Dharitri News
ରାଜ୍ୟ | ବାଲେଶ୍ୱର

ଥାନାରେ ଅଭିଯୋଗ: ସ୍ବାମୀଙ୍କୁ ମାରିବାକୁ ସ୍ତ୍ରୀ ଦେଇଥିଲେ ସୁପାରି

ଥାନାରେ ଅଭିଯୋଗ: ସ୍ବାମୀଙ୍କୁ ମାରିବାକୁ ସ୍ତ୍ରୀ ଦେଇଥିଲେ ସୁପାରି ବାଲେଶ୍ୱର ଅଫିସ, ୩୦।୧୨-ବାଲେଶ୍ୱର ଜିଲା ସହଦେବଖୁଣ୍ଟା ଥାନା କାସିମପୁର ଛକ ନିକଟରେ ଗତ ଡିସେମ୍ବର ୧୭ ତାରିଖରେ ମାଧବ ବେହେରା ନାମକ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିଲା। ୧୩ ଦିନ ପରେ ଏହି ଘଟଣାର ପର୍ଦ୍ଦାଫାଶ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ୪ଜଣଙ୍କୁ ପୋଲିସ ଗିରଫ କରିବାରେ ସକ୍ଷମ ହୋଇଛି। ସେମାନେ ହେଲେ ବାସନ୍ତୀ ବେହେରା, ଭାଗୀରଥି ପାତ୍ର, ଆକାଶ ଦାସ ଓ ବାଞ୍ଛାନିଧି ଚଣ୍ଡ। ମାଧବଙ୍କୁ ହତ୍ୟା କରିବା ପାଇଁ ତାଙ୍କ ସ୍ତ୍ରୀ ସୁପାରି ଦେଇଥିବା ଚାଞ୍ଚଲ୍ୟକର ତଥ୍ୟ ପଦାକୁ ଆସିଛି। ହତ୍ୟା ପାଇଁ ସୁପାରିକିଲରଙ୍କ ସହ ୫୦ ହଜାର ଟଙ୍କାର ଡିଲ୍‌ ହୋଇଥିବା ପୋଲିସ ସୂଚନା ଦେଇଛି। ଗତ ୧୭ ତାରିଖ ରାତି ପ୍ରାୟ ୧୦ଟା ବେଳେ ମାଧବଙ୍କୁ କାସିମପୁର ଛକରେ ପଥରରେ ଛେଚି ହତ୍ୟା କରାଯାଇଥିଲା। ଏନେଇ ତାଙ୍କ ଭାଇ ଯାଦବ ୧୮ତାରିଖରେ ସହଦେବଖୁଣ୍ଟା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଥାନାରେ କେସ୍‌ (ନଂ.୩୦୫/୧୭) ରୁଜୁ କରାଯାଇ ତଦନ୍ତ ଆରମ୍ଭ କରାଯାଇଥିଲା। ତଦନ୍ତରୁ ଜଣାପଡିଛି ଯେ, ମାଧବ ନିଜ ସ୍ତ୍ରୀଙ୍କ ଚରିତ୍ରକୁ ସନ୍ଦେହ କରୁଥିଲେ। ଏହାକୁ ନେଇ ସେ ତାଙ୍କ ସ୍ତ୍ରୀ ଓ ଶିଳ୍ପାଞ୍ଚଳ ଥାନା ଜରକାପଦା ଗ୍ରାମର ତାଙ୍କ ସଡୁ ଭାଗୀରଥି ପାତ୍ରଙ୍କୁ ଗାଳିଗୁଲଜ କରିଥିଲେ। ଏଥିରେ କ୍ଷୁବ୍ଧ ହୋଇ ତାଙ୍କ ସ୍ତ୍ରୀ ଓ ଭାଗୀରଥି ମାଧବଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ସେମାନେ ସୁପାରିକିଲରଙ୍କ ସାହାଯ୍ୟ ଲୋଡ଼ିଥିଲେ। ଭାଗୀରଥି ତାଙ୍କ ସମ୍ପର୍କୀୟ ଶଳା ବସ୍ତା ଥାନା ଗୁଣ୍ଡ୍ରିପଦା ଗ୍ରାମର ଆକାଶ ଦାସଙ୍କ ସହାୟତା ନେଇଥିଲେ। ଆକାଶ ତାଙ୍କ ସାଙ୍ଗ ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ସୋରିଷକୋଠା ଗ୍ରାମର ବାଞ୍ଛାନିଧି ଚଣ୍ଡଙ୍କୁ ଏହି ବିଷୟରେ ଜଣାଇଥିଲେ। ଉଭୟେ ଯୋଜନା ଅନୁସାରେ ହତ୍ୟା ପାଇଁ ମାଧବଙ୍କ ସ୍ତ୍ରୀଙ୍କ ସହ ୫୦ହଜାର ଟଙ୍କା ଡିଲ୍‌ କରିଥିଲେ। ପ୍ରଥମ ପର୍ଯ୍ୟାୟରେ ଚଳିତମାସ ୭ତାରିଖରେ ୨୦ହଜାର ଟଙ୍କା ଏବଂ ଗତ ୧୪ ତାରିଖରେ ୩୦ହଜାର ଟଙ୍କା ତାଙ୍କ ସ୍ତ୍ରୀଙ୍କଠାରୁ ନେଇଥିଲେ। ଯୋଜନା ପୂର୍ବକ ଆକାଶ ଏବଂ ବାଞ୍ଛାନିଧି ମାଧବଙ୍କ ସହିତ ଘଟଣାର ୪ଦିନ ପୂର୍ବରୁ ମିଳାମିଶା କରି ମଦ ପିଇ ବୁଲାବୁଲି କରୁଥିଲେ। ସେମାନେ ସେହି ସମୟରେ ତାଙ୍କୁ ମାରିବା ପାଇଁ ସୁଯୋଗ ଖୋଜୁଥିଲେ। ଗତ ୧୭ତାରିଖରେ ସେମାନେ ମାଧବଙ୍କୁ ଅତ୍ୟଧିକ ମଦ ପିଆଇ କାସିମପୁର ଛକର ଏକ ନିଛାଟିଆ ସ୍ଥାନକୁ ନେଇଯାଇଥିଲେ। ସେଠାରେ ତାଙ୍କ ମୁଣ୍ଡକୁ ପଥରରେ ଛେଚି ହତ୍ୟା କରିଥିଲେ। ଲୋକେ ଜାଣିବା ପୂର୍ବରୁ ଏକ ସ୍କୁଟିରେ ଘଟଣାସ୍ଥଳରୁ ପଳାଇଯାଇଥିଲେ ବୋଲି ହତ୍ୟାକାରୀମାନେ ସ୍ବୀକାର କରିଥିବା ତଦନ୍ତକାରୀ ଅଧିକାରୀ ସହଦେବଖୁଣ୍ଟା ଥାନା ଆଇ.ଆଇ.ସି. ପରେଶ ରାଉତ କହିଛନ୍ତି।

ରାଜ୍ୟ | ବାଲେଶ୍ୱର

ଜୁଏଲଙ୍କୁ ରମେଶଙ୍କ ଚିଠି

ଜୁଏଲଙ୍କୁ ରମେଶଙ୍କ ଚିଠି

ଭୁବନେଶ୍ୱର,୧୬।୧(ବ୍ୟୁରୋ): ପୋଲାଭରମ ପ୍ରକଳ୍ପ ନେଇ ରାଜ୍ୟ ସଭାରେ ଏମ୍‌ପି ଡି. ରାଜାଙ୍କ ପ୍ରଶ୍ନରେ କେନ୍ଦ୍ର ଜନଜାତି କଲ୍ୟାଣ ମନ୍ତ୍ରୀ ଜୁଏଲ ଓରାମ ଦେଇଥିବା ଉତ୍ତର ତଥ୍ୟଭିତ୍ତିକ ନୁହେଁ। ଏ ସଂକ୍ରାନ୍ତରେ ସୋମବାର ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ମନ୍ତ୍ରୀ ରମେଶ ମାଝୀ କେନ୍ଦ୍ରମନ୍ତ୍ରୀ ଜୁଏଲଙ୍କୁ ଚିଠି ଲେଖି ଜଣାଇଛନ୍ତି।

ପ୍ରଶାସନିକସ୍ତରରେ ଅଦଳବଦଳ

ପ୍ରଶାସନିକସ୍ତରରେ ଅଦଳବଦଳ

ଭୁବନେଶ୍ୱର,୧୬।୧(ବ୍ୟୁରୋ): ରାଜ୍ୟରେ ପ୍ରଶାସନିକସ୍ତରରେ ଅଦଳବଦଳ ହେବାନେଇ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, କୋରାପୁଟ ଜିଲାପାଳ ଭାବେ କେ.ଏସ. ଚକ୍ରବର୍ତ୍ତୀଙ୍କୁ ଦାୟିତ୍ୱ ଦିଆଯାଇଥିବାବେଳେ ମନୀଷ ଅଗ୍ରୱାଲଙ୍କୁ ମାଲକାନଗିରି ଜିଲାପାଳ ଦାୟିତ୍ୱ ଦିଆଯାଇଛି।

ପ୍ରି, ପାରା କ୍ଲିନିକାଲ ପାଠ୍ୟକ୍ରମରେ ପିଜି କରୁଥିବା ଡାକ୍ତରଙ୍କୁ ଆର୍ଥିକ ପ୍ରୋତ୍ସାହନ

ପ୍ରି, ପାରା କ୍ଲିନିକାଲ ପାଠ୍ୟକ୍ରମରେ ପିଜି କରୁଥିବା ଡାକ୍ତରଙ୍କୁ ଆର୍ଥିକ ପ୍ରୋତ୍ସାହନ

ଭୁବନେଶ୍ୱର,୧୬।୧(ବ୍ୟୁରୋ): ରାଜ୍ୟର ସରକାରୀ କଲେଜମାନଙ୍କରେ ପ୍ରି ଏବଂ ପାରା କ୍ଲିନିକାଲ ପାଠ୍ୟକ୍ରମରେ ପିଜି କରୁଥିବା ଡାକ୍ତରମାନଙ୍କୁ ମାସିକ ୧୮ହଜାର ଟଙ୍କା ଆର୍ଥିକ ପ୍ରୋତ୍ସାହନ ପ୍ରଦାନ କରାଯିବ।

ଏନ୍‌ସିସିର ସର୍ବଭାରତୀୟ ଉପକୂଳ ଯାତ୍ରା ଶୁଭାରମ୍ଭ

ଏନ୍‌ସିସିର ସର୍ବଭାରତୀୟ ଉପକୂଳ ଯାତ୍ରା ଶୁଭାରମ୍ଭ

ପୁରୀ ଅଫିସ, ୧୬।୧: ପୁରୀ ୬ଷ୍ଟ ବାଟାଲିୟନ୍‌ ଆନୁକୂଲ୍ୟରେ ଏନ୍‌ସିସି ପକ୍ଷରୁ ସର୍ବଭାରତୀୟ ଉପକୂଳ ଯାତ୍ରା(କୋଷ୍ଟାଲ ଟ୍ରେକିଙ୍ଗ୍‌ କ୍ୟାମ୍ପ) ୨୦୧୮ ଉଦ୍‌ଘାଟିତ ହୋଇଯାଇଛି।

୨ ଗାଁ ମଧ୍ୟରେ ସଂଘର୍ଷ: ପୋଲିସକୁ ଆକ୍ରମଣ

୨ ଗାଁ ମଧ୍ୟରେ ସଂଘର୍ଷ: ପୋଲିସକୁ ଆକ୍ରମଣ

ବାଲେଶ୍ୱର ଅଫିସ,୧୬।୧: ବାଲେଶ୍ୱର ଜିଲା ସୀମା ସହଦେବ ଖୁଣ୍ଟା ଥାନା ଅଧୀନ ବାଙ୍କିତିରା ଗାଁ ଏବଂ ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ କଳମା ଗାଁ ଭିତରେ କିଛିଦିନ ହେବ ଲାଗି ରହିଥିବା ବିବାଦ ମଙ୍ଗଳବାର ଉଗ୍ରରୂପ ଧାରଣ କରିଛି। ସଂଘର୍ଷରେ ୪ ଗ୍ରାମବାସୀ ଆହତ ହୋଇ ବାଲେଶ୍ୱର ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।

ଖଣ୍ଡଗିରିକୁ ଅସ୍ଥାୟୀ ସ୍ଥାନାନ୍ତର ହେବ ବରମୁଣ୍ଡା ବସ୍‌ଷ୍ଟାଣ୍ଡ

ଖଣ୍ଡଗିରିକୁ ଅସ୍ଥାୟୀ ସ୍ଥାନାନ୍ତର ହେବ ବରମୁଣ୍ଡା ବସ୍‌ଷ୍ଟାଣ୍ଡ

ଭୁବନେଶ୍ୱର,୧୫।୧(ବ୍ୟୁରୋ)-ଭୁବନେଶ୍ୱର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ଖଣ୍ଡଗିରି ପାଦଦେଶକୁ ଅସ୍ଥାୟୀ ଭାବେ ସ୍ଥାନାନ୍ତର କରାଯିବ । ଆନ୍ତଃ ରାଜ୍ୟ ବସ୍‌ ଟର୍ମିନାଲ (ଆଇଏସବିଟି) ନିର୍ମାଣ ପାଇଁ ଏହି ସ୍ଥାନାନ୍ତର ହେବ। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ଖଣ୍ଡଗିରି ପାଦଦେଶରେ ୨ ଏକର ଜମି ଚିହ୍ନଟ କରିଛି।

ନାବାଳିକା ବଳାତ୍କାର ମାମଲା: ୪ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ନାବାଳିକା ବଳାତ୍କାର ମାମଲା: ୪ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ଫୁଲବାଣୀ ଅଫିସ, ୧୫।୧ କନ୍ଧମାଳ ଜିଲା ଫୁଲବାଣୀ ପୋକ୍‌ସୋ କୋର୍ଟରେ ସୋମବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର ଶେଷ ହୋଇ ରାୟ ପ୍ରକାଶ ପାଇଛି । ଅତିରିକ୍ତ ଦୌରାଜଜ୍‌ ତଥା ପୋକ୍‌ସୋ କୋର୍ଟ ବିଚାରପତି ସୁଶାନ୍ତ ପଟେଲ ଘଟଣାରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ଦେଇଛନ୍ତି । ଏଥିସହ ପ୍ରତ୍ୟେକଙ୍କୁ ୨୦ହଜାର ଟଙ୍କା ଲେଖାଏ ଜରିମାନା କରିଛନ୍ତି । ଜରିମାନା ଅନାଦାୟ ଅଧିକ ୧ ବର୍ଷ ସଶ୍ରମ କାରାଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି ।

ରାଜଭବନରେ କୁଳପତି ସମ୍ମିଳନୀ: ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ରାଜନୈତିକ ଅଶାନ୍ତିକୁ ନେଇ ରାଜ୍ୟପାଳଙ୍କ ଉଦ୍‌ବେଗ

ରାଜଭବନରେ କୁଳପତି ସମ୍ମିଳନୀ: ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ରାଜନୈତିକ ଅଶାନ୍ତିକୁ ନେଇ ରାଜ୍ୟପାଳଙ୍କ ଉଦ୍‌ବେଗ

ଭୁବନେଶ୍ୱର, ୧୫।୧(ବ୍ୟୁରୋ)- ରାଜଭବନଠାରେ ସୋମବାର କୁଳପତି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟ କୁଳାଧିପତି ତଥା ରାଜ୍ୟପାଳ ଡ.ଏସ୍‌.ସି. ଜମିର ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରି ଉଚ୍ଚଶିକ୍ଷା କ୍ଷେତ୍ରରେ ସମୟ ଉପଯୋଗୀ ସଂସ୍କାର ଆଣିବାକୁ କୁଳପତିମାନଙ୍କୁ ପରାମର୍ଶ ଦେଇଛନ୍ତି।

ଭିନ୍ନକ୍ଷମ ଶିକ୍ଷାର୍ଥୀଙ୍କ ପାଇଁ ଖୋଲିବ ସ୍ବତନ୍ତ୍ର ସହାୟତା କେନ୍ଦ୍ର

ଭିନ୍ନକ୍ଷମ ଶିକ୍ଷାର୍ଥୀଙ୍କ ପାଇଁ ଖୋଲିବ ସ୍ବତନ୍ତ୍ର ସହାୟତା କେନ୍ଦ୍ର

ଭୁବନେଶ୍ୱର, ୧୫।୧(ବ୍ୟୁରୋ)- ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ଓଡ଼ିଶା ପ୍ରାଥମିକ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓପେପା) ପକ୍ଷରୁ ଭିନ୍ନକ୍ଷମ ଶିକ୍ଷାର୍ଥୀଙ୍କ ପାଇଁ ସ୍ବତନ୍ତ୍ର ସହାୟତା କେନ୍ଦ୍ର ସ୍ଥାପନ ହେବ। ଭୁବନେଶ୍ୱର ୟୁନିଟ୍‌-୯ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଏହି କେନ୍ଦ୍ର ଖୋଲାଯିବ।

କେରଳରେ ଦାଦନ ତ୍ରିଲୋଚନ ସୁନାନୀଙ୍କ ମୃତ୍ୟୁ ଘଟଣା : ମାନବାଧିକାର କମିଶନଙ୍କ ହସ୍ତକ୍ଷେପ

ଭବାନୀପାଟଣା,୧୫।୧(ଡି.ଏନ୍‌.ଏ.)- କେରଳ ରାଜ୍ୟ ପାଲ୍ଲକଡ ଜିଲା ତଳକାସେରିଠାରେ ଶ୍ରମିକ ଭାବରେ କାମ କରୁଥିବା ଭବାନୀପାଟଣା ସଦର ବ୍ଲକ ବିଜେପୁର ଗ୍ରାମର ତ୍ରିଲୋଚନ ସୁନାନୀଙ୍କ ୨୦୧୭ ନଭ୍ଟେମ୍ବର ୧ ତାରିଖରେ ମାଟି ଅତଡ଼ା ଧସି ମୃତ୍ୟୁ ଘଟିଥିଲା।

୫୦ ହଜାର କଳାକାରଙ୍କୁ ସହାୟତା ଦିଆଯିବ: ମୁଖ୍ୟମନ୍ତ୍ରୀ

୫୦ ହଜାର କଳାକାରଙ୍କୁ ସହାୟତା ଦିଆଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୫।୧(ବ୍ୟୁରୋ): ରାଜ୍ୟର କଳା ଓ ସଂସ୍କୃତିର ପ୍ରଚାର, ପ୍ରସାର ଦିଗରେ କାର୍ଯ୍ୟରତ ୫୦ ହଜାର କଳାକାରଙ୍କୁ ସହାୟତା ଦିଆଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ସଚିବାଳୟରେ ଏହା ଘୋଷଣା କରିଛନ୍ତି।

କାଶୀବାହାଲରେ କିଡ୍‌ନୀ ରୋଗ : ସ୍ଥିତି ଅନୁଧ୍ୟାନ କରିବେ ବିଶେଷଞ ଦଳ

ଭବାନୀପାଟଣା,୧୫।୧( ଡିଏନ୍‌ଏ)- କଳାହାଣ୍ଡି ଜିଲା କୋକସରା ବ୍ଲକ କାଶୀବାହାଲ ଗାଁରେ କିଡନୀ ରୋଗ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ନେଇ ଏକ ବିଶେଷଜ୍ଞ ଦଳ ସେଠାକୁ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିବାକୁ ଡାକ୍ତରୀ ଶିକ୍ଷା ଓ ତାଲିମ ବିଭାଗକୁ ଓଡିଶା ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚିଠି କରାଯାଇଛି।