Dharitri News
ଖେଳ |

କୋହଲିଙ୍କ ସ୍ଥାନ ସ୍ଥିର, ୮ମକୁ ଉଠିଲେ କୁକ୍‌

କୋହଲିଙ୍କ ସ୍ଥାନ ସ୍ଥିର, ୮ମକୁ ଉଠିଲେ କୁକ୍‌ ଦୁବାଇ, ୩୧।୧୨(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପକ୍ଷରୁ ରବିବାର ନୂତନ ଟେଷ୍ଟ ଖେଳାଳିଙ୍କ ମାନ୍ୟତା ପ୍ରକାଶ କରାଯାଇଛି। ଏଥିରେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ମାନ୍ୟତା ପୂର୍ବଭଳି ୨ୟ ସ୍ଥାନରେ ରହିଛି। ନିକଟରେ ମେଲବୋର୍ନ ଗ୍ରାଉଣ୍ଡରେ ଅପରାଜିତ ଦ୍ୱିଶତକୀୟ ପାଳି ଖେଳିଥିବା ଇଂଲଣ୍ଡର ଆଲିଷ୍ଟର କୁକ୍‌ଙ୍କ ର଼୍ୟାଙ୍କିଙ୍ଗରେ ଉନ୍ନତି ଘଟିଛି। ସେ ପୂର୍ବ ଅପେକ୍ଷା ୭ଟି ସୋପାନ ଉପରକୁ ଉଠି ୮ମ ସ୍ଥାନ ଅଧିକାର କରିଛନ୍ତି। ଫଳରେ ୨୦୧୭ର ଶେଷ ର଼୍ୟାଙ୍କିଙ୍ଗରେ ସେ ଟପ୍‌ ୧୦ରେ ସ୍ଥାନ ପାଇବାକୁ ସକ୍ଷମ ହୋଇଛନ୍ତି। ୩୩ ବର୍ଷୀୟ ପୂର୍ବତନ ଅଧିନାୟକ ଏବେ ବ୍ୟାଟ୍ସମ୍ୟାନଙ୍କ ତାଲିକାର ୭ମ ସ୍ଥାନରେ ଥିବା ଦକ୍ଷିଣ ଆଫ୍ରିକାର ଓପନର ହାସିମ ଅମଲାଙ୍କଠାରୁ ମାତ୍ର ୧୮ ପଏଣ୍ଟ ପଛରେ ରହିଛନ୍ତି। ସେ ବର୍ଷ ଆରମ୍ଭରୁ ୧୫ତମ ସ୍ଥାନରେ ଥିଲେ। ଅନ୍ୟପକ୍ଷରେ ଅଷ୍ଟ୍ରେଲିଆ ଅଧିନାୟକ ଷ୍ଟିଭ୍‌ ସ୍ମିଥ ବକ୍ସିଂ ଡେ ଟେଷ୍ଟ ଉଭୟ ପାଳିରେ ଯଥାକ୍ରମେ ୭୬ ଓ ୧୦୨ ରନ୍‌ କରି ତାଲିକା ଶୀର୍ଷରେ ନିଜ ସ୍ଥାନକୁ ଆହୁରି ଦୃଢ଼ କରିଛନ୍ତି। ଇଂଲଣ୍ଡର ଅଧିନାୟକ ଜୋ ରୁଟ୍‌ଙ୍କ ମାନ୍ୟତାରେ ମଧ୍ୟ ଉନ୍ନତି ଆସିଛି। ସେ ଗୋଟିଏ ପାହ୍ୟା ଉପରକୁ ଉଠି ୪ର୍ଥ ସ୍ଥାନ ଅଧିକାର କରିଥିବାବେଳେ ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲିୟମସନ୍‌ ୩ୟ ସ୍ଥାନରେ ରହିଛନ୍ତି। ତାଙ୍କ ପଛକୁ ୫ମ ସ୍ଥାନରେ ଭାରତୀୟ ଖେଳାଳି ଚେତେଶ୍ୱର ପୂଜାରା ଓ ୬ଷ୍ଠ ସ୍ଥାନରେ ଡେଭିଡ୍‌ ଓ୍ବାର୍ନର ରହିଛନ୍ତି। ବୋଲରଙ୍କ ର଼୍ୟାଙ୍କିଙ୍ଗ୍‌ରେ ରବିଚନ୍ଦ୍ରନ ଅଶ୍ୱିନଙ୍କୁ ପଛରେ ପକାଇ ଦେଇଛନ୍ତି ରବୀନ୍ଦ୍ର ଜାଡେଜା। ଜାଡେଜା ଏବେ ୩ୟ ସ୍ଥାନରେ ଥିବାବେଳେ ଅଶ୍ୱିନ ୪ର୍ଥରେ ରହିଛନ୍ତି। ପୂର୍ବଭଳି ଇଂଲଣ୍ଡର ଜେମ୍ସ ଆଣ୍ଡରସନ ତାଲିକାର ଶୀର୍ଷସ୍ଥାନ ରହିଛି।

ଖେଳ |

ଆଜିଠାରୁ ରାଜ୍ୟ କୁସ୍ତି ପ୍ରତିଯୋଗିତା

ଭୁବନେଶ୍ୱର, ୨୦।୧ ଓଡ଼ିଶା କୁସ୍ତି ସଂଘ ଆନୁକୂଲ୍ୟରେ ଖୋର୍ଦ୍ଧା କୁସ୍ତି ସଂଘ ପକ୍ଷରୁ ସ୍ଥାନୀୟ ଉତ୍କଳ କରାଟେ ସ୍କୁଲ ପ୍ରାଙ୍ଗଣରେ ୨୦ ଓ ୨୧ ତାରିଖରେ ରାଜ୍ୟ (ଆନ୍ତଃ ଜିଲା) କୁସ୍ତି ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତାରେ ବିଭିନ୍ନ ଜିଲାର ୧୫୦ ପ୍ରତିଯୋଗୀ ଓ ୫୦ ଜଣ ଅଫିସିଆଲ୍‌ ଅଂଶଗ୍ରହଣ କରିବେ।

ହାଇପରଆଣ୍ଡ୍ରୋଜେନିଜମ ନିୟମ, ଆଉ ୬ ମାସ ପାଇଁ ସସ୍‌ପେଣ୍ଡ

ହାଇପରଆଣ୍ଡ୍ରୋଜେନିଜମ ନିୟମ, ଆଉ ୬ ମାସ ପାଇଁ ସସ୍‌ପେଣ୍ଡ

ନୂଆଦିଲ୍ଲୀ, ୧୯।୧ (ପି.ଟି.)-କୋର୍ଟ ଅଫ୍‌ ଆର୍ବିଟ୍ରେଶନ ଫର୍‌ ସ୍ପୋଟର୍‌ସ (କାସ୍‌) ଶୁକ୍ରବାର ଇଣ୍ଟରନ୍ୟାଶନାଲ ଆଥଲେଟିକ ଫେଡେରେଶନ (ଆଇଏଏଏଫ୍‌)ର ବିବାଦୀୟ ହାଇପରଆଣ୍ଡ୍ରୋଜେନିଜମ ନିୟମକୁ ଆଉ ୬ ମାସ ପାଇଁ ସସ୍‌ପେଣ୍ଡ କରିଛନ୍ତି। ଫଳରେ ଏହାର ଶିକାର ହୋଇଥିବା ଓଡ଼ିଶାର ଅନ୍ତର୍ଜାତୀୟ ସ୍ପ୍ରିଣ୍ଟର ଦୂତୀ ଚାନ୍ଦଙ୍କୁ ସାମୟିକ ଆଶ୍ୱସ୍ତି ମିଳିଛି।

ଶରନ, ବୋପାନ୍ନା ତୃତୀୟ ରାଉଣ୍ଡରେ

ଶରନ, ବୋପାନ୍ନା ତୃତୀୟ ରାଉଣ୍ଡରେ

ମେଲବୋର୍ନ, ୧୯।୧(ପି.ଟି.)- ଭାରତର ଡିଭିଜ ଶରନ ଓ ରୋହନ ବୋପାନ୍ନା ନିଜ ପାର୍ଟନରଙ୍କ ସହ ଅଷ୍ଟ୍ରେଲିଆନ ଓପନ ଟେନିସ ଗ୍ରାଣ୍ଡସ୍ଲାମ ପୁରୁଷ ଡବଲ୍ସ ତୃତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି।

ଅଷ୍ଟ୍ରେଲିଆନ ଓପନ ଗ୍ରାଣ୍ଡସ୍ଲାମ ଟେନିସ: କୋଷ୍ଟ୍ୟୁକଙ୍କୁ ରୋକିଲେ ସ୍ବିତୋଲିନା

ଅଷ୍ଟ୍ରେଲିଆନ ଓପନ ଗ୍ରାଣ୍ଡସ୍ଲାମ ଟେନିସ: କୋଷ୍ଟ୍ୟୁକଙ୍କୁ ରୋକିଲେ ସ୍ବିତୋଲିନା

ମେଲବୋର୍ନ, ୧୯।୧(ଏଏଫପି)- ଟିନ୍‌ ଏଜ୍‌ ସେନସେଶନ ୧୫ ବର୍ଷୀୟା ମାର୍ତା କୋଷ୍ଟ୍ୟୁକଙ୍କ ବିଜୟରେ ବ୍ରେକ୍‌ ଲଗାଇଛନ୍ତି ୪ର୍ଥ ସିଡ୍‌ ଏଲିନା ସ୍ବିତୋଲିନା। ଅଷ୍ଟ୍ରେଲିଆନ ଓପନ ଗ୍ରାଣ୍ଡସ୍ଲାମ ଟେନିସର ଶୁକ୍ରବାର ଅନୁଷ୍ଠିତ ଏକ ତୃତୀୟ ରାଉଣ୍ଡ ମ୍ୟାଚରେ ନିଜ ଦେଶର କୋଷ୍ଟ୍ୟୁକଙ୍କୁ ସିଧାସଳଖ ୬-୨, ୬-୨ ସେଟ୍‌ରେ ହରାଇ ପ୍ରି-କ୍ୱାର୍ଟର ଫାଇନାଲରେ ପହଞ୍ଚତ୍ଛନ୍ତି ୟୁକ୍ରେନର ସ୍ବିତୋଲିନା।

ନ୍ୟୁଜିଲାଣ୍ଡର କ୍ଲିନ୍‌ ସୁଇପ୍‌

ନ୍ୟୁଜିଲାଣ୍ଡର କ୍ଲିନ୍‌ ସୁଇପ୍‌

ଓ୍ବେଲିଂଟନ, ୧୯।୧(ଏଏଫପି)- ସ୍ଥାନୀୟ ବେସିନ ରିଜର୍ଭ ଗ୍ରାଉଣ୍ଡରେ ଶୁକ୍ରବାର ଅନୁଷ୍ଠିତ ୫ମ ତଥା ଅନ୍ତିମ ଦିନିକିଆ କ୍ରିକେଟ ମ୍ୟାଚରେ ନ୍ୟୁଜିଲାଣ୍ଡ ୧୫ ରନରେ ପାକିସ୍ତାନକୁ ହରାଇ ଦେଇଛି। ଏଥି ସହିତ ପାକିସ୍ତାନ ବିପକ୍ଷ ସିରିଜକୁ ନ୍ୟୁଜିଲାଣ୍ଡ ବିରଳ ୫-୦ରେ କ୍ଲିନ୍‌ ସୁଇପ୍‌ କରିଛି।

ଜିମ୍ବାଓ୍ବେକୁ ୧୦ ଉଇକେଟରେ ହରାଇଲା ଭାରତ

ଜିମ୍ବାଓ୍ବେକୁ ୧୦ ଉଇକେଟରେ ହରାଇଲା ଭାରତ

ମାଉଣ୍ଟ ମାଉନଗାନୁଇ(ନ୍ୟୁଜିଲାଣ୍ଡ), ୧୯।୧(ପି.ଟି.)- ଏଠାରେ ଚାଲିଥିବା ୧୯ ବର୍ଷରୁ କମ୍‌ କ୍ରିକେଟ ବିଶ୍ୱକପର ଶୁକ୍ରବାର ଅନୁଷ୍ଠିତ ଲିଗ୍‌ ମ୍ୟାଚରେ ଭାରତ ୧୦ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଏଥିସହ ଭାରତ ଗ୍ରୁପ‘ବି’ରେ ଶୀର୍ଷସ୍ଥାନ ପକ୍କା କରିଛି।

ତୃତୀୟ ରାଉଣ୍ଡରେ ଜୋକୋଭିଚ୍‌, ଫେଡେରର, ଶାରାପୋଭା, ହାଲେପ

ତୃତୀୟ ରାଉଣ୍ଡରେ ଜୋକୋଭିଚ୍‌, ଫେଡେରର, ଶାରାପୋଭା, ହାଲେପ

ମେଲବୋର୍ନ,୧୮ା୧(ଏ.ଏଫ୍‌.ପି.)- ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ୍‌ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ ଓପନ ଟେନିସ ଚତୁର୍ଥ ଦିନରେ ପହଞ୍ଚିଛି। ଉଭୟ ପୁରୁଷ ଓ ମହିଳା ସିଙ୍ଗଲ୍ସରେ କେତୋଟି ବିପର୍ଯ୍ୟୟକୁ ବାଦ ଦେଲେ ସିଡେଡ ଖେଳାଳିମାନଙ୍କ ବିଜୟ ଅଭିଯାନ ଜାରି ରହିଛି।

ଆଇସିସି ପୁରସ୍କାରରେ କୋହଲିଙ୍କ ଆଧିପତ୍ୟ

ଆଇସିସି ପୁରସ୍କାରରେ କୋହଲିଙ୍କ ଆଧିପତ୍ୟ

ଦୁବାଇ,୧୮ା୧(ପି.ଟି.)- ଆନ୍ତର୍ଜାତିକ କ୍ରିକେଟ କାଉନସିଲ୍‌ (ଆଇସିସି) ବାର୍ଷିକ ପୁରସ୍କାରରେ ଭାରତୀୟ ଅଧିନାୟକ ତଥା ରନ ମେଶିନ ବିରାଟ କୋହଲିଙ୍କ ଆଧିପତ୍ୟ ଦେଖିବାକୁ ମିଳିଛି।

ହକି ଗାଙ୍ଗପୁର ସେମିଫାଇନାଲରେ

ହକି ଗାଙ୍ଗପୁର ସେମିଫାଇନାଲରେ

ଭୁବନେଶ୍ୱର, ୧୮।୧(କ୍ରୀଡ଼ା ପ୍ରତିନିଧି)- ହରିୟାଣାର ହିସାରଠାରେ ଚାଲିଥିବା ଜାତୀୟ ସବ୍‌ଜୁନିୟର ମହିଳା ହକି ଟୁର୍ନାମେଣ୍ଟର ସେମିଫାଇନାଲରେ ହକି ଗାଙ୍ଗପୁର-ଓଡ଼ିଶା ପ୍ରବେଶ କରିଛି।

ପୂର୍ବାଞ୍ଚଳ ଏଜି ହକି: ଝାଡ଼ଖଣ୍ଡକୁ ହରାଇ ଫାଇନାଲରେ ଓଡ଼ିଶା

ପୂର୍ବାଞ୍ଚଳ ଏଜି ହକି: ଝାଡ଼ଖଣ୍ଡକୁ ହରାଇ ଫାଇନାଲରେ ଓଡ଼ିଶା

ଭୁବନେଶ୍ୱର, ୧୮।୧(କ୍ରୀଡ଼ା ପ୍ରତିନିଧି)- ସ୍ଥାନୀୟ ପ୍ରଧାନ ମହାଲେଖାକାର କାର୍ଯ୍ୟାଳୟ ଆନୁକୂଲ୍ୟରେ କଳିଙ୍ଗ ଷ୍ଟାଡିୟମରେ ଗୁରୁବାର ପୂର୍ବାଞ୍ଚଳ ଆକାଉଣ୍ଟ୍ସ ଓ ଅଡିଟ୍‌ ହକି ଟୁର୍ନାମେଣ୍ଟ ଆରମ୍ଭ ହୋଇଛି। ପ୍ରଥମ ମ୍ୟାଚରେ ଗତବର୍ଷର ରନର୍ସଅପ୍‌ ଏଜି ଝାଡ଼ଖଣ୍ଡକୁ ୭-୨ ଗୋଲରେ ପରାସ୍ତ କରି ଓଡ଼ିଶା ଫାଇନାଲରେ ପ୍ରବେଶ କରିଛି।

ଗୋଆରେ ପ୍ଲେ-ଅଫ୍‌ ପାଇଁ ଓଡ଼ିଶା ପ୍ରସ୍ତୁତ

ଗୋଆରେ ପ୍ଲେ-ଅଫ୍‌ ପାଇଁ ଓଡ଼ିଶା ପ୍ରସ୍ତୁତ

ଭୁବନେଶ୍ୱର, ୧୮।୧(କ୍ରୀଡ଼ା ପ୍ରତିନିଧି)- ଜୁନିୟର ବର୍ଗର ଆଇ-ଲିଗ୍‌ ଫୁଟବଲରେ ପଦାର୍ପଣ କରିଥିବା ଓଡ଼ିଶା(କ୍ରୀଡ଼ା ଛାତ୍ରାବାସ ଦଳ) ଗୋଆରେ ପ୍ଲେ-ଅଫ୍‌ ଖେଳିବ।

ଚତୁଃରାଷ୍ଟ୍ରୀୟ ହକି ସିରିଜ୍‌ ବେଲଜିୟମଠୁ ହାରିଲା ଭାରତ

ଚତୁଃରାଷ୍ଟ୍ରୀୟ ହକି ସିରିଜ୍‌ ବେଲଜିୟମଠୁ ହାରିଲା ଭାରତ

ଟୌରାଙ୍ଗ (ନ୍ୟୁଜିଲାଣ୍ଡ), ୧୮।୧(ପି.ଟି.)- ଏଠାରେ ଚାଲିଥିବା ଚତୁଃରାଷ୍ଟ୍ରୀୟ ଆମନ୍ତ୍ରଣୀୟ ହକି ସିରିଜ୍‌ର ୨ୟ ମ୍ୟାଚ୍‌ରେ ଭାରତୀୟ ଦଳକୁ ପରାଜୟର ସାମ୍ନା କରିବାକୁ ପଡ଼ିଛି। ବୃହତ୍‌ ବିଜୟରୁ ଅଭିଯାନ ଆରମ୍ଭ କରିଥିବା ଭାରତକୁ ୨ୟ ମ୍ୟାଚ୍‌ରେ ୨-୦ ଗୋଲ୍‌ରେ ବେଲଜିୟମ ପରାସ୍ତ କରିଛି।