେ ଭାବନ୍ତି ନାହିଁ। କରତାଳି, ପତାକା ଧାରଣ, ମାଗଣା ଇନ୍ଧନରେ ମୋଟର ସାଇକେଲ ଚାଳନା ପାଇଁ ଯୁବଗୋଷ୍ଠୀ ସଂଗ୍ରହ ଏବଂ ଏ ସବୁ ମାଧ୍ୟମରେ ଭୋଟ ସଂଗ୍ରହ ଓ କ୍ଷମତା ଦଖଲ ସେମାନଙ୍କ ମୁଖ୍ୟ କାମ ବୋଲି ସେମାନେ ବିଚାର କରନ୍ତି। ସଂହତିପୂର୍ଣ୍ଣ, ଆଦର୍ଶଭରା ଏକ ତ୍ୟାଗପୂତ ସମାଜ ନିର୍ମାଣ ମଧ୍ୟ ଏକ ରାଜନୈତିକ କର୍ତ୍ତବ୍ୟ ବୋଲି ସେମାନେ ଚିନ୍ତା କରନ୍ତି ନାହିଁ। ତା’ର ପ୍ରମୁଖ କାରଣ କ୍ଷମତାମନସ୍କତା, ସମାଜମନସ୍କତା ବା ରାଷ୍ଟ୍ରମନସ୍କତା ନୁହେଁ।...

ଚନ୍ଦ୍ରରେ ଚିତ୍ରକର

ଚନ୍ଦ୍ରରେ ଚିତ୍ରକର

ଡ. ତୁଷାରକାନ୍ତି ଦାସ

ଦୁଇ ହାତ ପାପୁଲିରେ ଆଞ୍ଜୁଳାଏ ପାଣିରେ ଜହ୍ନକୁ ସେ ଧରିଛି। ସତେ ବା ସେ ଆଞ୍ଜୁଳାଏ ପାଣିରେ ଜହ୍ନଟା ଚିକ୍‌ମିକ୍‌ କରୁଛି- ଚିତ୍ରକରଟିଏ ଆଞ୍ଜୁଳାଏ ପାଣିରେ ଜହ୍ନର ପ୍ରତିବିମ୍ବକୁ କାନ୍‌ଭାସରେ ଉତାରୁଥିବାବେଳେ କେବେ ବି କ’ଣ ଭାବିଥିବ ଜହ୍ନକୁ ଯାଇ ସେଠାରେ ଜହ୍ନର ଛବି ଆଙ୍କିବ ବୋଲି? ହଁ ଆଜ୍ଞା, ଚିତ୍ରକରର ଏ ଭାବନା ସତ୍ୟ ହେବାକୁ ଯାଉଛି। ଆଉ ଆପଣ କହିପାରିବେନି ‘କବି କଳପନା ସରଗ ସିନା ଲୋ ମନ ଭୁଲାଇବା ପାଇଁ’। କାରଣ ଏ କଳ୍ପନା ବାସ୍ତବରେ ପରିଣତ ହେବାକୁ ଯାଉଛି। ଜାପାନୀ କୋଟିପତି ବ୍ୟବସାୟୀ ୟୁସାକୁ ମେଜାଓ୍ବା ୬ ...

ଏଇ ଭାରତରେ

ଏଇ ଭାରତରେ

ଧର୍ମନିରପେକ୍ଷ ଗଣତନ୍ତ୍ର ଦେଶ ଭାରତ । ଏହାର ପ୍ରତିଟି ପର୍ବପର୍ବାଣିରେ ଦେଖିବାକୁ ମିଳେ ସାମ୍ପ୍ରଦାୟିକ ସଦ୍‌ଭାବନାର ନିଆରା ନମୁନା। ବର୍ତ୍ତମାନ ଦେଶର କୋଣ ଅନୁକୋଣରେ ଦଶହରା ଯାକଜମକରେ ପାଳନ କରାଯାଉଛି। ଏଭଳି ସମୟରେ ସର୍ବଧର୍ମ ସମନ୍ବୟର ବାର୍ତ୍ତାବାହକ ସାଜିଛନ୍ତି ପୂର୍ବୋତ୍ତର ରାଜ୍ୟ ଆସାମରେ ହାସିମ୍‌ ଅଲି। ଡାରାଙ୍ଗ୍‌ ଜିଲାର ଡାଲଗାଓଁ ଅଞ୍ଚଳର ହାସିମ୍‌ ଇସଲାମ ଧର୍ମାବଲମ୍ବୀ...

ସମ୍ପାଦକୀୟ/ଚନ୍ଦକା ବଞ୍ଚାଅ

ସମ୍ପାଦକୀୟ/ଚନ୍ଦକା ବଞ୍ଚାଅ

କଟକ ମୁଣ୍ଡଳୀ ନିକଟ ମହାନଦୀରେ ୫ଟି ହାତୀ ଭାସି ଯାଉଥିବା ଖବର ଅକ୍ଟୋବର ୧୫ ସକାଳୁ ବ୍ୟାପିଯିବା ପରେ ଏହି ଦୃଶ୍ୟ ଦେଖିବାକୁ ସ୍ଥାନୀୟ ଅଞ୍ଚଳର ଲୋକଙ୍କ ମଧ୍ୟରେ ଭିଡ଼ ହୋଇଥିଲା। ଏ ବିଷୟରେ ସୂଚନା ପାଇବାରୁ ଆଠଗଡ଼ ଓ ଚନ୍ଦକା ବନଖଣ୍ଡ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ସଙ୍ଗେ ସଙ୍ଗେ ମୁଣ୍ଡଳୀ ବ୍ୟାରେଜ୍‌ର ୪ଟି ଗେଟ୍‌ ବନ୍ଦ କରିଦିଆଯିବାରୁ ଜଳସ୍ରୋତ ହ୍ରାସ ପାଇଥିଲା ଓ ପାଣିରେ ଭାସୁଥିବା ହାତୀ ଉପରକୁ ଉଠି ଆସିଥିଲେ। ...

ପଶୁବଳି : ଏକ ଅମାନବୀୟ ପରମ୍ପରା

ପଶୁବଳି : ଏକ ଅମାନବୀୟ ପରମ୍ପରା

ଡ. ପ୍ରଫୁଲ୍ଲ କୁମାର ସାହୁ

ଆମ ରାଜ୍ୟରେ ପ୍ରମୁଖ ଦେବୀମନ୍ଦିରଗୁଡ଼ିକରେ ଶାରଦୀୟ ପୂଜାର ଏକ ବିଶେଷ ଅଙ୍ଗ ଥିଲା ପଶୁବଳିପ୍ରଥା। ପ୍ରତିବର୍ଷ ଦଶହରା ବେଳେ ଏସବୁ ଶକ୍ତିପୀଠରେ ଲକ୍ଷ ଲକ୍ଷ ପଶୁପକ୍ଷୀଙ୍କୁ ହତ୍ୟା କରାଯାଉଥିଲା ଅତି ବୀଭତ୍ସ ଭାବରେ। ଏଭଳି ଏକ ଅମାନବୀୟ ପରମ୍ପରା ଉପରେ ନ୍ୟାୟାଳୟର ପ୍ରତିବନ୍ଧକ ଲାଗିବା ପରେ ଅଧିକାଂଶ ଦେବୀ ପୀଠରେ ଏବେ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି ପଶୁବଳି। ଅନ୍ୟ କେତେକ ସ୍ଥାନରେ ଏହା ଲୁଚାଛପାରେ ଚାଲିଛି ପରମ୍ପରା ଦାୟରେ। କାରଣ ସଭ୍ୟତା ଯେତେ ଆଗକୁ ଗଲେ ବି ଅନ୍ଧବିଶ୍ୱାସର ଅନ୍ଧଗଳିରୁ ମୁକୁଳିପାରୁନି ...