Dharitri News
ମେଟ୍ରୋ |

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା କଟକରେ ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା କଟକରେ ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ କଟକ ଅଫିସ, ୩୦।୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଶନିବାର କଟକରେ ବିଭିନ୍ନ ପ୍ରକଳ୍ପମାନ ଉଦ୍‌ଘାଟିତ ହୋଇଛି। ଏସ୍‌ସିବି ମେଡିକାଲ କଲେଜର ଅଡିଟୋରିୟମ୍‌ ହଲ୍‌, ନର୍ସିଂ ହଷ୍ଟେଲ ଓ ନର୍ସିଂ କଲେଜ କୋଠା ସମେତ ସିଡିଏଠାରେ ମୁଖ୍ୟମନ୍ତ୍ରୀ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଉଦ୍‌ଘାଟନ କରିଛନ୍ତି। ଏହାପରେ ସ୍ଥାନୀୟ ସନ୍‌ସାଇନ୍‌ ପଡ଼ିଆଠାରେ ଆୟୋଜିତ ରାଜସ୍ବ ନୀରିକ୍ଷକଙ୍କ ସମ୍ମିଳନୀରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଟ୍ରିପଲ ଟି ଉପରେ ଗୁରୁତ୍ୱ ଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ରାଜ୍ୟ ସ୍ବାସ୍ଥମନ୍ତ୍ରୀ ପ୍ରତାପ ଜେନା, ଅର୍ଥ ମନ୍ତ୍ରୀ ଶଶୀ ଭୂଷଣ ବେହେରା, ବିଧାୟକ ଦେବାଶିଷ ସାମନ୍ତରାୟ, ସିଏନ୍‌ସି ମେୟର ମୀନାକ୍ଷୀ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।

ମେଟ୍ରୋ |

ପୁରୀ ଜିଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ

ପୁରୀ ଜିଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ

ସାକ୍ଷୀଗୋପାଳ,୨୩।୧(ଡି.ଏନ୍‌.ଏ.): ପୁରୀ ଜିଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ମଙ୍ଗଳବାର ସାକ୍ଷୀଗୋପାଳ ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳଯୋଗାଣ ମନ୍ତ୍ରୀ ପ୍ରଦୀପ ମହାରଥୀ ଯୋଗଦେଇ ଜଳସମ୍ପଦର ସୁବିନିଯୋଗ ପାଇଁ ଉପସ୍ଥିତ କୃଷକ ଓ ପାଣି ପଞ୍ଚାୟତ କର୍ମକର୍ତ୍ତାମାନଙ୍କୁ ଆହ୍ବାନ ଦେଇଥିଲେ।

ସଡ଼କ ଦୁର୍ଘଟଣାରେ ଶିକ୍ଷକଙ୍କ ମୃତ୍ୟୁ

ସଡ଼କ ଦୁର୍ଘଟଣାରେ ଶିକ୍ଷକଙ୍କ ମୃତ୍ୟୁ

ଚୌଦ୍ୱାର,୨୩।୧(ଡି.ଏନ୍‌.ଏ.): କଟକ ଚୌଦ୍ୱାର ଥାନା ଅନ୍ତର୍ଗତ କୁସ୍‌ପାଙ୍ଗୀ ନିକଟରେ ମଙ୍ଗଳବାର ଏକ ଟ୍ରକ୍‌ ଧକ୍କାରେ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟଛି। ମୃତ ଶିକ୍ଷକ ହେଲେ ଜମ୍ବେଶ୍ୱର ଦାସ।

ନେତାଜୀ ଜୟନ୍ତୀ ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ପତାକା ଉତ୍ତୋଳନ

ନେତାଜୀ ଜୟନ୍ତୀ ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ପତାକା ଉତ୍ତୋଳନ

କଟକ ଅଫିସ,୨୩।୧: ନେତାଜୀଙ୍କ ଜନ୍ମସ୍ଥାନ ସଂଗ୍ରହାଳୟରେ ଆୟୋଜିତ ନେତାଜୀ ଜୟନ୍ତୀ ସମାରୋହରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ପତାକା ଉତ୍ତୋଳନ କରିବାସହ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି।

ନେତାଜୀ ମ୍ୟୁଜିୟମ ସମ୍ମୁଖରେ ବିକ୍ଷୋଭ

ନେତାଜୀ ମ୍ୟୁଜିୟମ ସମ୍ମୁଖରେ ବିକ୍ଷୋଭ

ପୁରୀ ଅଫିସ,୨୩।୧: ନେତାଜୀ ସୁଭାଷ ବୋଷ ମ୍ୟୁଜିୟମ ଖୋଲିବା ଦାବି ନେଇ ସ୍ଥାନୀୟ ଗୋପାଳବଲ୍ଲଭ ରେଡ୍‌ସ୍ଥିତ ନେତାଜୀ ସ୍ମୃତି ମ୍ୟୁଜିୟମ ସମ୍ମୁଖରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନେତାଜୀ ଜୟନ୍ତୀ କମିଟି ପକ୍ଷରୁ ମ୍ୟୁଜିୟମ ଫାଟକ ସମ୍ମୁଖରେ ଏହି ବିକ୍ଷୋଭ କରାଯିବା ସହ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି।

ହୋଟେଲ ଅନନ୍ୟାରେ ଅଗ୍ନିକାଣ୍ଡ

ହୋଟେଲ ଅନନ୍ୟାରେ ଅଗ୍ନିକାଣ୍ଡ

ପୁରୀ ଅଫିସ,୨୩।୧: ସ୍ଥାନୀୟ ଭିଆଇପି ରୋଡସ୍ଥିତ ହୋଟେଲ ପ୍ରାଇଡ଼୍‌ ଅନନ୍ୟାରେ ମଙ୍ଗଳବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟିଛି। ହୋଟେଲର ଚତୁର୍ଥ ମହଲାରେ ଥିବା ପ୍ୟାଣ୍ଟ୍ରି ଷ୍ଟୋରରେ କୌଣସି କାରଣରୁ ନିଆଁ ଲାଗିଯିବାରୁ ଏହି ଅଘଟଣ ଘଟିଛି।

ମହାପ୍ରଭୁଙ୍କ ବେଣ୍ଟ ନୀତି ସମ୍ପନ୍ନ

ମହାପ୍ରଭୁଙ୍କ ବେଣ୍ଟ ନୀତି ସମ୍ପନ୍ନ

ପୁରୀ ଅଫିସ, ୨୨।୧: ଶ୍ରୀମନ୍ଦିରରେ ସୋମବାର ମହାପ୍ରଭୁଙ୍କ ଚାଚେରି ବେଶ ଓ ଭୋଗ ପରେ ଶ୍ରୀଦେବୀ, ଭୂଦେବୀ ଏବଂ ଦୋଳଗୋବିନ୍ଦ ଆଜ୍ଞାମାଳ ପାଇ ବେଣ୍ଟ(ଶିକାର) ନୀତି ନିମନ୍ତେ ବିମାନରେ ବିଜେ ହୋଇଥିଲେ।

ଛତିଶା ନିଯୋଗ ବୈଠକ: ଚନ୍ଦ୍ରଗ୍ରହଣ ନୀତି ଚୂଡ଼ାନ୍ତ

ଛତିଶା ନିଯୋଗ ବୈଠକ: ଚନ୍ଦ୍ରଗ୍ରହଣ ନୀତି ଚୂଡ଼ାନ୍ତ

ପୁରୀ ଅଫିସ, ୨୨।୧: ଆସନ୍ତା ୩୧ ତାରିଖରେ ମାଘ ପୂର୍ଣ୍ଣିମା। ଏହିଦିନ ମହାପ୍ରଭୁଙ୍କ ଗଜଉଦ୍ଧାରଣ ବେଶ ସାଙ୍ଗକୁ ରାହୁ ଗ୍ରସ୍ତୋଦୟ ଚନ୍ଦ୍ରଗ୍ରହଣ ମଧ୍ୟ ପଡୁଛି। ତେଣୁ ସୋମବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ଏହିଦିନର ନୀତି ନିର୍ଘଣ୍ଟ କରାଯାଇଛି।

ପଲିଥିନଜନିତ ପ୍ରଦୂଷଣକୁ ନେଇ ଏନ୍‌ଜିଟିଙ୍କ ଅସନ୍ତୋଷ

ପଲିଥିନଜନିତ ପ୍ରଦୂଷଣକୁ ନେଇ ଏନ୍‌ଜିଟିଙ୍କ ଅସନ୍ତୋଷ

ପୁରୀ ଅଫିସ, ୨୨।୧: ପୁରୀ ସହରରେ ପଲିଥିନ ଏବଂ ପ୍ରଦୂଷଣକୁ ନେଇ ଅସନ୍ତୋଷ ବ୍ୟକ୍ତି କରିଛନ୍ତି ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ (ଏନ୍‌ଜିଟି)। ପଲିଥିନ ବ୍ୟବହାର ରୋକିବା ସହ ଉଲ୍ଲଂଘନକାରୀଙ୍କ ବିରୋଧରେ ଆଇନ ଅନୁଯାୟୀ ଦୃଢ଼ ପଦକ୍ଷେପ ନେବାକୁ ପୁରୀ ପୌରସଂସ୍ଥାକୁ ଏନ୍‌ଜିଟି ନିର୍ଦ୍ଦେଶ ଦେଇଛନ୍ତି।

ଆପଣଙ୍କ ଭଲପାଇବା ମୋତେ ଋଣୀ କରିଛି: ମୁଖ୍ୟମନ୍ତ୍ରୀ

ଆପଣଙ୍କ ଭଲପାଇବା ମୋତେ ଋଣୀ କରିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୧(ବ୍ୟୁରୋ)- ପୁନେର ଏମ୍‌ଆଇଟି-ଡବ୍ଲ୍ୟୁପିୟୁ କ୍ୟାମ୍ପସ୍‌ରେ ୮ମ ଭାରତୀୟ ଛାତ୍ର ସଂସଦ ଅବସରରେ ରବିବାର ଦେଶର ଆଦର୍ଶ ମୁଖ୍ୟମନ୍ତ୍ରୀ ସମ୍ମାନ ପାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା ଫେରିଛନ୍ତି।

ନିର୍ବାଚନ କମିଶନଙ୍କୁ ଦିଲ୍ଲୀ ହାଇକୋର୍ଟଙ୍କ ପ୍ରଶ୍ନ: କାହିଁକି ପ୍ରକାଶ ପାଉନାହିଁ ବିଜେପୁର ଉପନିର୍ବାଚନ ବିଜ୍ଞପ୍ତି

ନିର୍ବାଚନ କମିଶନଙ୍କୁ ଦିଲ୍ଲୀ ହାଇକୋର୍ଟଙ୍କ ପ୍ରଶ୍ନ: କାହିଁକି ପ୍ରକାଶ ପାଉନାହିଁ ବିଜେପୁର ଉପନିର୍ବାଚନ ବିଜ୍ଞପ୍ତି

ନୂଆଦିଲ୍ଲୀ,୨୨।୧(ସ୍ବ.ପ୍ର.): ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ଉପନିର୍ବାଚନ ପାଇଁ ଏ ପର୍ଯ୍ୟନ୍ତ କାହିଁକି ବିଜ୍ଞପ୍ତି ପ୍ରକାଶ ପାଇନାହିଁ। ଏହି ଉପନିର୍ବାଚନକୁ କାହିଁକି ବିଳମ୍ବିତ କରାଯାଉଛି ବୋଲି ସୋମବାର ନିର୍ବାଚନ କମିଶନଙ୍କୁ ପ୍ରଶ୍ନ କରିଛନ୍ତି ଦିଲ୍ଲୀ ହାଇକୋର୍ଟ।

କୋକେଇ ହଲିଲା, ଶୁଣାଗଲା କଥା: ୧୧ ଘଣ୍ଟା ପରେ ଆଖି ବୁଜିଲେ

କୋକେଇ ହଲିଲା, ଶୁଣାଗଲା କଥା: ୧୧ ଘଣ୍ଟା ପରେ ଆଖି ବୁଜିଲେ

କଟକ ଅଫିସ, ୨୨।୧- କୋକେଇ ବନ୍ଧା ସରିଥିଲା। ପରିଜନଙ୍କ ମଧ୍ୟରେ କାନ୍ଦ ବୋବାଳି ପଡ଼ିଯାଇଥିଲା। ହେଲେ ଶ୍ମଶାନ ଅଭିମୁଖେ କୋକେଇ ଉଠିଲା ବେଳକୁ ତାହା ହଲିବା ସହ କଥାସ୍ବର ଶୁଣାଯାଇଥିଲା।

ମହାପ୍ରଭୁଙ୍କ ଚାଚେରି ବେଶ

ମହାପ୍ରଭୁଙ୍କ ଚାଚେରି ବେଶ

ପୁରୀ ଅଫିସ, ୨୨।୧: ପବିତ୍ର ବସନ୍ତ ପଞ୍ଚମୀରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚାଚେରି ବେଶ ଅନୁଷ୍ଠିତ ହୋଇଛି। ହଜାର ହଜାର ଭକ୍ତ ଏହି ବେଶରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ମଇଲମ ହୋଇଥିଲା।