ଉପକୂଳ ଓଡିଶା

ଇଣ୍ଡିକା-ବାଇକ୍‌ ମୁହାଁମୁହିଁ, ଜଣେ ମୃତ

ଇଣ୍ଡିକା-ବାଇକ୍‌ ମୁହାଁମୁହିଁ, ଜଣେ ମୃତ
ଡେରାବିଶ, ୧।୧ (ସ୍ବ.ପ୍ର.)- ଡେରାବିଶ ବ୍ଲକ ଅଧୀନ କଟକ-ଚାନ୍ଦବାଲି ଜାତୀୟ ରାଜପଥର ଚଣ୍ଡୀବଜାରଠାରେ ରବିବାର ରାତିରେ ସଡ଼କ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ହୋଇଛି ଓ ଅନ୍ୟଜଣେ କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ପ୍ରକାଶ ଯେ, କେନ୍ଦ୍ରାପଡ଼ାରୁ କଟକ ଯାଉଥିବା ଏକ ଇଣ୍ଡିକା (ଓଡି-୦୨-ଏକ୍ସ-୨୨୦୧)ଅପରପାର୍ଶ୍ୱରୁ ଆସୁଥିବା ଏକ ବାଇକ (ଓଆର୍‌-୦୫-ଏ.ଏଫ୍‌-୨୪୬୯)କୁ ଧକ୍କା ଦେଇଥିଲା। ଏଥିରେ ବାଇକ୍‌ ଆରୋହୀ ସ୍ଥାନୀୟ କିଜାଙ୍ଗପଡ଼ା ଗ୍ରାମର ସୁବ୍ରତ ସ୍ବାଇଁ (୩୫) ଓ ହୃଷୀକେଶ ସାହୁ (୩୪) ଗୁରୁତର ହୋଇଥିଲେ। ସେମାନଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ପ୍ରଥମେ କେନ୍ଦ୍ରାପଡ଼ା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ପରେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ଉଭୟଙ୍କୁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ସୋମବାର ସନ୍ଧ୍ୟାରେ ସୁବ୍ରତଙ୍କର ମୃତ୍ୟୁ ଘଟିଛି।
All Right Reserved By

ଉପକୂଳ ଓଡିଶା

 ଲଗାଣ ବର୍ଷାରେ ବ୍ୟାପକ କ୍ଷୟକ୍ଷତି

ଲଗାଣ ବର୍ଷାରେ ବ୍ୟାପକ କ୍ଷୟକ୍ଷତି

ପଟ୍ଟାମୁଣ୍ଡାଇ,୨୦।୯(ସ୍ବ.ପ୍ର.)-ଲଘୁଚାପଜନିତ ଗତ ଲଗାଣ ବର୍ଷାରେ ପଟ୍ଟାମୁଣ୍ଡାଇ ବ୍ଲକ ଡାମରପୁର ପଞ୍ଚାୟତରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ବହୁ ଚାଳଘର ଭାଗିଂ ଯାଇଛି । ଡାମରପୁର ଘେରିବନ୍ଧ ଭିତରେ ଥିବା ୮ ଶହ ଏକର ଭେଡାରେ ଧାନ ଫସଲ ବୁଡି ନଷ୍ଟ ହୋଇଯାଇଛି।

ଲଘୁଚାପ ବର୍ଷା ଯୋଗୁ ଜୀବନଯାତ୍ରା ବ୍ୟାହତ

ଲଘୁଚାପ ବର୍ଷା ଯୋଗୁ ଜୀବନଯାତ୍ରା ବ୍ୟାହତ

ମହାକାଳପଡା,୨୦।୯(ଡି.ଏନ.ଏ.)-ଲଘୁଚାପ ପ୍ରଭାବରେ ଉପକୂଳ ଅଞ୍ଚଳରେ ପ୍ରବଳ ବର୍ଷା, ପବନ ବୁଧବାର ରାତି ଠାରୁ ଲାଗି ରହିଛି । ସମୁଦ୍ରର ଉଚ୍ଚ ଜୁଆର ଓ  ତୁହାକୁ ତୁହା ବର୍ଷା  ଯୋଗୁ ସ୍ବାଭାବିକ ଜୀବନଯାତ୍ରା ବ୍ୟାହତ ହୋଇଛି ।

ମାର୍ଶାଘାଇରେ ମୁଁ  ହିରୋ ମୁଁ ଓଡିଶା କାର୍ଯ୍ୟକ୍ରମ

ମାର୍ଶାଘାଇରେ ମୁଁ ହିରୋ ମୁଁ ଓଡିଶା କାର୍ଯ୍ୟକ୍ରମ

ମାର୍ଶାଘାଇ,୨୦।୯(ଡିଏନଏ)-ଯୁବ ପ୍ରତିଭା ଅନ୍ବେଷଣ ନିମନ୍ତେ ମାର୍ଶାଘାଇ ବ୍ଲକ ବିଜୁ ଯୁବ ବାହିନୀ ସହଯୋଗରେ ମୁଁ ହିରୋ ମୁଁ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମାର୍ଶାଘାଇ ମହାବିଦ୍ୟାଳୟ ପରିସରରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷା କ୍ରୀଷ୍ଣା ଆଚାର୍ଯ୍ୟ ସଭାପତିତ୍ୱ କରିଥିଲେ ।

ଗୁଲନଗରରେ ଗଣେଶ ମେଲଣ

ଗୁଲନଗରରେ ଗଣେଶ ମେଲଣ

କେନ୍ଦ୍ରାପଡା ଅଫିସ, ୨୦।୯- କେନ୍ଦ୍ରାପଡା ବ୍ଲକ ଗୁଲନଗର ପଞ୍ଚାୟତରେ ଗଣେଶ ମେଲଣ ଉତ୍ସବ ଗୁରୁବାର ଅନୁଷ୍ଠିତ ହୋଇଯାଇଛ। ଏଥିରେ ପଞ୍ଚାୟତର ୭ଟି ଗଣେଶଙ୍କ ମୁଣ୍ମୟ ପ୍ରତିମା ସାମିଲ ହେବା ସହିତ ଏକତ୍ର ଭୋଗ ଲାଗି ହୋଇଥିଲା ।

କୃଷିଋଣ ଛାଡ ପାଇଁ ଦାବିପତ୍ର

କୃଷିଋଣ ଛାଡ ପାଇଁ ଦାବିପତ୍ର

କେନ୍ଦ୍ରାପଡା ଅଫିସ, ୨୦।୯- ଡେରାବିଶ ବ୍ଲକ ଗଣିଆମୁହଁ ଗ୍ରାମର ପାର୍ବତୀ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟମାନେ କୃଷିଋଣ ଛାଡ ପାଇଁ ଜିଲାପାଳଙ୍କୁ ଏକ ଦାବିପତ୍ର ବୁଧବାର ପ୍ରଦାନ କରିଛନ୍ତି। 

 ଶ୍ରମିକଙ୍କୁ ପରିଚୟପତ୍ର ବଣ୍ଟନ

ଶ୍ରମିକଙ୍କୁ ପରିଚୟପତ୍ର ବଣ୍ଟନ

କେନ୍ଦ୍ରାପଡା ଅଫିସ, ୨୦।୯-ଓଡ଼ିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ପକ୍ଷରୁ ୫୦ ଜଣ କୁଶଳୀ ଶ୍ରମିକଙ୍କୁ ବୁଧବାର ପରିଚୟ ପତ୍ର ପ୍ରଦାନ କରାଯାଇଛି। ।ଜିଲା ଶ୍ରମ ଅଧିକାରୀ କଳ୍ପନା ମିଶ୍ରଙ୍କ ଅଧ୍ୟକ୍ଷତାରେ ଏଥିପାଇଁ କେନ୍ଦ୍ରାପଡା ବ୍ଲକ ପରିସରରେ ଏକ ସଭା ଅନୁଷ୍ଠିତ ହୋଇଥିଲା। 

ଶୌଚ ହେବାକୁ ଯାଇ ମହିଳା ନିଖୋଜ

ଶୌଚ ହେବାକୁ ଯାଇ ମହିଳା ନିଖୋଜ

ଆଳି,୨୦।୯(ଡି.ଏନ୍‌.ଏ.): ଆଳି ଥାନା ଅନ୍ତର୍ଗତ ଲୋକାପଡା ଗ୍ରାମର ସୁକାନ୍ତି  ଘଡେଇ (୮୦)ବର୍ଷ ବୁଧବାର ବିଳମ୍ବିତ ରାତିରେ ଶୌଚ ହେବାକୁ ଯାଇ ନିଖୋଜ ହୋଇଯାଇଛନ୍ତି।

ବାହାଡାଝୋଲା ହରିପୁରରେ ରାସ୍ତାରୋକୋ

ବାହାଡାଝୋଲା ହରିପୁରରେ ରାସ୍ତାରୋକୋ

ଓଡଗାଁ,୨୦।୯(ସ୍ବ.ପ୍ର.)-ନୂଆଗାଁ ବ୍ଲକ ହରିପୁର ପ୍ରାଥମିକ ବିଦ୍ୟାଳୟରୁ  ଚୋରି ହୋଇଥିବା ନଥିପତ୍ର ଉଦ୍ଧାର କରିବା ଦାବି ନେଇ ଗ୍ରାମବାସୀ ଗୁରୁବାର ଓଡଗାଁ-ବାହାଡାଝୋଲା ମୁଖ୍ୟ ରାସ୍ତାରେ କାଠ ପକାଇ ରାସ୍ତାରୋକୋ କରିଛନ୍ତି ।

ମହାକାଳପଡାରେ ଯୁବକଙ୍କୁ ହତ୍ୟା

ମହାକାଳପଡାରେ ଯୁବକଙ୍କୁ ହତ୍ୟା

ମହାକାଳପଡା,୨୦।୯(ଡି.ଏନ.ଏ.)-ମହାକାଳପଡା ବ୍ଳକ ଅଧୀନ ବଡିହ ଗ୍ରାମର ବସନ୍ତ ନାୟକ (୨୨) ନାମକ ଜଣେ ଯୁବକଙ୍କୁ ବୁଧବାର ବିଳମ୍ବିତ ରାତିରେ ହତ୍ୟା କରାଯାଇଛି । ପ୍ରେମ ବ୍ୟାପାରକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି ।

ଗୁହାଳ ପୋଡ଼ି ଗାଇ ବାଛୁରୀ ଜୀବନ୍ତ ଦଗ୍ଧ

ଡେରାବିଶ,୨୦।୯(ସ୍ବ.ପ୍ର.)-ଡେରାବିଶ ବ୍ଲକ ଅଧୀନ ଗୋଲରାହାଟ ପଞ୍ଚାୟତର ପଣ୍ଡିତପାଟଣା ଗ୍ରାମର ବେଣୁଧର ମଲ୍ଲିକଙ୍କ ଗୁହାଳ ଘରେ ବୁଧବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ଗୋଟିଏ ଗାଇ ଓ ଗୋଟିଏ ବାଛୁରୀ  ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି । ଖବରପାଇ ସ୍ଥାନୀୟ ଅଗ୍ନିଶମ ସେବା ସଂସ୍ଥାର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଅଁାକୁ ଆୟତ୍ତ କରିଥିଲେ । 

 ବିଦ୍ୟୁତ ଖୁଣ୍ଟକୁ ପିଟିଲା ଲୁଟେରାଙ୍କ ବୋଲେରୋ, ୩ଜଣଙ୍କୁ ଅଟକ ରଖି ୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଲୁଟିନେଲେ ଗ୍ରାମବାସୀ

ବିଦ୍ୟୁତ ଖୁଣ୍ଟକୁ ପିଟିଲା ଲୁଟେରାଙ୍କ ବୋଲେରୋ, ୩ଜଣଙ୍କୁ ଅଟକ ରଖି ୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଲୁଟିନେଲେ ଗ୍ରାମବାସୀ

ରଣପୁର,୨୦।୯(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନା ଅନ୍ତର୍ଗତ ବାଉଁଶଗଡ଼ଠାରେ ଗୁରୁବାର ମଧ୍ୟାହ୍ନ ୧୨ଟାରେ ଜଣେ ମାଛ ବେପାରୀଙ୍କଠାରୁ ଲୁଟ ହୋଇଛି। ୪ଜଣ ଦୁର୍ବୃତ୍ତ ଏକ ବୋଲେରୋରେ ଆସି ବେପାରୀ ନବ କିଶୋର ରାଉତଙ୍କୁ ବନ୍ଧୁକ ଦେଖାଇ ୧୫ ହଜାର ଟଙ୍କା ଓ ମୋବାଇଲ ଲୁଟି ନେଇ ଦ୍ରୁତ ଗତିରେ ପଳାଉଥିଲେ। ଏହି ସମୟରେ ସେମାନେ କୁଳାସର ଗ୍ରାମରେ ଥିବା ଏକ ବିଦ୍ୟୁତ ଖୁଣ୍ଟ ସହ ଧକ୍କା ହୋଇଥିଲେ। ଗାଡ଼ିଟି ଅଟକି ଯିବାପରେ ଗ୍ରାମବାସୀ ସେମାନଙ୍କୁ ଘେରିଯାଇଥିଲେ।

ଜୀବିକା ମିଶନ ପକ୍ଷରୁ ସମନ୍ବୟ କର୍ମଶାଳା

ଜୀବିକା ମିଶନ ପକ୍ଷରୁ ସମନ୍ବୟ କର୍ମଶାଳା

ରାଜନଗର,୨୦।୯(ଡିଏନଏ)-ଓଡିଶା ଜୀବିକା ମିଶନ ରାଜନଗର ଶାଖା ପକ୍ଷରୁ ଜୀବିକା ସମନ୍ବୟ କର୍ମଶାଳା ଗୁରୁବାର ଅନୁଷ୍ଠିତ ହୋଇଯାଇଛି ।